ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସରୋଜିନୀ ନାଇଡୁ ଜଣେ କବି, ନାରୀନେତ୍ରୀ ଓ ବାଗ୍ମୀ ହିସାବରେ ସେ ପରିଚିତା । ସେ ଦେଶର ପ୍ରଥମ ମହିଳା ରାଜ୍ୟପାଳ ଓ ଭାରତୀୟ ଜାତୀୟ କଂଗ୍ରେସର ପ୍ରଥମ ମହିଳା ଅଧ୍ୟକ୍ଷ ଥିଲେ । ସରୋଜିନୀଙ୍କୁ ଭାରତୀୟ କୋକିଳ ବୋଲି କୁହାଯାଏ । ଭାରତୀୟ ସ୍ଵାଧୀନତା ଆନ୍ଦୋଳନରେ ଗାନ୍ଧିଜୀଙ୍କ ସହଯୋଗୀ ରୁପେ ସରୋଜିନୀ ନାଇଡୁଙ୍କ ଅବଦାନ ଅତୁଳନୀୟ । ଜଣେ ଇଂରାଜୀ କବି ରୂପେ ଭାରତୀୟ ଇଂରାଜୀ ସାହିତ୍ୟର ଇତିହାସରେ ତାଙ୍କ ସ୍ଥାନ ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ହେମାବତୀ ଗମାଙ୍ଗ (ଜନ୍ମ ୩୧ ମାର୍ଚ୍ଚ ୧୯୬୧) ଜଣେ ଭାରତର ୧୩ ତମ ଲୋକ ସଭାର ସାଂସଦ । ସେ ଓଡ଼ିଶାର କୋରାପୁଟ ଲୋକ ସଭା ନିର୍ବାଚନ ମଣ୍ଡଳୀର ପ୍ରତିନିଧିତ୍ଵ କରନ୍ତି ଓ ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ । ରାୟଗଡ଼ା ଜିଲ୍ଲାର ଖିଲାପଦର ଗ୍ରାମରେ ଜନ୍ମିତ ଶ୍ରୀମତୀ ଗମାଙ୍ଗ ରମାଦେବୀ ମହିଳା ମହାବିଦ୍ୟାଳୟରେ ତାଙ୍କର ଇଣ୍ଟରମିଡିୟଟ୍ ଡିଗ୍ରୀ ହାସଲ କରିଥିଲେ । ଅପ୍ରିଲ ୪, ୧୯୭୫ ମସିହାରେ ସେ ଗିରିଧର ଗମାଙ୍ଗଙ୍କୁ ବିବାହ କରିବାପରେ ସେ ଦୁଇ ପୁଅ ଓ ଗୋଟିଏ କନ୍ୟାର ଜନନୀ ହୋଇଥିଲେ ।
ଲେଖିଚି ନାଁ ତୋର, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ରବିନ୍ଦ୍ର ପଣ୍ଡା ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଥିଲେ । ଏକ୍ସେଲ ମୁଭିଜ୍ ବ୍ୟାନରରେ ଏହି ଚଳଚ୍ଚିତ୍ରଟି ନିର୍ମିତ ହୋଇଥିଲେ । ଏହି ବ୍ୟାନରର ଏହା ଥିଲା ୫ମ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରର କାହାଣୀ ଲେଖିଥିଲେ ବିଜୟଲକ୍ଷ୍ମୀ ପଣ୍ଡା । ଦିଲ୍ଲୀପ ପଣ୍ଡା ଏହି ଚଳଚ୍ଚିତ୍ରଟିର ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବୈଦ୍ୟନାଥ ଦାସ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂ ରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ର ଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧ ର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକ ରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତ ରେ ଅଶୋକ ର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକ ଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୨୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଇଣ୍ଟ୍ରାଭେନସ ସୁଗର ସଲ୍ୟୁସନ (ଇଂରାଜୀ ଭାଷାରେ Intravenous sugar solution ବା ଡେକ୍ସଟ୍ରୋଜ ସଲ୍ୟୁସନ/ dextrose solution) ଏକ ମିଶ୍ରଣ ଯେଉଁଥିରେ ଡେକ୍ସଟ୍ରୋଜ (dextrose) (ଗ୍ଲୁକୋଜ), ଓ ଜଳ ଥାଏ । ଅଳ୍ପ ରକ୍ତ ସୁଗର (low blood sugar) ବା ଇଲେକ୍ଟ୍ରୋଲାଇଟ (electrolyte) କ୍ଷତି ହୋଇ ନଥିବା ନିର୍ଜଳନ ଥିଲେ ଏହା ଦିଆଯାଏ । ଜ୍ୱର, ହାଇପରଥାଇରଏଡିଜ୍ମ, ଅଧିକ ରକ୍ତ କ୍ୟାଲସିଅମ (high blood calcium) ବା ଡାଏବେଟିସ ଇନସିପିଡସ (diabetes insipidus) ଥିଲେ ଏହି ଇଲେକ୍ଟ୍ରୋଲାଇଟ କ୍ଷତି ନଥାଇ ନିର୍ଜଳନ ହୁଏ । ଅଧିକ ରକ୍ତ ପୋଟାସିଅମ (high blood potassium), ଡାଏବେଟିକ କିଟୋଏସିଡୋସିସ ଓ ପାରେଣ୍ଟେରାଲ ପୋଷଣରେ (parenteral nutrition) ମଧ୍ୟ ଏହା ଦିଆଯାଇପାରେ । ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଏହା ଦିଆଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗ କୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ର ର ଗୋଷ୍ଠୀ କୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ ରେ ମିଳିତ ଜାତିସଂଘ ର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ ଟି ସଦସ୍ୟ ରାଷ୍ଟ୍ର କୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘ ରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘ ର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହର ର ମାନହାଟ୍ଟନ ଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନା ରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନ ଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶ ର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟ ରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦ ର ସମାଧାନ କରିବା ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵର ଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରି ରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରି ରେ ୧୮ ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ଵାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗପ ହେଲେ ବି ସତ ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ତରଙ୍ଗ ସିନେ ପ୍ରଡକ୍ସନର ୨ୟ ଚଳଚ୍ଚିତ୍ର 'ଗପ ହେଲେ ବି ସତ' ଓଡ଼ିଆ କଥାଚିତ୍ର ଜଗତରେ ପ୍ରଥମ ଥର ପାଇଁ ସମାନ ଶୀର୍ଷକରେ ୨ୟ କଥାଚିତ୍ର ନିର୍ମାଣ ହୋଇଥିଲା । ପୂର୍ବରୁ ୧୯୭୬ ମସିହାରେ ପ୍ରଥମ ଓଡ଼ିଆ ରଙ୍ଗୀନ ଚଳଚ୍ଚିତ୍ର ଗପ ହେଲେ ବି ସତ ଶୀର୍ଷକରେ ନିର୍ମାଣ ହୋଇଥିଲା । ଏହି ଚଳଚ୍ଚିତ୍ରରେ ନାୟକ ସାଜିଥିଲେ ଅନୁଭବ ଏବଂ ତାଙ୍କ ବିପକ୍ଷରେ ନାୟିକା ସାଜିଥିଲେ ବର୍ଷା । ପ୍ରେମ ଆନନ୍ଦ ଏହି ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଥିବା ବେଳେ ଉଦିତ ନାରାୟଣ କଣ୍ଠଦାନ କରିଥିଲେ ।