ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅଂକୋର୍ ୱାଟ୍ ବା ଅଂଗକୋର୍ ୱତ୍ ମନ୍ଦିର କାମ୍ଵୋଡିଆ ବା କାମ୍ପୁଚିଆରେ ସ୍ଥିତ ୧୬୨.୬ ହେକ୍ଟର୍ (୧୬୨୬୦୦୦ ବର୍ଗ ମିଟର୍ ବା ୪୦୨ ଏକର୍) କ୍ଷେତ୍ରଫଳ ବିଶିଷ୍ଟ ବିଶ୍ଵର ସର୍ବବୃହତ ଧାର୍ମିକ ଐତିହ୍ୟ ସ୍ଥଳୀ । କ୍ଷ୍ମେର୍ ବା ଖମେର୍ ଭାଷାରେ ଏହାକୁ អង្គរវត្ត ଭାବେ ଲେଖାଯାଏ ଓ ଏହାର ଅର୍ଥ ହେଲା "ମନ୍ଦିର ରାଜଧାନୀ" । ହିନ୍ଦୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ କ୍ଷ୍ମେର୍ ରାଜବଂଶୀୟ ରାଜା ଦ୍ଵିତୀୟ ସୂର୍ଯ୍ୟବର୍ମନଙ୍କ ଦ୍ଵାରା ଏହି ମନ୍ଦିର ନିର୍ମିତ ହୋଇଥିଲା କିନ୍ତୁ କାଳକ୍ରମେ ଦ୍ଵାଦଶ ଶତାବ୍ଦୀର ଶେଷ ଆଡକୁ ଏହା ଏକ ବୌଦ୍ଧ ମନ୍ଦିରରେ ପରିଣତ ହୋଇଥିଲା । ଦ୍ଵାଦଶ ଶତାବ୍ଦୀର ଆରମ୍ଭ ବେଳକୁ ରାଜା ଦ୍ଵିତୀୟ ସୂର୍ଯ୍ୟବର୍ମନ କ୍ଷ୍ମେର ସାମ୍ରାଜ୍ୟର ରାଜଧାନୀ ଯଶୋଧାରାପୁର (କ୍ଷ୍ମେର ଭାଷାରେ យសោធរបុរៈ, ବର୍ତ୍ତମାନ ସମୟରେ ଅଂକୋର୍ ନାମରେ ପରିଚିତ) ଠାରେ ଏହି ମନ୍ଦିରର ନିର୍ମାଣ କରିଥିଲେ । ଏହା ତାଙ୍କର ରାଜକୀୟ ମନ୍ଦିର ବା ଇଷ୍ଟଦେବଙ୍କ ମନ୍ଦିର ଓ ପୂଜାସ୍ଥଳୀ ଥିଲା । ପୂର୍ବ ରାଜାମାନଙ୍କ ଦ୍ଵାରା ଅନୁସୃତ ଶୈବ ପରମ୍ପରାର ପରିବର୍ତ୍ତେ ଏହି ମନ୍ଦିରଟିକୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ ଉତ୍ସର୍ଗୀକୃତ କରାଯାଇଥିଲା । ଏହି ଅଞ୍ଚଳର ପ୍ରଚୀନ ମନ୍ଦିରମାନଙ୍କ ମଧ୍ୟରେ ଏହା ଉତ୍ତମ ରୂପେ ସଂରକ୍ଷିତ ଏବଂ ଏହାର ପ୍ରତିଷ୍ଠା ସମୟରୁ ଆରମ୍ଭ କରି ଏକ ଦୀର୍ଘକାଳ ପର୍ଯ୍ୟନ୍ତ ଏହା ଧାର୍ମିକ କାର୍ଯ୍ୟକଳାପର କେନ୍ଦ୍ରବିନ୍ଦୁ ପାଲଟିଥିଲା । ଏହି ମନ୍ଦିର କ୍ଷ୍ମେର ପାରମ୍ପରିକ ସ୍ଥାପତ୍ୟ କଳାର ସର୍ବଶ୍ରେଷ୍ଠ ନିଦର୍ଶନ । ବର୍ତ୍ତମାନ ସମୟରେ ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପ୍ରତୀକଭାବେ ପରିଗଣିତ ହେଉଛି । ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପତାକାରେ ମଧ୍ୟ ଦୃଶ୍ୟମାନ ଏବଂ କାମ୍ପୁଚିଆକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରମୁଖ ଆକର୍ଷଣ ସ୍ଥଳୀ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବିଷ୍ଣୁ ମନ୍ଦିର, ଭୁବନେଶ୍ୱର ଏକ ହିନ୍ଦୁ ମନ୍ଦିର, ଭଗବାନ ବିଷ୍ଣୁଙ୍କୁ ସମର୍ପିତ କରିଥାଏ ଯାହା ତଳବଜାରରେ ବିନ୍ଦୁ ସାଗରର ପୂର୍ବୀ ତଟ ବନ୍ଧରେ ସ୍ଥିତ ହୋଇଛି, ଯାହା ଓଡିଶାର ରାଜଧାନୀ ଭୁବନେଶ୍ୱରର ଡାହାଣ ପାର୍ଶ୍ୱ ଲିଙ୍ଗରାଜ ମନ୍ଦିର କେଦାର-ଗୌରୀ ଲେନ ଭାବେ ପ୍ରମୁଖ । ମନ୍ଦିରର ପଶ୍ଚିମ ପାର୍ଶ୍ୱ ଏବଂ ସଂସ୍କାର ଭଣ୍ଡାରଣ ଉଦେଶ୍ୟ ପାଇଁ ପ୍ରୟୋଗ କରାଯାଇଥାଏ । ବାହାର କାନ୍ଥରେ ମୂର୍ତ୍ତୀକଳା ସୁଶୋଭିତ ଏବଂ "ରାହା" ଏବଂ "ପାର୍ଶ୍ୱଦେବତା"ର ମତ ହୋଇଥାଏ କି, ମୂଳତଃ ବିଷ୍ଣୁଙ୍କୁ ସମର୍ପିତ କରିଥାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଆଷାଢ଼ ଶୁକ୍ଳ ଏକାଦଶୀ ବା ହରିଶୟନ ଏକାଦଶୀ ଦିନ ଠାରୁ ଚତୁର୍ମାସ୍ୟା ଆରମ୍ଭ ହୋଇଯାଏ । ଏହା ସାଧାରଣତଃ ଅଶୁଦ୍ଧ କାଳ ବୋଲି ବିବେଚନା କରାଯାଏ, ତେଣୁ ଏହି ସମୟରେ କୌଣସି ଶୁଭ କର୍ମ କରାଯାଏ ନାହିଁ । ଏହି ସମୟରେ ଭଗବାନ ବିଷ୍ଣୁ ଶୟନରେ ଥା’ନ୍ତି ବୋଲି ବିଶ୍ୱାସ କରାଯାଏ । କିନ୍ତୁ ଏହା ଶ୍ରୀହରିଙ୍କୁ ଆରାଧନା କରିବାର ପ୍ରକୃଷ୍ଟ ସମୟ ବୋଲି ଅନେକ ମତ ଦିଅନ୍ତି । ବର୍ଷା ଚାରିମାସ ମଧ୍ୟରେ ମନୁଷ୍ୟ ଯେତେଦିନ ଜନାର୍ଦ୍ଦନଙ୍କ ସମ୍ମୁଖରେ ସମୟ ଅତିବାହିତ କରେ, ସେତେ ସମୟ ପର୍ଯ୍ୟନ୍ତ ସେ ଅଶ୍ୱମେଧ ଯଜ୍ଞର ଫଳ ଲାଭକରେ । ମହୋଦଧିର ପବିତ୍ର ଜଳରେ ସ୍ନାନପୂର୍ବକ ଭଗବାନ ଶ୍ରୀ ପୁରୁଷୋତ୍ତମଙ୍କର ଦର୍ଶନ କରି ଚତୁର୍ମାସ୍ୟା ବ୍ରତ ପାଳନ କରିବାଦ୍ୱାରା ମୁକ୍ତିର ସାଧନ ସୁଗମ ହୁଏ । ଏଥିପାଇଁ ସାଧକମାନେ ଏହି ସମୟରେ ପୁରୁଷୋତ୍ତମ କ୍ଷେତ୍ରରେ ବାସ କରନ୍ତି । କୁହାଯାଏ ଯେ ବର୍ଷର ଆଠମାସ କାଳ ଭଗବାନଙ୍କୁ ଦର୍ଶନ କରି ମନୁଷ୍ୟ ଯେଉଁ ପୁଣ୍ୟ ଅର୍ଜନ କରିଥାଏ ଚତୁର୍ମାସ୍ୟାର ଗୋଟିଏ ଦିନ ଦର୍ଶନରେ ସେହି ଫଳ ମିଳେ । ସାଧାରଣତଃ ଶାକହାର କିମ୍ବା ଫଳାହାରଦ୍ୱାରା ଏହି ବ୍ରତ ପାଳନ କରାଯାଇଥାଏ । ଯେଉଁମନେ ଆଧ୍ୟାତ୍ମିକସ୍ତରରେ ଉଚ୍ଚତର ସୋପାନକୁ ଯିବା ପାଇଁ ଇଚ୍ଛୁକ ଥାଆନ୍ତି ସେମାନେ ଏହି ସମୟରେ କୌଣସି ନିର୍ଜନ ସ୍ଥାନକୁ ଯାଇ ତପସ୍ୟାରେ ନିମଗ୍ନ ହୋଇଯାଆନ୍ତି । ସାଧାରଣ ଗୃହୀ ସାଧକମାନେ ଜପମାଳା ଧରି ଏହି ସମୟରେ ଜପାଦି କର୍ମ କରିଥାନ୍ତି । ଶ୍ରାବଣ ମାସରେ ଶାଗ, ଭାଦ୍ରବ ମାସରେ ଦହି, ଆଶ୍ୱିନ ମାସରେ ଦୁଧ ଏବଂ କାର୍ତ୍ତିକ ମାସରେ ଡାଲି ତ୍ୟାଗ କରାଯାଏ ।
ଗଣେଶ୍ଵର ମିଶ୍ର (୨୮ ଅକ୍ଟୋବର ୧୯୪୨ - ୧୦ ଅଗଷ୍ଟ ୨୦୧୫) ଜଣେ ଓଡ଼ିଆ ଲେଖକ, ଅନୁବାଦକ ଓ ଶିକ୍ଷାବିଦ ଥିଲେ । ସେ ତାଙ୍କ ଶିଶୁ ସାହିତ୍ୟ ପୁସ୍ତକ "ବିଲାତରେ ବାବୁ ଓ ପପୁ" ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ମିଶ୍ର ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ମଧ୍ୟ ଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ପ୍ରାୟ ୧୦୦ରୁ ଉର୍ଦ୍ଧ ପୁସ୍ତକ ରଚନା କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟ, କେଣ୍ଟ ବିଶ୍ୱବିଦ୍ୟାଳୟ ଓ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ନାଗ ଚତୁର୍ଥୀ କାର୍ତ୍ତିକ ଶୁକ୍ଳ ଚତୁର୍ଥୀ ଦିନ ପାଳନ କରାଯାଏ । ଏହି ପର୍ବଟି ନାଗ ଦେବତାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଇଥାଏ । ଏହି ପର୍ବରେ ନାରୀମାନେ ପରିବାର ତଥା ବିଶେଷ କରି ସନ୍ତାନମାନଙ୍କ ମଙ୍ଗଳ କାମନା କରି ପାଳନ କରିଥାନ୍ତି । ବିଶ୍ଵାସ ରହିଛି ଏହି ପୂଜା କଲେ ସର୍ପ ଦଶଂନର ଭୟ ରହେ ନାହିଁ । ଏହି ପୂଜା ଦୀପାବଳି ଅମାବାସ୍ୟା ପରବର୍ତ୍ତୀ ଚତୁର୍ଥୀ ଦିନ ପରେ ପାଳନ କରାଯାଏ । ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା । ନାରୀ ମାନେ ଏକତ୍ରିତ ହୋଇ ହୁଙ୍କା ଥିବା ସ୍ଥାନରେ ଚିତା ପକାଇ ସିନ୍ଦୁରଦେଇ ଫୁଲରେ ସଜାଇ, ସବୁ ପ୍ରକାରର ପୂଜା ସାମଗ୍ରୀ ଯଥା ଧୂପ ଦୀପ ନଡ଼ିଆ, କଦଳୀ, ଗୁଡ଼ ଚାଉଳ ଚୁନା, ଆଖୁ ଓ ଅନ୍ୟାନ୍ୟ ଫଳ ମୂଳ ଦେଇ ପୂଜା କରିଥାନ୍ତି । କେଉଁ କେଉଁ ସ୍ଥାନରେ ଅଣ୍ଡା ଓ କ୍ଷୀର ମଧ୍ୟ ନାଗ ଦେବତାଙ୍କ ସନ୍ତୁଷ୍ଠି ଉଦେଶ୍ୟରେ ଅର୍ପଣ କରାଯାଏ । ହୁଙ୍କା ପୂଜାରେ ଖିର ଓ ସିରିଣି ଦିଆ ଯାଇଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୃଷ୍ଣଚନ୍ଦ୍ର ତ୍ରିପାଠୀ (୨୩ ଫେବୃଆରୀ ୧୯୧୪ - ୧୭ ଅକ୍ଟୋବର ୨୦୦୬) ଜଣେ କବିରାଜ, ଓଡ଼ିଆ କଥାଚିତ୍ର ପ୍ରଯୋଜକ, ଲେଖକ ଓ ରାଜନେତା ଥିଲେ । ଓଡ଼ିଆ କଥାଚିତ୍ର ପ୍ରଯୋଜନା, ବିତରଣ ଓ ପ୍ରଦର୍ଶନ ନିମନ୍ତେ ଗଠିତ ପ୍ରଥମ ସମବାୟ ସଂସ୍ଥା ଉତ୍କଳ ଚଳଚ୍ଚିତ୍ର ପ୍ରତିଷ୍ଠାନର ସଂସ୍ଥାପକ । ୧୯୭୧ରୁ ୧୯୭୩ ପର୍ଯ୍ୟନ୍ତ ସେ ପଞ୍ଚମ ବିଧାନ ସଭାରେ ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ପ୍ରତିନିଧି ଥିଲେ । ସେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସିନେଟ ସଭ୍ୟ ଥିଲେ । ସେ ଉତ୍କଳ ଆୟୁର୍ବେଦିକ କୋ-ଅପରେଟିଭ ଫାର୍ମାସୀ ଲିମିଟେଡ଼, ଆସିକା, ଉତ୍କଳ କେମିକାଲ କମ୍ପାନୀ ଓ କବିରାଜ ଭବନର ପ୍ରତିଷ୍ଠାତା ଅଟନ୍ତି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଓଡ଼ିଶାର ପର୍ବପର୍ବାଣିଗୁଡିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧିୟ । ତୁଳା ମାସର ସଂକ୍ରାନ୍ତିରେ ପାଳିତ ହୁଏ ଗର୍ଭଣା ସଂକ୍ରାନ୍ତି । ଇଂରାଜୀ ମାସ ଅକ୍ଟୋବରରେ ପଡେ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ ଧାନଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି -ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।
କାର୍ବାମାଜେପିନ (ସିବିଜେଡ) ଏକ ଔଷଧର ନାମ ଯାହାର ବ୍ୟବସାୟିକ ନାମ ପ୍ରାରମ୍ଭରେ ଟେଗ୍ରେଟଲ ଥିଲା । ଏହା ପ୍ରଥମେ ଏପିଲେପ୍ସି ଓ ସ୍ନାୟୁଜନିତ ଯନ୍ତ୍ରଣା ପାଉଥିବା ରୋଗୀଙ୍କୁ ଦିଆଯାଉଥିଲା । ବାତ ମାରୁଥିଲେ ଫେନିଣ୍ଟଏନ ଓ ଭାଲପ୍ରୋଏଟ ଭଳି କାମ ଦିଏ । ଆବସେନ୍ସ ସିଜର ବା ଅନୁପସ୍ଥିତ ବାତ ଓ ମାୟୋକ୍ଲୋନିକ ସିଜରରେ କାମ ଦିଏନାହିଁ । ଅନ୍ୟାନ୍ୟ ଔଷଧ ସହିତ ଏହା ସିଜିଫ୍ରେନିଆ ଓ ଦ୍ୱିତୀୟ ଧାଡ଼ି ଔଷଧରୂପେ ବାଇପୋଲାର ଡିଜଅର୍ଡ଼ର ରୋଗରେ ବ୍ୟବହାର କରାଯାଇପାରେ । ଦିନକୁ ୨ରୁ ୪ ଥର ଦିଆଯାଏ । ଏହା ଏକ କଣ୍ଟ୍ରୋଲଡ ରିଲିଜ ଔଷଧ ଆକାରରେ ମିଳୁଛି ଯାହାର ପାର୍ଶ୍ୱ ପ୍ରତିକ୍ରିୟା କମ ଥିବା ଜଣାଯାଉଛି ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।
ପଦ୍ମଶ୍ରୀ ଗୁରୁ ଗଙ୍ଗାଧର ପ୍ରଧାନ,(୧୦ ଜୁଲାଇ ୧୯୪୮ - ୧୦ ଅକ୍ଟୋବର ୨୦୧୦) ପୁରୀ ଜିଲ୍ଲା ବ୍ରହ୍ମଗିରୀ ବ୍ଳକ ଅନ୍ତର୍ଗତ ପାରିକୂଳ ଗାଁରେ ୧୯୪୮ ମସିହା ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଗୁରୁ ଗଙ୍ଗାଧର ବାଲ୍ୟକାଳରୁ ଶାରିରୀକ ଅସୁସ୍ଥତା ମଧ୍ୟରେ ରହୁଥିବାରୁ ପିତା ମୁରଲୀଧର ପ୍ରଧାନ ଓ ମା ଦ୍ୱିତୀକା ଦେବୀ ତାଙ୍କୁ ନିକଟସ୍ଥ ଡିମିରୀସେଣା ଗ୍ରାମରେ ପୂଜା ପାଉଥିବା ବାଲୁଙ୍କେଶ୍ୱରଙ୍କୁ ସମର୍ପଣ କରିଦେଇଥିଲେ । ପୁଅ ଆରୋଗ୍ୟ ଲାଭ କଲେ ଗୋଟିପୁଅ ନୃତ୍ୟ କରିବ ବୋଲି ପିତା ମାତା ମାନସୀ ଥିଲେ । ଏହି ମାନସିକ ଗୁରୁ ଗଙ୍ଗାଧରଙ୍କ ପାଇଁ ଥିଲା ଆଦ୍ୟ ପ୍ରେରଣା । ସୁସ୍ଥ ହେବାପରେ ଗୁରୁ ଗଙ୍ଗାଧର, ଗୁରୁ ବାଞ୍ଚାନିଧି ପ୍ରଧାନ, ପଣ୍ଡିତ ଚନ୍ଦ୍ରଶେଖର ପଟ୍ଟନାୟକ ଓ ଗୁରୁ ବୀରବର ସାହୁଙ୍କଠାରୁ ଗୋଟିପୁଅ ନୃତ୍ୟ ଶିକ୍ଷା ଲାଭ କରିଥିଲେ । ପରେ ଭୁବନେଶ୍ୱରସ୍ଥ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରୁ ଓଡ଼ିଶୀ ନୃତ୍ୟଶିକ୍ଷା ଲାଭ କରି ନୃତ୍ୟାଚାର୍ଯ୍ୟ ଉପାଧି ହାସଲ କରିବା ସହ ନିଜକୁ ଜଣେ ପ୍ରତିଭାବାନ ଓଡ଼ିଶୀ ନୃତ୍ୟଶିଳ୍ପୀ ଭାବରେ ପରିଚିତ କରାଇଥିଲେ । ଗୁରୁ ଗଙ୍ଗାଧର ପଦ୍ମଶ୍ରୀ ପଙ୍କଜ ଚରଣ ଦାସ, ଗୁରୁ କେଳୁଚରଣ ମହାପାତ୍ର, ଗୁରୁ ଦେବପ୍ରସାଦ ଦାସ, ଡ.
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଡୋପାମିନ୍, ଏକ ବିକ୍ରୟ ନାମ ଇଣ୍ଟ୍ରୋପିନ (Intropin) ଏକ ଔଷଧ ଯାହା ସାଧାରଣ ଭାବରେ ଅତି ନିମ୍ନ ରକ୍ତଚାପ, ଲକ୍ଷଣ ପ୍ରକାଶିତ ଧୀର ହୃତ୍ସ୍ପନ୍ଦନ ହାର ଓ ହୃଦ୍ରୋଧ ଚିକିତ୍ସା ନିମନ୍ତେ ଏପିନେଫ୍ରିନ ନ ମିଳୁଥଲେ ଦିଆଯାଏ । ନବଜାତ ଶିଶୁଙ୍କର ନିମ୍ନ ରକ୍ତଚାପ ଥିଲେ ଏହା ପସନ୍ଦ ଯୋଗ୍ୟ ଔଷଧ ହୁଏ । ନିମ୍ନ ରକ୍ତଚାପରେ ପିଲାମାନଙ୍କର ଏପିନେଫ୍ରିନ ବା ନରଏପିନେଫ୍ରିନ ସାଧାରଣତଃ ବ୍ୟବହାର କରାଯାଉଥିବା ବେଳେ ବୟସ୍କ ଲୋକଙ୍କୁ ନରଏପିନେଫ୍ରିନ ଦିଆଯାଏ । ଏହା ଶିରାଭ୍ୟନ୍ତର ଇଞ୍ଜେକସନ ବା ଇଣ୍ଟ୍ରାଓସିଅସ ଇନଫ୍ୟୁଜନ ଆକାରରେ ଦିଆଯାଏ । ଔଷଧ ପ୍ରଭାବ ୫ ମିନିଟ ମଧ୍ୟରେ ଆରମ୍ଭ ହୁଏ । ଡୋଜ ଆବଶ୍ୟକତା ଅନୁସାରେ ବଢ଼େଇ ଦିଆଯାଏ ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ଜ୍ୟୋତିର୍ମୟୀ ବଳ ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ‘ମୁଁ ମିସ୍ ଓଡ଼ିଶା’ ଗ୍ରାଣ୍ଡ ଫିନାଲେରେ ‘ମୁଁ ମିସ୍ ଓଡ଼ିଶା'-୨୦୧୪ବର୍ଷ ପାଇଁ ବିବେଚିତ ହୋଇଥିଲେ । ଭୁବନେଶ୍ୱରରେ ଏମ୍ବିଏ ପଢୁଥିବା ଜ୍ୟୋତିର୍ମୟୀ ମଡେଲିଂ କରୁଛନ୍ତି । ବିଶ୍ୱସୁନ୍ଦରୀ ପ୍ରତିଯୋଗିତା ପାଇଁ ବି ସେ ପ୍ରସ୍ତୁତି କରିବେ । ସୁଯୋଗ ମିଳଲେ ବଲିଉଡରେ କାମ କରିବାକୁ ଇଛା ରଖିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |