ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ନୀତୁ ସିଂହ, ଜଣେ ଓଡ଼ିଆ ଦୂରଦର୍ଶନ ଏବଂ କଥାଚିତ୍ର ଅଭିନେତ୍ରୀ । ସେ ଇ ଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଗାୟତ୍ରୀ ଜରିଆରେ ଅଧିକ ଲୋକପ୍ରିୟ ହୋଇଥିଲେ । ଏହି ଧାରାବାହିକରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ଡିଡି ଓଡ଼ିଆରେ 'ଜୟ ସନ୍ତୋଷୀ ମାଆ' ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ । ଏହାପରେ ସେ ୨୦୧୬ରେ କଲର୍ସ ଓଡ଼ିଆରେ ପ୍ରସାରିତ ଧାରାବାହିକ 'ତୁଳସୀ'ରେ ଅଭିନୟ କରିଥିଲେ । ୨୦୧୭ରେ ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ 'ନୂଆବୋହୁ'ରେ ଅଭିନୟ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ କରାଯାଏ । ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଭଗବାନ ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଶ୍ରୀଜୀଉଙ୍କର ଏହିଦିନ ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କ ଦ୍ଵାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗଲାଗି ହୋଇଥାଏ । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ନୂଆ ଦିଲ୍ଲୀ ହେଉଛି ଭାରତର ରାଜଧାନୀ ଓ ବୃହତ୍ତମ ମହାନଗର । ୧୯୩୧ ଫେବୃଆରୀ ୧୩ ରେ ନୂଆଦିଲ୍ଲୀ ଭାରତର ରାଜଧାନୀ ଭାବେ ଆତ୍ମପରିପ୍ରକାଶ କରିଥିଲା ।୧୯୧୧ ଡିସେମ୍ବର ୧୫ରେ ନୂଆ ରାଜଧାନୀ ର ଶିଳାନ୍ୟାସ ହୋଇଥିଲା । ବିଂଶ ଶତାବ୍ଦୀର ଦୁଇ ବ୍ରିଟିଶ ସ୍ଥପତି ସାର୍ ହର୍ବର୍ଟ ବ୍ରେକର ଏହାର ମୂଳଦୂଆ ପ୍ରତିଷ୍ଠା କରିଥିଲେ । ୧୯୨୭ ରେ ଏହାର ନାମ ନୂଆଦିଲ୍ଲୀ ରଖାଯାଇଥିଲା । ତତକାଳୀନ ବ୍ରିଟିଶ ଇଣ୍ଡିଆର ଭାଇସରୟ ଲର୍ଡ ଇରୱ୍ଇନ ନୂଆ ରାଜଧାନୀ ର ଶୁଭ ଉଦଘାଟନ କରିଥିଲେ ।
ଆସେଟିକ ଏସିଡ (ଡାକ୍ତରୀ ବ୍ୟବହାର)
ଆସେଟିକ ଏସିଡ (ଇଂରାଜୀ ଭାଷାରେ Acetic acid, ଅନ୍ୟ ନାମ ଭିନିଗର/ vinegar) ଔଷଧ ଭାବରେ ଅନେକ କ୍ଷେତ୍ରରେ ବ୍ୟବହାର କରାଯାଏ । ବହିଃ କର୍ଣ୍ଣ ସଂକ୍ରମଣରେ (infections of the ear canal) ଏହା କାନ ଟୋପା ବା ଇଅର ଡ୍ରପ ଭାବରେ ପକେଇ ଚିକିତ୍ସା କରାଯାଏ । କାନ ୱିକ (ear wick) ସାହାଯ୍ୟରେ ଏହା ବ୍ୟବହାର କରାଯାଏ । ୟୁରିନାରି କାଥେଟର (urinary catheter) ଲାଗିଥିବା ରୋଗୀଙ୍କର ନଳୀ ଅବରୋଧ ହୋଇଥିଲେ ଓ ମୂତ୍ରାଶୟ ଫ୍ଲସିଙ୍ଗ (ଧୋଇବା) କରି ସଂକ୍ରମଣ ପ୍ରତିରୋଧ ନିମନ୍ତେ ଏହା ତରଳ ପଦାର୍ଥ ଆକାରରେ ବ୍ୟବହାର କରାଯାଏ । ଯୋନୀପଥର (vagina) ପିଏଚ (pH) ସ୍ଥିର ରଖିବାକୁ ଏହା ଜେଲ ଆକାରରେ ବ୍ୟବହାର କରାଯାଏ । ଜରାୟୁ କର୍କଟ (cervical cancer) ଚିହ୍ନଟ କରିବାକୁ ଜରାୟୁ ମୁଖ ସ୍କ୍ରିନିଙ୍ଗ (screening) କରିବା ବେଳେ ଏହା ଜରାୟୁ ମୁଖରେ (cervix) ଲଗାଯାଏ ।
ସପନର ପଥେ ପଥେ, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ସାର୍ଥକ ମ୍ୟୁଜିକ ବ୍ୟାନନରେ ନିର୍ମିତ ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ରୱାଲ । ଏହା ସାର୍ଥକର ୨୧ ତମ ଚଳଚ୍ଚିତ୍ର । ଡଃ ନିର୍ମଳ ନାୟକ ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ । ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଶାନ୍ତ ମଣି । ସୁଶାନ୍ତ ଚଳଚ୍ଚିତ୍ରଟିର ଚିତ୍ରନାଟ୍ୟ କାର୍ଯ୍ୟ ସହ ସମ୍ପାଦନା ମଧ୍ୟ କରିଥିଲେ । ଏହି ଚଳଚ୍ଚିତ୍ରର କାହାଣୀ ଏକ ସତ ଘଟଣା ଉପରେ ଆଧାରିତ ବୋଲି ନିର୍ଦ୍ଦେଶକ ସୁଶାନ୍ତ କହିଥିଲେ । ଗୀତିକାର ନିଜାମ୍ଙ୍କର ପୁଅ ଅସଦ ନିଜାମ ଏହି ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କ ଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ମହିଷାସୁରମର୍ଦିନୀ ମା’ ଦୁର୍ଗାଙ୍କର ବିଜୟ ଗାଥାର ନିଦର୍ଶନ ଦେବୀ ଭାଗବତ, ମାର୍କଣ୍ଡେୟ ପୁରାଣ ଆଦିରେ ବର୍ଣ୍ଣିତ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷ ରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ମୋହନ ସୁନ୍ଦର ଦେବ ଗୋସ୍ଵାମୀ ଜଣେ ଓଡ଼ିଆ କବି, ଗାୟକ, ନାଟ୍ୟକାର, କଥାଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ଥିଲେ । ତାଙ୍କୁ ଓଡ଼ିଆ ଚଳଚ୍ଚିତ୍ର ଜନକ ବୋଲି ଅଭିହିତ କରାଯାଏ ।୧୮୯୨ ମସିହା ଅଗଷ୍ଟ ୮ତାରିଖରେ ପିତା ହରିଦେବ ଗୋସ୍ଵାମୀ ଓ ମା ସୁଲକ୍ଷଣା ଦେବୀଙ୍କ କନିଷ୍ଠ ପୁତ୍ର ଭାବେ ମୋହନସୁନ୍ଦର ପୁରୀରେ ଜନ୍ମଗ୍ରହଣ କରିଥିଲେ । ସେ ସୁମଧୁର କଣ୍ଠରେ ଗାଇବା ସହ ବିଭିନ୍ନ ବାଦ୍ୟଯନ୍ତ୍ର ବାଯାଇବାରେ ପାରଙ୍ଗମ ଥିଲେ । ଚଳଚ୍ଚିତ୍ର ନିର୍ମାଣରେ ପାଦଦେବା ଆଗରୁ ସେ ରାସ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ କଳା ସଂସ୍କୃତିକୁ ପ୍ରଚାର ପ୍ରସାର କରିଥିଲେ । ସେ ଏକ ଭ୍ରାମ୍ୟମାଣ ରାସ ଦଳ ଗଠନ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ହେମାବତୀ ଗମାଙ୍ଗ (ଜନ୍ମ ୩୧ ମାର୍ଚ୍ଚ ୧୯୬୧) ଜଣେ ଭାରତର ୧୩ ତମ ଲୋକ ସଭାର ସାଂସଦ । ସେ ଓଡ଼ିଶାର କୋରାପୁଟ ଲୋକ ସଭା ନିର୍ବାଚନ ମଣ୍ଡଳୀର ପ୍ରତିନିଧିତ୍ଵ କରନ୍ତି ଓ ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ । ରାୟଗଡ଼ା ଜିଲ୍ଲାର ଖିଲାପଦର ଗ୍ରାମରେ ଜନ୍ମିତ ଶ୍ରୀମତୀ ଗମାଙ୍ଗ ରମାଦେବୀ ମହିଳା ମହାବିଦ୍ୟାଳୟରେ ତାଙ୍କର ଇଣ୍ଟରମିଡିୟଟ୍ ଡିଗ୍ରୀ ହାସଲ କରିଥିଲେ । ଅପ୍ରିଲ ୪, ୧୯୭୫ ମସିହାରେ ସେ ଗିରିଧର ଗମାଙ୍ଗଙ୍କୁ ବିବାହ କରିବାପରେ ସେ ଦୁଇ ପୁଅ ଓ ଗୋଟିଏ କନ୍ୟାର ଜନନୀ ହୋଇଥିଲେ । ସମ୍ପ୍ରତି ସେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ।
ମହାକାଶରେ କୃଷ୍ଣଛିଦ୍ର (ଈଂରାଜୀରେ Black Hole) ଅସୀମ (ଅତ୍ୟଧିକ) ବସ୍ତୁତ୍ଵ ବିଶିଷ୍ଟ ଏକ ବିନ୍ଦୁ । ସ୍ଥାନ-କାଳର ପଟ୍ଟ ଉପରେ ଅବସ୍ଥିତ ଏହି ବିନ୍ଦୁର ମହାକର୍ଷଣ ପ୍ରଭାବ ଏତେ ଅଧିକ ଯେ, ବ୍ରହ୍ମାଣ୍ଡରେ ସର୍ବାଧିକ ବେଗର ଅଧିକାରୀ ଆଲୋକ ମଧ୍ୟ ତା’ର ମହାକର୍ଷଣକୁ ପ୍ରତିହତ କରିବାରେ ଅସମର୍ଥ ହୋଇଥାଏ । ବସ୍ତୁଠାରୁ ଆସୁଥିବା ଆଲୋକ ଆମ ଆଖି ପର୍ଯ୍ୟନ୍ତ ଆସିଲେ ଆମେ ତା’କୁ ଦେଖିପାରୁ । ଆଲୋକ ଯାହାର ମହାକର୍ଷଣ ପ୍ରଭାବରୁ ବାହାରି ପାରୁନାହିଁ, ତା’କୁ ଆମେ ଦେଖି ପାରିବା ନାହିଁ । ତେଣୁ ଏହି ବସ୍ତୁକୁ ଆମେ ଏକ ଅଦୃଶ୍ୟ ଛିଦ୍ର ବୋଲି କହିପାରିବା । ସାଧାରଣ ଆପେକ୍ଷିକତା ତତ୍ତ୍ଵ ଅନୁସାରେ, ମହାକାଶରେ ଅତି ଘନ ବସ୍ତୁ ସ୍ଥାନ-କାଳର ସଂରଚନାକୁ ସମ୍ପୂର୍ଣ୍ଣ ଭାବେ ବିକୃତ କରି କୃଷ୍ଣଛିଦ୍ର ଭାବେ ପରିଗଣିତ ହୁଏ । ଏହା ଅଦୃଶ୍ୟମାନ ବୋଲି କଳା ବା କୃଷ୍ଣ ଏବଂ ଏହାର ଗୋଲକାକୃତି ୨ ଆୟାମରେ ବୃତ୍ତ ବା ଛିଦ୍ର ପରି ଦେଖାଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ" ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସ ଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କ ଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।