ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମେଘ ସବାରୀରେ ଆସିବ ଫେରି, ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅନାମ ଚରଣ ସାହୁ । ଲକ୍ଷ୍ମୀପ୍ରିୟା ସାହୁ ଏହି କଥାଚିତ୍ରଟିର କାହାଣୀ ଏବଂ ସଂଳାପ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ, ନିର୍ଦ୍ଦେଶନା ଦେଇଥିଲେ ଏବଂ ସମ୍ପାଦନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ମଳୟ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅଦା ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଗଦ ଗଛ ପରି ଦିଶେ । ଏ ଗଛର ମୂଳକୁ ଅଦା ଭାବରେ ବ୍ୟବହାର କରାଯାଏ । ସାରୁ, ହଳଦୀ, କପୁରା ପରି ଏଇ ଗଛର ଚେରକୁ ବ୍ୟବହାର କରାଯାଏ । ଆମ୍ବକଷିଆ ଅଦା ବୋଲି ଆଉ ଏକ ପ୍ରକାର ଅଦା ରହିଛି, କିନ୍ତୁ ତାହା ଗୁଣରେ ନିକୃଷ୍ଟ। ଓଡ଼ିଶାରେ ସର୍ବତ୍ର ଏହି ଗଛ ଦେଖାଯାଏ। ଆୟୁର୍ବେଦରେ ଅଦାକୁ ମହୌଷଧି ବୋଲି କୁହାଯାଇଛି । ଏହାକୁ କଞ୍ଚା ବେଳେ ଅଦା ଓ ଶୁଖିଗଲେ ଶୁଣ୍ଠି କୁହାଯାଏ । କଞ୍ଚା ଅଦାରେ ୮୦.୯ ପ୍ରତିଶତ ଜଳ, ୨.୩ ପ୍ରତିଶତ ପ୍ରୋଟିନ୍ ଓ ୧୨.୩ ପ୍ରତିଶତ କାର୍ବୋହାଇଡ୍ରେଟ୍ ଥାଏ । ଏହା ବ୍ୟତୀତ ଅଦାରେ ଆଇରନ୍, କ୍ୟାଲ୍ସିୟମ୍, ଆୟୋଡିନ୍, କ୍ଲୋରିନ୍, ଖଣିଜ ଲବଣ ତଥା ଭିଟାମିନ ପର୍ଯ୍ୟାପ୍ତ ପରିମାଣରେ ଥାଏ । ବଦହଜମି, ଗ୍ୟାସ୍, ପେଟ ବିନ୍ଧା, ପେଟ କାମୁଡ଼ା, କାଶ ଆଦି ରୋଗରୁ ମୁକୁଳିବା ପାଇଁ ଅଦା ବ୍ୟବହାର କରାଯାଇଥାଏ ।
ଜୁଏଲ ଓରାମ ଓଡ଼ିଶାର ସୁନ୍ଦରଗଡ଼ ଜିଲ୍ଲାର କେନ୍ଦୁଡିହିଠାରେ ୩ ମାର୍ଚ୍ଚ ୧୯୬୧ରେ ଜନ୍ମଗ୍ରହଣ କରିଥିଲେ । ଷୋଡଶ ଲୋକସଭାରେ ସୁନ୍ଦରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ଜଣେ ସାଂସଦ ଭାବେ ସେ ନିର୍ବାଚିତ । ସେ ମଧ୍ୟ ଭାରତୀୟ ଜନତା ପାର୍ଟି ଟିକେଟରେ ଦ୍ୱାଦଶ, ତ୍ରୟୋଦଶ ଏବଂ ଚତୁର୍ଦ୍ଦଶ ଲୋକସଭାକୁ ପ୍ରତିନିଧିତ୍ଵ କରିଥିଲେ । ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଗଠିତ ସରକାରରେ ସେ ଆଦିବାସୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ଵ ତୁଲାଇଛନ୍ତି । ସଂପ୍ରତି ସେ ଭାରତୀୟ ଜନତା ପାର୍ଟି ଓଡିଶା ଶାଖାର ଜଣେ ବରିଷ୍ଠ ସଦସ୍ୟ ତଥା ଉପ ସଭାପତି । ଏଥି ପୂର୍ବରୁ ସେ ଭାରତୀୟ ଜନତା ପାର୍ଟି ଓଡିଶା ଶାଖାର ସଭାପତିରୂପେ ଚାରିବର୍ଷରୁ ଅଧିକ କାଳ ରହିଥିଲେ ।
ସରବଜିତ ସିଂ (୧୯୬୩ କିମ୍ବା ୧୯୬୪ - ୨ ମଇ ୨୦୧୩) (ପାକିସ୍ତାନଦ୍ଵାରା ମଞ୍ଜିତ ସିଂ ନାମିତ କରଯାଇଥିଲା ।) ଜଣେ ଭାରତୀୟ ନାଗରିକ ଅଟନ୍ତି । ସରବଜିତଙ୍କୁ ପାକିସ୍ତାନ ଅଦାଲତ ତରଫରୁ ଜଣେ ଆତଙ୍କବାଦୀ ଓ ଗୁପ୍ତଚର ହେବା ଦୋଷରେ ଫାଶୀ ଦଣ୍ଡରେ ଦଣ୍ଡ଼ିତ କରାଯାଇଥିଲା । ଲାହୋର ଓ ଫୈସଲାବାଦରେ ହୋଇଥିବା ବୋମା ବିସ୍ଫୋଟରେ ୧୪ ଜଣ ସାଧାରଣ ଜନତାଙ୍କୁ ମାରିଦେବାର ଦୋଷାରୋପ କରାଯାଇଥିଲା । କିନ୍ତୁ ସରବଜିତ ପରେ ଦାବି କରିଥିଲେ ଯେ, ସେ ଜଣେ ସାଧାରଣ ଚାଷୀ ଯିଏକି ବୋମା ବିସ୍ଫୋରଣର ୩ ମାସ ପରେ ଭୁଲ୍ ବଶତଃ ପାକିସ୍ତାନରେ ପ୍ରବେଶ କରିଯାଇଥିଲେ । ଅସ୍ପଷ୍ଟ ଭାରତୀୟ ସୂତ୍ରରୁ ପ୍ରକାଶ ପାଇଥିଲା କି, ସରବଜିତ ଭାରତୀୟ ଗୁଇନ୍ଦା ସଂସ୍ଥା ରିସର୍ଚ ଆଣ୍ଡ ଆନାଲିସିସ୍ ୱିଙ୍ଗ (ର) ପାଇଁ କାମ କରୁଥିଲେ । ପାକିସ୍ତାନ ଉଚ୍ଚନ୍ୟାୟାଳୟ ତରଫରୁ ସରବଜିତଙ୍କୁ ୧୯୯୧ରେ ଫାଶୀ ଦଣ୍ଡାଦେଶ ଦିଆଯାଇଥିଲା । କିନ୍ତୁ ତାଙ୍କର ଫାଶୀକୁ ପାକିସ୍ତାନ ସରକାର ତରଫରୁ ବାରମ୍ବାର ସ୍ଥଗିତ କରାଯାଉଥିଲା । କିନ୍ତୁ କୋତ ଲଖପତ ଜେଲରେ ତାଙ୍କୁ ସାଥି କଏଦୀମାନେ ଆକ୍ରମଣ କରିଥିଲେ ଓ ୬ ଦିନ ଲାହୋର ଡାକ୍ତରଖାନାରେ ରହିବା ପରେ ୨୦୧୩ ଅପ୍ରେଲରେ ତାଙ୍କ ମୃତ୍ୟୁ ହୋଇଥିଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗ୍ରୀନ ଟି ସେବନ କରିବାଦ୍ଵାରା ଏଥିରେ ଥିବା ଭିଟାମିନ - ସି ଏବଂ ଅନ୍ୟ ଆଣ୍ଟିଅକ୍ସିଡାଣ୍ଟ ଶରୀରରେ ଫ୍ରୀ - ରାଡିକାଲ୍ସକୁ ନଷ୍ଟ କରେ । ଫଳରେ ପ୍ରତିରକ୍ଷା ତନ୍ତ୍ର ସୁଦୃଢ ରହେ । ଦିନରେ ୩/୪ ଥର ଏହାକୁ ସେବନ କଲେ ଶରୀର ରୋଗମୁକ୍ତ ହୁଏ । ଏହାବ୍ୟତୀତ ଶରୀରରେ ଥିବା କ୍ୟାନ୍ସର ସେଲ୍ ବୃଦ୍ଧିକୁ ଏହା ରୋକିଥାଏ । ଏହାକୁ ନିୟମିତ ପାନକଲେ ପାଚନ ନଳୀ ଏବଂ ମୁତ୍ରାଶୟ କ୍ୟାନ୍ସରର ସମ୍ଭାବନା ହ୍ରାସ ପାଇଥାଏ । ଛଣା ଚା'ଠାରୁ ଗ୍ରୀନଟି ଅଧିକ ଉପାଦେୟ । ଏହାଦ୍ଵାରା ଶରୀରରେ କୋଲେଷ୍ଟରଲର ମାତ୍ରା ସନ୍ତୁଳିତ ରହିଥାଏ । ଏଥିସହ ଷ୍ଟୋକ୍ର ଆଶଙ୍କା କମ୍ ହୁଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କୃତ୍ତିକା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡୁଥିବା ଚାନ୍ଦ୍ରମାସକୁ କାର୍ତ୍ତିକ ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ ଆଶ୍ୱିନ ଓ ପରବର୍ତ୍ତୀ ମାସ ମାର୍ଗଶୀର । ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ ପଞ୍ଚୁକ ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ଶକ୍ତିମାନ (ହିନ୍ଦୀ : शक्तिमान) ହେଉଛି ଏକ ଭାରତୀୟ କାଳ୍ପନିକ ମହାନ ବୀର, ଯାହା ମୁକେଶ ଖାନ୍ନାଙ୍କ ପ୍ରଯୋଜନା ଓ ଦୀନକର ଜାନୀଙ୍କ ନିର୍ଦ୍ଦେଶନାରେ ଦୂରଦର୍ଶନ ଧାରାବାହିକ ରୂପେ ପ୍ରସାରିତ ହେଉଥିଲା ।ଭାରତୀୟ ଜାତୀୟ ଦୂରଦର୍ଶନ ନେଟଓ୍ଵାର୍କରେ, ୨୭ ସେପ୍ଟେମ୍ବର ୧୯୯୭ (ପରିଚୟ ଭାଗ, ୨୭ ସେପ୍ଟେମ୍ବର ୧୯୯୭କୁ ବାଦ ଦେଇ)ରୁ ୨୭ ମାର୍ଚ୍ଚ ୨୦୦୫ ପର୍ଯ୍ୟନ୍ତ, ପ୍ରାୟ ୪୦୦ଟି ଭାଗ ଦୂରଦର୍ଶନରେ ରବିବାର ଦିନ ମଧ୍ୟାହ୍ନ ୧୨ଟା ଆଇ ଏସ୍ ଟି ସମୟରେ ପ୍ରସାରିତ ହେଉଥିଲା । ଯଦିଓ ଶେଷ ବେଳକୁ କିଛି ଭାଗର ପ୍ରସାରଣ ସମୟ ୯:୩୦ a.m.କୁ ପରିବର୍ତ୍ତିତ ହୋଇଥିଲା । ଏହା ମଧ୍ୟ ଇଂରାଜୀରେ ପୋଗୋରେ ଓଡ଼ିଆରେ ତରଙ୍ଗରେ ଓ ତାମିଲରେ ଚୁଟ୍ଟି ଟିଭିରେ ଓ ହିନ୍ଦୀରେ ପୁନଃ ପ୍ରସାରଣ ଷ୍ଟାର ଉତ୍ସବରେ ହୋଇଥିଲା । ମୁକେଶ ଖାନ୍ନା ଏହି ଧାରାବାହିକର ମୁଖ୍ୟ ନାୟକ ଶକ୍ତିମାନ ଓ ଆଜ କି ଆଓ୍ଵାଜ ଦୈନିକରେ ଚିତ୍ରୋତ୍ତଳକ ରୂପେ କାମ କରୁଥିବା, ତାର ଅନ୍ୟ ଏକ ରୂପ ପଣ୍ଡିତ ଗଙ୍ଗାଧର ବିଦ୍ୟାଧର ମାୟାଧର ଓଁକାରନାଥ ଶାସ୍ତ୍ରୀର ଭୂମିକା ତୁଲାଇଥିଲେ । ଶକ୍ତିମାନକୁ ଏକ ସାଧାରଣ ମଣିଷ ସଦୃଶ ଅବତାରଣା କରାଯାଇଥିଲା, ଯେ କି ଗଭୀର ଧ୍ୟାନ ଓ ଜୀବନର ପଞ୍ଚତତ୍ତ୍ଵ ଉପରେ ପ୍ରଭାବ ବିସ୍ତାର କରି ଏକ ମହାନ ବୀରର ବଳ ଓ ଶକ୍ତି ଲାଭ କରିଥିଲେ । କିଟୁ ଗିଡଓ୍ଵାନୀ, ଓ ପରେ ବୈଷ୍ଣବି ମହନ୍ତ, ଏହି ଧାରାବାହିକରେ ଶକ୍ତିମାନଙ୍କୁ ଭଲ ପାଉଥିବା ଜଣେ ସାମ୍ବାଦିକ, ଗୀତା ବିଶ୍ଵାସଙ୍କ ଭୂମିକା ତୁଲାଇଥିଲେ । ସୁରେନ୍ଦ୍ର ପାଲ, ଏହି ଧାରାବାହିକର ମୁଖ୍ୟ ଖଳନାୟକ, ଅନ୍ଧକାରର ରାଜା କୀଲ୍ବିଶର ଭୂମିକା ତୁଲାଇଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
କାଳୀଚରଣ ପଟ୍ଟନାୟକ ଜଣେ ଆଧୁନିକ ଓଡ଼ିଆ ନାଟ୍ୟକାର ଓ କବି ଥିଲେ । ସେ ୧୮୯୭ ଡିସେମ୍ବର ୩ ତାରିଖ, ବକୁଳ ଅମାବାସ୍ୟା ଦିନ ବାଙ୍କୀ ସହର ଉପକଣ୍ଠରେ ଥିବା ଖମାରଙ୍ଗ ଗ୍ରାମରେ ପିତା ଦୁର୍ଗାଚରଣ ପଟ୍ଟନାୟକ ଓ ମାତା ରାଧାମାଳୀ ଦେବୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ । ସେ ପିତାମାତାଙ୍କର ଦ୍ଵିତୀୟ ସନ୍ତାନ ଥିଲେ । କାଳୀଚରଣଙ୍କ ପିତା ବଡ଼ମ୍ବାଗଡ଼ର ଦେବାନ ଥିଲେ । କାଳୀଚରଣ ପାରମ୍ପରିକ ଲୀଳା ନାଟକ ପ୍ରଦର୍ଶନ କରି ନିଜର ନାଟ୍ୟକାର ଜୀବନ ଅରମ୍ଭ କରିଥିଲେ । ୪ର୍ଥ ଦଶକ ବେଳକୁ ସେ ଆଧୁନିକ ମଞ୍ଚ ନାଟକ ଲେଖି ତାହାର ବିପଣନ କରିବା ଆରମ୍ଭ କରିଥିଲେ । ସେଥିପାଇଁ ୧୯୨୯ ମସିହାରେ "ସାକ୍ଷୀଗୋପାଳ ନାଟକ ସଂଘ' ଓ ୧୯୩୯ରେ "ଓଡ଼ିଶା ଥିଏଟର୍ସ' ନାମରେ ଏକ ରଙ୍ଗମଞ୍ଚ ଗଠନ କରି ଓଡ଼ିଶା ନାଟକାଭିନୟ ଜଗତର ପ୍ରସାର ଓ ଉନ୍ନତି କରିଥିଲେ । ତାଙ୍କର ଜନପ୍ରିୟ ନାଟକ ଗାର୍ଲ ସ୍କୁଲ (୧୯୩୯) ଓଡ଼ିଆ ମଞ୍ଚାଭିନୟରେ ନୂତନ ଯୁଗର ଆରମ୍ଭ କରିଥିଲା । ତାଙ୍କୁ ଆଧୁନିକ ଓଡ଼ିଆ ନାଟ୍ୟଶାସ୍ତ୍ରର ‘ଭରତମୁନି’ ବୋଲି ମଧ୍ୟ କୁହାଯାଏ । ତାଙ୍କ ପ୍ରଚେଷ୍ଟାରୁ ୧୯୫୮ ମସିହାରେ ଓଡ଼ିଶୀ ନୃତ୍ୟ ଶାସ୍ତ୍ରୀୟ ମର୍ଯ୍ୟାଦା ପାଇଥିଲା । ସେଥିପାଇଁ ସମସ୍ତ ଓଡ଼ିଶୀ ନାଟ୍ୟଗୁରୁ ଓ ନୃତ୍ୟଶିଳ୍ପୀମାନେ ତାଙ୍କୁ ମନେ ରଖିଛନ୍ତି।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଦେବୁ ବୋଷ ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଜଗତ ଜଣେ ଅଭିନେତା । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତିତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷାଗ୍ରହଣ କରିଥିବା, ଦେବୁ ଓଡ଼ିଆ ସିନେମାରେ ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି । ଚଳଚ୍ଚିତ୍ର ବ୍ୟତିତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଛନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବିଶ୍ଵନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଶ୍ନବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ ।
ପ୍ରାଚୀ ନଦୀ ବା ପ୍ରାଚୀସରସ୍ଵତୀ ନଦୀ କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବାହିତ ଏକ ପୁରାତନ, ମାତ୍ର କ୍ଷୁଦ୍ର ନଦୀ। ସଂସ୍କୃତ ପଦ୍ମପୁରାଣ ଅନୁସାରେ ପ୍ରାଚୀ ନଦୀ ଗଙ୍ଗା ଠାରୁ ମଧ୍ୟ ପୁରାତନ। ପୁଣ୍ୟତୋୟା ପ୍ରାଚୀ ନାମରେ ପ୍ରସିଦ୍ଧ ଏହି ନଦୀକୁ ଅତ୍ୟନ୍ତ ପବିତ୍ର ଭାବରେ ଗ୍ରହଣ କରାଯାଏ । ପୁରାଣ ଓ ଇତିହାସ ପ୍ରସିଦ୍ଧ ଏହି ନଦୀଟିର ବର୍ତ୍ତମାନ ଦୈର୍ଘ୍ୟ ୬୦ ରୁ ୭୦ କି.ମି.
ମଣିଷ ଶରୀରର ଛାଞ୍ଚ ଏକ କେତେଖଣ୍ଡି ହାଡ଼ର ଏକ କଙ୍କାଳ ଉପରେ ଗଠିତ। ସେ ସବୁ ହାଡମାନଙ୍କୁ ଚଳାଇବା ପାଇଁ ନାନାପ୍ରକାରର ଅନେକ ମାଂସପେଶୀ ଓ ମାଂସପେଶୀମାନଙ୍କୁ ଚଳାଇବା ପାଇଁ ସ୍ନାଯୁତନ୍ତୁ ରହିଛି । ମଣିଷର ମଥାରେ ଯେଉଁ ଗେରୁ ଅଛି ତହିଁରୁ ଲାଙ୍ଗୁଳ ଭଳି କିଛି ଗେରୁରୁ ଅନେକ ସ୍ନାଯୁତନ୍ତୁ ବାହାରି ସବୁ ମାଂସପେଶୀମାନଙ୍କୁ ଯାଇଛି । ସେମାନଙ୍କ ଦେହରେ ତଡିତ୍ ପ୍ରବାହ ହୋଇ ମାଂସପେଶୀମାନଙ୍କୁ ଉତ୍ତେଜିତ କରାଇ ଚଳାଇଥାଏ ।
ଏକ ବାଦ୍ୟ ଯନ୍ତ୍ରର ନିର୍ମାଣ କିମ୍ବା ବ୍ୟବହାର ସଙ୍ଗୀତର ଧ୍ଵନି ବାହାର କରିବା ନିମନ୍ତେ ବ୍ୟବହାର କରାଯାଇଥାଏ । ମୋଟାମୋଟି ଭାବେ କୌଣସି ଧ୍ୱନି ସୃଷ୍ଟିକରୁଥିବା ବସ୍ତୁକୁ ବାଦ୍ୟଯନ୍ତ୍ର କୁହାଯାଇପାରେ । ବାଦ୍ୟଯନ୍ତ୍ରର ଇତିହାସ ମାନବ ସଂସ୍କୃତିର ଆରମ୍ଭରୁ ବୋଲି ଗଣାଯାଇଥାଏ । ଏହାର ଶୈକ୍ଷଣିକ ଅଧ୍ୟୟନକୁ ଇଂରାଜୀରେ "ଅର୍ଗାନୋଲୋଜି" କୁହାଯାଏ । ସଙ୍ଗୀତ-ବାଦ୍ୟ ରୂପରେ ଏକ ବାଦିତ ଯନ୍ତ୍ରର ତିଥି ଏବଂ ଉତ୍ପତ୍ତି ୬୭,୦୦୦ ବର୍ଷ ପୁରୁଣା ବୋଲି କୁହାଯାଏ । କେତେକଙ୍କ ମତରେ ବଂଶୀର ବୟସ ପାଖାପାଖି ୩୭,୦୦୦ ବର୍ଷ । ତେବେ ସଜ୍ଞା ନିରୂପଣର ଆଞ୍ଚଳିକତା ଓ ତିଆରି ଲାଗୁଥିବା ବସ୍ତୁର ଆପେକ୍ଷିକ ଅସ୍ଥାୟୀ ଅବସ୍ଥା ସକାଶେ ବାଦ୍ୟଯନ୍ତ୍ରର ପ୍ରକୃତ ବୟସ ଆକଳନ କରିବା ସମ୍ଭବପର ହୋଇପାରିନାହିଁ । ଅନେକ ପୁରୁଣା ବାଦ୍ୟଯନ୍ତ୍ର ଜୀବଯନ୍ତୁଙ୍କ ଚମଡ଼ା ଓ ହାଡ଼, କାଠ ଓ ଅନ୍ୟାନ୍ୟ କାଳକ୍ରମେ ନଷ୍ଟ ହୋଇଯାଉଥିବା ବସ୍ତୁରେ ତିଆରି ହେଉଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।