ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ନିୟମିତ ଇନସୁଲିନ (ଇଂରାଜୀ ଭାଷାରେ Regular insulin, ଅନ୍ୟ ନାମ ନିଉଟ୍ରାଲ ଇନସୁଲିନ ବା ସଲ୍ୟୁବ୍ଲ ଇନସୁଲିନ) ଏକ ପ୍ରକାର ସ୍ୱଳ୍ପ କାଳୀନ ଇନସୁଲିନ (short acting insulin) । ଏହା ମଧୁମେହ ଟାଇପ ୧, ମଧୁମେହ ଟାଇପ ୨, ଗର୍ଭାବଧି ମଧୁମେହ, ମଧୁମେହର ଜଟିଳ ବେମାରୀ ଯେପରିକି ଡାଏବେଟିକ କିଟୋଏସିଡୋସିସ ଓ ହାଇପରଅସମୋଲାର ହାଇପରଗ୍ଲାଇସେମିକ ସ୍ଟେଟ (hyperosmolar hyperglycemic states) ଇତ୍ୟାଦି । ହାଇପରକାଲେମିଆ ଥିଲେ ଏହା ସହିତ ଗ୍ଲୁକୋଜ (glucose) ଦିଆଯାଏ । ସ୍ୱାଭାବିକ ଭାବରେ ଏହା ଚମ ତଳେ ଇଞ୍ଜେକସନ (injection under the skin) ଆକାରରେ ଦିଆଯାଏ ଓ କେତେକ ପ୍ରକାର ଔଷଧ ଶିରାଭ୍ୟନ୍ତର (injection into a vein) ଓ ମାଂସପେଶୀ (muscle) ଇଞ୍ଜେକସନ ଆକାରରେ ଦିଆଯାଏ । ଏହାର ପ୍ରଭାବ ୩୦ ମିନିଟ ମଧ୍ୟରେ ଆରମ୍ଭ ହୋଇ ପ୍ରାୟ ୮ ଘଣ୍ଟା ପର୍ଯ୍ୟନ୍ତ ରହେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
କୃଷ୍ଣଗର୍ତ୍ତ (ଇଂରାଜୀ: Black hole; ବ୍ଲାକ୍ ହୋଲ୍) ମହାଶୂନ୍ୟ-କାଳରେ (spacetime) ଏପରି ଏକ ସ୍ଥାନ ଯାହାର ମାଧ୍ୟାକର୍ଷଣ ସବୁକିଛି ଏପରିକି ଆଲୋକକୁ ବି ଖସି ଯିବାକୁ ଦେଇନଥାଏ । ମହାକାଶରେ କୃଷ୍ଣଗର୍ତ୍ତ (ଈଂରାଜୀରେ Black Hole) ଅସୀମ (ଅତ୍ୟଧିକ) ବସ୍ତୁତ୍ଵ ବିଶିଷ୍ଟ ଏକ ବିନ୍ଦୁ । ସ୍ଥାନ-କାଳର ପଟ୍ଟ ଉପରେ ଅବସ୍ଥିତ ଏହି ବିନ୍ଦୁର ମହାକର୍ଷଣ ପ୍ରଭାବ ଏତେ ଅଧିକ ଯେ, ବ୍ରହ୍ମାଣ୍ଡରେ ସର୍ବାଧିକ ବେଗର ଅଧିକାରୀ ଆଲୋକ ମଧ୍ୟ ତା’ର ମହାକର୍ଷଣକୁ ପ୍ରତିହତ କରିବାରେ ଅସମର୍ଥ ହୋଇଥାଏ । ବସ୍ତୁଠାରୁ ଆସୁଥିବା ଆଲୋକ ଆମ ଆଖି ପର୍ଯ୍ୟନ୍ତ ଆସିଲେ ଆମେ ତା’କୁ ଦେଖିପାରୁ । ଆଲୋକ ଯାହାର ମହାକର୍ଷଣ ପ୍ରଭାବରୁ ବାହାରି ପାରୁନାହିଁ, ତା’କୁ ଆମେ ଦେଖି ପାରିବା ନାହିଁ । ତେଣୁ ଏହି ବସ୍ତୁକୁ ଆମେ ଏକ ଅଦୃଶ୍ୟ ଛିଦ୍ର ବୋଲି କହିପାରିବା । ସାଧାରଣ ଆପେକ୍ଷିକତା ତତ୍ତ୍ଵ ଅନୁସାରେ, ମହାକାଶରେ ଅତି ଘନ ବସ୍ତୁ ସ୍ଥାନ-କାଳର ସଂରଚନାକୁ ସମ୍ପୂର୍ଣ୍ଣ ଭାବେ ବିକୃତ କରି କୃଷ୍ଣଗର୍ତ୍ତ ଭାବେ ପରିଗଣିତ ହୁଏ । ଏହା ଅଦୃଶ୍ୟମାନ ବୋଲି କଳା ବା କୃଷ୍ଣ ଏବଂ ଏହାର ଗୋଲକାକୃତି ୨ ଆୟାମରେ ବୃତ୍ତ ବା ଛିଦ୍ର ପରି ଦେଖାଯାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଆଲବର୍ଟ ଆଇନଷ୍ଟାଇନ (ଜନ୍ମ: ୧୪ ମାର୍ଚ୍ଚ ୧୮୭୯) ଜଣେ ଜର୍ମାନ ନୋବେଲ ପୁରସ୍କାର ବିଜେତା ଯିଏ ସାଧାରଣ ଆପେକ୍ଷିକ ତତ୍ତ୍ଵ ତିଆରି କରିଥିଲେ ଯାହା ଭୌତିକ ବିଜ୍ଞାନରେ ବିପ୍ଳବ ସୃଷ୍ଟି କରିଥିଲା । ଏଥିପାଇଁ ତାଙ୍କୁ ଆଧୁନିକ ଭୌତିକ ବିଜ୍ଞାନର ଜନକ କୁହାଯାଏ । ସେ ଆପେକ୍ଷିକ ତତ୍ତ୍ଵ ଏବଂ ବସ୍ତୁତ୍ଵ ଶକ୍ତି ସମୀକରଣ E = mc2 ପାଇଁ ସବୁଠୁ ଅଧିକ ଜଣାଶୁଣା ଥିଲେ । ତାଙ୍କୁ ସୈଦ୍ଧାନ୍ତିକ ଭୌତିକ ବିଜ୍ଞାନ, ବିଶେଷତଃ ଆଲୋକ-ବିଦ୍ୟୁତ ବିକିରଣର ସନ୍ଧାନ ପାଇଁ ୧୯୨୧ରେ ନୋବେଲ୍ ପୁରସ୍କାର ପ୍ରଦାନ କରା ଗଲା । ଆଇନଷ୍ଟାଇନ ଆପେକ୍ଷିକତାର ବିଶେଷ ଏବଂ ସାଧାରଣ ସିଦ୍ଧାନ୍ତ ସହିତ ଅନେକ ଯୋଗଦାନ ଦେଇଛନ୍ତି । ସେ ୧୮ ଅପ୍ରେଲ ୧୯୫୫ରେ ମୃତ୍ୟୁବରଣ କରିଥିଲେ ।
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦ ଗୁଡିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ଵୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ଵକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ଵାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ଵକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ସାରଙ୍ଗଧର ଦାସ ଓଡ଼ିଶାର ଜଣେ ସମାଜବାଦୀ ନେତା ଥିଲେ । ଅନୁନ୍ନତ ଗଡ଼ଜାତ ଅଞ୍ଚଳର ଉନ୍ନତି ନିମନ୍ତେ ସେ ସ୍ୱପ୍ନ ଦେଖିଥିଲେ । ଗଡ଼ଜାତ ଅଞ୍ଚଳରେ ତାଙ୍କର ନିସ୍ୱାର୍ଥପର ସେବା ଯୋଗୁଁ ସେ ଗଡ଼ଜାତ ଗାନ୍ଧୀ ରୂପରେ ପରିଚିତ ଥିଲେ । ସେ ଓଡ଼ିଶାରେ ସମାଜବାଦୀ ଆନ୍ଦୋଳନର କର୍ଣ୍ଣଧାର ଥିଲେ । ହୁଏତ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ଯେ କି ଜଣେ ଛାତ୍ର ଭାବରେ ଆମେରିକା ମାଟିରେ ପାଦ ଦେଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କୌଣସି ସୁ-ଗଠିତ ବୈଦୁତିକ ପରିପଥର ଯଦି ଉତ୍ପାଦ-ଅଗ୍ର ଥାଏ, ତେବେ ଏହି ଅଗ୍ରକୁ ଯୋଡା ହୋଇଥିବା ପରିପଥକୁ ଭାର କୁହାଯାଏ । (ଏହି ଶବ୍ଦ 'ଭାର', ପରିପଥଦ୍ଵାରା ବ୍ୟବହୃତ ଶକ୍ତିକୁ ମଧ୍ୟ ସୁଚେଇଥାଏ ।) ଭାର, ବୈଦୁତିକ ପରିପଥର କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ଯାହାର ଉତ୍ପାଦ ଗୁଡ଼ିକ ବିଦୂତ ବିଭବ କିମ୍ବା ବିଦ୍ୟୁତ ସ୍ରୋତଗୁଡ଼ିକ ଅଟେ, ଯେପରିକି ସେନ୍ସରଗୁଡ଼ିକ, ବିଦ୍ୟୁତ ବିଭବ ଉତ୍ସଗୁଡ଼ିକ, ଏବଂ ଅମ୍ପ୍ଲିଫାୟରଗୁଡ଼ିକ. ମୁଖ୍ୟ ଶକ୍ତି ନିର୍ଗମଦ୍ଵାରଗୁଡ଼ିକ ଏକ ସହଜ ଉଦାହରଣ ଯୋଗେଇଦେଇଥାଏ: ସେମାନେ ଏକ ନିର୍ଦ୍ଧିଷ୍ଟ ବିଦ୍ୟୁତ ବିଭାବାନ୍ତରରେ ଶକ୍ତି ଯୋଗେଇଥାନ୍ତି, with electrical appliances connected to the power circuit collectively making up the load.
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କ ଦ୍ବାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ଵାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ଵାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୁମାୟୁଁର ନରଖାଦକ ଜିମ୍ କର୍ବେଟଙ୍କ ୧୯୪୪ ମସିହାରେ ଲିଖିତ ମୂଳ ଇଂରାଜୀ ପୁସ୍ତକ Man-Eaters of Kumaonର ଓଡ଼ିଆ ଅନୁବାଦ । ଡକ୍ଟର ପ୍ରଫୁଲ୍ଲ କୁମାର କର ଏହି ଅନୁବାଦଟି ରଚନା କରିଛନ୍ତି । ମୂଳ ଈଂରାଜୀ ପୁସ୍ତକର ଲେଖକ ହେଉଛନ୍ତି ପ୍ରସିଦ୍ଧ ଶିକାରୀ ଓ ପରିବେଶବିତ୍ ଜିମ୍ କର୍ବେଟ୍ । ଏହି ପୁସ୍ତକରେ କର୍ବେଟ୍ କୁମାଓନ୍ ଅଞ୍ଚଳରେ (୧୯୦୦ ମସିହାରୁ ୧୯୩୦ ମସିହା ପର୍ଯ୍ୟନ୍ତ) ମହାବଳ ବାଘ ଓ ଉପମହାଦେଶୀୟ କଲରା ପତରିଆ ବାଘ ମାନଙ୍କର ଶିକାର ସମୟର ନିଜେ ଅଙ୍ଗେ ନିଭେଇଥିବା ଘଟଣା ମାନଙ୍କର ବର୍ଣ୍ଣନା କରିଛନ୍ତି । ତନ୍ମଧ୍ୟରୁ ଏକ ବାଘ ୪୦୦ଟି ନରହତ୍ୟା ପାଇଁ ଦାୟୀ ଥିଲା । କର୍ବେଟଙ୍କ ଲିଖିତ ପୁସ୍ତକ ମାନଙ୍କ ମଧ୍ୟରେ ଏହା ସବୁଠାରୁ ଅଧିକ ଜନପ୍ରିୟ । ଏହି ପୁସ୍ତକରେ ଲିଖିତ ୧୦ଟି କାହାଣୀରେ କିପରି ନରଖାଦକମାନଙ୍କୁ ଗୋପନରେ ଅନୁସରଣ କରି ହତ୍ୟା କରାଯାଇଥିଲା ତାହାର ସବିଶେଷ ବର୍ଣ୍ଣନା ରହିଛି । ତା' ଛଡା ହିମାଳୟର ପାଦଦେଶର ଅନ୍ୟ ଜୀବଜନ୍ତୁ, ଉଦ୍ଭିଦ ଜଗତ ଓ ତତ୍କାଳୀନ ଗ୍ରାମ୍ୟ ଜୀବନର ଏକ ସରସ ଚିତ୍ର ଏହି ପୁସ୍ତକରେ ପ୍ରଦତ୍ତ ।