ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପ୍ରଥମାଷ୍ଟମୀ (ଅଥବା ପଢୁଆଁଷ୍ଟମୀ, ପୋଢୁଆଁଷ୍ଟମୀ) ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ I ଏହା ଓଡ଼ିଶାର ଏକ ପାରମ୍ପାରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I ଏହା ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ଗୋଟିଏ ଯାତ୍ରା ଦିବସ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକ ସମୂହ ଙ୍କ ତାଲିକା
ଏହା ଭାରତୀୟ ଜାତୀୟ କ୍ରିକେଟ ଅଧିନାଯକ ମାନଙ୍କ ଏକ ତାଲିକା । ଏଥିରେ ଭାରତୀୟ ପୁରୁଷ , ମହିଳା ଓ ଯୁବ ଦଳର ଟେଷ୍ଟ । ଏକଦିବଶୀୟ ଅନ୍ତର୍ଜାତିକ , ଓ ଟି20 ଅନ୍ତର୍ଜାତିକ ଦଳର ଅଧିନାୟକ ମାନଙ୍କ ନାମ ରହିଛି । "ବ୍ରିଟିଶ ଭାରତ" ରାଜକୀୟ କ୍ରିକେଟ କାଉନ୍ସିଲ ( ଯାହା ବର୍ତମାନ ଅନ୍ତର୍ଜାତିକ କ୍ରିକେଟ କାଉନସିଲ , ICC ନାମରେ ପରିଚିତ )ର ପୂର୍ଣ ସଦସ୍ୟତା 1926 ମସିହା 31 , ମେରେ ହାସଲ କରିବା ପରେ 1932 ଜୁନ 25 ତାରିଖରେ ଷଷ୍ଠ ଟେଷ୍ଟ ମାନ୍ୟତା- ପ୍ରାପ୍ତ ଦେଶ ଭାବରେ ଇଂଲଣ୍ଡ , ଅଷ୍ଟ୍ରେଲିଆ , ୱେଷ୍ଟ ଇଣ୍ଡିଜ , ଦକ୍ଷିଣ ଆଫ୍ରିକା ଓ ନିଉଜିଲାଣ୍ଡ ସହ ସାମିଲ ହେଇଥିଲା ।ଦ୍ଵିତୀୟ ବିଶ୍ଵ ଯୁଦ୍ଧର ଅବ୍ୟବହିତ ପୂର୍ବରୁ ଭାରତ ମାତ୍ର 7ଟି ଟେଷ୍ଟ ଖେଳିଥିଲା ଓ ସମସ୍ତ କେବଳ ଇଂଲଣ୍ଡ ବିପକ୍ଷରେ ଥିଲା । ଏହା ମଧ୍ୟରୁ ଭାରତ 5ଟି ରେ ପରାଜୟ ବରଣ କରିଥିବା ବେଳେ 2 ଟିକୁ ଅମୀମାଂଶିତ ରଖିବାରେ ସଫଳ ହେଇଥିଲା । ଅନ୍ୟ ଦେଶ ବିରୁଦ୍ଧରେ ଭାରତ ପ୍ରଥମେ ଡନ ବ୍ରାଡମେନଙ୍କ ତତ୍ପ କାଳୀନ ଅପରାଜେୟ କୁହାଯାଉଥିବା ଅଷ୍ଟ୍ରେଲିଆ ଦଳ ସହ ପ୍ରଥମ କରି 1947-48 ମସିହାରେ ଖେଳିଥିଲା ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତରତ୍ନ - ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ । ୧୯୫୪ରେ ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମ ବିଭୂଷଣ ଉପାଧି ସହ ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ ଆରମ୍ଭ ହୋଇଥିଲା । ଯେକୌଣସି ଜାତି, ବୃତ୍ତି (ଜୀବନ ସହ ଜଡ଼ିତ ସବୁ କ୍ଷେତ୍ରରେ ମହାନ ଅବଦାନ), ପାହ୍ୟା କିମ୍ବା ଲିଙ୍ଗର ବ୍ୟକ୍ତି ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥାଆନ୍ତି । ଭାରତରତ୍ନ ନିମନ୍ତେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରପତିଙ୍କ ନିକଟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ସୁପାରିଶ କରିଥାନ୍ତି । ପ୍ରତିବର୍ଷ ଅତିବେଶିରେ ୩ଜଣଙ୍କୁ ଭାରତରତ୍ନ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି । ସମ୍ମାନ ସ୍ଵରୂପ ଏକ ପ୍ରଶଂସାପତ୍ର ଏବଂ ପଦକ ପ୍ରଦାନ କରାଯାଏ । ରାଷ୍ଟ୍ରପତି ନିଜେ ଏହି ସମ୍ମାନ ପ୍ରଦାନ କରନ୍ତି । ଅଦ୍ୟାବଧି ୪୧ଜଣ ପ୍ରମୁଖ ବ୍ୟକ୍ତିଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇସାରିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଏସିଆ ରାଜମାର୍ଗ ୧ (ଏ ଏଚ ୧) "ଏସିଆ ରାଜମାର୍ଗ ଜାଲ" ର ସବୁଠାରୁ ଲମ୍ବା ରାଜମାର୍ଗ ଅଟେ । ଏହାର ମୂଳ ଲମ୍ବା ୨୦,୫୫୭ କିଲୋମିଟର (୧୨,୭୭୪ ମିଲି) ଅଟେ । ଏହା ଟୋକିୟୋ, ଜାପାନରୁ ଆରମ୍ଭ କରି କୋରୀୟା, ଚୀନ ଜନବାଦୀ ଗଣରାଜ୍ୟ, ହଙ୍ଗକଙ୍ଗ, ଦକ୍ଷୀଣ-ପୂର୍ବ ଏସିଆ, ବଙ୍ଗଳା ଦେଶ, ଭାରତ, ପାକିସ୍ତାନ, ଆଫଗାନିସ୍ତାନ ଏବଂ ଇରାନରୁ ହୋଇ ତୁର୍କୀ ଏବଂ ବୁଲ୍ଗାରିୟା ପର୍ଯ୍ୟନ୍ତ ଯାଇଥାଏ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ତୁ ମୋ ଦେହର ଛାଇ, ୨୦୧୩ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନୀଲ କୁମାର ରାଉତ ଏବଂ ଶିବପ୍ରସାଦ ଦାସ । ସୁଜାତା ରାଉତ ଓ ସିପ୍ରା ଦାସ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଦେବୀଦତ୍ତ ମହାନ୍ତି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ହିମାଂଶୁ ପରିଜା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
ସାଇନୁସାଇଟିସ ବା ସାଇନସ ସଂକ୍ରମଣ ବା ରାଇନୋସାଇନୁସାଇଟିସ, ଇଂରାଜୀରେ Sinusitis ବା sinus infection ବା rhinosinusitis, ଏକ ରୋଗ ଯେଉଁଥିରେ ସାଇନସର ପ୍ରଦାହ ହୁଏ । ଚିହ୍ନ ଓ ଲକ୍ଷଣ: ସାଧାରଣତଃ ନାକରୁ ବହଳିଆ ସ୍ରାବ ହୁଏ, ନାକ ବନ୍ଦ ହୋଇଯାଏ ଓ ମୁହଁରେ ଯନ୍ତ୍ରଣା ହୁଏ । ଜ୍ୱର, ମୁଣ୍ଡବଥା, କମ ଘ୍ରାଣଶକ୍ତି ତଣ୍ଟି ଘାଆ ଓ କାଶ ଇତ୍ୟାଦି ଲକ୍ଷଣ ମଧ୍ୟ ପ୍ରକାଶ ପାଏ । ରାତିରେ ଅଧିକ କାଶ ହୁଏ । କ୍ୱଚିତ ଜଟିଳତା ହୁଏ । ଚାରି ସପ୍ତାହରୁ କମ ହୋଇଥିଲେ ଏହାକୁ ଆକ୍ୟୁଟ ରାଇନୋସାଇନୁସାଇଟିସ (ଏଆରଏସ) ଓ ୧୨ ସପ୍ତାହରୁ ଅଧିକ ହେଲେ କ୍ରନିକ ରାଇନୋସାଇନୁସାଇଟିସ (ସିଆରଏସ) କୁହାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଫାଇବ୍ରୋମ୍ୟାଲ୍ଜିଆ (ଏଫ୍ଏମ୍) ଏକ ମେଡିକାଲ ବେମାରୀ ଯେଉଁଥିରେ ଦେହର ଅନେକ ଜାଗାରେ କ୍ରନିକ ଯନ୍ତ୍ରଣା ହୁଏ ଓ ଦେହରେ ଚାପ ପଡ଼ିଲେ ଅସାମାନ୍ୟ ଯନ୍ତ୍ରଣା ହୁଏ । ଥକ୍କା ଅନୁଭବ ଯୋଗୁ ସାଧାରଣ ଜୀବନ ଯାତ୍ରା ବାଧାପ୍ରାପ୍ତ ହୁଏ ନିଦ୍ରା ସମସ୍ୟା ଓ ସ୍ମରଣ ସମସ୍ୟା ହୁଏ । ରେସ୍ଟଲେସ୍ ଲେଗ୍ ସିଣ୍ଡ୍ରୋମ, ଅନ୍ତନଳୀ ବା ମୂତ୍ରାଶୟ ସମସ୍ୟା, ଉଚ୍ଚସ୍ୱର, ଆଲୋକ ଓ ଉତ୍ତାପକୁ ସମ୍ବେଦନଶୀଳ ଇତ୍ୟାଦି ଲକ୍ଷଣ କେତେକ ଲୋକ ପ୍ରକାଶ କରନ୍ତି । ଅନେକ ସମୟରେ ଅବସାଦ, ଉତ୍କଣ୍ଠା ଓ ଆଘାତୋତ୍ତର ଚାପ ବେମାରୀ ଏହି ରୋଗୀଙ୍କ ସହ ଦେଖାଯାଏ । ଅନେକ ପ୍ରକାରର କ୍ରନିକ ଯନ୍ତ୍ରଣା ମଧ୍ୟ ଏହି ରୋଗରେ ହୁଏ ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ହର୍ପିସ୍ ସିମ୍ପ୍ଲେକ୍ସ୍ (ଗ୍ରୀସ୍ ଭାଷାରେ ἕρπηςର ଅର୍ଥ ଘୁସୁରିବା ବା ଲୁକ୍କାୟିତ) ଏକ ଭୁତାଣୁ ଜନିତ ରୋଗ ଯାହା ହର୍ପିସ୍ ସିମ୍ପ୍ଲେକ୍ସ୍ ଭୁତାଣୁଦ୍ୱାରା ହୁଏ । ସଂକ୍ରମିତ ହୋଇଥିବା ଶରୀରର ଅଂଶ ଅନୁସାରେ ଏହାର ନାମ ଦିଆଯାଇଥାଏ । ଓରାଲ୍ ହର୍ପିସ୍ ମୁହଁ ଓ ପାଟିରେ ହୁଏ । ଏହି ଭୁତାଣୁଦ୍ୱାରା ଛୋଟ ଫୋଟକା ଦଳବଦ୍ଧ ଭାବରେ ହୁଏ ଯାହାକୁ ଥଣ୍ଡା ଘାଆ ବା ଜରଷଣ୍ଢା କୁହାଯାଏ ଓ ତଣ୍ଟି ସଂକ୍ରମଣ ମଧ୍ୟ ହୁଏ । ଯୌନ ହର୍ପିସ୍ରେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ ବା ଫୋଟକା ହୋଇ ଫାଟିଯାଇ ଛୋଟ ଘାଆ ହୁଏ । ଏହା ୨ରୁ ୪ ସପ୍ତାହରେ ଶୁଖିଯାଏ । ଫୋଟକା ହେବା ପୂର୍ବରୁ ଝିମ୍ ଝିମ୍ ହୁଏ ବା ତୀବ୍ର ଯନ୍ତ୍ରଣା (shooting pain) ହୁଏ । ହର୍ପିସ୍ ସାଇକ୍ଲରେ ସାମୟିକ ଲକ୍ଷଣ ପ୍ରକାଶ ପାଏ ଓ ସାମୟିକ ଲକ୍ଷଣହୀନ ହୁଏ । ପ୍ରଥମରେ ଜ୍ୱର, ମାଂସପେଶୀ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲିବା ଓ ମୁଣ୍ଡବଥା ହୁଏ । ସମୟ କ୍ରମେ ଏହାର ଭୟାବହତା ଓ ସମୟ କମିଯାଏ । ଏହାଦ୍ୱାରା ହେଉଥିବା ଅନ୍ୟ ରୋଗମାନଙ୍କର ନାମ: ଅଙ୍ଗୁଳିରେ ହେଲେ ହର୍ପେଟିକ୍ ହୁଇଟ୍ଲୋ, ଚକ୍ଷୁ ହର୍ପିସ୍, ମସ୍ତିଷ୍କ ହର୍ପିସ୍, ଓ ନବଜାତ ହର୍ପିସ୍ ।
ଲିଓନାର୍ଡୋ ଦା ଭିନ୍ସି (Leonardo di ser Piero da Vinci: Italian pronunciation: [leoˈnardo da vˈvintʃi] pronunciation (help•info); 15 April 1452 – 2 May 1519, Old Style) ଜଣେ ଇତାଲିୟ ବ୍ୟକ୍ତି ଥିଲେ ଓ ଏକା ଧାରରେ ଜଣେ ଚିତ୍ରକର, ସ୍ଥପତି, ଆର୍କିଟେକ୍ଟ, ସଙ୍ଗୀତଜ୍ଞ, ଗଣିତଜ୍ଞ, ଯନ୍ତ୍ରୀ (ଇଞ୍ଜିନିଅର), ଉଦ୍ଭାବକ, ଶରୀର ଗଠନ ବିଶେଷଜ୍ଞ (ଆନାଟମିଷ୍ଟ), ଭୂତତ୍ତ୍ଵବିଦ (ଜେଓଲୋଜିଷ୍ଟ), କାର୍ଟୋଗ୍ରାଫର, ଉଭିଦବିଜ୍ଞାନୀ ଓ ଲେଖକ ଥିଲେ । ସେ ଅତ୍ୟଧିକ କୌତୁହଳି ଓ ଅନୁସନ୍ଧିତ୍ସୁ ଥିଲେ । ତାଙ୍କୁ ରେନାସାଁ ମଣିଷ ବା ଅତୃପ୍ତ କୌତୁହଳି ଓ ଅତ୍ୟଧିକ ଉଦ୍ଭାବନୀ ଚିନ୍ତାଧାରା ସମ୍ପର୍ଣ୍ଣ କୁହାଯାଉଥିଲା । ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଚିତ୍ରକର ଓ ବିବିଧ କଳାସମ୍ପର୍ଣ୍ଣ ମଣିଷ କୁହାଯାଏ । ଐତିହାସିକ ହେଲେନ ଗାର୍ଡନରଙ୍କ ମତରେ ତାଙ୍କ ଭଳି ଅନୁସନ୍ଧାନ ଆଗ୍ରହୀ ସଂସାରରେ ଅଦ୍ଵିତୀୟ ଓ ଅବିଦିତ । ତାଙ୍କର ମନ personality ସେ ଅତିମାନବୀୟ ଥିଲେ ତଥା ସେ ନିଜେ mysterious ଓ remote ଥିଲେ । ମାର୍କୋ ରୋଷୀ ମତରେ ଲିୟନାର୍ଡୋଙ୍କ ବିଷୟରେ ବହୁତ ଜିଜ୍ଞାସା ଥିଲେ ମଧ୍ୟ ସେ ତତ୍ତ୍ଵାନୁମୋଦିତ ଥିଲେ । ତାଙ୍କର ଦୃଷ୍ଟିରେ ସଂସାର ରହସ୍ୟମୟ ନ ହୋଇ ତାତ୍ଵିକ ଥିଲା । ତାଙ୍କର କର୍ମ ପଦ୍ଧତି ସେ ଯୁଗ ନିମନ୍ତେ ଅସାଧାରଣ ଥିଲା।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ୱିଲିଅମ୍ ସେକ୍ସପିଅର ଜଣେ ଇଂରେଜ କବି, ନାଟ୍ୟକାର ଓ ଅଭିନେତା ଥିଲେ । ଇଂରାଜୀ ଭାଷାର ଶ୍ରେଷ୍ଠତମ ଲେଖକ ଭାବେ ସେ ପରିଗଣିତ । "ବାର୍ଡ୍ ଅଫ୍ ଏଭୋନ୍" (ଏଭୋନର ଗୀତି କବି) ନାମରେ ପ୍ରସିଦ୍ଧ ଏହି ମହାକବିଙ୍କୁ ଇଂଲଣ୍ଡର ଜାତୀୟ କବି ବୋଲି ମଧ୍ୟ ଗ୍ରହଣ କରାଯାଏ । ତାଙ୍କ ରଚନା ସବୁ ମଧ୍ୟରେ ୩୮ଟି ନାଟକ, ୧୫୪ ସନେଟ, ଦୁଇଟି ଦୀର୍ଘ କବିତା ଓ କେତୋଟି କ୍ଷୁଦ୍ର ଧାଡି କବିତା ଅନ୍ତର୍ଭୁକ୍ତ । ତାଙ୍କ ନାଟକ ସବୁ ଅନେକ ଭାଷାରେ ଅନୂଦିତ ହୋଇଛି ।
ମୂତ୍ରାଙ୍ଗ ସଂକ୍ରମଣ (Urinary Tract) ଅର୍ଥ ମୂତ୍ର ପ୍ରସ୍ତୁତ କରିବା ଯନ୍ତ୍ର ବୃକକ (Kidney), ମୂତ୍ର ପରିବହନ ନଳୀ (Ureter), ମୂତ୍ରାଶୟ (Urinary Bladder) ଓ ନିଷ୍କାସନ ନଳୀ (Urethra) ସମୂହର ଯେ କୌଣସି ଅଂଶର ସଂକ୍ରମଣ । ଏହାର ବିଭିନ୍ନ ଅଂଶ ଜୀବାଣୁଦ୍ଵାରା ସଂକ୍ରମିତ ହୋଇଥାଏ । ନିମ୍ନ ମୂତ୍ରାଙ୍ଗ ବା ମୂତ୍ରାଶୟ ସଂକ୍ରମଣକୁ ସିସ୍ଟାଇଟିସ (Cystitis), ପରିବହନ ନଳୀର ପ୍ରାରମ୍ଭିକ ଅଂଶ ସଂକ୍ରମଣକୁ ପାଏଲୋନେଫ୍ରାଇଟିସ୍ (Pyelonephritis))., ନିଷ୍କାସନ ନଳୀ ସଂକ୍ରମଣକୁ ୟୁରେଥ୍ରାଇଟିସ୍ (Urethritis) କୁହାଯାଏ । ନିମ୍ନ ମୂତ୍ରାଙ୍ଗ ସଂକ୍ରମଣରେ ମୂତ୍ରତ୍ୟାଗ ସମୟରେ ଯନ୍ତ୍ରଣା ହୁଏ, ବାରମ୍ବାର ପରିସ୍ରା ହୁଏ ଓ ମୂତ୍ରାଶୟ ଖାଲି ଥିଲେ ମଧ୍ୟ ପରିସ୍ରା କରିବାକୁ ଅନୁଭବ ହୁଏ । ବୃକ୍କ ସଂକ୍ରମଣ ହେଲେ ଉପରଲିଖିତ ଲକ୍ଷଣ ସହିତ ଜ୍ୱର ଓ ପେଟ ଦୁଇ ପାଖରେ ଯନ୍ତ୍ରଣା ହୁଏ । କ୍ୱଚିତ ପରିସ୍ରା ରକ୍ତାକ୍ତ ହୁଏ । ରୋଗୀ ଅତି ଛୋଟ ବା ଅତି ବୟସ୍କ ହୋଇଥିଲେ ଲକ୍ଷଣ ଅନିଶ୍ଚିତ ବା ଅନିର୍ଦ୍ଦିଷ୍ଟ ଥାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀ ମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା । ପୁର୍ବରୁ "ନାଥୁରାମ ଗଡସେ" ୫ ଥର ହତ୍ୟା ପାଇଁ ପ୍ରୟାସ କରିଥିଲେ ମଧ୍ୟ ଅସଫଳ ହୋଇଥିଲେ । ପ୍ରଥମେ ୧୯୩୪ରେ ହତ୍ୟା ପାଇଁ ପ୍ରୟାସ କରିଥିଲେ ।
ବିନାଇନ ପାରୋକସିସମାଲ ପୋଜିସନାଲ ଭର୍ଟାଇଗୋ
ବିନାଇନ ପାରୋକସିସମାଲ ପୋଜିସନାଲ ଭର୍ଟାଇଗୋ (ଇଂରାଜୀରେ Benign paroxysmal positional vertigo ବା ବିପିପିଭି/ BPPV) ରୋଗରେ ଅନ୍ତଃକର୍ଣ୍ଣରେ ସମସ୍ୟା ଥାଏ । ନିଜେ ଘୁରିବା ବେଳେ ମୁଣ୍ଡର ସ୍ଥାନ ପରିବର୍ତ୍ତନ ସଙ୍ଗେ ସଙ୍ଗେ ସ୍ୱଳ୍ପ ସମୟ ନିମନ୍ତେ ମୁଣ୍ଡ ବୁଲାଏ । ବିଛଣାରେ ପାର୍ଶ୍ୱ ପରିବର୍ତ୍ତନ ସମୟରେ ବା ସ୍ଥାନ ପରିବର୍ତ୍ତନ ସମୟରେ ଏହି ସମସ୍ୟା ଜାତ ହୁଏ । ପ୍ରତି ମୁଣ୍ଡବୁଲା ଏକ ସେକେଣ୍ଡରୁ କମ ସମୟ ଧରି ହୁଏ । ଏହା ସହିତ ସାଧାରଣତଃ ଓକାଳ (Nausea) ଲାଗେ । ମୁଣ୍ଡବୁଲା ବା ଭର୍ଟାଇଗୋର ଏହି ରୋଗ ଏକ କାରଣ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ରଣପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ରଣପୁର (କ୍ରମିକ ସଂଖ୍ୟା: ୧୧୯) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳଗୁଡ଼ିକ ହେଲା ରଣପୁର ବ୍ଳକ ଓ ଓଡ଼ଗାଁ ବ୍ଳକର କିଛି ଅଞ୍ଚଳ ।
ସିଫିଲିସ୍ ଏକ ଯୌନସଞ୍ଚାରିତ ସଂକ୍ରମଣ ରୋଗ ଯାହା ଟ୍ରେପୋନେମା ପାଲିଡମ୍ (ପାଲିଡମ୍ ଉପସ୍ପେସି) ନାମକ ଜୀବାଣୁଦ୍ୱାରା ହୁଏ । ସଞ୍ଚାରଣର ପ୍ରାଥମିକ ପଥ ହେଲା ଯୌନ ସ୍ପର୍ଶ; ଏହା ଗର୍ଭାବସ୍ଥାରେ ମାଆଠାରୁ ଫିଟସ୍ ବା ଗର୍ଭସ୍ଥ ଶିଶୁକୁ ସଞ୍ଚାରିତ ହୋଇ ଜନ୍ମଗତ ସିଫିଲିସ୍ ହୁଏ । ସମ୍ପର୍କୀୟ ଟ୍ରେପୋନେମା ପାଲିଡମ୍ ଯୋଗୁ ୟଜ୍ ରୋଗ (ପର୍ଟେନ୍ୟୁ ଉପବିଭାଗ) ଓ ବେଜେଲ ରୋଗ (ଏଣ୍ଡେମିକମ୍) ମଧ୍ୟ ହୁଏ । ଏହି ରୋଗର ଚିହ୍ନ ଓ ଲକ୍ଷଣ ସମୂହ ରୋଗର ଚାରୋଟି ପାବଚ୍ଛ ବା ସ୍ଟେଜ୍ (ପ୍ରାଇମେରି, ସେକଣ୍ଡାରି, ଲେଟେଣ୍ଟ ଓ ଟର୍ସିଆରି) ଉପରେ ଥିବା ଅବସ୍ଥା ଉପରେ ନିର୍ଭର କରେ । ପ୍ରଥମ ସ୍ଟେଜରେ ଗୋଟିଏ ସାଙ୍କର ଦେଖାଯାଏ ଯେଉଁଥିରେ ଗୋଟିଏ ଟାଣ, ଯନ୍ତ୍ରଣାବିହୀନ ଓ ଗଲୁ ନ ହେଉଥିବା ଚର୍ମ ଘାଆ ଦେଖାଯାଏ, କିନ୍ତୁ ଅନେକ ଗୁଡ଼ିଏ ଘାଆ ମଧ୍ୟ ଦେଖାଯାଏ । ଏହା ପୁରୁଷ ଯୌନାଙ୍ଗରେ, ମହିଳାଙ୍କ ପ୍ରଜନନ ପଥରେ,ପାଟିରେ ଓ ମଳଦ୍ୱାରରେ ହୁଏ । ପ୍ରଥମ ଜୀବାଣୁ ସଂସ୍ପର୍ଶରେ ଆସିବାର ୨୧ ଦିନ ପରେ ଏହି ରୋଗ ଆରମ୍ଭ ହୁଏ ଓ ଚିକିତ୍ସା ବିହୁନେ ୪ରୁ ୮ ସପ୍ତାହ ମଧ୍ୟରେ ଉପଶମ ହୋଇଯାଏ । ଦ୍ୱିତୀୟକ ବା ସେକେଣ୍ଡାରି ସିଫିଲିସ୍ରେ (secondary syphillis) ରାସ୍ ହୁଏ ଓ ଏହା ପାପୁଲି ଓ ପାଦରେ ହୁଏ । ପାଟି ଓ ଯୋନୀ ମଧ୍ୟରେ ଦେଖାଯାଏ । ଲୁକ୍କାୟିତ ସିଫିଲିସ୍ରେ (latent syphillis) କୌଣସି ଲକ୍ଷଣ ଦେଖାଯାଏ ନାହିଁ ଓ ଏହା ବର୍ଷ ବର୍ଷ ଧରି ରହିଥାଏ । ତୃତୀୟକ ବା ଟର୍ସିଆରି ସିଫିଲିସ୍ରେ (tertiary syphillis) ଗମାସମୂହ (ନରମ ଅଣ-କର୍କଟ ବୃଦ୍ଧି),ସ୍ନାୟୁ ରୋଗ କିମ୍ବା ହୃଦ୍ ରୋଗ ହୁଏ । ଏହି ରୋଗ ବିରାଟ ଅନୁକରଣୀୟ ରୋଗ ("the great imitator") ନାମରେ ମଧ୍ୟ ପରିଚିତ କାରଣ ଏହା ଅନିୟମିତ ଓ ଅନ୍ୟ ରୋଗମାନଙ୍କର ବିବିଧ ଲକ୍ଷଣ ଦେଖାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
କୋଲେଷ୍ଟ୍ରଲ୍ ହେଉଛି ଏକ ସ୍ନେହସାର ବା ମହମ ଜାତୀୟ ପଦାର୍ଥ । ଏହା ଜଳରେ ଅଦ୍ରବଣୀୟ । ଏହା ରକ୍ତରେ ମଧ୍ୟ ଦ୍ରବଣୀୟ ନୁହେଁ । କୋଲେଷ୍ଟ୍ରଲ୍ ପ୍ରୋଟିନ ସହ ମିଶି ଲିପୋପ୍ରୋଟିନ ତିଆରି କରେ । ଏହି ପ୍ରୋଟିନ କୋଲେଷ୍ଟ୍ରଲ ଚାରିପାଖରେ ଏକ ଆବରଣ ସୃଷ୍ଟି କରେ । ଯେତେବେଳେ କୋଲେଷ୍ଟ୍ରଲରେ ପ୍ରୋଟିନର ପରିମାଣ ଅଧିକ ହୁଏ, ଏହା ଯକୃତରେ ପ୍ରବେଶ କରି ଏକ ପ୍ରକାର ପିତ୍ତରସଯୁକ୍ତ ଅମ୍ଲ ତିଆରି କରେ । ଏହାକୁ ହାଇ-ଡେନ୍ସିଟି-ଲିପୋପ୍ରୋଟିନ ବା ଏଚ୍.ଡି.ଏଲ୍ କୁହାଯାଏ । ସାଧାରଣତଃ ଏହାକୁ ଉପକାରି କୋଲେଷ୍ଟ୍ରଲ ଭାବରେ ବିବେଚନା କରାଯାଏ । ଯେତେବେଳେ ଲିପୋପ୍ରୋଟିନରେ ପ୍ରୋଟିନର ପରିମାଣ କମ୍ ହୋଇ ସ୍ନେହସାରର ପରିମାଣ ଅଧିକ ହୋଇଥାଏ ଏହା ରକ୍ତରେ ଅଧିକ ଦୂର ଗତି କରିପାରିନଥାଏ । କୋଷରେ ଥିବା କେତେକ ସ୍ୱତନ୍ତ୍ର ଗ୍ରାହୀ ଅଙ୍ଗ ସହ ଏହା ବାନ୍ଧି ହୋଇ ଲୋ-ଡେନ୍ସିଟି-ଲିପୋପ୍ରୋଟିନ ବା ଏଲ୍.ଡି.ଏଲ୍ ଗଠନ କରେ । ସାଧାରଣତଃ ଏହା ଶରୀର ପାଇଁ କ୍ଷତିକାରକ ହୋଇଥିବାରୁ ଏହାକୁ ଅପକାରୀ କୋଲେଷ୍ଟ୍ରଲ ଭାବରେ ବିବେଚନା କରାଯାଇଥାଏ । ପ୍ରାୟ ୭୫ଭାଗ କୋଲେଷ୍ଟ୍ରଲ ଯକୃତରେ ସୃଷ୍ଟି ହୋଇଥାଏ । ଶରୀରର କ୍ଷୁଦ୍ରାନ୍ତ୍ର ମଧ୍ୟ କିଛି ପରିମାଣର କୋଲେଷ୍ଟ୍ରଲ ତିଆରି କରିବା ସହ ଏହାର ଶୋଷଣ କରିଥାଏ । ସାଧାରଣ ଖାଦ୍ୟ ପଦାର୍ଥଦ୍ୱାରା ମଧ୍ୟ ଶରୀରରେ ୩୦୦ରୁ ୫୦୦ ମିଲିଗ୍ରାମ କୋଲେଷ୍ଟ୍ରଲ ସୃଷ୍ଟି ହୋଇଥାଏ । ଏହି କୋଲେଷ୍ଟ୍ରଲ ସାଧାରଣତଃ ମାଂସ ଓ କ୍ଷୀର ଜାତୀୟ ଖାଦ୍ୟରୁ ଆସିଥାଏ । ଏପରିକି ଆମ ଖାଦ୍ୟ କୋଲେଷ୍ଟ୍ରଲ୍ ରହିତ ହେଲେ ମଧ୍ୟ ଶରୀରରେ ଶ୍ୱେତସାର, ପୁଷ୍ଟିସାର ଓ ସ୍ନେହସାରର ବିଘଟନ ଘଟି ଅଙ୍ଗାରକ ବା କାର୍ବନ ଉତ୍ପାଦିତ ହୋଇଥାଏ, ଯାହାକୁ ଯକୃତ କୋଲେଷ୍ଟ୍ରଲରେ ରୂପାନ୍ତରିତ କରିଥାଏ । ଜଣେ ମଣିଷ ସାରା ଜୀବନ ପାଇଁ କୋଲେଷ୍ଟ୍ରଲଯୁକ୍ତ ଖାଦ୍ୟ ଖାଇବା ବନ୍ଦ କରିଦେଲେ ମଧ୍ୟ ଶରୀରରେ କୋଲେଷ୍ଟ୍ରଲର ପରିମାଣ ହ୍ରାସ ପାଇ ନଥାଏ । ଏହା କିପରି ସମ୍ଭବ?