ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଦ୍ଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ଵୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋଗରଲିପି ସୂଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ଵଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ଵତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ଵାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଫ୍ରେଞ୍ଚ ଫ୍ରାଇଜ (ଉତ୍ତର ଆମେରିକା ଇଂରାଜୀ, କାନାଡ଼ା ଇଂରାଜୀ, ବ୍ରିଟିଶ ଇଂରାଜୀ "ଚିପ୍ସ" ଫ୍ରାଇଜ, ଫିଙ୍ଗର ଚିପ୍ସ ([[ଭାରତୀୟ ଇଂରାଜୀ), କିମ୍ବା ଫ୍ରେଞ୍ଚ ଫ୍ରାଇଜ ଆଳୁ ସଂଯୁକ୍ତ ରାଜ୍ୟ ଆମେରିକା ଏବଂ କାନାଡ଼ାର ଅଧିକାଂଶରେ ଶବ୍ଦ 'ଫ୍ରାଇଜ ଆଳୁ କୁ ସିଝେଇ , ତେଲରେ ଛଣା ହୋଇ ଲମ୍ବା ଆକୃତିର ଖାଦ୍ୟକୁ ଦର୍ଶାଇଥାଏ , କିନ୍ତୁ ୟୁନଇଟେଡ଼ କିଙ୍ଗଡ଼ମ, ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ଅୟର୍ଲ୍ୟାଣ୍ଡ ଗଣରାଜ୍ୟ ଏବଂ ନ୍ୟୁଜଲ୍ୟାଣ୍ଡରେ ଏହି ଲମ୍ବା କଟା ଆଳୁରେ ପ୍ରସ୍ତୁତ ଫ୍ରାଇଜ କୁ ଶୁଏଷ୍ଟିଙ୍ଗ ଫ୍ରାଇଜ କିମ୍ବା ସ୍କିନୀ ଫ୍ରାଇଜ ବୋଲି କୁହାଯାଏ । ଫ୍ରାନ୍ସ ରେ ଫ୍ରେଞ୍ଚ ଫ୍ରାଇଜ କୁ ଫ୍ରାଇଟ୍ସ କିମ୍ବା ପୋମଜ ଫ୍ରାଇଟ୍ସ କୁହାଯାଏ, ଏହା ଏକ ଏପରି ନାମ ଅଟେ ଯାହାର ପ୍ରୟୋଗ ଅନେକ ଫ୍ରାନ୍ସ ଦେଶରେ ମଧ୍ୟ ବ୍ୟବହାର କରାଯାଏ ।ଅନ୍ୟ ସ୍ଥାନରେ ଏହି ନାମର ଅର୍ଥ ଫ୍ରାଇଡ଼ ପୋଟାଟୋଜ କିମ୍ବା ଫ୍ରେଞ୍ଚ ପୋଟାଟୋଜ ହୋଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଏଇ ଜନମର ସାଥିଟିଏ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ପଙ୍କଜ ସାହୁ ଏବଂ ଅଶୋକ ସାହୁ । ତ୍ରୀମୂର୍ତ୍ତୀ ଫିଲ୍ମସ୍ ବ୍ୟାନରର ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରର କାହାଣୀ ଲେଖିଥିଲେ ଜିତେନ୍ଦ୍ର ସାହୁ ଏବଂ ସଂଳାପ ଲେଖିଥିଲେ ଭାବବିନୋଦ । ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ଜିତେନ୍ଦ୍ର ସାହୁ । ଗଗନ ବିହାରୀ ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗୁଗଲ ଆଡ଼ସେନ୍ସ ହେଉଛି ଗୁଗଲର ଏକ ସ୍ୱତନ୍ତ୍ର ସେବା ଯାହାକି ଗୁଗଲ ନେଟୱର୍କ ୱେବସାଇଟ ଗୁଡିକରେ ଲେଖା ଏବଂ ଛବି ମାନଙ୍କ ଦ୍ୱାରା ନିଜର ବିଜ୍ଞାପନ ଗୁଡିକୁ ପ୍ରଚାର ଏବଂ ପ୍ରସାର କରିବା ପାଇଁ, ଏହି ସେବା ସହ ସମ୍ପୃକ୍ତ ପ୍ରକାଶକ ମାନଙ୍କୁ ଅନୁମତି ଦେଇଥାଏ । ଏଥିରେ ଦିଆଯାଇଥିବା ବିଷୟ ବସ୍ତୁ ଗୁଡିକୁ ଗୁଗଲ ଦ୍ୱାରା ଯାଞ୍ଚ କରାଯାଇ ଗୁଗଲ ନିଜର ବିଜ୍ଞାପନ ସେବାରେ ଉପଲବ୍ଧ କରାଯାଇଥାଏ । ଆଡ଼ସେନ୍ସ ମୂଖ୍ୟତଃ କ୍ଲିକ ଏବଂ ଇଂପ୍ରେସନ ଅନୁସାରେ ଆଡ଼ସେନ୍ସ ପଡିଥିବା ୱେବସାଇଟର ମାଲିକ ମାନଙ୍କୁ ବିଜ୍ଞାପନର ମୂଲ୍ୟ ଦେଇ ଥାଏ । ମଝିରେ ଗୁଗଲ ଆଡ଼ସେନ୍ସରେ ଥିବା ୱେବସାଇଟ ଗୁଡିକରେ କିଛି ବି କାର୍ଯ୍ୟ ପାଇଁ ପଇସା ଦେଉ ଥିଲା, କିନ୍ତୁ ୨୦୦୮ ମସିହାରୁ ନିଜର ଡବଲକ୍ଲିକ ସେବା ଆରମ୍ଭ କଲାପରେ ପୁରୁଣା ସେବାଟିକୁ ବନ୍ଦ କରିଦେଇ ଥିଲା ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ସୁଶାନ୍ତ ପଟ୍ଟନାୟକ ଜଣେ ଉଦ୍ଭାବକ, ଉଦ୍ୟୋଗପତି ଏବଂ ଜଣେ ପ୍ରେରଣାଦାୟକ ବକ୍ତା ଯିଏକି ୬ଥର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ହୋଇଛନ୍ତି । ସେ ତାଙ୍କର କିଶୋର ଅବସ୍ଥାରେ ସର୍ବକନିଷ୍ଠ ବକ୍ତା ଭାବରେ TEDରେ ବକ୍ତୃତ ପ୍ରଦାନ କରିବାର ସୁଯୋଗ ପାଇଥିଲେ । ୨୦୧୧ ମସିହାରେ ସେ ନାସା ତରଫରୁ ମଧ୍ୟ ସମ୍ମାନିତ ହୋଇଥିଲେ । ୧୭ ବର୍ଷ ବୟସରେ ସେ ଯେତେବେଳେ DAV ସ୍କୁଲର ନବମ ଶ୍ରେଣୀରେ ପଢ଼ୁଥିଲେ, ସେତେବେଳେ ଶାରିରୀକ ଅକ୍ଷମ ଲୋକମାନଙ୍କ ପାଇଁ Susant’s Breathing Sensor Apparatus ନାମକ ଗୋଟିଏ ଚକଥିବା ଚୈକି ଉଦ୍ଭାବନ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୋଟାସିଅମ କ୍ଲୋରାଇଡ (ଡାକ୍ତରୀ ବ୍ୟବହାର)
ପୋଟାସିଅମ କ୍ଲୋରାଇଡ (ଇଂରାଜୀ ଭାଷାରେ Potassium chloride) ଏକ ଔଷଧ ଯାହା ଅଳ୍ପ ରକ୍ତ ପୋଟାସିଅମ (low blood potassium) ଅବସ୍ଥାର ଚିକିତ୍ସା ଓ ପ୍ରତିଷେଧ ନିମନ୍ତେ ଦିଆଯାଏ । ବାନ୍ତି (vomiting), ତରଳ ଝାଡ଼ା ଓ କେତେକ ଔଷଧ ଗ୍ରହଣ ଯୋଗୁ ଅଳ୍ପ ରକ୍ତ ପୋଟାସିଅମ ହୋଇପାରେ । ଏହା ଗାଢ଼ ଆକାରରେ ଥାଏ ଯାହାକୁ ପାଟିରେ ଦେବା ପୂର୍ବରୁ ପତଳା କରିବାକୁ ହୁଏ । ଏହାକୁ ପାଟିରେ ବା ଶିରାଭ୍ୟନ୍ତର ଇନଫ୍ୟୁଜନ (slow injection into a vein) ଆକାରରେ ଦିଆଯାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ସରୋଜିନୀ ନାଇଡୁ ଜଣେ କବି, ନାରୀନେତ୍ରୀ ଓ ବାଗ୍ମୀ ହିସାବରେ ସେ ପରିଚିତା । ସେ ଦେଶର ପ୍ରଥମ ମହିଳା ରାଜ୍ୟପାଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ଅଧ୍ୟକ୍ଷ ଥିଲେ । ସରୋଜିନୀଙ୍କୁ ଭାରତୀୟ କୋକିଳ ବୋଲି କୁହାଯାଏ । ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
ଚୀନ୍, ଭାରତ ଓ ବଙ୍ଗଳାଦେଶ ମଧ୍ୟ ଦେଇ ପ୍ରବାହିତ ବ୍ରହ୍ମପୁତ୍ର ଏସିଆର ଏକ ପ୍ରମୁଖ ନଦୀ । ତିବ୍ବତରେ ଏହି ନଦୀ ସାଂଗପୋ ନାମରେ ଜଣା । ତେଣୁ ତିବ୍ବତ ଓ ଭାରତରେ ପ୍ରବାହିତ ଅଂଶକୁ ଯୋଡି ଏହି ନଦୀକୁ ସାଂଗପୋ-ବ୍ରହ୍ମପୁତ୍ର ମଧ୍ୟ କୁହାଯାଏ । ଭୁଟାନରେ ପ୍ରବାହିତ ମାନସ ନଦୀ ଭାରତର ଜୋଗୀଘୋପାଠାରେ ବ୍ରହ୍ମପୁତ୍ର ନଦୀରେ ସମ୍ମିଳିତ ହୁଏ । ନିଷ୍କାସିତ ଜଳର ପରିମାପ ଅନୁସାରେ ଏହା ବିଶ୍ଵରେ ଦଶମ ବୃହତ୍ ଓ ଦୈର୍ଘ୍ୟରେ ଏହା ବିଶ୍ଵରେ ପଞ୍ଚଦଶ ସ୍ଥାନର ଅଧିକାରୀ । ତିବ୍ବତରେ ଥିବା ଉତ୍ତର ହିମାଳୟର ବୁରାଙ୍ଗ ଅଞ୍ଚଳରେ ଆଙ୍ଗସି ହିମସ୍ରୋତରୁ ଏହି ନଦୀର ଉତ୍ପତ୍ତି । ଉପର ଅଞ୍ଚଳରେ ସାଂଗପୋ ନାମରେ ବିଦିତ ଏହି ନଦୀ ୟାରଲୁଙ୍ଗ-ସାଂଗପୋ ବୃହତ ଗଣ୍ଡ ଦେଇ ଅରୁଣାଚଳ ପ୍ରଦେଶରେ ଭାରତକୁ ପ୍ରବେଶ କରିଛି । ୟାରଲୁଙ୍ଗ-ସାଂଗପୋ ସହ ଏହି ନଦୀର ସମ୍ପର୍କ ୧୮୮୪-୮୬ ମସିହାରେ ଜ୍ଞାତସାରକୁ ଆସିଲା । ତେଣୁ ଏହି ନଦୀକୁ କେହି କେହି ସାଂଗପୋ-ବ୍ରହ୍ମପୁତ୍ର ମଧ୍ୟ କୁହନ୍ତି । ତା’ପରେ ଏହା ଦକ୍ଷିଣ-ପଶ୍ଚିମ ଦିଗରେ ପ୍ରବାହିତ ହୋଇ ଆସାମରେ ବ୍ରହ୍ମପୁତ୍ର ଓ ବଙ୍ଗଳାଦେଶରେ ଜମୁନା ନାମରେ ପ୍ରବାହିତ ହୋଇଛି । ବ୍ରହ୍ମପୁତ୍ର ନଦୀ ବିସ୍ତୃତ ଗାଙ୍ଗେୟ ତ୍ରିକୋଣଭୂମିରେ ପ୍ରଥମେ ପଦ୍ମା ନଦୀ (ବଙ୍ଗଳାଦେଶରେ ଗଙ୍ଗା ନଦୀର ନାମ) ଓ ପରେ ମେଘନା ନଦୀ ସହିତ ମିଳିତ ହୋଇ ବଙ୍ଗୋପସାଗରରେ ନିଷ୍କାସିତ ହୋଇଛି । ପ୍ରାୟ ୩୮୪୮ କି.ମି.
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆ ର ଜନ୍ମ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବୃହଦେଶ୍ଵର ମନ୍ଦିର,ତାମିଲନାଡୁର ଥାଞ୍ଜାବରଠାରେ ଥିବା ଏକ ପବିତ୍ର ଧର୍ମକ୍ଷେତ୍ର । ଭାରତ ସରକାରଙ୍କ ପକ୍ଷରୁ ଏହି ଅଞ୍ଚଳକୁ ସ୍ଵତନ୍ତ୍ର ଆଞ୍ଚଳିକ ସାସ୍କୃତିକ କେନ୍ଦ୍ର ଭାବରେ ଘୋଷଣା କରାଯାଇଛି । ଜାତିସଂଘର ୟୁନେସ୍କୋ ଦ୍ଵାରା ଏହା ବିଶ୍ଵ ହେରିଟେଜ ମନୁମେଣ୍ଟରେ ସ୍ଥାନ ପାଇଛି । ଦକ୍ଷିଣ ଭାରତରେ ଏହି ମନ୍ଦିରକୁ ଅତି ପବିତ୍ର ଓ ପ୍ରାଚୀନ ବୋଲି ବିବେଚନା କରାଯାଏ । ସ୍ଥାପତ୍ଯ ଓ ଗଠନ ଶୈଳୀ ଦୃଷ୍ଟିରୁ ମଧ୍ଯ ଏହି ମନ୍ଦିର ଦେଶ ବିଦେଶରେ ବେଶ୍ ଲୋକପ୍ରିୟ । ଏହି ମନ୍ଦିର ନିର୍ମାଣ କାଳ ଏକାଦଶ ଶତାବ୍ଦୀ ଏବଂ ଏହାର ପ୍ରତିଷ୍ଠାତା ହେଉଛନ୍ତି ଚୋଳ ବଂଶର ସମ୍ରାଟ ପ୍ରଥମ ରାଜା ଚୋଳ । ଏହି ମନ୍ଦିର ଭଗବାନ ଶିବଙ୍କୁ ସମର୍ପିତ । ଏହି ମନ୍ଦିରର ଗାତ୍ରରେ ଚୋଳ ରାଜବଂଶର କିର୍ତ୍ତୀଗାରିମା ବିମଣ୍ଡିତ ହେଇଛି ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖ ରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।