ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ତୋ ପ୍ରେମରେ ପଡ଼ିଲା ପରେ, ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଚିନ୍ମୟୀ ପ୍ରିୟଦର୍ଶିନୀ । ପ୍ରସନ୍ନ କୁମାର ପାଟ୍ଟଶାଣୀ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସରୋଜ କାନ୍ତ କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶକ୍ତି ମୋହନ ଭାରତର ଜଣେ କଣ୍ଟେପୋରାରୀ ନୃତ୍ୟଶିଳ୍ପୀ ଅଟନ୍ତି। ସେ ଜୀ ଟିଭି ରିୟାଲିଟି ସୋ ଡାନ୍ସ ଇଣ୍ଡିଆ ଡାନ୍ସ ଦ୍ୱିତୀୟ ସିଜନ୍ ର ବିଜେତା ଅଟନ୍ତି। ସେ ବର୍ତ୍ତମାନ କିଛି ଲୋକପ୍ରିୟ ନୃତ୍ୟ ରିୟାଲିଟି ସୋ ଡାନ୍ସ ପ୍ଲସ୍ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସିଜନ୍ ରେ ନୃତ୍ୟ ଶିକ୍ଷୟତ୍ରୀ ରୂପେ କାର୍ଯ୍ୟରତ। ସେ ଆନ୍ତର୍ଜାତୀୟ ନୃତ୍ୟ ରିୟାଲିଟି ସୋ ଡାନ୍ସ ସିଙ୍ଗାପୁର ଡାନ୍ସ ୨୦୧୫ ରେ ଜର୍ଜ ହୋଇସାରିଛନ୍ତି ଏବଂ ଡାନ୍ସ ଓଡିଶା ଡାନ୍ସ ୨୦୧୭ ରେ ଗ୍ରାଣ୍ଡ୍ ମାଷ୍ଟର ହୋଇସାରିଛନ୍ତି। ଶକ୍ତି ମୁମ୍ବାଇରେ "ନୃତ୍ୟ ଶକ୍ତି" ନାମକ ଏକ ଡାନ୍ସ ଷ୍ଟୁଡିଓର ଶୁଭାରମ୍ଭ କରିଛନ୍ତି ଯାହା ୨୮୦୦ ବର୍ଗଫୁଟ ଜମି ବିଶିଷ୍ଟ ଅଟେ। ଏହି ଶକ୍ତି ଡାନ୍ସ ଷ୍ଟୁଡିଓରେ ସମସ୍ତ ପ୍ରକାର ବର୍ଗର ନୃତ୍ୟଶିଳ୍ପୀଙ୍କୁ ନୃତ୍ୟ ଶିକ୍ଷା ପ୍ରଦାନ କରାଯାଉଛି।ଦିଲ୍ ଦୋସ୍ତି ଡାନ୍ସ ରେ ସେ କ୍ରିୟା ଘାଇ ଚରିତ୍ରରେ ଅଭିନୟ କରିଥିଲେ। ୨୦୧୪ ରେ ଝଲକ୍ ଦିଖ୍ଲାଜାରେ ସେ ଶେଷ ପର୍ଯ୍ୟାୟ ପର୍ଯନ୍ତ ପ୍ରତିଯୋଗିତା କରି ଆସିଥିଲେ। ଶକ୍ତି ବଲିଉଡ୍ ନୃତ୍ୟଶିଳ୍ପୀ ସରୋଜ୍ ଖାନ୍ଙ୍କୁ ସେ ତାଙ୍କ ପ୍ରେରଣା ବୋଲି ଭାବନ୍ତି।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସୋମି କୈସର, (ଜନ୍ମ: ୧୫ ଜାନୁଆରୀ) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ମଡେଲ ଏବଂ ପ୍ରଯୋଜିକା । କେବେ ଅପଣା କେବେ ପର ନାଟକରୁ ସୋମି ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଢାକା ନାଟ୍ୟ ସସ୍ଥାନ ପାଇଁ ସୋମି ବାର ବର୍ଷ ଧରି କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ସେ ଧନସିରି ପ୍ରଡକ୍ସନ ନାମକ ତାଙ୍କର ପ୍ରଯୋଜନା ସଂସ୍ଥା ନିର୍ମାଣ କରିଥିଲେ । ୨୦୧୭ ମଇ ମାସରେ, ସେ ସମ୍ମିଳିତ ଗଣତାନ୍ତ୍ରିକ ପରିସଦ ପକ୍ଷରୁ ପ୍ରତିନିଧିତ୍ୱ କରି ଫେଦେରେସନ୍ ଅଫ୍ ବଙ୍ଗଳାଦେଶ ଚାମ୍ବରାସ୍ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିର ଜଣେ ନିର୍ଦ୍ଦେଶିକା ଭାବରେ ନିର୍ବାଚିତ ହୋଇଥିଲେ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ପଣିକିଆ (ଅନ୍ୟନାମ: ପଣକିଆ) ଗଣିତ ଗୁଣନ ଓ ହିସାବ ମୁଖସ୍ଥ କରିବାର ଏକ ଓଡ଼ିଆ ଗାଣିତିକ ହିସାବ ପ୍ରଣାଳୀ ଯାହା ଓଡ଼ିଶାରେ ବିଦ୍ୟାଳୟମାନଙ୍କରେ ଶିଶୁମାନଙ୍କୁ ଶିଖାଯାଇଥାଏ । ଆଗ କାଳରେ ବ୍ୟବହୃତ ହେଉଥିବା ପଣ (ବା ଅଣା)କୁ ନେଇ କରାଯାଉଥିବା ହିସାବରୁ ଏହାର ଆରମ୍ଭ । ପଣିକିଆ ପ୍ରତି ସଂଖ୍ୟାର ଏକଗୁଣ ଠାରୁ ଦଶ ଗୁଣ ପର୍ଯ୍ୟନ୍ତ ଥାଏ । ପ୍ରତି ସଂଖ୍ୟା ବା ଖନ୍ଦାର ପଣିକିଆକୁ ଉକ୍ତ ସଂଖ୍ୟାରେ 'କ' ଲଗାଇ ଏକକ, ଦୁଇକ, ତିନିକ ଏହିପରି ପଚିଶିକ ପଣିକିଆ ପର୍ଯ୍ୟନ୍ତ ମୁଖସ୍ଥ କରିବାକୁ ପଡ଼େ । ଗୁଣନ ମନେରଖିବାରେ ଶିଶୁମାନଙ୍କୁ ପ୍ରାଥମିକ ସ୍ତରରେ ପଣକିଆ/ପଣିକିଆ ଶିଖାଯାଏ । ଯଥା- ଦୁଇକ, ପଣକିଆ- ଦୁଇ କୋ ଦୁଇ. ଦୂଇ ଦୂଣେ/ଦୂଗୁଣ ଚାରି, ଦୁଇ ତିରି ଛଅ...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ସୁଇଜରଲ୍ୟାଣ୍ଡ / ସ୍ଵିଜରଲ୍ୟାଣ୍ଡ ବା ସ୍ଵିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ଵିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ଵିଜରଲ୍ୟାଣ୍ଡ ଅବସ୍ଥିତ । ସ୍ଵିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ଵାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ଵିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ଵାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ଵିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ଵ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ଆକାଶ ଗଙ୍ଗା ହେଉଛି ଏକ ନିହାରୀକା ଯେଉଁଥିରେ ଆମର ସୌରଜଗତ ଅବସ୍ଥିତ। ଏହା ଆମର ଆକାଶରେ ଉତ୍ତର ଦିଗରୁ ଦକ୍ଷିଣ ଦିଗକୁ ବ୍ୟାପି ଥିବାର ଦେଖାଯାଏ। ଏହା ଆମର ପୃଥିବୀ ଚାରିପଟେ ଏକ ଧଳା ରଙ୍ଗର ବନ୍ଧନ ପରି ଦେଖାଯାଏ କାରଣ ଏହା ଅଣ୍ଡାକାର ହୋଇଥିବାରୁ ଏହା ଏପରି ଦେଖାଯାଏ। ୧୬୧୦ରେ ଗାଲିଲିଓ ଗାଲିଲେଇ(Galileo Galilei) ପ୍ରଥମେ ତାଙ୍କ ଦ୍ବାରା ଉଦ୍ଭାବିତ ତେଳିସ୍କୋପ୍ ସାହାଯ୍ୟରେ ସେଇ ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ଥିବା ତାରା ଗୁଡିକୁ ଅବିସ୍କୃତ କରିଥିଲେ। ୧୯୨୦ ମସିହା ପର୍ଯ୍ୟନ୍ତ ସବୁ ମହାକାଶ ବିଜ୍ଞାନୀ ଭାବୁଥିଲେ ଜେ ସେହି ଧଳା ରଙ୍ଗର ବନ୍ଧନ ସଦୃଶ ଆକାଶ ଗଙ୍ଗାରେ ବିଶ୍ୱର ସବୁ ତାରକା ଅବସ୍ଥିତ। ୧୯୨୦ ମସିହାରେ ଦୁଇ ମହାକାଶ ବିଜ୍ଞାନୀ ହାର୍ଲ ସେପ୍ଲେ(Harlow Shapley) ଏବଂ ହଵର କର୍ଟିସ୍(Heber Curtis)ଙ୍କ ମଧ୍ୟରେ ଭୀଷଣ ବିତର୍କ ଓ ଏଦ୍ଵିନ୍ ହବଲ୍(Edwin Hubble)ଙ୍କ ମନ୍ତବ୍ୟରୁ ଜଣାଗଲାଯେ ଆକାଶ ଗଙ୍ଗା ହେଉଛି ବିଶ୍ୱରେ ଥିବା କୋଟି କୋଟି ନିହାରୀକା ମଧ୍ୟରୁ ଗୋଟିଏ। ଏବେ ଅଧିକରୁ ଅଧିକ ନିହାରୀକା ଆବିଷ୍କାର ହେଲାନି ଯାହାକି ପ୍ରାୟ ୨,୦୦,୦୦୦ କୋଟିରୁ ଅଧିକ ହେବ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଭାରତ ଲୀଳା ଦକ୍ଷିଣ ଓଡ଼ିଶାରେ ପ୍ରସିଦ୍ଧ ଏକ ନାଟ୍ୟକଳା । ଏଥିରେ ମହାଭାରତ ଆଧାରିତ ପ୍ରସଙ୍ଗ ଅଭିନୀତ ହେଉଥିବାରୁ ଏହାକୁ ଭାରତ ଲୀଳା କୁହାଯାଏ । ଦୁଆରୀ ଚରିତ୍ରର ଗୁରୁତ୍ୱକୁ ନେଇ ଏହାକୁ ଦୁଆରୀ ନାଟ ବା ଦ୍ୱାରୀଲୀଳା କୁହାଯାଏ । ଏହାଛଡ଼ା ବିଷୟବସ୍ତୁ ଦୃଷ୍ଟିରୁ ଏହାକୁ ସୁଭଦ୍ରା ହରଣ ନାଟ ମଧ୍ୟ କୁହାଯାଏ । ଗଞ୍ଜାମରେ ଭାରତ ଲୀଳା ଯୋଗୁଁ ଉପକୂଳ ଓଡ଼ିଶାର ବହୁଳ ପ୍ରଚାରିତ ପାଲା ପ୍ରସାର ଲାଭ କରିପାରିନାହିଁ ବୋଲି କୁହାଯାଏ । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ଭାରତ ଲୀଲା ପରିବେଷଣ କରାଯାଇଥାଏ । ଜନପ୍ରିୟତା ଦୃଷ୍ଟିରୁ ଗଞ୍ଜାମରେ ପରିବେଷିତ ଭାରତ ଲୀଳାର ସମକକ୍ଷ ସେମାନେ ହୋଇପାରିନାହାନ୍ତି । ଭାରତ ଲୀଳାରେ ବ୍ୟବହୃତ ପାରମ୍ପରିକ ବାଦ୍ୟ, ଆଞ୍ଚଳିକ ଭାଷା, ଲୋକସଙ୍ଗୀତ ଓ କୌତୁକପ୍ରଦ ଅଭିନୟ ଯୋଗୁଁ ଏହା ବେଶ ଜନାଦୃତ ହୋଇପାରିଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଗୋଲ କୃମି ମନୁଷ୍ୟ ଶରୀରର ଏକ ପରଜୀବୀ ଯାହାଦ୍ଵାରା ଦେହରେ ଅନେକ ପ୍ରକାର ରୋଗ ହୁଏ । ଏହି ପରଜୀବୀକୁ ଓଡ଼ିଆରେ ଜିଆ, କେଞ୍ଚୁଆ ଓ ଜିଆନାଡ଼ କୁହାଯାଏ । ଏହାକୁ ଇଂରାଜୀରେ ଆସ୍କାରିସ୍ ଲୁମ୍ଵ୍ରିକଏଡେସ୍ (Ascaris lumbricoides) କୁହାଯାଏ । ଏହି ଗୋଲ କୃମି ସଂକ୍ରମଣଦ୍ଵାରା ୮୫ % ଲୋକ ଲକ୍ଷଣବିହୀନ ଥାଆନ୍ତି ବିଶେଷତଃ ଯଦି ସେମାନଙ୍କ ସଂଖ୍ୟା ଅଳ୍ପ ଥାଏ । ପରଜୀବୀ ସଂଖ୍ୟା ଅଧିକ ଥିଲେ ଆରମ୍ଭରେ ଛୋଟ ଶ୍ଵାସ କ୍ରିୟା ହୁଏ ଓ ଜ୍ଵର ହୁଏ । ଏହା ପରେ ପେଟ ଫୁଲିଯାଏ, ପେଟରେ ଯନ୍ତ୍ରଣା ହୁଏ ଓ ତରଳ ଝାଡ଼ା ବା ଡାଇରିଆ ହୁଏ । ପିଲାମାନଙ୍କୁ ଏହି ରୋଗ ବେଶୀ ହୁଏ ଓ ଏହାଦ୍ଵାରା ସ୍ଵଳ୍ପ ଓଜନ ବୃଦ୍ଧି ହୁଏ, ପୋଷକ ହାନୀ ବା malnutrition ହୁଏ ଓ ଶିଖିବା ବାଧାପ୍ରାପ୍ତ ହୁଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ହର୍ପିସ୍ ଜୋସ୍ଟର, (ଅନ୍ୟ ନାମ ସିଙ୍ଗଲସ ବା ଜୋସ୍ଟର ବା ଜୋନା ଯଥାକ୍ରମେ ଇଂରାଜୀ ଭାଷାରେ Shingles, also known as zoster, herpes zoster, or zona), ଏକ ଭୁତାଣୁ ରୋଗ ବିଶେଷତା ହେଲା ଏକ ସୀମିତ ଏରିଆରେ ଯନ୍ତ୍ରଣାଦାୟକ ଚର୍ମ ରାସ ବା ଲାଲ ଚକଡ଼ା ଓ ଫୋଟକା ଦେଖାଯାଏ । ଏହି ଚକଡ଼ାଗୁଡ଼ିକ ଦେହର ଯେ କୌଣସି ଗୋଟିଏ ପାଖରେ ବା ମୁହଁରେ ଗୋଟିଏ ଧାଡ଼ିରେ ଦେଖାଯାଏ । ଲାଲ ଚକଡ଼ା ବାହାରିବାର ୨/ ୪ ଦିନ ପୂର୍ବରୁ ଚମରେ ଯନ୍ତ୍ରଣା ହୁଏ ଓ ଝିମ ଝିମ ହୁଏ । ଅନ୍ୟଥା ଏହାର ବହୁତ ଅଳ୍ପ ଲକ୍ଷଣ ଥାଏ । ଏହି ଚକଡ଼ାଗୁଡ଼ିକ ୨ରୁ ୪ ସପ୍ତାହ ମଧ୍ୟରେ ଶୁଖି ଯାଏ; କିନ୍ତୁ କେତେକ ଲୋକଙ୍କର ସ୍ନାୟୁ ଯନ୍ତ୍ରଣା ମାସମାସ ବା ବର୍ଷ ବର୍ଷ ଧରି ଲାଗିରହେ ଯାହାକୁ ପୋଷ୍ଟଥର୍ପେଟିକ ନିଉରାଲଜିଆ କୁହାଯାଏ । ଇମ୍ମ୍ୟୁନିଟି ଅଭାବ ଥିଲେ ରାସ ଖେଳେଇହୋଇ ଚାରିଆଡ଼େ ବାହାରେ ଯାହାକୁ ଡିସସେମିନେଟେଡ ସିଙ୍ଗ୍ଲସ କୁହାଯାଏ । ଆଖିରେ ରାସ ହେଲେ ଦୃଷ୍ଟିଶକ୍ତି ନଷ୍ଟ ହୋଇଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ନେହା ଶର୍ମା (ଜନ୍ମ: ୨୧ ନଭେମ୍ବର ୧୯୮୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ । ନେହା ୨୦୦୭ରେ ତେଲୁଗୁ କଥାଚିତ୍ର ଚିରୁତା ଜରିଆରେ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ୨୦୧୦ରେ ମୋହିତ ସୁରୀଙ୍କ ଚଳଚ୍ଚିତ୍ର କ୍ରୁକ୍ ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ କ୍ୟା ସୁପର କୁଲ୍ ହୈ ହମ୍, ଜୟନ୍ତ ଭାଇ କି ଲଭ୍ ଷ୍ଟୋରୀ, ୟମଲା ପାଗଲା ଦିୱାନା ୨, ୟଙ୍ଗିସ୍ତାନ, ତୁମ୍ ବିନ୍ ୨ ଭଳି ହିନ୍ଦୀ କଥାଚିତ୍ରରେ ଅଭିନୟ କରିଥିଲେ ।
ସେରୋଟୋନିନ ସିଣ୍ଡ୍ରୋମ (Serotonin syndrome ବା SS) ଏକ ଲକ୍ଷଣ ଗୋଷ୍ଠି ଯାହା କେତେକ ସେରୋଟୋନର୍ଜିକ (serotonergic) ଔଷଧ ବା ଡ୍ରଗ ବ୍ୟବହାର କଲେ ପ୍ରକାଶ ପାଏ । ଏହି ରୋଗର ଲକ୍ଷଣମାନ ସାଧାରଣରୁ ସାଂଘାତିକ ହୋଇପାରେ । ଏହାର ଲକ୍ଷଣ: ଉଚ୍ଚ ମାତ୍ରା ଶରୀର ଉତ୍ତାପ (high body temperature), ଉତ୍ତେଜନା (agitation), ବର୍ଦ୍ଧିତ ରିଫ୍ଲେକ୍ସ (increased reflexes), କମ୍ପନ (tremor), ଅଧିକ ଝାଳ ବୋହିବା (sweating), ବିସ୍ଫାରିତ ଚକ୍ଷୁ ପୁତ୍ତଳୀ (dilated pupils), ଓ ତରଳ ଝାଡ଼ା ହୁଏ । ଶାରୀରିକ ଉତ୍ତାପ (Body temperature) ବଢ଼ିଯାଇ ୪୨.୧°ସେ (୧୦୬.୦°ଫା) ହୋଇପାରେ । ରୋଗ ଜଟିଳ ହେଲେ ସିଜର ବା ବାତମାରେ (seizures) ଓ ରାବ୍ଡୋମାୟୋଲାଇସିସ/ମାଂସପେଶୀ ନଷ୍ଟ (extensive muscle breakdown) ହୋଇପାରେ । ଦୁଇ ବା ତତୋଧିକ ସେରୋଟୋନର୍ଜିକ (serotonergic) ଔଷଧ ବା ଡ୍ରଗ ବ୍ୟବହାର କଲେ ଏହି ରୋଗ ହୁଏ । ଏମାନଙ୍କର ନାମ ଯଥାକ୍ରମେ: ସିଲେକ୍ଟିଭ ସେରୋଟୋନିନ ରିଅପଟେକ ଇନହିବିଟର (selective serotonin reuptake inhibitor ବା SSRI), ମୋନୋଆମିନୋ ଅକ୍ସିଡେଜ ଇନହିବିଟର (monoamine oxidase inhibitor ବା MAOI), ଟ୍ରାଇସାଇକ୍ଲିକ ଆଣ୍ଟିଡିପ୍ରେସାଣ୍ଟ (tricyclic antidepressants ବା TCAs), ଆମ୍ଫେଟାମିନ (amphetamine), ମେପେରିଡିନ (meperidine), ଟ୍ରାମାଡୋଲ (tramadol), ଡେକ୍ସ୍ଟ୍ରୋମେଥୋର୍ଫିନ (dextromethorphan), ବୁସ୍ପିରୋନ (buspirone), ସେଣ୍ଟ ଜୋନ୍ସ ୱୋର୍ଟ (St.
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।