ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷ ଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ଵ ଓ ଧାର୍ମିକ ଗୁରୁତ୍ତ୍ଵ ରହିଛି । ଏହା ଓଡ଼ିଶାର ଭୁବନେଶ୍ଵରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତର ଦେଶର ଓଡ଼ିଶା ପ୍ରଦେଶର ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
ଆପନା ହାତ ଜଗନ୍ନାଥ, ୨୦୧୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରରର ପ୍ରଯୋଜନା କରିଥିଲେ ସତ୍ୟମ୍ ଝା ସୁମନ । ଚଳଚ୍ଚିତ୍ରଟିର କାହାଣୀ ଲେଖିଥିଲେ ସୁମିତ ଝା ସୁମନ ଏବଂ ସନ୍ତୋଷ ମିଶ୍ର ଚଳଚ୍ଚିତ୍ରଟିର ସଂଳାପ ରଚନା କରିଥିଲେ । ସତ୍ୟମ୍ ଝା ସୁମନ ଚଳଚ୍ଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଚଳଚ୍ଚିତ୍ରଟିର ସ୍ୱର ସଂଯୋଜନା ସହ ଗୀତ ରଚନା କରିଥିଲେ । ଏହି କଥାଚିତ୍ରଟି ଓଡ଼ିଆ ଏବଂ ଭୋଜପୁରୀ ଭାଷାରେ ମୁକ୍ତିଲାଭ କରିଥିଲା ।
ନଗର କୀର୍ତ୍ତନ (ପଞ୍ଜାବୀ: ਨਗਰ ਕੀਰਤਨ) ଏକ ଶିଖପ୍ରଥା ଅଟେ ଯେଉଁଥିରେ ଏକ ସମୁଦାୟରେ ଶାହି ସେନାମାନଙ୍କ ଗୀତ ଗାଇଥାନ୍ତି । କୌଣସି ସମୟର ଅଭ୍ୟାସ କରିବା ସମୟରେ ହେଉ , ବୈଶାଖ ମାସରେ ଏହି ପ୍ରଥା ଆୟୋଜିତ କରାଯାଇଥାଏ । ପରମ୍ପରାଗତ ରୂପେ, ଏହି ଶୋଭାଯାତ୍ରାର ନେତୃତ୍ୱ ସାଧାରଣତଃ କମଳା ରଙ୍ଗ - ଢିଲା ବସ୍ତ୍ର "ପଜ ପିଏରେ" (ଗୁରୁଙ୍କ ପାଞ୍ଚୋଟି ପ୍ରିୟ ), ଯାହା ଗୁରୁ ଗ୍ରନ୍ଥ ସାହିବ ଦ୍ୱାରା ଅନୁସରଣ କରାଯାଏ ଏବଂ ପବିତ୍ର ଶିଖ ଶାସ୍ତ୍ର - ଯାହାକୁ ଏକ ପରିଦର୍ଶନ ଫ୍ଲୋଟ ରେ ରଖାଯାଇଛି । ସାଧାରଣତଃ ଶୋଭାଯାତ୍ରାର ସଦସ୍ୟ ଅନଶୁଦ କୁ ପ୍ରଦର୍ଶିତ ଶାସ୍ତ୍ର ଅନୁଯାୟୀ ବହୁ ଲୋକ ନିଜ ମୁଣ୍ଡକୁ କଭର କରିଥାନ୍ତି ଏବଂ ରଙ୍ଗ କମଳା କିମ୍ବା ନାରଙ୍ଗୀ ର ବସ୍ତ୍ର ପରିଧାନ କରିଥାନ୍ତି । ଶୋଭାଯାତ୍ରା ପୂର୍ବରୁ ସଡକ ସେବାକର୍ତ୍ତା ମାନଙ୍କ ଦ୍ୱାରା ପରିଷ୍କାର କରାଯାଇଥାଏ । ଦର୍ଶକ ମାନେ ସମର୍ଥକ ଶାସ୍ତ୍ର ଆଗେଇ ନିଜ ମୁଣ୍ଡ ନୁଆଁଇ ଥାନ୍ତି । ସେହି ଲୋକମାନଙ୍କୁ ଭୋଜନ ପ୍ରଦାନ କରାଯାଇଥାଏ , ଯେଉଁମାନେ ସ୍ମାରକର ଅନୁସରଣ କରିଥାନ୍ତି କିମ୍ବା ଶୋଭାଯାତ୍ରାର ଆଖ-ପାଖରେ ସ୍ଥିର ଅଙ୍କରେ ରହିଥାନ୍ତି । ଶେଷରେ ଶୋଭାଯାତ୍ରା ଅର୍ଦାଶ ପ୍ରାର୍ଥନା ସହିତ ଗୁରୁଦ୍ୱାର ରେ ସମାପ୍ତ ହୋଇଥାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗ ଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ', ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳ ଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ସିକ୍ଲ ସେଲ୍ ରୋଗ (ଏସସିଡି), ଅନ୍ୟ ନାମ ସିକ୍ଲ ସେଲ୍ ଆନିମିଆ (ଏସସିଏ), ଏକ ରକ୍ତ ବେମାରୀ ଦଳ ଯାହା ଯାହା ବଂଶାନୁକ୍ରମେ ପ୍ରେରିତ ହୁଏ । ଫଳରେ ଲୋହିତ ରକ୍ତ କଣିକାରେ ଥିବା ଅମ୍ଳଜାନ ବାହକ ପ୍ରୋଟିନ ହେମୋଗ୍ଲୋବିନ ଅସାମାନ୍ୟ ହୋଇଯାଏ । ଏହାଦ୍ୱାରା ରକ୍ତ କଣିକା କେତେକ ପରିସ୍ଥିତିରେ ଏକ ଦାଆ ଆକାର ଧାରଣ କରେ । ଏହି ରୋଗ ୫ରୁ ୬ମାସ ବୟସରେ ଆରମ୍ଭ ହୁଏ । ଅନେକ ସ୍ୱାସ୍ଥ୍ୟ ସମସ୍ୟା ଏହା ଯୋଗୁ ଉତ୍ପନ୍ନ ହୁଏ ଯଥା:- ଯନ୍ତ୍ରଣା ଆକ୍ରମଣ (ସିକ୍ଲ ସେଲ୍ କ୍ରାଇସିସ୍), ଆନିମିଆ, ଜୀବାଣୁ ସଂକ୍ରମଣ ଓ ସ୍ଟ୍ରୋକ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ କ୍ରନିକ ଯନ୍ତ୍ରଣା ଲାଗିରହେ । ବିକଶିତ ଦେଶରେ ଏହି ରୋଗୀର ହାରାହାରି ଆୟୁଷ ପ୍ରାୟ ୫୦ ବର୍ଷ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଓଡ଼ିଶାରେ ରାଜକୀୟ ନବବର୍ଷ ଆରମ୍ଭ ହୁଏ ଭାଦ୍ରବ ମାସ ଶୁକ୍ଳ ଦ୍ୱାଦଶୀ ତିଥିରେ ସୁନିଆଁଠାରୁ। ଓଡ଼ିଆ ପାଞ୍ଜିର ଆରମ୍ଭ ହୁଏ ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରୁ ଏବଂ ଏହି ଦିନଟି ସାଧାରଣରେ ଓଡ଼ିଆ ନବବର୍ଷ ଭାବେ ଗୃହୀତ ହୋଇଛି। ମାତ୍ର ସୁନିଆଁ ହେଉଛି ଓଡ଼ିଆ ରାଜାଙ୍କର ରାଜତ୍ୱର ଅଙ୍କ ଗଣନା ବର୍ଷର ପ୍ରଥମ ଦିନ । ପୁଣି ରାଜାଙ୍କର ରାଜସ୍ୱ ଆଦାୟ ଓ ନୂଆ ଖାତା ଆରମ୍ଭ ହୁଏ ଏହି ସୁନିଆଁ ଦିନ। ସୁନିଆଁ ଦିନ ଗୋଟିଏ ସୁନା ମୋହର ଉପରେ ରାଜାଙ୍କ ରାଜତ୍ୱର ଅଙ୍କ ବା ବର୍ଷ ଚିହ୍ନିତ କରାଯାଏ। ଏହାକୁ ସାଧାରଣ ଭାଷାରେ କହନ୍ତି ଅଙ୍କକଟା। ଏହିଦିନଟି ରାଜକୀୟ ବର୍ଷ ଆରମ୍ଭର ପ୍ରଥମ ଦିନ ଏବଂ ସୁନା ଶବ୍ଦ ସହ ଜଡ଼ିତ ହୋଇଥିବାରୁ ସମ୍ଭବତଃ ସୁନିଆଁ ଭାବେ ପାଳିତ ହେଉଛି । ପୁଣି ଏହି ଦିନ ସର୍ବତ୍ର ବାମନ ଜନ୍ମ ପାଳିତ ହୋଇଥାଏ। ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରୁ ବାମନ ହେଉଛନ୍ତି ଏଭଳି ରାଜନୀତି ପ୍ରବଣ ଯେ ନିଜ ବୁଦ୍ଧି ବିଚକ୍ଷଣତା ଦ୍ଵାରା ସ୍ଵର୍ଗ, ମର୍ତ୍ତ୍ୟ, ପାତାଳ ତିନି ଭୁବନକୁ ନିଜ ପାଦତଳେ ରଖିବା ସହ ବଳୀ ପରି ଶାସକଙ୍କୁ ମଧ୍ୟ ପାତାଳକୁ ଚାପି ଦେଇଥିଲେ। ତେଣୁ ଫସଲ ଅମଳ ପରେ ରାଜକୋଷକୁ ସମୃଦ୍ଧ କରି ରାଜାମାନେ ତ୍ରିବିକ୍ରମ ବାମନଙ୍କ ପରାକ୍ରମକୁ ପାଥେୟ କରି ବାହାରୁଥିଲେ ଦେଶଜୟ କରିବାକୁ । ସୁନିଆଁଠାରୁ ସନ ଓ ସାଲ ଗଣନା ଆରମ୍ଭ ହୁଏ।
ମାଗନେସିଅମ ସଲଫେଟ (ଡାକ୍ତରୀ ବ୍ୟବହାର)
ମାଗନେସିଅମ ସଲଫେଟ (ଡାକ୍ତରୀ ବ୍ୟବହାର) (ଇଂରାଜୀ ଭାଷାରେ Magnesium sulfate) ଏକ ଔଷଧ ଯାହା ଅଳ୍ପ ରକ୍ତ ମାଗନେସିଅମ (low blood magnesium) ଓ ମହିଳାଙ୍କର ଏକ୍ଲାମ୍ପସିଆ (eclampsia) ରୋଗରେ ବାତ (seizures) ମାରିଲେ ଦିଆଯାଏ । ଆହୁରି ମଧ୍ୟ ଟରସା ଡେ ପଣ୍ଟ (ଫରାସୀ ଶବ୍ଦ) (en;torsades de pointes), ସାଂଘାତିକ ଆଜ୍ମା, କୋଷ୍ଠକାଠିନ୍ୟ (constipation) ଓ ବେରିଅମ ବିଷକ୍ରିୟା (barium poisoning) ରୋଗମାନଙ୍କରେ ଏହା ଦିଆଯାଏ । ଏହା ପାଟିରେ ଓ ଶିରାଭ୍ୟନ୍ତର ତଥା ମାଂସପେଶୀରେ ଇଞ୍ଜେକସନ ଆକାରରେ ଦିଆଯାଏ । ମିନେରାଲ ସ୍ନାନ) (mineral baths)ରେ ଏହା ଏପସମ ଲବଣ ଆକାରରେ ଦିଆଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ବ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗ ଦ୍ଵାରା ପ୍ରଚଳିତ ହେଉଛି |
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
π (ପାଇ) ସଂଖ୍ୟାଟି ହେଉଛି ଏକ ଗାଣିତିକ ସ୍ଥିରାଙ୍କ, ଏକ ବୃତ୍ତର ପରିଧି ସହ ବ୍ୟାସର ଅନୁପାତକୁ ବୁଝାଏ । ଏହାର ମୂଲ୍ୟ ପାଖାପାଖି ୩.୧୪୧୫୯ ଅଟେ । ଅଷ୍ଟାଦଶ ଶତାବ୍ଦୀର ମଧ୍ୟ ଭାଗରୁ ଏହାକୁ ଗ୍ରୀକ ଅକ୍ଷର π ସୁଚା ଯାଇଆସୁଅଛି, ଯଦିଓ ବେଳେବେଳେ ଏହାକୁ "ପାଇ" ( /paɪ/) ବୋଲି ଉଚ୍ଚାରଣ କରାଯାଇଥାଏ । ବୃତ୍ତର ଆକୃତି ଯେତେ ବଡ ବା ସାନ ହେଉପଛେ ଉଭୟ ଯୁକ୍ତିମୂଳକ ଓ ପରୀକ୍ଷାମୂଳକ ଭାବରେ ପ୍ରମାଣ କରାଯାଇଛି ଯେ, ଯେକୌଣସି ବୃତ୍ତର ସର୍ବଦା ପରିଧି/ବ୍ୟାସ = ଏକ ଧ୍ରୁବାଙ୍କ । ଏହି ଧୃବାଙ୍କକୁ ଗ୍ରୀକ୍ ଅକ୍ଷର ପାଇ ନାମରେ ଅବିହିତ କରାଯାଇଛି । ଏହା ହେଉଛି ପାଇର ଅସରନ୍ତି ଦଶମିକ ସଂଖ୍ୟା ୩.୧୪୧୫୯୨......
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତି ଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।