ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଦାଶରଥି ପଟ୍ଟନାୟକ (୧୨ ଜୁଲାଇ ୧୯୦୭ - ୧୨ ସେପ୍ଟେମ୍ବର ୧୯୯୭) ଓଡ଼ିଶାର ଜଣେ ସଂଗ୍ରାହକ ଓ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା । ସେ ଦଶ ପଇସାର ରାଜା ଓ ଖୁଣ୍ଟାତଡ଼ା ରାଜା ଓ ଦାଶିଆ ଅଜା ଭାବରେ ମଧ୍ୟ ପରିଚିତ । ସେ ବାଞ୍ଛାନିଧି ପାଠାଗାର (୧୯୫୯), ଶ୍ରୀ ଅରବିନ୍ଦ ସଂଗ୍ରହାଳୟ (୧୯୭୩) ଓ ଯଦୁମଣି ସାହିତ୍ୟ ସଂସଦ (୧୯୭୫) ପ୍ରତିଷ୍ଠା କରିଥିଲେ । ୧୯୯୭ ମସିହା ସେପ୍ଟେମ୍ବର ୧୨ତାରିଖରେ ତାଙ୍କର ପରଲୋକ ହୋଇଥିଲା ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମସଲା ଦୋସା, ଦୋସାର ଏକ ପ୍ରକାର ଅଟେ , ଯାହାର ଉତ୍ପତ୍ତି ମାଙ୍ଗାଲୋରରୁ ଓ ଏହା ସମଗ୍ର ଭାରତରେ ଲୋକପ୍ରିୟ ହୋଇପାରିଛି । ଏହା ଚାଉଳ, ଡ଼ାଲି, ଆଳୁ, ମେଥି ଏବଂ ଭୃସଙ୍ଗ ପତ୍ରରୁ ପ୍ରସ୍ତୁତ ହୋଇଥାଏ , ଏବଂ ଚଟଣି ଓ ସମ୍ବର ସହିତ ପରସା ଯାଇଥାଏ । ଯଦ୍ୟପି ଏହା କେବଳ ଦକ୍ଷିଣ-ଭାରତରେ ଲୋକପ୍ରିୟ ଥିଲା , କିନ୍ତୁ ଏବେ ଦେଶର ଅନ୍ୟ ସମସ୍ତ ଅଞ୍ଚଳରେ ମିଳୁଛି ,ଏବଂ ବିଦେଶରେ ମଧ୍ୟ କେତେକ ସ୍ଥାନରେ ମିଳିଥାଏ । ଦକ୍ଷିଣ-ଭାରତରେ, ମସଲା ଦୋସା ର ପ୍ରସ୍ତୁତି ପ୍ରତ୍ୟେକ ସହରରେ ଭିନ୍ନ ଭିନ୍ନ ପ୍ରକାରର ହୋଇଥାଏ ।
ସୀତାକାନ୍ତ ମହାପାତ୍ର (ଜନ୍ମ ୧୭ ସେପ୍ଟେମ୍ବର, ୧୯୩୭, ମାହାଙ୍ଗା, କଟକ, ଓଡ଼ିଶା) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଜଣାଶୁଣା କବି ଓ ସାହିତ୍ୟ ସମାଲୋଚକ । ସେ ଭାରତୀୟ ପ୍ରଶାସନିକ ସେବା (ଆଇ.ଏ.ଏସ.)ରେ ୧୯୬୧ରୁ ଦୀର୍ଘକାଳ ଧରି କାମ କରିବା ପରେ ୧୯୯୫ରେ ଅବସର ନେଇ ଦିଲ୍ଲୀର ନ୍ୟାସନାଲ ବୁକ ଟ୍ରଷ୍ଟର ସଭାପତି ଭାବରେ କାମ କରିଆସୁଛନ୍ତି । ଜ୍ଞାନପୀଠ ପୁରସ୍କାର ପାଇବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
କବି ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ । ସେ ୧୯୦୪ ମସିହା ସେପ୍ଟେମ୍ବର ୧୪ ତାରିଖରେ ବଡ଼ମ୍ବାର କୃଷିପ୍ରେମୀ, ସ୍ୱାଧୀନଚେତା ସୁମନ୍ତ ପଟ୍ଟନାୟକଙ୍କ ପୁତ୍ରଭାବେ ଜନ୍ମ ଗ୍ରହଣ କରିଥିଲେ। ସେହି ବଡ଼ମ୍ବାରେ ରହୁଥିବା ତାଙ୍କ ପିଉସା ଦୀନବନ୍ଧୁ ପଟ୍ଟନାୟକ ନିଃସନ୍ତାନ ଥିବାରୁ ସେ ତାଙ୍କର ପୋଷ୍ୟପୁତ୍ର ଭାବେ ତାଙ୍କ ଗୃହରେ ସାରାଜୀବନ ଅତିବାହିତ କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଗୋସାଣୀ ଯାତ୍ରା (ଗୋଷାଣୀ ଯାତ) ପୁରୀର ଏକ ପ୍ରସିଦ୍ଧ ପର୍ବ । ଦଶହରା ସମୟରେ ଦୁର୍ଗାପୂଜାକୁ ପୁରୀରେ ଗୋଷାଣି ଯାତ୍ରା ଭାବେ ପାଳନ କରାଯାଏ । ପୁରୀରେ ଥିବା ଅନେକ ସ୍ଥାନରେ ମା' ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିପୂଜା ପାଆନ୍ତି। ମହିଷାସୁରର ପତ୍ତନ ପରେ ଦୁର୍ଗାଙ୍କ ସହଚରୀ ଯୋଗିନୀମାନେ ବିଭିନ୍ନ ପୀଠରେ ଅବସ୍ଥାନ କଲେ । ଏହି ମାନଙ୍କ ରୂପକୁ ଗୋସାଣୀ କୁହାଯାଏ । ଗୋସାଣୀମାନଙ୍କ ମୃଣ୍ମୟୀ ମୂର୍ତ୍ତି ଦୁର୍ଗାମୂର୍ତ୍ତିଙ୍କ ଠାରୁ ଭିନ୍ନ। ସପ୍ତମୀଠାରୁ ମହାନବମୀ ପର୍ଯ୍ୟନ୍ତ ମାଆ ଦୁର୍ଗାଙ୍କର ପୂଜା ହେଉଥିବା ବେଳେ ଏହି ଯୋଗିନୀମାନଙ୍କର ପୂଜା ସପ୍ତମୀ ଏକାଦଶୀ ପର୍ଯ୍ୟନ୍ତ ହୁଏ। ଶ୍ରୀକ୍ଷେତ୍ରରେ ଗୋସାଣୀମାନଙ୍କ ଭିନ୍ନ ଭିନ୍ନ ଯଥା କାକୁଡ଼ିଖାଇ, ବାରହାଟି, ଜହ୍ନିଖାଇ, ଶୂନ୍ୟଗୋସାଣୀ, ବଜ୍ରକୋଟ, କଣ୍ଟାକାଢି, ପଣାପ୍ରିୟା, ବେଳବାଇ, ହଜୁରି, ନାଗକୋଟ ଇତ୍ୟାଦି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭଗବାନ ସାହୁ (ଇଂରାଜୀ: Bhagaban Sahu; ୧୯୧୪ ସେପ୍ଟେମ୍ବର ୨୧ - ୨୦୧୨ ଅଗଷ୍ଟ ୧୨) ଜଣେ ଓଡ଼ିଆ ଲୋକନୃତ୍ୟ ଶିଳ୍ପୀ, ଅଭିନେତା, ଗାୟକ, ବାଦକ ଓ ନୃତ୍ୟ ନିର୍ଦ୍ଦେଶକ ଥିଲେ । ସେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ବାଘ ନାଚ, ରଣପା, ଦଣ୍ଡ ନାଟ, ଲଉଡ଼ି, ପାଇକ ନାଚ, ଚଢ଼େଇଆ ନାଚ, ଯୋଡ଼ିଶଙ୍ଖ ଆଦି ଲୋକନୃତ୍ୟସବୁକୁ ବିଧିବଦ୍ଧ କରିଥିଲେ । ସେ ଲଣ୍ଡନ, ସ୍ପେନ, ଆଫ୍ରିକା, ଭୁଟାନ, ଡାମାସକସ, ଆବୁ ଧାବି ଓ ନିଉଜିଲାଣ୍ଡ ଆଦି ସ୍ଥାନରେ ଓଡ଼ିଶାର ଲୋକନୃତ୍ୟ ପରିବେଷଣ କରିଥିଲେ । ଯୁବା ବୟସରେ ସେ ଏକ ଥିଏଟର ସ୍ଥାପନା କରି କୀର୍ତ୍ତିବୀର୍ଯ୍ୟ, କଳାପାହାଡ଼ ଓ ଶାମ୍ବାସୁର ଆଦି ପୁରାଣ ଚରିତ୍ରରେ ଅଭିନୟ କରିଥିଲେ । ତାଙ୍କ ଅଭିନୟ ଓ ନୃତ୍ୟରେ ପାରଙ୍ଗମତା ସକାଶେ ତାଙ୍କୁ ୧୯୯୨ ମସିହାରେ ପଦ୍ମଶ୍ରୀ ଉପାଧୀରେ ସମ୍ମାନୀତ କରାଯାଇଥିଲା । ସାହୁଙ୍କ ଜୀବନ ଚରିତ ସୁଜାତା ପଟ୍ଟନାୟକଙ୍କ ରଚିତ ଜୀବନୀ ବହି Folk Legend Baghaban Sahu ସୂଚନା ଓ ପ୍ରସାରଣ ବିଭାଗଦ୍ୱାରା ପ୍ରକାଶିତ । ୨୦୦୨ ମସିହା ଅଗଷ୍ଟ ୧୨ ତାରିଖରେ ତାଙ୍କର ଦେହାନ୍ତ ହୋଇଥିଲା
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଫତେ ସିଂ ରାଠୋର୍ (୧୦-ଅଗଷ୍ଟ-୧୯୩୮ରୁ ୧-ମାର୍ଚ୍ଚ-୨୦୧୧) ଜଣେ ଭାରତୀୟ ବ୍ୟାଘ୍ର ସଂରକ୍ଷଣବାଦୀ । ସେ ୧୯୬୦ ମସିହାରେ “ଭାରତୀୟ ବନ ସେବା”ରେ କାର୍ଯ୍ୟାରମ୍ଭ କରିଥିଲେ । ସେ “ବ୍ୟାଘ୍ର ପରିଯୋଜନା”ର ଜଣେ ସଭ୍ୟ ମଧ୍ୟ ଥିଲେ । ବାଘମାନଙ୍କ ଜୀବନଶୈଳୀରେ ତାଙ୍କର ଅଶେଷ ଜ୍ଞାନ ଯୋଗୁଁ ସେ “ଟାଇଗର ଗୁରୁ” ବା ବ୍ୟାଘ୍ର ବିଶାରଦ ବୋଲି ସର୍ବବିଦିତ ଥିଲେ । ବନ୍ୟଜୀବ ସଂରକ୍ଷଣ କ୍ଷେତ୍ରରେ ସେ ନିଜ ଜୀବନକାଳର ୫୦ ବର୍ଷ ଅତିବାହିତ କରିଥିଲେ । ୧୯୭୩-୭୫ ସମୟରେ ରାଜସ୍ଥାନର ରନ୍ଥାମ୍ଵୋର୍ ଜାତୀୟ ଉଦ୍ୟାନରୁ ଲୋକଙ୍କୁ ସ୍ଥାନାନ୍ତରିତ କରିବାରେ ତାଙ୍କର ମୁଖ୍ୟ ଭୂମିକା ରହିଥିଲା । ଫତେ ସିଂଙ୍କ ପ୍ରଚେଷ୍ଟା ଯୋଗୁଁ ରନ୍ଥାମ୍ଵୋରର ବାଘଙ୍କ ବିଷୟରେ ବିଶ୍ଵବାସୀଙ୍କ ଜ୍ଞାନ ବଢ଼ିଲା ଓ ଏହି ଜାତୀୟ ଉଦ୍ୟାନ ପ୍ରସିଦ୍ଧି ଲାଭ କଲା ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହା ଦ୍ୟାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟାବ ହାରକାରୀକୁ ବାର୍ତ୍ତା ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷାଣତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ । ଇମେଲ ସର୍ଭର ବାର୍ତ୍ତା ଗ୍ରହଣ କରିବା ପରେ ସଞ୍ଚିତ କରି ରଖିଥାଏ ଯଦ୍ୱାରା ବ୍ୟବହାରକାରୀ ଯେତେବେଳେ ମଧ୍ୟ ଅନଲାଇନ ଆସିଲେ ବାର୍ତ୍ତା ପାଇପାରେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କ୍ରିକେଟ ଏକ ଖେଳର ନାମ ଯାହା ବ୍ୟାଟ ଏବଂ ବଲକୁ ନେଇ ୧୧ଜଣ ବିଶିଷ୍ଟ ଦୁଇ ଦଳ ଏକ କ୍ରିକେଟ ପଡ଼ିଆରେ ଖେଳନ୍ତି ଓ ପ୍ରତି ଦଳରେ ୧୧ ଜଣ ଖେଳାଳୀଙ୍କୁ ନେଇ ଖେଳାଯାଇଥାଏ । ପଡ଼ିଆର ମଧ୍ୟ ଭାଗରେ ୨୨ଗଜ ବିଶିଷ୍ଟ ଏକ ଆୟତ୍ତାକାର କ୍ଷେତ୍ର ଥାଏ ଯାହାକୁ ପିଚ୍ କୁହାଯାଏ । ଏହାର ଦୁଇ ମୁଣ୍ଡରେ ତିନୋଟି କରି କାଠ ନିର୍ମିତ ବାଡ଼ି ପୋତା ଯାଇଥାଏ ଯାହାକୁ ଉଇକେଟ କହନ୍ତି ଯେଉଁଥିରେ ତିନୋଟି ସ୍ଟମ୍ପ ଥାଏ । ପ୍ରତି ଉଇକେଟ ଆଗରେ ଗୋଟିଏ କରି କ୍ରିଜ ଥାଏ । ଦୁଇ ଦଳ ମଧ୍ୟରୁ ଗୋଟିଏ ଦଳକୁ ବ୍ୟାଟିଙ୍ଗ ଦଳ ଓ ଅନ୍ୟଟିକୁ କ୍ଷେତ୍ରରକ୍ଷକ ଦଳ କୁହାଯାଏ । ଏଥିରେ ଗୋଟିଏ ଦଳ ପ୍ରଥମେ ବ୍ୟାଟିଂ କରି ଅଧିକରୁ ଅଧିକ ଦୌଡ(Run) ସ୍କୋର କରିବାକୁ ଚେଷ୍ଟା କରିବା ବେଳେ, ଦ୍ଵିତୀୟ ଦଳ ବୋଲିଂ ତଥା କ୍ଷେତ୍ରରକ୍ଷଣ (ଫିଲ୍ଡିଂ | Fielding) କରିଥାନ୍ତି । ବ୍ୟାଟିଂ କରୁଥିବା ଦଳର ସମସ୍ତ ଖେଳାଳୀ ଆଉଟ କିମ୍ବା ଏକ ନିର୍ଦ୍ଧାରିତ ଓଭରର ବୋଲିଂ ଶେଷ ହେବା ପରେ ଦ୍ଵିତୀୟ ଦଳ ବ୍ୟାଟିଂ କରି, ପ୍ରଥମ ଦଳ ସ୍କୋର କରିଥିବା ଦୌଡ (Run)କୁ ହାସିଲ କରିବାକୁ ଚେଷ୍ଟା କରିଥାନ୍ତି । ଖେଳର ପରିଣାମ ସର୍ବାଧିକ ଦୌଡ(Run) ଉପରେ ନିର୍ଭର କରିଥାଏ । ବର୍ତ୍ତମାନ ଭାରତର ସବୁଠାରୁ ଲୋକପ୍ରିୟ ଖେଳ ହେଲା କ୍ରିକେଟ । ବର୍ତ୍ତମାନ କ୍ରିକେଟ ତିନୋଟି ଫର୍ମାଟରେ ଖେଳା ଯାଊଛି, ଯଥା ଟେଷ୍ଟକ୍ରିକେଟ, ଏକ ଦିବସୀୟ ବା ୱନ୍ ଡେ କ୍ରିକେଟ ଏବଂ ଟ୍ୱେଣ୍ଟି ଟ୍ୱେଣ୍ଟି କ୍ରିକେଟ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ଜଣାଶୁଣା ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।