ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସମୟ ବଡ଼ ବଳବାନ, ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ଶୀର୍ଷକ ୧୯୮୫ର ଏକ ପୁରୁଣା କଥାଚିତ୍ର ସମୟ ବଡ଼ ବଳବାନ ନାମ ସହ ସମାନ ରଖାଯାଇଥିଲା । ଏହି ଚଳଚ୍ଚିତ୍ରର ପ୍ରଯୋଜନ କରିଥିଲେ ପୁପିନ୍ଦର ସିଂହ । ସୁରେନ୍ ମହାପତ୍ର ଏବଂ ଆତ୍ମପ୍ରକାଶ ପଣ୍ଡା ଏହି ଚଳଚ୍ଚିତ୍ରର ସହ ପ୍ରଯୋଜକ ଥିଲେ । କାଲୋସ୍ଥନିକ ଏଣ୍ଟରଟେନ୍ମେଣ୍ଟ ବ୍ୟାନନରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି ବ୍ୟାନନର ଏହା ଥିଲା ୫ମ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଏସ୍. କେ.
ସ୍ମାଇଲି (କେବେ କେବେ କେବଳ ଖୁସି ଚେହେରା କିମ୍ବା ହସୁଥିବା ଚେହେରା ର ଏକ ପ୍ରତିନିଧିତ୍ୱ ଅଟେ, ଯାହା ଲୋକପ୍ରିୟ ସଂସ୍କୃତିର ଏକ ମହତ୍ୱପୂର୍ଣ୍ଣ ଭାଗ ଅଟେ । 1963 ମସିହାରେ ଡିଜାଇନ କରାଯାଇଥିବା କ୍ଲାସିକ ଡଟ କମ ରେ ଏକ କଳା ରଙ୍ଗର ଚକ୍ର ହୋଇଥାଏ ଯେଉଁଥିରେ ଆଖିର ପ୍ରତିଧ୍ବନିତ କରୁଥିବା ଦୁଇ କଳା ବିନ୍ଦୁ ଏବଂ ମୁହଁର ପ୍ରତିଧ୍ବନିତ କରୁଥିବା ଏକ କଳା ଚାପ ହୋଇଥାଏ (☺) । ପାରମ୍ପରିକ ରୂପେ ଇଣ୍ଟରନେଟରେ ଏବଂ ଅନ୍ୟ ସାଧାରଣ ପାଠ ସଞ୍ଚାର ଚ୍ୟାନେଲରେ, ଇମୋଟିକାନ ପ୍ରପତ୍ର (କେବେ କେବେ ( ହସୁଥିବା ଚେହେରା ଇମୋଟିକାନ କୁହାଯାଏ ) ସବୁଠାରୁ ଲୋକପ୍ରିୟ କରିଦିଆଯାଇଛି । ସାଧରଣତଃ ରୋଜଗାର ଏକ Colon (ବିରାମ ଚିହ୍ନ) ଏବଂ ଏକ ସଠିକ କୋଷ୍ଠକ ଯେପରି ଦୃଶ୍ୟର ନିର୍ମାଣ କରିବା ପାଇଁ :^), :), ଏବଂ (: ଏହା ଏକ ହସୁଥିବା ଚେହେରା ସମାନ ହୋଇଥାଏ ଯେତେବେଳେ ରୋଟେସନ ପରେ 90 ଡିଗ୍ରୀ ମାଧ୍ୟମରେ ସ୍ମାଇଲି ଦେଖାଯାଏ । ସ୍ମାଇଲି ର ପ୍ରୟୋଗ କେତେବେଳେ ମଧ୍ୟ ଯେ କୌଣସି ଇମୋଟିକନ ପାଇଁ ସାମାନ୍ୟ ଶବ୍ଦ ରୂପେ କରାଯାଏ । ସଙ୍ଗୀତ, ଫିଲ୍ମ ଏବଂ କଳା ସହିତ ପଶ୍ଚିମ ସଂସ୍କୃତିର ପାଖାପାଖି ସମସ୍ତ କ୍ଷେତ୍ରରେ ହସର ସନ୍ଦର୍ଭ ଦିଆଯାଏ । ସ୍ମିତହାସ୍ୟ କୁ 1980 ଦଶକ ସହିତ 1990 ଦଶକରେ ବକବକ ସଂସ୍କୃତି ସହିତ ମଧ୍ୟ ଯୋଡ଼ାଯାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପାରମ୍ପରିକ ରୂପେ ସମୁଦ୍ରରେ ମାଛ ଧରିବା କିମ୍ବା ଝରଣା ଓ ନଦୀରେ ବିଭିନ୍ନ ପ୍ରକାର ଡଙ୍ଗାର ବ୍ୟବହାର (ମାଛଧରିବା ଡଙ୍ଗା) ରୂପେ କରାଯାଇଥାଏ । ଆଜି ମଧ୍ୟ ବହୁ ପାରମ୍ପରିକ ମାଛ ଧରିବା ଡଙ୍ଗା ଏବେ ମଧ୍ୟ ବ୍ୟବହାର କରାଯାଉଛି । ସଂଯୁକ୍ତ ରାଷ୍ଟ୍ର ଖାଦ୍ୟ ଏବଂ କୃଷି ସଂଗଠନ (ଏଫ ଏ ଓ) ଅନୁସାରେ , 2004 ଶେସରେ ଦୁନିଆରେ ମାଛଧରିବାରେ ପାଖାପାଖି 4 ମିଲିୟନ ପୋତ ସାମିଲ ଥିଲେ, ଯେଉଁଥିରୁ 2.7 ମିଲିୟନ ନୌସେନା (ଖୋଲା) ଡ଼ଙ୍ଗା ଥିଲା । ପାଖାପାଖି ସମସ୍ତ ଜାହାଜ ରେ ମେସିନ କୃତ କରାଯାଇଥିଲା, ସାଧାରଣ ଭାବେ ଜାହାଜ ବାହାରେ ଇଞ୍ଜିନ ସହିତ କମ ମାଛ ଧରୁଥିବା ଡଙ୍ଗା ଗୁଡିକୁ ସଂଚାଳିତ କରାଯାଇଥିଲା । ଶେଷ 1.8 ମିଲିୟନ ଡଙ୍ଗା ବିଭିନ୍ନ ପ୍ରକାର ପାରମ୍ପରିକ ଶିଳ୍ପ ଥିଲେ ଯାହା ଜଳାଯାତ୍ରା ଏବଂ ଆହୁଲା ଦ୍ୱାରା ସଂଚାଳିତ ହେଉଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ବିଶେଷ ଆପେକ୍ଷିକ ତତ୍ତ୍ଵ ଭୌତିକ ବିଜ୍ଞାନର ସର୍ବଜନାଦୃତ ଓ ସୁପରୀକ୍ଷିତ ଏକ ତତ୍ତ୍ଵ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ ଆଲବର୍ଟ୍ ଆଇନଷ୍ଟାଇନ ୧୯୦୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଅନେକ ପରୀକ୍ଷା ଓ ଅନୁଶୀଳନ ପରେ ଏହି ତତ୍ତ୍ଵର ସତ୍ୟତା ପ୍ରମାଣ ହୋଇଅଛି । ଏହି ତତ୍ତ୍ଵରେ ସ୍ଥାନ ଓ କାଳ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ବର୍ଣ୍ଣନା କରାଯାଇଛି । ଏହି ତତ୍ତ୍ଵର ମୌଳିକ ସ୍ଵୀକାର୍ଯ୍ୟମାନ ହେଲା׃ ୧. ଭୌତିକ ବିଜ୍ଞାନର ନିୟମ ସମସ୍ତ ଜଡତ୍ଵୀୟ ପରିବେଶରେ ସମାନ ଓ ଅପରିବର୍ତ୍ତିତ ରହିଥାନ୍ତି । ଜଡତ୍ଵୀୟ ପରିବେଶର ଅର୍ଥ ଯାହା ସ୍ଥିରାବସ୍ଥାରେ ଥାଏ ଅଥବା ସମାନ ଗତିରେ ସର୍ବଦା ଗତି କରୁଥାଏ । ପରିପାର୍ଶ୍ଵ ତ୍ଵରାନ୍ଵିତ ହୋଇ ଗତି କରୁଥିଲେ ଭୌତିକ ବିଜ୍ଞାନର ନିୟମରେ ପରିବର୍ତ୍ତନ ହୋଇଥାଏ । ୨. ଶୂନ୍ୟରେ ଆଲୋକର ବେଗ ସବୁ ନିରୀକ୍ଷକ/ଦର୍ଶକଙ୍କ ପାଇଁ ସମାନ । ଯଦି ଆଲୋକର ଉତ୍ସ ଗତି କରୁଥାଏ, ତେବେ ମଧ୍ୟ ଆଲୋକର ବେଗରେ କୌଣସି ପରିବର୍ତ୍ତନ ହୋଇନଥାଏ । ଉଦାହରଣ ସ୍ଵରୂପ׃ ୧୦ କି.ମି.
ମାର୍ଭେଲ କମ୍ପାନୀ ଟି Marvel worldwide inc ନାମ ରେ ନାମିତ,ଏହା ୧୯୬୧ ମସିହା ରେ ପ୍ରତିଷ୍ଠିତ ହୋଇଥିଲା । ମାର୍ଭେଲ ହାସ୍ୟକର ସଙ୍ଗଠନ ଗୋଟିଏ ଆମେରିକାର ହାସ୍ୟକର ଏବଂ ଏହା ସମ୍ପର୍କିତ ମାଧ୍ୟମର ଏକ ପୁସ୍ତକ। ଏହାପରେ ୨୦୦୯ ରେWalt Disney କମ୍ପାନୀ ବିଶ୍ବ ର ସବୁ ମୁଖ୍ୟ ମାର୍ଭେଲ କମ୍ପାନୀକୁ ଅଧିକୃତ କଲା।ମାର୍ଭେଲ ୧୯୩୯ ମସିହାରେ ଗୋଟେ ସମୟୋଚିତ ପ୍ରକାଶନTimely publication ରୂପରେ ଆରମ୍ଭ ହେଲା ଏବଂ ପରବର୍ତୀ ସମୟରେ ଏହା ୧୯୫୦ ରେ Atlas comics ନାମରେ ପରିଣତ ହେଲା। ୧୯୬୧ ମସିହାରେ ମାର୍ଭେଲ ତାର ଆଧୁନିକ ଜଗତ ରେ ପଦାର୍ପଣ କରିଥିଲା ଯେତେବେଳେ ସେ ତାର ପ୍ରଥମ ଆଧୁନିକ ଚଳଚିତ୍ର ଫାଣ୍ଟାଷ୍ଟିକ୍ ଫୋର ମୁକ୍ତିଲାଭ କଲା।ଏହାଛଡା ସେ ଅନେକ କାଳ୍ପନିକ ସୁପେରହିରୋ ମାନଙ୍କ ଚଳଚିତ୍ର ମଧ୍ୟ ମୁକ୍ତିଲାଭ କରିଥିଲା ଯେଉଁଗୁଡିକ ଷ୍ଟିଭ୍ ଡ଼ିଟ୍କୋ,ଷ୍ଟାନ୍ ଲି, ଜ୍ୟାକ କୀର୍ବୀ ଙ୍କ ଦ୍ୱାରା ଲିଖିତ। ମାର୍ଭେଲ ର ପ୍ରସିଦ୍ଧ ବୀର ଗୁଡିକ ହେଲେ ଆଇରନ ମ୍ୟାନ, ସୁପର ମ୍ୟାନ, ଆଂଟ୍ ମ୍ୟାନ, ଡେଡ଼ପୁଲ, ଥର, ହଲକ୍,ଓଲ୍ଭରିନ, କ୍ୟାପ୍ଟେନ ଆମେରିକା ଏବଂ ସୁପେରହିରୋ ମାନଙ୍କ ଗୋଷ୍ଠୀ ଗୁଡିକ ହେଲା ଅଭେଞ୍ଜର୍ସ, ଏକ୍ସ-ମେନ, ଗାରଡିଆନ ଅଫ ଦି ଗ୍ୟାଲାକ୍ସି,ଫାଣ୍ଟାଷ୍ଟିକ୍ ଫୋର। ମାର୍ଭେଲ ର ମୁଖ୍ୟ ଖଳନାୟକ ଚରିତ୍ର ଗୁଡିକ ହେଲେ ଡକ୍ଟର ଡ୍ରୁମ, ଗ୍ରୀନ ଗୋବ୍ଲିନ, ଡକ୍ଟର ଅକ୍ଟୋପ୍ସ, ଦି ଏନଚଁଟ୍ରେସ, ଥାନୋସ,ଅଲଟ୍ରନ୍, ଲୋକୀ, ମାଗ୍ନେଟୋ ଇତ୍ୟାଦି।ଅଧିକାଂଶ ମାର୍ଭେଲ ଚଳଚିତ୍ର ଗୋଟିଏ କାଳ୍ପନିକ ଦୁନିଆ ରେ ହିଁ ସୃଷ୍ଟି ହୁଏ ଯାହା କି ମାର୍ଭେଲ ଜଗତ ନାମରେ ଜଣାଯାଏ, ଯାହାକି ବାସ୍ତବ ଦୁନିଆ ର ପ୍ରତିବିମ୍ବ ସଦୃଶ। ସ୍ପଇଡର ମ୍ୟାନ, ଦି ଅଭେଞ୍ଜରସ,ଦି ଫାଣ୍ଟାଷ୍ଟିକ୍ ଫୋର, ଡକ୍ଟର ସ୍ଟ୍ରେଞ୍ଜ ପରି ଚରିତ୍ର ଗୁଡିକ ନିଉୟର୍କ ସହର ଉପରେ ଆଧାରିତ। ଏକ୍ସ-ମେନ ପରି ଚଳଚିତ୍ର ମଧ୍ୟ ଐତିହାସିକ ରୂପେ ନିଉୟର୍କ ସହରର ସାଲେମ୍ କେନ୍ଦ୍ର ସହ ଜଡ଼ିତ। ଏବଂ ହଲକ୍ ର କାହାଣୀ ମଧ୍ୟ ଦକ୍ଷିଣ-ପଶ୍ଚିମ ଆମେରିକା ରେ ଆରମ୍ଭ ହୋଇଥିଲା। ସମ୍ପୂର୍ଣ ରୂପେ କହୁବାକୁ ଗଲେ ମାର୍ଭେଲ ର ସବୁ ଚରିତ୍ର ନିଉୟର୍କ ସହର ସହ ଜଡ଼ିତ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ପ୍ରୋସ୍ଟାଗ୍ଲାଣ୍ଡିନ ଇ୨ ଇଂରାଜୀ ଭାଷାରେ Prostaglandin E2 ବା PGE2, ଅନ୍ୟ ନାମ ଡାଇନୋପ୍ରୋସ୍ଟୋନ/dinoprostone ଏକ ପ୍ରାକୃତିକ ପ୍ରୋସ୍ଟାଗ୍ଲାଣ୍ଡିନ (prostaglandin) ଯାହା ଔଷଧ ଭାବରେ ବ୍ୟବହାର କରାଯାଏ । ଔଷଧ ଭାବରେ ଏହା ପ୍ରସବ ପ୍ରବର୍ତ୍ତନ (labor induction), ପ୍ରସବପର ରକ୍ତସ୍ରାବ, ଗର୍ଭାବସ୍ଥା ଅନ୍ତ (termination of pregnancy) କରିବା ଓ ନବଜାତ ଶିଶୁଙ୍କର (newborn babies) ଡକ୍ଟସ ଆର୍ଟେରିଓସସ (ductus arteriosus ) ଖୋଲିବା ନିମନ୍ତେ ବ୍ୟବହାର କରାଯାଏ । ଅପରେଶନ କରିବା ପର୍ଯ୍ୟନ୍ତ ଏହା ଜନ୍ମଗତ ହୃତ୍ପିଣ୍ଡ ତୃଟି ଥିବା ପିଲାଙ୍କୁ ଦିଆଯାଏ । ଯୋନୀପଥରେ (vagina) ବା ଶିରାଭ୍ୟନ୍ତରରେ (injection into a vein) ଏହା ଦିଆଯାଇପାରେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳ ରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ଅନୁଭା ସୌର୍ଯ୍ୟା(ଜନ୍ମ: ୧୬ ଜୁଲାଇ ୧୯୯୨, ଖୋର୍ଦ୍ଧା) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଅଭିନେତ୍ରୀ ପୁଷ୍ପା ପଣ୍ଡାଙ୍କର ଝିଅ । ଅନୁଭା ୨୦୧୧ ମସିହାରେ ହରିହର ଦାସଙ୍କ ସହ ଓଡ଼ିଆ କଥାଚିତ୍ର ମୁଁ ପ୍ରେମୀ ମୁଁ ପାଗଳ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ଅନୁଭା ଓଡ଼ିଶୀ ନୃତ୍ୟଗୁରୁ ଗଙ୍ଗାଧର ପ୍ରଧାନଙ୍କ ଅଧିନରେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ସେ ଅନେକ ମଞ୍ଚରେ ଓଡ଼ିଶୀ ନୃତ୍ୟ ପ୍ରଦର୍ଶନ କରିଛନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବାମାଚରଣ ମିତ୍ର (୧୭ ଡିସେମ୍ବର ୧୯୧୫ - ୨୧ ଫେବୃଆରୀ ୧୯୭୫) ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ । ସେ ଓଡ଼ିଆରେ ନବେରୁ ଅଧିକ କ୍ଷୁଦ୍ରଗଳ୍ପ (ଯହିଁରୁ ୨୪ଟିକୁ ନେଇ "ବାମାଚରଣ ଗଳ୍ପ ସମ୍ଭାର" ନାମରେ ସଂକଳନ ପ୍ରକାଶିତ), ତିନୋଟି ଉପନ୍ୟାସ ଓ ଅନୁବାଦ ସାହିତ୍ୟ ରଚନା କରିଥିଲେ । ୨୦୧୫ ମସିହାରେ ତାଙ୍କର ସମସ୍ତ ରଚନା ଡିଜିଟାଲ ରୂପରେ ସୃଜନିକା ତରଫରୁ ଏକ ସିଡିରେ ପ୍ରକାଶିତ । ତାଙ୍କ ରଚିତ ପ୍ରମୁଖ ଉପନ୍ୟାସମାନ ହେଲେ "କୀର୍ତ୍ତିଶଯ୍ୟ" (ପ୍ରଥମ ରଚିତ ଉପନ୍ୟାସ), "ନରଛଞ୍ଚାଣ" ତଥା ଗଳ୍ପସଂକଳନମାନ ହେଲେ "ସ୍ୱପ୍ନସିଦ୍ଧ", "ବଟ ମହାପୁରୁଷ", "ଅସୀମ" ଓ "ମହାପୁରୁଷ ବାଗ" । ସେ ପ୍ରବନ୍ଧ ସଂକଳନ "ଏଣୁଶ୍ଚ ତେଣୁଶ୍ଚ" ପାଇଁ ୧୯୬୯-୧୯୭୩ରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ତାଙ୍କର ଅନେକ ଲେଖା ବଙ୍ଗଳା, ଇଂରାଜୀ ଓ ତେଲୁଗୁ ଭାଷାରେ ଅନୁବାଦ କରାଯାଇଥିବା ବେଳେ 'ପିତା ଓ ପୁତ୍ର' ଗଳ୍ପଟି ସ୍ପାନିଶ ଭାଷାରେ ଅନୁବାଦ ହେଇଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଅଶ୍ଵତ୍ଥାମାତଥା ଦାରୁଣୀ ନାମରେ ପରିଚିତ ଚରିତ୍ର ମହାଭାରତ ର ଅନ୍ୟତମ ଚର୍ଚ୍ଚିତ ଚରିତ୍ର । ଗୁରୁ ଦ୍ରୋଣଙ୍କ ପୁତ୍ର ତଥା ବ୍ରାହ୍ମଣ ବିଦ୍ଵାନ ଭରଦ୍ଵାଜଙ୍କ ପୌତ୍ର ଅଶ୍ଵତ୍ଥାମା ଜଣେ ମହାରଥୀ ତଥା ଯୋଧ୍ୟା । କୁରୁକ୍ଷେତ୍ର ଯୁଦ୍ଧରେ ସେ କୌରବଙ୍କ ତରଫରୁ ବିଶେଷ ଭାବରେ ଅବଦାନ ଦେଇଥିବା ଯୋଧ୍ୟା ହିସାବ ରେ ମହାଭାରତରେ ପରିଚିତ । ତାଙ୍କୁ ପୁରାଣ ବର୍ଣ୍ଣିତ ରୁଦ୍ରଙ୍କ ୧୧ ଅବତାର ଭିତରୁ ଗୋଟିଏ ଅବତାର ବୋଲି ମଧ୍ୟ କୁହାଯାଏ । କଥିତ ଅଛି ସେ ଚିରଞ୍ଜିବୀ ( ଅମର) ଥିଲେ ଓ କୁରୁକ୍ଷେତ୍ର ଯୁଦ୍ଧରେ ନିହତ ହେଇ ନଥିବା କୌରବ ପକ୍ଷ୍ ର ଜଣେମାତ୍ର ଯୋଦ୍ଧା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟ ର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆ ଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ) ର ରଚନା କରିସାରିଥିଲେ l
"ତୁମ ପରି ଛୋଟ ପିଲାଟିଏ" ଡ. ଜଗନ୍ନାଥ ମହନ୍ତିଙ୍କ ଲିଖିତ ଚିଲିକା ଦର୍ଶନ(କବିତା)ର ଅଂଶ <poem> ତୁମ ପରି ଛୋଟ ପିଲାଟିଏ ଗାଆଁ ଚହାଳୀର ଚାଟ ସିଏ ଚେହେରାଟି ତାର ଡଉଲ ଡାଉଲ ପାଠରେ ତାହାର ସରି କିଏ ? ॥୧॥ ଛାଡି ଯାଇଥିଲା ଦିନେ ଝଡି ବାହାରିଲା ସିଏ ପାଠ ପଢି ବାଟେ ଯାଉଯାଉ ଖସିଗଲା ଗୋଡ ମୁଁହ ମାଡି ତଳେ ଗଲା ପଡି । ॥୨॥ ଗୁରୁଜୀ ଦେଖିଲେ ଦେହ ତାର ପାଣି କାଦୁଅ ରେ ସର ସର ତିଳେହେଁ ସେଥିକୁ ଖାତିରି ନକରି ଆସିଛି ହୋଇ ସେ ତର ବର । ॥୩॥ ପଚାରିଲେ ଗୁରୁ ଏକି ହେଲା ଏତେ ସରି ତୋତେ କିଏ କଲା ପିଲାଟି କହିଲା ବେଗେ ଆସୁଆସୁ କାଦୁଆରେ ଗୋଡ ଖସିଗଲା । ॥୪॥ ହେଲା ଦଶହରା ଛୁଟି ବେଳ ପିଲାଟି ସଭିଙ୍କି କଲା ମେଳ ମାଟି ଗୋଡି ବାଲି ପକାଇ ସଭିଏଁ ଗାଆଁ ମାଟି କଲେ ସମତୁଲ । ॥୫॥ ଏହା ଦେଖି ଲୋକେ ହେଲେ କାବା ଡକାଇଲେ ଗୁରୁ ଚାଟସଭା କହିଲେ ଏଭଳି ଭଲକାମ କଲେ ନିଶ୍ଚେ ଆମେ ଦିନେ ବଡହେବା । ॥୬॥ ବଡ ହେଲା ଦିନେ ସେହି ପିଲା ମଧୁ ବାରିଷ୍ଟର ବୋଲାଇଲା ଦେଶ ପାଇଁ କେତେ କାମ କରି ସିଏ କାଳେ କାଳେ ଯଶ ରଖିଗଲା । ॥୭॥ କହିଲା ଜାତିର କାନେ କାନେ ଉଠିବୁ ଆଉ ତୁ କେତେ ଦିନେ ପୂରୁବ ଗୌରବ ପୂରୁବ ମହିମା ପଡୁନାହିଁ କିରେ ତତେ ମନେ ?
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ବୃହଦେଶ୍ଵର ମନ୍ଦିର,ତାମିଲନାଡୁର ଥାଞ୍ଜାବରଠାରେ ଥିବା ଏକ ପବିତ୍ର ଧର୍ମକ୍ଷେତ୍ର । ଭାରତ ସରକାରଙ୍କ ପକ୍ଷରୁ ଏହି ଅଞ୍ଚଳକୁ ସ୍ଵତନ୍ତ୍ର ଆଞ୍ଚଳିକ ସାସ୍କୃତିକ କେନ୍ଦ୍ର ଭାବରେ ଘୋଷଣା କରାଯାଇଛି । ଜାତିସଂଘର ୟୁନେସ୍କୋ ଦ୍ଵାରା ଏହା ବିଶ୍ଵ ହେରିଟେଜ ମନୁମେଣ୍ଟରେ ସ୍ଥାନ ପାଇଛି । ଦକ୍ଷିଣ ଭାରତରେ ଏହି ମନ୍ଦିରକୁ ଅତି ପବିତ୍ର ଓ ପ୍ରାଚୀନ ବୋଲି ବିବେଚନା କରାଯାଏ । ସ୍ଥାପତ୍ଯ ଓ ଗଠନ ଶୈଳୀ ଦୃଷ୍ଟିରୁ ମଧ୍ଯ ଏହି ମନ୍ଦିର ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଏହି ମନ୍ଦିର ନିର୍ମାଣ କାଳ ଏକାଦଶ ଶତାବ୍ଦୀ ଏବଂ ଏହାର ପ୍ରତିଷ୍ଠାତା ହେଉଛନ୍ତି ଚୋଳ ବଂଶର ସମ୍ରାଟ ପ୍ରଥମ ରାଜା ଚୋଳ । ଏହି ମନ୍ଦିର ଭଗବାନ ଶିବଙ୍କୁ ସମର୍ପିତ । ଏହି ମନ୍ଦିରର ଗାତ୍ରରେ ଚୋଳ ରାଜବଂଶର କିର୍ତ୍ତୀଗାରିମା ବିମଣ୍ଡିତ ହେଇଛି ।