ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅସ୍ଥି ଭଗ୍ନ ଶବ୍ଦଟିକୁ କଥିତ ଓଡ଼ିଆରେ ହାଡ ଭଙ୍ଗା କୁହାଯାଏ । ଡାକ୍ତରୀ ଭାଷାରେ ଏହାକୁ ଫ୍ରାକ୍ଚର୍ କହନ୍ତି, ଓ ଡାକ୍ତରମାନେ ଏହାକୁ ସଂକ୍ଷେପାରେ FRX କିମ୍ବା FX କିମ୍ବା FX କିମ୍ବା # ଚିହ୍ନ ଦେଇ ଲେଖନ୍ତି । ସଂଜ୍ଞା: - ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ । ଅତ୍ୟଧିକ ବଳ ପ୍ରୟୋଗ, ପୁନଃ ପୌନିକ ସ୍ୱଳ୍ପ ବଳ ପ୍ରୟୋଗ (Stress) ବା ରୋଗଗ୍ରସ୍ତ ଦୁର୍ବଳ ହାଡ଼ ଉପରେ ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଅସ୍ଥି ଭଗ୍ନ ହୁଏ । କେତେକ ରୋଗ ଯଥା ହାଡ଼ ପୋରିଆ(Osteoporosis), ସ୍ୱଳ୍ପ କେତେକ ପ୍ରକାରର ଅସ୍ଥି କର୍କଟ, ଓଷ୍ଟିଓଜେନେସିସ୍ ଇମ୍ପରଫେକ୍ଟା (Osteogenesis Imperfecta) ଓ ଏହିଭଳି ଅନେକ ରୋଗରେ ଅସ୍ଥି ଦୁର୍ବଳ ହୋଇ ଅତି ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଭାଙ୍ଗିଯିବାରୁ ଏହାକୁ ନିଦାନ ଜନିତ ଅସ୍ଥି ଭଗ୍ନ (Pathological Fracture) ନାମ ଦିଆଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗୁ ଅଟୋବାଲା, ୨୦୧୨ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପୁପିନ୍ଦର ସିଂହ । ପ୍ରକାଶ ବରାଳ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଥିଲେ । ଜେମସ୍ ଆନ୍ଥୋନୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରଟିର ଓଡ଼ିଆ ସମେତ ବଙ୍ଗଳା ଭାଷାରେ ମଧ୍ୟ ନିର୍ମାଣ କରାଯାଇଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କିରଣ ବେଦୀ (ଜନ୍ମ:୯ ଜୁନ୍ ୧୯୪୯) ଜଣେ ଅବସର ପ୍ରାପ୍ତ ଭାରତୀୟ ପୋଲିସ ଅଫିସର, ସମାଜସେବୀ, ପୂର୍ବବର୍ତ୍ତୀ ଟେନିସ୍ ଖେଳାଳୀ ଓ ରାଜନେତ୍ରୀ ଏବଂ ବର୍ତ୍ତମାନ ପୁଡୁଚେରୀ ର ଲେଫ୍ଟନାଣ୍ଟ ଗଭର୍ନର୍ ଅଟନ୍ତି। ସେ ହେଉଛନ୍ତି ଭାରତର ପ୍ରଥମ ଆଇ ପି ଏସ୍ ଅଫିସର। ୩୫ ବର୍ଷ ପରେ ୨୦୦୭ ମସିହାରେ ବ୍ୟୁରୋ ଅଫ୍ ପୋଲିସ୍ ରିସର୍ଚ ଆଣ୍ଡ ଡେଭଲପ୍ମେଣ୍ଟ ର ଜେନେରାଲ୍ ଡାଇରେକ୍ଟର ଭାବେ କିରଣ ତାଙ୍କ ପୋଲିସ୍ ଚାକିରିରୁ ଅବସର ନେଇଥିଲେ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ପୃଥିବୀର ନିକଟତମ କକ୍ଷପଥରେ ଥିବା ବାସଯୋଗ୍ୟ ଏକ କୃତ୍ରିମ ଉପଗ୍ରହ ବା ମହାକାଶ ଯାନ। ପୃଥିବୀ କକ୍ଷପଥରେ ଥିବା ସମସ୍ତ ମନୁଷ୍ୟକୃତ ପଦାର୍ଥ ମଧ୍ୟରେ ଏହା ବୃହତ୍ତମ ଅଟେ। ପୃଥିବୀର ନିକଟତମ କକ୍ଷପଥରେ ଥିବାରୁ ଏହା ପ୍ରାୟତଃ ପୃଥିବୀପୃଷ୍ଠରୁ ଖାଲି ଆଖିରେ ଦେଖାଯାଇଥାଏ। ଏହି ମହାକାଶ କେନ୍ଦ୍ର ଯୁକ୍ତରାଷ୍ଟ୍ର ଆମେରିକା,ରୁଷିଆ,ଜାପାନ,ୟୁରୋପ ଓ କାନାଡାର ମହାକାଶ ଗବେଷଣା ସଂସ୍ଥାମାନଙ୍କର ଏକ ମିଳିତ ଉଦ୍ୟମ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ Sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନକ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମ ଓ ମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । . ୩୦ ପ୍ରକାରରୁ ଉର୍ଦ୍ଧ୍ୱ ଜୀବାଣୁ, ଭୁତାଣୁ ଓ ପରଜୀବୀ ଏହି ରୋଗ ସୃଷ୍ଟି କରନ୍ତି । ଜୀବାଣୁ ସଂକ୍ରମଣ ମଧ୍ୟରେ ଗନୋରିଆ ସିଫିଲିସ୍ ଓ କ୍ଲାମିଡିଆ ଅନ୍ୟତମ । ଭାଇରାସ୍ ରୋଗ ମଧ୍ୟରେ ଗୁପ୍ତାଙ୍ଗ ହର୍ପିସ୍, ଏଡ୍ସ୍ ଓ ଗୁପ୍ତାଙ୍ଗ ୱାର୍ଟ ମୂଖ୍ୟ ସ୍ଥାନ ଅଧିକାର କରିଛନ୍ତି । ପରଜୀବୀ ମଧ୍ୟରେ ଟ୍ରାଇକୋମୋନିଆସିସ୍ ମୁଖ୍ୟ । ଯୌନ ସଙ୍ଗମଦ୍ୱାରା ଏହା ସଞ୍ଚାରିତ ହେଲେ ମଧ୍ୟ ଅଣ-ଯୌନକ୍ରିୟା ସଂସ୍ପର୍ଶରେ ଯଥା ପ୍ରଦୂଷିତ ରକ୍ତ, ସ୍ତନ୍ୟପାନ କିମ୍ବା ଶିଶୁ ଜନ୍ମ ସମୟରେ ଏହା ସଂଞ୍ଚାରିତ ହୁଏ । ବିକଶିତ ଦେଶମାନଙ୍କରେ ରୋଗନିର୍ଣ୍ଣୟକାରୀ କିଟ୍ ମିଳେ କିନ୍ତୁ ବିକଶିତ ଦେଶମାନଙ୍କରେ ଏହି ସମ୍ଭାବ ହୋଇପାରି ନାହିଁ । ଏହି ରୋଗମାନଙ୍କଠାରୁ ରକ୍ଷା ପାଇବା ନିମନ୍ତେ ଶ୍ରେଷ୍ଠ ଉପାୟ ହେଉଛି ଯୌନ ସମ୍ଭୋଗ ନ କରିବା । ହେପାଟାଇଟିସ ବି ଓ ଏଚ.ପି.ଭି. ଟିକା ନେଲେ କେତେକ ସଂକ୍ରମଣ କମିଯାଏ । କଣ୍ଡୋମ ବ୍ୟବହାର କରି ସୁରକ୍ଷିତ ଯୌନକ୍ରିୟା କଲେ, ସଳ୍ପ ଯୌନ ସାଥୀ ବା କେବଳ ଦୁଇ ଜଣ ଯୌନ ସମ୍ପର୍କ ରଖିଲେ ଏହି ରୋଗ ସମ୍ଭାବନା କମିଯାଏ । ସୁନ୍ନତ କରିବାଦ୍ୱାରା ଅନେକ ସଂକ୍ରମଣ ପ୍ରତିରୋଧ କରାଯାଇପାରେ । ଅଧିକାଂଶ ଯୌନ ସଂକ୍ରମଣ ଚିକିତ୍ସା କରିହୁଏ ଓ ଆରୋଗ୍ୟ କରିହୁଏ । ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗ ଆରୋଗ୍ୟସାଧ୍ୟ ଓ ହର୍ପିସ୍, ହେପାଟାଇଟିସ୍ ବି, ଏଚ ଆଇ ଭି/ଏଡ୍ସ ଓ ଏଚପିଭି ରୋଗ ଚିକିତ୍ସାସାଧ୍ୟ କିନ୍ତୁ ଆରୋଗ୍ୟସାଧ୍ୟ ନୁହେଁ । ଗନୋରିଆ ଜୀବାଣୁ ଭଳି କେତେକ ଜୀବାଣୁ ନିମନ୍ତେ ଦିଆଯାଉଥିବା ଆଣ୍ଟିବାୟୋଟିକ୍ର ପ୍ରତିରୋଧ ହେଉଛି । ସନ ୨୦୦୮ର ହିସାବ ଅନୁଯାୟୀ ୫୦୦ ନିୟୁତ ଲୋକ ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗରେ ପିଡ଼ିତ ହୋଇଥିଲେ । ୫୩୦ ନିୟୁତ ଲୋକଙ୍କର ଗୁପ୍ତାଙ୍ଗ ହର୍ପିସ୍ ଓ ୨୯୦ ନିୟୁତ ମହିଳାଙ୍କର ମାନବ ପାପିଲୋମା ଭୁତାଣୁ ସଂକ୍ରମଣ ହୋଇଥିଲା । ଏଚ.ଆଇ.ଭି.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
Oceania (UK /ˌoʊʃɪˈɑːniə,_ˌoʊsɪʔ/ or US /ˌoʊʃiːˈæniə/), also known as Oceanica, is a region centred on the islands of the tropical Pacific Ocean. Opinions of what constitutes Oceania range from its three subregions of Melanesia, Micronesia, and Polynesia to, more broadly, the entire insular region between Asia and the Americas, including Australasia and the Malay Archipelago. The term is often used more specifically to denote a continent comprising Australia and proximate islands or biogeographically as a synonym for either the Australasian ecozone (Wallacea and Australasia) or the Pacific ecozone (Melanesia, Polynesia, and Micronesia apart either from New Zealand or from mainland New Guinea).
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନ(WHO)। ବିଶ୍ଵରେ ସ୍ଵାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ଵାକ୍ଷର କରିଥିଲେ ।ବିଶ୍ଵ ସ୍ଵାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ଵରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ଥାଲକୁଡ଼ି ଏକ ଲତା ଜାତୀୟ ଉଦ୍ଭିଦ। ଏହି ଲତା କ୍ଷୁଦ୍ର ହୋଇଥାଏ ଓ ଭୂମିରେ ମାଡିଥାଏ। ଜଳାଶୟ ନିକଟସ୍ଥ ଆର୍ଦ୍ର ଭୂମିରେ ଓ ବାଡ଼ମୂଳେ ଏହା ଜନ୍ମିଥାଏ। ପତ୍ରଗୁଡ଼ିକ ଦେଖିବାକୁ ଗୋଲାକାର ଓ ଏହାର ଚାରିପାଖ କମ ହେଲାପରି ଦିଶୁଥାଏ । ଗୋଟିଏ ଡେମ୍ଫରେ ଗୋଟିଏ ମାତ୍ର ପତ୍ର ରହିଥାଏ। କେତେକ ଲୋକେ ଏହାକୁ ବ୍ରାହ୍ମୀ ଓ ଘୋଡ଼ାପୁଆ ବୋଲି କହିଥାନ୍ତି। ହେଲେ ବ୍ରାହ୍ମୀର କେତେକ ଗୁଣ ଏଥିରେ ଥିଲେ ମଧ୍ୟ ଏହା ବ୍ରାହ୍ମୀ ନୁହେଁ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଇଣ୍ଟରନ୍ୟାସନାଲ ଫୋନେଟିକ ଲାଙ୍ଗୁଏଜ
ଇଣ୍ଟରନ୍ୟାସନାଲ ଫୋନେଟିକ ଲାଙ୍ଗୁଏଜ (ଇଂରାଜୀ: International Phonetic Alphabet, IPA, ବା ଆଇପିଏ) ଉଚ୍ଚାରଣ ଚିହ୍ନ ଆଧାରିତ ଓ ଲାଟିନ ଲିପିରେ ଲିଖିତ ଏକ ଲିଖନ ବିଧି । ଏହା କଥିତ ଭାଷାମାନଙ୍କର ଲିଖନ ନିମନ୍ତେ ଆନ୍ତର୍ଜାତୀୟ ଫୋନେଟିକ ଆସୋସିଏସନ ଦ୍ୱାରା ଏକ ମାନକ ରୂପେ ତିଆରି କରାଯାଇଥିଲା । ଆଇପିଏ ଅଭିଧାନ ସଂକଳକ, ବିଦେଶୀ ଭାଷାଭାଷୀ ଛାତ୍ର ଓ ଶିକ୍ଷକ, ଭାଷାବିଦ, ଧ୍ୱନି-ଭାଷା ରୋଗବିଦ୍ୱାବିଦ, ଗାୟକ-ଗାୟିକା, ଅଭିନେତା, ନିର୍ମିତ ଭାଷାକାର, ଓ ଅନୁବବାଦକମାନଙ୍କ ଦେଇ ବ୍ୟବହୃତ ହୋଇଥାଏ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ଅମରନାଥ, ହିନ୍ଦୁ ଧର୍ମର ଏକ ପ୍ରମୂଖ ଧର୍ମସ୍ଥଳୀ । ଏହା ଜମ୍ମୁ ଓ କାଶ୍ମୀରରାଜ୍ୟର ଶ୍ରୀନଗର ସହରର ଉତ୍ତର-ପୂର୍ବ ଦିଗରେ ୧୩୫ କି.ମି ଦୂର ସମୁଦ୍ରପତ୍ତନ ଠାରୁ ୧୩୬୦୦ ଫୁଟ ଉଚ୍ଚତାରେ ଏକ ପାହାଡି ଗୁମ୍ଫାରେ ଅବସ୍ଥିତ। ଏହି ଗୁମ୍ଫାର ଲମ୍ବ ଭିତରକୁ ୧୯ ମିଟର ଓ ପ୍ରସ୍ଥ ୧୬ ମିଟର ଏବଂ ଉଚ୍ଚତା ୧୧ ମିଟର ଅଟେ । ଏହି ଗୁମ୍ଫା ପୂରା ବରଷ ବାର ମାସ ବରଫରେ ଢାଙ୍କି ହୋଇରହିଥାଏ ଏବଂ ବରଫ ଟୋପା ଟୋପା ହୋଇ ପଥରରୁ ପଡି ଗୁମ୍ଫାମଧ୍ୟରେ ଗୋଟିଏ ଶିବଲିଙ୍ଗ ଆକାର ତିଆରି ହୋଇଥାଏ । ଏଠାରେ ଶିବ ଭଗବାନ ଅମରନାଥ ପୂଜା ପାଆନ୍ତି । ଏହା ଗ୍ରୀଷ୍ମକାଳରେ କିଛି ଦିନ ଶ୍ରଦ୍ଧାଳୁମାନଙ୍କ ଶିବଙ୍କୁ ଦରଶନ ପାଇଁ ଖୋଲାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।