ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ତତେ ଭଲ ପାଉଛି ବୋଲି, ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ନରସିଂହ ଲାଲ ଅଗ୍ରୱାଲ । ପ୍ରତିଭା ପଣ୍ଡା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଚିନ୍ମୟ ଦାସ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ପ୍ରଶାନ୍ତ କୁମାର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ବସ୍ତୁତ୍ଵ ଓ ଶକ୍ତି ଯୋଗୁଁ ସ୍ଥାନ-କାଳର ସଂରଚନାରେ ବକ୍ରତା ସୃଷ୍ଟି ହୋଇ ମହାକର୍ଷଣ ପ୍ରଭାବ ପରିଲକ୍ଷିତ ହେବା ବିଷୟ ଆଲବର୍ଟ୍ ଆଇନ୍ଷ୍ଟାଇନ୍ଙ୍କ ସାଧାରଣ ଆପେକ୍ଷିକତା ତତ୍ତ୍ଵର ଯେଉଁ ଦଶଟି ସମୀକରଣରେ ବର୍ଣ୍ଣିତ ହୋଇଛି, ସେମାନଙ୍କୁ ଆଇନ୍ଷ୍ଟାଇନ୍ କ୍ଷେତ୍ର ସମୀକରଣ (ଈଂରାଜୀରେ Einstein Field Equations-EFE ବା Einstein’s Equations) ବୋଲି କୁହାଯାଏ । ସର୍ବ ପ୍ରଥମେ ୧୯୧୫ ମସିହାରେ ବନ୍ଧନୀ ରାଶି (ଈଂରାଜୀରେ Tensor)ମାନଙ୍କୁ ନେଇ ଗଠିତ ହୋଇଥିବା ଏହି ସମୀକରଣଟି ପ୍ରକାଶ ପାଇଥିଲା । ଆଇନ୍ଷ୍ଟାଇନ୍ କ୍ଷେତ୍ର ସମୀକରଣରେ ସ୍ଥାନ-କାଳର ବକ୍ରତାକୁ ଆଇନ୍ଷ୍ଟାଇନ୍ ବନ୍ଧନୀ ରାଶି (ଈଂରାଜୀରେ Einstein Tensor) ଦ୍ଵାରା ଓ ଏହି ସ୍ଥାନ-କାଳରେ ସଂବେଗକୁ ବଳ-ଶକ୍ତି ବନ୍ଧନୀ ରାଶି (ଈଂରାଜୀରେ Stress-Energy Tensor) ଦ୍ଵାରା ବ୍ୟକ୍ତ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ପାଇକ ଆଖଡ଼ା ବା ପାଇକ ଆଖରା ଏକ ଓଡ଼ିଆ ଶବ୍ଦ ଯାହାର ଅର୍ଥ ପ୍ରାୟ ଯୋଦ୍ଧା ପାଠଶାଳା ବା ଯୋଦ୍ଧା ବ୍ୟାୟାମଶାଳା । ଆଗ କାଳରେ ପୂର୍ବ ଭାରତର ଓଡ଼ିଶାରେ ଏହା ଏକ ଯୋଦ୍ଧା ଶିକ୍ଷା କେନ୍ଦ୍ର ରୂପେ ବ୍ୟବହୃତ ହେଉଥିଲା । ଅଧୁନା ଏହି ଆଖଡ଼ାରେ ପାଇକ ନାଚ ସହିତ ପାରମ୍ପରିକ ଶାରୀରିକ ବ୍ୟାୟାମ ଶିକ୍ଷା ଦିଆଯାଏ ଓ ଏଥିରେ ବାଦ୍ୟର ତାଳରେ ଅଙ୍ଗଭଙ୍ଗୀ ସହିତ ବିଭିନ୍ନ ଅସ୍ତ୍ର ଚାଳନା କରାଯାଏ । ବିଭିନ୍ନ କଳାବାଜି ସହିତ ବିଭିନ୍ନ ପ୍ରକାର ଖଣ୍ଡା ଚାଳନା, ବାଡ଼ି ଚାଳନା ଓ ଅନ୍ୟାନ୍ୟ ଅସ୍ତ୍ର ଚାଳନା ଶିକ୍ଷା ଦିଆଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ହୋମାଇ ଭ୍ୟାରାୱାଲ୍ଲା ଦେଶର ପ୍ରଥମ ମହିଳା ଫଟୋ ଖବରଦାତା ଥିଲେ। ସେ ୧୯୧୩ ଡିସେମ୍ବର ୯ ତାରିଖରେ ଗୁଜରାଟର ଏକ ପାର୍ସି ପରିବାରରେ ଜନ୍ମଗ୍ରହଣ କରିଥିଲେ । ସେ ବମ୍ବେ ବିଶ୍ଵବିଦ୍ୟାଳୟ ଓ ସାର ଜେ ଜେ ସ୍କୁଲ ଅଫ ଆର୍ଟରେ ଶିକ୍ଷାଗ୍ରହଣ କରିଥିଲେ । ୧୯୪୨ରେ ସେ ଦିଲ୍ଲୀ ଯାଇ ବ୍ରିଟିଶ ଇନଫର୍ମେସନ ସର୍ଭିସରେରେ କାମ ଆରମ୍ଭ କରିଥିଲେ। ଦେଶ ସ୍ଵାଧିନ ହେବା ବେଳର ଅନେକ ଗୁରୁତ୍ଵପୂର୍ଣ୍ଣ ଓ ସ୍ମରଣୀୟ ଫଟୋ ସେ ଉଠାଇଥିଲେ । ସେଥିମଧ୍ୟରେ ଥିଲା ଜୁନ ୩ରେ ଭାରତ ବିଭାଜନ ପାଇଁ ନେତାମାନଙ୍କ ବୈଠକ ସଂକ୍ରାନ୍ତ ଫଟୋ, ଦେଶ ସ୍ଵାଧିନ ହେବା ପରେ ୧୯୪୭ ଅଗଷ୍ଟ ୧୫ତାରିଖରେ ଲାଲକିଲ୍ଲାରେ ପ୍ରଥମ ପତାକା ଉତ୍ତୋଳନ ହେବାର ଫଟୋ, ଲର୍ଡ଼ ମାଉଣ୍ଟବ୍ୟାଟେନ ଭାରତରୁ ବିଦାୟନେବା, ମହାତ୍ମା ଗାନ୍ଧୀ, ଜବାହରଲାଲ ନେହେରୁ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଶେଷକୃତ୍ୟ ବେଳର ଫଟୋ, ରାଣୀ ଏଲିଜାବେଥ ଓ ଆମେରିକା ରାଷ୍ଟ୍ରପତି ଡ୍ଵିଟ ଡି ଆଇଜେନହାୱାରଙ୍କ ଭାରତ ଗସ୍ତବେଳର ଫଟୋ। ଦୀର୍ଘ ୪୦ ବର୍ଷ ଧରି ସେ ଫଟୋ ଖବରଦାତା ଭାବେ କାମ କରି ୧୯୭୦ ବେଳକୁ ସେ ଅବ୍ୟାହତି ନେଇଥିଲେ । ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ୨୦୧୧ ଜାନୁଆରୀରେ ତାଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ କରାଯାଇଥିଲା ତାଙ୍କ ସ୍ଵାମୀ ମାନେକ୍ସା ଭ୍ୟାରାୱାଲାଙ୍କର ୧୯୭୦ ମସିହାରେ ପରଲୋକ ଘଟିଥିଲା ।୧୫ ଜାନୁଆରୀ ୨୦୧୨, ରବିବାର ଦିନ ସକାଳେ ତାଙ୍କର ପରଲୋକ ଘଟିଥିଲା
କନ୍ନଗୀ (ଆନୁମାନିକ ଖ୍ରୀଷ୍ଟାବ୍ଦ ୧୦୦-୩୦୦) ହେଉଛନ୍ତି ଜଣେ ମହିୟସୀ ତାମିଲ୍ ମହିଳା । ଇଲାଂଗୋ ଅଡିଗଲ୍ଙ୍କ ଦ୍ଵାରା ଲିଖିତ ଶିଳାପଦିକରଣ ପୁସ୍ତକ ତଥା କଥାଚିତ୍ରର ମୁଖ୍ୟ ନାରୀ ଚରିତ୍ର ହେଉଛନ୍ତି କନ୍ନଗୀ । ନିଜ ସ୍ଵାମୀ କୋଭଲନ୍ଙ୍କ ଅକାରଣ ମୃତ୍ୟୁର କାରଣ ସାଜିଥିବା ମଦୁରାଇର ପାଣ୍ଡ୍ୟ ରାଜାଙ୍କ ବିରୁଦ୍ଧରେ କନ୍ନଗୀଙ୍କ ପ୍ରତିଶୋଧର କାହାଣୀ ଏହି ଚଳଚ୍ଚିତ୍ରର ମୁଖ୍ୟ ବିଷୟବସ୍ତୁ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ନଦୀ ହେଉଛି ଏକ ସ୍ଵତ ପ୍ରବାହିତ ଜଳବାହକ ,ଯେଉଁଥିରେ ସାଧାରଣତଃ ମିଠାଜଳ, ସମୁଦ୍ର କିମ୍ବା ଆଉ ଏକ ନଦୀରେ ଯାଇ ମିଶିଥାଏ ।ବେଳେ ବେଳେ ନଦୀ ଭୂମି ଭିତରେ ପ୍ରବାହିତ ହୋଇ ବସି ଯାଇଥାଏ । ନଦୀର କୌଣସି ପ୍ରକୃତ ସଂଜ୍ଞା ନଥାଏ । ଭୌଗଳିକ ଅବସ୍ଥିତି ନେଇ ଛୋଟ ଛୋଟ ନଦୀର ନାମ କାରଣ କର ଯାଇଥାଏ । ଉଦାହରଣ ସ୍ୱରୂପ ରନ ଆମେରିକାରେ , ବର୍ନ ସ୍କଟଲାଣ୍ଡରେ,ବେକ ଉତ୍ତର ଇଂଲଣ୍ଡଠାରେ । ନଦୀ ଜଳଚକ୍ରର ଏକ ଅଂଶ ଅଟେ । ନଦୀ ସମ୍ପର୍କିତ ବୈଜ୍ଞାନିକ ଅଧ୍ୟୟନକୁ patamology କୁହାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଅନନ୍ତବର୍ମା ଚୋଡ଼ଗଙ୍ଗ ଦେବ (ଖ୍ରୀ:ଅ: ୧୦୭୮-୧୧୪୭) ଓଡ଼ିଶାର ଗଙ୍ଗବଂଶର ପ୍ରତିଷ୍ଠାତା ଓ ଅଗଙ୍ଗା ଗୋଦାବରୀ ବିଶାଳ ସାମ୍ରାଜ୍ୟର ନିର୍ମାତା ରୂପେ ଇତିହାସରୁ ଜଣାଯାଏ । ତାଙ୍କର ଦୀର୍ଘ ୭୦ ବର୍ଷର ଶାସନକାଳ ମଧ୍ୟରେ ଉତ୍କଳର କଳା, ସ୍ଥାପତ୍ୟ, ଧର୍ମ ଓ ଶାସନ କ୍ଷେତ୍ରରେ ପ୍ରଭୂତ ଉନ୍ନତି ହୋଇଥିଲା । ଯଦିଓ ରାଜତ୍ଵର ଆଦ୍ୟ ଭାଗରେ ସେ ନାବଳକ ଥିବା ଯୋଗୁଁ କିଛିଟା ଅସୁବିଧାର ସମ୍ମୁଖିନ ହୋଇଥିଲେ, କିନ୍ତୁ ରଜ୍ୟାଭିଷେକ ହେବା ପରେ ସେ ଜଣେ ସୁପ୍ରତିଷ୍ଠିତ ନୃପତି ରୂପେ ଖ୍ୟତି ଲାଭ କରିଥିଲେ । ଚୋଡଗଙ୍ଗ ଦେବ ନିଜର ବୁଦ୍ଧି, ସାହସ, ଧୌର୍ଯ୍ୟଦ୍ଵାରା ପୂର୍ବାଙ୍ଗ ଉପକୂଳ ଓଡ଼ିଶା ଜୟ କରି ପୂର୍ବ ଗଙ୍ଗବଂଶର ବିଜୟ ଧ୍ଵଜା ଉଡାଇଥିଲେ । ସେ ଗଙ୍ଗ ସାମ୍ରାଜ୍ୟର ନାମକରଣ ଉତ୍କଳ ରଖିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।