ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭୈରବ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶିଶିର ଚନ୍ଦ୍ର ଦାସ ଓ ପ୍ରଭାତ କୁମାର ପ୍ରଧାନ । ଦେବୀଦତ୍ତ ମହାନ୍ତି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ନିର୍ମଳ ନାୟକ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଉଇଲିଅମସ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ Williams syndrome ବା WS) ଏକ ବିକାଶମୂଳକ ବେମାରୀ (developmental disorder) ଯାହା ଦେହର ଅନେକ ଅଙ୍ଗମାନଙ୍କୁ ପ୍ରଭାବିତ କରେ । ଏହି ରୋଗ ହେଲେ ଚଉଡ଼ା କପାଳ, ଛୋଟ ନାକ ଓ ଫୁଲା ଗାଲ ହୁଏ ଯାହାକୁ ଏଲଫିନ (ଇଂରାଜୀରେ "elfin") କୁହାଯାଏ । ବୌଦ୍ଧିକ ଅସାମର୍ଥ୍ୟ (intellectual disability), ଚିତ୍ର କରିବା ଭଳି ଭିଜୁଆଲ ସ୍ପାସିଆଲ ଟାସ୍କ ଓ ଭାଷା ସମସ୍ୟା ଇତ୍ୟାଦିରେ ସାମାନ୍ୟରୁ ମଧ୍ୟମ ଧରଣର ଅସୁବିଧା ହୁଏ । ଏମାନଙ୍କର ପ୍ରଭାବଶୀଳ ବ୍ୟକ୍ତିତ୍ୱ personality) ଥାଏ ଓ ଅଚିହ୍ନା ଲୋକଙ୍କ ସହିତ ସହଜରେ କଥାବାର୍ତ୍ତା କରିପାରନ୍ତି । ଏମାନଙ୍କର ଦାନ୍ତ ସମସ୍ୟା, ହୃତ୍ପିଣ୍ଡ ସମସ୍ୟା (heart problems) ବିଶେଷତଃ ସୁପ୍ରାଭେଣ୍ଟିକୁଲାର ଆଓର୍ଟିକ ସ୍ଟେନୋସିସ (supravalvular aortic stenosis) ଓ ସାମୟିକ ଅଧିକ ରକ୍ତ କ୍ୟାଲସିଅମ (high blood calcium) ସ୍ତର ଦେଖାଯାଏ ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
ହାର୍ଟବ୍ଲିଡ଼ ଏକ OpenSSL ନାମକ ଓପନ ସୋର୍ସ ଗୋପନୀୟ ଲାଇବ୍ରେରିକୁ ଆକ୍ରମଣ କରୁଥିବା ଏକ ସଫ୍ଟୱାର ବଗ । ଏହା ଅନେକ ଗୋପନୀୟ ତଥ୍ୟ ସର୍ଭର ବା ସଂକ୍ରମିତ କମ୍ପ୍ୟୁଟରରୁ ଆକ୍ରମଣକାରୀଙ୍କ କମ୍ପ୍ୟୁଟରକୁ ପଠାଇବାରେ ପାରଙ୍ଗମ । ଏଥିରେ ସଙ୍କ୍ରମିତ କୌଣସି ୱେବସାଇଟରେ ଯଦି ଜଣେ ଅଜାଣତରେ ଲଗ ଇନ କରୁଥିବେ ତାଙ୍କର ଗୋପନୀୟ ଏକାଉଣ୍ଡ ସବିଶେଷ ଯଥା ଆଗରୁ ଦିଆଯାଇଥିବା କ୍ରେଡିଟ କାର୍ଡ଼ ଓ ବ୍ୟାଙ୍କ ସବିଶେଷ, ପାସୱାର୍ଡ଼ ଆଦି ଚୋରିହୋଇ ଚାଲିଯିବାର ଯଥେଷ୍ଟ ସମ୍ଭାବନା ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଚିଲ Accipitridae ପରିବାରର ଏକ ମଧ୍ୟମ-ଆକୃତିର ଶିକାରୀ ପକ୍ଷୀ ଓ ଏମାନଙ୍କ ସଂଖ୍ୟା ମଧ୍ୟ ଅସ୍ଥିର ବର୍ତମାନର ଗଣନା ଅନୁଯାଇ ପୁରା ବିଶ୍ଵରେ ୬୦ଲକ୍ଷ ବୋଲି କଳନା କରାଯାଇଛି । ଅଧିକାଂଶ ସମୟ ଏମାନେ ଉଚ୍ଚ ଆକାଶରେ ଶିକାର ଅନ୍ଵେଷଣରେ ଘୁରି ବୁଲନ୍ତି । ବଙ୍କା ପକ୍ଷ ଓ ସାମାନ୍ୟ କଣ୍ଟାଚାମଚ ଲାଞ୍ଜ ଏମାନଙ୍କୁ ଏକ ସ୍ପଷ୍ଟତା ଦେଇଥାଏ ଚିହ୍ନିବାରେ । ଦକ୍ଷିଣ ଏସିଆରେ ଏମାନଙ୍କ ସଂଖ୍ୟା ୟୁରୋପଠାରୁ ଅଧିକ । ୟୁରେସିଆ, ଅଷ୍ଟ୍ରେଲେସିଆ ଓ ଓସେନିଆ ଭୂଖଣ୍ଡମାନଙ୍କରେ ଏମାନେ ମୁଖ୍ୟତଃ ଦେଖା ଯା’ନ୍ତି । ଛଞ୍ଚାଣ ଓ ଚିଲ ମଧ୍ୟରେ ଭିନ୍ନତା ଏତିକି ଯେ ଚିଲର ଲାଞ୍ଜ ଉଡ଼ିବା ବେଳେ କଣ୍ଟଚାମଚ ପରିଦେଖାଯାଏ ଓ ଏହା ସାମାନ୍ୟ ଛୋଟ । ଚିଲର ପର ଗୁଡ଼ିକ ମାଟିଆ ହେଇଥିବାବେଳେ ମୁଣ୍ଡ ପାର୍ଶ୍ଵ ସାମାନ୍ୟ କମ ଗାଢ଼ତା ଦେଖାଯାଏ । ଗୋଡ଼ ଗୁଡ଼ିକ ହଳଦିଆ ଓ ପଞ୍ଝା କଳା ରଙ୍ଗର ।
ମାଉସ ଏକ ଲକ୍ଷ୍ୟ କରି ଦେଖାଉଥିବା ଯନ୍ତ୍ର ଯାହା ଏକ ସମତଳରେ ଦୁଇ ଦିଗରେ ଗତିକରି କାମ କରିଥାଏ । ମାଉସ ଏକ ବସ୍ତୁ ଯାହାକୁ ହାତରେ ଧରାଯାଏ ଯେଉଁଥିରେ ଏକାଧିକ ବଟନ ଅଛି । ବେଳେ ବେଳେ ଏଥିରେ ଚକ ଭଳିଆ କିଛି ଜିନିଷ ଥାଏ ଯାହା ବ୍ୟବହାରକାରୀକୁ ଯନ୍ତ୍ର କରାଉଥିବା କାମ ଗୁଡିକ କରେଇଥାଏ, ଆଉ କିଛି ଅତିରିକ୍ତ ବଟନ ମଧ୍ୟ ଥାଏ ଯାହା ମାଉସକୁ କିଛି ଅଧିକ କ୍ଷମତା ପ୍ରଦାନ କରିଥାଏ । ମାଉସର ଗତି ସାଧାରତଃ ଏକ ତୀର ଚିହ୍ନଦ୍ଵାରା କମ୍ପୁଟର ପରଦାରେ ଦେଖାଇ ଥାଏ ଯାହା ଆରେଖୀୟ ପ୍ରୟୋଗୀ ଅନ୍ତରପୃଷ୍ଠ(Graphical User Interface)ର ଉତ୍ତମ ବ୍ୟବହାର ଦର୍ଶାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ । ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଏବଂ ଇଲା ପଣ୍ଡାଙ୍କଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫାଗୃପଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଅଛି ।
ଓଡ଼ିଶାରେ ରାଜକୀୟ ନବବର୍ଷ ଆରମ୍ଭ ହୁଏ ଭାଦ୍ରବ ମାସ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆଁଠାରୁ। ଓଡ଼ିଆ ପାଞ୍ଜିର ଆରମ୍ଭ ହୁଏ ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରୁ ଏବଂ ଏହି ଦିନଟି ସାଧାରଣରେ ଓଡ଼ିଆ ନବବର୍ଷ ଭାବେ ଗୃହୀତ ହୋଇଛି। ମାତ୍ର ସୁନିଆଁ ହେଉଛି ଓଡ଼ିଆ ରାଜାଙ୍କର ରାଜତ୍ୱର ଅଙ୍କ ଗଣନା ବର୍ଷର ପ୍ରଥମ ଦିନ । ପୁଣି ରାଜାଙ୍କର ରାଜସ୍ୱ ଆଦାୟ ଓ ନୂଆ ଖାତା ଆରମ୍ଭ ହୁଏ ଏହି ସୁନିଆଁ ଦିନ। ସୁନିଆଁ ଦିନ ଗୋଟିଏ ସୁନା ମୋହର ଉପରେ ରାଜାଙ୍କ ରାଜତ୍ୱର ଅଙ୍କ ବା ବର୍ଷ ଚିହ୍ନିତ କରାଯାଏ। ଏହାକୁ ସାଧାରଣ ଭାଷାରେ କହନ୍ତି ଅଙ୍କକଟା। ଏହିଦିନଟି ରାଜକୀୟ ବର୍ଷ ଆରମ୍ଭର ପ୍ରଥମ ଦିନ ଏବଂ ସୁନା ଶବ୍ଦ ସହ ଜଡ଼ିତ ହୋଇଥିବାରୁ ସମ୍ଭବତଃ ସୁନିଆଁ ଭାବେ ପାଳିତ ହେଉଛି । ପୁଣି ଏହି ଦିନ ସର୍ବତ୍ର ବାମନ ଜନ୍ମ ପାଳିତ ହୋଇଥାଏ। ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ ବାମନ ହେଉଛନ୍ତି ଏଭଳି ରାଜନୀତି ପ୍ରବଣ ଯେ ନିଜ ବୁଦ୍ଧି ବିଚକ୍ଷଣତାଦ୍ଵାରା ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ତିନି ଭୁବନକୁ ନିଜ ପାଦତଳେ ରଖିବା ସହ ବଳୀ ପରି ଶାସକଙ୍କୁ ମଧ୍ୟ ପାତାଳକୁ ଚାପି ଦେଇଥିଲେ। ତେଣୁ ଫସଲ ଅମଳ ପରେ ରାଜକୋଷକୁ ସମୃଦ୍ଧ କରି ରାଜାମାନେ ତ୍ରିବିକ୍ରମ ବାମନଙ୍କ ପରାକ୍ରମକୁ ପାଥେୟ କରି ବାହାରୁଥିଲେ ଦେଶଜୟ କରିବାକୁ । ସୁନିଆଁଠାରୁ ସନ ଓ ସାଲ ଗଣନା ଆରମ୍ଭ ହୁଏ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଘୁଗନି ଏକ ସ୍ନାକ ଫୁଡ଼ / ଜଳଖିଆ ଅଟେ , ଯାହା ପୂର୍ବ ଭାରତ (ଆସାମ, ବଙ୍ଗଳାଦେଶ, ବିହାର, ଓଡିଶା)ରେ ପ୍ରସିଦ୍ଧ ଅଟେ । କଳା ଚଣା କିମ୍ବା ଧଳା /ନୀଳ ରଙ୍ଗର ଶୁଖିଲା ମଟର କୁ ଗ୍ରେଭି କରାଯାଇଥାଏ । ପାରମ୍ପରିକ ପୂର୍ବ ଭାରତ ଶୈଳୀରେ ଏହା ଭାତ ସହିତ ପରସା ଯାଏ, ( କୁରମୁରା ) ଏବଂ ଗରମ ପକୋଡା ସହିତ ପରସା ଯାଏ । ଏହା ପୁରି ସହିତ ମଧ୍ୟ ପରସା ଯାଏ, କିଛି ସଂସ୍କରଣରେ ମାଂସ ମଧ୍ୟ ସାମିଲ ରହିଛି, ଯେପରି ମେମନେ । ଏହା କଲିକତାରେ ଏକ ସାମାନ୍ୟ ଏବଂ ଶସ୍ତା ଭୋଜନ ଅଟେ । ମଙ୍ଗଶେର ଘୁଗନି କୁ ଏକ କଲିକତା ଟ୍ରେଣ୍ଡମାର୍କ ରୂପେ ବର୍ଣ୍ଣିତ କରାଯାଇଛି ।
ବାଳ ଗଙ୍ଗାଧର ତିଳକ (କିମ୍ବା ଲୋକମାନ୍ୟ ତିଳକ, ଉଚ୍ଚାରଣ ; ୨୩ ଜୁଲାଇ ୧୮୫୬(1856-07-23) – ୧ ଅଗଷ୍ଟ ୧୯୨୦(୧୯୨୦-୦୮-୦୧)), ଜଣେ ଭାରତୀୟ ଜାତୀୟବାଦୀ, ସାମ୍ବାଦିକ, ଶିକ୍ଷକ, ସମାଜ ସଂସ୍କାରକ, ଓକିଲ ଏବଂ ସ୍ୱାଧୀନତା ଆନ୍ଦୋଳନକାରୀ ଥିଲେ । ସେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ନେତା ଥିଲେ । ବ୍ରିଟିସ ଉପନିବେଶ ଅଧିକାରୀଗଣ ତାଙ୍କୁ "ଭାରତୀୟ ଆନ୍ଦୋଳନର ପିତା" ନାମରେ ଅଭିହିତ କରିଥିଲେ । ସେ "ଲୋକମାନ୍ୟ" ଉପାଧୀରେ ମଧ୍ୟ ଭୂଷିତ ହୋଇଥିଲେ ଯାହାର ଅର୍ଥ "ଲୋକଙ୍କଦ୍ୱାରା (ନେତା ଭାବେ) ମାନ୍ୟ ବା ଗୃହୀତ"।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିବାହ କହିଲେ ସାଧାରଣତଃ ଜଣେ ପୁରୁଷ ଜଣେ ମହିଳାଙ୍କ ସହିତ ସାମାଜିକ ଓ ଆଇନଗତ ସ୍ୱିକୃତି ସହିତ ସହାବସ୍ଥାନ ଓ ପରସ୍ପର ପ୍ରତି ତଥା ସେମାନଙ୍କର ପିଲାମାନଙ୍କ ଓ ସମ୍ପର୍କୀୟଙ୍କ ପ୍ରତି ଅନ୍ତର୍ନିହିତ ଅଧିକାର ଓ କର୍ତ୍ତବ୍ୟକୁ ବୁଝାଏ । ବିଭିନ୍ନ ସଂସ୍କୃତିରେ ବିବାହର ସଂଜ୍ଞା ଭିନ୍ନ ଥାଏ କିନ୍ତୁ ଏହା ଏକ ଅନୁଷ୍ଠାନ ଯେଉଁଥିରେ ମୂଖ୍ୟତଃ ଯୌନ ସମ୍ପର୍କକୁ ଅଗ୍ରାଧିକାର ଦିଆଯାଏ । ଏହା ସହିତ ପାରିବାରିକ, ସାମାଜିକ, ଅର୍ଥନୈତିକ, ଧର୍ମ ସମ୍ବନ୍ଧୀୟ ଭାବୁକତା ମଧ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । କେତେକ ସଂସ୍କୃତିରେ କୌଣସି ଯୌନ କାରବାର କରିବା ପୂର୍ବରୁ ବିବାହ ବାଧ୍ୟତାମୂଳକ । କେତେକ ସଂସ୍କୃତିରେ ସ୍ଥିରିକୃତ ବିବାହ, ବାଲ୍ୟ ବିବାହ, ଏକାଧିକ ବିବାହ ଓ ବଳପୂର୍ବକ ବିବାହ ପ୍ରଥା ଅଛି । ଅନ୍ୟ ପକ୍ଷରେ ଏହି ଭଳି ବିବାହ ଅନେକ ସ୍ଥାନରେ ବେନିୟମ ଓ ଦଣ୍ଡନୀୟ କାରଣ ଏହା ମହିଳାଙ୍କ ଅଧିକାରର ଆନ୍ତର୍ଜାତୀୟ ନିୟମର ପରିପନ୍ଥି । ବିବାହକୁ ସ୍ୱୀକୃତ ଦିଏ ରାଜ୍ୟ, ସଂଗଠନ, ଆଦିବାସୀ ଦଳ, ସ୍ଥାନୀୟ ଗୋଷ୍ଟି ବା ସମ୍ମାନନୀୟ ବ୍ୟକ୍ତି । ବିବାହକୁ ଅନେକ ଏକ ଅନୁବନ୍ଧିତ କାନୁନୀ ବିବାହ ମନେକରନ୍ତି । କାନୁନୀ ବିବାହରେ ଧାର୍ମିକ କ୍ରିୟା ସମ୍ପାଦିତ ହୁଏ ନାହିଁ । ବିଂଶ ଶତାବ୍ଦୀରେ ଆଗରୁ ଅଣସ୍ୱିକୃତ ଥିବା ଭିନ୍ନ ଜାତି ବିବାହ, ଭିନ୍ନ ବିଶ୍ୱାସ ବିବାହ ଓ ସମଲିଙ୍ଗୀ ବିବାହକୁ ଅନେକ ଦେଶ ସ୍ୱିକୃତି ଦେଇସାରିଛନ୍ତି । ବିବାହ ହିନ୍ଦୁମାନଙ୍କର ଦଶବିଧ ସଂସ୍କାର(ଗର୍ଭାଧାନ, ପୁଂସବନ, ସୀମାନ୍ତୋନ୍ନୟନ, ଜାତକର୍ମ, ନାମକରଣ, ଅନ୍ନପ୍ରାଶନ, ମୁଣ୍ଡନ, ଉପନୟନ, ସମାବର୍ତ୍ତନ, ବିବାହ) ମଧ୍ୟରୁ ଗୋଟିଏ ।
ସଦାଶିବ ତ୍ରିପାଠୀ (୨୧ ଅପ୍ରେଲ ୧୯୧୦–୯ ସେପ୍ଟେମ୍ବର ୧୯୮୦), ଜଣେ ଓଡ଼ିଆ ରାଜନେତା ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ ୨୧ ଫେବୃଆରୀ ୧୯୬୫ ଠାରୁ ୮ ମାର୍ଚ୍ଚ ୧୯୬୭ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ନବକୃଷ୍ଣ ଚୌଧୁରୀଙ୍କ ମନ୍ତ୍ରୀମଣ୍ଡଳରେ ରାଜସ୍ୱମନ୍ତ୍ରୀ ଥିଲାବେଳେ ସେ ପ୍ରଥମେ ଓଡ଼ିଶାରେ ଜମିଦାରୀ ପ୍ରଥାର ଉଚ୍ଛେଦ ପାଇଁ ବିଲ ଆଗତ କରିଥିଲେ ଯାହାକୁ ପରେ ସେ ଏକ ଆଇନ ଭାବରେ କାର୍ଯ୍ୟକାରୀ କରିଥିଲେ । ଓଡ଼ିଶାର ଜମିଜମା ସମ୍ବନ୍ଧୀୟ ନାନାଦି ଆଇନ ଓ ସମସ୍ୟା ସମ୍ବନ୍ଧରେ ସେ ଅନେକ ବିଷୟ ବିଧାନ ସଭାରେ ଉପାସ୍ଥାପନ କରିଥିଲେ ।
ପ୍ରଫୁଲ୍ଲ ଦାସ (ଜନ୍ମ: ୩୦ ସେପ୍ଟେମ୍ବର ୧୯୨୭) ଜଣେ ଓଡ଼ିଆ ଲେଖକ । ତାଙ୍କ ରଚିତ 'ବହ୍ନିମାନ' ପୁସ୍ତକ ନିମନ୍ତେ ତାଙ୍କୁ ଶାରଳା ପୁରସ୍କାରରେ ସମ୍ମାନିତ କରାଯାଇଛି । ମହାତ୍ମା ଗାନ୍ଧୀ ଓ ବିନୋବା ଭାବେଙ୍କ ଆଦର୍ଶଦ୍ଵାରା ଅନୁପ୍ରାଣିତ ହୋଇ ଅହିଂସା ଏବଂ ସେବାକୁ ପ୍ରାଧାନ୍ୟ ଦେଇଥିବା ସାମସମୟିକ ପ୍ରସିଦ୍ଧ । ଓଡ଼ିଆଙ୍କ ମଧ୍ୟରେ ପ୍ରଫୁଲ୍ଲ ଦାସ ଅନ୍ୟତମ । ସେ ଏକଧାରରେ ଗାନ୍ଧୀବାଦୀ ସ୍ଵାଧୀନତା ସଂଗ୍ରାମୀ, ସମାଜସେବୀ ଓ ଲେଖକ । ରାଜକନିକା ଅନ୍ତର୍ଗତ ଜରିସାହିରେ ଜନ୍ମିତ ପ୍ରଫୁଲ୍ଲା ଆଦ୍ୟଶୈଶବରେ ପିତାଙ୍କୁ ହରାଇବା ପରେ ମାତୁଳାଳୟରେ ବଢ଼ିଥିଲେ। କନିକା, କୁଜଙ୍ଗ, ସାଲେପୁର, ବାଲେଶ୍ଵର, ପାରଳାଖେମୁଣ୍ଡି ଆଦିରେ ତାଙ୍କର ବିଦ୍ୟାର୍ଥୀ ଜୀବନ କଟିଥିଲା । ସେ ଛାତ୍ର-ଜୀବନରେ ଆନନ୍ଦ ଚନ୍ଦ୍ର ଜେନାଙ୍କ ‘ଦୁଃଖିନୀ କନିକା’ ଗୀତ, ତାଙ୍କୁ ବିପ୍ଲବୀ ହେବା ପାଇଁ ପ୍ରେରଣା ଯୋଗାଇଥିଲା। ୧୯୪୮ରେ ସେ କନିକା ଅଞ୍ଚଳର ପ୍ରାୟ ଅଶୀ ଜଣ ଦଳିତଙ୍କ ସହ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ପ୍ରବେଶ କରି ଚହଳ ସୃଷ୍ଟି କରିଥିଲେ । ୧୯୫୧ରେ ସେ ପୁରୀର ରାମକୃଷ୍ଣ ମିଶନ ପାଠାଗାରରେ ସ୍ନେଚ୍ଛାସେବକ ଭାବେ କାର୍ଯ୍ୟ କରିବା ସହ ତାଙ୍କର ସାରସ୍ୱତ ଜୀବନ ଆରମ୍ଭ ହୋଇଥିଲା। ପୁରୀ ଅବସ୍ଥାନ କାଳରେ ସେ ‘ଶତଦଳ’ ନାମକ ସାହିତ୍ୟ ପତ୍ରିକା ପ୍ରକାଶ କରୁଥିଲେ। ସାହିତ୍ୟର ବିକାଶ ପାଇଁ ସାହିତ୍ୟ ସଭା ଆୟୋଜନ ସହ ପ୍ରସିଦ୍ଧ ସାହିତ୍ୟିକଙ୍କର ଜନ୍ମ ଦିନ ପାଳନ କରୁଥିଲେ। ସନ୍ଥ ବିନୋବା ଭାବେଙ୍କ ଭୂଦାନ ଆନ୍ଦୋଳନ ସହ ପ୍ରଫୁଲ୍ଲ ସଂପୃକ୍ତ ହୋଇ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। କାଳିକାପୁରରେ ଭୂଦାନ ମେଳା ଆୟୋଜନ କରି ପ୍ରାୟ ଏଗାର ଶହ ଏକର ଜମି ସଂଗ୍ରହ କରିଥିଲେ । ସମାଜସେବା, ଗ୍ରାମ ସଂଗଠନ, ନିଶା ନିବାରଣ, ଦାରିଦ୍ର୍ୟ-ଅଶିକ୍ଷାରୋଗ ବିରୋଧୀ ଆନ୍ଦୋଳନ, ଜମିଦାର ବିରୋଧୀ ଆନ୍ଦୋଳନ, କୁଷ୍ଠ ନିରାକରଣ ଆଦି କ୍ଷେତ୍ରରେ କାର୍ଯ୍ୟ ତାଙ୍କ ମହାନତାର ପରିଚୟ ଦିଏ । 'ନେତାଜୀ ଆଉ ଫେରିନାହାନ୍ତି', 'ଫାଶୀ ମଞ୍ଚରେ ବିପ୍ଳବୀ’, ‘ପ୍ରତାରଣାର ଶହେ ବର୍ଷ’, ‘ସେହି ରକ୍ତାକ୍ତ ଅଗଷ୍ଟ ପନ୍ଦର’, ‘ଭାରତ ବିଭାଜନ', ‘ରାଜଦ୍ରୋହୀ’, ‘ଅଗ୍ନି ଯୁଗର ଆହ୍ଲାନ’, ‘ରକ୍ତସ୍ନାତା’, ‘ବହ୍ନିମାନ' ଆଦି ତାଙ୍କ ଦ୍ବାରା ଲିଖିତ ପ୍ରସିଦ୍ଧ ପୁସ୍ତକ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
୨୨ ଜୁଲାଇ ୨୦୦୯ ମସିହାର ସୂର୍ଯ୍ୟଗ୍ରହଣ ୨୧ବିଂ ସଦୀର ସବୁଠାରୁ ଲମ୍ବା ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଥିଲା, ଯାହା କିଛି ସ୍ଥାନରେ ୬ ମିନିଟ ୩୯ ସେକେଣ୍ଡ ପର୍ଯ୍ୟନ୍ତ ରହିଥିଲା । ଏହି କାରଣରୁ ଚୀନ, ନେପାଳ ଏବଂ ଭାରତରେ ପର୍ଯ୍ୟଟନ ରୁଚି ମଧ୍ୟ ବଢ଼ିଥିଲା । ଏହି ଗ୍ରହଣ ସୁର୍ଯ୍ୟ-ଚକ୍ର ୧୩୬ର ଏକ ଭାଗ ଅଟେ, ଯେପରି କୀର୍ତ୍ତିମାନ-ସ୍ଥାପକ ୧୧ ଜୁଲାଇ ୧୯୯୧ ମସିହାର ସୂର୍ଯ୍ୟଗ୍ରହଣ ଥିଲା । ଏହି ଶୃଙ୍ଖଳାରେ ଏହା ପରର ଘଟଣା ୨ ଅଗଷ୍ଟ ୨୦୨୭ ମସିହାରେ ହେବ । ଏହାର ଲମ୍ବା ଅବଧି ଏଥିପାଇଁ ରହିଛି କି, ଚନ୍ଦ୍ରମା ଉପଭୂ ବିନ୍ଦୁରେ ରହିଛି, ଯାହାଦ୍ୱାରା ଚନ୍ଦ୍ରମାର ପ୍ରକୃତ ବ୍ୟାସ ସୂର୍ଯ୍ୟରୁ ୮% ବଡ ଅଟେ (ଗ୍ରହଣର ପରିମାଣ ୧.୦୮୦) ତଥା ପୃଥିବୀ ଉପସୌରିକା ନିକଟ ଅଟେ, ଯେଉଁଠାରେ ସୂର୍ଯ୍ୟ ଅଳ୍ପ ଛୋଟ ଦେଖାଯାଇଥାଏ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଦାଶରଥି ପଟ୍ଟନାୟକ (୧୨ ଜୁଲାଇ ୧୯୦୭ - ୧୨ ସେପ୍ଟେମ୍ବର ୧୯୯୭) ଓଡ଼ିଶାର ଜଣେ ସଂଗ୍ରାହକ ଓ ଓଡ଼ିଆ ପାଠାଗାର ଆନ୍ଦୋଳନର ପୁରୋଧା । ସେ ଦଶ ପଇସାର ରାଜା ଓ ଖୁଣ୍ଟାତଡ଼ା ରାଜା ଓ ଦାଶିଆ ଅଜା ଭାବରେ ମଧ୍ୟ ପରିଚିତ । ସେ ବାଞ୍ଛାନିଧି ପାଠାଗାର (୧୯୫୯), ଶ୍ରୀ ଅରବିନ୍ଦ ସଂଗ୍ରହାଳୟ (୧୯୭୩) ଓ ଯଦୁମଣି ସାହିତ୍ୟ ସଂସଦ (୧୯୭୫) ପ୍ରତିଷ୍ଠା କରିଥିଲେ । ୧୯୯୭ ମସିହା ସେପ୍ଟେମ୍ବର ୧୨ତାରିଖରେ ତାଙ୍କର ପରଲୋକ ହୋଇଥିଲା ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ବିନୋଦ ଚନ୍ଦ୍ର ନାୟକ(୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩ ) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ରକ୍ତ ହେଉଛି ଏକ ପ୍ରକାର ସଂଯୋଜକ ତନ୍ତୁ । ଏହାର ଅନ୍ତର୍ଗତ ଜୀବକୋଷଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ଵାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗରେ ପାର୍ଥକ୍ୟ ଦେଖାଯାଇଥାଏ । ଅଣୁବୀକ୍ଷଣ ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
ବ୍ରଜରାଜ କ୍ଷତ୍ରିୟ ବୀରବର ଚମ୍ପତି ସିଂହ ମହାପାତ୍ର (୧୫ ସେପ୍ଟେମ୍ବର ୧୯୨୧ - ୩୦ ନଭେମ୍ବର, ୨୦୧୫) ଜଣେ ଭାରତୀୟ ରାଜା ଓ ବ୍ରିଟିସ ଭାରତର ଶେଷ ରାଜା ଥିଲେ । ସେ ଓଡ଼ିଶାର କଟକ ଜିଲ୍ଲା ଅନ୍ତର୍ଗତ ତିଗିରିଆର ରାଜା ଥିଲେ । ତାଙ୍କ ପୂର୍ବପୁରୁଷ ୧୨୪୬ ମସିହାରେ ରାଜସ୍ଥାନରୁ ଆସି ଘଞ୍ଚ ବଣଜଙ୍ଗଲ ଘେରା ତିଗିରିଆରେ ଶାସନ ଆରମ୍ଭ କରିଥିଲେ । ୨୦୧୫ ମସିହା ନଭେମ୍ବର ୩୦ ତାରିଖରେ ୯୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।