ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଅରୁଣ ମହାନ୍ତି, ଜଣେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ନିର୍ଦ୍ଦେଶକ, କାହାଣୀକାର, ଚିତ୍ରନାଟ୍ୟ ଲେଖକ, ସଂଳାପକାର, ଗୀତିକାର ଏବଂ ସଙ୍ଗୀତକାର । ସେ ୧୯୮୮ ମସିହାରେ ଓଡ଼ିଆ ଚଳଚ୍ଚିତ୍ର କନ୍ୟାଦାନ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ପ୍ରବେଶ କରିଥିଲେ । ଏହାପରେ ସେ ଘର ମୋର ସ୍ୱର୍ଗ, ସାକ୍ଷୀ ରହିବ ମୋ ଶଙ୍ଖା ସିନ୍ଦୂର, କଥା କହିବ ମୋ ମଥା ସିନ୍ଦୂର, ପୁଅ ଭାଙ୍ଗିଦେଲା ସୁନା ସଂସାର, ପ୍ରେମ ସବୁଠୁ ବଳବାନ ଆଦି ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଦ୍ଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ଵୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋଗରଲିପି ସୂଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ଵଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ଵତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ଵାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କଳ୍ପନା ଚାୱଲା (ମାର୍ଚ୍ଚ ୧୭, ୧୯୬୨ – ଫେବୃଆରୀ ୧, ୨୦୦୩) ହେଉଛନ୍ତି ଭାରତରେ ଜନ୍ମିତ ପ୍ରଥମ ମହିଳା ମହାକାଶଚାରୀ । ସେ ୧୯୯୭ ମସିହାରେ ପ୍ରଥମ ଥର ପାଇଁ କଲମ୍ବିଆ ମହାକାଶଯାନରେ ମହାକାଶକୁ ଯାତ୍ରା କରିଥିଲେ। ଏହି ମହାକାଶ ଯାନରେ ସେ mission specialist ଏବଂ primary robotic arm operator ଭାବେ ଯାଇଥିଲେ। ୨୦୦୩ ମସିହାରେ କଲମ୍ବିଆ ମହାକାଶଯାନ ଦୁର୍ଘଟଣା (Space Shuttle Columbia disaster)ରେ ପ୍ରାଣ ହରାଇ ଥିବା ସାତ ଜଣ ମହାକାଶଚାରୀଙ୍କ ମଧ୍ୟରେ କଳ୍ପନା ଅନ୍ୟତମ। ସେ ପଞ୍ଜାବ ଇଞ୍ଜିନିୟରିଂ କଲେଜ୍ରୁ ଏରୋନଟିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଏବଂ ଆମେରିକାର ଟେକ୍ସାଜ୍ ୟୁନିଭର୍ସିଟିରୁ ଏରୋସ୍ପେଶ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୮ରେ ସେ ଆମେରିକାର କଲରାଡୋ ୟୁନିଭର୍ସିଟିରୁ ପି.ଏଚ୍.ଡି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଜିଙ୍କ ସଲଫେଟ (ଡାକ୍ତରୀ ବ୍ୟବହାର)
ଜିଙ୍କ ସଲଫେଟ (ଇଂରାଜୀ ଭାଷାରେ Zinc sulfate) ଚିକିତ୍ସା କ୍ଷେତ୍ରରେ ଏକ ଖାଦ୍ୟ ପରିପୂରକ (dietary supplement) ଭାବରେ ବ୍ୟବହାର କରାଯାଏ । ଦେହରେ ଜିଙ୍କ ଅଭାବ (zinc deficiency) ଥିଲେ ବା ଅଭାବ ସଙ୍କଟ ସମ୍ଭାବନା ଥିଲେ ଏହା ଦିଆଯାଏ । ପିଲାଙ୍କର ତରଳ ଝାଡ଼ା ହେଉଥିଲେ ଓଆରଟି ସହିତ ଏହା ଦିଆଯାଏ । ସାଧାରଣ ବ୍ୟବହାର ସୁପାରିସ କରାଯାଏନାହିଁ । ଜିଙ୍କ ସଲଫେଟ ପାଟିରେ ବା ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଦିଆଯାଏ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ା ଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହା ଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.