ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ବାଳ ଗଙ୍ଗାଧର ତିଳକ (କିମ୍ବା ଲୋକମାନ୍ୟ ତିଳକ, ଉଚ୍ଚାରଣ ; ୨୩ ଜୁଲାଇ ୧୮୫୬(1856-07-23) – ୧ ଅଗଷ୍ଟ ୧୯୨୦(୧୯୨୦-୦୮-୦୧)), ଜଣେ ଭାରତୀୟ ଜାତୀୟବାଦୀ, ସାମ୍ବାଦିକ, ଶିକ୍ଷକ, ସମାଜ ସଂସ୍କାରକ, ଓକିଲ ଏବଂ ସ୍ୱାଧୀନତା ଆନ୍ଦୋଳନକାରୀ ଥିଲେ । ସେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ନେତା ଥିଲେ । ବ୍ରିଟିସ ଉପନିବେଶ ଅଧିକାରୀଗଣ ତାଙ୍କୁ "ଭାରତୀୟ ଆନ୍ଦୋଳନର ପିତା" ନାମରେ ଅଭିହିତ କରିଥିଲେ । ସେ "ଲୋକମାନ୍ୟ" ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ଯାହାର ଅର୍ଥ "ଲୋକଙ୍କ ଦ୍ୱାରା (ନେତା ଭାବେ) ମାନ୍ୟ ବା ଗୃହୀତ"।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଅଭିନବ ଗଣିତ ବିଚିତ୍ରା ଏକ ତ୍ରୈମାସିକ ଦ୍ଵିଭାଷୀ (Bilingual) ପତ୍ରିକା ଅଟେ । ଏହା ସାଧାରଣତଃ ପ୍ରତ୍ୟେକ ବର୍ଷ ମାର୍ଚ୍ଚ , ଜୁନ , ସେପ୍ଟେମ୍ବର ଓ ଡିସେମ୍ବର ମାସରେ ପ୍ରକାଶିତ ହୁଏ । ଏହା ଓଡ଼ିଶା ଗଣିତ ସଂସଦ ଆନୁକୁଲ୍ୟରେ ପ୍ରକାଶ ପାଇଥାଏ । ଓଡ଼ିଶାରେ ଗଣିତକୁ ଲୋକପ୍ରିୟ କରାଇବା ଉଦ୍ଦେଶ୍ୟରେ ୧୯୮୪ ମସିହାରୁ ଗଣିତ ବିଚିତ୍ରାର ମୁଦ୍ରଣ ଆରମ୍ଭ ହେଲା । ଗଣିତ ବିଚିତ୍ରାର ନାମ କରଣ କରିଥିଲେ ପ୍ରଫେସର ବ୍ରଜବନ୍ଧୁ ମିଶ୍ର ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ" ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୋଡ଼ିଅମ କ୍ୟାଲସିଅମ ଏଡେଟେଟ (ଇଂରାଜୀ ଭାଷାରେ Sodium calcium edetate ବା sodium calcium EDTA), ଅନ୍ୟ ନାମ ଏଡେଟେଟ କ୍ୟାଲସିଅମ ଡାଇସୋଡ଼ିଅମ/ edetate calcium disodium) ଏକ ଔଷଧ ଯାହା ସୀସା ବିଷକ୍ରିୟାର ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ । ଉଭୟ ସ୍ୱଳ୍ପ କାଳୀନ ଓ ଦୀର୍ଘକାଳୀନ ବିଷକ୍ରିୟା ନିମନ୍ତେ ଦିଆଯାଇପାରେ । ସୀସା ଏନସେଫାଲୋପାଥି (lead encephalopathy) ରୋଗରେ ଏହା ସହିତ ଡାଇମରକାପ୍ରୋଲ ଦିଆଯାଏ । ଟେଟ୍ରାଇଥାଇଲଲେଡ (tetraethyllead) ବିଷକ୍ରିୟା ନିମନ୍ତେ ଏହା କାର୍ଯ୍ୟକ୍ଷମ ହୁଏନାହିଁ । ଏହା ମାଂସପେଶୀ ଇଞ୍ଜେକସନ (into a muscle) ବା ଶିରାଭ୍ୟନ୍ତର ଇଫ୍ୟୁଜନ (slow injection into a vein) ଆକାରରେ ଦିଆଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଦ୍ୟୁତ୍-ଚୁମ୍ଵକତ୍ଵ ବା ବିଦ୍ୟୁତ୍-ଚୁମ୍ଵକୀୟ ପ୍ରଭାବ ଭୌତିକ ବିଜ୍ଞାନର ଏକ ପ୍ରମୁଖ ଶାଖା । ବିଦ୍ୟୁତ୍-ଚୁମ୍ଵକୀୟ ବଳ ଓ ତାହାର ପ୍ରଭାବର ଅନୁଶୀଳନ ଏହି ଶାଖାର ଭିତ୍ତିଭୂମି । ବୈଦୁତିକ ଚାର୍ଜ୍ ବହନ କରୁଥିବା ବସ୍ତୁମାନଙ୍କ ମଧ୍ୟରେ ବଳ ସୃଷ୍ଟି ହୁଏ, ତାହାକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ବୋଲି କୁହାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳ, ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ର (ବୈଦୁତିକ କ୍ଷେତ୍ର, ଚୁମ୍ଵକୀୟ କ୍ଷେତ୍ର, ଆଲୋକ) ସହିତ ଓତଃପ୍ରୋତ ଭାବେ ଜଡ଼ିତ । ଆଧୁନିକ ଭୌତିକ ବିଜ୍ଞାନରେ ବିଦ୍ୟୁତ୍-ଚୁମ୍ଵକୀୟ ବଳକୁ ପାରମାଣବିକ ବସ୍ତୁ (ଈଂରାଜୀରେ Atomic Particles)ଙ୍କ ମଧ୍ୟରେ ଥିବା ଏକ ମୌଳିକ ପାରସ୍ପରିକ ବଳ ଭାବେ ଗଣନା କରାଯାଏ । ସାଧାରଣତଃ ପାରମାଣବିକ ବସ୍ତୁମାନଙ୍କ ମଧ୍ୟରେ ଥିବା ୪ଟି ମୌଳିକ ପାରସ୍ପରିକ ବଳ ହେଲା: ଶକ୍ତିଶାଳୀ ବଳ (ଈଂରାଜୀରେ Strong Force), ଶକ୍ତିହୀନ ବଳ (ଈଂରାଜୀରେ Weak Force), ମହାକର୍ଷଣୀୟ (ଈଂରାଜୀରେ Gravitational) ଏବଂ ବିଦ୍ୟୁତ୍-ଚୁମ୍ଵକତ୍ଵ (ଈଂରାଜୀରେ Electro-Magnetic) । ବିଦ୍ୟୁତ୍-ଚୁମ୍ଵକତ୍ଵକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ (ଲୋରେଞ୍ଜ୍ ବଳ)ର ପ୍ରଭାବ ଦ୍ଵାରା ପରିପ୍ରକାଶ କରାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳରେ ବୈଦୁତିକ ବଳ ଓ ଚୁମ୍ଵକତ୍ଵ ସମାହିତ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଦ୍ଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ଵୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋଗରଲିପି ସୂଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ଵଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ଵତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ଵାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ବିମାନ ଏକ ଏପରି ଯନ୍ତ୍ର ଅଟେ ଯାହା ମାନବକୁ ଆକାଶରେ ଉଡ଼ିବାର ଆଉ ଯାତ୍ରା କରିବାର ସ୍ଵାଧିନତା ଦେଇଥାଏ । ଏହା ମୁଖ୍ୟତ ମାନବ ଚାଳିତ ଅଟେ । ପୁରାତନ କାଳରୁ ନେଇ ଆଜି ପର୍ଯ୍ୟନ୍ତ ବିମାନର ମହତ୍ଵ ରହି ଆସିଅଛି । ରାମାୟଣ ହେଉ କି ମହାଭାରତ ହେଉ, ବେଦ ହେଉ କି ଜଇନ ଗ୍ରନ୍ଥାବଳି ହେଉ ସବୁ ଜାଗାରେ ବିମାନ କଥା ରହି ଆସିଛି। ଆଉ ଆଜିର ଆଧୁନିକ ଯୁଗରେ ବି ବିମାନ ଜୀବନର ଏକ ଅଭିନ୍ନ ଅଙ୍ଗ ପାଲଟି ଯାଇଛି। ଏହି ଆଧୁନିକ ବିମାନ ପ୍ରଥମେ ରାଇଟ ଭାଇମାନେ (ଓରଭିଲ ଆଉ ବିବର ରାଇଟ) ସଫଳତାର ସହିତ ୧୯୦୩ ମସିହା ଡିସେମ୍ବର ମାସ ୧୭ ତାରିଖ ଦିନ ତିଆରି କରି ଉଡ଼ାଇ ଥିଲେ। ଅଉ ତା' ପରେ ବିମାନ ସବୁ ଉନ୍ନତରୁ ଉନ୍ନତତର ହେବାକୁ ଲଗିଲ। ପରବର୍ତ୍ତୀ ସମୟରେ ଯାତାୟତ ଠୁ ଆଗକୁ ବଢ଼ି ଯୁଦ୍ଧରେ ବ୍ୟବହାର ହେବାକୁ ଲଗିଲା । ଯୁଦ୍ଧ ବିମାନ ମୁଖ୍ୟତ ଆକାଶରୁ ବୋମା, ବିସ୍ଫୋଟକ ଓ ତୋପ ଗୋଳା ପକାଇବା ନିମନ୍ତେ ବ୍ୟବହାର ହୁଏ। ଆଜି ପର୍ଯ୍ୟନ୍ତ ପକାଯାଇଥିବ ସବୁଠୁ ଶକ୍ତିସାଳି ପରମାଣୁ ବୋମା ବି ଏହି ଯୁଦ୍ଧ ବିମାନ ସାହାଯ୍ୟରେ ଜାପାନ ଉପରେ ପକାଯାଇଥିଲା । ଆଜି ଯୁଦ୍ଧ ବିମାନ କୌଶଳ ବହୁତ ଆଗକୁ ବଢ଼ିଯାଇଛି । ମାନବ ରହିତ ଠୁ ଆରମ୍ଭକରି ଧ୍ୱନି ଠାରୁ ଦୃତ ଗତିରେ ଯିବାବାଲା ଯୁଦ୍ଧ ବିମାନ ବାହାରିଲାଣି । ଖାଲି ଯୁଦ୍ଧ ବିମାନ କାହିଁକି ଯାତ୍ରୀବାହି ବିମାନବି ଆଜି ବହୁତ ଉନ୍ନତ ହୋଇଯାଇଛି। ୧୯୬୯ ରୁ ୨୦୦୩ ପର୍ଯ୍ୟନ୍ତ ଚାଲିଥିବା ଯାତ୍ରୀବାହୀ ବିମାନ କଂକୋଡ଼ ଦୁନିଆର ସବଠୁ ଦୃତଗାମି ବିମାନ ଥିଲା। ଏହା ଧ୍ୱନି ଠାରୁ ଅଧିକ ଗତିରେ ଯଇପାରୁଥିଲା। କିନ୍ତୁ ଯାନ୍ତ୍ରିକ ସମସ୍ୟା କରଣରୁ ୨୦୦୩ ରେ ଏହାକୁ ବନ୍ଦ କରିଦିଆ ଗଲା । ଯାତ୍ରୀବାହି ବିମାନ ପୁର୍ଣ୍ଣ ଭାବେ ମାନବ ରହିତ ନହେଲେ ବି ଏହାକୁ କିଛି ସମୟ ପାଇଁ ଚାଳକକୁ ଚାପ ମୁକ୍ତ କରିବା ନିମନ୍ତେ ସ୍ୱଚାଳିତ କରିହେଉଛି ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗଣିତ ଓ ପ୍ରୟୋଗ ପ୍ରତିଷ୍ଠାନ (ଇଂରାଜୀ: Institute of Mathematics and Applications ବା IMA), ଭୁବନେଶ୍ଵର, ଓଡ଼ିଶା ସରକାରଙ୍କ ଦ୍ଵାରା 1999 ମସିହାରେ ପ୍ରତିଷ୍ଠିତ ଏକ ଶିକ୍ଷା ଅନୁଷ୍ଠାନ ଅଟେ । ଏହାର ଦୁଇଟି ମୂଳ ଉଦ୍ଦେଶ୍ୟ ହେଲା ପ୍ରୟୋଗାତ୍ମକ ଓ ଶୁଦ୍ଧ ଗଣିତଶାସ୍ତ୍ର ଉପରେ ଉଚ୍ଚତର ଗବେଷଣା ଏବଂ ଗଣିତରେ(mathematics, computation and computational finance) ସ୍ନାତକୋତ୍ତର ଶିକ୍ଷା ପ୍ରଦାନ । ଗଣିତ ବିଷୟରେ ଆଗ୍ରହ ସୃଷ୍ଟି ନିମନ୍ତେ ଏହି ଅନୁଷ୍ଠାନ ବିଭିନ୍ନ ବିଦ୍ୟାଳୟରେ ତାଲିମ କାର୍ଯ୍ୟକ୍ରମ କରିଥାଏ ଓ ଗଣିତ ଅଲମ୍ପିଆଡ(Mathematics Olympiads) ଆୟୋଜନ ମଧ୍ୟ କରିଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୃହଦେଶ୍ଵର ମନ୍ଦିର,ତାମିଲନାଡୁର ଥାଞ୍ଜାବରଠାରେ ଥିବା ଏକ ପବିତ୍ର ଧର୍ମକ୍ଷେତ୍ର । ଭାରତ ସରକାରଙ୍କ ପକ୍ଷରୁ ଏହି ଅଞ୍ଚଳକୁ ସ୍ଵତନ୍ତ୍ର ଆଞ୍ଚଳିକ ସାସ୍କୃତିକ କେନ୍ଦ୍ର ଭାବରେ ଘୋଷଣା କରାଯାଇଛି । ଜାତିସଂଘର ୟୁନେସ୍କୋ ଦ୍ଵାରା ଏହା ବିଶ୍ଵ ହେରିଟେଜ ମନୁମେଣ୍ଟରେ ସ୍ଥାନ ପାଇଛି । ଦକ୍ଷିଣ ଭାରତରେ ଏହି ମନ୍ଦିରକୁ ଅତି ପବିତ୍ର ଓ ପ୍ରାଚୀନ ବୋଲି ବିବେଚନା କରାଯାଏ । ସ୍ଥାପତ୍ଯ ଓ ଗଠନ ଶୈଳୀ ଦୃଷ୍ଟିରୁ ମଧ୍ଯ ଏହି ମନ୍ଦିର ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଏହି ମନ୍ଦିର ନିର୍ମାଣ କାଳ ଏକାଦଶ ଶତାବ୍ଦୀ ଏବଂ ଏହାର ପ୍ରତିଷ୍ଠାତା ହେଉଛନ୍ତି ଚୋଳ ବଂଶର ସମ୍ରାଟ ପ୍ରଥମ ରାଜା ଚୋଳ । ଏହି ମନ୍ଦିର ଭଗବାନ ଶିବଙ୍କୁ ସମର୍ପିତ । ଏହି ମନ୍ଦିରର ଗାତ୍ରରେ ଚୋଳ ରାଜବଂଶର କିର୍ତ୍ତୀଗାରିମା ବିମଣ୍ଡିତ ହେଇଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୨୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।