ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ନଦୀ ହେଉଛି ଏକ ସ୍ଵତ ପ୍ରବାହିତ ଜଳବାହକ ,ଯେଉଁଥିରେ ସାଧାରଣତଃ ମିଠାଜଳ, ସମୁଦ୍ର କିମ୍ବା ଆଉ ଏକ ନଦୀ ରେ ଯାଇ ମିଶିଥାଏ ।ବେଳେ ବେଳେ ନଦୀ ଭୂମି ଭିତରେ ପ୍ରବାହିତ ହୋଇ ବସି ଯାଇଥାଏ । ନଦୀର କୌଣସି ପ୍ରକୃତ ସଂଜ୍ଞା ନଥାଏ । ଭୌଗଳିକ ଅବସ୍ଥିତି ନେଇ ଛୋଟ ଛୋଟ ନଦୀର ନାମ କାରଣ କର ଯାଇଥାଏ । ଉଦାହରଣ ସ୍ୱରୂପ ରନ ଆମେରିକାରେ , ବର୍ନ ସ୍କଟଲାଣ୍ଡରେ,ବେକ ଉତ୍ତର ଇଂଲଣ୍ଡ ଠାରେ । ନଦୀ ଜଳଚକ୍ରର ଏକ ଅଂଶ ଅଟେ । ନଦୀ ସମ୍ପର୍କିତ ବୈଜ୍ଞାନିକ ଅଧ୍ୟୟନକୁ patamology କୁହାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ମାୟା, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ କମଳାକାନ୍ତ ଦାସ । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଅଶ୍ୱିନୀ ଗଡ଼ନାୟକ । ଏହି ଚଳଚ୍ଚିତ୍ରର କାହାଣୀ ଲେଖିଥିଲେ କମଳାକାନ୍ତ ଦାସ ଏବଂ ସଂଳାପ ଲେଖିଥିଲେ ବାପୁ ଗୋସ୍ୱାମୀ । ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିଭୂତି ଭୁଷଣ ଗଡ଼ନାୟକ । ବାପୁ ଗୋସ୍ୱାମୀ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ଉଦିତ ନାରାୟଣ, ନିକିତା ଦାସ, ବିଭୁ କିଶୋର, ପମି, ନଭ୍ୟା, କୁଳଦୀପ, ବିନୟ ମହାନ୍ତି, ରୁଦ୍ର ମହାନ୍ତି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରରେ କଣ୍ଠଦାନ କରିଥିଲେ ।
ଭରତନାଟ୍ୟମ ଅନ୍ୟନାମ ସାଦିର, ତାମିଲନାଡୁରେ ଉତ୍ପନ୍ନ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ଏକ ପ୍ରମୁଖ ଶୈଳୀ ଅଟେ । ପରମ୍ପରାଗତ ରୂପେ ଭରତନାଟ୍ୟମ ନୃତ୍ୟ ବିଶେଷତଃ ମହିଳା ମାନଙ୍କ ଦ୍ୱାରା କରାଯାଇଥାଏ । ଏବଂ ହିନ୍ଦୁ ଧର୍ମ କୁ ଧାର୍ମିକ ବିଷୟ ଏବଂ ଆଧ୍ୟାତ୍ମିକ ବିଚାରକୁ ବିଶେଷ ରୂପେ ଶୈବ ବାଦ, ବୈଷ୍ଣବ ବାଦ ଏବଂ ଶକ୍ତି ବାଦ ରେ ବ୍ୟକ୍ତ କରାଯାଇଥିଲାଭରତନାଟ୍ୟମର ସିଦ୍ଧାନ୍ତର ମୂଳ ପ୍ରାଚୀନ ସଂସ୍କୃତ ପାଠକ "ଭରତ ମୁନୀ", "ନାଟ୍ୟଶାସ୍ତ୍ର"ର ଅନୁସନ୍ଧାନ କରିଥାଏ ଦ୍ଵିତୀୟ ଶତାବ୍ଦୀ ସୀଈ ଦ୍ୱାରା ଏହାର ଅସ୍ତିତ୍ବ ପ୍ରାଚୀନ ତାମିଲ ମହାକାବ୍ୟ "ସିଲପ୍ପଟିକାରମ"ରେ ବର୍ଣ୍ଣିତ ହୋଇଛି, ଏମିତି କି 6 ବିଂ ରୁ 9 ବିଂ ଶତାବ୍ଦୀର ମନ୍ଦିର ମୂର୍ତ୍ତି ଗୁଡିକ ଏହା ସୂଚିତ କରାଏ କି, ଏହା ମଧ୍ୟ ଏକ ସହସ୍ତ୍ରାବ୍ଦୀ ସୀଈ ଦ୍ୱାରା ଭଲରୂପେ ପରିସ୍କୃତ ପ୍ରଦର୍ଶନ କଳା ଥିଲା । ଭରତନାଟ୍ୟମ ଭାରତର ସବୁଠାରୁ ପୁରୁଣା ଶାସ୍ତ୍ରୀୟ ନୃତ୍ୟ ପରମ୍ପରା ଅଟେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଟେନସରଫ୍ଲୋ ହେଉଛି ଗୁଗଲର ଏକ ଗାଣିତିକ ପ୍ରଣାଳୀ ଯାହାକୁ ବ୍ୟବହାର କରି, ବୈଦ୍ୟୁତିକ ଯନ୍ତ୍ର ଏବଂ କମ୍ପ୍ୟୁଟର ସମୂହକୁ କୁତ୍ରିମ ବୁଦ୍ଧି ପ୍ରଦାନ କରିହେବ । ଏହା ବର୍ତ୍ତମାନ, ବିଭିନ୍ନ ରିସର୍ଚ୍ଚ କାମରେ ବ୍ୟବହାର ହେବା ସହିତ, ଗୁଗଲର ବିଭିନ୍ନ ସଫ୍ଟୱେରରେ ମଧ୍ୟ ବ୍ୟବହାର ହେଉ ଅଛି । ଟେନ୍ସରଫ୍ଲୋ ପ୍ରାଥମିକ ଭାବେ ଏକ ନିଜସ୍ୱ ଗାଣିତିକ ବିଧି ଭାବେ ଗୁଗଲର ବ୍ରେନ ଟିମ ତିଆରି କରିଥିଲେ । ନଭେମ୍ବର ୯ ତାରିଖ, ୨୦୧୫ରେ ଏହାକୁ ଏକ ଓପନ ସୋର୍ସ ସଫ୍ଟୱେର ଭାବେ ଘୋଷଣା କରାଯାଇଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କ ଦ୍ଵାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ଵାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ସ୍ୱାଧୀନତା ଶବ୍ଦ ଗୋଟିଏ ଦେଶ, ରାଷ୍ଟ୍ର ବା ସାର୍ବଭୌମ ରାଜ୍ୟର ଅବସ୍ଥାକୁ ବୁଝାଏ ଯେଉଁଠାରେ ଏହାର ବାସିନ୍ଦା ଓ ଜନତା ନିଜ ଭୂଖଣ୍ଡରେ ନିଜସ୍ୱ ସରକାର ଗଢ଼ିବାକୁ ଓ ସାର୍ବଭୌମତ୍ୱ ଜାହିର କରିବାକୁ ସକ୍ଷମ ଥାଆନ୍ତି ଓ କୌଣସି ବାହ୍ୟ ଶକ୍ତି ଅଧୀନରେ ନ ଥାଆନ୍ତି । ଏହାର ଓଲଟା ଶବ୍ଦ ପରାଧୀନତା । ଅନ୍ୟ ଗୋଟିଏ ଶବ୍ଦ ସ୍ୱତନ୍ତ୍ର (freedom) ସହିତ ଏହାର ଭ୍ରମ ସୃଷ୍ଟି ହୁଏ । ବ୍ୟକ୍ତିର ଚିନ୍ତା କରିବା ଓ ତଦନୁସାରେ କାର୍ଯ୍ୟ କରିବାର ସ୍ୱାଧୀନତାକୁ ସ୍ୱତନ୍ତ୍ର କୁହାଯାଏ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କୋଲ ଟାର (ଇଂରାଜୀ ଭାଷାରେ Coal tar) ଏକ ମୋଟା ଓ କଳା ତରଳ ପଦାର୍ଥ ଯାହା ଅନେକ ଚିକିତ୍ସା କ୍ଷେତ୍ର ଓ କଳ କାରଖାନାରେ ବ୍ୟବହାର କରାଯାଏ । ଔଷଧ ଭାବରେ ଏହା ସୋରିଆସିସ (psoriasis) ଓ ସେବୋରିକ ଡର୍ମାଟାଇଟିସ ବା ରୁପି (seborrheic dermatitis) ରୋଗରେ ଦିଆଯାଏ । ସୋରିଆସିସ ରୋଗରେ ଏହା ସହିତ ଅଲ୍ଟ୍ରାଭାୟୋଲେଟ ଥେରାପି (ultraviolet light therapy) ଦିଆଯାଇପାରେ । ରୋଗ ପ୍ରଭାବିତ ସ୍ଥାନମାନଙ୍କରେ ଏହା ଲଗାଯାଏ । କୋଲ ବା କୋଇଲାରୁ (coal) କୋକ୍ (coke) ଓ କୋଲ ଗ୍ୟାସ (coal gas) ପ୍ରସ୍ତୁତ କରିବା ସମୟରେ ବାଇପ୍ରୋଡକ୍ଟ ବା ଉପଜାତ ଦ୍ରବ୍ୟ ଭାବରେ କୋଲ ଟାର ବାହାରେ । କାରଖାନା ବ୍ୟବହାର ମଧ୍ୟରେ ରେଲୱେ ସମ୍ପର୍କୀୟ (railway ties) ସଂରକ୍ଷଣରେ ଓ ରାସ୍ତା ପୃଷ୍ଠ ଉନ୍ନତ କରିବା ନିମନ୍ତେ ଦରକାର ହୁଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଏକ ନକ୍ଷତ୍ରର ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ତାହାର ଅବସ୍ଥାରେ ହେଉଥିବା ପରିବର୍ତ୍ତନକୁ ନକ୍ଷତ୍ର କାଳଚକ୍ର (ଈଂରାଜୀରେ Life Cycle of a Star) ବୋଲି କୁହାଯାଏ । ନକ୍ଷତ୍ରର ବସ୍ତୁତ୍ଵ କମ୍ ହେଲେ ତାହାର ବୟସ ଅଧିକ ଓ ନକ୍ଷତ୍ରର ବସ୍ତୁତ୍ଵ ଅଧିକ ହେଲେ ତାହାର ବୟସ ଅପେକ୍ଷାକୃତ ଭାବେ କମ୍ ହୋଇଥାଏ । କ୍ଷୟଶୀଳ ଗ୍ୟାସ୍ ଓ ଧୂଳିର ବାଦଲରୁ ପ୍ରାୟତଃ ନକ୍ଷତ୍ରଗୁଡିକ ଜନ୍ମ ନେଇଥାନ୍ତି । ଏହି ଗ୍ୟାସୀୟ ବାଦଲ ନିହାରୀକା ରୂପରେ ଦେଖାଦିଏ । ଆଦ୍ୟତାରାମାନେ ଅନେକ ବର୍ଷ ପରେ ସନ୍ତୁଳିତ ଓ ବୟସ୍କ ହୋଇ ମୁଖ୍ୟ ସ୍ରୋତର ତାରାର ଅବସ୍ଥାକୁ ପ୍ରାପ୍ତ କରନ୍ତି । ନାଭିକୀୟ ବିଲୟ ଦ୍ଵାରା ଏକ ନକ୍ଷତ୍ରକୁ ତା’ ଶକ୍ତି ମିଳିଥାଏ । ପ୍ରଥମାର୍ଦ୍ଧରେ ମୁଖ୍ୟ ସ୍ରୋତର ତାରାର ନାଭିରେ ଉଦଜାନ ପରମାଣୁର ନାଭିକୀୟ ବିଲୟ ହୋଇ ଶକ୍ତି ଜାତ ହୁଏ । ପରେ ତାରାର ନାଭିରେ ଅଧିକ ପରିମାଣର ହିଲିୟମ୍ ସୃଷ୍ଟି ହୁଏ ଓ ଏହି ନାଭି ଚାରିପଟେ ଏକ ଗୋଲକାକାର ବଳୟରେ ଉଦଜାନ ବିଲୟ ହେବାକୁ ଲାଗେ । ଏହା ଫଳରେ ନକ୍ଷତ୍ରର ଆକାର ବଢ଼ିବା ଆରମ୍ଭ ହୁଏ ଓ ଧୀରେ ଧୀରେ ଏହା ଏକ ଲୋହିତ ଦାନବରେ (ଈଂରାଜୀରେ Red Giant) ପରିଣତ ହୁଏ । ସୂର୍ଯ୍ୟର ଅଧା ବସ୍ତୁତ୍ଵବିଶିଷ୍ଟ ନକ୍ଷତ୍ର ହିଲିୟମର ବିଲୟରୁ ଶକ୍ତି ପାଏ । ଅତ୍ୟନ୍ତ ବୃହତ୍ ନକ୍ଷତ୍ରମାନେ ଓଜନିଆ ଅଣୁର ବିଲୟରୁ ଶକ୍ତି ପାଆନ୍ତି ।.
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଜ୍ଞାନ ବିଜ୍ଞାନ ଏକ ଓଡ଼ିଆ ବିଜ୍ଞାନ ବହି । ଏହା ପ୍ରମୋଦ କୁମାର ମହାପାତ୍ର ଓ ଅନସୂୟା ମିଶ୍ରଙ୍କ ଦ୍ୱାରା ରଚିତ ହୋଇ କଟକରପ୍ରଜ୍ଞା ପ୍ରକାଶନୀ ଦ୍ୱାରା ୨୦୧୫ ମସିହାରେ ପ୍ରକାଶିତ ହୋଇଥିଲା । ଏଥିରେ ଉଦ୍ଭିଦ ଜଗତ ପ୍ରାଣୀମାନଙ୍କୁ ଅମ୍ଳଜାନ ଯୋଗାଇ ବଞ୍ଚାଇ ରଖିବା, ମଣିଷମାନେ ଖାଦ୍ୟ ପଦାର୍ଥ ଓ ଅତ୍ୟାବଶ୍ୟକ ବହୁ ପଦାର୍ଥ ଉଦ୍ଭିଦଠାରୁ ପାଇବା, ମଣିଷମାନଙ୍କ ଖାଦ୍ୟ, ବସ୍ତ୍ର, ବାସଗୃହ ଆଦିରେ ଉଦ୍ଭିଦର ଅବଦାନ, ପୃଥିବୀପୃଷ୍ଠରେ ଦେଖାଯାଇଥିବା ୩ ଲକ୍ଷ ୮୫ ହଜାର ଜାତିର ଉଦ୍ଭିଦ ବର୍ତ୍ତମାନ ୨ ଲକ୍ଷ ୭୦ ହଜାରକୁ କମିଆସିବା ଭଳି ବିଷୟ ତଥା ଜୀବଜଗତ ସୃଷ୍ଟି ହେବା ଆଗରୁ ଉଦ୍ଭିଦ କିପରି ସୃଷ୍ଟି ହୋଇଥିଲା, ଉଦ୍ଭିଦ ଗବେଷଣାର ଇତିହାସ, ଏ କ୍ଷେତ୍ରରେ ବିଶିଷ୍ଟ ପ୍ରକୃତିପ୍ରେମୀଙ୍କ ଅନୁଶୀଳନ, ଉଦ୍ଭିଦର ନାମକରଣ-ବର୍ଗୀକରଣ ଏବଂ ପୃଥିବୀ ପାଇଁ ଉଦ୍ଭିଦର ଗୁରୁତ୍ୱପୂର୍ଣ୍ଣ ଭୂମିକା ଇତ୍ୟାଦିକୁ ଏହି ପୁସ୍ତକରେ ବିଶ୍ଳେଷିତ । ଅମ୍ଳଜାନର ସୃଷ୍ଟିକର୍ତ୍ତା, ଉଦ୍ଭିଦର ଖାଦ୍ୟଗ୍ରହଣ ପଦ୍ଧତି, ମାନବ ସମାଜ ପାଇଁ ଉପକାରୀ ବ୍ରାଇଓଫାଇଟା, ଟେରିଡୋଫାଇଟା, ଲାଇକୋପସିଡା, ଲାଇକୋପୋଡିୟମ, ସପୁଷ୍କକ ଉଦ୍ଭିଦ ଇତ୍ୟାଦି ବିଷୟ ଏଥିରେ ଆଲୋଚିତ । ଏଥିରେ ଚିତ୍ର ମାଧ୍ୟମରେ ଉଦ୍ଭିଦ ବିଜ୍ଞାନର ତଥ୍ୟମାନ ଉପସ୍ଥାପିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବାହୁବଳି ର ଅର୍ଥ ଏକ ବଳଵାନ ବ୍ୟକ୍ତି । ଏହି ଚଳଚିତ୍ର ଟି ର ନିର୍ଦେଶକ ହେଲେ ଏସ୍.ଏସ୍ ରାଜାମୌଳି । ଏହାର ପ୍ରଯୋଜକ ହେଲେ ଶୋବୁ ୟାରଲାଗଡ଼ା ଓ ପ୍ରସାଦ ଦେବିନେନି । ଏହା ତେଲୁଗୁ ଓ ତାମିଲ ଭାଷା ରେ ପ୍ରସ୍ତୁତ କରାଯାଇଛି । ଏଥିରେ ଅଭିନେତା ପ୍ରଭାସ୍,ରାଣା ଡାଗୁବାଟି,ଅଭିନେତ୍ରୀ ଅନୁଷ୍କା ସେଠୀ ଓ ତମନ୍ନା ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ।ସେମାନଙ୍କ ସହିତ ରାମ୍ୟା କ୍ରୀଷ୍ଣନ, ସତ୍ୟରାଜ ସହ କଳାକାର ଭାବେ ଅଭିନୟ କରିଛନ୍ତି । ପ୍ରଥମ ଭାଗ ରେ ଦ ବିଗିନିଙ୍ଗ କାଳ୍ପନିକ ସହର ମହେସ୍ମତି ର ଏବଂ ଏହାର ସମ୍ରାଟଙ୍କର ଏକ ନିଆରା କାହାଣୀ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ" ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ନାଟ୍ୟ ଶାସ୍ତ୍ର ହେଉଛି ସଂସ୍କୃତ ରେ ବର୍ଣ୍ଣନା ହୋଇଥିବା କଳା । ଏହାକୁ ଭରତ ମୁନି ଲେଖିଥିଲେ। ଏହା ଖ୍ରୀଷ୍ଟପୂର୍ବ ୨୦୦ ଏଵଂ ୨୦୦ ଖ୍ରୀଷ୍ଟାବ୍ଦ ମଧ୍ୟରେ ସମାପ୍ତ ହୋଇଥିଲା।ଏଥିରେ କଳା ବିଷୟରେ ବର୍ଣ୍ଣନା କରା ଯାଇଛି। ଏଥିରେ ନାଟ୍ୟ କଳା ପ୍ରତିଯୋଗିତା ଓ କିପରି ମଞ୍ଚ ପରିଚାଳନା କରାଯିବ ସେ ସବୁ ବିଷୟରେ ବର୍ଣ୍ଣିତ।କେମିତି ଅଭିନୟ କରାଯିବ ଅଙ୍ଗଭଙ୍ଗି,ସାଜଶଯ୍ୟା,ପୋଷାକ,ଅଭିନୟ ଓ କଳା ନିର୍ଦେଶକ ଙ୍କ ଲକ୍ଷ୍ୟ,ସଙ୍ଗୀତ ର ଲୟ,ବାଦ୍ୟଯନ୍ତ୍ର, କଳା ଅଭିନୟ ବିଷୟରେ ବର୍ଣ୍ଣିତ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।