ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ରୁମ୍କୁ ଝୁମାନା, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ରାମଚନ୍ଦ୍ର ପ୍ରଧାନ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ । ହରିହର ମହାପାତ୍ର ଏହି କଥାଚିତ୍ରଟିର କାହାଣୀ ଏବଂ ସଂଳାପ ରଚନା କରିଥିଲେ । ତାପସ ସରଘରିଆ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ନିଦ୍ରା ଶ୍ୱାସରୋଧ (ଇଂରାଜୀ ଭାଷାରେ Sleep apnea) ଏକ ନିଦ୍ରା ବେମାରୀ (sleep disorder) ଯେଉଁଥିରେ ଶୟନ ସମୟରେ ସାମୟିକ ଶ୍ୱାସରୋଧ (pauses in breathing) ହୁଏ ବା ଅଗଭୀର ଶ୍ୱାସକ୍ରିୟା (shallow breathing) ଚାଲୁରହେ । କିଛି ସେକେଣ୍ଡ ନିମନ୍ତେ ବା କେତେକ ମିନିଟ ନିମନ୍ତେ ନିଦ୍ରା ଶ୍ୱାସରୋଧ ହୁଏ ବା ରାତ୍ରୀରେ ଅନେକ ଥର ଏହା ହୁଏ । ସର୍ବାଧିକ ସାଧାରଣ ସ୍ୱରୂପରେ ଉଚ୍ଚ ଧ୍ୱନୀର ଘୁଙ୍ଗୁଡ଼ି ପରେ ହୁଏ । ପୁନଃ ଶ୍ୱାସକ୍ରିୟା ଆରମ୍ଭ ହେଲେ ଅଣନିଶ୍ୱାସୀ ଲାଗେ । ନିଦ୍ରାଭିଭୂତ ବା ଥକ୍କିଯାଇଥିବା ଲୋକଙ୍କର ଏହା ହେବା ଯୋଗୁ ନିଦ୍ରାରେ ବ୍ୟାଘାତ ହୁଏ ।ଏହା ସ୍କୁଲରେ ପିଲାମାନଙ୍କର ସମସ୍ୟା ସୃଷ୍ଟି କରେ ବା ଅତିସକ୍ରିୟତା (hyperactivity) କରାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଅ ଆ ହର୍ଷେଇ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।ଏହି କଥାଚିତ୍ରଟି ଉଭୟ ବଙ୍ଗଳା ଏବଂ ଓଡ଼ିଆ ଭାଷାରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ କୃଷ୍ଣଚନ୍ଦ୍ର ମଲ୍ଲିକ । କୁମାର ଚିନ୍ମୟ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ଏନ୍ ପାଢ଼ୀ ଏହି କଥାଚିତ୍ରଟି ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଆଇନ କାନୁନ, ୨୦୧୧ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବିନ୍ଦ୍ର ପଣ୍ଡା । ବିଜୟଲକ୍ଷ୍ମୀ ପଣ୍ଡା ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ସନ୍ତୋଷ ମିଶ୍ର ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଏସ୍ ଶଙ୍କର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିବା ସହ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ଚିତାବାଘ (ଈଂରାଜୀରେ The Cheetah ଓ ଜୀବ ବିଜ୍ଞାନ ନାମ Acinonyx jubatus) ଏକ ବିଲେଇ ଜାତୀୟ ମାଂସଭୋଜୀ ଜୀବ । ବର୍ତ୍ତମାନ ସମୟରେ ଏହି ଜୀବ ମୁଖ୍ୟତଃ ପୂର୍ବ ଆଫ୍ରିକା, ଦକ୍ଷିଣ ଆଫ୍ରିକା ଓ ଇରାନର କେତେକ ସ୍ଥାନରେ ଦେଖାଯାଏ । ଏକିନୋନିକ୍ସ୍ ପ୍ରଜାତିର ଚିତାବାଘର ପ୍ରଥମ ବର୍ଣ୍ଣନା ୧୭୭୫ ମସିହାରେ ଜୋହାନ୍ ଡାନିଏଲ୍ ଭୋନ୍ ସ୍କ୍ରେବର୍ (Johann Christian Daniel von Schreber)ଙ୍କ ଲେଖାରେ ମିଳେ । ଚିତାବାଘର ଶରୀର ପତଳା, ମୁଣ୍ଡ ଛୋଟ, ଶରୀର ଚିତାଦାଗରେ ପୂର୍ଣ୍ଣ, ଗୋଡ଼ଗୁଡ଼ିକ ପତଳା ଓ ଲମ୍ଵା ଓ ଲାଞ୍ଜ ଲମ୍ଵା । ଏହାର ନାକ ଓ ଆଖି ମଝିରେ ଲୁହ ଗଡ଼ିଲା ପରି ଏକ କଳାଚିହ୍ନ ଥାଏ । ଶରୀର ଗଠନ ଦୃଷ୍ଟିରୁ ଚିତାବାଘ ପତଳା ଓ ହାଲୁକା ଯାହା ବିଲେଇ ପ୍ରଜାତିର ଅନ୍ୟ ଜୀବ ଯଥା ମହାବଳ ବାଘ, ସିଂହ, କଲରାପତରିଆ ବାଘ ଇତ୍ୟାଦିଙ୍କ ଶରୀର ଗଠନର ସମ୍ପୂର୍ଣ୍ଣ ବିପରୀତ । ବରଂ କୁଗାର୍ ପ୍ରଜାତିର ଜୀବଙ୍କ ସହ ଏହାର ଅଧିକ ସାମଞ୍ଜସ୍ୟ ରହିଛି । ଭୂମିରୁ ଚିତାବାଘର କାନ୍ଧର ଉଚ୍ଚତା ପ୍ରାୟ ୭୦-୯୦ ସେଣ୍ଟିମିଟର୍ ହୋଇଥିବା ବେଳେ ଏମାନଙ୍କ ଓଜନ ପ୍ରାୟ ୨୧-୭୨ କିଲୋଗ୍ରାମ୍ ମଧ୍ୟରେ ରହିଥାଏ । ଏମାନେ କଲରାପତରିଆ ବାଘଠାରୁ ସାମାନ୍ୟ ଉଚ୍ଚ ହୋଇଥିବା ବେଳେ ସିଂହମାନଙ୍କ ତୁଳନାରେ ଖୁବ୍ ଛୋଟ । ଏମାନଙ୍କ ହଳଦିଆ ବା ଧୁସରିଆ ରଙ୍ଗର ଚମଡ଼ା ପ୍ରାୟ ୨୦୦୦ ଚିତା ଚିତା ଦାଗରେ ସଜାଇ ହୋଇଥାଏ । ଚିତାବାଘ ମୁଖ୍ୟତଃ ଏକ ଦିବାଚର ପ୍ରାଣୀ ଓ ଏମାନେ ଦିନବେଳେ ଶିକାର କରନ୍ତି । ପ୍ରାପ୍ତବୟସ୍କ ଅଣ୍ଡିରା ଚିତାବାଘ ଶିକାର ପାଇଁ କ୍ଷେତ୍ର ନିୟନ୍ତ୍ରଣ କରନ୍ତି, କିନ୍ତୁ ଏମାନଙ୍କଠାରେ ସାମାଜିକ (ମିଳିମିଶି ଦଳରେ ରହିବା) ମନୋଭାବ ମଧ୍ୟ ଦେଖାଯାଇଥାଏ । କେତେକ ସମୟରେ ଚିତାବାଘ ଭାଈମାନଙ୍କ ଗୋଷ୍ଠୀ ମିଳିମିଶି ରହିବା ଓ ଶିକାର କରିବା ଦେଖାଯାଏ । ମାଈ ଚିତାବାଘମାନଙ୍କଠାରେ ଶିକାର କ୍ଷେତ୍ର ନିୟନ୍ତ୍ରଣ ପ୍ରବୃତ୍ତି ଦେଖାଯାଏ ନାହିଁ । ମାଈମାନେ ଏକାକୀ କିମ୍ଵା ନିଜ ପରିବାର ସହିତ ରୁହନ୍ତି । ଚିତାବାଘ ମାଂସଭୋଜୀ ପ୍ରାଣୀ ଓ ସାଧାରଣତଃ ଆଣ୍ଟିଲୋପ୍ ହରିଣ (କୁଟୁରା ଭଳି ଜୀବ) ବା ଥୋମସନ୍ ଗ୍ୟାଜେଲ୍ ହରିଣଙ୍କ ଶିକାର କରନ୍ତି । ଚିତାବାଘ ଶିକାରର ଅଜାଣତରେ ତାହାର ୧୦୦ ରୁ ୩୦୦ ମିଟର୍ ଦୂରତା ପର୍ଯ୍ୟନ୍ତ ଛପି ଛପି ତା’ର ଅନୁସରଣ କରେ ଓ ତାହାପରେ ଶିକାରକୁ ଗୋଡ଼ାଇ ଧରିବାକୁ ଚେଷ୍ଟା କରେ । ଦୌଡ଼ୁଥିବା ଅବସ୍ଥାରେ ଶିକାରକୁ ପକାଇ ଦେଇ ଓ ତାହାର ଶ୍ଵାସରୁଦ୍ଧ କରି ହତ୍ୟା କରେ । ଚିତାବାଘର ଦ୍ରୁତ ବେଗର କାରଣ ହେଉଛି ତାହାର ଶରୀର ଗଠନ । ସ୍ଥଳଚର ପ୍ରାଣୀଙ୍କ ମଧ୍ୟରେ ଚିତାବାଘ ଦ୍ରୁତତମ । ଶିକାର କରୁଥିବା ଅବସ୍ଥାରେ ଚିତାବାଘର ହାରାହାରି ବେଗ ପ୍ରାୟ ୬୪ କି.ମି. ପ୍ରତି ଘଣ୍ଟା ହୋଇଥାଏ । ଶିକାରକୁ ଗୋଡ଼ାଇବା ବେଳେ ଚିତାବାଘ ଖୁବ୍ କମ୍ ସମୟପାଇଁ ପ୍ରାୟ ୧୧୨ କି.ମି.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦାରିଙ୍ଗବାଡ଼ି, ଓଡ଼ିଶାର ଏକ ମାତ୍ର ପର୍ବତୀୟ ସ୍ଥାନ, ଯେଉଁଠାରେ ଶୀତ ଦିନରେ ବରଫପାତ ହୋଇଥାଏ। ଏଥି ପାଇଁ ଦାରିଙ୍ଗବାଡ଼ିକୁ ଓଡ଼ିଶାର କାଶ୍ମୀର ମଧ୍ୟ କୁହାଯାଏ । ଏହି ଜାଗାରେ ଆପଣ କଣ ଦେଖିବେ :- 1. ହିଲ୍ ଭିୟୁ ପାର୍କ- ମନ ମୁଗ୍ଧ କଲା ଭଳି ପରିବେଶ, ଚାରିପଟେ ପର୍ବତମାଳା ଏବଂ ଦାରିଙ୍ଗିବାଡ଼ି ଗ୍ରାମର କିଛି ଅଂଶ ଦେଖାଯାଏ, ତା ସହିତ ପିଲାଙ୍କ ନିମନ୍ତେ ହେଇଥିବା ଚିଲ୍ଡ଼ରେଂସ୍ ପାର୍କ ଏବଂ ଅନେକ କିଛି । ଏଠାରେ ଭୋଜି କରିବା ପାଈଁ ଅନେକ ଯାଗା ମଧ୍ୟ ଅଛି । ଏହା ଦାରିଙ୍ଗବାଡ଼ି ଠାରୁ ୧ କିମି. ଦୁରରେ ଅବସ୍ଥିତ ।[୧] 2.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଯୋଗ (ଇଂରାଜୀ:Yoga ( /ˈjoʊɡə/; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।