ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ବଦମାସ୍ ଟୋକା, ୨୦୧୭ରେ ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୌଭାଗ୍ୟ କୁମାର ପରିଡ଼ା । ଏସ୍କେ.ଏଣ୍ଟରଟେନ୍ମେଣ୍ଟ୍ ବ୍ୟାନରରେ ନିର୍ମତ ହୋଇଥିଲା ଏହି ଚଳଚ୍ଚିତ୍ରଟି । ଏହି ବ୍ୟାନରର ଏହା ପ୍ରଥମ ଚଳଚ୍ଚିତ୍ର ଥିଲା । ଏହି ଚଳଚ୍ଚିତ୍ରଟିର କାହାଣୀ ଲେଖିଥିଲେ ଲିଙ୍ଗରାଜ ପତି ଏବଂ ସଂଳାପ ଲେଖିଥିଲେ ରଜନୀ ରଞ୍ଜନ । ନିର୍ଦ୍ଦେଶକ ପ୍ରଶାନ୍ତ ପାଲ୍ ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶନ ପି.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଧାତୁ ଭଳି କୌଣସି ଏକ ପଦାର୍ଥ ଉପରେ ପ୍ରଜ୍ଜ୍ଵଳିତ ତୀବ୍ର ଆଲୋକରଶ୍ମୀ ପକାଇଲେ, ସେଥିରୁ ଇଲେକ୍ଟ୍ରନ୍ ବିକିରଣ/ନିର୍ଗତ ହୁଏ । ଏହାକୁ ଆଲୋକ-ବୈଦୁତିକ ପ୍ରଭାବ (ଈଂରାଜୀରେ Photoelectric Effect) କୁହାଯାଏ । ଏହି ପ୍ରକ୍ରିୟାରେ ନିର୍ଗତ ଇଲେକ୍ଟ୍ରନ୍ ମାନଙ୍କୁ “ଫୋଟୋ-ଇଲେକ୍ଟ୍ରନ୍” କୁହାଯାଏ । ଏହି ପ୍ରଭାବ ବିଦ୍ୟୁତ୍ ସମ୍ଵନ୍ଧୀୟ ରସାୟନ ବିଜ୍ଞାନ ଓ ଭୌତିକ ବିଜ୍ଞାନରେ ଖୁବ୍ ଜଣାଶୁଣା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜୋନାଥନ ମୀଥ୍ (ଜନ୍ମ: 16 ସେପ୍ଟେମ୍ବର 1955) ଜଣେ ଆମେରିକି ଟିଭି ନିର୍ଦ୍ଦେଶକ ଥିଲେ , ଯାହା ବୋଷ୍ଟନ ରେ ଆଧାରିତ ହୋଇଥାଏ । ଏହା ମୁଖ୍ୟତଃ ଟେଲିଭିଜନ ଉତ୍ପାଦନ ରୂପେ ପିଲାମାନଙ୍କ ପାଇଁ ଉଲ୍ଲେଖନୀୟ ଅଟେ । ସେ ହୋୟାର ଇନ ଦି ୱାର୍ଲଡ ଇଜ କର୍ମେନ୍ ସାଣ୍ଡିଗୋ? ଟିଭି ସୋ ର ବରିଷ୍ଠ ନିର୍ମାତା ଥିଲେ । ସେ "ଜୁମ (1999 ଟିଭି ଶୃଙ୍ଖଳା)" ଏବଂ "ଦି ବ୍ୟୁବୁଲ୍ସ ୱାର୍ଲଡ ଅଫ ଡ଼ଃ.
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ବିହୁ (ଅସମୀୟା: বিহু) ଆସାମ ରାଜ୍ୟ ଭାରତର ମୁଖ୍ୟ ପର୍ବ ଅଟେ । ଏହା ତିନି ଅଲଗା ଅଲଗା ପର୍ବର ଏକ ସେଟ କୁ ସନ୍ଦର୍ଭିତ କରିଥାଏ । ରଙ୍ଗଲି କିମ୍ବା ବୋହଗ ବିହୁ ଯାହା ଏପ୍ରିଲ ମାସରେ , କାଙ୍ଗଳୀ କିମ୍ବା କଟୀ ବିହୁ ଅକ୍ଟୋବର ମାସରେ ପାଳନ କରାଯାଉଥିଲା ଏବଂ ଜାନୁଆରୀ ମାସରେ ଭୋଗଳି କିମ୍ବା ମାଘ ବିହୁର ଦର୍ଶନ ହେଉଥିଲା । ରଙ୍ଗଲୀ ବିହୁ, ଆସାମର ନୂଆବର୍ଷ ଏବଂ ବସନ୍ତ ପର୍ବ ପାଳନ କରୁଥିବା ତିନୋଟିରୁ ସବୁଠାରୁ ମହତ୍ୱପୂର୍ଣ୍ଣ ଅଟେ । ଭୋଗଳୀ ବିହୁ କିମ୍ବା ମାଘ ବିହୁ ଗୋଟିଏ ଅଟେ ଯାହା ଭୋଜନ ସମ୍ବନ୍ଧୀୟ ଅଟେ । କୋଙ୍ଗଳୀ ବିହୁ କିମ୍ବା କତି ବିହୁ ଏକ ଛୋଟ, ଦୁର୍ବଳ ଅଟେ ଯାହା କମ ଅପୃତ୍ତିର ସିର୍ଜନ ଦର୍ଶାଇଥାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କ ଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଇସରୋ ପୃଥିବୀର ଛଅଟି ବଡ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ESA, ଚୀନର CNSA ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ସ୍ଵାର୍ଥରେ ଏହାର ପ୍ରୟୋଗ ।
ଏହି ତଥୟାବଳିଟି ଭୂତତ୍ତ୍ୱ ବିଭାଗର,ଓ ଏହା ମନୁଷ୍ୟ ଜାତି ଇତିହାସର ଏକ ମୁଖ୍ୟ ଅଂଶ।ଏହି ତଥ୍ୟାବଳୀ ଟିରେ ଥିବା ସହରଟି ପୂରାତନ ଯୁଗରେ ପ୍ରଥମେ ଗଢ଼ି ଉଠିଥିବା ସଭ୍ୟତା ମାନଙ୍କ ମଧ୍ୟରୁ ଗୋଟିଏ। ଏହା ସହିତ ହଁରପ୍ପା ନାମର ଅନ୍ୟ ଏକ ସଭ୍ୟତା ମଧ୍ୟ ଗଢ଼ିଉଠି ଥିଲା । ସାଧାରଣତହ ଏହି ଦୁଇ ସହରଙ୍କୁ ପ୍ରଥମ ଦୁଇ ଏକ ସହିତ ଗଢ଼ି ଉଠିଥିବା ସହର ବୋଲି କୁହନ୍ତି , କିନ୍ତୁ ଏବେ ଏହା ଲଖନା,ସିଂଧ୍, ପାକିସ୍ଥାନରେ ଅବସ୍ଥିତ।ଏହା ଖ୍ରୀଷ୍ଟପୂର୍ବ ୨୫୦୦ ଗଢ଼ି ଉଠିଥିଲା । ଏହା ପୁରତନ ଯୁଗର ସବୁଠୁ ଅଧିକ ଜନବସ୍ତି ଥିବା ସହର ଓ ପ୍ରଥମ ସହର ମାନଙ୍କ ମଧ୍ୟରୁ ଗୋଟିଏ ଥିଲା। ସେହି ସମୟର ଏହା ସବୁ ଠୁ ଉର୍ନତ ସହର ମାନଙ୍କ ମଧ୍ୟରୁ ଥିଲା।ଏହା ଇଜିପ୍ଟର ସଭ୍ୟତା ଠାରୁ ମଧ୍ୟ ଅଧିକ ଉର୍ନତ ଥିଲା ଏହି ସହରଟି ଖ୍ରୀଷ୍ଟପୂର୍ବ୧୯୦୦ରେ ଲୂପ୍ତ ହୋଇ ଯାଇଥିଲା।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୋଟାସିଅମ ଆୟୋଡାଇଡ (Potassium iodide) ଏକ ରାସାୟନିକ ଯୌଗିକ ପଦାର୍ଥ (chemical compound), ଔଷଧ (medication) ଓ ଖାଦ୍ୟ ପରିପୂରକ (dietary supplement) । ଔଷଧ ହିସାବରେ ଏହା ହାଇପରଥାଇରଏଡିଜ୍ମ (hyperthyroidism) ଓ କେତେକ ଔଷଧ (radiopharmaceutical) ଯୋଗୁ ରାଡିଏସନ ଏମରଜେନ୍ସି (radiation emergencies) ଉତ୍ପନ୍ନ ହେଉଥିବାରୁ ଥାଇରଏଡ ଗ୍ରନ୍ଥିର (thyroid gland) ସୁରକ୍ଷା ନିମନ୍ତେ ବ୍ୟବହାର କରାଯାଏ । ବିକାଶଶୀଳ ଦେଶମାନଙ୍କରେ ଚର୍ମ ରୋଗ ସ୍ପୋରୋଟ୍ରାକୋସିସ (sporotrichosis) ଓ ଫାଇକୋମାଇକୋସିସ (phycomycosis) ରୋଗରେ ଦିଆଯାଏ । ଯେଉଁ ସ୍ଥାନରେ ଖାଦ୍ୟରେ ଆୟୋଡିନ (iodine) ଅଭାବ ଥାଏ ସେଠାରେ ଏହା ପରିପୂରକ ଭାବରେ ଦିଆଯାଏ । ଏହା ପାଟିରେ ଦିଆଯାଏ ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ମୟୁର କର୍ଷକ ବର୍ଗର ଏକ ପକ୍ଷୀ ବିଶେଷ । ମୟୂର ପ୍ରଜାତିର ପୁରୁଷପକ୍ଷୀକୁ ମୟୂର ଓ ସ୍ତ୍ରୀ ପକ୍ଷୀକୁ ମୟୂରୀ କୁହାଯାଏ । ମୟୂରର ଲାଞ୍ଜ ଖୁବ ବଡ଼ ହେଇଥିବାରୁ ତାହାକୁ ଲୋକୋକ୍ତିରେ ଲଞ୍ଜା ମୟୁର ଏବଂ ମୟୂରୀର ଲାଞ୍ଜ ଛୋଟ ହେଇଥିବାରୁ ତାହାକୁ ଲାଣ୍ଡୀ ମୟୂର ବୋଲି ମଧ୍ୟ କୁହାଯାଏ । ମୟୂରର ଲାଞ୍ଜର ବଡ଼ ପକ୍ଷ ଓ କଣ୍ଠର କ୍ଷୁଦ୍ର ପର ନାନା ବର୍ଣ୍ଣରେ ରଞ୍ଜିତ । ମୟୂରୀର ପରର ରଙ୍ଗ ମୟୁର ତୁଳନାରେ ଅପେକ୍ଷା କୃତ ମ୍ଲାନ ହେଲେହେଁ ମୟୂର ପରି ମୟୂରୀ ମଧ୍ୟ ସମମାତ୍ରାରେ ଆକର୍ଷଣୀୟ । ଏଣୁ ଏହି ପକ୍ଷୀ ପ୍ରଜାତି କାଳେ କାଳେ ବିଶ୍ଵର ବିହଙ୍ଗ ବିବିଧତା ମଧ୍ୟରେ ପ୍ରମୁଖତା ପାଇଆସିଛି। । ଏହା ସଂସ୍କୃତ ମି ଧାତୁରୁ ଉର୍ ପ୍ରତ୍ୟୟ ଦ୍ଵାରା ନିଷ୍ପନ୍ନ । ମିର ଅର୍ଥ କ୍ଷେପଣକରିବା ବୋଲି ଭାଷାକୋଷ ଲେଖିଥିଲେହେଁ ଏହାର ପ୍ରକୃତ ଅର୍ଥ ମାରିପକାଇବା । ମୟୂରର ଏକ ବିଶେଷତ୍ଵ ହେଉଛି, ପ୍ରାଣନାଶକାରୀ ବିଷଧର ସର୍ପକୁ ସେ ମାରିପକାଏ । ସେଥିପାଇଁ ହିଁ ମି ଧାତୁର ଉର୍ ପ୍ରତ୍ୟୟ ଯୋଗରେ ମୟୁର ଶବ୍ଦର ସୃଷ୍ଟି ହେଇଛି । ଭାଷାକୋଷ ଅନୁସାରେ ମୟୂରର ଅନ୍ୟନାମ କେକୀ, ଶିଖି, ଶିଖଣ୍ଡୀ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ବିଶେଷ ଆପେକ୍ଷିକ ତତ୍ତ୍ଵ (ଈଂରାଜୀରେ Special Theory of Relativity) ଭୌତିକ ବିଜ୍ଞାନର ସର୍ବଜନାଦୃତ ଓ ସୁପରୀକ୍ଷିତ ଏକ ତତ୍ତ୍ଵ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ ଆଲବର୍ଟ୍ ଆଇନଷ୍ଟାଇନ ୧୯୦୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଅନେକ ପରୀକ୍ଷା ଓ ଅନୁଶୀଳନ ପରେ ଏହି ତତ୍ତ୍ଵର ସତ୍ୟତା ପ୍ରମାଣ ହୋଇଅଛି । ଏହି ତତ୍ତ୍ଵରେ ସ୍ଥାନ ଓ କାଳ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ବର୍ଣ୍ଣନା କରାଯାଇଛି । ଏହି ତତ୍ତ୍ଵର ମୌଳିକ ସ୍ଵୀକାର୍ଯ୍ୟମାନ ହେଲା׃ ୧. ଭୌତିକ ବିଜ୍ଞାନର ନିୟମ ସମସ୍ତ ଜଡତ୍ଵୀୟ ପରିବେଶରେ ସମାନ ଓ ଅପରିବର୍ତ୍ତିତ ରହିଥାନ୍ତି । ଜଡତ୍ଵୀୟ ପରିବେଶର ଅର୍ଥ ଯାହା ସ୍ଥିରାବସ୍ଥାରେ ଥାଏ ଅଥବା ସମାନ ଗତିରେ ସର୍ବଦା ଗତି କରୁଥାଏ । ସମସ୍ତ ଦେଖଣାହାରୀ ନିଜ ନିଜ ଦୃଷ୍ଟିରୁ ଏହା ଦେଖନ୍ତି ଯେ ସେ ନିଜେ ସ୍ଥିର ଓ ସମ୍ପୂର୍ଣ୍ଣ ବ୍ରହ୍ମାଣ୍ଡ ତା' ଚାରିପଟେ ଗତି କରୁଛି । ତେଣୁ କିଏ ଗତି କରୁଛି ଓ କିଏ ଗତି କରୁନି ତାହା କହିବା କଷ୍ଟକର । ୨. ଶୂନ୍ୟରେ ଆଲୋକର ବେଗ ସବୁ ଦେଖଣାହାରୀଙ୍କ ପାଇଁ ସମାନ । ଯଦି ଆଲୋକର ଉତ୍ସ ଗତି କରୁଥାଏ, ତେବେ ମଧ୍ୟ ଆଲୋକର ବେଗରେ କୌଣସି ପରିବର୍ତ୍ତନ ହୋଇନଥାଏ । ଉଦାହରଣ ସ୍ଵରୂପ׃ ୧୦ କି.ମି.
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କ ଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନ ଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।