ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗଡ୍ସ୍ ଓନ୍ ପିପୁଲ୍, ମହାପ୍ରଭୁ ଜଗନ୍ନାଥଙ୍କ ନବକଳେବର ଉପରେ ଆଧାରିକ ଏକ ଡକୁମେଣ୍ଟାରୀ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅକ୍ଷୟ କୁମାର ପରିଜା । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ନୀଳ ମାଧବ ପଣ୍ଡା । ଏହି ଚଳଚ୍ଚିତ୍ରଟି ଓଡ଼ିଆ, ହିନ୍ଦୀ ଏବଂ ଇଂରାଜୀ ଭାଷାରେ ମୁକ୍ତିଲାଭ କରିଥିଲା । ହିନ୍ଦୀ କଥାଚିତ୍ର ଜଗତର ଅଭିନେତା ଅମିତାଭ ବଚ୍ଚନ ଏହି ଚଳଚ୍ଚିତ୍ରର ଜଣେ କଥାକାର ଭାବରେ କାର୍ଯ୍ୟ କରିଥିଲେ । ଏହି କାର୍ଯ୍ୟ ପାଇଁ ସେ କୌଣସି ପାରିଶ୍ରମିକ ମଧ୍ୟ ନେଇ ନଥିଲେ । ୧୨ ମଇ ୨୦୧୬ରେ ଏହି ଚଳଚ୍ଚିତ୍ରଟି ପ୍ୟାରିସ୍ରେ ଅନୁଷ୍ଠିତ କାନସ୍ ଫିଲ୍ମ ଫେଷ୍ଟିଭାଲରେ ଦେଖାଯାଇଥିଲା । ଏହି ଉତ୍ସବରେ ଓଡ଼ିଶାର ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗ ଦେଇଥିଲେ । ଏହି ଉତ୍ସବରେ ବିଶ୍ୱସ୍ତରର ଚଳଚ୍ଚିତ୍ର ନିର୍ମାତାଙ୍କୁ ଓଡ଼ିଶାକୁ ସ୍ୱାଗତ କରିଥିଲେ ନିତୀନ ଜୱାଲେ, ଶ୍ରୀ ପଟ୍ଟନାୟକ ଏବଂ ଅଶୋକ ପଣ୍ଡା । ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅପ୍ରେଲ ୨୦୧୬ରରେ ଏହା ଆଇନକ୍ସ, ଭୁବନେଶ୍ୱରରେ ଦେଖାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ଏସ. ସି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ ରେ ମୃତ୍ୟୁବରଣ କରିଥିଲେ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟି ର ନେତା ଲାଲ କୃଷ୍ଣ ଆଡ଼ଭାନୀ ଙ୍କ ଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶ ର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ" ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଧାନ ହେଉଛି ଏକ ଶସ୍ୟ । ଏହା ମୁଖ୍ୟତଃ ଦକ୍ଷିଣ ପୂର୍ବ ଏସିଆ ମହାଦେଶରେ ଅଧିକ ଭାବେ ଚାଷ କରାଯାଏ। ଏହା ଏକ ମୂଳ ଶସ୍ୟ ଏଥିରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଏ । ଧାନ ଚାଷ ସାଧାରଣତଃ ବର୍ଷାଋତୁରେ ଚାଷ କରାଯାଏ । ଧାନ ଫସଲ ସବୁପ୍ରକାର ଜମିରେ ଚାଷ କରାଯାଇ ପାରିବ। ଧାନର ବୈଜ୍ଞାନିକ ନାମ ହେଲା ଓରିଇଜା ସାଟାଇଭା (Oryza sativa)। ଧାନ କିସମ ଅନୁସାରେ ସଅଳ, ମଧ୍ୟମ ଓ ବିଳମ୍ବ କିସମର ଅଟେ।
ଡାଇନୋସର ଗୁଡ଼ିକ ହେଉଛନ୍ତି ଡାଇନୋସୋରିଆ Cladeର ଏକ ବିବିଧ ପ୍ରାଣୀ ପ୍ରଜାତି ଅଟେ । ସେମାନେ ପ୍ରଥମେ ଟ୍ରାଇଆସିକ (Triassic) ଯୁଗରେ ଦେଖାଯାଉଥିଲେ , ପାଖାପାଖି ୨୩୦ ନିୟୁତ ବର୍ଷ ପୂର୍ବେ । ଜୁରାସିକ ଯୁଗର ଆରମ୍ଭରୁ (୨୦୦ ନିୟୁତ ବର୍ଷ ପୂର୍ବେ), କ୍ରେଟାସିଅସ ଯୁଗର ଶେଷ ପର୍ଯ୍ୟନ୍ତ (୬୫.୫ ନିୟୁତ ବର୍ଷ ପୂର୍ବେ) ସେମାନେ ସବୁଠାରୁ ପ୍ରଭାବଶାଳି ସ୍ଥଳଚର ଥିଲେ । Cretaceous-Paleogene extinction event ଯୋଗୁଁ ମେସୋଜୋଇକ ଯୁଗର ଶେଷ ବେଳକୁ ଅଧିକାଂଶ ଅଧିକାଂଶ ଡାଇନୋସର ପ୍ରଜାତି ବିଲୁପ୍ତ ହୋଇସାରିଥିଲେ । ଜୀବାଶ୍ମ ରେକଡ଼ ଅନୁଧ୍ୟାନରୁ ଜଣାଯାଏ ଯେ, ପକ୍ଷୀମାନଙ୍କର ଉଦ୍ଭବ ଜୁରାସିକ ଯୁଗରେ ଥେରୋପୋଡ଼ (theropod) ଡାଇନୋସରମାନଙ୍କ ଠାରୁ ହୋଇଥିଲା ଏବଂ ଆଧୁନିକ ଶ୍ରେଣୀବଭାଗ ବ୍ୟବସ୍ଥାରେ ସେମାନଙ୍କୁ ଡାଇନୋସରମାନଙ୍କ ଏକ ଉପ-ବିଭାଗର ମାନ୍ୟତା ଦିଆଯାଇଥାଏ । କିଛି ପକ୍ଷୀ ୬୫ ନିୟୁତ ବର୍ଷ ପୂର୍ବେ ହୋଇଥିବା ଏହି ବିଲୁପ୍ତ ପ୍ରକ୍ରିୟାରୁ ବର୍ତ୍ତି ଯାଇଥିଲେ ଓ ସେମାନଙ୍କ ବଂଶଧରମାନେ ଡାଇନୋସରଙ୍କ ପିଢୀକୁ ଆଜି ପର୍ଯ୍ୟନ୍ତ ନେଇ ଆସିଛନ୍ତି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ରିଙ୍ଗର ଲାକ୍ଟେଟ ସଲ୍ୟୁସନ (Ringer's lactate solution ବା ଆରଏଲ/RL, ଅନ୍ୟ ନାମ ସୋଡ଼ିଅମ ଲାକ୍ଟେଟ ସଲ୍ୟୁସନ/ sodium lactate solution ଓ ହାର୍ଟମ୍ୟାନ୍ସ ସଲ୍ୟୁସନ/ Hartmann's solution) ଏକ ମିଶ୍ରଣ ଯେଉଁଥିରେ ପାଣି (water) ସହିତ ସୋଡ଼ିଅମ କ୍ଲୋରାଇଡ (sodium chloride), ସୋଡ଼ିଅମ ଲାକ୍ଟେଟ (sodium lactate), ପୋଟାସିଅମ କ୍ଲୋରାଇଡ (potassium chloride) ଓ କ୍ୟାଲସିଅମ କ୍ଲୋରାଇଡ (calcium chloride) ଥାଏ । କମ୍ ରକ୍ତ ପରିମାଣ (low blood volume) ବା ନିମ୍ନ ରକ୍ତଚାପ (low blood pressure) ରୋଗରେ ତରଳ ପଦାର୍ଥ ଓ ଇଲେକ୍ଟ୍ରୋଲାଇଟର (electrolytes) ଅଭାବକୁ ପୂରଣ କରିବାକୁ ଏହା ଦିଆଯାଏ । ଆଖିର ରାସାୟନିକ ଦଗ୍ଧ (chemical burn) ଥିଲେ ଓ ଲାକ୍ଟିକ ଏସିଡୋସିସ (lactic acidosis) ବିନା ଅନ୍ୟ ମେଟାବୋଲିକ ଏସିଡୋସିସ (metabolic acidosis) ଥିଲେ ଏହି ଆରଏଲ ଦିଆଯାଇପାରେ । ଏହା ଶିରାଭ୍ୟନ୍ତର ଇନଫ୍ୟୁଜନ (injection into a vein) ଆକାରରେ ଦିଆଯାଏ ବା ପ୍ରଭାବିତ ସ୍ଥାନମାନଙ୍କରେ ଲଗାଯାଏ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
କାନ୍ଦଣା ଗୀତ ବା ବାହୁନା ଗୀତ ଓଡ଼ିଆ ବାହାଘରର ବିଭିନ୍ନ ସମୟରେ ଘରର ପ୍ରତ୍ୟେକ ସଦସ୍ୟଙ୍କୁ ଧରି କନିଆଁ ଦ୍ୱାରା ବୋଲାଯାଉଥିବା ରୋଦନ ସଙ୍ଗୀତ । ଏହି କାନ୍ଦଣା ଆଶୁକବିତା ଉପରେ ଆଧାରିତ । ଝିଅ ନିଜ ପରିବେଶରେ ଦେଖୁଥିବା ଘଟଣା ଓ ଶାଶୂଘର ସମ୍ବନ୍ଧରେ ଯାହା ଶୁଣିଥାଏ ତାହାକୁ ଆଧାର କରି ଗୀତ ବୋଲି ପ୍ରକାଶ କରିଥାଏ । ବାହାଘର ଆଅଗରୁ ଝିଅ ଶାଶୂଘର ବାବଦରେ କିଛି ଜାଣିନଥିବା ବେଳେ ଲାଜ ହେତୁ ସେ ନିଜର ସ୍ୱାମୀ ଓ ଶାଶୂଘର ପରିବାରର ଆଉ କାହା ବିଷୟରେ କିଛି ପଚାରିବାର ସୁଯୋଗ ପାଇନଥାଏ । ଅଜଣା ପରିବେଶରେ ନୂଆ ଲୋକଙ୍କ ସହିତ କିପରି ଚଳିବ ତାହା ଝିଅଟି କାନ୍ଦଣା ବୋଲି ଜଣାଇଥାଏ । ବାହୁନିବା ପ୍ରସଙ୍ଗରେ ଝିଅମାନେ ପୌରାଣିକ ଆଖ୍ୟାୟିକାମାନ ମଧ୍ୟ ବୋଲିଥାନ୍ତି । ପରିବାରର ବୟୋଜ୍ୟୋଷ୍ଠା ନାରୀମାନେ ଝିଅମାନଙ୍କୁ ଏହି ବାହୁନା ଶିଖାଇଥାନ୍ତି । ଏକବିଂଶ ଶତାବ୍ଦୀ ବେଳକୁ ଏହି ପରମ୍ପରା ଧୀରେ ଧୀରେ ଲୋପ ପାଇବା ଆରମ୍ଭ କରିଥିଲା।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ବାଲ୍ମିକ ଥାପର (ଜନ୍ମ ୧୯୫୨) ଜଣେ ଭାରତୀୟ ପ୍ରକୃତିପ୍ରେମୀ, ପରିବେଶବିତ୍, ସଂରକ୍ଷଣବାଦୀ ଓ ଲେଖକ । ସେ ବିଭିନ୍ନ ବିଷୟରେ ପ୍ରାୟ ୧୪ ଖଣ୍ଡ ପୁସ୍ତକ ଲେଖିଛନ୍ତି ଓ ଅନେକ ଟେଲିଭିଜନ୍ ଧାରାବାହିକର ପ୍ରଯୋଜନା କରିଛନ୍ତି । ବର୍ତ୍ତମାନ ସମୟରେ ସେ ଭାରତର ଜଣେ ଅଗ୍ରଗଣ୍ୟ ବନ୍ୟଜନ୍ତୁ ସଂରକ୍ଷଣ ବାର୍ତ୍ତାର ପ୍ରଚାରକ ଓ ସଂରକ୍ଷଣବିତ୍ । ବି.ବି.ସି., ଏନିମଲ୍ ପ୍ଲାନେଟ୍, ଡିସ୍କଭରି ଓ ନ୍ୟାସନାଲ୍ ଜିଓଗ୍ରାଫିକ୍ ଇତ୍ୟାଦି ମିଡିଆ ପାଇଁ ଅନେକ ଚଳଚ୍ଚିତ୍ରର ପ୍ରଯୋଜନା ଓ କଣ୍ଠଦାନ କରିଛନ୍ତି ।
କୁମାୟୁଁର ନରଖାଦକ ଜିମ୍ କର୍ବେଟଙ୍କ ୧୯୪୪ ମସିହାରେ ଲିଖିତ ମୂଳ ଇଂରାଜୀ ପୁସ୍ତକ Man-Eaters of Kumaonର ଓଡ଼ିଆ ଅନୁବାଦ । ଡକ୍ଟର ପ୍ରଫୁଲ୍ଲ କୁମାର କର ଏହି ଅନୁବାଦଟି ରଚନା କରିଛନ୍ତି । ଏହାର ଲେଖକ ପ୍ରସିଦ୍ଧ ଶିକାରୀ ଓ ପରିବେଶବିତ୍ ଜିମ୍ କର୍ବେଟ୍ । ଏହି ପୁସ୍ତକରେ କର୍ବେଟ୍ କୁମାଓନ୍ ଅଞ୍ଚଳରେ (୧୯୦୦ ମସିହାରୁ ୧୯୩୦ ମସିହା ପର୍ଯ୍ୟନ୍ତ) ମହାବଳ ବାଘ ଓ ଉପମହାଦେଶୀୟ କଲରା ପତରିଆ ବାଘ ମାନଙ୍କର ଶିକାର ସମୟର ନିଜେ ଅଙ୍ଗେ ନିଭେଇଥିବା ଘଟଣା ମାନଙ୍କର ବର୍ଣ୍ଣନା କରିଛନ୍ତି । ତନ୍ମଧ୍ୟରୁ ଏକ ବାଘ ୪୦୦ଟି ନରହତ୍ୟା ପାଇଁ ଦାୟୀ ଥିଲା । କର୍ବେଟଙ୍କ ଲିଖିତ ପୁସ୍ତକ ମାନଙ୍କ ମଧ୍ୟରେ ଏହା ସବୁଠାରୁ ଅଧିକ ଜନପ୍ରିୟ । ଏହି ପୁସ୍ତକରେ ଲିଖିତ ୧୦ଟି କାହାଣୀରେ କିପରି ନରଖାଦକମାନଙ୍କୁ ଗୋପନରେ ଅନୁସରଣ କରି ହତ୍ୟା କରାଯାଇଥିଲା ତାହାର ସବିଶେଷ ବର୍ଣ୍ଣନା ରହିଛି । ତା' ଛଡା ହିମାଳୟର ପାଦଦେଶର ଅନ୍ୟ ଜୀବଜନ୍ତୁ, ଉଦ୍ଭିଦ ଜଗତ ଓ ତତ୍କାଳୀନ ଗ୍ରାମ୍ୟ ଜୀବନର ଏକ ସରସ ଚିତ୍ର ଏହି ପୁସ୍ତକରେ ପ୍ରଦତ୍ତ ।
ଜେମସ୍ ଏଡୱାର୍ଡ୍ କର୍ବେଟ୍ (୨୫ ଜୁଲାଇ ୧୮୭୫ – ୧୯ ଅପ୍ରେଲ୍ ୧୯୫୫) ଜଣେ ବ୍ରିଟିଶ୍ ଭାରତୀୟ ଶିକାରୀ, ପ୍ରକୃତିପ୍ରେମୀ, ଲେଖକ ଓ ପରବର୍ତ୍ତୀ ସମୟରେ ବ୍ୟାଘ୍ର ସଂରକ୍ଷଣ ବାର୍ତ୍ତାର ପ୍ରଚାରକ । ସେ ଅନେକ ନରଖାଦକ ମହାବଳ ବାଘ ଓ କଲରା ପତରିଆ ବାଘର ଶିକାର କରିଥିବାରୁ ଉତ୍ତର ଭାରତର ଅନେକ ଗାଁରେ ଜଣାଶୁଣା ଥିଲେ । କର୍ବେଟ୍ ଭାରତରେ ଅବସ୍ଥାପିତ ବ୍ରିଟିଶ୍ ସେନାରେ ଜଣେ କର୍ଣ୍ଣେଲ୍ ଭାବରେ କାର୍ଯ୍ୟରତ ଥିଲେ । ବ୍ରିଟିଶ୍ ସରକାରଙ୍କ ଅନୁରୋଧରେ ତତ୍କାଳୀନ ଉତ୍ତର ପ୍ରଦେଶର ଗଡୱାଲ୍ ଓ କୁମାୟୁଁ ଅଞ୍ଚଳରେ ନରଖାଦକ ପାଲଟିଥିବା ବାଘମାନଙ୍କୁ ଶିକାର କରି ଅନେକ ଜୀବନ ରକ୍ଷା କରିଥିଲେ ।
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।