ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପ୍ରମାତ୍ର ପରିସଂଖ୍ୟାନ ଅନୁସାରେ ଉଷ୍ମାଗତିକ ସନ୍ତୁଳନ (ଈଂରାଜୀରେ Thermodynamic Equilibrium)ରେ ରହିଥିବା ଏବଂ ପରସ୍ପରକୁ ପ୍ରଭାବିତ କରୁନଥିବା କଣିକାମାନେ କେଉଁ ଭିନ୍ନ ଭିନ୍ନ ଶକ୍ତି ଅବସ୍ଥା ପ୍ରାପ୍ତ କରିପାରିବେ ତାହା ଦୁଇଟି ଉପାୟରେ ନିରୂପିତ ହୋଇପାରେ । ଏହି ଦୁଇଟି ସମ୍ଭାବ୍ୟ ଦିଗ ମଧ୍ୟରୁ ଗୋଟିଏ ହେଲା - ବୋଷ-ଆଇନ୍ଷ୍ଟାଇନ୍ ପରିସଂଖ୍ୟାନ (ଈଂରାଜୀରେ Bose–Einstein Statistics ବା B–E Statistics) । ବୋଷ-ଆଇନ୍ଷ୍ଟାଇନ୍ ପରିସଂଖ୍ୟାନ ପାଳନ ବା ଅନୁସରଣ କରୁଥିବା ଓ ଏକ ପ୍ରକାରର ଶକ୍ତି ଅବସ୍ଥାରେ ରହିଥିବା କଣିକାମାନଙ୍କ ଏକତ୍ରିକରଣ ଯୋଗୁଁ ଲେଜର୍ ଆଲୋକର ସମ୍ମିଳିତ ପ୍ରବାହ ଓ ଅତିତରଳ ହିଲିୟମର ଘର୍ଷଣହୀନ ପ୍ରବାହ ପରି ପ୍ରଭାବ ପରିଦୃଷ୍ଟ ହୁଏ । କଣିକାମାନଙ୍କର ଏପରି ବ୍ୟବହାର ୧୯୨୪-୨୫ ମସିହାରେ ସତ୍ୟେନ୍ଦ୍ର ନାଥ ବୋଷଙ୍କ ଦ୍ଵାରା ଆବିଷ୍କୃତ ହୋଇଥିଲା । ସତ୍ୟେନ୍ଦ୍ର ଜାଣି ପାରିଥିଲେ ଯେ ଏକ ଓ ଅଭିନ୍ନ ଦିଶୁଥିବା କଣିକାମାନେ ଏହିଭଳି ବିନ୍ୟାସରେ ରହିପାରିବେ । ଏହି ଭାବନାକୁ ଆଇନଷ୍ଟାଇନ୍ ଗ୍ରହଣ କରିଥିଲେ ଓ ସତ୍ୟେନ୍ଦ୍ରଙ୍କ ସହ ମିଳିତ ଉଦ୍ୟମରେ ଏହାର ପ୍ରସାର କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ଵୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି । ଗଣିତଜ୍ଞମାନେ ତର୍କ ସାହାଯ୍ୟରେ ସମସ୍ୟା ସମାଧାନ କରିଥାନ୍ତି । ଗଣିତଜ୍ଞମାନେ ଅନେକ ସମୟରେ ଅପସାରଣ ପଦ୍ଧତି ଅବଲମ୍ବନ କରନ୍ତି । ଉପଲବ୍ଧ ସତ୍ୟର ବ୍ୟବହାର କରି ନୂତନ ସତ୍ୟ ଆବିଷ୍କାର କରିବାର ବିଶେଷ ଉପାୟ ହେଉଛି ଅପସାରଣ । ଜଣେ ଗଣିତଜ୍ଞ ପାଇଁ, ଗୋଟିଏ ସତ୍ୟ ଓ ତାହାର କାରଣର ସତ୍ୟତା ଉଭୟ ଜରୁରୀ । ଅପସାରଣ ପଦ୍ଧତି ଅନ୍ୟ ଚିନ୍ତା ଓ ଗାଣିତିକ ଚିନ୍ତା ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରେ । ଗଣିତଜ୍ଞମାନେ ବିଭିନ୍ନ ବିଷୟରେ ସମାନତା ଅନୁଧ୍ୟାନ କରି ନୂତନ ସୂତ୍ର ସ୍ଥାପନ କରନ୍ତି । ଗାଣିତିକ ପ୍ରମାଣଦ୍ୱାରା ସେଗୁଡ଼ିକର ସତ୍ୟାସତ୍ୟ ନିର୍ଣୟ କରାଯାଏ । ଗାଣିତିକ ସମସ୍ୟାର ସମାଧାନ ପାଇଁ ବର୍ଷବର୍ଷ ଏପରିକି ଶତାବ୍ଦୀ ମଧ୍ୟ ବିତିଯାଏ । ଉନବିଂଶ ଶତାବ୍ଦୀରେ ଗିସେପ୍ପେ ପିନୋ (୧୮୫୮-୧୯୩୨), ଡେଭିଡ୍ ହିଲ୍ବର୍ଟ୍ (୧୮୬୨-୧୯୪୩) ଆଦିଙ୍କ ଉଲ୍ଲେଖନୀୟ କାର୍ଯ୍ୟ ପରେ, ପୂର୍ବପ୍ରମାଣିତ ସୂତ୍ରଦ୍ୱାରା ନୂତନ ସୂତ୍ରପାତ କରିବା ପ୍ରଥା ପ୍ରଚଳିତ ହୋଇଛି । ବାସ୍ତବ ପରିସ୍ଥିତିର ସଠିକ ଗାଣିତିକ ସୂତ୍ର ନିରୂପଣ ହେଲା ପରେ, ଗାଣିତିକ ତର୍କଦ୍ୱାରା ତାହାର ପୂର୍ବାନୁମାନ କରାଯାଇପାରେ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଟେରିଜିଅମ (ଇଂରାଜୀ ଭାଷାରେ pterygium) ବେମାରୀରେ ଆଖିର ସ୍ୱେଚ୍ଛ ପଟଳ (cornea) ଉପରେ ଏକ ତ୍ରିକୋଣାକାର ତନ୍ତୁ ଗୁଚ୍ଛ ମାଡ଼ିଯାଏ । ଏହା ନାକ ଦିଗରୁ ଆରମ୍ଭ ହୋଇ ପୁତ୍ତଳି ଦିଗକୁ ମାଡ଼ିଯାଏ । ଏହି ତନ୍ତୁ ବୃଦ୍ଧି ଧୀରେ ଗତି କରେ କିନ୍ତୁ ପୁତ୍ତଳିକୁ (pupil) ଘୋଡ଼େଇଦିଏନାହିଁ । ଅନେକ ସମୟରେ ଉଭୟ ଆଖିରେ ଏହି ରୋଗ ହୁଏ । ଏହାର କାରଣ ସ୍ପଷ୍ଟ ହୋଇନାହିଁ । ଆଂଶିକ ଭାବରେ ଦୀର୍ଘକାଳୀନ ଅଲ୍ଟ୍ରାଭାୟୋଲେଟ (UV light) ଓ ଧୂଳି ସଂସ୍ପର୍ଶ ଯୋଗୁ ଏହ ହେଉଥିବା ସନ୍ଦେହ କରାଯାଏ । ଜେନେଟିକ (Genetic) କାରକର ଭୂମିକା ଥିବା ଜଣାଯାଏ । ଏହା ଏକ ମୃଦୁ ବୃଦ୍ଧି (benign growth).
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ପୁସରଲା ଭେଙ୍କଟ ସିନ୍ଧୁ(ଜନ୍ମ ୫ ଜୁଲାଇ ୧୯୯୫) ଜଣେ ଭାରତୀୟ ପେଶାଦାର୍ ବ୍ୟାଡମିଣ୍ଟନ ଖେଳାଳୀ। ୨୦୧୬ରେ ହୋଇଥିବା ଅଲମ୍ପିକରେ ସେ ପ୍ରଥମ ଭାରତୀୟ ମହିଳା ଭାବେ ରୋପ୍ୟ ପଦକ ହାସଲ କରିଥିଲେ। ସେ ହେଉଛନ୍ତି ଦୁଇ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳୀ ମଧ୍ୟରୁ ଜଣେ ଯିଏ କି ସବୁବେଳେ ଅଲମ୍ପିକ ପଦକ ଜିତି ଆସୁଛନ୍ତି ଏବଂ ଅନ୍ୟ ଜଣକ ହେଉଛନ୍ତି ସାଇନା ନେହୱାଲ। ସିନ୍ଧୁ ଯେତେବେଳେ ୧୭ ବର୍ଷର ଥିଲେ ୨୦୧୨ ମସିହା ସେପ୍ଟେମ୍ବର ମାସରେ BWF ବିଶ୍ୱରେ ପ୍ରଥମ ୨୦ ଜଣଙ୍କ ଉର୍ଦ୍ଧରେ ରହିଥିଲେ ଓ ଆନ୍ତର୍ଜାତୀୟ ସ୍ତରକୁ ଯାଇଥିଲେ। ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଯେ କି ବ୍ୟାଡମିଣ୍ଟନ ସିଙ୍ଗଲ ପ୍ଲେୟରରେ ବିଶ୍ୱ ବିଜେତା ହୋଇ ପଦକ ଆଣିଥିଲେ।
ସାମାଜିକ ମାଧ୍ୟମରେ ବିଶ୍ଳେଷଣ-ବିଜ୍ଞାନ
ଏକବିଂଶ ଶତାବ୍ଦୀରେ ସାମାଜିକ ମାଧ୍ୟମ (ଈଂରାଜୀରେ Social Media) ପ୍ରତି ମୁହୁର୍ତ୍ତରେ ନିଜ ପ୍ରଭାବ ବିସ୍ତାର କରି ଚାଲିଛି । ତେଣୁ ସାମାଜିକ ମାଧ୍ୟମର ଉପଯୋଗ କରି ବ୍ୟବସାୟ କରୁଥିବା ଅନେକ କମ୍ପାନୀ ବିଶ୍ଳେଷଣ ବିଜ୍ଞାନ (ଈଂରାଜୀରେ Analytics)ର ସହାୟତା ଲୋଡିଥାନ୍ତି । ବୈଦୁତିକ ଓ ସାମାଜିକ ମାଧ୍ୟମରେ ହେଉଥିବା ସମସ୍ତ କଥୋପକଥନ, ତଥ୍ୟ ସନ୍ଧାନ, ପ୍ରତିକ୍ରିୟା ଇତ୍ୟାଦିକୁ ନିରୀକ୍ଷଣ କରି ଏଥିରୁ ବ୍ୟବସାୟକୁ ପ୍ରଭାବିତ କରିପାରୁଥିବା ତଥ୍ୟ ସଂଗ୍ରହ କରିବା ଓ ଏହି ତଥ୍ୟକୁ ଭିତ୍ତି କରି ବ୍ୟବସାୟିକ ନିର୍ଣ୍ଣୟ ନେବାରେ ସହାୟତା କରିବା ହିଁ ବିଶ୍ଳେଷଣ ବିଜ୍ଞାନର ମୂଳ ଲକ୍ଷ୍ୟ ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ। କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ମହାନ ଦାର୍ଶନିକ ହୁଏନସାଙ୍ଗ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ଭବ୍ୟ ଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ପାବନ ଧୁଆଁ ବିଷୟରେ ବର୍ଣ୍ଣନା କରିଛନ୍ତି ।
ସୁଦିପ୍ତ କବିରାଜ (ଜନ୍ମ ୧୯୪୫) ଜଣେ ଭାରତୀୟ ରାଜନୀତି ବିଜ୍ଞାନୀ ଓ ବୌଦ୍ଧିକ ଇତିହାସବିଦ୍ । ସେ ବର୍ତ୍ତମାନ ଯୁକ୍ତରାଜ୍ୟ ଆମେରିକାର କଲମ୍ବିଆ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ । ଏହା ପୂର୍ବରୁ ସେ ଲଣ୍ଡନ ବିଶ୍ୱବିଦ୍ୟାଳୟର ସ୍ଲୁଲ ଅଫ୍ ଓରିଏଣ୍ଟାଲ ଆଣ୍ଡ୍ ଆଫ୍ରିକାନ୍ ଷ୍ଡଡ଼ିଜ୍ଠାରେ ପ୍ରାଧ୍ୟାପକ ଭାବରେ କାର୍ଯ୍ୟରତ ଥିଲେ । ସେ ଏହା ସହ ଦିଲ୍ଲୀ ସ୍ଥିତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେ.ଏନ୍.ୟୁ.)ଠାରେ ସହଯୋଗୀ ପ୍ରାଧ୍ୟାପକ ଭାବରେ ମଧ୍ୟ କାମ କରିଅଛନ୍ତି । ସେ ପି.ଏଚ୍.ଡ଼ି.
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଆଦିକବି ସାରଳା ଦାସଙ୍କ ନାମରେ ନାମିତ ଏହି ପୁରସ୍କାର ଓଡ଼ିଆ ଭାଷା ଓ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ନିମନ୍ତେ ପ୍ରତିବର୍ଷ ପ୍ରଦାନ କରାଯାଇଥାଏ । ଓଡ଼ିଆ ଶିଳ୍ପପତି ବଂଶୀଧର ପଣ୍ଡା ଏବଂ ଇଲା ପଣ୍ଡାଙ୍କଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫାଗୃପଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲ୍ସ ପବ୍ଲିକ୍ ଚାରିଟେବଲ୍ ଟ୍ରଷ୍ଟ (ଇମ୍ପାକ୍ଟ) ଆନୁକୁଲ୍ୟରେ ୧୯୮୦ ମସିହାରୁ ପ୍ରଦାନ କରାଯାଇ ଆସୁଅଛି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ । ବିଜ୍ଞାନର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।
ନରେନ୍ଦ୍ର ଦାମୋଦରଦାସ ମୋଦୀ (ଜନ୍ମ: ୧୭ ସେପ୍ଟେମ୍ବର ୧୯୫୦) ଭାରତର ୧୫ମ ପ୍ରଧାନମନ୍ତ୍ରୀ । ସେ ଭାରତୀୟ ଜନତା ପାର୍ଟିର ଜଣେ ପ୍ରମୁଖ ସଦସ୍ୟ। ସେ ୨୦୧୪ ଲୋକ ସଭା ନିର୍ବାଚନରେ ଭାରତର ପ୍ରମୁଖ ବିପକ୍ଷ ଦଳ ଭାରତୀୟ ଜନତା ପାର୍ଟି ତରଫରୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ଗଠବନ୍ଧନର ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ନିର୍ବାଚନ ଲଢିଥିଲେ ଏବଂ ଉତ୍ତର ପ୍ରଦେଶ ଓ ଗୁଜରାଟରୁ ଯଥାକ୍ରମେ ବାରଣାସୀ ଓ ଭଦୋଦରାରୁ ବିଜୟୀ ହୋଇଥିଲେ । ୧୯୯୮ ମସିହାରେ ଭାରତୀୟ ଜନତା ପାର୍ଟିର ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କଦ୍ଵାରା ଗୁଜରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ପ୍ରଚାର ପାଇଁ ପସନ୍ଦ କରାଯାଇଥିଲା । ୨୦୦୧ ମସିହାରେ ଗୁଜରାଟର ପୂର୍ବତନ ମୂଖ୍ୟମନ୍ତ୍ରୀ କେଶୁଭାଇ ପଟେଲ ଇସତଫା ଦେବାପରେ ସେ ମୂଖ୍ୟମନ୍ତ୍ରୀ ଭାବେ ୨୦୦୧ ଅକ୍ଟୋବର ୭ ତାରିଖରେ ଶପଥ ଗ୍ରହଣ କରିଥିଲେ । ପୁନର୍ବାର ୨୦୦୭ ଗୁଜରାଟ ବିଧାନ ସଭା ନିର୍ବାଚନରେ ବିପୁଳ ସମର୍ଥନରେ ବିଜୟୀ ହୋଇ ସେ ତୃତୀୟ ଥର ପାଇଁ ମୂଖ୍ୟମନ୍ତ୍ରୀ ହୋଇଥିଲେ । ସେ ଉଭୟ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଜଣେ ବିବାଦୀୟ ବ୍ୟକ୍ତି।
ଏକ ନକ୍ଷତ୍ରର ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ତାହାର ଅବସ୍ଥାରେ ହେଉଥିବା ପରିବର୍ତ୍ତନକୁ ନକ୍ଷତ୍ର କାଳଚକ୍ର (ଈଂରାଜୀରେ Life Cycle of a Star) ବୋଲି କୁହାଯାଏ । ନକ୍ଷତ୍ରର ବସ୍ତୁତ୍ଵ କମ୍ ହେଲେ ତାହାର ବୟସ ଅଧିକ ଓ ନକ୍ଷତ୍ରର ବସ୍ତୁତ୍ଵ ଅଧିକ ହେଲେ ତାହାର ବୟସ ଅପେକ୍ଷାକୃତ ଭାବେ କମ୍ ହୋଇଥାଏ । କ୍ଷୟଶୀଳ ଗ୍ୟାସ୍ ଓ ଧୂଳିର ବାଦଲରୁ ପ୍ରାୟତଃ ନକ୍ଷତ୍ରଗୁଡିକ ଜନ୍ମ ନେଇଥାନ୍ତି । ଏହି ଗ୍ୟାସୀୟ ବାଦଲ ନିହାରୀକା ରୂପରେ ଦେଖାଦିଏ । ଆଦ୍ୟତାରାମାନେ ଅନେକ ବର୍ଷ ପରେ ସନ୍ତୁଳିତ ଓ ବୟସ୍କ ହୋଇ ମୁଖ୍ୟ ସ୍ରୋତର ତାରାର ଅବସ୍ଥାକୁ ପ୍ରାପ୍ତ କରନ୍ତି । ନାଭିକୀୟ ବିଲୟଦ୍ଵାରା ଏକ ନକ୍ଷତ୍ରକୁ ତା’ ଶକ୍ତି ମିଳିଥାଏ । ପ୍ରଥମାର୍ଦ୍ଧରେ ମୁଖ୍ୟ ସ୍ରୋତର ତାରାର ନାଭିରେ ଉଦଜାନ ପରମାଣୁର ନାଭିକୀୟ ବିଲୟ ହୋଇ ଶକ୍ତି ଜାତ ହୁଏ । ପରେ ତାରାର ନାଭିରେ ଅଧିକ ପରିମାଣର ହିଲିୟମ୍ ସୃଷ୍ଟି ହୁଏ ଓ ଏହି ନାଭି ଚାରିପଟେ ଏକ ଗୋଲକାକାର ବଳୟରେ ଉଦଜାନ ବିଲୟ ହେବାକୁ ଲାଗେ । ଏହା ଫଳରେ ନକ୍ଷତ୍ରର ଆକାର ବଢ଼ିବା ଆରମ୍ଭ ହୁଏ ଓ ଧୀରେ ଧୀରେ ଏହା ଏକ ଲୋହିତ ଦାନବରେ (ଈଂରାଜୀରେ Red Giant) ପରିଣତ ହୁଏ । ସୂର୍ଯ୍ୟର ଅଧା ବସ୍ତୁତ୍ଵବିଶିଷ୍ଟ ନକ୍ଷତ୍ର ହିଲିୟମର ବିଲୟରୁ ଶକ୍ତି ପାଏ । ଅତ୍ୟନ୍ତ ବୃହତ୍ ନକ୍ଷତ୍ରମାନେ ଓଜନିଆ ଅଣୁର ବିଲୟରୁ ଶକ୍ତି ପାଆନ୍ତି ।.
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ଵ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ସାଧାରଣ ଆପେକ୍ଷିକ ତତ୍ତ୍ଵ (ଇଂରାଜୀରେ General Theory of Relativity), ମାଧ୍ୟାକର୍ଷଣ/ମହାକର୍ଷଣର ପ୍ରଭାବ ଉପରେ ପର୍ଯ୍ୟବେଶିତ ଏକ ଜ୍ୟାମିତିକ ତତ୍ତ୍ଵ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ ଆଲବର୍ଟ୍ ଆଇନଷ୍ଟାଇନ ୧୯୧୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଭୌତିକ ବିଜ୍ଞାନୀମାନଙ୍କ ପାଇଁ ଏହି ତତ୍ତ୍ଵ ମାଧ୍ୟାକର୍ଷଣ/ମହାକର୍ଷଣର ଏକ ଆଧୁନିକ ଉପସ୍ଥାପନା । ଏହି ତତ୍ତ୍ଵ ଆଇନଷ୍ଟାଇନଙ୍କଦ୍ଵାରା ପୂର୍ବରୁ ପ୍ରକାଶିତ ବିଶେଷ ଆପେକ୍ଷିକ ତତ୍ତ୍ଵ ଏବଂ ପ୍ରଖ୍ୟାତ ବ୍ରିଟିଶ୍ ବୈଜ୍ଞାନିକ ସାର୍ ଆଇଜାକ୍ ନିଉଟନଙ୍କଦ୍ଵାରା ଆବିଷ୍କୃତ ମାଧ୍ୟାକର୍ଷଣ/ମହାକର୍ଷଣ ନିୟମକୁ ଏକସୂତ୍ରରେ ସଂଯୋଗ କରୁଥିବାରୁ ଭୌତିକ ବିଜ୍ଞାନର ଏକ ଅତି ବଳିଷ୍ଠ ତତ୍ତ୍ଵ । ଏହି ତତ୍ତ୍ଵ ଅନୁସାରେ ମାଧ୍ୟାକର୍ଷଣ ଏକ ଶକ୍ତି ନୁହେଁ, ବରଂ ଜାଗତିକ ମହାବସ୍ତୁମାନେ ଅବସ୍ଥାନ କରୁଥିବା ସ୍ଥାନ-କାଳର ଏକ ଜ୍ୟାମିତିକ ପ୍ରକୃତି ବା ପ୍ରବୃତ୍ତି । ଅତ୍ୟଧିକ ବସ୍ତୁତ୍ଵବିଶିଷ୍ଟ ଏକ ମହାବସ୍ତୁଦ୍ଵାରା ସ୍ଥାନ-କାଳର ପ୍ରକୃତି ପ୍ରଭାବିତ ହୋଇଥାଏ । ସେମାନଙ୍କ ପ୍ରଭାବରେ ସ୍ଥାନ-କାଳର ପଟ୍ଟରେ/ପୃଷ୍ଠରେ ବକ୍ରାକୃତି ଦେଖାଯାଏ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭିନ୍ନ ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ପ୍ରତିଭା ଶତପଥୀ (ଜନ୍ମ ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ଵବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯)
ଓଡ଼ିଆ ସିନେମା ଗୀତ (୧୯୩୬ରୁ ୧୯୬୯) ୨୦୧୫ରେ ପ୍ରକାଶିତ ଏକ ଓଡ଼ିଆ ବହି । ଏଥିରେ ୧୯୩୬ରୁ ୧୯୬୯ ଭିତରେ ମୁକ୍ତିଲାଭ କରିଥିବା ଓଡ଼ିଆ ସିନେମା ସଂଗୀତ ସଂକଳିତ । ଏହା ସାମ୍ବାଦିକ ଓ ଓଡ଼ିଆ ଚଳଚ୍ଚିତ୍ର ସଂରକ୍ଷକ ସୂର୍ଯ୍ୟ ଦେଓଙ୍କଦ୍ୱାରା ସଂକଳିତ । ଏଥିରେ ଚଳଚ୍ଚିତ୍ର ସମ୍ପୂର୍ଣ୍ଣ ସଙ୍ଗୀତ ସହ ସେସବୁର ବିବରଣୀ, ସଂଗୀତକାର ଓ ଗୀତିକାରଙ୍କ ସମ୍ବନ୍ଧରେ ସଂକ୍ଷିପ୍ତ ପରିଚୟ ଏବଂ ଚଳଚ୍ଚିତ୍ର ସଙ୍ଗୀତର ପରଦା ପଛର କାହାଣୀ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱର ସ୍ଥିତ ସୃଜନଦ୍ୱାରା ୨୦୧୫ ମସିହାରେ ମେ ୨୩ ତାରିଖରେ ପ୍ରଥମେ ପ୍ରକାଶିତ ହୋଇଥିଲା । ଏଥିରେ ମନୋଜ ଦାସ, ମାୟାଧର ମାନସିଂହ, ଗୋଦାବରୀଶ ମହାପାତ୍ର, କୃଷ୍ଣପ୍ରସାଦ ବସୁ ଆଦି ଓଡ଼ିଆ ଲେଖକଙ୍କ ରଚନା ସ୍ଥାନୀତ ହୋଇଥିବା ଗୀତ ରହିଛି ।