ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମେଘା ଘୋଷ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ମେଘା ପଶ୍ଚିମ ବଙ୍ଗରେ ଜନ୍ମିତା ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଲଭ୍ ଡଟ୍ କମ୍ ଜରିଆରେ ୨୦୦୯ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ଶଶୁରଘର ଜିନ୍ଦାବାଦ, ମୋଷ୍ଟ ୱାଣ୍ଟେଡ଼, ଦୋସ୍ତି, ଚାନ୍ଦିନୀ ଆଇ ମିସ ୟୁ, ଲୁଚକାଳି, ମୁଁ ଆଶିକ୍ ମୁଁ ଆୱାରା, ହରି ଓମ ହରି ଆଦି ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିବା ପୂର୍ବରୁ ମେଘାଙ୍କର ଗୋଟିଏ କନ୍ନଡ଼ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହିମା ଧର୍ମ (ପୂରା ନାମ "ସତ୍ୟ ମହିମା ଅଲେଖ ଧର୍ମ") ମୁଖ୍ୟତଃ ଓଡ଼ିଶା ଓ ଏହାର ଆଖପାଖ ରାଜ୍ୟମାନଙ୍କରେ ପ୍ରଚଳିତ ଏକ ଅଦ୍ଵୈତ ସାମାଜିକ-ଧର୍ମଧାରା । ଏହା ଉନବିଂଶ ଶତାବ୍ଦୀରେ ସମାଜର ନିମ୍ନ ଜାତି ଭାବେ ଜଣା ଜାତିର ଲୋକଙ୍କଦ୍ୱାରା ବ୍ରାହ୍ମଣବାଦର ବିରୋଧରେ ଏକ ନୂତନ ଆନ୍ଦୋଳନ ଭାବେ ଆରମ୍ଭ ହୋଇଥିଲା । ଏଥିରେ ମୂର୍ତ୍ତି ପୂଜାକୁ ବିରୋଧ କରି ଶୂନ୍ୟ ନିରାକାର ବ୍ରହ୍ମବାଦରେ ବିଶ୍ୱାସ କରାଯାଏ । ଏହା ପୃଥିବୀର କନିଷ୍ଟତମ ଧର୍ମ ଭାବେ ଜଣା । ଏଥିରେ ବୌଦ୍ଧ ଓ ଜୈନ ଧର୍ମ ତଥା ଅଦ୍ୱେତ ବେଦାନ୍ତର ପ୍ରଭାବ ପଡ଼ିଛି । ଏହା ହିନ୍ଦୁ ସମାଜର ପୌତଳିକତା, ଜାତିବାଦ ଓ ବାହ୍ୟ ଉପଚାର ଆଦି ବିରୁଦ୍ଧରେ ସ୍ଵର ଉତ୍ତୋଳନ କରିଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୁପୋଷଣ (ଅପପୁଷ୍ଟି ବା ପୁଷ୍ଟିମାନ୍ଦ୍ୟ ନାମରେ ମଧ୍ୟ ଜଣା, ଇଂରାଜୀ: Malnutrition ବା malnourishment) ଏକ ସ୍ୱାସ୍ଥ୍ୟ ସମସ୍ୟା ଅବସ୍ଥା ଯାହା ଯଥେଷ୍ଟ ପୋଷକ ନ ଥିବା କିମ୍ବା ମାତ୍ରାଧିକ ପୋଷକ ଥିବା ଖାଦ୍ୟ ଖାଇବା ଫଳରେ ସୃଷ୍ଟି ହୁଏ । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ । ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । କୁପୋଷଣ ଅଧିକାଂଶ ସମୟରେ ଅପପୁଷ୍ଟିକୁ ବୁଝାଏ ଯେଉଁଥିରେ ଯଥେଷ୍ଟ କ୍ୟାଲୋରି, ପୁଷ୍ଟିସାର କିମ୍ବା ମାଇକ୍ରୋପୋଷକ ନ ଥାଏ ତଥା ଅଧିକ ପୋଷଣକୁ (overnutrition) ମଧ୍ୟ ବୁଝାଏ । ଗର୍ଭାବସ୍ଥା ଓ ଦୁଇ ବର୍ଷ ବୟସରୁ କମ ଥିବା ପିଲାଙ୍କର ଅପପୁଷ୍ଟି ହେଲେ ଶାରୀରିକ ତଥା ମାନସିକ ବୃଦ୍ଧି ହୋଇପାରେ ନାହିଁ । ଅତ୍ୟଧିକ ପୋଷକ ଅଭାବ ଯେପରିକି ଉପବାସ ଅବସ୍ଥା ହେଲେ ଉଚ୍ଚତା କମ୍ ହୁଏ, ପତଳା ଶରୀର ହୁଏ, ଶକ୍ତିସ୍ତର କମିଯାଏ ଓ ପେଟ ତଥା ଗୋଡ଼ ଫୁଲିଯାଏ । ଏଥିରେ ଲୋକର ଅଧିକ ରୋଗ ସଂକ୍ରମଣ ହୁଏ ଓ ଦେହ ଥଣ୍ଡା ରହେ । ମାଇକ୍ରୋପୋଷକ ଅଭାବ ଲକ୍ଷଣ ତାହାର ପ୍ରକାର ଅନୁସାରେ ହୁଏ । କୁପୋଷଣ ଏକ ଏପରି ଅବସ୍ଥା ଯାହା ଖାଉଥିବା ଖାଦ୍ୟରେ କେତେକ ପୋଷକର ଅଭାବ, ଆଧିକ୍ୟ, କିମ୍ବା ଅସନ୍ତୁଳିତ ଥିବା ଯୋଗୁ ଉପୁଜେ । ଏହାକୁ ଇଂରାଜୀରେ ମାଲ୍ନ୍ୟୁଟ୍ରିସନ୍ (Malnutrition) ବା ମାଲନରିସମେଣ୍ଟ (malnourishment) କହନ୍ତି । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ ଯଥା ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । ଓଡ଼ିଆରେ ସାଧାରଣତଃ ଭୁଲ୍ କ୍ରମେ ଏହାକୁ ଖାଦ୍ୟାଭାବ ବୋଲି ଧରାଯାଏ । ତେଣୁ ପୋଷକର ପ୍ରାବଲ୍ୟ ବା ଅଭାବ ଭେଦରେ ବିଭିନ୍ନ ପ୍ରକାରର ପୋଷକ ରୋଗ ହୁଏ । ପୃଥିବୀର ଅଧିକାଂଶ ସ୍ଥାନରେ ଖାଦ୍ୟାଭାବ ତଥା କ୍ୟାଲୋରି ଓ ପ୍ରୋଟିନ ଅଭାବ ଜନିତ ଅପପୁଷ୍ଟି ଦେଖାଯାଏ । ସ୍ଵଳ୍ପ ବିକଷିତ ରାଷ୍ଟ୍ରମାନଙ୍କରେ ଅପପୁଷ୍ଟି ଦେଖାଯାଏ । କାରଖାନା ପ୍ରବଣ ଦେଶମାନଙ୍କରେ ମଧ୍ୟ ଏହା ଦେଖାଯାଏ । ଧନୀ ଦେଶମାନଙ୍କରେ ଅସ୍ଵାସ୍ଥ୍ୟକର ଖାଦ୍ୟ, ଅଧିକ ଶକ୍ତି ସମ୍ପର୍ଣ୍ଣ ଚର୍ବି ଓ ଶ୍ଵେତସାର ଖାଦ୍ୟ ଖାଇବା ଯୋଗୁ ହୁଏ । ପୃଥୁଳତା ଗୋଟିଏ ଜନ ସ୍ଵାସ୍ଥ୍ୟ ସମସ୍ୟା ରୁପେ ଉଭା ହେଲାଣି । ଉତ୍ତମ ମାନର ଖାଦ୍ୟ ଖାଇବାକୁ ନ ମିଳିଲେ ଅପପୁଷ୍ଟି ହୁଏ । ଖାଦ୍ୟର ଅତ୍ୟଧିକ ଦାମ୍ ଓ ଦାରିଦ୍ର୍ୟ ଯୋଗୁ ଏହା ସମ୍ଭବ ହୁଏ । ସ୍ତନ୍ୟପାନ ନ କରିବା, ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ, ନିମୋନିଆ, ମ୍ୟାଲେରିଆ ଓ ମିଳିମିଳା ଭଳି ସଂକ୍ରାମକ ରୋଗ ହେଲେ ପୋଷଣ ଆବଶ୍ୟକତା ବଢ଼େ ଓ ଫଳତଃ ଏହି କୁପୋଷଣ କରିବାରେ ସାହାଯ୍ୟ କରନ୍ତି । ପୁଷ୍ଟିସାର-କୁପୋଷଣ ଓ ଖାଦ୍ୟାଭାବ, ଏହି ଦୁଇ ପ୍ରକାର ଅପପୁଷ୍ଟି ଦେଖାଯାଏ । ପୁଷ୍ଟିସାର କୁପୋଷଣ ଦୁଇ ଗମ୍ଭୀର ପ୍ରକାର ଥାଏ: ମାରାସ୍ମସ୍ (marasmus), ଯେଉଁଥିରେ କ୍ୟାଲୋରି ଓ ପୁଷ୍ଟିସାର ଅଭାବ ଥାଏ ଓ କ୍ୱାସିଓର୍କର (kwashiorkor) ଯେଉଁଥିରେ ପୁଷ୍ଟିସାର ଅଭାବ ଥାଏ । ସାଧାରଣ ମାଇକ୍ରୋନ୍ୟୁଟ୍ରିଏଣ୍ଟ ମଧ୍ୟରେ ଲୌହ, ଆୟୋଡିନ ଓ ଭିଟାମିନ ଏ ଅଭାବ ଅଭାବ ମୂଖ୍ୟସ୍ଥାନରେ ଥାଏ । ]]. ଗର୍ଭାବସ୍ଥାରେ ଅଧିକ ଚାହିଦା ଯୋଗୁ ପୋଷକ ନିଅଣ୍ଟ ଅଧିକ ପଡ଼େ । କେତେକ ବିକାଶଶୀଳ ଦେଶମାନଙ୍କରେ ଅପପୁଷ୍ଟି ସାଥିରେ କେତେକ ଗୋଷ୍ଠୀରେ ସ୍ଥୌଲ୍ୟତା ମଧ୍ୟ ଦେଖାଯାଉଛି । କୁପୋଷଣର ଅନ୍ୟ କାରଣମାନଙ୍କ ମଧ୍ୟରେ ଆନୋରେକ୍ସିଆ ନର୍ଭୋସା (anorexia nervosa) ଓ ବାରିଆଟ୍ରିକ ଅପରେଶନ (bariatric surgery) ଅନ୍ୟତମ । ବୟସ୍କମାନଙ୍କ କ୍ଷେତ୍ରରେ ଶାରୀରିକ, ମନସ୍ତାତ୍ତ୍ୱିକ ଓ ସାମାଜିକ ପ୍ରଭାବ ଯୋଗୁ ଅଧିକ କୁପୋଷଣ ଦେଖାଯାଏ । ବିକାଶ ଯୋଜନାରେ ପୋଷକ ଉନ୍ନତି ପ୍ରଚେଷ୍ଟା ଅତି ଫଳପ୍ରଦ ବ୍ୟବସ୍ଥା ଅଟେ । ସ୍ତନ୍ୟପାନ କରାଇଲେ ଶିଶୁ କୁପୋଷଣ ଓ ମୃତ୍ୟୁ ହାର କମାଏ, ଓ ପ୍ରଚେଷ୍ଟାଦ୍ୱାରା ଉନ୍ନତି ହାର ବଢ଼େ । ୬ ମାସରୁ ୨ ବର୍ଷ ବୟସ ମଧ୍ୟରେ ସ୍ତନ୍ୟପାନ ସହ ଅନ୍ୟ ଖାଦ୍ୟ ଦେଲେ ଫଳାଫଳ ଉନ୍ନତ ହୁଏ । ବିକାଶଶୀଳ ଦେଶମାନଙ୍କରେ ଅନେକ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଦେଇ ଖାଦ୍ୟପୂର୍ତ୍ତି (supplementation) କଲେ ଉପକାରର ପ୍ରମାଣ ମିଳୁଛି । ଅଭାବୀ ଲୋକଙ୍କୁ ଅର୍ଥ ସାହାଯ୍ୟ କରିବାଦ୍ୱାରା ସେମାନେ ସ୍ଥାନୀୟ ବଜାରରୁ ଖାଦ୍ୟ କିଣି ଖାଇବା ଫଳପ୍ରଦ ହୁଏ । କେବଳ ସ୍କୁଲରେ ଖାଦ୍ୟ ଖୁଏଇବା ଯଥେଷ୍ଟ ନୁହେଁ । ଅଧିକାଂଶ ସମୟରେ ଗମ୍ଭୀର କୁପୋଷଣ ରୋଗୀକୁ ତାଙ୍କର ନିଜ ଘରେ ପ୍ରସ୍ତୁତ-ଖାଦ୍ୟ ଦେବା ସମ୍ଭବ । ଅବସ୍ଥା ଅତି ଗମ୍ଭୀର ଥିଲେ ଡାକ୍ତରଖାନାରେ ଆଡମିଶନ ଆବଶ୍ୟକ ହୁଏ । ନିମ୍ନ ରକ୍ତ ଶର୍କରା, କମ୍ ଶରୀର ଉତ୍ତାପ, ନିର୍ଜଳନର ଚିକିତ୍ସା ସହ କ୍ରମାନ୍ୱୟ ଖାଦ୍ୟ ଦେବା ବ୍ୟବସ୍ଥା କରାଯାଏ । ସଂକ୍ରମଣ ସମ୍ଭାବନା ଥିବାରୁ ନିୟମିତ ଆଣ୍ଟିବାୟୋଟିକ୍ ଦେବାକୁ ପରାମର୍ଶ ଦିଆଯାଏ । ଦୀର୍ଘକାଳୀନ ବ୍ୟବସ୍ଥାରେ କୃଷି ବ୍ୟବସ୍ଥା ଆବଶ୍ୟକ, ଯାହାଦ୍ୱାରା ଦାରିଦ୍ର୍ୟ ଦୂରୀକରଣ, ଉନ୍ନତ ପରିମଳ ବ୍ୟବସ୍ଥା ଓ ମହିଳା ସଶକ୍ତିକରଣ ହୋଇପାରିବ । ସନ ୨୦୧୦ ସୁଦ୍ଧା ପୃଥିବୀରେ ୯୨୫ ନିୟୁତ ଅପପୁଷ୍ଟି ରୋଗୀ ଥିଲେ ଯାହା ୧୯୯୦ ସନ ଅପେକ୍ଷା ୮୦ ନିୟୁତ ଅଧିକ ଥିଲା । ଆଉ ଏକ ବିଲିଅନ ଲୋକ ଭିଟାମିନ ଓ ଖାଦ୍ୟ ଲବଣ ଅଭାବରେ ପିଡ଼ିତ ଅଛନ୍ତି । ସନ ୨୦୧୦ରେ ପୁଷ୍ଟିସାର-ଶକ୍ତି କୁପୋଷଣ ମୃତ୍ୟୁ ସଂଖ୍ୟା ୬୦୦,୦୦୦ ଥିଲା ଯାହା ସନ ୧୯୯୦ର ଉଲ୍ଲିଖିତ ସଂଖ୍ୟା ଥିଲା ୮୮୩,୦୦୦ । ଅନ୍ୟାନ୍ୟ ପୋଷକ ଅଭାବ ନାମ ଆୟୋଡିନ ଅଭାବ, ଲୌହାଭାବ ଆନିମିଆ ଯୋଗୁ ୮୪,୦୦୦ ମୃତ୍ୟୁ ହୋଇଥିଲା । ଅନୁପୋଷଣ (undernutrition) ଯୋଗୁ ସନ ୨୦୧୦ରେ ୧.୪% ବିକଳାଙ୍ଗ ନିୟନ୍ତ୍ରିତ ଜୀବନବର୍ଷ (disability adjusted life years) ଥିଲା । ପିଲାଙ୍କ ମୃତ୍ୟୁ ସଂଖ୍ୟାର ପ୍ରାୟ ଏକ ତୃତୀୟାଂଶ ଅନୁପୋଷଣ ଯୋଗୁ ହେବା ବିଶ୍ୱାସ କରାଯାଥିଲା କିନ୍ତୁ ସମସ୍ତ ରୋଗୀଙ୍କୁ ଏହି ଦଳରେ ନିଆଯାଇ ନ ଥିଲା । ସନ ୨୦୧୦ର ହିସାବ ଅନୁସାରେ ଏହି ରୋଗ ଯୋଗୁ ମହିଳା ଓ ପିଲାଙ୍କ ମୃତ୍ୟୁ ୧.୫ ନିୟୁତ ଥିଲା, ଯଦିଓ କେତେକ ହିସାବ ଅନୁସାରେ ଏହା ୩ ନିୟୁତରୁ ଅଧିକ ହେବା ସମ୍ଭାବନା ଅଛି । ଏହି ରୋଗ ଯୋଗୁ ଅଧିକ ୧୬୫ ନିୟୁତ ପିଲାଙ୍କର ବାମନ-ବିକାଶ ଥିଲା । ବିକାଶଶୀଳ ଦେଶମାନଙ୍କରେ ଅନୁପୋଷଣ ସାଧାରଣତଃ ଦେଖାଯାଏ । ଡବ୍ଲ୍ୟୁ.ଏଚ୍.ଓ.
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବିଟ କଏନ ବା ଖଣ୍ଡ ମୁଦ୍ରା ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣୀକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି: ଅନୁସୂଚିତ ଜାତି ବା ହରିଜନ, ସମାଜର ଅନୁନ୍ନତ ବର୍ଗ ତଥା ଶ୍ରମିକ ଭାବେ କାର୍ଯ୍ୟକରୁଥିବା ବ୍ୟକ୍ତି ବା ଗୋଷ୍ଠୀକୁ ବୁଝାଏ । ଭାରତୀୟ ସମ୍ବିଧାନ ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତାର ଦୌରାନ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ଵର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ବିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ଵିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
କାଞ୍ଚି ଅଭିଯାନ, ଶ୍ରୀଜଗନ୍ନାଥଙ୍କ ଏକ ପୌରାଣିକ କାହାଣୀ । କିମ୍ବଦନ୍ତୀ, ପୁରାଣ ବର୍ଣ୍ଣିତ ତଥ୍ୟ ଓ ଇତିହାସକୁ ଅବଲୋକନ କଲେ ଯାହା ଜଣାପଡେ, ଅନେକ ବର୍ଷ ପୂର୍ବେ ଓଡ଼ିଶାକୁ ଶାସନ କରୁଥିବା ଗଙ୍ଗ ବଂଶୀୟ ରାଜାମାନଙ୍କ ମଧ୍ୟରେ ପୁରୁଷୋତ୍ତୋମ ଦେବ ଥିଲେ ଅନ୍ୟତମ । ସେ ଜଗନ୍ନାଥଙ୍କ ପରମ ଭକ୍ତ ଓ ସେବକ ଭାବେ ପରିଚିତ । ସେ ଜଗନ୍ନାଥଙ୍କୁ ଜଗତକର୍ତ୍ତା ଓ ନିଜକୁ ଜଣେ ସାଧରଣ ସେବକ ବୋଲି ଭାବୁଥିଲେ ଓ ଅନ୍ୟକୁ ପରିଚୟ ମଧ୍ୟ ଦେଉଥିଲେ । ଆଧୁନିକ ତମିଲନାଡୁ ପ୍ରଦେଶ ଅନ୍ତର୍ଗତ କାଞ୍ଚି ରାଜାଙ୍କ କନ୍ୟା ପଦ୍ମାବତୀଙ୍କୁ ବିବାହ କରିବା ନିମନ୍ତେ ରାଜା ପୁରୁଷୋତ୍ତମ ଦେବ ଓ କାଞ୍ଚି ରାଜାଙ୍କ ମଧ୍ୟରେ ଯାହା ସବୁ ଘଟଣା ଘଟିଥିଲା, ତାହକୁ ଅନେକ ପୌରାଣିକ ଓ ଇତିହାସ ପୃଷ୍ଠାରେ କାଞ୍ଚି ଅଭିଯାନ ନାମରେ ସବିଶେଷ ବ୍ୟାଖ୍ୟା କରାଯାଇଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସ୍କନ୍ଦ ପୁରାଣ, ପୁରାଣ ମାନଙ୍କରେ ସବୁଠାରୁ ବଡ଼ ପୁରାଣ ଅଟେ । ଏହି ପୁରାଣରେ ୮୮୧୦୦ ଶ୍ଲୋକ ଅଛି । ଏହି ପୁରାଣକୁ ସ୍କନ୍ଦ, ଶିବ ଓ ପାର୍ବତୀଙ୍କ ପୁତ୍ର କାର୍ତ୍ତିକେୟ କହିଥିବାରୁ ଏହାର ନାମ ତାଙ୍କ ଅନୁସାରେ ସ୍କନ୍ଦ ଦିଆଯାଇଥିଲା । ଏହା ସାତଟି ଖଣ୍ଡରେ ବିଭକ୍ତ ଅଟେ - ମହେଶ୍ୱର, ବୈଶ୍ନବ, ବ୍ରହ୍ମା, କାଶୀ, ଅବନ୍ତି, ନଗର ଓ ପ୍ରଭାସ । କାର୍ତ୍ତିକ ଦେବତାଙ୍କ ସେନାକୁ ନିୟନ୍ତ୍ରଣ କରୁଥିଲେ ଓ ତାଡ଼କାସୁରକୁ ମାରିଥିଲେ ।
ସରଳା ଦେବୀ (୧୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ସ୍ଵାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ ।ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ଇଂରେଜ ସରକାର ଅଧୀନରେ ଥିବା ବେଳେ ଭାରତରେ , ନାରୀ ମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଦେଖା ଦେଇଥିଲା । ଫଳରେ ନାରୀ ଶିକ୍ଷାର ପ୍ରସାର ଓ ପ୍ରଚାର ଘଟିଥିଲା । ସେହି ସମୟରେ ଏହାର ପ୍ରଭାବ ଓଡ଼ିଶାର ନାରୀ ମାନଙ୍କ ଉପରେ ମଧ୍ୟ ପଡ଼ିଥିଲା । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରମାଦେବୀ, ମାଳତୀ ଚୌଧୁରୀ , ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ବହୁ ଓଡ଼ିଆ ନାରୀ ସ୍ଵାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ । ସେମାନଙ୍କ ମଧ୍ୟରେ ସରଳା ଦେବୀ ଅଗ୍ରଗଣ୍ୟ ଥିଲେ । ପ୍ରଥମ ଓଡ଼ିଆ ମହିଳା ଭାବେ ସେ ସତ୍ୟାଗ୍ରହ ଆନ୍ଦୋଳନରେ ଭାଗ ନେଇଥିଲେ । ସେ ଇଞ୍ଚୁଡ଼ିଠାରେ ଲବଣ ସତ୍ୟାଗ୍ରହରେ ଭାଗ ନେଇଥିଲେ । ସ୍ଵାଧୀନତା ଆନ୍ଦଳୋନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।