ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କ ଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କ ଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଭଉଁରୀ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରର ପ୍ରଯୋଜନା କରିଥିଲେ ଅତୀଶ କୁମାର ରାଉତ ଏବଂ ନିର୍ଦ୍ଦେଶନା ଦେଇଥିଲେ ସୁଧାଂଶୁ ମୋହନ ସାହୁ । ଋତୁପ୍ରିୟା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ରତ୍ନାକର ରାଉତ ଏହି ଚଳଚ୍ଚିତ୍ରର କାହାଣୀ ରଚନା କରିଥିଲେ ଏବଂ ଦୀଲିପ ଚୌଧୁରୀ ଏହି ଚଳଚ୍ଚିତ୍ରର ସଂଳାପ ଲେଖିଥିଲେ । ଚଳଚ୍ଚିତ୍ରର ଗୀତଗୁଡ଼ିକ ରଚନା କରିଥିଲେ ନିମାଇଁ ମହାନ୍ତି ଏବଂ ଅଭିଜିତ ମଜୁମଦାର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଚନ୍ଦ୍ରର ପୃଥିବୀର ଚାରିପଟେ ଘୁରୁଥାଏ, ପୃଥିବୀ ସୂର୍ଯ୍ୟର ଚାରିପଟେ ଘୁରୁଥାଏ , ଏହିପରି ଘୂର୍ଣ୍ଣନ ପ୍ରକ୍ରିୟା ଚାଲିଥାଏ । ଯେଉଁ ଦିନ ଚନ୍ଦ୍ର, ପୃଥିବୀ ଆଉ ସୂର୍ଯ୍ୟ ଏକା ସରଳ ରେଖାରେ ଅବତୀର୍ଣ୍ଣ କରନ୍ତି ସେହି ଦିନ ସୂର୍ଯ୍ୟଙ୍କଠାରୁ ଆସୁଥିବା ଆଲୋକ ଚନ୍ଦ୍ରଙ୍କ ପାଖରେ ପହଞ୍ଚି ପାରେ ନାହିଁ ଏବଂ ସେହି ସମୟ ରେ ପୃଥିବୀର ଛାଇ ଚନ୍ଦ୍ରଙ୍କ ଉପରେ ପଡେ ସେହି ସମୟରେ ଚନ୍ଦ୍ର ଲାଲ୍ ଦେଖାଯାଆନ୍ତି , ସେହି ସମୟକୁ ଚନ୍ଦ୍ରଗ୍ରହଣ ବୋଲି କୁହାଯାଏ ।ଏହା କେବଳ ପୂର୍ଣିମା ତିଥୀରେ ହୋଇଥାଏ !
ରାଷ୍ଟୀୟ ସ୍ଵୟଂସେବକ ସଂଘ (ଆରଏସ୍ଏସ୍) ଗାନ୍ଧିଜୀଙ୍କ ସେହି ଦର୍ଶନରେ ସମ୍ପୂର୍ଣ୍ଣ ସହମତି ପ୍ରକାଶ କରେ ଯେଉଁଥିରେ କୁହାଯାଏ ଯେ, ହିନ୍ଦୁତ୍ଵରେ ମହମ୍ମଦ, ଜୋରଷ୍ଟର୍ ଓ ମୋଜେଜଙ୍କ ପାଇଁ ଯେତିକି ସ୍ଥାନ ରହିଛି ଯୀଶୁଙ୍କ ପାଇଁ ମଧ୍ୟ ଅନୁରୂପ ସ୍ଥାନ ରହିଛି। ଭାରତରେ ଥିବା ମୁସଲମାନ ଭାଇ ଭଉଣୀମାନେ ଯେ ପ୍ରକୃତରେ ବଳପ୍ରୟୋଗ ଓ ପରିସ୍ଥିତିର ଶିକାର ହୋଇ ହିନ୍ଦୁରୁ ମୁସଲମାନ ଧର୍ମକୁ ପରିବର୍ତ୍ତିତ ହୋଇଛନ୍ତି, ଏହା ମଧ୍ୟ ସ୍ଵୀକାରଯୋଗ୍ୟ । ଏବେ ମଧ୍ୟ ସେମାନେ ବିଭିନ୍ନ ଦୃଷ୍ଟିକୋଣରୁ ହିନ୍ଦୁ ଭାବେ ପରିଗଣିତ। ପ୍ରଗତି, ସମୃଦ୍ଧି ଓ ସ୍ଵାଧିନତା ପାଇ ସେମାନେ ଯେ ଦିନେ ପୁଣି ଥରେ ମନାତନ ବିଶ୍ଵାସ ଓ ଜୀବନ ଶୈଳୀକୁ ଆପଣାଇବେ ଏହି ବିଶ୍ଵାସ ରଖାଯିବା ଉଚିତ। ଇଂରେଜମାନଙ୍କ ଡିଭାଇଡ ଆଣ୍ଡ ରୁଲ ନୀତି ଯୋଗୁଁ ତତ୍କାଳୀନ ଭାରତୀୟ ରାଜନୀତିଜ୍ଞ ଓ ନେତାମାନେ ଅଖଣ୍ଡ ଭାରତର ସାର୍ବଭୌମତ୍ଵ ସହ ସାଲିସ କରିବାକୁ ବାଧ୍ୟ ହୋଇଥିଲେ । ଯେଉଁଥିପାଇଁ ଆମକୁ ଦେଶ ବିଭାଜନର ଶକ୍ତ ଧକ୍କା ସହ୍ୟ କରିବାକୁ ପଡ଼ିଲା । କିନ୍ତୁ ସଂଘ ପରିବାର ମୂଳ ଭାରତୀୟ ସଂସ୍କୃତି, ସଭ୍ୟତା ଓ ବିଭିନ୍ନ ସଂପ୍ରଦାୟ ମଧ୍ୟରେ ଐକ୍ୟ ଉପରେ ବିଶ୍ଵାସ ରଖେ । ଆରଏସ୍ ଏସ୍ ଗଠନ ହେବା ଦିନଠାରୁ ରାଷ୍ଟ୍ର ଗଠନ ପାଇଁ କାର୍ଯ୍ୟ କରି ଆସିଛି। ୧୯୩୦-୪୦ ଦଶକରେ ଭାରତ ଯେଉଁ ଘଡିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଥିଲା ସେହି ସମୟରେ ରାଷ୍ଟ୍ରର ଅଖଣ୍ଡତା ବଜାୟ ରଖିବା ସହ ଭାରତ ଗଠନରେ ଆରଏସ୍ ଏସ୍ ର ଭୂମିକାକୁ ଯେ କେହି ମଧ୍ୟ ସ୍ଵୀକାର କରିବ । କିନ୍ତୁ ପରବର୍ତ୍ତୀ ସମୟରେ ଗାନ୍ଧିଜୀଙ୍କ ହତ୍ୟା ଓ ଶାସନରେ ରହୁଥିବା ରାଜନୈତିକ ଦଳଗୁଡିକର ଚକ୍ଷୁଶୀଳତା ଯୋଗୁଁ ଏହାର ଗାରିମାରେ ଆଞ୍ଚ ଆସିଥିଲା।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ । ପ୍ରସିଦ୍ଧ ସିନ୍ଧୁ ସଭ୍ୟତାର ଉତ୍ଥାନ ପ୍ରାଚୀନ ଭାରତରୁ ହୋଇଥିଲା । ପ୍ରାଚୀନ ଭାରତ ବହୁ ବୈଦେଶିକ ବ୍ୟବସାୟୀଙ୍କ ମୁଖ୍ୟ ଆକର୍ଷଣ ଥିଲା । ନିଜର ବ୍ୟବସାୟ ଓ ସଂସ୍କୃତି ପାଇଁ ଭାରତୀୟ ଉପମହାଦେଶ ସାରା ବିଶ୍ୱରେ ଜଣାଶୁଣା ଥିଲା । ବିଶ୍ୱର ପ୍ରମୁଖ ଧର୍ମ (ଯଥା ହିନ୍ଦୁ, ବୌଦ୍ଧ, ଜୈନ ଓ ଶିଖ୍) ର ଉତ୍ପତ୍ତି ଭାରତରୁ ହୋଇଥିଲା । ଷଷ୍ଠ ଖ୍ରୀ.ପୂ.
ୱାରଫାରିନ (ଇଂରାଜୀ ଭାଷାରେ Warfarin, ବିକ୍ରୟ ନାମ କୁମାଡିନ) ଏକ ଔଷଧ ଯାହା ଏକ ରକ୍ତ ଜମାଟ ବିରୋଧୀ (anticoagulant ବା blood thinner) । ରକ୍ତ ଜମାଟ (blood clots) ବାନ୍ଧୁଥିବା ରୋଗମାନଙ୍କରେ ଏହା ବ୍ୟବହାର କରାଯାଏ ଯେପରିକି ଡିପ ଭେନ ଥ୍ରୋମ୍ବୋସିସ (deep vein thrombosis), ପଲମୋନାରି ଏମ୍ବୋଲିଜ୍ମ (pulmonary embolism) ଓ ଆଟ୍ରିଆଲ ଫିବ୍ରିଲେସନ (atrial fibrillation), ଭାଲଭୁଲାର ହାର୍ଟ ଡିଜିଜ (valvular heart disease) ବା ଆର୍ଟିଫିସିଆଲ ହାର୍ଟ ଭଲ୍ଭ (artificial heart valves) ରୋଗମାନଙ୍କରେ ସମ୍ଭାବିତ ସ୍ଟ୍ରୋକ୍ର (stroke) ପ୍ରତିଷେଧ ନିମନ୍ତେ ଦିଆଯାଏ । ଅସାଧାରଣ ଭାବରେ ଏସଟି-ସେଗମେଣ୍ଟ ଏଲିଭେସନ ମାୟୋକାର୍ଡ଼ିଆଲ ଇନଫାରକ୍ସନ (ST-segment elevation myocardial infarction ବା STEMI) ଓ ଅର୍ଥୋପେଡିକ ଅପରେଶନରେ (orthopedic surgery) ବ୍ୟବହାର କରାଯାଏ । ଏହି ଔଷଧ ପାଟିରେ ଦେଲେ ମଧ୍ୟ ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein|) ଆକାରରେ ଦିଆଯାଇପାରେ ।
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ଵିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ । ଏହି ଓଷାରେ ବୁଦ୍ଧିବାମନଙ୍କୁ ପୂଜା କରାଯାଏ । ଏଠାରେ ବୁଦ୍ଧ ବା ବୁଧେଇ ହେଉଛନ୍ତି ଭୈରବୀ ବା ବିମଳା । ବାମନ କହିଲେ ଭୈରବ, ଯିଏ ସ୍ଵୟଂ ଜଗନ୍ନାଥ । ଅତଏବ ଏହି ଓଷାରେ ଆରାଧ୍ୟ ଦେବଦେବୀ ହେଲେ ଶ୍ରୀଜଗନ୍ନାଥ ଓ ବିମଳା; କିନ୍ତୁ ଜ୍ୟୋତିଷଶାସ୍ତ୍ର ଅନୁସାରେ ଏହି ଓଷାରେ ନାରୀରୂପୀ ବୁଧ ଓ ମଙ୍ଗଳାଙ୍କୁ ପୂଜା କରାଯାଏ । କାରଣ ଏମାନେ ସୃଷ୍ଟିକର୍ତ୍ତା । ବୁଦ୍ଧିବାମନ ଓଷାର ପରମ୍ପରା ମତେ ପୂଜାସ୍ଥଳୀଟିକୁ ଗୋଗରଲିପି ସୂଚି କରାଯାଏ । ଏହି ପୂଜା ନିମନ୍ତେ ପାଞ୍ଚଟି ରଙ୍ଗର ଫୁଲ, ପାଞ୍ଚପ୍ରକାର ଫୁଲ, ପାଞ୍ଚପ୍ରକାର ଫଳ, ପାଞ୍ଚଟି ଧୂପ, ପାଞ୍ଚଟି ଦୁବ ଓ ପାଞ୍ଚଟି ଅକ୍ଷତ ଦରକାର ହୁଏ । ଏଥିରେ ବେଲପତ୍ର, ଫୁଲମାଳ ଏବଂ ଖଇମାଳରେ ଠାକୁରଙ୍କୁ ଲାଗି କରାଯାଏ । ପ୍ରଥମ ପାଳିରୁ ଏଥିରେ ଗୋଟିଏ ନଡ଼ିଆ ବସାଯାଇ, ଶେଷ ପାଳିଦିନ ଏହାକୁ ଭାଙ୍ଗି ଠାକୁରଙ୍କୁ ସମର୍ପଣ କରାଯାଏ । ମଝିପାଳି ଗୁଡ଼ିକରେ ପିଠାପଣା ଭୋଗରାଗ ହୁଏ । ତେବେ ଶେଷ ପାଳି ଦିନ ଅନ୍ତତଃ ପାଞ୍ଚପ୍ରକାର ପିଠାପଣା କରାଯାଏ । ପ୍ରତ୍ୟେକ ବୁଧବାର ଦିନଯାକ ଉପବାସ କରି ରାତିରେ ପୂଜାପରେ ଭୋଗ ଖିଆଯାଏ । ଶିଳ ଏବଂ ଶିଳପୁଆ ଏହାର ଦେବଦେବୀ ଅଟନ୍ତି । ପ୍ରଥମେ ଏହି ଶିଳ ଏବଂ ଶିଳପୁଆକୁ ବଟା ଅଁଳା ପାଣି ସହ ଗଙ୍ଗାଜଳରେ ସ୍ନାନ କରାଯାଇ, ହଳଦୀକନା ଓ ସୂତା ଗୁଡ଼ାଇ ନାରୀବେଶ କରାଯାଏ । ମଥାରେ ସିନ୍ଦୂର ଓ ଆଖିରେ କଜ୍ଵଳ ଦିଆଯାଏ । ବୁଦ୍ଧିବାମନଙ୍କ ଓଷା ପାଇଁ ସ୍ଵତନ୍ତ୍ର ବହି ଅଛି । ଏହା ପାଞ୍ଚଟି କାହାଣୀକୁ ନେଇ ରଚିତ, କାହାଣିଗୁଡ଼ିକ ହେଲା: ମଗଧର ସାଧବ ସାଧବାଣୀ, ଯଯାତିନଗରର ଶୁଣ୍ଢି-ଶୁଣ୍ଢିଆଣୀ, ଯାଜପୁରର ବନ୍ଧୁ ମହାନ୍ତି, ଗର୍ଭଶୂନ୍ୟା ବ୍ରାହ୍ମଣୀ ଓ ହରିପୁରର ଜଣେ ସାଧାରଣ ନାରୀ । ବିଶ୍ଵାସ କରାଯାଏ ନିଃସନ୍ତାନ ମହିଳା ପ୍ରଥମ ପାଳିରୁ ଗୋଟେ ଶାଢି, ପୂଜାଘର ଦୁଆର ମୁହଁରେ ପକାଇଲେ, ସମସ୍ତଙ୍କ ପବିତ୍ର ପଦସ୍ପର୍ଶ ଯୋଗୁଁ ସେ କୃତାର୍ଥ ହୁଏ ଏବଂ ସନ୍ତାନ ପ୍ରସବା ହୁଏ । ଏହି ଲୁଗାକୁ ପାହାଡା କୁହାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା, ଇଂରାଜୀ: Madhusudan Das) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ହିନ୍ଦୁ-ଆର୍ଯ୍ୟ ଭାଷା କିମ୍ବା ଇଣ୍ଡିକ ଭାଷା ରେ ଭାରତୀୟ ଉପ-ମହାଦ୍ବୀପର ପ୍ରମୁଖ ଭାଷା ପରିବାର ଅଟେ । ସେହି ଇଣ୍ଡୋ-ଇରାନୀ ଭାଷାର ଏକ ଶାଖାର ନିର୍ମାଣ କରିଥାନ୍ତି , ସ୍ୱୟଂ ଇଣ୍ଡୋ-ୟୁରୋପୀୟନ ଭାଷା ପରିବାରର ଏକ ଶାଖା ହୋଇଥାଏ । ଇଣ୍ଡୋ-ଆର୍ଯ୍ୟ ବକ୍ତା ମାନଙ୍କ ସମ୍ବନ୍ଧରେ ଅଧାରୁ ଅଧିକ ଇଣ୍ଡୋ-ୟୁରୋପୀୟ ସ୍ପିକର ଏବଂ ଅଧାରୁ ଅଧିକ ଇଣ୍ଡୋ-ୟୁରୋପୀୟ ଭାଷା ଏଥନୋଲାଗ ଦ୍ୱାରା ମାନ୍ୟତା ପ୍ରାପ୍ତ ହୋଇଛି । ମୁଖ୍ୟରୂପେ ଦକ୍ଷିଣ ଏସିଆରେ ଭାଷା କୁହାଯାଏ, କିନ୍ତୁ ଇଣ୍ଡୋ-ଆର୍ଯ୍ୟନ ଭାଷା ୟୁରୋପ ଏବଂ ମଧ୍ୟ ପୂର୍ବରେ କୁହାଯିବ ।
ଗହ୍ମାଡ଼ିଆଁ ଓଡ଼ିଶାର ଏକ ପୁରାତନ ଏବଂ ଲୋକପ୍ରିୟ ଖେଳ । ଏହା ଉଚ୍ଚ ଡିଆଁ ପ୍ରତିଯୋଗିତା ଧରଣର । ରାକ୍ଷୀ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ଅବସରରେ ଗାଁ ଓ ସହରରେ ଏହି ଖେଳ ଖେଳାଯାଏ । ଏହା ବିଶେଷ କରି ଗଞ୍ଜାମ ଜିଲ୍ଲାରେ ଅଧିକ ଜଣାଶୁଣା । ଏହା ସାଧାରଣରତଃ ଯୁବକମାନଙ୍କ ଦ୍ୱାରା ଖେଳାଯାଇଥାଏ ଓ ଏହି ଖେଳ ଦେଖିବାକୁ ସାହି ମାନଙ୍କରେ ବିଶେଷ ଭିଡ଼ ଜମେ । ମଣିଷମାନଙ୍କ ବ୍ୟତିତ ପଶୁମାନେ ମଧ୍ୟ ଏଥିରେ ଭାଗନେବା ଦେଖାଯାଏ । ଚାଷୀମାନେ ବଳଦମାନଙ୍କୁ ଜମିକୁ ନେଇ ଯାଇଥାନ୍ତି । ଏକ ଉଚ୍ଚ ପିଣ୍ଡି ବା "ଗହ୍ମା ବେଦୀ" ଗଢ଼ାଯାଇ ବଳଦମାନଙ୍କୁ ଏଥି ଉପରେ ଡିଆଁମାରିବାକୁ ଛଡ଼ାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଭଦ୍ରକ ଭାରତର ଓଡ଼ିଶାରେ ଥିବା ଭଦ୍ରକ ଜିଲ୍ଲାର ସଦର ମହକୁମା ଓ ଏକ ମୁଖ୍ୟ ସହର (ପୌର ପରିଷଦ) । ଭଦ୍ରକ ଭଦ୍ରକାଳୀ ମନ୍ଦିର ପାଇଁ ଜଣାଶୁଣା, ଭଦ୍ରକାଳୀ ମନ୍ଦିରରେ ସବୁବର୍ଷ କାଳୀପୂଜା ଧୁମଧାମରେ ପାଳନ କରାଯାଏ ଯାହା ଦେଖିବାକୁ ଓଡ଼ିଶା ଓ ବାହାର ଅନେକ ରାଜ୍ୟରୁ ବହୁ ଲୋକ ଆସିଥାନ୍ତି । ଏଠାକାର ବସନ୍ତିଆ ପୋଖରୀଠାରେ ସବୁବର୍ଷ ଓଡ଼ିଆ ସାଧବମାନଙ୍କ ସ୍ମୃତିରେ କାର୍ତ୍ତିକ ପୁର୍ଣ୍ଣିମାଦିନ ବୋଇତ ବନ୍ଦାଣ କରାଯାଏ ଯାହା ଦେଖିବାକୁ ଅନେକ ଜନସମାଗମ ଗହୋଇଥାଏ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଶ୍ରୀକୃଷ୍ଣଙ୍କ ବୈମାତ୍ରେୟ ଜ୍ୟେଷ୍ଠ ଭ୍ରାତା ବଳରାମ ଜଗନ୍ନାଥ ସଂସ୍କୃତିରେ ଜଗନ୍ନାଥଙ୍କ ବଡ଼ଭାଇ ବଳଭଦ୍ର ରୂପେ ପରିଚିତ । ସୁଭଦ୍ରା ବଳରାମଙ୍କ ଭଗିନୀ । ବସୁଦେବଙ୍କ ଔରସରେ ରୋହିଣିଙ୍କ ଗର୍ଭରୁ ଶ୍ରାବଣପୂର୍ଣ୍ଣିମା (ଗହ୍ମାପୂର୍ଣ୍ଣମୀ) ଦିନ ବଳରାମ ଜାତ ହୋଇଥିଲେ । ବଳରାମ ରେବତ ରାଜାଙ୍କ କନ୍ୟା ରେବତୀଙ୍କୁ ବିବାହ କରିଥିଲେ । ରେବତୀଙ୍କ ଗର୍ଭରେ ଜନ୍ମିତ ବଳରାମଙ୍କ ଦୁଇପୁତ୍ର ହେଲେ ନିଶଠ ଓ ଉଲ୍ମୁକ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କ ର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ କୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡର ରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ଵର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମହାପ୍ରଭୁଙ୍କ ବେଶ ମଧ୍ୟରେ ବଣଭୋଜି ବେଶ ଅନ୍ୟତମ। ଏହି ବେଶ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ନନ୍ଦୋତ୍ସବର ପରଦିନ ଅନୁଷ୍ଠିତ ହେଇଥାଏ। ଏହି ବେଶପୂର୍ବରୁ ମହାପ୍ରଭୁଙ୍କ କୋଳି ବିକା ନୀତି ସମ୍ପନ୍ନ ହେଇଥାଏ। ଏହା ସହ ଠାକୁରମାନେ ବକାସୁର ଓ ଅଘାସୁର ବଧ କରିଥାଆନ୍ତି।ଏହି ଉତ୍ସବ ର ସ୍ଵତନ୍ତ୍ର ନୀତି ମୁତାବକ ମଧ୍ୟାନ୍ନ ଧୂପ ବେଶରେ ବଡ଼ ଠାକୁର ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦୁଇଟି ଆଜ୍ଞାମାଳ ଲାଗି ହୋଇଥାଏ। ମଧ୍ୟାନ୍ନ ଧୂପ ପରେ ଦକ୍ଷିଣ ଘରୁ ରାମକୃଷ୍ଣଙ୍କୁ ଆଣି ସିଂହାସନରେ ବିଜେ କରାଯାଇଥାଏ। ବିମାନ ବଡୁ ସେବକ ପାଲିଙ୍କିକୁ ନେଇ ବଡ଼ଛତା ମଠ ଆଖଡା ପାଖ କାଠ ସିଂହାସନରେ ବିଜେ କରାଇଥାନ୍ତି। ଏହି ମଠ ସମ୍ମୁଖରେ ଜଣେ ଲୋକ ଶବରୁଣୀ ବେଶରେ ନଡି଼ଆ,କୋଳି ଧରି ଥାଏ। ଏଠାରୁ ଭିତରଚ୍ଛୁ ମହାପାତ୍ରେ ଶବରୁଣୀ ଠାରୁ କୋଳିନେଇ ରୂପା ପିଙ୍ଗଣରେ ରଖି ମଣୋହି କରିଥାନ୍ତି। ରାକକୃଷ୍ଣ ପାଲିଙ୍କିରେ ବିଜେ ହେବାପରେ ସଂଧ୍ୟାଧୂପରେ ପୁଷ୍ପାଳକମାନେ ବଣଭୋଇ ବେଶ କରିଥାନ୍ତି। ଠାକୁରମାନଙ୍କୁ ପରମ୍ପରା ମୁତାବକ ପେଡାମାଳ ବି ଲାଗି ହେଇଥାଏ।
ଏ ତ୍ରେତୟା ଯୁଗର ସୂର୍ଯ୍ୟବଂଶୀଯ ଅଷ୍ଟାବିଂଶ ରାଜା । ଏହାଙ୍କର ପିତା ତ୍ରିଶଙ୍କୁ ପୁତ୍ର ରୋହିତାଶ୍ଵ ଓ ରାଣୀ ଶୈବ୍ୟା ।ଏ ଅତି ଧର୍ମନିଷ୍ଠ, ଗୁଣବାନ୍ ଓ ଦାତା ଥିଲେ ଦିନେ ସ୍ଵର୍ଗରେ ବିଶ୍ଵାମିତ୍ର ବଶିଷ୍ଟଙ୍କଠାରୁ ହରିଶ୍ଚନ୍ଦ୍ରଙ୍କ ଧର୍ମନିଷ୍ଠା ଓ ଦାନତ୍ଵର ପ୍ରଶଂସା ଶୁଣି ଏହା ପରୀକ୍ଷା କରିବା ପାଇଁ ହରିଶ୍ଚନ୍ଦ୍ରଙ୍କ ନିକଟରେ ଉପସ୍ଥିତ ହେଲେ; ଏବଂ ଏହାଙ୍କୁ ରାଜ୍ୟ ସହିତ ସର୍ବସ୍ଵ ମାଗିବାରୁ ଏ ଅକୁଣ୍ଠିତ ଚିତ୍ତରେ ବିଶ୍ଵାମିତ୍ରକୁ ସମସ୍ତ ଦାନ କରି ଏକବସ୍ତ୍ର ହୋଇ ସ୍ତ୍ରୀ ଓ ପୁତ୍ର ସହିତ ରାଜ୍ୟତ୍ୟାଗ କଲେ । ତଥାପି ବିଶ୍ଵାମିତ୍ର ଏତିକିରେ ସନ୍ତୁଷ୍ଟ ନ ହୋଇ ଏହାଙ୍କଠାରୁ 'ଦାନର ଦକ୍ଷିଣା' ପାଇବା ପାଇଁ ଅଳି କଲେ । ବିଶ୍ଵାମିତ୍ରଙ୍କୁ ଦକ୍ଷିଣା ଦେବାପାଇଁ ଧନ ସଂଗ୍ରହ କରିବାର ଅନ୍ୟଉପାୟ ନଥିବାରୁ ହରିଶ୍ଚନ୍ଦ୍ର ନିଜର ସ୍ତ୍ରୀ ଶୈବ୍ୟାଙ୍କୁ ଦାସୀରୂପେ ଓ ଏକମାତ୍ର ପୁତ୍ର ରୋହିତାଶ୍ଵକୁ ଦାସରୂପେ ଜଣେ ବ୍ରାହ୍ମଣଙ୍କୁ ବିକ୍ରି କଲେ ଓ ନିଜେ ଗୋଟିଏ ଚଣ୍ଡାଳ ନିକଟରେ ଦାସତ୍ଵ ଗ୍ରହଣ କରି, ଏବଂ ଭୂତ ଦାସତ୍ଵଲବ୍ଧ ଧନ ଆଣି ବିଶ୍ଵାମିତ୍ରଙ୍କୁ ଦକ୍ଷିଣା ଦେଲେ । ଶ୍ମଶାନରେ ଶବସଂସ୍କାର କରିବାପାଇଁ ଆସିବା ବ୍ୟକ୍ତିମାନଙ୍କଠାରୁ ଶୁଳ୍କ (ଟିକସ) ଅସୁଲ କରିବାର ଭାର ଏହାଙ୍କ ଖମିଦ ଚଣ୍ଡାଳ ହରିଶ୍ଚନ୍ଦ୍ରଙ୍କଠାରେ ଅର୍ପଣ କରିଥିଲା; ତେଣୁ ଏ ଅଗତ୍ୟା ଶ୍ମଶାନରେ ରହି ସେ କାର୍ଯ୍ୟ କରୁଥାଆନ୍ତି ଏଣେ ଶୈବ୍ୟା ରୋହତାଶ୍ଵ ସହିତ ବ୍ରାହ୍ମଣ ଘରେ ଦାସୀ ବୃତ୍ତି କରି ଅତି ଦୁଃଖରେ କାଳୟାପନ କରୁଥାଆନ୍ତି, ଓ ଏହି ଅବସ୍ଥାରେ ହରିଶ୍ଚନ୍ଦ୍ରଙ୍କ ସଙ୍ଗେ ସ୍ତ୍ରୀଙ୍କର ଓ ପୁତ୍ରଙ୍କର କିଛିମାତ୍ର ସଂଶ୍ରବ ନ ଥାଏ ଏହିରୂପେ କିଛି ଦିନ ଗତ ହେବା ପରେ ରୋହିତାଶ୍ଵ ସର୍ପଦଂଶନରେ ପ୍ରାଣତ୍ୟାଗ କଲା । ଶୈବ୍ୟା ପୁତ୍ରର ଶବକୁ ସଂସ୍କାର କରିବାପାଇଁ ନିଶାରାତିରେ ଶ୍ମଶାନକୁ ନେଲେ ପ୍ରଥମେ ସ୍ଵାମୀ ଓ ସ୍ତ୍ରୀ କେହି କାହାରିକୁ ଚିହ୍ନି ପାରିଲେ ନାହିଁ ଶ୍ମଶାନରେ ଶୁଳ୍କ ଦେବାପାଇଁ ଶୈବ୍ୟାଙ୍କର ଅର୍ଥସଙ୍ଗତି ନ ଥିଲା ତଥାପି ଚଣ୍ଡାଳର ନିର୍ଦ୍ଧାରିତ ଶୁଳ୍କ ଦେବାପାଇଁ ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଜିଗର କରିବାରୁ ଶୈବ୍ୟା ଶୋକାଭିଭୁତା ହୋଇ ନିଜର ପୂର୍ବ ବୃତ୍ତାନ୍ତ ବର୍ଣ୍ଣନା କରି ରୋଦନ କଲେ; ହରିଶ୍ଚନ୍ଦ୍ର ଶୈବ୍ୟାଙ୍କୁ ଓ ଶୈବ୍ୟା ହରିଶ୍ଚନ୍ଦ୍ରଙ୍କୁ ଚିହ୍ନିଲେ ଏକମାତ୍ର ପୁତ୍ର ମୃତ ହେବାରୁ ମାତାପିତା ଦୁହେଁ ମଧ୍ୟ ପୁତ୍ରର ଶବ ସଙ୍ଗେ ଚିତାଗ୍ନିରେ ଝାସ ଦେଇ ଇହଲୋକର ପାପତାପ ଦୁଃଖଶୋକରୁ ମୃକ୍ତ ହେବା ପାଇଁ ଚିତାଗ୍ନି ଜଳାଇଲେ । ଏହି ଅବସ୍ଥାରେ ଏହାଙ୍କର ଧର୍ମନିଷ୍ଠତାରେ ପ୍ରୀତ ହୋଇ ବିଶ୍ଵାମିତ୍ର ସେହି ଶ୍ମଶାନରେ ଉପସ୍ଥିତ ହେଲେ ଓ ବର ଦାନପୂର୍ବକ ରୋହିତାଶ୍ଵକୁ ଜୀଆଇଁ ଦେଲେ ଓ ହରିଶ୍ଚନ୍ଦ୍ରଙ୍କୁ ରାଜ୍ୟ ଫେରାଇ ଦେଲେ ।
ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ । ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ । ଭୁବନେଶ୍ଵରର ପର୍ଶୁରାମେଶ୍ଵର ମନ୍ଦିର,ବୈତାଳ ମନ୍ଦିର,ଶିଶିରେଶ୍ଵର ମନ୍ଦିର, ମାର୍କଣ୍ଡେଶ୍ଵର ମନ୍ଦିର,ମୁକ୍ତେଶ୍ଵର ମନ୍ଦିର, ରାଜରାଣୀ ମନ୍ଦିର,ଲିଙ୍ଗରାଜ ମନ୍ଦିର, ମେଘେଶ୍ଵର ମନ୍ଦିର ପ୍ରଭୃତି, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କ ଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା । ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ ।
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ବାବୁଶାନ୍ ମହାନ୍ତି । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ବାବୁଶାନ୍ଙ୍କ ପ୍ରଯୋଜନା ସଂସ୍ଥା ସହ ପ୍ରକାଶ ଧୀରଜ ଏଣ୍ଟରଟେନମେଣ୍ଟ ମଧ୍ୟ ଏହି ଚଳଚ୍ଚିତ୍ର ପ୍ରଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ ଓ ବାପୁ ଗୋସ୍ୱାମୀ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ ।
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା ।
ଫାଷ୍ଟ ଏଡ୍ ଏକ ସାହାଯ୍ୟର ନାମ ଯାହା ହଠାତ୍ ରୋଗଗ୍ରସ୍ତ ବା ଆଘାତପ୍ରାପ୍ତ ଯେ କୌଣସି ଲୋକକୁ ଦିଆଯାଏ, ଜୀବନ ବଞ୍ଚେଇବା ନିମନ୍ତେ, ଅବସ୍ଥା ଖରାପ ଦିଗକୁ ଯିବାକୁ ପ୍ରତିରୋଧ କରିବା ଓ ପୁନଃ ସ୍ୱାସ୍ଥ୍ୟ ଲାଭ ନିମନ୍ତେ ସାହାଯ୍ୟ କରାଯାଏ । ଜଟିଳ ଅବସ୍ଥାରେ ଡାକ୍ତରୀ ସାହାଯ୍ୟ ପାଇବା ପୂର୍ବରୁ ପ୍ରାଥମିକ ସେବା ଉପଲବ୍ଧ କରେଇବା ଯେପରିକି ଆମ୍ବୁଲାନ୍ସ ଆସିବା ପୂର୍ବରୁ ହୃତ୍ପିଣ୍ଡ-ଫୁସଫୁସ ପୁନଃସ୍ଥାପନ (ସିପିଆର) କରିବା ଓ ଛୋଟ ଅବସ୍ଥାରେ ସମ୍ପୁର୍ଣ୍ଣ ଚିକିତ୍ସା କରିବା ଯେପରିକି କ୍ଷତ ଚିକିତ୍ସା ବା ହାଡ଼ ଭାଙ୍ଗିଥିଲେ ପ୍ଲାଷ୍ଟର ଲଗେଇବା ଇତ୍ୟାଦି କରିବାକୁ ହୁଏ । ସାଧାରଣ ଲୋକ ବା ପ୍ରାଥମିକ ଫାଷ୍ଟ ଏଡ୍ ଶିକ୍ଷା ପ୍ରାପ୍ତ ବା ଅନୁଭବପ୍ରାପ୍ତ ଲୋକ ଏହା କରନ୍ତି । ମାନସିକ ସ୍ୱାସ୍ଥ୍ୟ ଫାଷ୍ଟ ଏଡ୍ ଏକ ନୂଆ ବିସ୍ତାର ଯାହା ମାନସିକ ରୋଗୀଙ୍କ ନିମନ୍ତେ କରାଯାଉଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ତୁଳସୀ ଏକ ଗୁଳ୍ମ ଜାତୀୟ ଉଦ୍ଭିଦ। ଏହା ଭାରତରେ ସର୍ବତ୍ର ଦେଖିବାକୁ ମିଳେ । ଏହା ଭାରତୀୟ ଜନଜୀବନ ସହିତ ଅତି ପରିଚିତ । ଏହା ସାତ ପ୍ରକାରର ହୋଇଥିଲେ ବି ପତ୍ରର ରଙ୍ଗକୁ ନେଇ ଧଳା ଓ କଳା ଭେଦରେ ଦୁଇଟି ଜାତି ପ୍ରଧାନ ଅଟେ । ଶ୍ୱେତ ତୁଳସୀର ପତ୍ରଗୁଡ଼ିକ ହାଲୁକା ରଙ୍ଗର ଥାଏ ଏହାକୁ କେହି କେହି 'ଗୌରୀ ତୁଳସୀ' ମଧ୍ୟ କହିଥାନ୍ତି । କୃଷ୍ଣ ତୁଳସୀ ପତ୍ରଗୁଡ଼ିକ ଗାଢ଼ କଳା । ଏହା ବ୍ୟତୀତ ବଣ ତୁଳସୀ ନାମକ ଆଉ ଏକ ଜାତି ରହିଅଛି । ଏହାକୁ ହିନ୍ଦୀରେ 'କାଠେରକ୍' କୁହାଯାଏ । ଔଷଧୀୟ ବ୍ୟବହାର ପାଇଁ ତୁଳସୀ ମୁଖ୍ୟତଃ କାମରେ ଲାଗିଥାଏ ।
ଜାଭେଦ ଅଲ୍ଲୀ (ଜନ୍ମ: ୫ ଜୁଲାଇ ୧୯୮୨) ଜଣେ ଭାରତୀୟ ପ୍ଲେ ବ୍ୟାକ ଗାୟକ ଅଟନ୍ତି ଯିଏକି, ୨୦୦୦ ମସିହାରୁ ହିନ୍ଦୀ ଚଳଚିତ୍ର ରେ ଗୀତ ଗାଇ ଆସୁଛନ୍ତି। ଜାଭେଦ ଅଲ୍ଲୀ ୨୦୦୭ ମସିହାରେ ନକାଵ ଚଳଚିତ୍ରରେ "ଏକ ଦିନ ତେରି ରାହୋ ମେଁ" ଗାଇ ଲୋକ ପ୍ରସିଦ୍ଧି ଲାଭ କରିଥିଲେ। ଏହାପରେ ସେ ଯୋଦ୍ଧା ଆକବର ର "ଯସନ ଏ ବାହାରନ", ଦିଲ୍ଲୀ-୬ ର "ଅର୍ଜିଆନ", ରକଷ୍ଟାର ର "କଁନ ଫାୟା କଁନ", ଗଜନୀ ର "ଗୁଜାରିସ", ଅଜବ ପ୍ରେମକି ଗଜବ କହାନୀ ର "ଆ ଜାଓ ମେରେ ତମନ୍ନା", ଦେ ଦନା ଦନ୍ର "ଗଲେ ଲଗ୍ ଜା", ତୁମ ମିଲେ ର "ତୁହି ହକିକତ୍", ରାଞ୍ଝଣାର "ତୁମ ତକ", ଜବ୍ ତକ୍ ହେ ଜାନ୍ର "ଜବ୍ ତକ୍ ହେ ଜାନ୍",ଇସକ୍ଜାଦେର "ଇସକ୍ଜାଦେ", ମେଁ ତେରା ହିରୋର "ଗଲତ୍ ବାତ ହେ", ଦାୱତ୍ ଏ ଇସ୍କର ମୁଖ୍ୟ ସଂଗୀତ, ୱାଜିର୍ର "ମୌଲା", ଜବ୍ ୱି ମେଟ୍ର "ନାଗଡା ନାଗଡା", ବଜରଙ୍ଗୀ ଭାଇଜାନ୍ର "ତୁ ଜୋ ମିଲା" ଆଦି ଆହୁରି ଅନେକ ଗୀତ ଗାଇଥିଲେ। ହିନ୍ଦୀ, ବେଙ୍ଗୋଲୀ, ଓଡିଆ, କାନ୍ନାଡା, ତାମିଲ୍, ତେଲୁଗୁ, ଆସାମୀ, ମରାଠୀ ଆଦି ଅନେକ ଭାଷାରେ ଜାଭେଦ୍ କଣ୍ଠଦାନ କରିଛନ୍ତି। ଜି ଟିଭିର ସାରେଗାମାପା ଲିଟିଲ୍ ଚାମ୍ପସ୍ ୨୦୧୧ ଓ କଲର୍ସ ବେଙ୍ଗଲୀ ର ଗ୍ରେଟ୍ ମ୍ୟୁଜିକ୍ ଗୁରୁକୁଳରେ ଜାଭେଦ୍ ଅଲ୍ଲୀ ଜଜ୍ ହୋଇଥିଲେ। ଜି ଟିଭି ରେ ସାରେଗାମାପା ଲିଟିଲ୍ ଚାମ୍ପସ୍ ୨୦୧୨ର ଜାଭେଦ୍ ଅଲ୍ଲୀ ଆୟୋଜକ ଥିଲେ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କ ଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
ଥାଲକୁଡ଼ି ଏକ ଲତା ଜାତୀୟ ଉଦ୍ଭିଦ। ଏହି ଲତା କ୍ଷୁଦ୍ର ହୋଇଥାଏ ଓ ଭୂମିରେ ମାଡିଥାଏ। ଜଳାଶୟ ନିକଟସ୍ଥ ଆର୍ଦ୍ର ଭୂମିରେ ଓ ବାଡ଼ମୂଳେ ଏହା ଜନ୍ମିଥାଏ। ପତ୍ରଗୁଡ଼ିକ ଦେଖିବାକୁ ଗୋଲାକାର ଓ ଏହାର ଚାରିପାଖ କମ ହେଲାପରି ଦିଶୁଥାଏ । ଗୋଟିଏ ଡେମ୍ଫରେ ଗୋଟିଏ ମାତ୍ର ପତ୍ର ରହିଥାଏ। କେତେକ ଲୋକେ ଏହାକୁ ବ୍ରାହ୍ମୀ ଓ ଘୋଡ଼ାପୁଆ ବୋଲି କହିଥାନ୍ତି। ହେଲେ ବ୍ରାହ୍ମୀର କେତେକ ଗୁଣ ଏଥିରେ ଥିଲେ ମଧ୍ୟ ଏହା ବ୍ରାହ୍ମୀ ନୁହେଁ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଭାରତର ସଂସ୍କୃତି ବହୁ ଜିନିଷକୁ ମିଶାଇକରି ତିଆରି ହୋଇଛି , ଯେଉଁଥିରେ ଭାରତର ଲମ୍ବା ଇତିହାସ , ବିଲକ୍ଷଣ ଭୂଗୋଳ ଏବଂ ସିନ୍ଧୁ-ଘାଟୀର ସଭ୍ୟତାର ଦୌରାନ ତିଆରି ହୋଇଥିଲା ଏବଂ ଆଗକୁ ଚାଲି ବୈଦିକ ରୀତିରେ ବିକଶିତ ହୋଇଥିଲା , ବୌଦ୍ଧ ଧର୍ମ ,ସ୍ଵର୍ଣ୍ଣ ଯୁଗର ଆରମ୍ଭ ଏବଂ ତାହାର ଅସ୍ତଗମନ ସହିତ ଆମର ନିଜ ପ୍ରାଚୀନ ବିରାସତ ମଧ୍ୟ ସାମିଲ ହୋଇଛି । ଏହା ସହିତ ପଡୋଶୀ ଦେଶର ରିବାଜ , ପରମ୍ପରା ଏବଂ ବିଚାରର ମଧ୍ୟ ଏଥିରେ ସମାବେଶ ହୋଇଛି । ପାଞ୍ଚ ସହସ୍ତ୍ରାଦ୍ବିୟ ପୂର୍ବରୁ ଅଧିକ ସମୟରେ ଭାରତର ରୀତି-ରିବାଜ , ଭାଷା , ପ୍ରଥା ଏବଂ ପରମ୍ପରା ଏହାର ଉଭୟରେ ପରସ୍ପର ସମ୍ବନ୍ଧରେ ମହଣ ବିବିଧତାର ଏକ ଅଦ୍ଵିତୀୟ ଉଦାହରଣ ଦେଇଥାଏ । ଭାରତ ବହୁ ଧାର୍ମିକ ପ୍ରଣାଳୀ (religious systems), ଯେପରି ହିନ୍ଦୁ ଧର୍ମ , ଜୈନ ଧର୍ମ , ବୌଦ୍ଧ ଧର୍ମ ଏବଂ ଶିଖ ଧର୍ମ ପରି ଧର୍ମ ମାନଙ୍କର ଜଣକ ଅଟେ । ଏହି ମିଶ୍ରଣରେ ଭାରତରେ ଉତ୍ପନ୍ନ ହେଉଥିବା ବିଭିନ୍ନ ଧର୍ମ ଏବଂ ପରମ୍ପରା (traditions) ବିଶ୍ୱର ଅଲଗା-ଅଲଗା ଅଂଶକୁ ମଧ୍ୟ ବହୁ ପ୍ରଭାବିତ କରିପାରିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ବାସ୍ତୁ ଶାସ୍ତ୍ର ଏକ ପାରମ୍ପରିକ ହିନ୍ଦୁ ବ୍ୟବସ୍ଥା ଅଟେ ଯାହା ଶାବ୍ଦିକ ରୂପରେ ବସ୍ତୁକଳା ର ବିଜ୍ଞାନର ଅନୁବାଦ କରିଥାଏ । ଏହା ଭାରତୀୟ ଉପ ମହାଦ୍ବୀପ ରେ ପାଇଥିବା ଗ୍ରନ୍ଥ ଅଟେ ଯାହା ଡିଜାଇନ, ଲେଆଉଟ, ମାପ, ଜମିର ପ୍ରସ୍ତୁତି, ଅନ୍ତରୀକ୍ଷ ବ୍ୟବସ୍ଥା ଏବଂ ସ୍ଥାନୀୟ ଜ୍ୟାମିତିର ସିଦ୍ଧାନ୍ତର ବର୍ଣ୍ଣନା କରିଥାଏ । ବାସ୍ତୁ ଶାସ୍ତ୍ରରେ ପାରମ୍ପରିକ ହିନ୍ଦୁ ସାମିଲ ଥାନ୍ତି ଏବଂ କିଛି ମାମଲାରେ ବୌଦ୍ଧ ବିଶ୍ୱାସର ଆବଶ୍ୟକତା, ଡିଯାଇନର ଉଦେଶ୍ୟ ପ୍ରକୃତି ସହିତ ବାସ୍ତୁକଳା, ସାରଞ୍ଚନାର ବିଭିନ୍ନ ଅଂଶର ପାରିବାରିକ କାର୍ଯ୍ୟ ଏବଂ ଜ୍ୟାମିତୀୟ ଯନ୍ତ୍ରର ଉପଯୋଗ କରୁଥିବା ପ୍ରାଚୀନ ମାନ୍ୟତା, ସମମିତି ଏବଂ ଦେଶାତ୍ମକ ସଂଗ୍ରକ୍ଷଣ ସାମିଲ ହୋଇଥାଏ ।