ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ମଣିପୁରୀ ନୃତ୍ୟ , ଜଗୋଈ ନାମରେ ଜଣାଯାଏ, ପ୍ରମୁଖ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ରୁ ଗୋଟିଏ ଅଟେ । ମିଆଁମାର, ଆସାମ, ନାଗାଲ୍ୟାଣ୍ଡ ଏବଂ ମିଜରାମ ସହିତ ଜଣାଯାଉଥିବା ପୂର୍ବ-ଉତ୍ତର ଭାରତରେ ସ୍ଥିତ ଏକ ରାଜ୍ୟ ମୂଳ ରୂପେ ମଣିପୁର ଅଟେ । ଏହା ବିଶେଷ ରୂପେ ନିଜ ହିନ୍ଦୁ ବୈଷ୍ଣବ ବାଦ ବିଷୟ ଗୁଡିକ ପାଇଁ ଜଣାଯାଏ ଏବଂ ରାଧା-କୃଷ୍ଣଙ୍କ ପ୍ରେମ ଚରିତ ନାଟକର ଉତ୍କୃଷ୍ଟ ପ୍ରଦର୍ଶନ ରାସଲୀଳାକୁ ଡାକିଥାଏ । ଶୈବ ବାଦ , ଶକ୍ତି ବାଦ ଏବଂ କ୍ଷେତ୍ରିୟ ଦେବତା ମାନଙ୍କୁ ସମ୍ବୋନ୍ଧିତ ବିଷୟରେ ମଧ୍ୟ ନୃତ୍ୟ କରାଯାଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଭରତନାଟ୍ୟମ ଅନ୍ୟନାମ ସାଦିର, ତାମିଲନାଡୁରେ ଉତ୍ପନ୍ନ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ଏକ ପ୍ରମୁଖ ଶୈଳୀ ଅଟେ । ପରମ୍ପରାଗତ ରୂପେ ଭରତନାଟ୍ୟମ ନୃତ୍ୟ ବିଶେଷତଃ ମହିଳା ମାନଙ୍କ ଦ୍ୱାରା କରାଯାଇଥାଏ । ଏବଂ ହିନ୍ଦୁ ଧର୍ମ କୁ ଧାର୍ମିକ ବିଷୟ ଏବଂ ଆଧ୍ୟାତ୍ମିକ ବିଚାରକୁ ବିଶେଷ ରୂପେ ଶୈବ ବାଦ, ବୈଷ୍ଣବ ବାଦ ଏବଂ ଶକ୍ତି ବାଦ ରେ ବ୍ୟକ୍ତ କରାଯାଇଥିଲାଭରତନାଟ୍ୟମର ସିଦ୍ଧାନ୍ତର ମୂଳ ପ୍ରାଚୀନ ସଂସ୍କୃତ ପାଠକ "ଭରତ ମୁନୀ", "ନାଟ୍ୟଶାସ୍ତ୍ର"ର ଅନୁସନ୍ଧାନ କରିଥାଏ ଦ୍ଵିତୀୟ ଶତାବ୍ଦୀ ସୀଈ ଦ୍ୱାରା ଏହାର ଅସ୍ତିତ୍ବ ପ୍ରାଚୀନ ତାମିଲ ମହାକାବ୍ୟ "ସିଲପ୍ପଟିକାରମ"ରେ ବର୍ଣ୍ଣିତ ହୋଇଛି, ଏମିତି କି 6 ବିଂ ରୁ 9 ବିଂ ଶତାବ୍ଦୀର ମନ୍ଦିର ମୂର୍ତ୍ତି ଗୁଡିକ ଏହା ସୂଚିତ କରାଏ କି, ଏହା ମଧ୍ୟ ଏକ ସହସ୍ତ୍ରାବ୍ଦୀ ସୀଈ ଦ୍ୱାରା ଭଲରୂପେ ପରିସ୍କୃତ ପ୍ରଦର୍ଶନ କଳା ଥିଲା । ଭରତନାଟ୍ୟମ ଭାରତର ସବୁଠାରୁ ପୁରୁଣା ଶାସ୍ତ୍ରୀୟ ନୃତ୍ୟ ପରମ୍ପରା ଅଟେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଆଡାମ ସ୍ମିଥ (୧୬ ଜୁନ ୧୭୨୩ - ୧୭ ଜୁଲାଇ ୧୭୯୦) ଜଣେ ସ୍କଟୀୟ ଦାର୍ଶନିକ, ରାଜନୈତିକ ଅର୍ଥନୀତିର ପୂରୋଗାମୀ ଓ ସ୍କଟୀୟ ନବଜାଗରଣର ପ୍ରବକ୍ତା । ସ୍ମିଥ ନିଜର "ଥିଓରୀ ଅଫ୍ ମୋରାଲ୍ ସେଣ୍ଟିମେଣ୍ଟସ୍" (୧୯୫୯) ଓ "ଆନ୍ ଇନକ୍ୱାରୀ ଇଣ୍ଟୁ ଦ ନେଚର୍ ଆଣ୍ଡ୍ କଜେସ୍ ଅଫ୍ ଦ ୱେଲ୍ଥ୍ ଅଫ୍ ନେସନ୍ସ୍" (୧୭୭୬) ପାଇଁ ଜଣାଶୁଣା । ଏଥିରୁ ଦ୍ୱୀତିୟ ବହିଟି ତାଙ୍କର ସବୁଠାରୁ ଗୁରୁତ୍ତ୍ୱପୁର୍ଣ ଅବଦାନ ଓ ଏହି ଗ୍ରନ୍ଥକୁ ଆଧୁନିକ ଅର୍ଥନୀତି ବିଜ୍ଞାନର ମୂଳପାଠ ବୋଲି ଧରାଯାଏ । ସ୍ମିଥି୍ "ଆଧିନିକ ଅର୍ଥନୀତି ବିଜ୍ଞାନର ପିତା" ବୋଲି ଖ୍ୟାତ । ଅର୍ଥନୀତି କ୍ଷେତ୍ରରେ ତାଙ୍କୁ ଏବେ ବି ସବୁଠାରୁ ଗୁରୁତ୍ତ୍ୱପୂର୍ଣ ଚିନ୍ତାନାୟକମାନଙ୍କମଧ୍ୟରୁ ଜଣେ ବୋଲି ଧରାଯାଏ । ନିଜର କାମ ଦ୍ୱାରା ସ୍ମିଥ୍ ଶାସ୍ତ୍ରୀୟ ମୁକ୍ତ ବଜାର ଅର୍ଥନୈତିକ ତତ୍ତ୍ୱର ମୂଳଦୁଆ ପକାଇଲେ । ତାଙ୍କର ମତ ଅନୁସାରେ ଯୁକ୍ତିସଂଗତ ଭାବରେ ପରିଚାଳିତ ହୋଇ ଲୋକମାନେ ନିଜର ସ୍ୱସ୍ୱାର୍ଥ ସିଦ୍ଧି ପାଇଁ ପ୍ରତିଯୋଗିତା କଲେ ତାହାଫଳରେ ଅର୍ଥନୈତିକ ସମୃଦ୍ଧି ଜାତ ହେବ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମାଇଁ ଫାର୍ଷ୍ଟ ଲଭ୍, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ଦେବେନ୍ଦ୍ର ନାଥ ସାହୁ । ଏହି ଚଳଚ୍ଚିତ୍ରର କାହାଣୀ ଲେଖିଥିଲେ ଦେବେନ୍ଦ୍ର ନାଥ ସାହୁ । ମନୋରଞ୍ଜନ ସାହାଣୀ ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ । ମନୋରଞ୍ଜନ ପାଲ ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ମିତ୍ରଭାନୁ, ଅରବିନ୍ଦ ଏବଂ ଅଗ୍ନିରାଜ ଏହି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଅର୍ଥନୀତିର ପୂରୋଗାମୀ ଓ ସ୍କଟୀୟ ନବଜାଗରଣର ପ୍ରବକ୍ତା । [୧] ସ୍ମିଥ ନିଜର "ଥିଓରୀ ଅଫ୍ ମୋରାଲ୍ ସେଣ୍ଟିମେଣ୍ଟସ୍" (୧୯୫୯) ଓ "ଆନ୍ ଇନକ୍ୱାରୀ ଇଣ୍ଟୁ ଦ ନେଚର୍ ଆଣ୍ଡ୍ କଜେସ୍ ଅଫ୍ ଦ ୱେଲ୍ଥ୍ ଅଫ୍ ନେସନ୍ସ୍" (୧୭୭୬) ପାଇଁ ଜଣାଶୁଣା । ଏଥିରୁ ଦ୍ୱୀତିୟ ବହିଟି ତାଙ୍କର ସବୁଠାରୁ ଗୁରୁତ୍ତ୍ୱପୁର୍ଣ ଅବଦାନ ଓ ଏହି ଗ୍ରନ୍ଥକୁ ଆଧୁନିକ ଅର୍ଥନୀତି ବିଜ୍ଞାନର ମୂଳପାଠ ବୋଲି ଧରାଯାଏ । ସ୍ମିଥି୍ "ଆଧିନିକ ଅର୍ଥନୀତି ବିଜ୍ଞାନର ପିତା" ବୋଲି ଖ୍ୟାତ । ଅର୍ଥନୀତି କ୍ଷେତ୍ରରେ ତାଙ୍କୁ ଏବେ ବି ସବୁଠାରୁ ଗୁରୁତ୍ତ୍ୱପୂର୍ଣ ଚିନ୍ତାନାୟକମାନଙ୍କମଧ୍ୟରୁ ଜଣେ ବୋଲି ଧରାଯାଏ । [୨] ନିଜର କାମ ଦ୍ୱାରା ସ୍ମିଥ୍ ଶାସ୍ତ୍ରୀୟ ମୁକ୍ତ ବଜାର ଅର୍ଥନୈତିକ ତତ୍ତ୍ୱର ମୂଳଦୁଆ ପକାଇଲେ । ତାଙ୍କର ମତ ଅନୁସାରେ ଯୁକ୍ତିସଂଗତ ଭାବରେ ପରିଚାଳିତ ହୋଇ ଲୋକମାନେ ନିଜର ସ୍ୱସ୍ୱାର୍ଥ ସିଦ୍ଧି ପାଇଁ ପ୍ରତିଯୋଗିତା କଲେ ତାହାଫଳରେ ଅର୍ଥନୈତିକ ସମୃଦ୍ଧି ଜାତ ହେବ । [୩]
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ ଗ୍ରୀଷ୍ମ ମଣ୍ଡଳୀୟ ରୋଗ ଯାହା ଡେଙ୍ଗୁ ଭୁତାଣୁଦ୍ୱାରା ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡବଥା, ବାନ୍ତି, ମାଂସପେଶୀ, ଗଣ୍ଠି ଯନ୍ତ୍ରଣା ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ, ସ୍ୱଳ୍ପ ପ୍ଲାଟେଲେଟ ସ୍ତର, ରକ୍ତ ପ୍ଲାଜ୍ମା ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ ହୁଏ ।
ବେଞ୍ଜଏଲ ପେରକ୍ସାଇଡ (ଇଂରାଜୀ ଭାଷାରେ Benzoyl peroxide ବା BPO) ଏକ ଔଷଧ ଓ କାରଖାନାରେ ବ୍ୟବହାର କରାଯାଉଥିବା ରାସାୟନିକ ପଦାର୍ଥ (industrial chemical) । ସାମାନ୍ୟରୁ ମଧ୍ୟମ ଧରଣର ବ୍ରଣ (acne) ଚିକିତ୍ସାରେ ଏହା ବ୍ୟବହାର କରାଯାଏ । ସାଂଘାତିକ ହୋଇଥିଲେ ଅନ୍ୟାନ୍ୟ ଔଷଧ ସହିତ ଦିଆଯାଏ । ଏହା କେତେକ ସ୍ଥଳରେ କ୍ଲିଣ୍ଡାମାଇସିନ (clindamycin) ଭଳି ଆଣ୍ଟିବାୟୋଟିକ (antibiotic) ସାଥିରେ ମିଶ୍ରିତ ହୋଇ ଥାଏ । ଅନ୍ୟାନ୍ୟ ବ୍ୟବହାର ମଧ୍ୟରେ ଅଟା ପରିଷ୍କାର (bleaching flour), କେଶ ଉଜ୍ଜ୍ୱଳ (hair bleaching), ସଫେଦ ଦାନ୍ତ (teeth whitening) ଓ ଲୁଗା ଧଳା (textile bleaching) କରିବାକୁ ବ୍ୟବହାର କରାଯାଏ । ପ୍ଲାସ୍ଟିକ କାରଖାନାରେ (plastic industry) ମଧ୍ୟ ବ୍ୟବହୃତ ହୁଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ
ଅଭୟ ଚରଣାରବିନ୍ଦ ଭକ୍ତିବେଦାନ୍ତ ସ୍ଵାମୀ ପ୍ରଭୁପାଦ (୦୧ ସେପ୍ଟେମ୍ବର ୧୮୯୬ – ୧୪ ନଭେମ୍ବର ୧୯୭୭) ଜଣେ ଗୌଡ଼ୀୟ ବୈଷ୍ଣବ ଧର୍ମଗୁରୁ, ଭକ୍ତିଯୋଗର ଜଣେ ପ୍ରମୁଖ ପ୍ରଚାରକ ତଥା ଇସ୍କନର ପ୍ରତିଷ୍ଠାତା । ତାଙ୍କ ଗୁରୁ ଭକ୍ତିସିଦ୍ଧାନ୍ତ ସରସ୍ଵତୀଙ୍କ ନିର୍ଦ୍ଦେଶ କ୍ରମେ ସାରା ବିଶ୍ଵରେ ଗୌଡ଼ୀୟ ବୈଷ୍ଣବ ମତବାଦର ପ୍ରଚାର ଓ ପ୍ରସାର ନିମନ୍ତେ ସେ ଆଗେଇ ଆସିଥିଲେ । ଇସ୍କନର ପ୍ରକାଶିତ ସମ୍ବାଦ ଅନୁସାରେ, ଏହି କ୍ରମରେ ୧୯୬୫ ପରଠାରୁ ଫେବୃଆରୀ ୨୦୧୪ ସୁଦ୍ଧା ପ୍ରଭୁପାଦଙ୍କ ଲିଖିତ ବହିର ରେକର୍ଡ ସଂଖ୍ୟକ ଅର୍ଥାତ ୫୦ କୋଟିରୁ ଅଧିକ କପି ବିତରଣ ହୋଇସାରିଛି ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କ ଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁ ଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବୃହଦେଶ୍ଵର ମନ୍ଦିର,ତାମିଲନାଡୁର ଥାଞ୍ଜାବରଠାରେ ଥିବା ଏକ ପବିତ୍ର ଧର୍ମକ୍ଷେତ୍ର । ଭାରତ ସରକାରଙ୍କ ପକ୍ଷରୁ ଏହି ଅଞ୍ଚଳକୁ ସ୍ଵତନ୍ତ୍ର ଆଞ୍ଚଳିକ ସାସ୍କୃତିକ କେନ୍ଦ୍ର ଭାବରେ ଘୋଷଣା କରାଯାଇଛି । ଜାତିସଂଘର ୟୁନେସ୍କୋ ଦ୍ଵାରା ଏହା ବିଶ୍ଵ ହେରିଟେଜ ମନୁମେଣ୍ଟରେ ସ୍ଥାନ ପାଇଛି । ଦକ୍ଷିଣ ଭାରତରେ ଏହି ମନ୍ଦିରକୁ ଅତି ପବିତ୍ର ଓ ପ୍ରାଚୀନ ବୋଲି ବିବେଚନା କରାଯାଏ । ସ୍ଥାପତ୍ଯ ଓ ଗଠନ ଶୈଳୀ ଦୃଷ୍ଟିରୁ ମଧ୍ଯ ଏହି ମନ୍ଦିର ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଏହି ମନ୍ଦିର ନିର୍ମାଣ କାଳ ଏକାଦଶ ଶତାବ୍ଦୀ ଏବଂ ଏହାର ପ୍ରତିଷ୍ଠାତା ହେଉଛନ୍ତି ଚୋଳ ବଂଶର ସମ୍ରାଟ ପ୍ରଥମ ରାଜା ଚୋଳ । ଏହି ମନ୍ଦିର ଭଗବାନ ଶିବଙ୍କୁ ସମର୍ପିତ । ଏହି ମନ୍ଦିରର ଗାତ୍ରରେ ଚୋଳ ରାଜବଂଶର କିର୍ତ୍ତୀଗାରିମା ବିମଣ୍ଡିତ ହେଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।