ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
ରୁଦ୍ର, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରୁଦ୍ରନାରାୟଣ ମିଶ୍ର ଏବଂ ନିମାଇଁ ଚରଣ ବିଶ୍ୱାଳ । ରୁଦ୍ରନାରାୟଣ ମିଶ୍ର ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ ଏବଂ ହୃଦାନନ୍ଦ ସାହୁ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଜିତୁ ରାଉତ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ବ୍ରହ୍ମେଶ୍ୱର ମନ୍ଦିର, ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ସହର ଭୁବନେଶ୍ୱରଠାରେ ରହିଥିବା ଏକ ୯ ମ ଶତାବ୍ଦୀ ଶେଷାର୍ଦ୍ଧରେ ନିର୍ମିତ ଶିବ ମନ୍ଦିର । ଏହି ମନ୍ଦିର ଅଭ୍ୟନ୍ତରରେ ସୁନ୍ଦର ପ୍ରସ୍ତର ଖୋଦିତ ବିରଳ କଳା ଦେଖିବାକୁ ମିଳେ । ମନ୍ଦିରରେ ଖୋଦିତ ହେଇଥିବା ଶିଳାଲେଖଦ୍ଵାରା ଏହି ମନ୍ଦିରର ନିର୍ମାଣ କାଳ ବିଷୟରେ ସଠିକ ସୂଚନା ମିଳୁଥିଲା । ତେବେ ବର୍ତ୍ତମାନ ତାହା ଅବଲୁପ୍ତ ଅବସ୍ଥାରେ ରହିଛି । ତେବେ ୧୦୫୮ ମସିହାର ଲେଖାକୁ ସଂରକ୍ଷିତ ଭାବରେ ରଖା ଯାଇଛି । ସେହି ଲେଖାନୁସାରେ ସୋମବଂଶୀ ରାଜା ଉଦ୍ୟୋତକେଶରୀଙ୍କ ଶାସନର ୧୮ ତମ ବର୍ଷରେ ତାଙ୍କ ମାତା କୋଳାବତୀ ଦେବୀଙ୍କଦ୍ଵାରା ଏହା ନିର୍ମିତ ହେଇଥିବାର ଜଣା ଯାଇଥାଏ , ଯାହା ୧୦୫୮ ମସିହା ଥିଲା ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ଵାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ଵାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ଵାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ଵାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । . ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ବେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ପଣିକିଆ (ଅନ୍ୟନାମ: ପଣକିଆ) ଗଣିତ ଗୁଣନ ଓ ହିସାବ ମୁଖସ୍ଥ କରିବାର ଏକ ଓଡ଼ିଆ ଗାଣିତିକ ହିସାବ ପ୍ରଣାଳୀ ଯାହା ଓଡ଼ିଶାରେ ବିଦ୍ୟାଳୟମାନଙ୍କରେ ଶିଶୁମାନଙ୍କୁ ଶିଖାଯାଇଥାଏ । ଆଗ କାଳରେ ବ୍ୟବହୃତ ହେଉଥିବା ପଣ (ବା ଅଣା)କୁ ନେଇ କରାଯାଉଥିବା ହିସାବରୁ ଏହାର ଆରମ୍ଭ । ପଣିକିଆ ପ୍ରତି ସଂଖ୍ୟାର ଏକଗୁଣ ଠାରୁ ଦଶ ଗୁଣ ପର୍ଯ୍ୟନ୍ତ ଥାଏ । ପ୍ରତି ସଂଖ୍ୟା ବା ଖନ୍ଦାର ପଣିକିଆକୁ ଉକ୍ତ ସଂଖ୍ୟାରେ 'କ' ଲଗାଇ ଏକକ, ଦୁଇକ, ତିନିକ ଏହିପରି ପଚିଶିକ ପଣିକିଆ ପର୍ଯ୍ୟନ୍ତ ମୁଖସ୍ଥ କରିବାକୁ ପଡ଼େ । ଗୁଣନ ମନେରଖିବାରେ ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ପଣକିଆ/ପଣିକିଆ ଶିଖାଯାଏ । ଯଥା- ଦୁଇକ, ପଣକିଆ- ଦୁଇ କୋ ଦୁଇ. ଦୂଇ ଦୂଣେ/ଦୂଗୁଣ ଚାରି, ଦୁଇ ତିରି ଛଅ...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ଵାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ପୃଥିବୀରେ ଅନେକ କାହାଣୀ ଗ୍ରନ୍ଥ ରହିଅଛି ତନ୍ମଧ୍ୟରୁ ପଞ୍ଚତନ୍ତ୍ର ଗ୍ରନ୍ଥଟି ଅନ୍ୟତମ । ସଂସ୍କୃତ ନୀତିକଥା ଗୁଡିକରେ ଏବେ ମଧ୍ୟ ପଞ୍ଚତନ୍ତ୍ରର ସ୍ଥାନ ପ୍ରଥମ ଅଟେ । ଏହି ଗ୍ରନ୍ଥଟି ଅନେକ ଗୁଡ଼ିଏ ଶିକ୍ଷଣୀୟ ତଥା ଉଦାହରଣ ବିଶିଷ୍ଟ କାହାଣୀ ରହିଅଛି। ଏହି ଗଳ୍ପ ବହୁ ଉଦାହରଣକୁ ନ୍ୟାୟ ବିଚାରକୁ ନେଇ ଲିଖିତ । ଯଦ୍ୟପି ଏହି ପୁସ୍ତକ ଏବେ ନିଜ ମୂଳ ରୂପରେ ନାହିଁ ତଥାପି ବି ଉପଲବ୍ଧ ଅନୁବାଦ ଗୁଡିକ ଅନୁସାରେ ଏହା ତୃତୀୟ ଶତାବ୍ଦୀରେ ଲେଖାଯାଇଥିଲା । ଏହି ଗ୍ରନ୍ଥକୁ ପଣ୍ଡିତ ବିଷ୍ଣୁ ଶର୍ମା ରଚନା କରିଛନ୍ତି । ପଣ୍ଡିତ ବିଷ୍ଣୁ ଶର୍ମା ଏହି ପଞ୍ଚତନ୍ତ୍ର ପୁସ୍ତକଟିରେ ପଶୁପକ୍ଷୀମାନଙ୍କର ଚରିତ୍ରକୁ ଏଭଳି ଭାବରେ ବର୍ଣ୍ଣନା କରିଅଛନ୍ତି ଯେ ଯେଉଁଥିରେ କି ସେଥି ମଧ୍ୟରୁ ଜୀବନ ଗଠନ କରିବାର ପ୍ରଣାଳୀର ସଠିକ୍ ପଥଟିକୁ ଆହରଣ କରାଯାଇ ପାରିବ। ପଞ୍ଚତନ୍ତ୍ର କେବଳ ମାତ୍ର ପଶୁପକ୍ଷୀମାନଙ୍କର ଚରିତ୍ର ଉପରେ ଲେଖାଯାଇଥିଲେ ମଧ୍ୟ ସେଥିରେ ବେଦ ଉପନିଷଦ ପରି ମହାପୂଣ୍ୟ ପୁସ୍ତକମାନଙ୍କରେ ମିଳୁଥିବା ଜ୍ଞାନମଧ୍ୟ ଏହି ପୁସ୍ତକରେ ସ୍ଥାନପାଇଛି । ଯେତେବେଳେ ଏହି ଗ୍ରନ୍ଥଟି ସମାପ୍ତ ହେଲା ସେତେବେଳେ ପଣ୍ଡିତ ବିଷ୍ଣୁ ଶର୍ମାଙ୍କ ବୟସ ୮୦ ବର୍ଷ ଥିଲା ।ଏହି ପଞ୍ଚତନ୍ତ୍ର ପଲ୍ଲବୀ ଭାଷାରେ ସିରିଆ,ପାର୍ସୀ,', ତୁର୍କୀ,ଜାଭାନିସ୍ ଆରବୀ ଭାଷାରେ ପୈଶାଚୀ ଭାଷାରେ ନେପାଳୀ ପ୍ରଭୃତି ବହୁ ଭାଷାରେ ଅନୁବାଦିତ ବୋଲି ଶାସ୍ତ୍ରମତରେ କୁହାଯାଇଅଛି । ପଞ୍ଚତନ୍ତ୍ରକୁ ପାଞ୍ଚ ଭାଗରେ ବିଭକ୍ତ କରାଯାଇଛି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ସରକାରୀ ବୈଷୟିକ ମହାବିଦ୍ୟାଳୟ, କଳାହାଣ୍ଡି
ସରକାରୀ ବୈଷୟିକ ମହାବିଦ୍ୟାଳୟ, କଳାହାଣ୍ଡି ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ଵବିଦ୍ୟାଳୟର ଅଙ୍ଗିକୃତ ଏକ ବୈଷୟିକ ମହାବିଦ୍ୟାଳୟ । ଏହି ମହାବିଦ୍ୟାଳୟ ୨୦୦୯ରେ ସ୍ଥାପିତ ହୋଇଥିଲା । ଏଠାରେ ଚାରୋଟି ବିଭାଗରେ ବି.ଟେକ ଓ ଯାନ୍ତ୍ରିକ ବିଭାଗରେ ଏମ.ଟେକରେ ଶିକ୍ଷା କରିବାର ବ୍ୟବସ୍ଥା ଅଛି । ଏମ.ଟେକ ପାଇଁ ୨୦୧୫ ମସିହାରୁ ସ୍ୱୀକୃତି ମିଳିଛି । ଏଠାରେ ୪ଟି ବିଭାଗ ରହିଛି : ଅନ୍ୟ ବିଭାଗମାନ ହେଲା ଭୌତିକ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ, ମାନବତ୍ୱ ଏବଂ ମ୍ୟାନେଜମେଣ୍ଟ । ୧୦୧୫-୧୬ ଶିକ୍ଷା ବର୍ଷରୁ ଏଠାରେ ମେକାନିକାଲ ବିଭାଗରେ ଏମ.
ଟୀକା ଗୋବିନ୍ଦ ଚନ୍ଦ୍ର ପୁସ୍ତିକା ବୈଦିକ ଯୋଗୀନ୍ଦ୍ର ବିପ୍ରଙ୍କଦ୍ୱାରା ରଚିତ । ନାମରୁ ଅନୁମାନ କରାଯାଏ; ଏହା କୌଣସି ଯୋଗୀ ବା ସନ୍ନ୍ୟାସୀଙ୍କର ହୋଇ ପାରେ । ଯଶୋବନ୍ତ ଦାସଙ୍କ ଗୀତ ଗୋବିନ୍ଦ ଚନ୍ଦ୍ରର ଅନେକ ପଦ୍ୟାଂଶ ଏଥିରେ ପରିଲକ୍ଷିତ ହୁଏ । କିନ୍ତୁ, ଘଟଣାର ପ୍ରବାହ, ଚରିତ୍ର, ପଦର ସଂଯୋଜନା ଯଶୋବନ୍ତ ଦାସକୃତ ଗୀତ ଗୋବିନ୍ଦ ଚନ୍ଦ୍ର ସହିତ ଅବିକଳ ସମାନ । କିନ୍ତୁ, ଟୀକା ଗୋବିନ୍ଦ ଚନ୍ଦ୍ରର ବର୍ଣ୍ଣନା ଅତ୍ୟନ୍ତ ହୃଦୟସ୍ପର୍ଶୀ ହୋଇ ଥିବାରୁ ଏବଂ ନାଥ ଯୋଗୀମାନେ କେନ୍ଦେରା ବଜାଇ ଏହାକୁ ଜନପଦରେ ଗାନ କରୁଥିବା ଯୋଗୁଁ ଏହା ଜନମାନସରେ ଅତ୍ୟନ୍ତ ପ୍ରସାର ଲାଭ କରିଛି । ମୂଳ ପୋଥିରେ ମଙ୍ଗଳାଚରଣ ଗଣେଶଙ୍କର ହୋଇଛି ଓ ବଙ୍ଗଦେଶର ସମୃଦ୍ଧି ଚିତ୍ରିତ କରାଯାଇଛି । କିନ୍ତୁ ଟୀକା ଗୋବିନ୍ଦ ଚନ୍ଦ୍ର ଆଦ୍ୟପର୍ବରେ ରାମ ନାମରେ ପୋଥି ଆରମ୍ଭ ହୋଇଛି । -ଭଜୁନିକା ରାମ ନାମରେ ଗୋବିନ୍ଦ ଭଜୁନିକା ରାମ ନାମ- ଭଜି ନ ପାରିଲେ କୁଳଚନ୍ଦ୍ରମାରେ ବାନ୍ଧିନେବ କାଳଯମ । ଅତି ନାଟକୀୟ ଢଙ୍ଗରେ ଏକୋଇଶ ବର୍ଷିୟ ଯୁବକ ଗୋବିନ୍ଦ ଚନ୍ଦ୍ର ଦର୍ପଣରେ ନିଜ ମୁଖର ସୌନ୍ଦର୍ଯ୍ୟକୁ ଅବଲୋକନ କରି ଆତ୍ମସନ୍ତୋଷ ଲାଭ କରୁଥିବା ଅବସରରେ ନିଜ ମାତାଙ୍କ ଦୃଷ୍ଟିଗୋଚର ହୋଇଛି । କ୍ଷଣଭଙ୍ଗୁର ଜୀବନପ୍ରତି ମୁହ୍ୟମାନ ପୁତ୍ରକୁ ଦେଖି, ମାତା ଅତ୍ୟନ୍ତ କ୍ରୋଧାନ୍ନିତା ହୋଇ ଯାଇଛନ୍ତି । ଦିନେ ଅତି ସନ୍ତର୍ପଣରେ ପୁତ୍ରକୁ ଯୋଗୀ ହୋଇଯିବା ପାଇଁ ନିଷ୍ଠୁର ଆଦେଶ ଦିଅନ୍ତି । ରାମନାମ ଜପକର । ଏହି ରାମନାମ ତୋତେ ଭବ ସାଗରରୁ ଉଦ୍ଧାର କରିବ । ଏହି ରାଜଗାଦି, ଘରସଂସାର ସବୁ ଅଳୀକ ମାତ୍ର । ଏସବୁ ମିଛମାୟାର ସଂସାର । ଏଠାରେ କେହି କାହାର ନୁହେଁ । ଆଜି ଅଛେ, କାଲି ନାହେଁ । ବଡ଼ ନିଷ୍ଠୁର ସେହି କାଳଯମ । ତା’ଦୃଷ୍ଟିରେ କଷି, ପାକଳ ସବୁ ସମାନ । କେତେବେଳେ, କାହାକୁ ବାନ୍ଧିନେବ କେହି କହିପାରିବେ ନାହିଁ । ମଣିଷ ଜନ୍ମହୁଏ, ମରେ । ମାଆ, ବାପା, ଭାଇଭଉଣୀ ତଥା ଆତ୍ମୀୟ ସ୍ବଜନ କାନ୍ଦନ୍ତି । ଦିନେ ଦୁଇଦିନ ନଚେତ୍ ଦଶ ବାରଦିନ କାନ୍ଦନ୍ତି । ତା’ପରେ ସବୁ ଭୁଲି ଯାଆନ୍ତି । ମାତା, ଗୋବିନ୍ଦ ଚନ୍ଦ୍ରଙ୍କୁ ବୁଝାଉଛନ୍ତି- ତୁ ଯୋଗୀ ହୋଇ ଯା, ପରମସୁଖ ପାଇବୁ । ଧର୍ମ ହିଁ ଜୀବନର ଏକମାତ୍ର ସାଥୀ । ଉଦ୍ଭିନ୍ନ ଯୌବନର ଉଦ୍ଦାମତାରେ ରାଣୀମାନଙ୍କ ସହିତ ସୁଖସମ୍ଭୋଗରେ ନିମଗ୍ନ ଗୋବିନ୍ଦ ଚନ୍ଦ୍ର ମାତାଙ୍କର ଏପରି ଆଦେଶକୁ ସହଜରେ ସେ ଗ୍ରହଣ କରିପାରି ନାହାଁନ୍ତି । ମାତାଙ୍କୁ ଜିଜ୍ଞାସା କରିଛନ୍ତି, ଯଦି ଯୋଗୀ କରିଦେବାର ଥିଲା ତେବେ ପିଲାଟି ବେଳରୁ ଯୋଗୀ କରିଦେଲୁନି । ତୁମମନରେ ଯଦି ଏପରି ଥିଲା, ମୋତେ ବାହା କରୁଥିଲୁ କାହିଁକି ? ରାଜମାତା ପୁତ୍ରକୁ ବୁଝାଇଛନ୍ତି, ସନ୍ତାନ ବିୟୋଗରେ ମାଆ ସବୁଦିନ କାନ୍ଦେ । କିନ୍ତୁ, ପତ୍ନୀ କିଛିଦିନ କାନ୍ଦେ । ତୋତେ ପାଇବା ପାଇଁ କେତେ କଷ୍ଟ ସହିଛି । ତୋ ବାପାଙ୍କର ଅନେକ ରାଣୀ ମଧ୍ୟରେ ମୁଁ ଜଣେ ରାଣୀ ଥିଲି । ସବୁରାଣୀ ନିଃସନ୍ତାନ ଥିଲେ । କେବଳ ମୋର ସାତଟି ଝିଅ ହେଲେ, ପୁତ୍ର ସନ୍ତାନ ନହେବାରୁ ରାଜା ବହୁତ କ୍ରୋଧିତ ହେଲେ । ରାଜନଅରଠାରୁ ଦୂରରେ ଅବସ୍ଥିତ ଜଙ୍ଗଲରେ ଥିଲା ଏକ ନିମ୍ବତୋଟା । ସେଠାରେ ମୋର ରହିବା ପାଇଁ ଏକ ଘର ନିର୍ମାଣ କରି, ତାହାର ନାମ ଦେଲେ ‘ନିମଡୋହୀ’। ସେହିଘରକୁ ଲାଗି ଏକ ଘୋଡ଼ାଶାଳ ତିଆରି କଲେ । ରାଜା ସେହି ନିମଡୋହୀରେ ମୋତେ ରଖିଲେ । ପ୍ରତିଦିନ ସେରେ ଚାଉଳ ଓ ବୋଡ଼ିଏ କଉଡ଼ି । ପ୍ରତିଦିନ ସ୍ନାନ ପରେ, ପାଏ ଚାଉଳ ବ୍ରାହ୍ମଣବୈଷ୍ଣବମାନଙ୍କୁ ଦାନ କରେ । ପାଏ ଚାଉଳକୁ ରୋଷେଇ କରି ଦେବତାଙ୍କୁ ପୂଜା କରେ । ଦାନଧର୍ମ ପରେ ଯାହା ବଳେ ସେତିକିରେ ମୁଁ ଚଳେ । ତୋ’ ବାପା ଲୁଣ ନ ଦେଇ, ଦେଉଥାନ୍ତି ଯବକ୍ଷାର । ବାସନ ନ ଦେଇଥିବାରୁ ଗାତ ଖୋଳି ଭାତ ଖାଏ । ତେଲ ବଦଳରେ ଘୋଡାମୂତ, ହଳଦୀ ବଦଳରେ ବଣ ପିପ୍ପଳୀ । ଜାଳେଣି ପାଇଁ ବାରିବାଇଗଣ ଝଟା ଓ କାନକୋଳି କଣ୍ଟା । ତରକାରୀ ପାଇଁ ଦେଉଥାନ୍ତି କଳମଲଟା, ବାଇଗଣ ବେଣ୍ଟ ଆଉ ତୋଡ଼ି ମାଛର ଥଣ୍ଟ । ତେଲ ବିନା କେଶ ମୋର ଜଟା ହୋଇଗଲା । ଶୋଇବାକୁ କିଛି ନଥାଏ, ଘାସ ଉପରେ ଶୋଇପଡ଼େ । ପିନ୍ଧିବାକୁ ଲୁଗା ନଥାଏ, ଗଛ ବକଳ ମୋର ପରିଧାନ । ରାଜା ଲାଉଚନ୍ଦ୍ରଙ୍କର ମୁଁ କନ୍ୟା, ପିତାମାତା ମଉନାବତୀ ବୋଲି ନାମ ଦେଇଥିଲେ । ଆଉ କଷ୍ଟ ସହି ପାରିଲିନାହିଁ, ଦୂତଦ୍ୱାରା ଖବର ଦେଲି ରଙ୍ଗପୁରରେ ଝିଅକୁ ବିବାହ ଦେଇଥିଲ; ସେ ଏବେ ଘୋଡାଶାଳରେ ବନ୍ଦିନୀ । ଆଉ ଘୋଡାଲଣ୍ଡି ପୋଛି ପୋଛି ହାତ ବିଣ୍ଡି ହୋଇଗଲାଣି । ଦୂତଠାରୁ ଏପରି ଖବର ଶୁଣି ରାଜାରାଣୀ ଦୁଃଖରେ ମ୍ରିୟମାଣ ହୋଇପଡ଼ିଲେ । ଝିଅର ଦୁଃଖ ଦୂର କରିବା ପାଇଁ ଲକ୍ଷେ ମାଢ଼ ସୁନା ଦୂତଦ୍ୱାରା ପଠାଇଲେ । ଏହାକୁ ବିକ୍ରିକରି ନିମଡୋହୀରେ ଏକ ବଡ଼ ନଅର ତୋଳିଲେ । ଏହି ଉଆସ ତୋ ବାପାଙ୍କ ଉଆସଠାରୁ ଅଧିକ ସୁନ୍ଦର ଥିଲା । ଦୈବାତ୍ ତୋ’ବାପା ଦାନ୍ତ ଘଷୁ ଘଷୁ ନିମଡୋହୀ ଆଡ଼େ ଚାଲିଆସିଲେ । ମୁଁ ପୋଷିଥିବା ଶୁଆ ଶାରୀ ସୁନା ପଞ୍ଜୁରୀ ଭିତରୁ ରାଜାଙ୍କୁ ଦେଖି ଡାକିଲେ- ମଣିମା ମଣିମା ! ଗୁହାରୀ ଶୁଣିବା ହୁଅନ୍ତୁ । ରାଜା ଏହା ଶୁଣି ଚକିତ ହେଲେ !
ଭୁବନେଶ୍ବର , ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ । ଏହା ଏକ ଏଇତିହାସିକ ସହର ହେବା ସହ ପ୍ରାକ୍ତନ କଳିଙ୍ଗ ସଭ୍ରାଜ୍ୟର ରାଜଧାନୀ ମଧ୍ୟ ଥିଲା । ଏହାର ପ୍ରାଚୀନ ସ୍ଥାପତ୍ୟ କଳା ଏହି ସ୍ଥାନର ମୁଖ୍ୟ ଆକର୍ଷଣ । ୭ ମ ଶତାବ୍ଦୀରୁ ୧୧ତମ ଶତାବ୍ଦୀ ଯାଏ କଳିଙ୍ଗ ରାଜା ମାନେ ଅଯୁତି କରୁଥିବା ସମୟରେ ଏଠାରେ ଅନେକ ସୁନ୍ଦର ଚାରୁକଳା ସହ ନିର୍ମିତ ମନ୍ଦିର , ମହଲ ଆଦି ଏବେ ମଧ୍ୟ ମୂଲ୍ଯବାନ ପ୍ରତ୍ନତତ୍ଵ ହେଇ ରହିଛି । ବିଭିନ୍ନ ମନ୍ଦିରରେ ପ୍ରସ୍ତର ଖୋଦନ ହେଇଥିବା ଦେବା ଦେବୀଙ୍କ ପ୍ରତିକୃତି ପୁରାଣ ଓ ଉତ୍କଳର ଗୌରବମୟ ଇତିହାସର ମୁକ ସାକ୍ଷୀ ହେଇ ଦେଶ ବିଦେଶର ଅଗଣିତ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି । ଭଗବାନ ବିଷ୍ଣୁଙ୍କ ପାଇଁ ଅନନ୍ତ ବାସୁଦେବ , ଓ ବିନ୍ଦୁସାଗର ମନ୍ଦିର ଛଡା ପ୍ରାୟ ସମସ୍ତ ପ୍ରାଚୀନ ମନ୍ଦିର ମହାଦେବ ଶିବଙ୍କ ଉପାସନା ପାଇଁ ନିର୍ମିତ ହେଇଥିଲା ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଜ୍ଵର, (ଇଂରାଜୀ ଭାଷାରେ ଫିଭର ବା ପାଇରେକଶିଆ ଯଥାକ୍ରମେ Fever ବା pyrexia), ରୋଗର ସଂଜ୍ଞା: ଦେହର ଉତ୍ତାପ ସାଧାରଣ ତାପମାନରୁ ବୃଦ୍ଧି ପାଇଲେ ଜ୍ଵର ନାମ ଦିଆଯାଏ । ଶରୀରର ସାଧାରଣ ତାପମାନର ସର୍ବାଧିକ ମାନ ଉପରେ ମତୈକ୍ୟ ନାହିଁ ଓ ଏହାକୁ ୩୭.୫ରୁ ୩୮.୩ ସେ (୯୯.୫ରୁ ୧୦୦.୯) ମଧ୍ୟରେ ଧରାଯାଏ । ନିର୍ଦ୍ଧାରିତ ତାପମାତ୍ରାରୁ ଉତ୍ତାପ ଅଧିକ ହେଲେ ମାଂସପେଶୀ ସଂକୋଚନ ଅଧିକ ହୋଇ ଶୀତ ଅନୁଭବ ହୁଏ । ଏହାଦ୍ଵାରା ଅଧିକ ଉତ୍ତାପ ସୃଷ୍ଟି ହୁଏ ଓ ଉତ୍ତାପ ସଂରକ୍ଷଣ ଚେଷ୍ଟା ହୁଏ । ବର୍ଦ୍ଧିତ ଉତ୍ତାପ କମିବାକୁ ଆରମ୍ଭ ହେଲେ ଦେହକୁ ଉଷୁମ ଲାଗେ, ଲାଲ ଦେଖାଯାଏ ଝାଳ ବାହାରେ । କ୍ୱଚିତ ଜ୍ୱରଦ୍ୱାରା ଜ୍ୱରବାତ ସୃଷ୍ଟି ହୁଏ । ଏହା ଯୁବପିଲାଙ୍କର ଅଧିକ ହୁଏ । ସ୍ଵାଭାବିକ ଭାବେ ଜ୍ଵର ୪୧ରୁ ୪୨ °ସେ (୧୦୫.୮ରୁ ୧୦୭.୬ ଫା)ରୁ ଅଧିକ ହୁଏ ନାହିଁ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଶିଶୁ ଜ୍ଞାନମଣ୍ଡଳ ପିଲାମାନଙ୍କ ପାଇଁ ଏକ ଜ୍ଞାନର ଭଣ୍ଡାର। ବିଭିନ୍ନ ବିଷୟରେ ଜ୍ଞାନ ଆହରଣ ପାଇଁ ଏହା ଏକ ଉପାଦେୟ ପୁସ୍ତକ । ଏକଥାକୁ ଅନୁଭବ କରି ପଦ୍ମଶ୍ରୀ ବିନୋଦ କାନୁନଗୋ ଏକାକୀ ଓଡ଼ିଆ ଭାଷାରେ ଜ୍ଞାନକୋଷ ସଂପାଦ ନା କରି ବିଶ୍ଵ ଇତିହାସରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କଲେ । ତେବେ ଏହି ପ୍ରବନ୍ଧରେ ଶିଶୁଙ୍କ ପାଇଁ ରଚିତ ଜ୍ଞାନକୋଷରେ ଥିବା ବିଜ୍ଞାନଭିତ୍ତିକ ତଥ୍ୟ ଉପରେ ଆଲୋକପାତ କରାଯାଇଛି । ବିନୋଦ କାନୁନଗୋଙ୍କ ଭାଷାରେ ଆମ ଚତୁଃପାର୍ଶ୍ଵରେ ଜ୍ଞାନ ଆହରଣ ପାଇଁ ଅନେକ ଉପାଦାନ ଭରି ରହିଛି । ସେଗୁଡ଼ିକୁ ଦୃଷ୍ଟିରେ ରଖି ଜ୍ଞାନ ଆହରଣ କରିବା ପାଇଁ ଯିଏ ତପିର ହୋଇଉଠେ ସେ ହିଁ ଦୁନିଆରେ ବଡ଼ମଣିଷ ହୋଇପାରେ । ଏମିତି କେତେକ କଥା ଅଛି ଯାହା ବିଷୟରେ ପିଲାମାନେ ସହଜରେ ଜାଣିପାରୁ ନାହାନ୍ତି । ତେଣୁ ତାଙ୍କ ହାତରେ ଏମିତି କିଛି ପୁସ୍ତକ ତୋଳିଦେବେ ଯାହାକି ସେମାନଙ୍କୁ ଅନେକ ଛୋଟ ବଡ଼ ବିଷୟରେ ଅବଗତ କରାଇବ। ଏହିସବୁ କଥା ଚିନ୍ତା କରି ବିନୋଦ କାନୁନଗୋ ସଂପାଦନ କଲେ ଶିଶୁ ଜ୍ଞାନ ମଣ୍ଡଳ ବା ଚିଲ୍ଡରେନ୍ ଏନସାଇକ୍ଲୋପିଡ଼ିଆ। ଏଥିରେ ଥିବା ଶହ ଶହ ଚିତ୍ର, ମାନଚିତ୍ରମାନ ବିଜ୍ଞାନଜଗତ ସଙ୍ଗେ ପିଲାଙ୍କୁ ପରିଚିତ କରାଇ ଦେଇ ପାରୁଛି । ସେମାନେ ପାଇ ଯାଉଛନ୍ତି ଏକବିଂଶ ଶତାବ୍ଦୀ ବେଳର ଜ୍ଞାନ ଓ ଘଟଣା କ୍ରମର ପରିଚୟ । ଆଜିର ପିଲାଙ୍କ ଭବିଷ୍ୟତ ଦିନେ କିଭଳି ହେବ , ସେ କଥା ନିର୍ଭର କରୁଛି ସେମାନଙ୍କ ଦୂରଦୃଷ୍ଟି ଉପରେ । ଗୋଟିଏ ସେଟ ଶିଶୁ ଜ୍ଞାନମଣ୍ଡଳ ଏହି ପ୍ରକ୍ରିୟାକୁ ଯେ ଆଗକୁ ନେଇ ପାରିବ - ଏକଥା ସେ ଶିଶୁ ଜ୍ଞାନମଣ୍ଡଳ ମୁଖବନ୍ଧରେ ବ୍ୟକ୍ତ କରିଛନ୍ତି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.