ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ସୋମବାର ହେଲା ସପ୍ତାହର ଏକ ଦିନ ଯାହା ରବିବାର ପରେ ଓ ମଙ୍ଗଳବାର ପୂର୍ବରୁ ଆସେ । ଏହାକୁ ସପ୍ତାହର ପ୍ରଥମ ଦିନ ଭାବେ ଗଣାଯାଏ ଓ କାର୍ଯ୍ୟାଳୟ ଗୁଡିକରେ ଏହି ଦିନ କାମ ଆରମ୍ଭ ହୁଏ । ସୁଖୀ ଦାମ୍ପତ୍ୟ ଜୀବନ ତଥା ସନ୍ତାନ ପ୍ରାପ୍ତି ପାଇଁ ଏହିଦିନ ଭଗବାନ ଶିବ ଓ ମା'ପାର୍ବତୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କୁ ଧଳାଫୁଲ, ବେଲପତ୍ର ଚଢାଇବା ସହ ଶିବସ୍ତୋତ୍ର, ଶିବଚାଳିଶା, ରୁଦ୍ରାଷ୍ଟକ ମନ୍ତ୍ର ଜପ କରାଯାଏ । ଥଣ୍ଡାଜନିତ ବିଭିନ୍ନ ରୋଗରୁ ରକ୍ଷା ପାଇବା ପାଇଁ ସୋମବାର ଦିନ ଚନ୍ଦ୍ରଙ୍କ ବ୍ରତ ରଖାଯାଏ ।
ଟାଇଗର, ୨୦୧୬ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ମୁକେଶ କପୁର ଏବଂ ରମେଶ ବାରିକ । ଏହି ଚଳଚ୍ଚିତ୍ରର କାହାଣୀ ଲେଖିଥିଲେ ସରୋଜ କପୁର, ମୁକେଶ କପୁର ଏବଂ ଦିପ୍ତି ବାରିକ । ସଳଚ୍ଚିତ୍ରର ସଂଳାପ ଲେଖିଥିଲେ ଡଃ ରଜନୀ ରଞ୍ଜନ । ନିର୍ଦ୍ଦେଶକ ଦିଲ୍ଲିପ ପଣ୍ଡା ଏହି ଚଳଚ୍ଚିତ୍ରର ଚିତ୍ରନାଟ୍ୟ- ନିର୍ଦ୍ଦେଶନା ଦେଇଥିଲେ । ଗୀତିକାର ନିର୍ମଳ ନାୟକ, ବାପୁ ଗୋସ୍ୱାମୀ, ରଜନୀ ରଞ୍ଜନ, ଦେବୀଦତ୍ତ ମହାନ୍ତି ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ ଏହି ଚଳଚ୍ଚିତ୍ରର ଗୀତଗୁଡ଼ିକର ସ୍ୱର ସଂଯୋଜନା କରିଥିଲେ । ତପୁ ମିଶ୍ର, ଗୁଡଲି ରଥ, ବିଷ୍ଣୁମୋହନ କବି, ନଭ୍ୟା, ଆର୍. ଏସ୍.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଇମାଟିନିବ (ଇଂରାଜୀ ଭାଷାରେ Imatinib, ବିକ୍ରୟ ନାମ ହ୍ଲିଭେକ/Gleevec) ଏକ କେମୋଥେରାପି ଔଷଧ (chemotherapy medication) ଯାହା କର୍କଟ ରୋଗ ଚିକିତ୍ସା ନିମନ୍ତେ ଦିଆଯାଏ । ବିଶେଷତଃ କ୍ରନିକ ମାୟେଲୋଜେନସ ଲିଉକେମିଆ (chronic myelogenous leukemia ବା CML), ଫିଲାଡେଲଫିଆ କ୍ରମୋଜୋମ-ପଜିଟିଭ (ପିଏଚ+) Philadelphia chromosome-positive (Ph+) ଥିବା ଆକ୍ୟୁଟ ଲିମ୍ଫୋସାଇଟିକ ଲିଉକେମିଆ ବା ଏଏଲଏଲ) (acute lymphocytic leukemia ବା ALL), ଗାସ୍ଟ୍ରୋଇଣ୍ଟେସ୍ଟାଇନାଲ ସ୍ଟ୍ରୋମାଲ ଟ୍ୟୁମର ବା ଜିଆଇଏସଟି) (gastrointestinal stromal tumor ବା GIST), ସିସ୍ଟମିକ ମାସ୍ଟୋସାଇଟୋସିସ (systemic mastocytosis) ଓ ମାୟେଲୋଡିସପ୍ଲାସ୍ଟିକ ସିଣ୍ଡ୍ରୋମ (myelodysplastic syndrome) ଇତ୍ୟାଦି ରୋଗମାନଙ୍କରେ ଏହା ଦିଆଯାଏ । ଏହା ପାଟିରେ ଦିଆଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୨୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ସୌଭାଗ୍ୟ କୁମାର ମିଶ୍ର (ଜନ୍ମ: ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି । ୧୯୫୫ ମସିହାରୁ ଲେଖି ଆସୁଥିବା, ସୌଭାଗ୍ୟ ମିଶ୍ର ୨୫ରୁ ଊର୍ଦ୍ଧ୍ଵ ପୁସ୍ତକ ରଚନା କରିସାରିଛନ୍ତି । ଇଂରାଜୀ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଓ ଡକ୍ଟରେଟ ଉପାଧି ହାସଲ କରିବା ପରେ କଲେଜରେ ଅଧ୍ୟାପନା ଅାରମ୍ଭ କରିଥିଲେ । ବିଜେବି କଲେଜ ଓ ରେଭେନ୍ସା ମହାବିଦ୍ୟାଳୟ ଆଦିରେ ଶିକ୍ଷାଦାନ କରିବା ପରେ, ୧୯୭୮ରୁ ୨୦୦୧ ଯାଏଁ ବହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ । ୧୯୮୬ ମସିହାରେ ତାଙ୍କ କବିତା ସଂକଳନ "ଦ୍ୱା ସୁପର୍ଣ୍ଣା' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସରଳା ଦେବୀ (୧୯ ଅଗଷ୍ଟ ୧୯୦୪ - ୪ ଅକ୍ଟୋବର ୧୯୮୬ ) ଜଣେ ସ୍ଵାଧୀନତା ସଂଗ୍ରାମୀ ଓ ଲେଖିକା ଥିଲେ ।ବିଂଶ ଶତାବ୍ଦୀର ପ୍ରଥମ ଭାଗରେ ଇଂରେଜ ସରକାର ଅଧୀନରେ ଥିବା ବେଳେ ଭାରତରେ , ନାରୀ ମାନଙ୍କର ସାମାଜିକ ଓ ରାଜନୈତିକ ଅଧିକାର ପାଇଁ ଆନ୍ଦୋଳନ ଦେଖା ଦେଇଥିଲା । ଫଳରେ ନାରୀ ଶିକ୍ଷାର ପ୍ରସାର ଓ ପ୍ରଚାର ଘଟିଥିଲା । ସେହି ସମୟରେ ଏହାର ପ୍ରଭାବ ଓଡ଼ିଶାର ନାରୀ ମାନଙ୍କ ଉପରେ ମଧ୍ୟ ପଡ଼ିଥିଲା । ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରମାଦେବୀ, ମାଳତୀ ଚୌଧୁରୀ , ଗୋଦାବରୀ ଦେବୀ ପ୍ରମୁଖଙ୍କ ସହ ବହୁ ଓଡ଼ିଆ ନାରୀ ସ୍ଵାଧୀନତା ଆନ୍ଦୋଳନରେ ଯୋଗଦେଇଥିଲେ । ସେମାନଙ୍କ ମଧ୍ୟରେ ସରଳା ଦେବୀ ଅଗ୍ରଗଣ୍ୟ ଥିଲେ । ପ୍ରଥମ ଓଡ଼ିଆ ମହିଳା ଭାବେ ସେ ସତ୍ୟାଗ୍ରହ ଆନ୍ଦୋଳନରେ ଭାଗ ନେଇଥିଲେ । ସେ ଇଞ୍ଚୁଡ଼ି ଠାରେ ଲବଣ ସତ୍ୟାଗ୍ରହରେ ଭାଗ ନେଇଥିଲେ । ସ୍ଵାଧୀନତା ଆନ୍ଦଳୋନର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସେ ଜେଲଦଣ୍ଡ ଭୋଗ କରିଥିଲେ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲା ଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତି କୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ଵୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଶନିବାର ହେଲା ସପ୍ତାହର ଏକ ଦିନ ଯାହା ଶୁକ୍ରବାର ପରେ ଓ ରବିବାର ପୂର୍ବରୁ ଆସେ । ଶନି, ରାହୁ ଓ କେତୁ ଗ୍ରହଙ୍କ କୋପରୁ ରକ୍ଷା ପାଇବା ପାଇଁ ଶନିବାର ଉପବାସ କରନ୍ତି । ଗ୍ରହ ଶାନ୍ତି ପାଇଁ କଳାରାଶି, ରାଶିତେଲ, କଳାବସ୍ତ୍ର ଏବଂ ଲୁହା ଜିନିଷ ଦାନ କରାଯାଏ । ଶନିବାର ପ୍ରାତଃକାଳରେ ଓସ୍ତଗଛ ମୂଳରେ ଜଳ ଦାନ କରାଯାଏ । ଏହିଦିନ କଳାଗାଈକୁ ରାଶିତେଲ ଓ ଅଟାର ମିଶ୍ରଣ ଖାଇବାକୁ ଦେଲେ ସୁଫଳ ମିଳିଥାଏ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଦ୍ଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ଵୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋଗରଲିପି ସୂଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ଵଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ଵତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ଵାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
ଗୁରୁବାର ହେଲା ସପ୍ତାହର ଏକ ଦିନ ଯାହା ବୁଧବାର ପରେ ଓ ଶୁକ୍ରବାର ପୂର୍ବରୁ ଆସେ । ଗୁରୁବାର ଦିନ ମା'ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ । ଗ୍ରହରାଜ ବୃହସ୍ପତି ହେଉଛନ୍ତି ଏହି ଦିବସର ଆରାଧ୍ୟ ଦେବତା । ଗ୍ରହ ଶାନ୍ତି ନିମନ୍ତେ ଚୈତ୍ର, ଭାଦ୍ରବ ଏବଂ କାର୍ତ୍ତିକ ମାସରେ ବ୍ରତ କରାଯାଏ । ଗୁରୁବାର ଦିନ ହଳଦିଆ ରଙ୍ଗର ବସ୍ତ୍ର ପିନ୍ଧି ସେହି ରଙ୍ଗର ସାମଗ୍ରୀ ଦାନ କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତି ଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି