ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଅଜିମ୍ ହାସିମ ପ୍ରେମଜୀ(ଜନ୍ମ ୨୪ ଜୁଲାଇ ୧୯୪୫) ଜଣେ ଭାରତର ବିଖ୍ୟାତ ବ୍ୟବସାୟୀ,ପୁଞ୍ଜିଲଗାଣକାରୀ ଏବଂ ଜଣେ ଲୋକହିତକାରୀ ଅଟନ୍ତି। ସେ ୱିପ୍ରୋ ଲିମିଟେଡ୍ ର ଚେୟାରମ୍ୟାନ୍ ଅଟନ୍ତି। ଅପୌଚାରିକଭାବେ ସେ ଭାରତୀୟ ଆଇଟି ଇଣ୍ଡଷ୍ଟ୍ରିର ସିଜାର ଭାବେ ଜଣାଶୁଣା। ସେ ଚାରି ଦଶନ୍ଧି ଧରି ସେ ୱିପ୍ରୋ ର ମାର୍ଗଦର୍ଶକ ସାଜିବା ସଙ୍ଗେ ସଙ୍ଗେ ଭାରତୀୟ ଆଇଟି ଇଣ୍ଡଷ୍ଟ୍ରି ର ଜଣେ ଆଗ ଧାଡିର ନେତା ଅଟନ୍ତି। ୨୦୧୦ ମସିହାରେ ଏସିଆ ୱିକ୍ ଦ୍ୱାରା ସେ ୨୦ ଜଣ ବିଖ୍ୟାତ ଲୋକଙ୍କ ମଧ୍ୟରେ ମନୋନୀତ ହୋଇଥିଲେ। ୨୦୦୪ ଓ ୨୦୧୧ ମସିହାରେ ସେ ଟାଇମ୍ ମାଗାଜିନ୍ ଦ୍ୱାରା ୧୦୦ଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ମନୋନୀତ ହୋଇଥିଲେ। ପ୍ରେମ୍ଜୀ ୱିପ୍ରୋର ୭୩ ଶତଭାଗ ମାଲିକ ଅଟନ୍ତି ଓ ପ୍ରାଇଭେଟ୍ ଇକ୍ୟୁଟି ଫଣ୍ଡ, ପ୍ରେମଜୀ ଇନ୍ଭେଷ୍ଟ ର ମାଲିକ ଅଟନ୍ତି। ସେ ୨ ଶତକୋଟି ଡଲାର ସମ୍ପତ୍ତିର ମାଲିକ ଅଟନ୍ତି।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ଵିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ବିଦୁସ୍ମିତା ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ଓଡ଼ିଆ ଆଲବମ ଜଗତରେ ପ୍ରଥମେ ପ୍ରବେଶ କରିଥିଲେ । ଏହାପରେ ସେ ଓଡ଼ିଆ ଧାରାବାହିକ ଏବଂ କଥାଚିତ୍ରରେ ଅଭିନୟ କରିଥିଲେ । ବଧୂ ନୁହେଁ ମୁଁ ବନ୍ଧୁ ଚଳଚ୍ଚିତ୍ରରେ ସେ ନାୟିକା ଭାବରେ ଅଭିନୟ କରିଥିଲେ । ସାର୍ଥକ ଟିଭିରେ ପ୍ରସାରିତ ଧାରାବାହିକ ପରୀରେ ସେ ଅଭିନୟ କରିଥିଲେ । ସେ ଓଡ଼ିଆ କଥାଚିତ୍ରରେ ଆଇଟମ ନୃତ୍ୟ ପାଇଁ ଅଧିକ ପରିଚିତ । ଚକ୍ଲେଟ୍ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ଆଇଟମ୍ ନୃତ୍ୟ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ବିଦ୍ୟା ସିହ୍ନା ସାହା ମିମ୍ ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ମଡେଲ ଏବଂ ଦୂରଦର୍ଶନ ଉପସ୍ଥାପିକା । ବିଦ୍ୟା ୨୦୦୭ରେ ଲକ୍ସ ଚେନାଲ ଆଇ ସୁପରଷ୍ଟାର ପ୍ରତିଯୋଗୀତା ଜିତିବା ପରେ ଅଭିନୟରେ ତାଙ୍କର ପେଷା ଆରମ୍ଭ କରିଥିଲେ । ୨୦୦୭ରେ ସେ ଏକ ବଙ୍ଗଳାଦେଶୀ ଦୂରଦର୍ଶନ ଧାରାବାହିକ ଜରିଆରେ ଅଭିନୟ ଆରମ୍ଭ କରିଥିଲେ । ହୁମାୟୁନ୍ ଅହମଦଙ୍କର ଦୂରଦର୍ଶନ ଧାରାବାହିକ ଜଳ ତରଙ୍ଗରେ ସେ ମୁଖ୍ୟ ନାୟିକା ଭାବରେ ୨୦୦୭ରେ ଅଭିନୟ ଆରମ୍ଭ କରିଥିଲେ । ସେ ଚଳଚ୍ଚିତ୍ର ଦୁନିଆରେ ପାଦ ଦେବା ପରେ ହୁମାୟୁନ ଅହମଦଙ୍କର ଚଳଚ୍ଚିତ୍ର ଅମର ଅଚେ ଝୋଲ୍ କଥାଚିତ୍ର ଜରିଆରେ ବଙ୍ଗଳାଦେଶ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ୨୦୦୮ ମସିହାରେ ତାଙ୍କର ପ୍ରଥମ ଚଳଚ୍ଚିତ୍ରର ମୁକ୍ତିଲାଭ କରିଥିଲା । ଏହି ଚଳଚ୍ଚିତ୍ରଟି ଏକ ବଡ଼ ସଫଳତା ପାଇଥିଲା ଏବଂ ସମୀକ୍ଷକମାନେ ଅଧିକ ପସନ୍ଦ କରିଥିଲେ । ଏହାପରେ ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ଆମର ପ୍ରାଣର ପ୍ରିୟା ସବୁଠାରୁ ବଡ଼ ବ୍ୟବସାୟିକ ସଫଳତା ପାଇଥିଲା । ଏହି ଚଳଚ୍ଚିତ୍ର ପାଇଁ ସେ ମେରିଲ୍ ପ୍ରଥମ ଆଲୋ ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ମନୋନୀତ ହୋଇଥିଲେ । ୨୦୧୪ରେ ସେ ଗ୍ଲୋ ଅଫ୍ ଦ ଫାୟାରଫ୍ଲାଏରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ଅନେକ ଆନ୍ତର୍ଜାତୀୟ ପୁରସ୍କାର ପାଇଥିଲା । ୧୨ତମ ଏସିଆନ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଏହି ଚଳଚ୍ଚିତ୍ରଟିକୁ ମଧ୍ୟ ପୁରସ୍କୃତ କରାଯାଇଥିଲା । ଏହି ସହ ୮୭ତମ ଆକାଡେମୀ ପୁରସ୍କାର ପାଇଁ ଆନ୍ତର୍ଜାତୀୟ ସ୍ତରରେ ପ୍ରଥମ ଥର ପାଇଁ ବଙ୍ଗଳାଦେଶକୁ ସ୍ଥାନ ମିଳିଥିଲା ।
ମହମ୍ମଦ ମୋଈନ ଖାନ (ଉର୍ଦ୍ଦୁ: محمد معین خان (ଜନ୍ମ ୨୩ ସେପ୍ଟେମ୍ବର ୧୯୭୧), ପାକିସ୍ତାନ କ୍ରିକେଟ ଦଳର ପ୍ରାକ୍ତନ ଖେଳାଳୀ ଅଟନ୍ତି । "ମୋଇନ ଖାନ" ଭାବରେ ସେ ବେଶି ପରିଚିତ । ସେ ମୁଖ୍ୟତଃ ଜଣେ ୱିକେଟରକ୍ଷକ-ବ୍ୟାଟ୍ସମ୍ୟାନ ଥିଲେ । ସେ ୧୯୯୦ରୁ ୨୦୦୪ ପର୍ଯ୍ୟନ୍ତ ପାକିସ୍ତାନ ରାଷ୍ଟ୍ରୀୟ କ୍ରିକେଟ ଦଳ ପାଇଁ ଟେଷ୍ଟ କ୍ରିକେଟ ଏବଂ ଏକ ଦିବସୀୟ ଆନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ । ତାହା ସହ ସେ ପାକିସ୍ତାନୀ ଟୀମର ନେତୃତ୍ୱ ମଧ୍ୟ ନେଇଥିଲେ । ସେ ଟେଷ୍ଟ କ୍ରିକେଟରେ ୧୦୦ଟି କ୍ୟାଚ ନେଇଥିଲେ । ଏକ ଦିବସୀୟ କ୍ରିକେଟରେ ସେ ୩,୦୦୦ରୁ ଅଧିକ ଏକ ଦିବସୀୟ ରନ ବନେଇଥିଲେ ଏବଂ ୨୦୦ଟି କ୍ୟାଚ ନେଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଚିକୁନଗୁନିଆ (ଇଂରାଜୀ ଭାଷାରେ Chikungunya) ଏକ ସଂକ୍ରମଣ (infection) ଯାହା ଚିକୁନଗୁନିଆ ଭୁତାଣୁଦ୍ୱାରା ହୁଏ । ଏହି ରୋଗର ମୂଖ୍ୟ ଲକ୍ଷଣ: ଜ୍ୱର ଓ ଗଣ୍ଠି ଯନ୍ତ୍ରଣା (joint pain) । ଭୁତାଣୁ ସଂସ୍ପର୍ଶରେ ଆସିବାର ୨ରୁ ୧୨ ଦିନ ପରେ ଏହି ଲକ୍ଷଣମାନ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ: ମୁଣ୍ଡବଥା, ଗଣ୍ଠିଫୁଲା ଓ ରାସ ଇତ୍ୟାଦି ଦେଖାଯାଏ । ଅଧିକାଂଶ ରୋଗୀ ଏକ ସପ୍ତାହ ଭିତରେ ଭଲ ଅନୁଭବ କରନ୍ତି କିନ୍ତୁ ଗଣ୍ଠି ଯନ୍ତ୍ରଣା ମାସ ମାସ ଧରି ରହିଯାଏ । ଏହି ରୋଗରେ ମୃତ୍ୟୁ ସଙ୍କଟ ହାର (risk of death) ପ୍ରତି ୧,୦୦୦ ଲୋକରେ ୧ ଜଣ । ଅଳ୍ପ ବୟସର ଯୁବକ, ବୃଦ୍ଧ ଓ ଅନ୍ୟ ସ୍ୱାସ୍ଥ୍ୟ ସମସ୍ୟା ଥିବା ଲୋକ ଏହି ରୋଗ ସଙ୍କଟରେ ଅଧିକ ରହନ୍ତି । ଦୁଇ ପ୍ରଜାତିର ମଶାଙ୍କଦ୍ୱାରାଏହି ରୋଗ ମାନବରୁ ମାନବକୁ ବ୍ୟାପିଥାଏ, ସେହି ମଶାଙ୍କର ନାମ ଏଡିସ ଆଲବୋପିକ୍ଟସ (Aedes albopictus) ଓ ଏଡିସ ଇଜିପ୍ଟି (Aedes aegypti).
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଭରତେଶ୍ୱର ଶିବ ମନ୍ଦିର ଭୁବନେଶ୍ୱରରେ ଥିବା ୬ଷ୍ଠ ଶତାବ୍ଦୀର ଏକ ହିନ୍ଦୁ ମନ୍ଦିର ଅଟେ । ଏହା ମୁଖ୍ୟତଃ ଭାଗବାନ ଶିବଙ୍କୁ ସମର୍ପିତ । ଏହି ମନ୍ଦିରରେ ୟୋନିପୀଠ ମଧ୍ୟରେ ଅବସ୍ଥାପିତ ଶିବଲିଙ୍ଗ ପୂଜା ପାଆନ୍ତି । ଶିବରାତ୍ରି ଆଦି ପର୍ବ ଏଠାରେ ପାଳନ କରାଯାଏ । କଳ୍ପନା ଛକରୁ ଲିଙ୍ଗରାଜ ମନ୍ଦିର ଆଡକୁ ଯାଇଥିବା ସଡକର ବାମ ପଟକୁ, ରାମେଶ୍ୱର ମନ୍ଦିରର ବିପରିତ ପାର୍ଶ୍ୱରେ ଏହି ମନ୍ଦିର ଅବସ୍ଥିତ । ମନ୍ଦିରରେ କଳିଙ୍ଗ ସ୍ଥାପତ୍ୟ କଳାର ରେଖା ବିମାନ ଶୈଳିରେ ନିର୍ମିତ । ଏହା ଓଡ଼ିଶାର ପୁରୁଣା ମନ୍ଦିର ମାନଙ୍କ ମଧ୍ୟରୁ ଗୋଟିଏ ଅଟେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ହୃଦ୍ଘାତ (ଇଂରାଜୀରେ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏମ.ଆଇ. ଅଥବା ଆକ୍ୟୁଟ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏ.ଏମ.ଆଇ., ବା ହାର୍ଟ ଆଟାକ୍ ଯଥାକ୍ରମେ Myocardial infarction (MI) or acute myocardial infarction (AMI), commonly known as a heart attack), ରୋଗ ହୁଏ ଯେତେବେଳେ ହୃତ୍ପିଣ୍ଡର ଗୋଟିଏ ଅଂଶକୁ ରକ୍ତ ସରବରାହ ବନ୍ଦ ହୋଇ ସେହି ସ୍ଥାନର ହୃତ୍ପିଣ୍ଡ ମାଂସପେଶୀ ମରିଯାଆନ୍ତି । ଏହାର ଅତି ସାଧାରଣ ଲକ୍ଷଣ: ଛାତି ଯନ୍ତ୍ରଣା ବା ଛାତି ବେଆରାମ ଯାହା କାନ୍ଧ, ବାହୁ, ପିଠି ଓ ହନୁ ହାଡ଼ ଆଡ଼କୁ ମାଡ଼ିଯାଏ । ଅଧିକାଂଶ ସମୟରେ ଏହି କଷ୍ଟ ଛାତି ମଝିରେ ବା ବାମ ପାଖରେ ହୁଏ ଓ କିଛି ମିନିଟରୁ ଅଧିକ ସମୟ ଧରି ରହେ । ଅନେକ ସମୟରେ ଏହା ଛାତି ଜ୍ୱଳନ ଭଳି ଲାଗେ । ଅନ୍ୟ ଲକ୍ଷଣ ମଧ୍ୟରେ ଛୋଟ ଶ୍ୱାସକ୍ରିୟା, ଓକାଳ, ଅଚେତ ଅନୁଭବ, ଥଣ୍ଡା ଝାଳ ଓ ଥକ୍କା ଲାଗିବା ଭଳି ଲାଗେ । ପ୍ରାୟ ୩୦ % ଲୋକଙ୍କର ଅସ୍ୱାଭାବିକ ଲକ୍ଷଣ ଥାଏ, ପୁରୁଷଙ୍କର ମହିଳାଙ୍କ ଅପେକ୍ଷା ଅଧିକ ଅସ୍ୱାଭାବିକ ଲକ୍ଷଣ ଦେଖାଯାଏ । ୭୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୫ % ଲୋକଙ୍କର ସାମାନ୍ୟ ବା କୌଣସି ଲକ୍ଷଣ ନ ଥାଏ । ହୃଦ୍ଘାତ ଫଳରେ ହୃଦ୍ପାତ (heart failure), ଅନିୟମିତ ହୃତ ସ୍ପନ୍ଦନ ବା ହୃଦ୍ରୋଧ (cardiac arrest) ହୋଇପାରେ । ଅଧିକାଂଶ ହୃଦ୍ଘାତ କରୋନାରୀ ଧମନୀ ରୋଗ ଯୋଗୁ ହୁଏ । ସଙ୍କଟ ଦାୟକ ଅବସ୍ଥା ମଧ୍ୟରେ ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ରକ୍ତରେ ଅଧିକ କୋଲେଷ୍ଟ୍ରଲ୍, ଦରିଦ୍ର ଖାଦ୍ୟ ଓ ଅତ୍ୟଧିକ ମଦ୍ୟପାନ ମୂଖ୍ୟ ଅଟେ । ରକ୍ତନଳୀରେ ଜମିଥିବା ଆଥେରୋସ୍କ୍ଲେରୋଟିକ ପ୍ଲେକ ଭାଙ୍ଗିଯାଇ କରୋନାରୀ ଧମନୀକୁ ସମ୍ପୁର୍ଣ୍ଣ ବନ୍ଦ କରିଦେଲେ ଏହି ରୋଗ ହୁଏ । କ୍ୱଚିତ, କୋକେନ ଖାଇବା ଯୋଗୁ, ମାନସିକ ଚାପ ଯୋଗୁ ଓ ଅତ୍ୟଧିକ ଥଣ୍ଡା ଯୋଗୁ, କରୋନାରି ଧମନୀର ସ୍ପାଜ୍ମ ହୋଇ ଏମ.ଆଇ. ରୋଗ ହୁଏ । ଇସିଜି, ରକ୍ତ ପରୀକ୍ଷା ଓ କରୋନାରୀ ଆଞ୍ଜିଓଗ୍ରାମ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ଏସଟି ଉତ୍ଥାନ ଇସିଜି ସାହାଯ୍ୟରେ ଜଣାପଡ଼ିଲେ ଏମ ଆଇ ରୋଗ ନିଶ୍ଚିତ କରାଯାଏ । ସାଧାରଣତଃ ଟ୍ରୋପୋନିନ ଓ ବେଳେ ବେଳେ କ୍ରିଏଟିନ କାଇନେଜ ଏମ.ବି.
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ବଂଶୀଧର ପଣ୍ଡା, (ଜନ୍ମ: ୨୬ ନଭେମ୍ବର ୧୯୩୨) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଅଟନ୍ତି । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଛି । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ଵୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ଵର ଉତ୍ତୋଳନ କରିଥିଲା ।
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ବିବୁଧେନ୍ଦ୍ର ମିଶ୍ର (କୁନି ଭାଇନା ଭାବେ ପରିଚିତ, ୩୦ ନଭେମ୍ବର ୧୯୨୦ - ୧୫ ଫେବୃଆରୀ, ୨୦୧୨) ଜଣେ ସ୍ଵାଧୀନତା ସଂଗ୍ରାମୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ବିଶିଷ୍ଟ ଆଇନଜୀବୀ, କ୍ରିଡ଼ା ସଂଗଠକ, ଲେଖକ ତଥା ସାମ୍ବାଦିକ । ବିବୁଧେନ୍ଦ୍ର ୧୯୨୦ ମସିହା ନଭେମ୍ବର ୩୦ ତାରିଖରେ ପୁରୀ ଜିଲ୍ଲା ସାକ୍ଷୀଗୋପାଳର କୁଣ୍ଢେଇବେଣ୍ଟ ସାହିରେ ଗୋପିନାଥ ମିଶ୍ର ଓ ମୁକ୍ତାବାଳା ଦେବୀଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ନାଗ ଚତୁର୍ଥୀ କାର୍ତ୍ତିକ ଶୁକ୍ଳ ଚତୁର୍ଥୀ ଦିନ ପାଳନ କରାଯାଏ । ଏହି ପର୍ବଟି ନାଗ ଦେବତାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଇଥାଏ । ଏହି ପର୍ବରେ ନାରୀମାନେ ପରିବାର ତଥା ବିଶେଷ କରି ସନ୍ତାନମାନଙ୍କ ମଙ୍ଗଳ କାମନା କରି ପାଳନ କରିଥାନ୍ତି । ବିଶ୍ଵାସ ରହିଛି ଏହି ପୂଜା କଲେ ସର୍ପ ଦଶଂନର ଭୟ ରହେ ନାହିଁ । ଏହି ପୂଜା ଦୀପାବଳି ଅମାବାସ୍ୟା ପରବର୍ତ୍ତୀ ଚତୁର୍ଥୀ ଦିନ ପରେ ପାଳନ କରାଯାଏ । ଏହି ପୂଜାର ମୁଖ୍ୟ ବିଧି ହେଲା ହୁଙ୍କା ପୂଜା । ନାରୀ ମାନେ ଏକତ୍ରିତ ହୋଇ ହୁଙ୍କା ଥିବା ସ୍ଥାନରେ ଚିତା ପକାଇ ସିନ୍ଦୁରଦେଇ ଫୁଲରେ ସଜାଇ, ସବୁ ପ୍ରକାରର ପୂଜା ସାମଗ୍ରୀ ଯଥା ଧୂପ ଦୀପ ନଡ଼ିଆ, କଦଳୀ, ଗୁଡ଼ ଚାଉଳ ଚୁନା, ଆଖୁ ଓ ଅନ୍ୟାନ୍ୟ ଫଳ ମୂଳ ଦେଇ ପୂଜା କରିଥାନ୍ତି । କେଉଁ କେଉଁ ସ୍ଥାନରେ ଅଣ୍ଡା ଓ କ୍ଷୀର ମଧ୍ୟ ନାଗ ଦେବତାଙ୍କ ସନ୍ତୁଷ୍ଠି ଉଦେଶ୍ୟରେ ଅର୍ପଣ କରାଯାଏ । ହୁଙ୍କା ପୂଜାରେ ଖିର ଓ ସିରିଣି ଦିଆ ଯାଇଥାଏ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.