ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ପ୍ରଧାନ ସେବକ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ସେ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣାବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲିଳାବତୀ ପାଟ ମହାଦେଇ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ । ହିନ୍ଦୁ ପରମ୍ପରା ଅନୁଯାୟୀ ବର୍ଷରେ ପାଞ୍ଚଥର (ପୌଷ, ମାଘ, ଚୈତ୍ର, ଆଷାଢ଼ ଓ ଆଶ୍ଵିନ) ନବରାତ୍ର ପାଳନ କରାଯାଉଥିଲେ ମଧ୍ୟ ଶରତ ଋତୁରେ ପାଳିତ ହେଉଥିବା (ଆଶ୍ୱିନ ମାସ ଶୁକ୍ଳପକ୍ଷ ପ୍ରତିପଦ ତିଥିରୁ ନବମୀ ପର୍ଯ୍ୟନ୍ତ) ନବରାତ୍ର ସବୁଠୁ ଅଧିକ ଗୁରୁତ୍ୱପୂର୍ଣ୍ଣ । ଏହାକୁ ମହାନବରାତ୍ର ବୋଲି କହାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ( Chandragupta morya) :(321 ଖ୍ରୀ: ପୂରୁ 298 ଖ୍ରୀ: ପୂ ); ଚନ୍ଦ୍ରଗୁପ୍ତ "ମୌର୍ଯ୍ୟ" ସାମ୍ରାଜ୍ୟର ପ୍ରତିଷ୍ଠାତା ଥିଲେ । ସେ ଏକ ସାଧାରଣ ପରିବାରରେ ଜନ୍ମଗଜନ୍ମଗ୍ରହଣ କରିଥିଲେ । ସେ କୌଟିଲ୍ୟ ଚାଣକ୍ୟଙ୍କର(ଅର୍ଥଶାସ୍ତ୍ର ର ରଚୟୀତା) ଶିଷ୍ୟ ଥିଲେ ।ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ହିଁ ଦେଶ ର ପ୍ରଥମ ଶାସକ ଥିଲେ ଯିଏକି ସମ୍ପୂର୍ଣ ଭାରତ କୁ ସର୍ବ ପ୍ରଥମେ ନିଜ ଅଧୀନ କୁ ଆଣିଥିଲେ । ଐତିହାସିକ ମାନଙ୍କ ମତରେ ସେ ଜୈନଧର୍ମଲମ୍ବୀ ଥିଲେ । ସେ ତାଙ୍କର ଶାସନ ପଦ୍ଧତି ସବୁ ଶିଲଲେଖ ମାଧ୍ୟମରେ ଲେଖଉଥିଲେ , ଯାହାକି ଏଜି ମଧ୍ୟ ଦେଖିବାକୁ ମିଳେ ।ତାଙ୍କର ନାତି ଯିଏ କି ସମ୍ରାଟ ''ଅଶୋକ'' ନାମ ରେ ସାରା ବିଶ୍ଵ ରେ ପରିଚିତ ,ସେ ଏକ ଐତିହାସିକ ସ୍ତମ୍ବ ସ୍ଥାପନ କରିଥିଲେ ଏବଂ ସେ ଭାରତରେ ବୌଦ୍ଧ ଧର୍ମ ର ପ୍ରଚାର ପ୍ରସାର ପାଇଁ ଅନେକ ଉଲେଖନୀୟ କାର୍ଯ୍ୟ କରିଥିଲେ । ମହାନ ଗ୍ରୀକ ଦାର୍ଶନିକ ମେଘାସ୍ଥିନିସ ତାଙ୍କ ଦରବାର ରେ ୪ ବର୍ଷ ଗ୍ରୀକ ପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ଗ୍ରୀକ ଓ ଲାଟିନରେ ଚନ୍ଦ୍ରଗୁପ୍ତ ''ସାନ୍ଦ୍ରୋକୋଟୋସ''ଏବଂ ''ଅଣ୍ଡ୍ରୋକୋଟୋସ'' ନାମରେ ମଧ୍ୟ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ଵୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
କୋଷ୍ଠକାଠିନ୍ୟ (ଇଂରାଜୀ ଭାଷାରେ Constipation) ଏକ ଅବସ୍ଥା ଯେଉଁଥିରେ କଠିନ ମଳତ୍ୟାଗ କଦବା କେମିତି ହୁଏ । ଅଧିକାଂଶ ସମୟରେ ମଳ ଶୁଖିଲା ଓ କଠିନ ଥାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ପେଟ ଯନ୍ତ୍ରଣା, ପେଟ ଫୁଲା ଓ ଅନ୍ତନଳୀ କାମ ନ କରିବା ଅନୁଭବ ହୁଏ । ଜଟିଳ ହେଲେ ଅର୍ଶ (hemorrhoids), ମଳାଶୟ ଫିସର୍ (anal fissure) ବା ମଳ ଜାମ୍ (fecal impaction) ହୋଇଯାଏ । ସାଧାରଣତଃ ବୟଃପ୍ରାପ୍ତ ଲୋକ ଦିନକୁ ୩ ଥରରୁ ସପ୍ତାହକୁ ୩ ଥର ମଳ ତ୍ୟାଗ କରନ୍ତି । ଛୋଟ ଶିଶୁ ଦିନକୁ ୩ରୁ ୪ଥର ଓ ବଡ଼ ପିଲା ଦିନକୁ ୨-୩ ଥର ମଳ ତ୍ୟାଗ କରନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିଯତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ମାର୍କ ଇଲିଅଟ ଜୁକରବର୍ଜ (ଜନ୍ମ ୧୪/୫/୧୯୮୪) ଜଣେ ଜନ ହିତକାରୀ, ଇଣ୍ଟରନେଟ ଉଦ୍ୟୋଗୀ , ଆମେରିକାର କମ୍ପୁଟର ପ୍ରୋଗ୍ରାମର୍ ଓ ସାମାଜିକ ଯୋଗାଯୋଗ ସାଇଟ ଫେସବୁକର ଆବିଷ୍କାରକ । ଡିସେମ୍ବର ୨୦୧୫ ସୁଧା ତାଙ୍କ ଆୟ ୪୬ ବିଲିୟନ୍ ଆମେରିକାନ୍ ମୁଦ୍ରା । ହାଭାର୍ଡ଼ ବିଶ୍ଵବିଦ୍ୟାଳୟରେ ତଳ-ସ୍ନାତକ ଶ୍ରେଣୀର ଦ୍ଵିତୀୟ ବର୍ଷର ଛାତ୍ର ମାର୍କ ଜୁକରବର୍ଗ ଅକଟୋବର ୨୮, ୨୦୦୩ରେ ଫେସମାସ(ଫେସବୁକର ପୂର୍ବାବସ୍ଥା)ର କୋଡ଼ ଲେଖିଥିଲେ । ଫିଲିପ୍ସ ଏକ୍ସଟର ଏକାଡେମୀରୁ ମାର୍କ ଜୁକରବର୍ଗ ଗ୍ରାଜୁଏଟ ଡିଗ୍ରୀ ହାସଲ କରିଥିଲେ ।ଏକାଡେମୀ ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ "ଦି ଫୋଟ ଆଡ୍ରେସ ବୁକ" ପ୍ରସ୍ତୁତ କରାଯାଇଥିଲା,ଯାହାକୁ ସେମାନେ ଦ ଫେସବୁକ ଭାବେ ଅଭିହିତ କରୁଥିଲେ ।ଏଥିରୁ ଛାତ୍ରଛାତ୍ରୀମାନେ ସେମାନଙ୍କ ପାଠପଢା ସମ୍ବନ୍ଧୀୟ ତଥ୍ୟ ହାସଲ କରୁଥିଲେ ।ଏଭଳି ଫେସବୁକ ଦ୍ବାରା ଅନୁପ୍ରାଣୀତ ହେଇ ମାର୍କ ଜୁକରବର୍ଗ ହାର୍ଭାର୍ଡ ସ୍ଥିତ ନିଜ ଶୟନ କକ୍ଷରୁ ଫେସବୁକ ସାଇଟ ପରିଚାଳନା କରିଥିଲେ ।ସେ ପ୍ରାରମ୍ଭିକ ସମୟରେ କେବଳ ହାର୍ଭାର୍ଡ ବିଷୟ ଉଲ୍ଲେଖ କରୁଥିଲେ ।କିନ୍ତୁ ପରେ ରୁମମେଟ ହଷ୍ଟିନ ମୋସ୍କୋଭିଜଙ୍କ ସହିତ ମିଶି ଫେସବୁକକୁ ସେ ଅନ୍ୟ ସ୍କୁଲକୁ ମଧ୍ୟ ସମ୍ପ୍ରସାରଣ କରିଥିଲେ ।ପରେ ଜୁକରବର୍ଗ ଏବଂ ମୋସ୍କୋଭିଜ ସେମାନଙ୍କର ଅନ୍ୟ କେତେ ବନ୍ଧୁଙ୍କୁ ନେଇ କାଲିଫର୍ଣ୍ଣିଆର ପାଲୋ ଅଲ୍ଟୋ ଚାଲିଆସିଥିଲେ ।ଏକ ଘର ଭଡାରେ ନେଇ ସେଠାରେ ଫେସବୁକର କାର୍ଯ୍ୟାଳୟ ଖୋଲିଥିଲେ ।ଜୁକରବର୍ଗଙ୍କ ଉଦ୍ୟମ କ୍ରମେ ପିଟର ଥିଏଲ ଫେସବୁକରେ ପୁଞ୍ଜି ନିବେଶ କରିଥିଲେ ।୨୦୦୪ର ମଧ୍ୟ ଭାଗରେ ଫେସବୁକର ପ୍ରଥମ କାର୍ଯ୍ୟାଳୟ ଉଦଘାଟନ ହେଇଥିଲା । ଫେସବୁକର ସଫଳତା ଯୋଗୁଁ ଜୁକରବର୍ଗ ୨୩ ବର୍ଷ ବୟସରେ ପ୍ରଥମ ବିଲିୟନାରୀ ହୋଇଥିଲେ । ୨୦୧୨ ସୁଧା ସାରା ବିଶ୍ୱରେ ଫେସବୁକ ବ୍ୟବହାରଙ୍କ ସଂଖ୍ୟା ୧ ବିଲିୟନ । ସେ ତାଙ୍କ କିଛି ସହକର୍ମୀଙ୍କ ସହ ଆଇନଗତ ବିବାଦରେ ଫସି ରହିଥିବାରୁ କମ୍ପାନୀର କିଛି ଅଂଶ ଦେବାକୁ ବାଧ୍ୟ ହୋଇଥିଲେ । ୨୦୧୦ ସୁଧା ସମୟ ପତ୍ରିକାରେ ତାଙ୍କ ନାମ ପୃଥିବୀର ଏକ ଶତ ଧନୀଶାଳୀ ଓ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ପ୍ରକାଶିତ ହୋଇଥିଲା ଓ ସେ ସେହି ବର୍ଷର ମୁଖ୍ୟ ବ୍ୟକ୍ତିଭାବେ ପରିଗଣିତ ହୋଇଥିଲେ । ତାଙ୍କ ନାମରେ ଏକ ଚଳଚିତ୍ର The Social Network Jesse Eisenbergଙ୍କ ଦ୍ୟାରା ପରିପ୍ରକାଶ ହୋଇଥିଲା । ଏହି ଚଳଚିତ୍ରରେ ଫେସବୁକର ଚିତ୍ରଣକରାଯାଇଥିଲା । ସେ Priscilla Chanଙ୍କୁ ବିବାହ କାରିଥିଲେ ଓ ୨୦୧୨ରେ ତାଙ୍କର ଏକ କନ୍ୟା ସନ୍ତାନ ହୋଇଥିଲା ।
ଜଣ୍ଡିସ୍ ବା କାମଳ (ଇଂରାଜୀ ଭାଷାରେ Jaundice, ଅନ୍ୟ ଇଂରାଜୀ ନାମ icterus) ରୋଗରେ ଚର୍ମ ଓ ଚକ୍ଷୁର ଶ୍ୱେତପଟଳରେ (whites of the eyes) ହଳଦିଆ ବା ଶାଗୁଆ ବର୍ଣ୍ଣକଣା ଜମାହୋଇଯାଏ; ରକ୍ତରେ ଅଧିକ ବିଲିରୁବିନ (high bilirubin levels) ସ୍ତର ରହିବା ଯୋଗୁ ଏହି ପରିବର୍ତ୍ତନ ହୁଏ । ଏହି ରୋଗରେ ସାଧାରଣତଃ ଗଲୁ ହୁଏ । ମଳ (feces) ଫିକା ଓ ପରିସ୍ରା ଗାଢ଼ ଦେଖାଯାଏ । ଅର୍ଦ୍ଧେକ ନବଜାତ ଶିଶୁଙ୍କ ଜନ୍ମର ପ୍ରଥମ ସପ୍ତାହରେ ନବଜାତ କାମଳ (Jaundice in babies) ରୋଗ ହୁଏ କିନ୍ତୁ ଅଧିକାଂଶ କେଶ୍ରେ ଏହା ଏକ ସମସ୍ୟା ନୁହେଁ । ବିଲିରୁବିନ ସ୍ତର ଅତି ଅଧିକ ଓ ବହୁତ ସମୟ ଧରି ରହିଲେ ମସ୍ତିଷ୍କ କ୍ଷତିଗ୍ରସ୍ତ ହୋଇପାରେ ଯାହାକୁ କେର୍ନିକ୍ଟେରସ (kernicterus) କୁହାଯାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଅତାବିରା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଅତାବିରା (କ୍ରମିକ ସଂଖ୍ୟା: ୪) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଅତାବିରା (ବି), ଅତାବିରା ବ୍ଳକ ଓ ଭେଡେନ ବ୍ଳକ ।
ଗୋସାଣୀ ଯାତ୍ରା (ଗୋଷାଣୀ ଯାତ) ପୁରୀର ଏକ ପ୍ରସିଦ୍ଧ ପର୍ବ । ଦଶହରା ସମୟରେ ଦୁର୍ଗାପୂଜାକୁ ପୁରୀରେ ଗୋଷାଣି ଯାତ୍ରା ଭାବେ ପାଳନ କରାଯାଏ । ପୁରୀରେ ଥିବା ଅନେକ ସ୍ଥାନରେ ମା' ଦୁର୍ଗାଙ୍କର ମୃଣ୍ମୟୀ ମୂର୍ତ୍ତିପୂଜା ପାଆନ୍ତି। ମହିଷାସୁରର ପତ୍ତନ ପରେ ଦୁର୍ଗାଙ୍କ ସହଚରୀ ଯୋଗିନୀମାନେ ବିଭିନ୍ନ ପୀଠରେ ଅବସ୍ଥାନ କଲେ । ଏହି ମାନଙ୍କ ରୂପକୁ ଗୋସାଣୀ କୁହାଯାଏ । ଗୋସାଣୀମାନଙ୍କ ମୃଣ୍ମୟୀ ମୂର୍ତ୍ତି ଦୁର୍ଗାମୂର୍ତ୍ତିଙ୍କ ଠାରୁ ଭିନ୍ନ। ସପ୍ତମୀଠାରୁ ମହାନବମୀ ପର୍ଯ୍ୟନ୍ତ ମାଆ ଦୁର୍ଗାଙ୍କର ପୂଜା ହେଉଥିବା ବେଳେ ଏହି ଯୋଗିନୀମାନଙ୍କର ପୂଜା ସପ୍ତମୀ ଏକାଦଶୀ ପର୍ଯ୍ୟନ୍ତ ହୁଏ। ଶ୍ରୀକ୍ଷେତ୍ରରେ ଗୋସାଣୀମାନଙ୍କ ଭିନ୍ନ ଭିନ୍ନ ଯଥା କାକୁଡ଼ିଖାଇ, ବାରହାଟି, ଜହ୍ନିଖାଇ, ଶୂନ୍ୟଗୋସାଣୀ, ବଜ୍ରକୋଟ, କଣ୍ଟାକାଢି, ପଣାପ୍ରିୟା, ବେଳବାଇ, ହଜୁରି, ନାଗକୋଟ ଇତ୍ୟାଦି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଅଶ୍ଵତ୍ଥାମାତଥା ଦାରୁଣୀ ନାମରେ ପରିଚିତ ଚରିତ୍ର ମହାଭାରତର ଅନ୍ୟତମ ଚର୍ଚ୍ଚିତ ଚରିତ୍ର । ଗୁରୁ ଦ୍ରୋଣଙ୍କ ପୁତ୍ର ତଥା ବ୍ରାହ୍ମଣ ବିଦ୍ଵାନ ଭରଦ୍ଵାଜଙ୍କ ପୌତ୍ର ଅଶ୍ଵତ୍ଥାମା ଜଣେ ମହାରଥୀ ତଥା ଯୋଧ୍ୟା । କୁରୁକ୍ଷେତ୍ର ଯୁଦ୍ଧରେ ସେ କୌରବଙ୍କ ତରଫରୁ ବିଶେଷ ଭାବରେ ଅବଦାନ ଦେଇଥିବା ଯୋଧ୍ୟା ହିସାବରେ ମହାଭାରତରେ ପରିଚିତ । ତାଙ୍କୁ ପୁରାଣ ବର୍ଣ୍ଣିତ ରୁଦ୍ରଙ୍କ ୧୧ ଅବତାର ଭିତରୁ ଗୋଟିଏ ଅବତାର ବୋଲି ମଧ୍ୟ କୁହାଯାଏ । କଥିତ ଅଛି ସେ ଚିରଞ୍ଜିବୀ ( ଅମର) ଥିଲେ ଓ କୁରୁକ୍ଷେତ୍ର ଯୁଦ୍ଧରେ ନିହତ ହେଇ ନଥିବା କୌରବ ପକ୍ଷ୍ର ଜଣେମାତ୍ର ଯୋଦ୍ଧା ।
ଅକ୍ଷୟ ମହାନ୍ତି (୧୨ ଅକ୍ଟୋବର ୧୯୩୭ – ୧୭ ନଭେମ୍ବର ୨୦୦୨) (ଅନ୍ୟନାମ: ଖୋକା ଭାଇ) କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ସଂଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡ଼ିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଲିଓନ ହେଉଛି ଏକ ପ୍ରାଚୀନ ତଥା ଐତିହାସିକ ସହର।ପୂର୍ବ କେନ୍ଦ୍ରୀୟ ଫ୍ରାନ୍ସର ରୋନ-ଆଲପସ ଅଞ୍ଚଳ ଅନ୍ତର୍ଗତ ପ୍ୟାରିସ ଓ ମର୍ଶାଇଲ ମଧ୍ୟରେ ଏହା ଅବସ୍ତିତ।ପ୍ୟାରିସଠାରୁ ଏହାର ଦୂରତା ୪୭୦କିମି ଓ ମର୍ଶାଇଲ ଠାରୁ ୩୨୦କି.ମି। ଲିଓନ ହେଉଛି ରୋନ୍ ଅଞ୍ଚଳ ତଥା ରୋନ୍ ଅଞ୍ଚଳର ରାଜଧାନୀ ।ଅଷ୍ଟାଦଶ ଓ ଊନ୍ନବିଂଶ ଶତାବ୍ଦୀରେ ଏଠାରେ ଆଧୁନିକ ସହରର ମୂଳଦୁଆ ପଡ଼ିଥିଲା।ପରେ ଲୋକସଂଖ୍ୟା ବୃଦ୍ଧି ଓ ସହରର ବିକାଶ ଘଟି ତାହା ଫ୍ରାନ୍ସର ଦ୍ଵିତୀୟ ସର୍ବ ବୃହତ ସହରର ମାନ୍ୟତା ଲାଭ ପାଇଥିଲା।
ବୈାଦ୍ଧ ଧର୍ମ (ପାଳି: ବୋଧ ଧମ) ଏକ ଧର୍ମ ଓ ଦର୍ଶନ ଯେଉଁଥିରେ ଅନେକ ଧରଣର ପରମ୍ପରା, ବିଶ୍ଵାସ ଓ ଆଚରଣ ରହିଅଛି । ଏହା ଗୌତମ ବୁଦ୍ଧଙ୍କ ଶିକ୍ଷାକୁ ନେଇ ଗଠିତ । ୬ଷ୍ଠ ଓ ୪ର୍ଥ ଖ୍ରୀ.ପୂ.ରେ ବୁଦ୍ଧ ଭାରତୀୟ ଉପମହାଦେଶର ଉତ୍ତର-ପୂର୍ବ ଭାଗରେ ବାସ କରି ଶିକ୍ଷା ଦେଇଥିଲେ । ସେ ବୌଦ୍ଧବାଦୀମାନଙ୍କ ଦେଇ ବୋଧି ବା ଜଣେ ଆଲୋକିତ ଗୁରୁ ଯେ ତାହାଙ୍କର ଜ୍ଞାନକୁ ଚେତନା ରହିତ ଜନଙ୍କୁ ଅବିଦ୍ୟାର ବିନାଶ କରିବାର ଶିକ୍ଷା ଦେଇଥିବା ଗୁରୁ ଭାବରେ ଜଣା, ଯାହା ସଂସାରରୁ ତରିବାରେ ଜଣଙ୍କୁ ସହଯୋଗ କରିଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଓଡ଼ିଶାରେ ରାଜକୀୟ ନବବର୍ଷ ଆରମ୍ଭ ହୁଏ ଭାଦ୍ରବ ମାସ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆଁଠାରୁ। ଓଡ଼ିଆ ପାଞ୍ଜିର ଆରମ୍ଭ ହୁଏ ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରୁ ଏବଂ ଏହି ଦିନଟି ସାଧାରଣରେ ଓଡ଼ିଆ ନବବର୍ଷ ଭାବେ ଗୃହୀତ ହୋଇଛି। ମାତ୍ର ସୁନିଆଁ ହେଉଛି ଓଡ଼ିଆ ରାଜାଙ୍କର ରାଜତ୍ୱର ଅଙ୍କ ଗଣନା ବର୍ଷର ପ୍ରଥମ ଦିନ । ପୁଣି ରାଜାଙ୍କର ରାଜସ୍ୱ ଆଦାୟ ଓ ନୂଆ ଖାତା ଆରମ୍ଭ ହୁଏ ଏହି ସୁନିଆଁ ଦିନ। ସୁନିଆଁ ଦିନ ଗୋଟିଏ ସୁନା ମୋହର ଉପରେ ରାଜାଙ୍କ ରାଜତ୍ୱର ଅଙ୍କ ବା ବର୍ଷ ଚିହ୍ନିତ କରାଯାଏ। ଏହାକୁ ସାଧାରଣ ଭାଷାରେ କହନ୍ତି ଅଙ୍କକଟା। ଏହିଦିନଟି ରାଜକୀୟ ବର୍ଷ ଆରମ୍ଭର ପ୍ରଥମ ଦିନ ଏବଂ ସୁନା ଶବ୍ଦ ସହ ଜଡ଼ିତ ହୋଇଥିବାରୁ ସମ୍ଭବତଃ ସୁନିଆଁ ଭାବେ ପାଳିତ ହେଉଛି । ପୁଣି ଏହି ଦିନ ସର୍ବତ୍ର ବାମନ ଜନ୍ମ ପାଳିତ ହୋଇଥାଏ। ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ ବାମନ ହେଉଛନ୍ତି ଏଭଳି ରାଜନୀତି ପ୍ରବଣ ଯେ ନିଜ ବୁଦ୍ଧି ବିଚକ୍ଷଣତାଦ୍ଵାରା ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ତିନି ଭୁବନକୁ ନିଜ ପାଦତଳେ ରଖିବା ସହ ବଳୀ ପରି ଶାସକଙ୍କୁ ମଧ୍ୟ ପାତାଳକୁ ଚାପି ଦେଇଥିଲେ। ତେଣୁ ଫସଲ ଅମଳ ପରେ ରାଜକୋଷକୁ ସମୃଦ୍ଧ କରି ରାଜାମାନେ ତ୍ରିବିକ୍ରମ ବାମନଙ୍କ ପରାକ୍ରମକୁ ପାଥେୟ କରି ବାହାରୁଥିଲେ ଦେଶଜୟ କରିବାକୁ । ସୁନିଆଁଠାରୁ ସନ ଓ ସାଲ ଗଣନା ଆରମ୍ଭ ହୁଏ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।