ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମହମ୍ମଦ ରଫି ୧୯୨୪ମସିହା ଡିସେମ୍ବର ୨୪ ତାରିଖ ଦିନ ଅମୃତସର ନିକଟସ୍ଥ କୋଟଲା ସୁଲତାନ ସିଂଠାରେ ଜନ୍ମଗ୍ରହଣ କରିଥିଲେ ଓସ୍ତାଦ ଗୁଲାମ ଅଲି ଖାନଙ୍କ ନିକଟରୁ ସେ ସଙ୍ଗୀତ ଶିକ୍ଷା କରିଥିଲେ ସେ ପ୍ରଥମେ ପଞ୍ଜାବୀ କଥାଚିତ୍ର ‘ଗୁଲ୍ ବାଲୋଚ୍’ରେ କଣ୍ଠଦାନ କରିଥିଲେ ସେ ପଞ୍ଜାବୀ ସହ ହିନ୍ଦୀ, ଓଡ଼ିଆ, କୋଙ୍କଣୀ, ଭୋଜପୁରୀ, ବଙ୍ଗଳା, ମରାଠୀ, ସିନ୍ଧୀ, କନ୍ନଡ଼, ଗୁଜରାଟୀ, ତେଲୁଗୁ, ମାଘି, ମୈଥିଳୀ ଓ ଅହମିୟା ଆଦି ଭାଷାରେ ଗୀତ ଗାଇଥିଲେ ଲକ୍ଷ୍ମୀକାନ୍ତ-ପ୍ୟାରେଲାଲଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ‘ଆସ ପାସ’ କଥାଚିତ୍ରରେ ସେ ତାଙ୍କର ଶେଷ ଗୀତ ଗାଇଥିଲେ ଓଡ଼ିଆ କଥାଚିତ୍ରଅରୁନ୍ଧତୀର ୨ଟି ଗୀତ 'ମୟୂରୀଗୋ ତୁମ ଆକାଶେ ମୁଁ' ଏବଂ 'ତୁମକୁ ପାରୁନି ତ ଭୁଲି' ଗୀତ ଗାଇଥିଲେ ସେ ତାଙ୍କ ଗାୟନକାଳ ମଧ୍ୟରେ ୬ଥର ଫିଲ୍ମଫେୟାର ପୁରସ୍କାର ପାଇଥିଲେ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ୧୯୮୦ ମସିହା ଜୁଲାଇ ୩୧ତାରିଖ ଦିନ ହୃଦଘାତରେ ତାଙ୍କର ପରଲୋକ ଘଟିଥିଲା
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଆଞ୍ଜିଓଇଡିମା (ଇଂରାଜୀ ଭାଷାରେ Angioedema) କହିଲେ ଡର୍ମିସ (lower layer of skin ବା ଚର୍ମର ତଳ ସ୍ତର), ଚର୍ମତଳ ତନ୍ତୁ (tissue just under the skin) ଓ ମ୍ୟୁକୋସ ଝିଲ୍ଲି (mucous membrane) ଫୁଲିଯିବାକୁ ବୁଝାଏ । ମୁଖ ମଣ୍ଡଳ, ଜିଭ, ସ୍ୱରପେଟିକା ବା ଲାରିଙ୍କ୍ସ (larynx), ପେଟ ବା ହାତ ଓ ଗୋଡ଼ମାନଙ୍କରେ ଦେଖାଯାଇଥାଏ । ଅନେକ ସମୟରେ ଏହା ସହିତ ଅର୍ଟିକାରିଆ ବା ଅଗିଆ ବାତ (hives) ରହିପାରେ ଯାହା ଚର୍ମର (skin) ଉପର ସ୍ତରର ଫୁଲିବାକୁ କୁହାଯାଏ । କିଛି ମିନିଟରୁ କିଛି ଘଣ୍ଟା ମଧ୍ୟରେ ଏହି ରୋଗ ଦେଖାଯାଏ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ଦେବୁ ବୋଷ ଓଡ଼ିଶାରେ ଜନ୍ମଗ୍ରହଣ କରିଥିବା ଓଡ଼ିଆ କଥାଚିତ୍ର ଜଗତ ଜଣେ ଅଭିନେତା । ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ । ଅଭିନୟ ବ୍ୟତିତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ । ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷାଗ୍ରହଣ କରିଥିବା, ଦେବୁ ଓଡ଼ିଆ ସିନେମାରେ ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି । ଚଳଚ୍ଚିତ୍ର ବ୍ୟତିତ, ଦେବୁ ବୋଷ 'ଦିଗନ୍ତ' ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଛନ୍ତି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶ୍ରୀ ବିନାୟକ ଆଚାର୍ଯ୍ୟ ୧୯୧୮ ମସିହା ଅଗଷ୍ଟ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସ୍ଵର୍ଗୀୟ ଶ୍ରୀ ରଘୁନାଥ ଆଚାର୍ଯ୍ୟ । ସେ କଳା ବିଭାଗରେ +୩ କରିସାରି ଶିକ୍ଷକତା ନିମନ୍ତେ ତାଲିମ ନେଇଥିଲେ । ରାଜନୀତିରେ ଯୋଗଦେବା ଆଗରୁ ସେ ଶିକ୍ଷକତା କରୁଥିଲେ । ପତ୍ରିକା ଅଧ୍ୟୟନ ତାଙ୍କର ଅନ୍ୟତମ ରୁଚି ଥିଲା ଓ ସେ ତାଙ୍କ ବନ୍ଧୁମାନକଙ୍କ ସହିତ ଭାରତ ରାଜନୀତି ବିଷୟରେ ଚର୍ଚ୍ଚା କରୁଥିଲେ, ଯାହା ତାଙ୍କୁ ଭବିଷ୍ୟତ ଜୀବନରେ ରାଜନୀତିରେ ଯୋଗ ଦେବାପାଇଁ ପ୍ରେରଣା ଯୋଗାଇଥିଲା । ୧୯୪୨ ମସିହାରେ ହୋଇଥିବା ଭାରତଛାଡ଼ ଆନ୍ଦୋଳୋନରେ ସେ ଯୋଗଦେଇ ବନ୍ଦୀମାନଙ୍କ ପରିବାର ଲୋକଙ୍କୁ ଦେଖାଶୁଣା କରିଥିଲେ । ତେଣୁ ପୁଲିସର ସନ୍ଧାନବେଳେ ତାଙ୍କ ଭାଇ ଶ୍ରୀ ସତ୍ୟନାରାୟଣ ଆଚାର୍ଯ୍ୟ ଧରାପଡ଼ିଥିଲେ ଓ ତାଙ୍କୁ କାରାଦଣ୍ଡାଦେଶ ହୋଇଥିଲା । ତାଙ୍କର ରାଜନୈତିକ ଜୀବନ ୧୯୬୭ ମସିହାରେ ଆରମ୍ଭ ହୋଇଥିଲା ଓ ସେ ବିଧାୟକ ପାଇ ନିର୍ବାଚନରେ ଭାଗ ନେଇଥିଲେ । ସେ ୧୯୬୭ ଓ ୧୯୭୧ରେ ୨ଥର ବିଧାୟକ ଭାବେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୬୭ରୁ ୧୯୭୨ ପର୍ଯ୍ୟନ୍ତ ବିରୋଧିଦଳର ନେତୃତ୍ଵ ମଧ୍ୟ ନେଇଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୨୯ ଡିସେମ୍ବର ୧୯୭୬ ଠାରୁ ୩୦ ଅପ୍ରେଲ ୧୯୭୭ ପର୍ଯ୍ୟନ୍ତ ଦାୟିତ୍ଵ ନିର୍ବାହ କରିଥିଲେ । ୧୧ ଡିସେମ୍ବର ୧୯୮୩ରେ ସେ ପ୍ରାଣତ୍ୟାଗ କରିଥିଲେ । ଆଚାର୍ଯ୍ୟଙ୍କ ମୃତ୍ୟୁପରେ ତାଙ୍କ ସ୍ମୃତିରେ ବ୍ରହ୍ମପୁରଠାରେ ସରକାର ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଓ ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ ଯାହା ତାଙ୍କ ନାମରେ ନାମିତ ହୋଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ । ଅଖିଳମୋହନଙ୍କ ସମସାମୟିକ ସାହିତ୍ୟିକମାନେ ଗ୍ରାମାଞ୍ଚଳର ଜୀବନ ଆଧାରରେ ସେମାନଙ୍କ ସାହିତ୍ୟ ସୃଷ୍ଟି କରୁଥିଲା ବେଳେ ତାଙ୍କ ସାହିତ୍ୟର ମୁଖ୍ୟ ଉପଜୀବ୍ୟ ଥିଲା ସହରୀ ଜୀବନ । ୧୯୪୮ ମସିହାରେ, ତାଙ୍କର ପ୍ରଥମ ଗଳ୍ପ "ସପନ" ପ୍ରକାଶିତ ହୋଇଥିଲା । ୧୯୮୧ ମସିହାରେ ଓ ଅନ୍ଧଗଳି ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ତାଙ୍କ ଲିଖିତ ପୁସ୍ତକ ଗୁଡ଼ିକ ଇଂରାଜୀ ଏବଂ ଅନ୍ୟ ଭାରତୀୟ ଭାଷାରେ ଅନୁବାଦିତ ହୋଇସାରିଛି । ଅଖିଳ ମୋହନ ଅଭିନୟରେ ମଧ୍ୟ ରୁଚି ରଖୁଥିଲେ । "ଜନତା ରଙ୍ଗମଞ୍ଚ"ର ପୁନରୁଦ୍ଧାର ଦିଗରେ, ସେ କାର୍ଯ୍ୟ କରିଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ପଣ୍ଡୁଓଷା ମାର୍ଗଶିର ମାସର ପୂର୍ଣ୍ଣିମା ଦିନ ପାଳନ କରାଯାଏ । ମାର୍ଗଶିର ପୂର୍ଣ୍ଣିମାକୁ ପଣ୍ଡୁପୂର୍ଣ୍ଣିମା କୁହାଯାଏ । ଏହି ସମୟରେ ହେମନ୍ତ ଋତୁ ସରି, ଶୀତର ଆରମ୍ଭ ହେଉଥାଏ । ସକାଳୁ ସକାଳୁ କୁହୁଡ଼ି ହେତୁ ସର୍ବତ୍ର ଫିକାଧଳା ବା ପାଣ୍ଡୁର ବର୍ଣ୍ଣ ଦିଶୁଥାଏ । ଏଣୁ ଏହି ପୂର୍ଣ୍ଣିମାର ନାଁ ପଣ୍ଡୁ ପୂର୍ଣ୍ଣିମା କୁହାଯାଏ । ବଡ଼ ଓଷା ପରି ଏହି ବ୍ରତକୁ ଗଜ ବସାଇ ପାଳନ କରାଯାଏ । ନାରୀମାନେ ଏହି ବ୍ରତ ମାଧ୍ୟମରେ ଯମରାଜାଙ୍କୁ ପୂଜା ବା ଉପାସନା କରନ୍ତି । ଏହାର ମୁଖ୍ୟ ଉଦ୍ଦେଶ୍ୟ ପୁତ୍ର ସନ୍ତାନ କାମନା । ଏହି ବ୍ରତ ପାଳନରେ ନିର୍ଦ୍ଧିଷ୍ଟ ବିଧି ରହି ଅଛି । ଏଥିପାଇଁ ଗୃହ ଚଟାଣକୁ ଗୋବରରେ ଚିକ୍କଣ କରି ଲିପାଯାଏ । ଚିତା ଓ ମୁରୁଜ ତହିଁ ପରେ ପକାଯାଏ । ଗଜକୁ ସ୍ଥାପନ କରାଯାଏ ଏବଂ ପୂଜନ ବିଶେଷକରି ପୁରୋହିତଙ୍କଦ୍ୱାରା ଯମରାଜଙ୍କୁ ଆବାହନ, ପୂଜନ ଏବଂ ନୈବେଦ୍ୟ ଅର୍ପଣ ପୂର୍ବକ ଭକ୍ତି ପ୍ରଣତି ବଢ଼ାଯାଏ । ଏହି ପୂଜାର ମୁଖ୍ୟ ଭୋଗ ହେଉଛି ମଣ୍ଡା ପିଠା । ପୂର୍ବ ପ୍ରସ୍ତୁତି ଅନୁଯାୟୀ ନୂଆ ଗୋବର ଲିପା ଟୋକେଇ ବା ପାଛିଆ ପୂର୍ଣ୍ଣଧାନ ଆଣି ଢିଙ୍କିରେ କୁଟି ଚାଉଳ କରାଯାଏ । ଏହି ଚାଉଳକୁ ପୁଣି ଚୁନା କରି ସେଥିରେ ନଡ଼ିଆ ଦେଇ ନଡ଼ିଆ ମଣ୍ଡା କରାଯାଏ ଓ ପୂଜାଭୋଗ କରାଯାଏ । ଏହାସହିତ ଖଇ, କଦଳୀ, ଫଳ ଏବଂ ଛେନା ଆଦି ଭୋଗ ମଧ୍ୟ ବଢ଼ାଯାଏ । ପଣ୍ଡୁଓଷା ଏକ ନିଷ୍ଠାର ବ୍ରତ । ନାରୀଜାତି ବିଶେଷ କରି ମା’ମାନଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ।
ପୌଷମାସ ଶୁକ୍ଳପକ୍ଷରେ ଯେଉଁ ଏକାଦଶୀ ପଡେ ତାହାକୁ ପୁତ୍ରଦା ଏକାଦଶୀ କୁହାଯାଏ । ପୁତ୍ରଦା ଏକାଦଶୀରେ ନାମମନ୍ତ୍ର ଜପ କରିବା ସହ ଶ୍ରୀହରିଙ୍କୁ ପୂଜାର୍ଚ୍ଚନା କରାଯାଇଥାଏ । ଏକାଦଶୀ ତିଥିରେ ଦୀପଦାନ ସହ ସମସ୍ତ ଫଳ ପୂଜାକରିବା ବିଧାନ ରହିଛି । ଭଗବାନ୍ ଶ୍ରୀକୃଷ୍ଣ ଧର୍ମରାଜ ଯୁଧିଷ୍ଠିରଙ୍କୁ ଏହି ବ୍ରତର ମହତ୍ତ୍ୱକୁ ବ୍ୟାଖ୍ୟା କରି କହିଥିଲେ – ଏହି ତିଥିର ଅଧିଦେବତା ହେଉଛନ୍ତି ଭଗବାନ ନାରାୟଣ । ଏହି ତିଥିରେ ସମସ୍ତ ପାପନାଶ ହୋଇଥାଏ I ପୂର୍ବକାଳରେ ଭଦ୍ରାବତୀପୁରୀ ରାଜା ସୁକେତୁମାନ୍ ଶାସନ କରୁଥିଲେ । ତାଙ୍କର କୌଣସି ସନ୍ତାନ ନଥିଲା ଏହି କାରଣରୁ ରାଜା ଓ ରାଣୀ ଚମ୍ପା ଚିନ୍ତାରେ ରହୁଥିଲେ । ଦିନେ ରାଜା ରାଜପରିବାରର କୌଣସି ସଦସ୍ୟଙ୍କୁ ନ ଜଣାଇ ବନ୍ୟ ଭ୍ରମଣ କରିବା ପାଇଁ ବାହାରିଲେ । ରାଜା ବନର ଶୋଭାକୁ ଦେଖୁ ଦେଖୁ ଦ୍ୱିପ୍ରହର ହୋଇଗଲା । ରାଜା ଭୋକ ଶୋଷରେ ଆଉଟୁ ପାଉଟୁ ହୋଇ ଖାଦ୍ୟ ସଂଗ୍ରହ ପାଇଁ ଖୋଜି ବୁଲିଲେ । ଶେଷରେ ଏକ ସରୋବର ଓ ସରୋବର ତଟରେ ଅନେକ ମୁନିଋଷିମାନଙ୍କର ଆଶ୍ରମ ସ୍ଥଳୀ ରହିଥିବାର ଦେଖିଲେ । ଏହା ରାଜାଙ୍କ ପାଇଁ ସୌଭାଗ୍ୟ ଥିଲା । ସେ ତତ୍କ୍ଷଣାତ ଘୋଡା ଉପରେ ବସି ସରୋବର ନିକଟରେ ପହଞ୍ଚି ସମସ୍ତ ମୁନିଋଷିମାନଙ୍କୁ ବନ୍ଦନା କରିବାକୁ ଲାଗିଲେ । ତାଙ୍କର ବନ୍ଦନାରେ ମୁନିଋଷିମାନେ ପ୍ରସନ୍ନ ହେଲେ । ରାଜା ମୁନିମାନଙ୍କୁ ଦେଖି ପଚାରିଲେ ଆପଣମାନେ କିଏ ? ଆପଣଙ୍କ ନାମ କ’ଣ ତଥା ଆପଣମାନେ ଏଠାରେ ଏକତ୍ର ହୋଇଛନ୍ତି କାହିଁକି ?
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମାଗୁଣି ଚରଣ ଦାସ ଜଣେ ଭାରତୀୟ ପାରମ୍ପରିକ ନୃତ୍ୟଶିଳ୍ପୀ ଥିଲେ । ସେ ପୁରୀ ଜିଲ୍ଲାର ରଘୁରାଜପୁରରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଶାର ପାରମ୍ପରିକ ନୃତ୍ୟ ଗୋଟିପୁଅ ପାଇଁ ସେ ଭାରତ ପ୍ରସିଦ୍ଧ ଅଟନ୍ତି । ଦଶଭୁଜା ଗୋଟିପୁଅ ଓଡ଼ିଶୀ ନୃତ୍ୟ ପରିଷଦ (ଗୋଟିପୁଅ ନୃତ୍ୟ ପାଇଁ ବିଦ୍ୟାଳୟ)ର ସେ ପ୍ରତିଷ୍ଠାତା ଥିଲେ । ଲୋପ ପାଇ ଆସୁଥିବା ଗୋଟିପୁଅ ନୃତ୍ୟର ସେ ପୁନଃରୁଦ୍ଧାର କରିଥିଲେ । ତାଙ୍କ ନୃତ୍ୟ ଶୈଳୀ ଗୋଟିପୁଅର ରଘୁରାଜପୁର ଘରଣା ଭାବରେ ପରିଚିତ (Raghurajpur Gharana of Gotipua) । ତାଙ୍କ ବିଦ୍ୟାଳୟରେ ନୃତ୍ୟ ତାଲିମ ଦିଆ ଯିବା ସହ ପାଠ ମଧ୍ୟ ପଢା ଯାଉଥିଲା । ୫ ଡିସେମ୍ବର ୨୦୦୮ରେ ସେ ମୃତ୍ୟୁ ବରଣ କରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ବିଟ କଏନ ଏକ ଗୁପ୍ତ ମୁଦ୍ରା ବା ଅଦୃଶ୍ୟ କ୍ୟାଶ ଅଟେ । ଏହାକୁ ଅନଲାଇନ ୱାଲେଟ ମଧ୍ୟ କୁହାଯାଏ । ଅନଲାଇନରେ ଦ୍ରବ୍ୟ କ୍ରୟ ପାଇଁ ଏହାକୁ ବ୍ୟବହାର କରାଯାଏ । ସାଂଖିକ ଦେଣନେଣ ( ଡିଜିଟାଲ ପେମେଣ୍ଟ )ର ଏହା ଏକ ମାଧ୍ୟମ ଅଟେ । ବିଟ କଏନଦ୍ୱାରା ବିଶ୍ୱର ଯେକୌଣସି ସ୍ଥାନରୁ ସିଧାସଳଖ କିଣାବିକା କରାଯାଇ ପାରେ । ଏକ ଅଜ୍ଞାତ ପ୍ରୋଗ୍ରାମର କିମ୍ବା ସତୋଶୀ ନାକାମୋତୋ ନାମକ ଏକ ପ୍ରୋଗ୍ରାମର ଗୋଷ୍ଠୀ ଦ୍ବାରା ଉଦ୍ଭାବିତ ହୋଇଥିଲା । ଏହାକୁ ଓପନ ସୋର୍ସରେ ୨୦୦୯ ମସିହାରେ ଛଡ଼ାଯାଇଥିଲା ।