ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କ୍ରିଷ୍ଣା- ଷ୍ଟୋରୀ ଅଫ୍ ଏ ଡ୍ୟାନ୍ସର୍
କ୍ରିଷ୍ଣା- ଷ୍ଟୋରୀ ଅଫ୍ ଏ ଡ୍ୟାନ୍ସର୍, ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କ୍ରିଷ୍ଣା ରେଡ୍ଡୀ । ଇଣ୍ଡିଆଜ୍ ଗଟ୍ ଟ୍ୟାଲେଣ୍ଟର ପ୍ରଥମ ସଂସ୍କରଣରେ ବିଜୟୀ ହୋଇଥିବା ଓଡ଼ିଶାର ନୃତ୍ୟଶିଳ୍ପୀ ସଂଘ ପ୍ରିନ୍ ଡ୍ୟାନ୍ସ ଗ୍ରୁପର ସଂଘର୍ଷମୟ କାହାଣୀ ଉପରେ ପର୍ଯ୍ୟବେଷିତ ଏହି ଚଳଚ୍ଚିତ୍ରଟି । ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ର ନୃତ୍ୟ ଶିକ୍ଷକ କ୍ରିଷ୍ଣା ରେଡ୍ଡୀ ଏହି ଚଳଚ୍ଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ରଚନା କରିଥିଲେ । ଚଳଚ୍ଚିତ୍ରଟିର ସଂଳାପ କ୍ରିଷ୍ଣାଙ୍କ ସହ ଚନ୍ଦନ କୁମାର ରଚନା କରିଥିଲେ । କ୍ରିଷ୍ଣା ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । କ୍ରିଷ୍ଣା ଏବଂ ସାଇ ଲଖଣ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଶକ୍ତି ମୋହନ ଭାରତର ଜଣେ କଣ୍ଟେପୋରାରୀ ନୃତ୍ୟଶିଳ୍ପୀ ଅଟନ୍ତି। ସେ ଜୀ ଟିଭି ରିୟାଲିଟି ସୋ ଡାନ୍ସ ଇଣ୍ଡିଆ ଡାନ୍ସ ଦ୍ୱିତୀୟ ସିଜନ୍ ର ବିଜେତା ଅଟନ୍ତି। ସେ ବର୍ତ୍ତମାନ କିଛି ଲୋକପ୍ରିୟ ନୃତ୍ୟ ରିୟାଲିଟି ସୋ ଡାନ୍ସ ପ୍ଲସ୍ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସିଜନ୍ ରେ ନୃତ୍ୟ ଶିକ୍ଷୟତ୍ରୀ ରୂପେ କାର୍ଯ୍ୟରତ। ସେ ଆନ୍ତର୍ଜାତୀୟ ନୃତ୍ୟ ରିୟାଲିଟି ସୋ ଡାନ୍ସ ସିଙ୍ଗାପୁର ଡାନ୍ସ ୨୦୧୫ ରେ ଜର୍ଜ ହୋଇସାରିଛନ୍ତି ଏବଂ ଡାନ୍ସ ଓଡିଶା ଡାନ୍ସ ୨୦୧୭ ରେ ଗ୍ରାଣ୍ଡ୍ ମାଷ୍ଟର ହୋଇସାରିଛନ୍ତି। ଶକ୍ତି ମୁମ୍ବାଇରେ "ନୃତ୍ୟ ଶକ୍ତି" ନାମକ ଏକ ଡାନ୍ସ ଷ୍ଟୁଡିଓର ଶୁଭାରମ୍ଭ କରିଛନ୍ତି ଯାହା ୨୮୦୦ ବର୍ଗଫୁଟ ଜମି ବିଶିଷ୍ଟ ଅଟେ। ଏହି ଶକ୍ତି ଡାନ୍ସ ଷ୍ଟୁଡିଓରେ ସମସ୍ତ ପ୍ରକାର ବର୍ଗର ନୃତ୍ୟଶିଳ୍ପୀଙ୍କୁ ନୃତ୍ୟ ଶିକ୍ଷା ପ୍ରଦାନ କରାଯାଉଛି।ଦିଲ୍ ଦୋସ୍ତି ଡାନ୍ସ ରେ ସେ କ୍ରିୟା ଘାଇ ଚରିତ୍ରରେ ଅଭିନୟ କରିଥିଲେ। ୨୦୧୪ ରେ ଝଲକ୍ ଦିଖ୍ଲାଜାରେ ସେ ଶେଷ ପର୍ଯ୍ୟାୟ ପର୍ଯନ୍ତ ପ୍ରତିଯୋଗିତା କରି ଆସିଥିଲେ। ଶକ୍ତି ବଲିଉଡ୍ ନୃତ୍ୟଶିଳ୍ପୀ ସରୋଜ୍ ଖାନ୍ଙ୍କୁ ସେ ତାଙ୍କ ପ୍ରେରଣା ବୋଲି ଭାବନ୍ତି।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବଜରଙ୍ଗୀ, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶଚିକାନ୍ତ ଜେନା । ଶଚିକାନ୍ତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଜନୀ ରଞ୍ଜନ ଏହିକଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ବିନି ପଟ୍ଟନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଆଫିଆ ନୁସରାତ ବର୍ଷା (ଜନ୍ମ: ୨୮ ଫେବୃଆରୀ ୧୯୯୧) ଜଣେ ବଙ୍ଗଳାଦେଶୀ ଚଳଚ୍ଚିତ୍ର ଅଭିନେତ୍ରୀ । ସେ ଚଳଚ୍ଚିତ୍ରରେ ଅଭିନୟ ସହ ମଡେଲିଂ କରନ୍ତି ଏବଂ ଜଣେ ପ୍ରଯୋଜିକା ଭାବରେ ମଧ୍ୟ ଚଳଚ୍ଚିତ୍ର ନିର୍ମାଣ କରିଛନ୍ତି । ଜଣେ ମଡେଲ ଭାବରେ ପ୍ରଥମେ ବର୍ଷା ତାଙ୍କର ପେଷା ଆରମ୍ଭ କରିଥିଲେ ଏବଂ ପରେ ୨୦୧୦ରେ ତାଙ୍କର ପ୍ରଥମ ଅଭିନୀତ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା । ଇଫତାକର ଚୌଧୁରୀଙ୍କର ଚଳଚ୍ଚିତ୍ର ଖୋଜ୍: ଦ ସର୍ଚ୍ଚରେ ସେ ପ୍ରଥମେ ଅଭିନୟର ସୁଯୋଗା ପାଇଥିଲେ । ଏହି ଚଳଚ୍ଚିତ୍ରଟିରେ ତାଙ୍କ ସହ ନାୟକ ଭୂମିକାରେ ଜଣେ ନବାଗତ ନାୟକ ଅନନ୍ତ ଜଲିଲ୍ ଅଭିନୟ କରିଥିଲେ । ତାଙ୍କ ଅଭିନୀତ ଚଳଚ୍ଚିତ୍ର ମଧ୍ୟରେ ଖୋଜ୍, ହୃଦୟ ଭାଙ୍ଗେ ଢେଉ ଏବଂ ମୋଷ୍ଟ ୱେଲକମ୍ ଭଳି ବଡ଼ ବଡ଼ ବ୍ୟୟ ବହୁଳ ଚଳଚ୍ଚିତ୍ର ପାଇଁ ସେ ଅଧିକ ଲୋକପ୍ରିୟତା ପାଇଛନ୍ତି । ଗ୍ରାମୀଣଫୋନ୍ର ମୁଖ୍ୟ ବିଜ୍ଞାପନ ପ୍ରଚାରିକା ଭାବରେ ମଧ୍ୟ ବର୍ଷା କାର୍ଯ୍ୟ କରୁଛନ୍ତି । ମନସୁନ୍ ଫିଲ୍ସ୍ ନାମରେ ତାଙ୍କର ଏକ ପ୍ରଯୋଜନା ସଂସ୍ଥା ସେ ନିର୍ମାଣ କରିଥିଲେ । ଏହି ପ୍ରଯୋଜନା ସଂସ୍ଥାର ନିର୍ଦ୍ଦେଶକ ଭାବରେ ସେ କାର୍ଯ୍ୟ କରୁଛନ୍ତି । ତାଙ୍କର ପ୍ରଥମ ଚଳଚ୍ଚିତ୍ରର ନାୟକ ତଥା ସହ-ଅଭିନେତା ଅନନ୍ତ ଜଲିଲ୍ଙ୍କୁ ବର୍ଷା ୨୩ ସେପ୍ଟେମ୍ବର ୨୦୧୧ରେ ବିବାହ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ୟୁରାଲ ନଦୀ (ଇଂଗ୍ରାଜି: Ural), ୟୁରାଲ ନଦୀ (ଋସୀ: Урал) କିମ୍ବା ଝାୟକ ନଦୀ (ଋସୀ: Жайық) ଋସ ଏବଂ କଜାଖସ୍ତାନରୁ ବୋହୁଥିବା ଏକ ନଦୀ ଅଟେ । ଏହା ୟୁରାଲ ପାହାଡ଼ର ଦକ୍ଷିଣ ଭାଗରେ ଉତ୍ପନ୍ନ ହୋଇଥାଏ ଏବଂ ୧,୫୧୧ କିମିର ଲମ୍ବା ଯାତ୍ରା ପରେ କାସ୍ପିଆନ ସମୁଦ୍ରରେ ମିଳୁଥିଲା । ବୋଲ୍ଗା ନଦୀ ଏବଂ ଡ଼େନ୍ୟୁବ ନଦୀ ପରେ ଏହା ୟୁରୋପର ତୃତୀୟ ସବୁଠାରୁ ଲମ୍ବା ନଦୀ ଅଟେ । କାସ୍ପିଆନ ସମୁଦ୍ର ପାଇଁ ଏହି ବୋଲ୍ଗ ନଦୀ ପରେ ଦ୍ୱିତୀୟ ସବୁଠାରୁ ମୁଖ୍ୟ ଜଳସ୍ରୋତ ଅଟେ, ଏବଂ ଏସିଆର ୧୮ବିଂ ସବୁଠାରୁ ଲମ୍ବା ନଦୀ ଅଟେ । ୟୁରାଲ ନଦୀକୁ ପାରମ୍ପାରିକ ଋପେ ୟୁରୋପ ଏବଂ ଏସିଆ ମହାଦ୍ୱିପ ମଧ୍ୟ ସୀମାର ଅଂଶ ବୋଲି ଜଣାଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଉତ୍ତରାଖଣ୍ଡର ରାଜ୍ୟର ଗଡ଼ୱାଲ ଅଞ୍ଚଳରେ ସମୁଦ୍ର ପତ୍ତନରୁ ପ୍ରାୟ ୩୫୮୧ ମିଟର ଉଚ୍ଚ କେଦାର ଉପତ୍ୟକାରେ ପବିତ୍ର ମନ୍ଦାକିନୀ ନଦୀ ତଟରେ ଶ୍ରୀକେଦାରନାଥ ଜ୍ୟୋତିର୍ଲିଙ୍ଗଙ୍କ ମନ୍ଦିର ଅବସ୍ତିତ । ଭଗବାନ ଶିବ ଶ୍ରୀକେଦାରନାଥ ଜ୍ୟୋଲିର୍ଲିଙ୍ଗ ରୂପେ ହିମାଳୟ କୋଳରେ ବିରାଜ ମାନ ହେଇଛନ୍ତି । ହିନ୍ଦୁଶାସ୍ତ୍ର,ପୁରାଣ ଓ ପୁରାତନ ରଚନାମାନଙ୍କରେ ଏହି ଅଞ୍ଚଳକୁ କେଦାରଖଣ୍ଡ ଭାବେ ବର୍ଣ୍ଣନା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାସ କରୁଥିବା ୬୨ ଶ୍ରେଣୀର ଆଦିବାସୀ ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାର ଲକ୍ଷ୍ୟ ନେଇ ପ୍ରତିବର୍ଷ ଭୁବନେଶ୍ଵରଠାରେ ଆଦିବାସୀ ମେଳା ଆୟୋଜନ କରାଯାଇଥାଏ । ଓଡ଼ିଶା ସରକାରଙ୍କ "ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ" ପୃଷ୍ଟପୋଷକତାରେ ଏହି ମେଳା ଭୁବନେଶ୍ଵରର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥାଏ । ଏହା ୨୬ ଜାନୁଆରୀ ସାଧାରଣତନ୍ତ୍ର ଦିବସରୁ ଆରମ୍ଭ ହୋଇ ୨ ସପ୍ତାହ ଧରି ଚାଲିଥାଏ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
କୈତଭେଶ୍ଵର ମନ୍ଦିର, ଭାରତୀୟ ରାଜ୍ୟ କର୍ଣାଟକର ଶିମୋଗା ଜିଲ୍ଲାରେ ଥିବା ଅନାଭଟ୍ଟି ନିକଟରେ ଅବସ୍ଥିତ ସହର କୁଟାବୁରଠାରେ ରହିଛି । 1100 ମସିହା ସମୟରେ ହୋୟଶାଳାର ରାଜା ବିନୟାଦିତ୍ୟଙ୍କଦ୍ଵାରା ନିର୍ମିତ ହେଇଥିଲା ।ସେତେବେଳେ ହୋୟଶାଳା ରାଜବଂଶ ଚାଲୁକ୍ୟ ବଂଶ ରାଜା ବିକ୍ରମାଦିତ୍ୟ VIଙ୍କ ବଳିଷ୍ଠ ସହଯୋଗୀ ଥିଲେ । ପ୍ରତ୍ନତତ୍ଵିକ ସର୍ଭେର ମତ ଅନୁସାରେ ନିର୍ମାଣ କଳା ମୁଖ୍ଯତଃ ଚାଲୁକ୍ୟ ଶୈଳୀର ଥିଲା । . ଏହି ମନ୍ଦିରକୁ ଜାତୀୟ ପୁରାତତ୍ଵ ସମ୍ପଦ ଭାବରେ ଘୋଷଣା କରା ଯାଇଛି ।.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ଗୀତ , ଏହା ହୃଦୟରୁ(HEART) ଯାଗ୍ରତ ହୋଇ ଥାଏ । କେତେବେଳେ ଏହା ଦୁଃଖରୁ ଶୃଷ୍ଟ ତ କେତେବେଳେ ହସରୁ , କେତେବେଳେ ପ୍ରାକୃତିକ ସୌନ୍ଦଯ୍ୟରୁ(NATURAL BUTY) ତ କେତେବେଳେ ଦୈବ ଦୁର୍ବିପାକରୁ(NATURAL CALAMITY) । ଏହାକୁ ଚାରି କାନ୍ଥ ମଧ୍ୟରେ ବାନ୍ଧି ହୁଏ ନାହିଁ କି ମାଟି ତଳେ ପୋତି ହୁଏ ନାହିଁ । ଏହାକୁ ବୁଝିବା ପାଇଁ ମନର ଭାବନା ଆବଷ୍ୟକ । ଏହି ଗୀତ ଗୋଟେ ଯାତିକୁ ତାର ମାନ ପ୍ରଦାନ କରିଥାଏ । ଏଥିରେ ଲୁଚି ରହିଥାଏ ଗୋଟେ ଯାତିର ସସ୍କୃତି । ଏହି ଗୀତ ହେଉଛି ଏକତାର ପ୍ରତୀକ । ଏହି ଗୀତଦ୍ଵାରା "କବି" ଏକ ଯାତିକୁ ଲଢିବାକୁ ପ୍ରେରଣା ଯୋଗାଇଥାଏ । ତେଣୁ କେହି କେହି କବିମାନଙ୍କୁ ଶକ୍ତିର ଉତ୍ସ ବୋଲି କହିଥାନ୍ତି ।
ସମଗ୍ର ମାନବ ଜାତିକୁ ଚନ୍ଦନ ବୃକ୍ଷ ପ୍ରକୃତିର ଅମୂଲ୍ୟତମ ଉପହାର କହିଲେ ଅତ୍ୟୁକ୍ତି ହେବ ନାହିଁ । ଏହି ଦେବଯୋଗ୍ୟ ବୃକ୍ଷଟି ନିଜର ଅଦ୍ଵିତୀୟ ସୁଗନ୍ଧ ଓ ଆଧ୍ୟାତ୍ମିକ ମହତ୍ତ୍ଵ ଦୃଷ୍ଟିରୁ ଯେପରି ଭାରତୀୟ ଜନଜୀବନରେ ଯଥେଷ୍ଟ ଗୁରୁତ୍ଵ ଲାଭ କରିଛି, ସେହିପରି ଔଷଧୀୟ ଉପଯୋଗିତା ଦୃଷ୍ଟିରୁ ଏହା ବେଶ ଗୁରୁତ୍ଵପୂର୍ଣ୍ଣ ଅଟେ । ଚନ୍ଦନ ବୃକ୍ଷ ଭାରତର ସର୍ବାଧିକ ୨୦ଟି ଗୁରୁତ୍ଵପୂର୍ଣ୍ଣ ବ୍ୟବସାୟିକ ଔଷଧୀୟ ଗଛ ମଧ୍ୟରେ ସ୍ଥାନ ପାଇଛି । ମୂଲ୍ୟ ଓ ଉପଯୋଗୀତା ଦୃଷ୍ଟିରୁ ଏହା ଅନ୍ୟାନ୍ୟ ଔଷଧୀୟ ଗଛ ତୁଳନାରେ ଯଥେଷ୍ଟ ଉଚ୍ଚରେ ରହିଆସିଛି । ସୁତରାଂ ବ୍ୟବସାୟିକ ଭିତ୍ତିରେ ଏହାର କୃଷିକରଣ ଅତ୍ୟନ୍ତ ଲାଭଦାୟକ ଅଟେ ।
ଛତୁକୁ ଖାଦ୍ୟରୂପେ ବ୍ୟବହାର କରାଯାଏ । ସାରାବିଶ୍ୱରେ ପ୍ରାୟ ୪୦୦ପ୍ରକାର ଛତୁ ଦେଖାଯାଏ; ତନ୍ମଧ୍ୟରୁ ଅନ୍ୟୁନ ୨୦୦ପ୍ରଜାତିର ଛତୁ ଅଧୁନା ଅବଲୁପ୍ତପ୍ରାୟ । ଛତୁ ମଧ୍ୟରେ ବାଲି ଛତୁ, ବୁଢ଼ାବୁଢ଼ୀ ଛତୁ, ନାଡ ଛତୁ, ହୁଙ୍କା ଛତୁ, ପାଳ ଛତୁର ବେଶ୍ ଆଦର ରହିଛି । ଛତୁକୁ ତରକାରୀ ଛଡ଼ା ଭାଜି ଓ ନିଆଁରେ ପୋଡ଼ି ଖିଆଯାଏ । ତେବେ ବାଲି ଛତୁର ସ୍ୱାଦ ଅତୀବ ରୁଚିକର, ତେବେ ମଧ୍ୟ ବୁଢ଼ାବୁଢ଼ୀ ଓ ହୁଙ୍କା ଛତୁର ମଧ୍ୟ ବେଶ୍ ଆଦର ରହିଛି ।ଏହି ଛତୁସବୁ ବର୍ଷାଋତୁରେ ଫୁଟିଥାଏ । ବର୍ଷା ହେଲେ ଗ୍ରାମରେ ବସବାସ କରୁଥିବା ଲୋକମାନେ ଛତୁ ତୋଳିବା ପାଇଁ ସକାଳୁ ଉଠି ପଡ଼ିଆ, ବଣ, ବିଲ ଆଦି ଅଞ୍ଚଳରେ ଘୁରିବୁଲନ୍ତି । ମାତ୍ର ବିଗତ ୨୦ବର୍ଷ ହେବ ଅଧିକାଂଶ ଛତୁ ଆଉ ଦେଖିବାକୁ ମିଳୁନାହିଁ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କମ୍ପ୍ୟୁଟରରେ ଯେଉଁ କି-ବୋର୍ଡ଼ ବ୍ୟବହାର ହୁଏ ତାହା ଦେଖିବାକୁ ପୁରା ଟାଇପ ରାଇଟରର କି-ବୋର୍ଡ଼ ଭଳି । କି-ବୋର୍ଡ଼କୁ ଓଡ଼ିଆରେ କୁଞ୍ଚିପଟା କୁହାଯାଇଥାଏ । ଏହାକୁ ସାଧାରଣତଃ "କ୍ଵେରଟି"(QWERTY) କି-ବୋର୍ଡ଼ କୁହାଯାଏ କାରଣ ଏହାର ଅକ୍ଷର କୁଞ୍ଚି ଗୁଡ଼ିକ ଇଂରାଜୀ ଅକ୍ଷର Q,W,E,R,T,Yରୁ ଆରମ୍ଭ ହଉଛି । କି-ବୋର୍ଡ଼ ଅନେକ ଗୁଡ଼ିଏ "କି"(Key) ବା କୁଞ୍ଚିର ସମାହାର । ଏହା କମ୍ପ୍ୟୁଟରକୁ ଯାନ୍ତ୍ରୀକ ଯକୃତ(Mechanical Lever) ଭାବେ ବୈଦ୍ୟୁତିକ ସୁଇଚ (Electronic Switch)ଦ୍ଵାରା ପରିକଳିତ କରେ । ଏହା ମୋଟ ଉପରେ କମ୍ପ୍ୟୁଟର ପାଇଁ ଏକ ନିବେଶକାରୀ (Input) ଉପକରଣ ଅଟେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
କିରଣ ବେଦୀ (ଜନ୍ମ:୯ ଜୁନ୍ ୧୯୪୯) ଜଣେ ଅବସର ପ୍ରାପ୍ତ ଭାରତୀୟ ପୋଲିସ ଅଫିସର, ସମାଜସେବୀ, ପୂର୍ବବର୍ତ୍ତୀ ଟେନିସ୍ ଖେଳାଳୀ ଓ ରାଜନେତ୍ରୀ ଏବଂ ବର୍ତ୍ତମାନ ପୁଡୁଚେରୀ ର ଲେଫ୍ଟନାଣ୍ଟ ଗଭର୍ନର୍ ଅଟନ୍ତି। ସେ ହେଉଛନ୍ତି ଭାରତର ପ୍ରଥମ ଆଇ ପି ଏସ୍ ଅଫିସର। ୩୫ ବର୍ଷ ପରେ ୨୦୦୭ ମସିହାରେ ବ୍ୟୁରୋ ଅଫ୍ ପୋଲିସ୍ ରିସର୍ଚ ଆଣ୍ଡ ଡେଭଲପ୍ମେଣ୍ଟ ର ଜେନେରାଲ୍ ଡାଇରେକ୍ଟର ଭାବେ କିରଣ ତାଙ୍କ ପୋଲିସ୍ ଚାକିରିରୁ ଅବସର ନେଇଥିଲେ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ Sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନକ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମ ଓ ମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । . ୩୦ ପ୍ରକାରରୁ ଉର୍ଦ୍ଧ୍ୱ ଜୀବାଣୁ, ଭୁତାଣୁ ଓ ପରଜୀବୀ ଏହି ରୋଗ ସୃଷ୍ଟି କରନ୍ତି । ଜୀବାଣୁ ସଂକ୍ରମଣ ମଧ୍ୟରେ ଗନୋରିଆ ସିଫିଲିସ୍ ଓ କ୍ଲାମିଡିଆ ଅନ୍ୟତମ । ଭାଇରାସ୍ ରୋଗ ମଧ୍ୟରେ ଗୁପ୍ତାଙ୍ଗ ହର୍ପିସ୍, ଏଡ୍ସ୍ ଓ ଗୁପ୍ତାଙ୍ଗ ୱାର୍ଟ ମୂଖ୍ୟ ସ୍ଥାନ ଅଧିକାର କରିଛନ୍ତି । ପରଜୀବୀ ମଧ୍ୟରେ ଟ୍ରାଇକୋମୋନିଆସିସ୍ ମୁଖ୍ୟ । ଯୌନ ସଙ୍ଗମଦ୍ୱାରା ଏହା ସଞ୍ଚାରିତ ହେଲେ ମଧ୍ୟ ଅଣ-ଯୌନକ୍ରିୟା ସଂସ୍ପର୍ଶରେ ଯଥା ପ୍ରଦୂଷିତ ରକ୍ତ, ସ୍ତନ୍ୟପାନ କିମ୍ବା ଶିଶୁ ଜନ୍ମ ସମୟରେ ଏହା ସଂଞ୍ଚାରିତ ହୁଏ । ବିକଶିତ ଦେଶମାନଙ୍କରେ ରୋଗନିର୍ଣ୍ଣୟକାରୀ କିଟ୍ ମିଳେ କିନ୍ତୁ ବିକଶିତ ଦେଶମାନଙ୍କରେ ଏହି ସମ୍ଭାବ ହୋଇପାରି ନାହିଁ । ଏହି ରୋଗମାନଙ୍କଠାରୁ ରକ୍ଷା ପାଇବା ନିମନ୍ତେ ଶ୍ରେଷ୍ଠ ଉପାୟ ହେଉଛି ଯୌନ ସମ୍ଭୋଗ ନ କରିବା । ହେପାଟାଇଟିସ ବି ଓ ଏଚ.ପି.ଭି. ଟିକା ନେଲେ କେତେକ ସଂକ୍ରମଣ କମିଯାଏ । କଣ୍ଡୋମ ବ୍ୟବହାର କରି ସୁରକ୍ଷିତ ଯୌନକ୍ରିୟା କଲେ, ସଳ୍ପ ଯୌନ ସାଥୀ ବା କେବଳ ଦୁଇ ଜଣ ଯୌନ ସମ୍ପର୍କ ରଖିଲେ ଏହି ରୋଗ ସମ୍ଭାବନା କମିଯାଏ । ସୁନ୍ନତ କରିବାଦ୍ୱାରା ଅନେକ ସଂକ୍ରମଣ ପ୍ରତିରୋଧ କରାଯାଇପାରେ । ଅଧିକାଂଶ ଯୌନ ସଂକ୍ରମଣ ଚିକିତ୍ସା କରିହୁଏ ଓ ଆରୋଗ୍ୟ କରିହୁଏ । ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗ ଆରୋଗ୍ୟସାଧ୍ୟ ଓ ହର୍ପିସ୍, ହେପାଟାଇଟିସ୍ ବି, ଏଚ ଆଇ ଭି/ଏଡ୍ସ ଓ ଏଚପିଭି ରୋଗ ଚିକିତ୍ସାସାଧ୍ୟ କିନ୍ତୁ ଆରୋଗ୍ୟସାଧ୍ୟ ନୁହେଁ । ଗନୋରିଆ ଜୀବାଣୁ ଭଳି କେତେକ ଜୀବାଣୁ ନିମନ୍ତେ ଦିଆଯାଉଥିବା ଆଣ୍ଟିବାୟୋଟିକ୍ର ପ୍ରତିରୋଧ ହେଉଛି । ସନ ୨୦୦୮ର ହିସାବ ଅନୁଯାୟୀ ୫୦୦ ନିୟୁତ ଲୋକ ସିଫିଲିସ୍, ଗନୋରିଆ, କ୍ଲାମିଡିଆ ଓ ଟ୍ରାଇକୋମୋନିଆସିସ୍ ରୋଗରେ ପିଡ଼ିତ ହୋଇଥିଲେ । ୫୩୦ ନିୟୁତ ଲୋକଙ୍କର ଗୁପ୍ତାଙ୍ଗ ହର୍ପିସ୍ ଓ ୨୯୦ ନିୟୁତ ମହିଳାଙ୍କର ମାନବ ପାପିଲୋମା ଭୁତାଣୁ ସଂକ୍ରମଣ ହୋଇଥିଲା । ଏଚ.ଆଇ.ଭି.
ବ୍ରହ୍ମା-ବିଷ୍ଣୁ-ମହେଶ୍ଵରଙ୍କୁ ହିନ୍ଦୁଧର୍ମ ବିଶ୍ଵାସରେ ସୃଷ୍ଟି,ସ୍ଥିତି ଓ ସଂହାରର ନିୟନ୍ତା ରୂପେ ବିବେଚନା କରାଯାଏ ।ମହେଶ୍ଵର ଶିବ ସୃଷ୍ଟିର ସମସ୍ତ ଅନିଷ୍ଟକାରୀ, ଅପଶକ୍ତି, ଅନ୍ୟାୟ ଓ ଅନୀତିକୁ ସଂହାର କରି ସଂସାରକୁ ସୁଖଶାନ୍ତି ପ୍ରଦାନ କରନ୍ତି । ସେ ଦେବଦେବ ମହାଦେବ-ସତ୍ୟ, ଶିବ, ସୁନ୍ଦର ଆଶୁବର ପ୍ରଦାନକାରୀ ଆଶୁତୋଷ । ସେ ଅକାଳମୃତ୍ୟୁ ହରଣର ମହାଶକ୍ତି ମୃତ୍ୟୁଞ୍ଜୟ । ସାଗର ମନ୍ଥନରୁ ଜାତ ହଳାହଳ ବିଷ ପ୍ରକୋପରୁ ସମଗ୍ର ସୃଷ୍ଟିକୁ ରକ୍ଷା କରିବା ପାଇଁ ଶିବ ସେହି ବିଷ ନିଜେ ପାନ କରିଦେବାରୁ ତାଙ୍କର କଣ୍ଠ ନୀଳବର୍ଣ୍ଣ । ତେଣୁ ତାଙ୍କର ନାମ ନୀଳକଣ୍ଠ ମୃତ୍ୟୁଞ୍ଜୟ । ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରି ଶିବଙ୍କ କୃପାରୁ ମନୁଷ୍ୟ ଅକାଳ ମୃତ୍ୟୁକୁ ଜୟ କରିପାରେ । ଶିବ ପଞ୍ଚାକ୍ଷର ମନ୍ତ୍ର ଓଁ ନମଃ ଶିବାୟ ଜପର ଫଳ ସ୍ଵରୂପ ମନୁଷ୍ୟ ସଦଜ୍ଞାନ ଲାଭକରି ସାଂସାରିକ ଦୁଃଖତାପରୁ ମୁକ୍ତି ପାଏ ।ଜୀବଜଗତର ଜନ୍ମ ମୃତ୍ୟୁର କାଳ ସ୍ଵରୂପ ଶିବ ହେଉଛନ୍ତି ମହାକାଳେଶ୍ଵର ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।