ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଅଙ୍ଗୁଗ ପର୍ବତ ଜ୍ୱାଳାମୁଖୀ ବିସ୍ଫୋଟ (୨୦୧୭)
ଇଣ୍ଡୋନେସିଆ ରେ ବାଲୀ ଦ୍ଵୀପରେ ଏକ ଜ୍ୱାଳାମୁଖୀ ପର୍ବତ ଅଙ୍ଗୁଗ, 2017 ମସିହାରେ ନିର୍ଗତ ହୋଇଥିଲା, ଯାହା କାରଣରୁ ହଜାର ହଜାର ଯାତ୍ରୀ ମାନଙ୍କୁ ଆକାଶ ପଥରେ ବାଧା ସୃଷ୍ଟି ହୋଇଥିଲା । 27 ନଭେମ୍ବର 2017 ପର୍ଯ୍ୟନ୍ତ, ସତର୍କ ସ୍ତର ନିଜର ଉଚ୍ଚତମ ସ୍ତର ରେ ଥିଲା ଏବଂ ପରେ ସ୍ଥାନ ପରିତ୍ୟାଗ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜନ୍ନାତୁଲ ଫିରଦୋସ୍ ପେୟା (ଜନ୍ମ: ୧୪ ଅକ୍ଟୋବର ୧୯୯୧), ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ ଏବଂ ମଡେଲ । ସେ ୨୦୦୭ ମସିହାରେ ମିସ୍ ବଙ୍ଗଳାଦେଶ ପ୍ରତିଯୋଗୀତାରେ ବିଜୟିନୀ ହୋଇଥିଲେ । ୨୦୧୨ରେ ସେ ବଙ୍ଗଳାଦେଶୀ ଚଳଚ୍ଚିତ୍ର ଚୋରାବାଲି ଜରିଆରେ ବଙ୍ଗଳାଦେଶ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ୨୦୧୩ରେ ସେ ମିସ୍ ଇଣ୍ଡିଆନ ପ୍ରିନ୍ସେସ୍ ଇଣ୍ଟରନ୍ୟାସନାଲ ପ୍ରତିଯୋଗୀତାରେ ବିଜୟିନୀ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମୋଜେଜା ଅଶରଫ୍ ମୋନାଲିସା (ଜନ୍ମ: ୫ ଅକ୍ଟୋବର ୧୯୮୭), ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ । ସେ ଅଭିନୟ ସହ ମଡେଲିଂ ଏବଂ ନୃତ୍ୟ ମଧ୍ୟ କରନ୍ତି । ମୋନାଲିସା ଦୂରଦର୍ଶନ ଧାରାବାହିକ ଜରିଆରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ଏହିସହ ସେ ଅନେକ ମଞ୍ଚରେ ମଧ୍ୟ ନୃତ୍ୟ କରିଥିଲେ । ୨୦୦୦ ମସିହାରେ ସେ ମିସ୍ ଫଟୋଜେନିକ୍ ପୁରସ୍କାର ମଧ୍ୟ ପାଇଥିଲେ । ସେ ଅନେକ ଦୂରଦର୍ଶନ ଧାରାବାହିକ ଏବଂ କ୍ଷୁଦ୍ର ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଏବଂ ଏହା ସହ ସେ ନୃତ୍ୟରେ ପ୍ରଶିକ୍ଷଣ ନେଇଥିଲେ ।.
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଋଷ ବାୟୁ ସେନା (Russian Air Force) ଋଷ ଏୟାରସ୍ପେସ ବଲର ଏକ ଶାଖା ଅଟେ, ଯେପରି 1 ଅଗଷ୍ଟ 2015 ମସିହାରେ ଋଷ ବାୟୁ ସେନା ଏବଂ ଋଷ ଏୟାର ସ୍ପେସ ରକ୍ଷା ବଳ ସହିତ ବିଲୟ କରିଦିଆ ଯାଇଥିଲା । ଆଧୁନିକ ଋଷ ବାୟୁ ସେନା ମୂଳତଃ 7 ମଇ 1992 ମସିହାରେ ବୋରିସ ଏଲ୍ତସିନଙ୍କ ଦ୍ଵାରା ରକ୍ଷା ମନ୍ତ୍ରାଳୟର ନିର୍ମାଣ ପରେ ସ୍ଥାପିତ ହୋଇଥିଲା । ହୁଏତ, ଋଷ ସଙ୍ଘର ବାୟୁ ସେନାଙ୍କୁ ଇମ୍ପିରିୟଲ ଋଷ ବାୟୁ ସେବା (1912-1917) ଏବଂ ସୋବୀୟତ ବାୟୁ ସେନା (1918-1991) ରୂପେ ମଧ୍ୟ ଦେଖା ଯାଇପାରେ ।
କାଜି ଶର୍ମିନ୍ ନହିଦ୍ ନୁପୁର (ଜନ୍ମ: ୧୭ ଡିସେମ୍ବର ୧୯୭୫), ଜଣେ ବଙ୍ଗଳାଦେଶୀ କଥାଚିତ୍ର ଅଭିନେତ୍ରୀ । ସେ ଶାବନୁର୍ ଭାବରେ ପରିଚିତା । ୧୯୯୩ ମସିହାରେ ସେ ଚଳଚ୍ଚିତ୍ର ଜଗତରେ ତାଙ୍କର ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ଚଳଚ୍ଚିତ୍ର ନିର୍ମାତା ନିର୍ମାତା ଏଥେସାମ୍ଙ୍କ ନିର୍ଦ୍ଦେଶିତ ଚଳଚ୍ଚିତ୍ର ଚାନ୍ଦିନୀ ରାତେ ତାଙ୍କ ଅଭିନୀତ ପ୍ରଥମ ଚଳଚ୍ଚିତ୍ର । ତାଙ୍କର ପ୍ରଥମ ସଫଳତମ ଚଳଚ୍ଚିତ୍ର ଥିଲା ୧୯୯୪ରେ ମୁକ୍ତିଲାଭ କରିଥିବା ଦୁନିଆର ବାଦ୍ଶାହା । ଏହି ଚଳଚ୍ଚିତ୍ରରେ ତାଙ୍କ ସହ ଅମିନ୍ ଖାନ୍ ଏବଂ ସଲମାନ ଶାଃ ଅଭିନୟ କରିଥିଲେ । ୧୯୯୬ରେ ସଲମାନଙ୍କ ମୃତ୍ୟୁ ହେବା ଆଗରୁ ଶାବନୁର୍ ତାଙ୍କ ସହ ପ୍ରାୟତଃ ସବୁ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ସେ ସଲମାନଙ୍କ ସହ ସେହି ସମୟରେ ୧୪ଟି ଚଳଚ୍ଚିତ୍ର ନିର୍ମାଣ କରିଥିଲେ । ଯାହାକି ବଙ୍ଗଳାଦେଶୀ ଚଳଚ୍ଚିତ୍ର ଜଗତରେ ସବୁଠାରୁ ଅଧିକ ସଫଳ ପାଇଥିବା ଚଳଚ୍ଚିତ୍ର ମଧ୍ୟରେ ଗଣାଯାଏ । ସଲମାନଙ୍କ ସହ ସେହି ଦୁଇ ବର୍ଷରେ ତାଙ୍କର ୧୪ଟି ଚଳଚ୍ଚିତ୍ର ଏକ ବଡ଼ ଇତିହାସ ରଚିଯାଇଥିଲା ସେହି ସମୟରେ । ଅମିନ ଖାନ୍, ଓମାର ସନେ ଭଳି ଅଭିନେତାଙ୍କ ସହ ତାଙ୍କର ଅନେକ ଚଳଚ୍ଚିତ୍ର ସଫଳ ହୋଇଥିଲା । ସଲମାନଙ୍କର ମୃତ୍ୟୁପରେ ସେ ରିଆଜ୍ ଏବଂ ଶକିଲ ଭଳି ଅଭିନେତାଙ୍କ ସହ ମଧ୍ୟ ଅଭିନୟ କରିଥିଲେ । ସେ ମନ୍ନାଙ୍କ ସହ ମଧ୍ୟ କିଛି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ୨୦୦୫ରେ ଶାବନୁର୍ଙ୍କ ପ୍ରଥମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ଏହି ପୁରସ୍କାର ତାଙ୍କୁ ଦୁଇ ନୟନର ଆଲୋ ପାଇଁ ମିଳିଥିଲା ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ । ଅଖିଳମୋହନଙ୍କ ସମସାମୟିକ ସାହିତ୍ୟିକମାନେ ଗ୍ରାମାଞ୍ଚଳର ଜୀବନ ଆଧାରରେ ସେମାନଙ୍କ ସାହିତ୍ୟ ସୃଷ୍ଟି କରୁଥିଲା ବେଳେ ତାଙ୍କ ସାହିତ୍ୟର ମୁଖ୍ୟ ଉପଜୀବ୍ୟ ଥିଲା ସହରୀ ଜୀବନ । ୧୯୪୮ ମସିହାରେ, ତାଙ୍କର ପ୍ରଥମ ଗଳ୍ପ "ସପନ" ପ୍ରକାଶିତ ହୋଇଥିଲା । ୧୯୮୧ ମସିହାରେ ଓ ଅନ୍ଧଗଳି ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ତାଙ୍କ ଲିଖିତ ପୁସ୍ତକ ଗୁଡ଼ିକ ଇଂରାଜୀ ଏବଂ ଅନ୍ୟ ଭାରତୀୟ ଭାଷାରେ ଅନୁବାଦିତ ହୋଇସାରିଛି । ଅଖିଳ ମୋହନ ଅଭିନୟରେ ମଧ୍ୟ ରୁଚି ରଖୁଥିଲେ । "ଜନତା ରଙ୍ଗମଞ୍ଚ"ର ପୁନରୁଦ୍ଧାର ଦିଗରେ, ସେ କାର୍ଯ୍ୟ କରିଥିଲେ ।
ଦୁବାଇ କ୍ରୀକ (ଇଂରାଜୀ: Dubai Creek), ଦୁବାଇ, ସଂଯୁକ୍ତ ଆରବ ଅମୀରାତରେ ସ୍ଥିତ ଏକ ଖାରିଆ ଜଳର ଉପସାଗର ରହିଛି । ଏହା ପୂର୍ବରୁ ଏହି ରାସ ଅଳ ଉପସାଗର ବଣଜୀବ ଅଭୟାରଣ୍ୟର ଅଶଂ ଥିଲା, କିନ୍ତୁ ନୂତନ ଦୁବାଇ କେନାଲ ଅଶଂ ଋପେ ଏବେ ଏହା ଫ୍ରାନ୍ସର ଉପସାଗର ପର୍ଯ୍ୟନ୍ତ ଖେଳି ହୋଇଛି । କିଛି ସ୍ରୋତର ଖିବା ଅନୁଶାରେ, ଉପସାଗର ଅନ୍ତରାଳରେ ଅଳ ଏନ ପର୍ଯ୍ୟନ୍ତ ବିସ୍ତାରିତ ଥିଲା ଏବଂ ପ୍ରାଚୀନ ଗ୍ରୀକ ମାନେ ଏହାକୁ ଜାରା ନଦୀର ନାମ ଦେଇଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଦ୍ଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ଵୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋଗରଲିପି ସୂଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ଵଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ଵତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ଵାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବିଶ୍ଵ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ଜ୍ୟୋତିଷ ବିଦ୍ୟା ବିଶରଦ ବରାହମିହୀରଙ୍କ ପୁତ୍ରବଧୁ ଲୀଳାବତୀ କହିଥିବା ଜ୍ୟୋତିଷ ସାରକଥା ଖନା ବଚନ ଭାବେ ପ୍ରସିଦ୍ଧ । ଲୀଳାବତୀ ଜ୍ୟୋତିଷ ଶାସ୍ତ୍ରବିଦ୍ୟାରେ ପୃଥିବୀର ସର୍ବଶ୍ରେଷ୍ଠା , ତାଙ୍କର ଗଣନା ଅଭ୍ରାନ୍ତ ଏବଂ ଆଶ୍ଚର୍ଯ୍ୟ ଧରଣର ଥିଲା। ଶଶୁରଙ୍କ ଆଦେଶ ପାଳନ କରି ତାଙ୍କ ସ୍ଵାମୀ ମିହୀର ତାଙ୍କ ଜିହ୍ଵା ଛେଦନ କରିଥିଲେ । ଜିହ୍ଵା ଛେଦନ ପୂର୍ବରୁ ସେ କାଳ ନିରୂପଣ, ଶସ୍ୟ ବିଷୟର ଜ୍ଞାନ, କୃଷିତତ୍ତ୍ଵ ଜ୍ୟୋତିଷର ଅନେକ ସାରକଥା କହିଥିଲେ। ସେ ସବୁ ବଙ୍ଗଳା ଓ ଓଡ଼ିଆ ଭାଷାରେ ଖନା ବଚନ ଭାବେ ପ୍ରଚଳିତ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କାବୁଲା ବାରବୁଲା, ୨୦୧୭ ଦୁର୍ଗାପୂଜା ସମୟରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କନ୍ଦୋଇ ଏବଂ ଅଭିରାମ ସାହୁ । ବସନ୍ତରାଜ ସାମଲ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରମେଶ ରାଉତ କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ବସନ୍ତରାଜ ସାମଲ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ବିଶ୍ୱଜିତ ମହାପାତ୍ର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଅଭିଜିତ ମଜୁମଦାର, ହ୍ୟୁମାନ ସାଗର ଆଦି କଳାକାରମାନେ କଥାଚିତ୍ରଟିର ଗୀତଗୁଡ଼ିକ ଗାଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।