ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଟେନସରଫ୍ଲୋ ହେଉଛି ଗୁଗଲର ଏକ ଗାଣିତିକ ପ୍ରଣାଳୀ ଯାହାକୁ ବ୍ୟବହାର କରି, ବୈଦ୍ୟୁତିକ ଯନ୍ତ୍ର ଏବଂ କମ୍ପ୍ୟୁଟର ସମୂହକୁ କୁତ୍ରିମ ବୁଦ୍ଧି ପ୍ରଦାନ କରିହେବ । ଏହା ବର୍ତ୍ତମାନ, ବିଭିନ୍ନ ରିସର୍ଚ୍ଚ କାମରେ ବ୍ୟବହାର ହେବା ସହିତ, ଗୁଗଲର ବିଭିନ୍ନ ସଫ୍ଟୱେରରେ ମଧ୍ୟ ବ୍ୟବହାର ହେଉ ଅଛି । ଟେନ୍ସରଫ୍ଲୋ ପ୍ରାଥମିକ ଭାବେ ଏକ ନିଜସ୍ୱ ଗାଣିତିକ ବିଧି ଭାବେ ଗୁଗଲର ବ୍ରେନ ଟିମ ତିଆରି କରିଥିଲେ । ନଭେମ୍ବର ୯ ତାରିଖ, ୨୦୧୫ରେ ଏହାକୁ ଏକ ଓପନ ସୋର୍ସ ସଫ୍ଟୱେର ଭାବେ ଘୋଷଣା କରାଯାଇଥିଲା ।
ନାଟ୍ୟ ଶାସ୍ତ୍ର ହେଉଛି ସଂସ୍କୃତ ରେ ବର୍ଣ୍ଣନା ହୋଇଥିବା କଳା । ଏହାକୁ ଭରତ ମୁନି ଲେଖିଥିଲେ। ଏହା ଖ୍ରୀଷ୍ଟପୂର୍ବ ୨୦୦ ଏଵଂ ୨୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସମାପ୍ତ ହୋଇଥିଲା।ଏଥିରେ କଳା ବିଷୟରେ ବର୍ଣ୍ଣନା କରା ଯାଇଛି। ଏଥିରେ ନାଟ୍ୟ କଳା ପ୍ରତିଯୋଗିତା ଓ କିପରି ମଞ୍ଚ ପରିଚାଳନା କରାଯିବ ସେ ସବୁ ବିଷୟରେ ବର୍ଣ୍ଣିତ।କେମିତି ଅଭିନୟ କରାଯିବ ଅଙ୍ଗଭଙ୍ଗି,ସାଜଶଯ୍ୟା,ପୋଷାକ,ଅଭିନୟ ଓ କଳା ନିର୍ଦେଶକ ଙ୍କ ଲକ୍ଷ୍ୟ,ସଙ୍ଗୀତ ର ଲୟ,ବାଦ୍ୟଯନ୍ତ୍ର, କଳା ଅଭିନୟ ବିଷୟରେ ବର୍ଣ୍ଣିତ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ହେଲୋ- ଇନ୍ ଲଭ୍, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ନିରଞ୍ଜନ ନାୟକ ଏବଂ ପୂର୍ଣ୍ଣଚନ୍ଦ୍ର ନାୟକ । ନାୟକ ଫିଲ୍ମ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହୋଇଥିଲା ଏହି କଥାଚିତ୍ରଟି । ନିର୍ଦ୍ଦେଶକ ସୁଶାନ୍ତ ମଣି ଏହି କଥାଚିତ୍ରରର ନିର୍ଦ୍ଦେଶନା ଦେଇଥିଲେ । ସୁଶାନ୍ତ କଥାଚିତ୍ରଟିର କାହାଣୀ, ସଂଳାପ ମଧ୍ୟ ଲେଖିଥିଲେ । ଗୀତିକାର ଦେବିଦତ୍ତ ମହାନ୍ତି ଏହି କଥାଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ ଏବଂ ବିଶ୍ୱସ୍ୱରୂପ ମହାପାତ୍ର କଥାଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ" ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ମୋହିନୀୟାଟ୍ଟମ (ମାଲୟାଲମ: മോഹിനിയാട്ടം), ଭାରତୀୟ ଶାସ୍ତ୍ରୀୟ ନୃତ୍ୟରୁ ଗୋଟିଏ ଅଟେ । ଏହା କେରଳର ବିକଶିତ ଏବଂ ଲୋକପ୍ରିୟ ନୃତ୍ୟ ଅଟେ । କେରଳର ଅନ୍ୟ ପ୍ରମୁଖ ନୃତ୍ୟ ହେଉଛି କଥକଳୀ । ମୋହିନୀୟାଟ୍ଟମ ନୃତ୍ୟ ର ନାମ ମୋହିନୀ ରୁ ନିଆଯାଇଛି । ହିନ୍ଦୁ ଦେବତା ବିଷ୍ଣୁଙ୍କ ଏକ ପୌରାଣିକ ଅନ୍ୟ ଏକ ଅବତାର, ଯାହା ନିଜ ସ୍ତ୍ରୀ ଶକ୍ତି ମାନଙ୍କ ଦ୍ୱାରା ଖରାପ କାମ ରୁ ଅଧିକ ଭଲ କାମରେ ସାହାଯ୍ୟ କରିଥାନ୍ତି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ
ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ପ୍ରତ୍ୟେକ ପରମାଣୁ ଇଲେକ୍ଟ୍ରନ୍, ନିଉଟ୍ରନ୍ ଓ ପ୍ରୋଟୋନ୍ ଆଦିଙ୍କ ଦ୍ଵାରା ଗଠିତ ବୋଲି କୁହାଯାଇଛି । ଅନେକ ଦିନ ପର୍ଯ୍ୟନ୍ତ ଇଲେକ୍ଟ୍ରନ୍, ପ୍ରୋଟୋନ୍ ଆଦି ପଦାର୍ଥର କ୍ଷୁଦ୍ରତମ ଅଂଶ ବୋଲାଉଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷା ଦ୍ଵାରା ଜଣାପଡିଲା ଯେ ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରତମ କଣ ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ଆଦର୍ଶ ମାନଦଣ୍ଡ (ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ଆଦର୍ଶ ମାନଦଣ୍ଡର ବ୍ୟବହାର କରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣ ଓ ୩ ପ୍ରକାରର ମୌଳିକ ବଳଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି । ଦ୍ଵାବିଂଶ ଶତାବ୍ଦୀର ଦ୍ୟିତୀୟାର୍ଦ୍ଧରେ ଏହି ମାନଦଣ୍ଡର ସଂକଳ୍ପନା ଓ ବିକାଶ ଘଟିଛି । ସମଗ୍ର ବିଶ୍ଵରେ ଗବେଷଣାରତ ବୈଜ୍ଞାନିକମାନେ କ୍ରମାଗତ ଭାବେ ଏହି ମାନଦଣ୍ଡର ବିକାଶରେ ସହଯୋଗ କରିଛନ୍ତି । ୧୯୭୦ର ଦଶନ୍ଧିରେ ପ୍ରଥମେ କ୍ଵାର୍କ୍, ୧୯୯୫ ମସିହାରେ ଉର୍ଦ୍ଧ୍ଵ କ୍ଵାର୍କ୍, ୨୦୦୦ ମସିହାରେ ଟାଉ ନ୍ୟୁଟ୍ରିନୋ ଓ ୨୦୧୩ ମସିହାରେ ହିଗ୍ସ୍ ବୋଜୋନ୍ ଭଳି କ୍ଷୁଦ୍ରକଣମାନଙ୍କ ଆବିଷ୍କାର ଏହି ମାନଦଣ୍ଡକୁ ବଳିଷ୍ଠ କରିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜହ୍ନର ପାହାଡ଼, ଓଡ଼ିଆ ଭାଷାରେ ମୁକ୍ତିଲାଭ କରିଥିବା ୨୦୧୩ର ଏକ ବଙ୍ଗଳା କଥାଚିତ୍ର । ଏହି କଥାଚିତ୍ରଟି ଓଡ଼ିଶାରେ ୧୩ ଫେବୃଆରୀ ୨୦୧୫ରେ ମୁକ୍ତିଲାଭ କରିଥିଲା । ଏହି କଥାଚିତ୍ରର କାହାଣୀ ବିଭୂତିଭୂଷଣ ବନ୍ଦୋପାଧ୍ୟାୟଙ୍କ ରଚିତ ଉପନ୍ୟାସ 'ଚାନ୍ଦର ପାହାର' ଉପରେ ପର୍ଯ୍ୟବେଷିତ । ବଙ୍ଗଳାରେ ଏହି କଥାଚିତ୍ରରର ନିର୍ଦ୍ଦେଶନା ଦେଇଥିଲେ କମଳେଶ୍ୱର ମୁଖାର୍ଜୀ ଏବଂ ଓଡ଼ିଆରେ ଏହାର ଡବିଂ ନିର୍ଦ୍ଦେଶନା ଦେଇଥିଲେ ବସନ୍ତ ସାହୁ । ମହେନ୍ଦ୍ର ସୋନୀ ଏବଂ ଶ୍ରୀକାନ୍ତ ମେହେଟା ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ । ଇନ୍ଦ୍ରଦୀପ ଦାସ ଗୁପ୍ତା ଏବଂ ଦେବଜ୍ୟୋତି ମିଶ୍ର ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ବାଳ ଗଙ୍ଗାଧର ତିଳକ (କିମ୍ବା ଲୋକମାନ୍ୟ ତିଳକ, ଉଚ୍ଚାରଣ ; ୨୩ ଜୁଲାଇ ୧୮୫୬(1856-07-23) – ୧ ଅଗଷ୍ଟ ୧୯୨୦(୧୯୨୦-୦୮-୦୧)), ଜଣେ ଭାରତୀୟ ଜାତୀୟବାଦୀ, ସାମ୍ବାଦିକ, ଶିକ୍ଷକ, ସମାଜ ସଂସ୍କାରକ, ଓକିଲ ଏବଂ ସ୍ୱାଧୀନତା ଆନ୍ଦୋଳନକାରୀ ଥିଲେ । ସେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ନେତା ଥିଲେ । ବ୍ରିଟିସ ଉପନିବେଶ ଅଧିକାରୀଗଣ ତାଙ୍କୁ "ଭାରତୀୟ ଆନ୍ଦୋଳନର ପିତା" ନାମରେ ଅଭିହିତ କରିଥିଲେ । ସେ "ଲୋକମାନ୍ୟ" ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ଯାହାର ଅର୍ଥ "ଲୋକଙ୍କ ଦ୍ୱାରା (ନେତା ଭାବେ) ମାନ୍ୟ ବା ଗୃହୀତ"।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହେଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ଵର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟ ଦ୍ଵାରା ନିଷ୍ପନ୍ନ । ମି ର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ଵ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହେଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟି ର ନେତା ଲାଲ କୃଷ୍ଣ ଆଡ଼ଭାନୀ ଙ୍କ ଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶ ର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣା ଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URI ଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URL ଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ବଧିରତା, ବଧିରତ୍ତ୍ଵ କିମ୍ବା କାଲା ଦୋଷ ଗୋଟିଏ ଅବସ୍ଥା ଯେଉଁଥିରେ ଶ୍ରବଣ ଶକ୍ତି ଆଂଶିକ ବା ସମ୍ପୁର୍ଣ୍ଣ ଲୋପ ପାଇଥାଏ । ଏହା ଗୋଟିଏ ବା ଉଭୟ କାନରେ ହୋଇପାରେ । ପିଲାଙ୍କର ଏହି ଦୋଷ ଥିଲେ ଭାଷା ଶିଖିବାରେ ଅସୁବିଧା ହୁଏ ଓ ବଡ଼ ମଣିଷମାନଙ୍କର କର୍ମକ୍ଷେତ୍ରରେ ଅସୁବିଧା ହୁଏ । କେତେକ ଲୋକ ଯଥା ବୃଦ୍ଧମାନେ ଶ୍ରବଣ ହାନୀ ଫଳରେ ଏକାକୀ ହୋଇଯାଆନ୍ତି । କାଲାଦୋଷ କୁହାଯାଏ ଯେତେବେଳେ ଅତି ସାମାନ୍ୟ ବା ଆଦୌ ଶ୍ରବଣ ଶକ୍ତି ନ ଥାଏ । ବୟସ ଦୋଷ, ଉଚ୍ଚ ଧ୍ଵନୀ, ବ୍ୟାଧି, ରାସାୟନିକ ପଦାର୍ଥ ଓ ଆଘାତ ଇତ୍ୟାଦି ଦ୍ଵାରା ଏହି ଦୋଷ ହୁଏ । ଡେସିବେଲ ଏକକ ଦ୍ଵାରା ବଧିରତାର ପରିମାଣ ନିର୍ଧାରଣ କରାଯାଏ । ଏହି ଦୋଷ ବିଭିନ୍ନ ପରିମାଣର ହୋଇ ପାରେ, ଯଥା ସାମାନ୍ୟ, ମଧ୍ୟମ, ମଧ୍ୟମ ଭୟାବହ, ଭୟାବହ କିମ୍ବା ଆତଙ୍କ ଜନକ । କେତେକ ଉପାୟ ଦ୍ଵାରା ବଧିରତାକୁ ରୋକା ଯାଇ ପାରିବ କିନ୍ତୁ କେତେକ କ୍ଷେତ୍ରରେ ଏହା ରୋକା ଯାଇ ପାରିବ ନାହିଁ ବା ପୂର୍ବାବସ୍ଥାକୁ ଫେରାଇ ଆଣି ହେବ ନାହିଁ । ଆଂଶିକ ବଧିର ଶୁଣିବା ନିମନ୍ତେ ଅନେକ ପ୍ରକାରର ଯନ୍ତ୍ର ଆବିସ୍କାର କରାଗଲାଣି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।