ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ
ପାରମ୍ପରିକ ଭୌତିକ ବିଜ୍ଞାନ ଅନୁସାରେ ପ୍ରତ୍ୟେକ ପରମାଣୁ ଇଲେକ୍ଟ୍ରନ୍, ନିଉଟ୍ରନ୍ ଓ ପ୍ରୋଟୋନ୍ ଆଦିଙ୍କ ଦ୍ଵାରା ଗଠିତ ବୋଲି କୁହାଯାଇଛି । ଅନେକ ଦିନ ପର୍ଯ୍ୟନ୍ତ ଇଲେକ୍ଟ୍ରନ୍, ପ୍ରୋଟୋନ୍ ଆଦି ପଦାର୍ଥର କ୍ଷୁଦ୍ରତମ ଅଂଶ ବୋଲାଉଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷା ଦ୍ଵାରା ଜଣାପଡିଲା ଯେ ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରତମ କଣିକା ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ମାନକ ମଡ଼େଲ୍ (ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ମାନକ ମଡ଼େଲର ବ୍ୟବହାର କରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣିକା ଓ ୩ ପ୍ରକାରର ମୌଳିକ ବଳଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି । ସମଗ୍ର ବିଶ୍ଵରେ ଗବେଷଣାରତ ବୈଜ୍ଞାନିକମାନେ କ୍ରମାଗତ ଭାବେ ଏହି ମଡ଼େଲର ବିକାଶରେ ସହଯୋଗ କରିଛନ୍ତି । ୧୯୭୦ର ଦଶନ୍ଧିରେ ପ୍ରଥମେ କ୍ଵାର୍କ୍, ୧୯୯୫ ମସିହାରେ ଉର୍ଦ୍ଧ୍ଵ କ୍ଵାର୍କ୍, ୨୦୦୦ ମସିହାରେ ଟାଉ ନ୍ୟୁଟ୍ରିନୋ ଓ ୨୦୧୩ ମସିହାରେ ହିଗ୍ସ୍ ବୋଜୋନ୍ ଭଳି କ୍ଷୁଦ୍ରକଣମାନଙ୍କ ଆବିଷ୍କାର ଏହି ମଡ଼େଲକୁ ବଳିଷ୍ଠ କରିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
କୁବେର କୋଲାମ (କୋଲାମ ରୂପେ ମଧ୍ୟ ଲେଖା ଯାଇପାରେ) ଏକ ନିଶ୍ଚିତ ଯାଦୁ ବର୍ଗ ଅଟେ । ଚାଉଳ ଗୁଣ୍ଡର ଉପଯୋଗ କରି ଏବଂ ଦକ୍ଷିଣ ଭାରତରେ ବହୁ ଘରର ଚଟାଣରେ ଅଙ୍କା ଯାଇଥାଏ । ହିନ୍ଦୁ ପୌରାଣିକ କଥାରେ , "କୁବେର", ଧନର ଦେବତା ଅଟନ୍ତି ଏବଂ ଅନୁମାନ କରାଯାଏ କି, ଯଦି କୁବେର କୋଲାମ ର ପୂଜା କରାଯାଏ ; ଯେପରି ଶାସ୍ତ୍ରରେ ହୋଇଥାଏ, ତେବେ ତାହାକୁ ଧନ ଓ ସମୃଦ୍ଧି ସହିତ ପୁରସ୍କୃତ କରାଯିବ । କୁବେର କୋଲାମ ଏକ "କୋଲାମ" ରୂପେ ସୃଜନ ଅଟେ ଯାହା କି ଦକ୍ଷିଣ ଭାରତର ବହୁ ସ୍ଥାନରେ ଚାଉଳ ଗୁଣ୍ଡ, ଅଟା ଗୁଣ୍ଡ କିମ୍ବା ରଙ୍ଗ ପାଉଡର (ମୁରୁଜ)ର ବ୍ୟବହାରରେ ଚିତ୍ର ଅଙ୍କନ କରାଯାଏ । ଏକ କୋଲାମ ମୂଳତଃ ସିଧା ରେଖା ଏବଂ ଲୁପରେ ତିଆରି ଏକ ଡ୍ରଇଂ, ଡଟର ଗ୍ରେଡ ପ୍ରଣାଳୀର ଚତୁର୍ପାଶ୍ୱରେ ଅଙ୍କା ଯାଇଥାଏ ।
ମୋ ଦିଲ୍ କହେ ଇଲୁ ଇଲୁ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରବିନ୍ କୁମାର ନନ୍ଦ । ଲୋକନାଥ ବାରିକ ଏହି କଥାଚିତ୍ରଟିର କାହାଣୀ ଲେଖିଥିଲେ ଏବଂ ଚୀନ୍ମୟ ଦାସପଟ୍ଟନାୟକ ସଂଳାପ ରଚନା କରିଥିଲେ । ଲୋକନାଥ ବାରିକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଅଗ୍ନୀରାଜ୍ କିଶୋର ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ଅରୁଣ ମନ୍ତ୍ରୀ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ ।
ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏକ ସାରସ୍ୱତ ସମ୍ମାନ ଯାହା ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଓଡ଼ିଆ ସାହିତ୍ୟର ଜଣେ ସାହିତ୍ୟିକଙ୍କ ସମଗ୍ର ରଚନାବଳୀ ପାଇଁ ପ୍ରଦାନ କରାଯାଇଥାଏ । ଏହା ଏକାଡେମୀ ଦ୍ୱାରା ପ୍ରଦତ୍ତ ସର୍ବୋଚ୍ଚ ସାରସ୍ଵତ ସମ୍ମାନ । ଏହା ପଞ୍ଚଦଶ ଶତାବ୍ଦୀର ଓଡ଼ିଆ କବି ଓ ଓଡ଼ିଆ ଭାଗବତର ରଚୟିତା ଜଗନ୍ନାଥ ଦାସଙ୍କ ନାମରେ ନାମିତ । ପୁରସ୍କାର ବିଜେତାଙ୍କୁ ମାନପତ୍ର, ଉପଢୌକନ ସହ ନଗଦ ଏକ ଲକ୍ଷ ଟଙ୍କାର ଅର୍ଥ ରାଶି ପ୍ରଦାନ କରାଯାଏ । ୧୯୯୩ରୁ ପ୍ରବର୍ତ୍ତିତ ଏହି ସମ୍ମାନର ପ୍ରଥମ ପ୍ରାପକ ହେଉଛନ୍ତି ଓଡ଼ିଆ କବି ରାଧାମୋହନ ଗଡ଼ନାୟକ ।
ଧାତୁ ଭଳି କୌଣସି ଏକ ପଦାର୍ଥ ଉପରେ ପ୍ରଜ୍ଜ୍ଵଳିତ ତୀବ୍ର ଆଲୋକରଶ୍ମୀ ପକାଇଲେ, ସେଥିରୁ ଇଲେକ୍ଟ୍ରନ୍ ବିକିରଣ/ନିର୍ଗତ ହୁଏ । ଏହାକୁ ଆଲୋକ-ବୈଦୁତିକ ପ୍ରଭାବ (ଈଂରାଜୀରେ Photoelectric Effect) କୁହାଯାଏ । ଏହି ପ୍ରକ୍ରିୟାରେ ନିର୍ଗତ ଇଲେକ୍ଟ୍ରନ୍ ମାନଙ୍କୁ “ଫୋଟୋ-ଇଲେକ୍ଟ୍ରନ୍” କୁହାଯାଏ । ଏହି ପ୍ରଭାବ ବିଦ୍ୟୁତ୍ ସମ୍ଵନ୍ଧୀୟ ରସାୟନ ବିଜ୍ଞାନ ଓ ଭୌତିକ ବିଜ୍ଞାନରେ ଖୁବ୍ ଜଣାଶୁଣା ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କ ଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜୋନାଥନ ମୀଥ୍ (ଜନ୍ମ: 16 ସେପ୍ଟେମ୍ବର 1955) ଜଣେ ଆମେରିକି ଟିଭି ନିର୍ଦ୍ଦେଶକ ଥିଲେ , ଯାହା ବୋଷ୍ଟନ ରେ ଆଧାରିତ ହୋଇଥାଏ । ଏହା ମୁଖ୍ୟତଃ ଟେଲିଭିଜନ ଉତ୍ପାଦନ ରୂପେ ପିଲାମାନଙ୍କ ପାଇଁ ଉଲ୍ଲେଖନୀୟ ଅଟେ । ସେ ହୋୟାର ଇନ ଦି ୱାର୍ଲଡ ଇଜ କର୍ମେନ୍ ସାଣ୍ଡିଗୋ? ଟିଭି ସୋ ର ବରିଷ୍ଠ ନିର୍ମାତା ଥିଲେ । ସେ "ଜୁମ (1999 ଟିଭି ଶୃଙ୍ଖଳା)" ଏବଂ "ଦି ବ୍ୟୁବୁଲ୍ସ ୱାର୍ଲଡ ଅଫ ଡ଼ଃ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
କ୍ଲୋରିନ ବେସ କମ୍ପାଉଣ୍ଡସ (ଇଂରାଜୀ ଭାଷାରେ Chlorine base compounds, ଅନ୍ୟ ନାମ କ୍ଲୋରିନ ରିଲିଜିଙ୍ଗ କମ୍ପାଉଣ୍ଡ/ chlorine-releasing compounds) ସମୂହ ଏକ ରାସାୟନିକ (chemicals) ଦଳ ଯେଉଁମାନଙ୍କଠାରୁ କ୍ଲୋରିନ (chlorine) ନିର୍ଗତ ହୁଏ । ଏଗୁଡ଼ିକ ମୂଖ୍ୟତଃ ବିଶୋଧନ କାମରେ ନିୟୋଜିତ ହୁଏ ଯେପରି ଜଳ ବିଶୋଧନ (disinfect water), ଡାକ୍ତରୀ ଯନ୍ତ୍ରପାତି (medical equipment) ଓ ବାହ୍ୟ ଭାଗ (suface areas) । ଜୈବ ପଦାର୍ଥମାନଙ୍କ (organic matter) ଉପସ୍ଥିତିରେ ଏମାନଙ୍କ ପ୍ରଭାବ କମିଯାଏ । ଏଗୁଡ଼ିକ ପାଉଡର ଆକାରରେ ମିଳେ ଯାହା ବ୍ୟବହାର କରିବା ପୂର୍ବରୁ ଜଳ (water) ସହିତ ମିଶେଇ ଦିଆଯାଏ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କ ଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି । ତାଙ୍କର ଲେଖା ଗଭୀର ସତକଥା, ନାନା ଅସୁବିଧା ଭିତରେ ଲୁଚି ରହିଥିବା ଘଟଣା, ଏକାସାଙ୍ଗରେ ବ୍ୟଙ୍ଗ ଓ ଗଭୀର ଦର୍ଶନରେ ଭରା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣ ଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ର ଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କ ଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ ଗ୍ରୀଷ୍ମ ମଣ୍ଡଳୀୟ ରୋଗ ଯାହା ଡେଙ୍ଗୁ ଭୁତାଣୁଦ୍ୱାରା ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡବଥା, ବାନ୍ତି, ମାଂସପେଶୀ, ଗଣ୍ଠି ଯନ୍ତ୍ରଣା ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ, ସ୍ୱଳ୍ପ ପ୍ଲାଟେଲେଟ ସ୍ତର, ରକ୍ତ ପ୍ଲାଜ୍ମା ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ ହୁଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
କବି ବୈକୁଣ୍ଠନାଥ ପଟ୍ଟନାୟକ ସବୁଜଗୋଷ୍ଠୀର (ସବୁଜ ଯୁଗ)ର ଜଣେ କବି ଥିଲେ । ସେ ୧୯୦୪ ମସିହା ସେପ୍ଟେମ୍ବର ୧୪ ତାରିଖରେ ବଡ଼ମ୍ବାର କୃଷିପ୍ରେମୀ, ସ୍ୱାଧୀନଚେତା ସୁମନ୍ତ ପଟ୍ଟନାୟକଙ୍କ ପୁତ୍ରଭାବେ ଜନ୍ମ ଗ୍ରହଣ କରିଥିଲେ। ସେହି ବଡ଼ମ୍ବାରେ ରହୁଥିବା ତାଙ୍କ ପିଉସା ଦୀନବନ୍ଧୁ ପଟ୍ଟନାୟକ ନିଃସନ୍ତାନ ଥିବାରୁ ସେ ତାଙ୍କର ପୋଷ୍ୟପୁତ୍ର ଭାବେ ତାଙ୍କ ଗୃହରେ ସାରାଜୀବନ ଅତିବାହିତ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବାମନ ବେଶ ବା ବଳିବାମନ ବେଶ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ଦିନ ଜଗନ୍ନାଥ ମନ୍ଦିରରେ ପାଳନ କରାଯାଏ । ପୌରାଣିକ ଉପାଖ୍ୟାନ ଅନୁସାରେ ଏହିଦିନ ଏକ ଶୁଭ ମୁହୂର୍ତରେ ଭଗବାନ ବିଷ୍ଣୁ ନିଜ ପଞ୍ଚମ ଅବତାରରେ ଏକ ଦିବ୍ୟ, ଜ୍ୟୋତିର୍ମୟ ବାମନ ବାଳକ ରୂପରେ ଧରିତ୍ରୀରେ ଅବତରଣ କରିଥିଲେ । ନୃସିଂହ ଜନ୍ମ ଓ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପରି ଶ୍ରୀମନ୍ଦିରରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ଦିନ ବାମନ ଜନ୍ମ ପାଳିତ ହେବା ସଙ୍ଗେ ସଙ୍ଗେ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଏକ ବାମନରୂପ ବାଳ୍କା ବେଶରେ ସଜ୍ଜିତ କରାଯାଇଥାଏ ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।