ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ତରଙ୍ଗ ଉତ୍ସ ଓ ଦେଖଣାହାରୀ ବା ଶ୍ରୋତା ମଧ୍ୟରେ ଆପେକ୍ଷିକ ଗତି ରହିଥିଲେ ତରଙ୍ଗର ଦୈର୍ଘ୍ୟ ବା ଆବୃତ୍ତିରେ ପରିବର୍ତ୍ତନ ଘଟି ଯେଉଁ ପ୍ରଭାବ ଅନୁଭୂତ ହୁଏ ତାହାକୁ ଡୋପ୍ଲର୍ ପ୍ରଭାବ (ଈଂରାଜୀରେ Doppler Effect) ବା ଡୋପ୍ଲର୍ ବିସ୍ଥାପନ (ଈଂରାଜୀରେ Doppler Shift) କୁହାଯାଏ । ଅଷ୍ଟ୍ରିଆ ଦେଶର ପଦାର୍ଥ ବିଜ୍ଞାନୀ ଖ୍ରୀଷ୍ଟିୟାନ୍ ଡୋପ୍ଲର୍ ୧୮୪୨ ମସିହାରେ ଏହି ପ୍ରଭାବ ବିଷୟରେ ପ୍ରଥମେ ବୈଜ୍ଞାନିକ ବର୍ଣ୍ଣନା ଦେଇଥିବାରୁ ଏହାର ଏପରି ନାମକରଣ ହୋଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଏହି ଯାତ୍ରା ପୃଥିବୀର ବିଶାଳତମ ଖୋଲା ରଙ୍ଗମଞ୍ଚ ଭାବେ ଜଣା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ । ଏହି ମଞ୍ଚରେ କଂସ ଦୋଷ ନିମନ୍ତେ ଲୋକଙ୍କୁ ଦଣ୍ଡବିଧାନ ମଧ୍ୟ କରିଥାନ୍ତି । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ତାଙ୍କ ମନ୍ତ୍ରୀମଣ୍ଡଳ ମଧ୍ୟ କଂସଙ୍କଦ୍ୱାରା ଦଣ୍ଡିତ ହୋଇଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
ଲେଖା ଚାଲିଛି... ସାଲମୋନେଲୋସିସ (ଇଂରାଜୀ ଭାଷାରେ Salmonellosis) ଏକ ଲକ୍ଷଣଯୁକ୍ତ ସଂକ୍ରମଣ (symptomatic infection) ଯାହା ସାଲମୋନେଲା (Salmonella) ନାମକ ଏକ ଜୀବାଣୁଦ୍ୱାରା ସଂଘଟିତ ହୁଏ । ଏହି ରୋଗରେ ସାଧାରଣତଃ ତରଳ ଝାଡ଼ା, ଜ୍ୱର, ଉଦର କ୍ରାମ୍ପ (abdominal cramps) ଓ ବାନ୍ତି (vomiting) ହୁଏ । ଜୀବାଣୁ ସଂସ୍ପର୍ଶରେ ଆସିବାର ଅଧା ଦିନରୁ ତିନି ଦିନ ମଧ୍ୟରେ ଲକ୍ଷଣ ଆରମ୍ଭ ହୋଇ ୪ ରୁ ୭ଦିନ ପର୍ଯ୍ୟନ୍ତ ରହେ । ବେଳେ ବେଳେ ନିର୍ଜଳନ (dehydration) ମଧ୍ୟ ହୋଇପାରେ.
ସୁଶ୍ରୁତ (ଦେବନାଗରୀ ଲିପିରେ सुश्रुत) ପ୍ରାଚୀନ ଭାରତର ଜଣେ ଚିକିତ୍ସକ ତଥା ସୁଶ୍ରୁତ ସଂହିତା ଗ୍ରନ୍ଥର ରଚୟିତା । ମୋନିଏର୍ ୱିଲିୟମ୍ସ୍ ସଂସ୍କୃତ-ଈଂରାଜୀ ଶବ୍ଦକୋଷ ଅନୁସାରେ ସୁଶ୍ରୁତ ଶବ୍ଦର ଅର୍ଥ ହେଉଛି "ଉତ୍ତମ ରୂପେ ଶୁଣାଯାଇଥିବା ବା ପ୍ରସିଦ୍ଧ” । ପୂର୍ଣ୍ଣଚନ୍ଦ୍ର ଭାଷାକୋଶ ଅନୁଯାୟୀ ସୁଶ୍ରୁତ ଶବ୍ଦର ଅର୍ଥମାନ ହେଲା (୧) ବେଦରେ ପାରଙ୍ଗମ (୨) ଉତ୍ତମ ରୂପେ ଶୁଣା ଯାଇଥିବା (୩) ପ୍ରସିଦ୍ଧ । ଏତତ୍ ବ୍ୟତୀତ ପୂର୍ଣ୍ଣଚନ୍ଦ୍ର ଭାଷାକୋଶରେ ରହିଥିବା ଆଉ ଏକ ତଥ୍ୟ ଅନୁଯାୟୀ ସୁଶ୍ରୁତ ହେଉଛନ୍ତି ହିନ୍ଦୁ ଚିକିତ୍ସା-ଶାସ୍ତ୍ରର ପ୍ରଣେତା ଓ ବିଶ୍ଵାମିତ୍ର ମୁନିଙ୍କ ପୁତ୍ର । ସେ କାଶୀକୁ ଯାଇ ଧନ୍ଵନ୍ତରୀଙ୍କ ଅବତାର ଭାବେ ପରିଚିତ ଦିବୋଦାସଙ୍କ ନିକଟରେ ଚିକିତ୍ସା ଶାସ୍ତ୍ରର ଶିକ୍ଷାଲାଭ କରିଥିଲେ । ସୁଶ୍ରୁତ ଋଷି ବିଶ୍ଵାମିତ୍ରଙ୍କ ପୁତ୍ର ହୋଇଥିବା ବିଷୟର ଉଲ୍ଲେଖ ମହାଭାରତରେ ମଧ୍ୟ ରହିଛି । ଏହି କାରଣରୁ ପୂର୍ଣ୍ଣଚନ୍ଦ୍ର ଭାଷାକୋଶ ସୁଶ୍ରୁତ ସଂହିତାର ରଚନା ସମୟ ଦ୍ଵାପର ଯୁଗ ବୋଲି ଅଭିହିତ କରିଥିବା ସମ୍ଭବପର । କେତେକଙ୍କ ମତରେ ସୁଶ୍ରୁତ ସଂହିତା ପ୍ରାୟ ଖ୍ରୀ.ପୂ. ୬୦୦ ବେଳକୁ ପ୍ରଣୀତ ହୋଇଥିଲା । ଅନ୍ୟ ଏକ ମତାନୁସାରେ ଦ୍ଵାପର ଯୁଗରେ ସେ “ସୁଶ୍ରୁତ ସଂହିତା” ନାମକ ଚିକିତ୍ସା ଗ୍ରନ୍ଥ ପ୍ରଣୟନ କରିଥିଲେ । କୁଞ୍ଜଲାଲ ଭିଷାଗରତ୍ନଙ୍କ ମତରେ ସୁଶ୍ରୁତ ବିଶ୍ଵାମିତ୍ରଙ୍କ ଗୋଷ୍ଠୀ ବା ଗୁରୁକୁଳର ଜଣେ ସଦସ୍ୟ ବୋଲି ଆମେ କହି ପାରିବା । ପ୍ରାଚୀନ ଭାରତର ଚିକିତ୍ସା ସମ୍ଵନ୍ଧୀୟ ଗ୍ରନ୍ଥମାନଙ୍କ ମଧ୍ୟରେ “ସୁଶ୍ରୁତ ସଂହିତା” ଅତି ମହତ୍ତ୍ଵପୂର୍ଣ୍ଣ ଓ କେତେକ ଏହାକୁ ଆୟୁର୍ବେଦର ମୂଳଦୁଆ ରୂପେ ମଧ୍ୟ ଅଭିହିତ କରିଥାନ୍ତି । ଏହି ସଂହିତାରେ ସାଧାରଣ ଔଷଧ ଓ ତାହାର ବ୍ୟବହାର ବିଷୟରେ ବହୁ ତଥ୍ୟ ରହିଛି । କିନ୍ତୁ ସୁଶ୍ରୁତ ସଂହିତା ଗ୍ରନ୍ଥର ଜଣେ ଅନୁବାଦକ ଜି. ଡି.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
କେଶ (ଲାଟିନ୍: Pili, Capellus, ଫ୍ରେଞ୍ଚ୍: Poil, ଇଂରାଜୀ: Hair, ଜର୍ମାନୀ: Haar) କେଶ କୋମଳରୁ ଆରମ୍ଭ କରି ଦୃଢ଼ତା ପର୍ଯ୍ୟନ୍ତ ରହିଥାଏ । ପ୍ରକୃତି ଥଣ୍ଡା ଏବଂ ଗରମ ପରିବେଶରେ ବସବାସ କରୁଥିବା ଜୀବମାନଙ୍କୁ କେଶ ପ୍ରଦାନ କରିଛନ୍ତି , ଯାହା ମୂଳ କ୍ଷେତ୍ରରେ ଥଣ୍ଡାରୁ ରକ୍ଷା କରେ ଏବଂ ଗରମରେ ଅଧିକ ଉତ୍ତାପରୁ ରକ୍ଷା କରେ । ଶରୀରରେ ସହ୍ୟ କରିହେଉନଥିବା ଗରମ ପଡିଲେ, ଶରୀରରୁ ଝାଳ ବାହାରି ଆସିଥାଏ, ତାହା କେଶ କାରଣରୁ ଗରମରୁ ଅତିଶୀଘ୍ର ଶୁଖେ ନାହିଁ, କୌଣସି କଠିନ ବସ୍ତୁରେ ଅଚାନକ ହେଉଥିବା ପ୍ରହାରରୁ ମଧ୍ୟ କେଶ ବଞ୍ଚେଇଥାଏ । ସାଧାରଣତଃ କେଶ ଵୃଦ୍ଧି, କେଶର ପ୍ରକାର ଏବଂ କେଶ ଯତ୍ନ ଉପରେ ମନୁଷ୍ୟର ଅଧିକତମ ଆଗ୍ରହ କେନ୍ଦ୍ରିତ ହୁଏ । କେଶ ଉପରେ ମନୋଭାବ ମୁଖ୍ୟତଃ କେଶ ଅପସାରଣ ଏବଂ କେଶ ବିନ୍ୟାସ ପଦ୍ଧତି ଉପରେ କେନ୍ଦ୍ରତ ଥାଏ ଯାହା ଭିନ୍ନ ଭିନ୍ନ ସଂସ୍କୃତି ଏବଂ ଐତିହାସିକ ପର୍ଯ୍ୟାୟରେ ବିସ୍ତୃତ ଭାବେ ପରିବର୍ତ୍ତିତ ହୋଇଥାଏ । କିନ୍ତୁ ଏହା ଅନେକ ସମୟରେ ବ୍ୟକ୍ତିର ବ୍ୟକ୍ତିଗତ ଧାରଣା ଏବଂ ସାମାଜିକ ଅବସ୍ଥାନ ଯେପରିକି ସେମାନଙ୍କ ବୟସ, ଲିଙ୍ଗ, ଏବଂ ଧର୍ମକୁ ସୂଚିତ କରାଇଥାଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ଵର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ବନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ଵର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ଵର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ଵର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ରଘୁପତି ରାଘବ ରାଜାରାମ (ଓଡ଼ିଆ କଥାଚିତ୍ର)
ରଘୁପତି ରାଘବ ରାଜାରାମ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ । ସାର୍ଥକ ମୁଭିଜ୍ ବ୍ୟାନରରେ ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ଏହା ସାର୍ଥକର ୧୪ ତମ ଚଳଚ୍ଚିତ୍ର ଥିଲା । ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ ଶ୍ରୀକାନ୍ତ ଗୌତମ । ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ । ବିକାଶ ଦାସ ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ନମିତା ଅଗ୍ରୱାଲ, ସୌରିନ ଭଟ୍ଟ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରରେ କଣ୍ଠଦାନ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀ ମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା । ପୁର୍ବରୁ "ନାଥୁରାମ ଗଡସେ" ୫ ଥର ହତ୍ୟା ପାଇଁ ପ୍ରୟାସ କରିଥିଲେ ମଧ୍ୟ ଅସଫଳ ହୋଇଥିଲେ । ପ୍ରଥମେ ୧୯୩୪ରେ ହତ୍ୟା ପାଇଁ ପ୍ରୟାସ କରିଥିଲେ ।
କୋଇଲି ଏକ ପ୍ରକାର ପକ୍ଷୀ ı ପ୍ରାଣୀବିଜ୍ଞାନରେ ଏହାର ନାମ ୟୁଡିନାମିସ୍ ସ୍କୋଲୋସ୍ନାସିଆ ıଏହି ପକ୍ଷୀ ସାଧାରଣତଃ ଭାରତରେ ବହୁଳ ଭାବରେ ଦେଖାଯାଆନ୍ତି । କୋଇଲିର ଆକାର ୩୯ରୁ ୪୬ ସେ.ମି ଓ ରଙ୍ଗ କଳା ıଏହାର ଲାଞ୍ଜ ଲମ୍ବା ହେଇଥିବା ବେଳେ ପରରେ ସାମାନ୍ୟ ଚିହ୍ନ ରହିଥିବା ଦେଖିବାକୁ ମିଳେ । ଥଣ୍ଟ ଛୋଟ ଓ ମୁନିଆଯୁକ୍ତ ıଅଣ୍ଡିରା ପକ୍ଷୀଙ୍କ ଆକାର ସମ୍ପୂର୍ଣ୍ଣ କଳାହେଇଥିବା ବେଳେ ଥଣ୍ଟ ହଳଦିଆ ଓ ସବୁଜ ମିଶା । ମାଈ ପକ୍ଷୀ ଗାଢ ଧୂସର ı ଏମାନଙ୍କ ଶରୀରରେ ଧଳା ଚିହ୍ନ ଦେଖିବାକୁ ମିଳେ । ମାଈ ପକ୍ଷୀଙ୍କର ଥଣ୍ଟ ସବୁଜ ଓ ଆଖି ଲାଲ । ଅଣ୍ଡିରା ପକ୍ଷୀଙ୍କ ଠାରୁ ମାଈ ପକ୍ଷୀ ସାମାନ୍ୟ ଛୋଟ । ଏମାନେ ଅଧିକ ଉଚ୍ଚ ଗଛରେ ବସା ବାନ୍ଧି ରହିଥାନ୍ତି ıଏମାନେ ମାଂସାଶୀ ı
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଅପର୍ଣ୍ଣା ମହାନ୍ତି (ଜନ୍ମ: ୧୬ ଡିସେମ୍ବର ୧୯୫୨) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି । "ଝିଅ ପାଇଁ ଝରକାଟିଏ" କବିତା ସଙ୍କଳନ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଥିଲେ । ଓଡ଼ିଆ ଅଧ୍ୟାପିକା ଭାବରେ କାର୍ଯ୍ୟ କରି, ସେ ସେବାନିବୃତ ହୋଇସାରିଛନ୍ତି । ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି ।
'ତବସୁମ୍ ଫାତିମା ହାସିମ୍ (ଜନ୍ମ: ୪ ନଭେମ୍ବର ୧୯୭୧), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଯେ କଥାଚିତ୍ର ଜଗତରେ ତବୁ ନାମରେ ପରିଚିତ । ତବୁ ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସେ ହିନ୍ଦୀ କଥାଚିତ୍ର ବ୍ୟତୀତ ଇଂରାଜୀ, ତେଲୁଗୁ, ତାମିଲ, ମାଲାୟଲମ୍, ମରାଠି ଏବଂ ବଙ୍ଗାଳୀ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ତବୁ ଦୁଇଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି । ଏଥି ସହ ସେ ୬ଥର ଫିଲ୍ମଫେୟାର ପୁରସ୍କାର ପାଇଛନ୍ତି ଯେଉଁଥିରେ ୪ଟି କ୍ରିଟିକ୍ସଙ୍କ ପସନ୍ଦର ଶ୍ରେଷ୍ଠ ଅଭିନେତ୍ରୀ ସମ୍ମାନ ପାଇଛନ୍ତି । ୨୦୧୧ରେ ତବୁଙ୍କୁ ଭାରତ ସରକାରଙ୍କ ତରଫରୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।
ମହାସିଦ୍ଧ ପୂର୍ବରୁ ତାଙ୍କ ରଚିତ ଅନେକ ପୋଥିର ନାମ ତେଙ୍ଗୁର ପୋଥିରେ ଦେଖିବାକୁ ମିଳିଥାଏ । ସେ ଓଡ଼ିଶାରେ ଏକ ଓଡ଼ିଆ ପରିବାରରେ ଜନ୍ମଗ୍ରହଣ କରିଥିଲେ । ତରନାଥଙ୍କ ବିବରଣୀରେ ଲିପିବଦ୍ଧ ଅଛି ଯେ ବୁଦ୍ଧ ଦେବ ଭବିଷ୍ୟତ ବାଣୀ କରିଥିଲେ ଯେ କାହ୍ନୁପା ଉରୁବିଷ ବା ଓଡ଼ିଶା ଦେଶରେ ଜନ୍ମଗ୍ରହଣ କରିବେ । କେତେକଙ୍କ ମତରେ କାହ୍ନ ବା କୃଷ୍ଣପାଦ ଜଣେ ବିଶିଷ୍ଟ ବୌଦ୍ଧତାନ୍ତ୍ରିକ ଯୋଗୀ ଥିଲେ ଓ ସେ ସିଦ୍ଧ ଜାଳନ୍ଧରିପାଙ୍କ ଶିଷ୍ୟ ଥିଲେ । ସେ ୭୪ ଖଣ୍ଡ ପୋଥି ରଚନା କରିଥିଲେ ଓ ଜାତିରେ କାୟସ୍ଥ ଥିଲେ । । ତେବେ ସାଧନାମାଳାର ଲେଖକ ଡ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି