ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ହେଲା ମତେ ପ୍ରେମ ଜର, ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସ୍ମୃତି ରଞ୍ଜନ ରାଉତ ଓ ସୁରେଶ କୁମାର ହାଇବୃ । ଏହି ଚଳଚ୍ଚିତ୍ରଟି ଏକ ତେଲୁଗୁ ଚଳଚ୍ଚିତ୍ର 'ବଲ୍ଲେ ବଲ୍ଲେ ମଗାଡ଼ି ବଏ'ର କାହାଣୀ ଉପରେ ଆଧାରିତ । ଏହି ଚଳଚ୍ଚିତ୍ରଟିର ସଂଳାପ ରଚନା କରିଥିଲେ ଡଃ ରଜନୀ ରଞ୍ଜନ ଏବଂ ନିର୍ଦ୍ଦେଶନା ଦେଇଥିଲେ ଅମରେଶ ପତି । ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ରଚନା କରିଥିଲେ ଅରୁଣ ମନ୍ତ୍ରୀ ଏବଂ ବସନ୍ତରାଜ ସାମଲ । ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ବିଶେଷ ଆପେକ୍ଷିକ ତତ୍ତ୍ଵ ଭୌତିକ ବିଜ୍ଞାନର ସର୍ବଜନାଦୃତ ଓ ସୁପରୀକ୍ଷିତ ଏକ ତତ୍ତ୍ଵ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ ଆଲବର୍ଟ୍ ଆଇନଷ୍ଟାଇନ ୧୯୦୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଅନେକ ପରୀକ୍ଷା ଓ ଅନୁଶୀଳନ ପରେ ଏହି ତତ୍ତ୍ଵର ସତ୍ୟତା ପ୍ରମାଣ ହୋଇଅଛି । ଏହି ତତ୍ତ୍ଵରେ ସ୍ଥାନ ଓ କାଳ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ବର୍ଣ୍ଣନା କରାଯାଇଛି । ଏହି ତତ୍ତ୍ଵର ମୌଳିକ ସ୍ଵୀକାର୍ଯ୍ୟମାନ ହେଲା׃ ୧. ଭୌତିକ ବିଜ୍ଞାନର ନିୟମ ସମସ୍ତ ଜଡତ୍ଵୀୟ ପରିବେଶରେ ସମାନ ଓ ଅପରିବର୍ତ୍ତିତ ରହିଥାନ୍ତି । ଜଡତ୍ଵୀୟ ପରିବେଶର ଅର୍ଥ ଯାହା ସ୍ଥିରାବସ୍ଥାରେ ଥାଏ ଅଥବା ସମାନ ଗତିରେ ସର୍ବଦା ଗତି କରୁଥାଏ । ସମସ୍ତ ଦେଖଣାହାରୀ ନିଜ ନିଜ ଦୃଷ୍ଟିରୁ ଏହା ଦେଖନ୍ତି ଯେ ସେ ନିଜେ ସ୍ଥିର ଓ ସମ୍ପୂର୍ଣ୍ଣ ବ୍ରହ୍ମାଣ୍ଡ ତା' ଚାରିପଟେ ଗତି କରୁଛି । ତେଣୁ କିଏ ଗତି କରୁଛି ଓ କିଏ ଗତି କରୁନି ତାହା କହିବା କଷ୍ଟକର । ୨. ଶୂନ୍ୟରେ ଆଲୋକର ବେଗ ସବୁ ଦେଖଣାହାରୀଙ୍କ ପାଇଁ ସମାନ । ଯଦି ଆଲୋକର ଉତ୍ସ ଗତି କରୁଥାଏ, ତେବେ ମଧ୍ୟ ଆଲୋକର ବେଗରେ କୌଣସି ପରିବର୍ତ୍ତନ ହୋଇନଥାଏ । ଉଦାହରଣ ସ୍ଵରୂପ׃ ୧୦ କି.ମି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀ କୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖ ରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ଵାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଟିକିଲି (ହିନ୍ଦୀ : ଟିକିଲି, ସଂସ୍କୃତ (ବିନ୍ଦୁ), ଯାହାର ଅର୍ଥ ଏକ ନାଲି ଡଟ ଅଟେ, ଯାହାକୁ ମଥାର କେନ୍ଦ୍ରରେ ଲଗାଯାଏ । ସାଧାରଣ ଭାବେ ହିନ୍ଦୁ ଏବଂ ଜୈନ ମହିଳା ମାନେ ଏହାକୁ ବ୍ୟବହାର କରିଥାନ୍ତି । ଋକବେଦରେ - ବିନ୍ଦୁ (ପ୍ରତୀକ)ଶବ୍ଦ ମୁଷ୍ଟିକେ ଭଜନ ରୂପେ ମାନିଥାନ୍ତି , ଯେପରି ନସାଦିୟ ସୁକ୍ତ ତ ରୂପେ ଜଣାଯାଏ । ବିନ୍ଦୁ (ପ୍ରତୀକ) ସେହି ବିନ୍ଦୁକୁ ମାନନ୍ତି ଯେଉଁଥିରେ ସୃଜନ ଆରମ୍ଭ ହୋଇଥାଏ ଏବଂ ହୋଇପାରେ କି, ଏକତା ଏହାକୁ ନିଜ ଅବିନାଶୀତ ରାଜ୍ୟରେ ବ୍ରହ୍ମାଣ୍ଡର ପବିତ୍ର ପ୍ରତୀକ ରୂପେ ମଧ୍ୟ ବର୍ଣ୍ଣିତ କରିଛନ୍ତି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ୟୁକ୍ଲିଡୀୟ ଜ୍ୟାମିତି ଅନୁସାରେ, ଏକ ଉତ୍ତଳ ଚତୁର୍ଭୁଜର ଯଦି ଅତିକମରେ ଦୁଇଟି ବାହୁ ସମାନ୍ତର ହୁଅନ୍ତି, ତେବେ ଏହି ଚତୁର୍ଭୁଜକୁ ଟ୍ରାପିଜିଅମ କୁହାଯାଏ । ଆମେରିକୀୟ ଇଂରାଜୀରେ ଏହାକୁ ଟ୍ରାପିଜୋଏଡ (Trapezoid) ବ୍ୟବହାର ହେଉଥିବା ବେଳେ ବ୍ରିଟିଶ ଇଂରାଜୀରେ ଟ୍ରାପିଜିଅମ (Trapezium) ବ୍ୟବହାର ହୋଇଥାଏ । ଆମେରିକୀୟ ଇଂରାଜୀ ବ୍ୟତୀତ ବିଶ୍ଵର ଅନ୍ୟ ସମସ୍ତ ଇଂରାଜୀରେ ଏହାକୁ ଟ୍ରାପିଜିଅମ କୁହାଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କ ଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ" ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଓଡ଼ିଶୀ ସଙ୍ଗୀତ (ଇଂରାଜୀ: Odissi music, oṛiśī) ଓଡ଼ିଶାରେ ଆରମ୍ଭ ହୋଇଥିବା ଏକ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ଥିବା ପାଞ୍ଚଟି ବିଭାଗ; ଅବନ୍ତୀ, ପାଞ୍ଚାଳୀ, ଓଡ୍ରମାଗଧୀ, ହିନ୍ଦୁସ୍ଥାନୀ ଓ କର୍ଣ୍ଣାଟକୀ ଭିତରୁ ଓଡ଼ିଶୀ ଉଡ୍ରମାଗଧୀର ଅନ୍ତର୍ଭୁକ୍ତ । ସାଧାରଣତଃ ଓଡ଼ିଶୀ ନୃତ୍ୟରେ ଓଡ଼ିଶୀ ସଙ୍ଗୀତ ପରିବେଷଣ କରାଯାଏ । ଗାୟନ ପାଇଁ ଗୀତ ରଚନା କରୁଥିବା ଜୟଦେବଙ୍କ ସମୟରୁ ଓଡ଼ିଶୀ ସଙ୍ଗୀତ ଉନ୍ନତ ହୋଇ ବିକାଶଲାଭ କରିଥିଲା । ୧୧ଶ ଶତକ ବେଳକୁ ଓଡ଼ିଶାର ଲୋକଗୀତମାନ ତ୍ରିସ୍ୱରୀ, ଚତୁର୍ସ୍ୱରୀ, ପଞ୍ଚସ୍ୱରୀ ଭାବେ ଥିଲା । ଏହା ପରେ ଶାସ୍ତ୍ର୍ରୀୟ ଧାରାରେ ବଦଳାଯାଇଥିଲା । ତେବେ ଓଡ଼ିଶୀ ସଙ୍ଗୀତ ଓଡ଼ିଆ ଭାଷାର ବିକାଶ ହେବା ଆଗରୁ ରହିଥିଲା । ଖ୍ରୀ.ପୂ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ମେଥିଲିନ ବ୍ଲୁ (ଇଂରାଜୀ ଭାଷାରେ Methylene blue, ଅନ୍ୟ ନାମ ମିଥାଇଲଥାୟୋନିନିଅମ କ୍ଲୋରାଇଡ/methylthioninium chloride) ଏକ ଔଷଧ ଓ ରଙ୍ଗର (dye) ନାମ । ମେଥହେମୋଗ୍ଲୋବିନେମିଆ (methemoglobinemia) ରୋଗର ଚିକିତ୍ସାରେ ଏହା ବ୍ୟବହାର ହୁଏ । ବିଶେଷତଃ ମେଥହେମୋଗ୍ଲୋବିନେମିଆ ସ୍ତର ୩୦%ରୁ ଅଧିକ ଥିଲେ ବା ଏହି ରୋଗ ଅମ୍ଳଜାନ ଥେରାପି (oxygen therapy) ଦେବା ସତ୍ତ୍ୱେ ଲକ୍ଷଣ ରହୁଥିଲେ ବ୍ୟବହାର କରାଯାଏ । ଅତୀତରେ ଏହା ସ୍ୟାନାଇଡ ବିଷକ୍ରିୟା (cyanide poisoning) ଓ ମୂତ୍ରନଳୀ ସଂକ୍ରମଣରେ (urinary tract infections) ବ୍ୟବହାର କରାଯାଉଥିଲା କିନ୍ତୁ ଅଧୁନା ଏହା ଦିଆଯାଉନାହିଁ । ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଏହା ଦିଆଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଅଭୟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନ ଦ୍ୱାରା ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲା । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୂରଲୀ କ୍ରିଷ୍ଣା । ୨୦୧୭ ରଜ ସମୟରେ ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରଟିର ନାୟକ ଥିଲେ ଅନୁଭବ ମହାନ୍ତି ଏବଂ ନାୟିକା ଏଲିନା ସାମନ୍ତରାୟ । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ଏବଂ ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଦୀପ୍ତିରେଖା ପାଢ଼ୀ, ଲୋପାମୁଦ୍ରା ପ୍ରମୁଖ କଣ୍ଠଦାନ କରିଥିଲେ । ବସନ୍ତରାଜ ସାମଲ ଏବଂ ସୁବ୍ରତ ସ୍ୱାଇଁ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ଲେଖିଥିଲେ । ମନୋଜ ମିଶ୍ର, ମିହର ଦାସ, ଅଶ୍ରୁମୋଚନ ମହାନ୍ତି ପ୍ରମୁଖ ଏହି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
ରାଇବଣିଆ ଦୁର୍ଗ ଉତ୍କଳର ନରପତି ଲାଙ୍ଗୁଳା ନରସିଂହ ଦେବଙ୍କ ନିର୍ମିତ ଓଡ଼ିଶାର ବାଲେଶ୍ଵରର ଲକ୍ଷ୍ମଣନାଥ ଠାରେ ଥିବା ଏକ ପୁରାତନ ଓ ଐତିହାସିକ ଦୁର୍ଗ । ଏହା ଓଡ଼ିଶାର ବୌଦ୍ଧବାଦର କାଳରେ ଲାଙ୍ଗୁଳା ନରସିଂହ ଦେବଙ୍କ ଦେଇ ଗଢ଼ାଯାଇଥିଲା । ଏଠାରେ ୧୬୧ ଗୋଟି ଦେବୀ ମୂର୍ତ୍ତି ରହିଛି ଯେଉଁ ସବୁ ଦୁର୍ଗା ଦେବତା ବା ଇଷ୍ଟଦେବତା ତଥା ଦଶାଶରୁ ମୂର୍ତ୍ତି ଯାହା ଦେବୀ ଜୟଚଣ୍ଡୀଙ୍କ ସାଙ୍କେତିକ ରୂପ ଭାବରେ ଚିହ୍ନିତ । ଯଦିଓ ଆଇନ-ଇ-ଆକବରିରେ ତିନୋଟି ଦୁର୍ଗ ବାବଦରେ ଲିପିବଦ୍ଧ ହୋଇଛି ଏଠାରେ ୪ ଗୋଟି ଦୁର୍ଗ ରହିଛି, ବଡ଼ ଦୁଇଟି ରାଇବଣିଆ ଗାଁ ନିକଟରେ ରହିଥିବା ବେଳେ ବାକି ଦୁଇଟି ଛୋଟ ଦୁର୍ଗ ଫୁଲଟା (ଫୁଲହତା) ପାଖରେ ରହିଛି । ବାଲେଶ୍ଵର ଗାଜେଟିଅର ଅନୁସାରେ କଳାପାହାଡ଼ ଉତ୍କଳ ଆକ୍ରମଣ କରିବା କାଳରେ ଏହା ଭାଙ୍ଗିଦିଆଯାଇଥିଲା । ଭଙ୍ଗା ଦୁର୍ଗର ଅବଶେଷ ସ୍ଥାନୀୟ ଜମିଦାର ଓ ଗାଁ ଲୋକଙ୍କ ଘର ତୋଳାରେ ବ୍ୟବହାର ହୋଇଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।