ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କିଡ୍ନାପ୍, ୨୦୧୪ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଲୋକନାଥ ଦାଶ ଏବଂ ନବୀନ ଚନ୍ଦ୍ର ପରିଚ୍ଛା । ଲୋକନାଥ ଦାଶ ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ । ଡଃ ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ସୀମାଞ୍ଚଳ ନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ପ୍ରଶାନ୍ତ ପାଢ଼ୀ ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ( Chandragupta morya) :(321 ଖ୍ରୀ: ପୂରୁ 298 ଖ୍ରୀ: ପୂ ); ଚନ୍ଦ୍ରଗୁପ୍ତ "ମୌର୍ଯ୍ୟ" ସାମ୍ରାଜ୍ୟର ପ୍ରତିଷ୍ଠାତା ଥିଲେ । ସେ ଏକ ସାଧାରଣ ପରିବାରରେ ଜନ୍ମଗଜନ୍ମଗ୍ରହଣ କରିଥିଲେ । ସେ କୌଟିଲ୍ୟ ଚାଣକ୍ୟଙ୍କର(ଅର୍ଥଶାସ୍ତ୍ର ର ରଚୟୀତା) ଶିଷ୍ୟ ଥିଲେ ।ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ହିଁ ଦେଶ ର ପ୍ରଥମ ଶାସକ ଥିଲେ ଯିଏକି ସମ୍ପୂର୍ଣ ଭାରତ କୁ ସର୍ବ ପ୍ରଥମେ ନିଜ ଅଧୀନ କୁ ଆଣିଥିଲେ । ଐତିହାସିକ ମାନଙ୍କ ମତରେ ସେ ଜୈନଧର୍ମଲମ୍ବୀ ଥିଲେ । ସେ ତାଙ୍କର ଶାସନ ପଦ୍ଧତି ସବୁ ଶିଲଲେଖ ମାଧ୍ୟମରେ ଲେଖଉଥିଲେ , ଯାହାକି ଏଜି ମଧ୍ୟ ଦେଖିବାକୁ ମିଳେ ।ତାଙ୍କର ନାତି ଯିଏ କି ସମ୍ରାଟ ''ଅଶୋକ'' ନାମ ରେ ସାରା ବିଶ୍ଵ ରେ ପରିଚିତ ,ସେ ଏକ ଐତିହାସିକ ସ୍ତମ୍ବ ସ୍ଥାପନ କରିଥିଲେ ଏବଂ ସେ ଭାରତରେ ବୌଦ୍ଧ ଧର୍ମ ର ପ୍ରଚାର ପ୍ରସାର ପାଇଁ ଅନେକ ଉଲେଖନୀୟ କାର୍ଯ୍ୟ କରିଥିଲେ । ମହାନ ଗ୍ରୀକ ଦାର୍ଶନିକ ମେଘାସ୍ଥିନିସ ତାଙ୍କ ଦରବାର ରେ ୪ ବର୍ଷ ଗ୍ରୀକ ପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ଗ୍ରୀକ ଓ ଲାଟିନରେ ଚନ୍ଦ୍ରଗୁପ୍ତ ''ସାନ୍ଦ୍ରୋକୋଟୋସ''ଏବଂ ''ଅଣ୍ଡ୍ରୋକୋଟୋସ'' ନାମରେ ମଧ୍ୟ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ନିମୋନିକ ପ୍ଲେଗ (Pneumonic plague) ଏକ ସାଂଘାତିକ ଫୁସଫୁସ ସଂକ୍ରମଣ (lung infection) ଯାହା ଏକ ପ୍ରକାର ଜୀବାଣୁ (bacterium) ୟେରସିନିଆ ପେସ୍ଟିସ (Yersinia pestis) କୃତ ହୁଏ । ଜ୍ୱର, ମୁଣ୍ଡବଥା, ଅଣନିଶ୍ୱାସୀ (shortness of breath), ଛାତି ଯନ୍ତ୍ରଣା (chest pain) ଓ କାଶ ଇତ୍ୟଦି ଲକ୍ଷଣମାନ ଏହି ରୋଗରେ ପ୍ରକାଶ ପାଏ । ସଂସ୍ପର୍ଶରେ ଆସିବାର ୩ରୁ ୭ ଦିନ ପରେ ଏହା ଆରମ୍ଭ ହୁଏ । ତିନି ପ୍ରକାର ପ୍ଲେଗ (plague) ରୋଗ ମଧ୍ୟରୁ ଏହା ଗୋଟିଏ: ଅନ୍ୟ ଦୁଇଟି ଯଥାକ୍ରମେ ସେପ୍ଟିସେମିକ ପ୍ଲେଗ (septicemic plague) ଓ ବୁବୋନିକ ପ୍ଲେଗ (bubonic plague) ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ । ହିନ୍ଦୁ ପରମ୍ପରା ଅନୁଯାୟୀ ବର୍ଷରେ ପାଞ୍ଚଥର (ପୌଷ, ମାଘ, ଚୈତ୍ର, ଆଷାଢ଼ ଓ ଆଶ୍ଵିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତ ଋତୁରେ ପାଳିତ ହେଉଥିବା (ଆଶ୍ୱିନ ମାସ ଶୁକ୍ଳପକ୍ଷ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ଵବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ଵବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ଵ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।
ଛତୁକୁ ଖାଦ୍ୟରୂପେ ବ୍ୟବହାର କରାଯାଏ । ସାରାବିଶ୍ୱରେ ପ୍ରାୟ ୪୦୦ପ୍ରକାର ଛତୁ ଦେଖାଯାଏ; ତନ୍ମଧ୍ୟରୁ ଅନ୍ୟୁନ ୨୦୦ପ୍ରଜାତିର ଛତୁ ଅଧୁନା ଅବଲୁପ୍ତପ୍ରାୟ । ଛତୁ ମଧ୍ୟରେ ବାଲି ଛତୁ, ବୁଢ଼ାବୁଢ଼ୀ ଛତୁ, ନାଡ ଛତୁ, ହୁଙ୍କା ଛତୁ, ପାଳ ଛତୁର ବେଶ୍ ଆଦର ରହିଛି । ଛତୁକୁ ତରକାରୀ ଛଡ଼ା ଭାଜି ଓ ନିଆଁରେ ପୋଡ଼ି ଖିଆଯାଏ । ତେବେ ବାଲି ଛତୁର ସ୍ୱାଦ ଅତୀବ ରୁଚିକର, ତେବେ ମଧ୍ୟ ବୁଢ଼ାବୁଢ଼ୀ ଓ ହୁଙ୍କା ଛତୁର ମଧ୍ୟ ବେଶ୍ ଆଦର ରହିଛି ।ଏହି ଛତୁସବୁ ବର୍ଷାଋତୁରେ ଫୁଟିଥାଏ । ବର୍ଷା ହେଲେ ଗ୍ରାମରେ ବସବାସ କରୁଥିବା ଲୋକମାନେ ଛତୁ ତୋଳିବା ପାଇଁ ସକାଳୁ ଉଠି ପଡ଼ିଆ, ବଣ, ବିଲ ଆଦି ଅଞ୍ଚଳରେ ଘୁରିବୁଲନ୍ତି । ମାତ୍ର ବିଗତ ୨୦ବର୍ଷ ହେବ ଅଧିକାଂଶ ଛତୁ ଆଉ ଦେଖିବାକୁ ମିଳୁନାହିଁ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଆଶ୍ଵିନ ମାସ କୃଷ୍ଣପକ୍ଷ ପ୍ରତିପଦ ଠାରୁ ଅମାବାସ୍ୟା ପର୍ଯ୍ୟନ୍ତ କାଳ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । ଏହି ସମୟରେ ହେମନ୍ତ ଋତୁ ଧରାପୃଷ୍ଟରେ ପ୍ରବେଶ କରେ ଓ 'ଭଗ ନାମକ ହିରଣ୍ୟ ରେତସ ସୂର୍ଯ୍ୟ' କନ୍ୟା ରାଶିକୁ ସ୍ପର୍ଶ କରନ୍ତି ଅର୍ଥାତ୍ ଆଶ୍ଵିନ କୃଷ୍ଣପକ୍ଷ ପ୍ରତିପଦ ତିଥି ଆରମ୍ଭ ହୁଏ । କୁହାଯାଏ ଯେ, ଏହି ସମୟରେ ପିତୃଲୋକର ସବୁ ଅତୃପ୍ତ ପ୍ରେତ ପ୍ରେତତ୍ଵରୁ ମୁକ୍ତି ପାଇଥାନ୍ତି । କନ୍ୟାରାଶିକୁ ଭଗ ନାମକ ସୂର୍ଯ୍ୟ ଗମନ କଲେ ପିତୃରାଜ୍ୟରେ ଶୁଭଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି । ତେଣୁ ଅବିମୁକ୍ତ ଥିବା ପ୍ରେତମାନେ ଏହି ସୂର୍ଯ୍ୟଙ୍କର କିରଣକୁ ସହ୍ୟ କରିପାରନ୍ତି ନାହିଁ । ତେଣୁ ପିତୃଲୋକମାନେ କନ୍ୟା ସଂଯୁକ୍ତ ହୋଇ ତିଳୋଦଳ ପାଇଁ ଆଗ୍ରହ ପ୍ରକାଶ କରିଥାନ୍ତି । ଯଦି ପୁତ୍ର ବା ବଂଶଜମାନେ ତିଳ ତର୍ପଣ ନ କରନ୍ତି ତେବେ ପିତୃପୁରୁଷମାନେ ଉତକ୍ଷିପ୍ତ ହୋଇ ଅଭିଶାପ ପ୍ରଦାନ କରନ୍ତି । ଆଶ୍ଵିନ ମାସର ଚାନ୍ଦ୍ରମାସ ପକ୍ଷ ବା କୃଷ୍ଣପକ୍ଷ ପୃଥିବୀପୃଷ୍ଠଟି ମହାଆଳୟରେ ପରିଣତ ହୋଇଥାଏ । ପିତୃ ଓ ଅବିମୁକ୍ତ ପିତୃ ଉଭୟ ଶ୍ରଦ୍ଧା କାମନାରେ ନିଜ ଗୃହରେ ଉପଗତ ହୋଇଥାଆନ୍ତି ।
ରୋମିଓ ଜୁଲିଏଟ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର । ଏହି ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଧାକର ବସନ୍ତ ଏବଂ ପ୍ରଯୋଜନା କରିଥିଲେ ରମେଶ ବାରିକ । ଚଳଚ୍ଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନେତା ଅରିନ୍ଦମ ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଅଭିନୟ କରିଥିଲେ । ସଙ୍ଗୀତ ନିର୍ଦ୍ଦେଶନା ଦାୟିତ୍ୱରେ ଥିଲେ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ । ଏହି ଚଳଚ୍ଚିତ୍ରଟି ରଜ ସମୟରେ ମୁକ୍ତିଲାଭ କରିବା ପାଇଁ ଚାରିଆଡ଼େ ଚର୍ଚ୍ଚା ହେଉଥିଲା, ମାତ୍ର ରଜର ଠିକ୍ ମାସେ ପରେ ଅର୍ଥାତ ଜୁଲାଇ ୧୪ରେ ମୁକ୍ତିଲାଭ କରିଥିଲା । ଏ ମନ ମାନେନା ଏବଂ ପର୍ଶୁରାମ ଚଳଚ୍ଚିତ୍ର ପରେ ଅରିନ୍ଦମ ଏବଂ ବର୍ଷାଙ୍କର ଏହା ଥିଲା ତୃତୀୟ ଚଳଚ୍ଚିତ୍ର ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଶ୍ରାଦ୍ଧକର୍ମରେ ଅନ୍ତରର ଶ୍ରଦ୍ଧା ହେଉଛି ମୁଖ୍ୟ । ଅନ୍ତରର ଶ୍ରଦ୍ଧା ନଥାଇ କୌଣସି କାର୍ଯ୍ୟ ଫଳଦାୟକ ହୁଏ ନାହିଁ । ଜଣେ ଗୃହସ୍ଥ ପକ୍ଷରେ ବର୍ଷକ ମଧ୍ୟରେ ଚାରିଗୋଟି ଶ୍ରାଦ୍ଧ ସ୍ୱତନ୍ତ୍ର ଭାବେ କରିବାର ବ୍ୟବସ୍ଥା ଅଛି, ଯଥା: ପିତୃଶ୍ରାଦ୍ଧ, ମାତୃଶ୍ରାଦ୍ଧ, ମହାଳୟା ଶ୍ରାଦ୍ଧ ଓ ଦୀପଦାନ ବା ପୟାଶ୍ରାଦ୍ଧ । ପ୍ରତିବର୍ଷ ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅପରପକ୍ଷ ଆରମ୍ଭ ହୋଇ ସେହି ମାସର ଅମାବାସ୍ୟା ତିଥିରେ, ମହାଳୟା ଶ୍ରାଦ୍ଧ ପରେ, ପିତୃପକ୍ଷର ପରିସମାପ୍ତି ହୁଏ । ଏହି ପିତୃପକ୍ଷରେ ପ୍ରତ୍ୟେକ ଦିନ ପାର୍ବଣ ଶ୍ରାଦ୍ଧ ମହାଳୟା ବିଧିବିଧାନରେ କରଣୀୟ । ଏହି ପକ୍ଷରେ ପିତୃପୁରୁଷମାନେ ନିଜନିଜର ଆତ୍ମୀୟମାନଙ୍କଠାରୁ ତିଳୋଦକ ଓ ଅନ୍ନବ୍ୟଞ୍ଜନ ପାଇବାକୁ ଆଗ୍ରହୀ ଥାଇ ମର୍ତ୍ତ୍ୟମଣ୍ଡଳକୁ ଅବତରଣ କରିଥାନ୍ତି । ପ୍ରତ୍ୟେକ ଦିନ ତର୍ପଣ, ଶ୍ରାଦ୍ଧ ଓ ପିଣ୍ଡଦାନ କରି ତୃପ୍ତି କରିବାର ଅନୁକୂଳ ସମୟ । ଅସୁବିଧାବଶତଃ ପ୍ରତ୍ୟେକ ଦିନ ଶ୍ରାଦ୍ଧ ନ କରି ପାରିଲେ ଅନ୍ତତଃପକ୍ଷେ ପିତାଙ୍କର ଦେହାନ୍ତ ଯେଉଁ ତିଥିରେ ହୋଇଥିବ, ସେହିଦିନ ଶ୍ରାଦ୍ଧ କରିବା ବିଧେୟ । କିନ୍ତୁ ଅମାବାସ୍ୟା ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ତର୍ପଣ ଚାଲୁ ରଖିବାକୁ ହେବ । ପ୍ରତ୍ୟହ ତର୍ପଣ ପରେ ବୈଶ୍ୱଦେବ କରିବା ଉଚିତ, କାରଣ ବୈଶ୍ୱଦେବ ଏକପ୍ରକାର ଶ୍ରାଦ୍ଧର ଅନ୍ତର୍ଗତ । ଯେଉଁ ଗୃହସ୍ଥଙ୍କ ପିତା ପୂର୍ଣ୍ଣିମା ତିଥିରେ ମୃତ୍ୟୁବରଣ କରିଥିବେ, ତାଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟା ଦିନ ମହାଳୟା ବିଧିରେ ଶ୍ରାଦ୍ଧ କରାଯିବ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଡ୍ରାକୁନ୍କୁଲିଆସିସ, ଅନ୍ୟ ନାମ ଗିନି ପୋକ ରୋଗ ବା ଇଂରାଜୀରେ ('''guinea worm disease''') (GWD), ଏକ ସଂକ୍ରାମକ ରୋଗ ଯାହା ଡ୍ରାକୁନକୁଲସ୍ ମେଡିନେନ୍ସିସ ବା ଗିନି ପୋକଦ୍ୱାରା ହୁଏ । ଗିନି ପୋକ ଲାର୍ଭାଦ୍ୱାରା ସଂକ୍ରମିତ ୱାଟର ଫ୍ଲି, ଇଂରାଜୀରେ water fleas ଥିବା ଜଳ ପାନ କଲେ ଏହି ରୋଗ ହୁଏ । ପ୍ରାରମ୍ଭରେ କୌଣସି ଲକ୍ଷଣ ନ ଥାଏ । ପ୍ରାୟ ଏକ ବର୍ଷ ପରେ ମାଈ ଗିନି ପୋକ ସାଧାରଣତଃ ଗୋଡ଼ ଚମରେ ଫୋଟକା କଲେ ଜଳା ପୋଡ଼ା ହୁଏ । କିଛି ସପ୍ତାହ ମଧ୍ୟରେ ପୋକ ବାହାରକୁ ବାହାରି ଚମକୁ ଆସେ । During this time, it may be difficult to walk or work. ଏହି ରୋଗରେ ମୃତ୍ୟୁ ଏକ ଅସାଧାରଣ କଥା । ଗିନି ପୋକଦ୍ୱାରା ଏକମାତ୍ର ମାନବ ସଂକ୍ରମିତ ହୁଏ । ବୟଃପ୍ରାପ୍ତ ମାଈ ପୋକର ଲମ୍ବ ୬୦ରୁ ୧୦୦ ସେମି (ଅଣ୍ଡିରା ପୋକ ଏହାଠାରୁ ଛୋଟ) ଓ ପ୍ରସ୍ଥ ଏକରୁ ଦୁଇ ମିମି ଥାଏ । ମାନବ ଶରୀର ବାହାରେ ଏହାର ଅଣ୍ଡା ପ୍ରାୟ ୩ ସପ୍ରାହ ବଞ୍ଚି ପାରନ୍ତି । ୱାଟର ଫ୍ଲିଦ୍ୱାରା ଭକ୍ଷିତ ହେଲେ ସଂକ୍ରମଣ ହୁଏ । ୱାଟର ଫ୍ଲି ଦେହ ଭିତରେ ଲାର୍ଭା ୪ ମାସ ପର୍ଯ୍ୟନ୍ତ ବଞ୍ଚିପାରନ୍ତି । ସେହି ଅଞ୍ଚଳରେ ରୋଗ ରହିବା ନିମନ୍ତେ ପ୍ରତି ବର୍ଷ ମାନବ ରୋଗ ଗ୍ରସ୍ତ ହେବା ଆବଶ୍ୟକ । ଏହାର ଚିହ୍ନ ଓ ଲକ୍ଷଣ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରିହୁଏ । ଶୀଘ୍ର ରୋଗ ନିର୍ଣ୍ଣୟ କରି କ୍ଷତକୁ ପିଇବା ପାଣି ସଂସ୍ପର୍ଶରେ ନ ଆସିବା ବ୍ୟବସ୍ଥା କରିବାକୁ ହୁଏ । ପରିସ୍କାର ପିଇବା ପାଣି ନ ମିଳିଲେ ଫିଲ୍ଟର ଜଳ ବା ବିଶୁଦ୍ଧ ଜଳ ସଂଗ୍ରହ କରି ପିଇବାକୁ ହୁଏ । କେବଳ କନା ଫିଲ୍ଟର୍ ଯଥେଷ୍ଟ ନୁହେଁ । ଟେମେଫସ୍ (temefos) ନାମକ ଏକ ରାସାୟନିକ ପଦାର୍ଥଦ୍ୱାରା ଲାର୍ଭାକୁ ମାରି ପାନୀୟ ଜଳକୁ ବିଶୁଦ୍ଧ କରାଯାଇପାରେ । ଏହି ରୋଗ ନିମନ୍ତେ କୌଣସି ଔଷଧ ବା ଟିକା ଆବିଷ୍କୃତ ହୋଇନାହିଁ । ପକକୁ ଗୋଟିଏ କାଠି ସାହାଯ୍ୟରେ ଗୁଡ଼େଇ ବାହାର କରାଯାଏ । ପୋକ ବାହାରିବା ପରେ ସେହି କ୍ଷତରେ ଜୀବାଣୁ ସଂକ୍ରମଣ ହୋଇପାରେ । ପୋକ ବାହାରିଯିବା ପରେ ମଧ୍ୟ ମାସ ମାସ ଧରି ଯନ୍ତ୍ରଣା ଚାଲୁ ରହିପାରେ । ସନ ୨୦୧୩ରେ ୧୪୮ଟି ରୋଗର ରିପୋର୍ଟ ମିଳିଥିଲା । ସନ ୧୯୮୬ରେ ହୋଇଥିବା ୩.୫ ନିୟୁତରୁ ଏହା କମିଯାଇଥିଲା । ସନ ୧୯୮୦ ମସିହାରେ ୨୦ଟି ଦେଶରେ ହେଉଥିବା ଏହି ରୋଗ ଖସି କେବଳ ୪ଟି ଆଫ୍ରିକା ଦେଶରେ ଅଛି । ଏହା ମୂଖ୍ୟତଃ ଦକ୍ଷିଣ ସୁଦାନ ଦେଶରେ ହେଉଥିଲା । ସମ୍ଭବତଃ ନିର୍ମୂଳ କରାଯାଇଥିବା ପ୍ରଥମ ପରଜୀବୀ ରୋଗର ମାନ୍ୟତା ଏହା ପାଇବ । ପୁରାତନ କାଳରୁ ଏହି ରୋଗ ଅଛି । ଏବର୍ସ ପାପିରସରେ ସନ ୧୫୫୦ରେ ଏହା ବିଷୟରେ ଉଲ୍ଲେଖ ଅଛି । ଲାଟିନ ଭାଷାରୁ ଏହାର ନାମ ନିଅଯାଇଛି ଯାହାର ଅର୍ଥ ଛୋଟ ଡ୍ରାଗନ ରୋଗ । ୟୁରୋପ ଲୋକମାନେ ୧୭ତମ ଶତାବ୍ଦୀରେ ପଶ୍ଚିମ ଆଫ୍ରିକାର ଗିନି ଉପକୂଳରେ ପ୍ରଥମେ ଏହି ପୋକ ଦେଖି ଗିନି ପୋକ ନାମକରଣ କରିଥିଲେ । ଏହିଭଳି ଏକ ପ୍ରକାର ପୋକ ପଶୁମାନଙ୍କୁ ଆକ୍ରମଣ କରେ ।.
ବାଟ ଓଷା ବା ଦାଣ୍ଡ ପହଁରା ଓଷା ପୌଷମାସ କୃଷ୍ଣ ଦ୍ଵିତୀୟା ତିଥିରେ ପାଳନ କରାଯାଏ । ଏହି ଓଷା ଯମରାଜାଙ୍କ ଉଦ୍ଦେଶ୍ୟରେ ପାଳନ କରାଯାଏ । ପ୍ରତ୍ୟେକ ମାଆମାନେ ନିଜ ପୁତ୍ରମାନେ ଦୀର୍ଘାୟୁ ହେବା ନିମନ୍ତେ ରାତିରେ ଉପବାସ ରହି ବଜ୍ରମୂଳି ଗଛରେ ଦାଣ୍ଡ ପହଁରି ନିଜ ନିଜର ପୁତ୍ରମାନଙ୍କୁ ଝାଡ଼ିଥାନ୍ତି । ଇନ୍ଦ୍ରଙ୍କର ଅମୋଘ ଅସ୍ତ୍ର ହେଉଛି ବଜ୍ର । ସେଥିପାଇଁ ପ୍ରବାଦ ଅଛି-ମାତାମାନେ ନିଜ ସନ୍ତାନର ଦୀର୍ଘଜୀବନ କାମନା କରି ଓଷା ମଣ୍ଡପର ଚତୁର୍ପାଶ୍ଵକୁ ବଜ୍ରମୂଳିରେ ପହଁରିବା ପରେ ସେଥିରେ ସନ୍ତାନମାନଙ୍କୁ ଝାଡ଼ିଥାନ୍ତି । ପୌରାଣିକ ମତେ ମୃତ୍ୟୁର ଦେବତା ଯମ ଅତ୍ୟନ୍ତ କଠୋର ଓ ମର୍ମତୁଦ, ସେ ପ୍ରାଣୀର କର୍ମ ଅନୁସାରେ, ମୃତ୍ୟୁପରେ ଦଣ୍ଡବିଧାନ କରନ୍ତି । ଗରମ ତେଲ କଢ଼େଇରେ ପକାଇବା, ତାହାର ଚକ୍ଷୁ ଓ କର୍ଣ୍ଣରେ ଗରମ ତେଲ ପକାଇବା; ଅସତୀ ଦୋଚାରୁଣୀମାନଙ୍କୁ ଶିମିଳି ଗଛରେ ଟାଙ୍ଗିବା ସହ ବିଛା, କଙ୍କଡା, ନାଗମାନଙ୍କଦ୍ଵାରା ଅନେକ ଯନ୍ତ୍ରଣା ଦିଅନ୍ତି । ଏସବୁ ଯନ୍ତ୍ରଣାରୁ ରକ୍ଷା କରିବା ଏବଂ ଯମଙ୍କୁ ପ୍ରସନ୍ନ କରିବା ଉଦ୍ଦେଶ୍ୟରେ ବାଟ ଓଷା ବା ଦାଣ୍ଡ ପହଁରା ଓଷାର ସୃଷ୍ଟି । ଏହା ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ, ନୂଆ ଧାନ କୁଟି ମଣ୍ଡାପିଠା, ମୁଢି, ଖଇ, ମୁଆଁ, ଚୁଡା, କଦଳୀ, ମୂଳା, ଆଖୁ, କରମଙ୍ଗା, କନ୍ଦମୂଳ, ତୁଷ ଓ କୁଣ୍ଡା ଆଦି ନୈବେଦ୍ୟ କରାଯାଏ । ଗାଁ ଦାଣ୍ଡ ବା ବନସ୍ତରେ ଗାତ ଖୋଳାଯାଇ, ଗୋଟିଏ ପାତ୍ରରେ ସିନ୍ଦୂରରେ ଯମଙ୍କ ପ୍ରତିମା ସ୍ଥାପନ ପୂର୍ବକ ମାତାମାନେ ଚାରିପଟେ ଚାଙ୍ଗୁଡା ଧରି, ବଜ୍ରମୂଳି ଉପରେ ରଖି କପଡ଼ା ଢାଙ୍କି ବସନ୍ତି ଏବଂ ଯମ ଦେବତାଙ୍କୁ ଷୋଡ଼ଶୋପଚାରରେ ବ୍ରାହ୍ମଣଙ୍କଦ୍ଵାରା ପୂଜାର୍ଚ୍ଚନା କରନ୍ତି । ତାହା ପରେ ମାତାମାନେ ନିଜ ସନ୍ତାନମାନଙ୍କର ଦୀର୍ଘଜୀବନ କାମନା କରି ଯମଙ୍କୁ ସ୍ମରଣ କରିଥାନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ଓ ଭାରତବାସୀଙ୍କଦ୍ଵାରା ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ଵକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାର ଉଜ୍ଜ୍ଵଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ ତାର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ । ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ଵ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତରଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା। ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କଦ୍ଵାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
କଣ୍ଡୋମ (ଇଂରାଜୀ ଭାଷାରେ condom) ଏକ ମୁଣି ଆକାରର ଏକ ପ୍ରତିବନ୍ଧ ଉପକରଣ (barrier device) ଯାହା ଯୌନ ସମ୍ଭୋଗ (sexual intercourse) ସମୟରେ ଗର୍ଭାଧାନ ସମ୍ଭାବନା ଓ ଯୌନସଞ୍ଚାରିତ ସଂକ୍ରମଣ (sexually transmitted infection ବା STIs) ରୋକିବା ନିମନ୍ତେ ବ୍ୟବହାର କରାଯାଏ । ଏଥି ନିମନ୍ତେ ଉଭୟ ପୁରୁଷ ଓ ମହିଳା କଣ୍ଡୋମ (female condom) ମିଳେ । ସଠିକ ଭାବରେ ପ୍ରତ୍ୟେକ ନାରୀ-ପୁରୁଷ ସମ୍ଭୋଗ ସମୟରେ ପୁରୁଷ ସାଥୀ କଣ୍ଡୋମ ବ୍ୟବହାର କଲେ ମାତ୍ର ୨% ଗର୍ଭାଧାନ ହାର ହୁଏ । କିନ୍ତୁ ସାଧାରଣ ବ୍ୟବହାରରେ ଏହି ହାର ପ୍ରାୟ ବାର୍ଷିକ ୧୮% ହୁଏ । କଣ୍ଡୋମ ବ୍ୟବହାର କଲେ ଗନରିଆ, କ୍ଲାମିଡିଆ (chlamydia), ଟ୍ରାଇକୋମୋନିଆସିସ୍, ହେପାଟାଇଟିସ ବି ଓ ଏଚଆଇଭି/ଏଡସ ଇତ୍ୟାଦି ରୋଗ ସଙ୍କଟ ଅନେକ ପରିମାଣରେ କମିଯାଏ । କିଛି ପରିମାଣରେ ସୁରକ୍ଷା ମିଳୁଥିବା ଅନ୍ୟ କେତେକ ରୋଗମାନଙ୍କ ନାମ ଜେନିଟାଲ ହର୍ପିସ (genital herpes), ହ୍ୟୁମାନ ପାପିଲୋମା ଭୁତାଣୁ (human papillomavirus ବା HPV) ଓ ସିଫିଲିସ୍ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୌରୀକୁମାର ବ୍ରହ୍ମା (୨୦ ଫେବ୍ରୁଆରୀ ୧୯୨୦-୨୯ ସେପ୍ଟେମ୍ବର ୨୦୧୧) ଓଡ଼ିଶାର ଜଣେ ବାଗ୍ମୀ, ସମାଲୋଚକ, ସମୀକ୍ଷକ ଓ ପ୍ରଫେସର ଥିଲେ। ସେ ଓଡ଼ିଆ, ଇଂରାଜୀ, ସଂସ୍କୃତ ଓ ହିନ୍ଦୀ ଭାଷାରେ ଦୀର୍ଘ ସମୟ ଧରି ବକ୍ତୃତା ଦେବାରେ ଲୋକପ୍ରିୟ ଥିଲେ । ତାଙ୍କର ବକ୍ତୃତା ପ୍ରଧାନତଃ ଜଗନ୍ନାଥ ଓ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ସମ୍ବନ୍ଧରେ ଥିଲା । ଆକାଶବାଣୀ କଟକ ଓ ଦୂରଦର୍ଶନ ମାଧ୍ୟମରେ ତାଙ୍କର ଆଲୋଚନା ପ୍ରସାରିତ ହେଉଥିଲା । ସେ ଭୁବନେଶ୍ଵରଠାରେ ଦେହତ୍ୟାଗ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଶୈଳବାଳା ଦାସ, (ଶୈଳବାଳା ହାଜରା୧୮୭୫-୧୯୬୮) ଜଣେ ସମାଜସେବୀ ଥିଲେ । ଓଡ଼ିଶାରେ ନାରୀ ଶିକ୍ଷା ପ୍ରସାରରେ ତାଙ୍କର ମୁଖ୍ୟ ଭୂମିକା ଥିଲା।ମଧୁସୂଦନ ଦାସ ତାଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିଥିଲେ । ସେ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚିତ ହୋଇ ୦୩ ଅପ୍ରେଲ ୧୯୫୨ରୁ ୦୨ ଅପ୍ରେଲ ୧୯୫୪ ପର୍ଯ୍ୟନ୍ତ ରାଜ୍ୟ ସଭାର ସଭ୍ୟ ଭାବେ କାର୍ଯ୍ୟ କରିଥିଲେ । ଶୈଳବାଳା ମହିଳା ମହାବିଦ୍ୟାଳୟ ତାଙ୍କରି ନାମରେ ନାମିତ ହୋଇଅଛି ।
ସାରଙ୍ଗଧର ଦାସ ଓଡ଼ିଶାର ଜଣେ ସମାଜବାଦୀ ନେତା ଥିଲେ । ଅନୁନ୍ନତ ଗଡ଼ଜାତ ଅଞ୍ଚଳର ଉନ୍ନତି ନିମନ୍ତେ ସେ ସ୍ୱପ୍ନ ଦେଖିଥିଲେ । ଗଡ଼ଜାତ ଅଞ୍ଚଳରେ ତାଙ୍କର ନିସ୍ୱାର୍ଥପର ସେବା ଯୋଗୁଁ ସେ ଗଡ଼ଜାତ ଗାନ୍ଧୀ ରୂପରେ ପରିଚିତ ଥିଲେ । ସେ ଓଡ଼ିଶାରେ ସମାଜବାଦୀ ଆନ୍ଦୋଳନର କର୍ଣ୍ଣଧାର ଥିଲେ । ହୁଏତ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ଯେ କି ଜଣେ ଛାତ୍ର ଭାବରେ ଆମେରିକା ମାଟିରେ ପାଦ ଦେଇଥିଲେ ।