ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
କଥକ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ପ୍ରମୁଖ ନୃତ୍ୟ ମାନଙ୍କ ମଧ୍ୟରୁ ଗୋଟିଏ ଅଟେ । କଥକର ଉତ୍ପତ୍ତି ପରମ୍ପରାଗତ ରୂପେ ପ୍ରାଚୀନ ଉତ୍ତର ଭାରତରୁ ହୋଇଛି । କଥକ ଶବ୍ଦ ବୈଦିକ ସଂସ୍କୃତ ଶବ୍ଦ କଥରୁ ଆସିଛି , ଯାହାର ଅର୍ଥ ହେଉଛି କାହାଣୀ । ଭଟକନ କଥକସ ମହାନ ମହାକାବ୍ୟ ଏବଂ ପ୍ରାଚୀନ ପୌରାଣିକ କଥାକୁ ନୃତ୍ୟ, ଗୀତ ଏବଂ ସଙ୍ଗୀତ ମାଧ୍ୟମରେ ଆରମ୍ଭ ଗ୍ରୀକ ଥିଏଟର କୁ ସମାନ ରୂପେ ବତେଇଥିଲା । ଭକ୍ତି ଆନ୍ଦୋଳନ ଅନୁସାରେ କଥକ ବିକଶିତ ହେଲା, ବିଶେଷକରି ହିନ୍ଦୁ ଭଗବାନ କୃଷ୍ଣ ଙ୍କ ପିଲାଦିନ ଏବଂ କାହାଣୀକୁ ସାମିଲ କରି, ତା'ସହିତ ଉତ୍ତର ଭାରତୀୟ ରାଜ୍ୟର ଅଦାଲତରେ ସ୍ୱତନ୍ତ୍ର ରୂପେ ।
ସମ୍ରାଟ ଜାହାଙ୍ଗୀରଙ୍କ ତୃତୀୟ ସନ୍ତାନ ଶାହଜାହାନ ୧୫୯୨ ମସିହା ଜାନୁଆରୀ ୫ତାରିଖରେ ଜନ୍ମଗ୍ରହଣ କରିଥିଲେ । ଜାହାଙ୍ଗୀରଙ୍କ ମୃତ୍ୟୁପରେ ନିଜର ସବୁ ଭାଇଙ୍କୁ ହତ୍ୟା କରି ସେ ୧୬୨୮ ଫେବୃଆରୀ ୪ ତାରିଖରେ ସିଂହାସନ ଆରୋହଣ କରିଥିଲେ । ତାଙ୍କର ୩ ପତ୍ନୀ ମଧ୍ୟରୁ, ଦ୍ଵିତୀୟ ଥିଲେ ମମତାଜ, ମମତାଜଙ୍କ ସହ ତାଙ୍କ ବିବାହ୧୬୧୨ ମସିହାରେ ହୋଇଥିଲା । ୧୬୩୧ରେ ମମତାଜଙ୍କ ମୃତ୍ୟୁ ପରେ, ତାଙ୍କ ସ୍ମୃତିରେ ସେ ତାଜମହଲ ନିର୍ମାଣ କରିଥିଲେ । ଦିଲ୍ଲୀର ଜାମା ମସଜିଦ ଓ ଆଗ୍ରାର ମୋତି ମସଜିଦ ମଧ୍ୟ ତାଙ୍କ ଦ୍ଵାରା ନିର୍ମିତ ହୋଇଥିଲା । ଶାହଜାହାନାବାଦ ନାମରେ ସେ ଏକ ନୂଆ ରାଜଧାନୀ ଗଢ଼ିଥିଲେ । ୧୬୫୮ ମସିହାରେ ଶାହଜାହାନଙ୍କ ପୁତ୍ର ଆଉରଙ୍ଗଜେବ ତାଙ୍କୁ ବନ୍ଦୀ କରି ସିଂହାସନ ଆରୋହଣ କରିଥିଲେ । ଦୀର୍ଘ ୮ବର୍ଷ ବନ୍ଦୀ ଜୀବନ ବିତାଇବାପରେ ୨୨ ଜାନୁଆରୀ ୧୬୬୬ରେ ତାଙ୍କର ମୃତ୍ୟୁ ଘଟିଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଋକବେଦରେ ବର୍ଣ୍ଣିତ ନଦୀମାନଙ୍କ ମଧ୍ୟରୁ ସରସ୍ଵତୀ ନଦୀ ଅନ୍ୟତମ । ହିନ୍ଦୁଧର୍ମର ଅନେକ ଶାସ୍ତ୍ରରେ ଏହି ନଦୀର ଉଲ୍ଲେଖ ରହିଛି । ଋକବେଦର ରଚନା ବୈଦିକ ସଂସ୍କୃତ ଭାଷାରେ କରାଯାଇଛି ଏବଂ ଖ୍ରୀଷ୍ଟପୂର୍ବ ଦ୍ଵିତୀୟ ସହସ୍ରାବ୍ଦ ସମୟରେ ସରସ୍ଵତୀ ନଦୀତଟରେ ବସବାସ କରୁଥିବା ଲୋକେ ଋକବେଦର କିଛି ଅଂଶର ରଚନା କରିଛନ୍ତି ବୋଲି ବିଶ୍ଵାସ କରାଯାଏ । ହିନ୍ଦୁ ଧର୍ମରେ ବିଦ୍ୟା, ଜ୍ଞାନ ଓ ବାକ୍ ର ଦେବୀ ସରସ୍ଵତୀ, ପ୍ରଥମେ ଏହି ନଦୀରୂପକ ଦେବୀଭାବେ ଉଭା ହୋଇଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ସେ ବିଦ୍ୟା ଓ ଭାଷାର ଦେବୀ ଭାବେ ପରିଚିତା ହେଲେ ।
ଓଆରଟି ବା ଓରାଲ ରିହାଇଡ୍ରେସନ ଥେରାପି ବା ଓଆରଏସ (ଇଂରାଜୀ ଭାଷାରେ Oral rehydration therapy ବା ORT ବା oral rehydration solution ବା ORS) ଏକ ପ୍ରକାର ତରଳ ପଦାର୍ଥ ପ୍ରତିସ୍ଥାପନ (fluid replacement) ଯାହା ନିର୍ଜଳନର (dehydration) ପ୍ରତିଷେଧ ଓ ଚିକିତ୍ସା ନିମନ୍ତେ ବ୍ୟବହାର କରାଯାଏ ବିଶେଷତଃ ତରଳ ଝାଡ଼ା ରୋଗରେ । ଏଥିରେ ପାନୀୟ ଜଳରେ କିଛି ପରିମାଣରେ ଶର୍କରା ଓ ଲୁଣ ଥାଏ । ଏହା ଏକ ନାଜୋଗ୍ୟାସ୍ଟ୍ରିକ ଟ୍ୟୁବ (nasogastric tube) ମାଧ୍ୟମରେ ଦିଆଯାଇପାରେ । ନିୟମିତ ଭାବରେ ଏହି ଥେରାପିରେ ଜିଙ୍କ ସପ୍ଲିମେଣ୍ଟ (zinc supplements) ଯୋଗ କରାଯାଏ । ଏହି ଓଆରଟି ଚିକିତ୍ସାଦ୍ୱାରା ତରଳ ଝାଡ଼ାର ମୃତ୍ୟୁ ସଙ୍କଟ ପ୍ରାୟ ୯୩% କମିଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କ ଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।