ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
କାଜଲ ମିଶ୍ର, ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତ୍ରୀ । ସେ ୨୦୦୫ରେ ଧର୍ମର ହେବ ଜୟ ଚଳଚ୍ଚିତ୍ରରୁ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏହାପୂର୍ବରୁ ସେ ଓଡ଼ିଆ ଆଧୁନିକ ଆଲ୍ବମ୍ରେ ଅଭିନୟ କରିଥିଲେ । ଇ ଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ବଡ଼ ଘର ବଡ଼ ଗୁମର କଥାରେ ତାଙ୍କର ଅଭିନୀତ ଭୂମିକା ଅଞ୍ଜଳୀ ତାଙ୍କୁ ସବୁଠାରୁ ଅଧିକ ଲୋକପ୍ରିୟ କରାଇଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମିଳିମିଳା (ଇଂରାଜୀରେ ମିଜିଲ୍ସ ବା ରୁବିଓଲା ବା ରେଡ ମିଜିଲ୍ସ ଯଥାକ୍ରମେ Measles, morbilli, rubeola, or red measles), ଏକ ଅତୀବ ସଂକ୍ରାମକ ରୋଗ ଯାହା ମିଳିମିଳା ଭୁତାଣୁଦ୍ୱାରା ହୁଏ । ପ୍ରାରମ୍ଭିକ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର (ଅଧିକାଂଶ ସମୟରେ ୪୦୦ସେ.ରୁ ଅଧିକ), କାଶ, ନାକରୁ ପାଣି ବୋହିବା ଓ ଆଖି ଲାଲ ଦେଖାଯାଏ । ଏହି ଲକ୍ଷଣ ସମୂହ ଆରମ୍ଭ ହେବାର ୨ ଦିନ ପରେ ପାଟିର ଭିତର ପାଖରେ ଧଳା ଦାଗ ଦେଖାଯାଏ ଯାହାକୁ କପଲିକ ଦାଗ/Koplik's spots କୁହାଯାଏ । ସାଧାରଣତଃ ଗୋଟିଏ ଚେପଟା ଲାଲ ଦାଗ (ରାସ) ମୁହଁରେ ଆରମ୍ଭ ହୁଏ ଓ ୩ରୁ ୫ ଦିନ ମଧ୍ୟରେ ସାରା ଦେହକୁ ମାଡ଼ିଯାଏ । ଗୋଟିଏ ରୋଗୀ ସଂସ୍ପର୍ଶରେ ଆସିବାର ୧୦ରୁ ୧୨ ଦିନ ପରେ ଲକ୍ଷଣ ଦେଖାଯାଏ ଓ ୭ରୁ ୧୦ ପର୍ଯ୍ୟନ୍ତ ରହେ । ପ୍ରାୟ ୩୦ % କେଶ ଜଟିଳ ହୁଏ ଓ ତରଳ ଝାଡ଼ା, ଅନ୍ଧତ୍ୱ, ମସ୍ତିଷ୍କ ପ୍ରଦାହ ଓ ନିମୋନିଆ ଆଦି ହୁଏ । ରୁବେଲା ବା ଜର୍ମାନ ମିଳିମିଳା (German measles) ଓ ରୋଜିଓଲା (Roseola) ଦୁଇଟି ଭିନ୍ନ ରୋଗ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବିଭିନ୍ନ ଦେଶ ଦ୍ୱାରା ବ୍ୟବହାର କରାଯାଉଥିବା ବୈଦ୍ୟୁତିକ କାର୍
ବିଭିନ୍ନ ଦେଶଦ୍ୱାରା ବ୍ୟବହାର କରାଯାଉଥିବା ବୈଦ୍ୟୁତିକ କାର୍ ହେଉଛି ପୃଥିବୀ ସାରା ଥବା ବୈଦ୍ୟୁତିକ ଯାନକୁ ମାପିବା ଶୈଳୀ । ବୈଦ୍ୟୁତିକ ଯାନର ଲୋକପ୍ରିୟତା ବଢିବାର ମୁଖ୍ୟ କାରଣଗୁଡ଼ିକ ହେଉଛି, ତ୍ୱରଣ ଓ ଦୂରତାରେ ବୃଦ୍ଧି, ସରକାରୀ ରିହାତି ଓ ପରିବାଶ ଅନୁକୂଳ । ହାଲୁକା ଯାଙ୍କୁ ଦୁଇ ଭାଗରେ ବିଭକ୍ତ କରାଯାଇଛି, ଯଥା: ବ୍ୟାଟେରୀଦ୍ୱାରା ପରିଚାଳିତ ଯାନ (ବିଇଭି) ଓ ପ୍ଲଗ୍-ଇନ୍ ହାଇବ୍ରିଡ୍ ଯାହା ବ୍ୟାଟେରୀର ଶକ୍ତିକୁ ଆଭ୍ୟନ୍ତରୀଣ ଦହନ ଇଞ୍ଜିନ୍ (ପିଏଚ୍ଇଭି) ସହ ଯୋଡାଯାଇ କରାଯାଏ । ୨୦୧୬ର ଶେଷ ଅନୁଯାୟୀ: ମୁଖ୍ୟରାସ୍ତାରେ ଚାଲୁଥିବା ନ୍ୟାୟିକ ହାଲୁକା ଯାନର ବିକ୍ରିରେ ସଞ୍ଚୟୀ ବୃଦ୍ଧି, ଯାହା ୨ ନିୟୁତ ୟୁନିଟ୍, ଯାହାର ୩୮% ୨୦୧୬ରେ ବିକ୍ରି ହୋଇଛି । ହାଲୁକା ଯାନ ବିକ୍ରିରେ, କାର୍ କ୍ଷେତ୍ରରେ ୦.୮୬% ବୃଦ୍ଧି ପାଇଛି, ଯାହା ୨୦୧୫ରେ ୦.୬୨% ଓ ୨୦୧୪ରେ ୦.୩୮% ଥିଲା । ବିଇଭି ଓ ପିଏଚ୍ଇଭି ମଧ୍ଧ୍ୟରେ ଅନୁପାତ ୨୦୧୫ ଶେଷ ସୁଦ୍ଧା ୫୯:୪୧ରୁ ବୃଦ୍ଧି ପାଇ ୬୧:୩୯ରେ ପହଁଞ୍ଚିଛି । ପିଏଚ୍ଇଭିର ସର୍ବମୋଟ ସଞ୍ଚୟୀ ବିକ୍ରି ୮୦୦,୦୦୦ ୟୁନିଟ୍ । ବିଭିନ୍ନ ଦେଶରେ ବୈଦ୍ୟୁତିକ ଯାନର ବ୍ୟବହାର ଗ୍ରାହକ ଦାବି, ବଜାର ଦର ଓ ପ୍ରୋତ୍ସାହନଦ୍ୱାରା ପ୍ରଭାବିତ ହୋଇଥାଏ । ୨୦୧୬ ଅନୁଯାୟୀ: ଚାଇନାର ସର୍ବାଧିକ ନ୍ୟାୟିକ ହାଲୁକା ପ୍ଲଗ୍ ଇନ୍ ଯାନ ଅଛି, ଯାହାର ସଞ୍ଚୟୀ ବିକ୍ରି ୬୪୫,୦୦୦ରୁ ମଧ୍ଧ୍ୟ ଅଧିକ କିମ୍ବା ସମଗ୍ର ଜମାର ୪୩.୦% । ୨୦୧୫ରେ ଚାଇନାର ବୈଦ୍ୟୁତିକ ବସ୍ର ବଜାର ୧୭୩,୦୦୦ରେ ପହଁଞ୍ଚିଥିଲା । ୬୩୭,୦୦୦ରୁ ଅଧିକ ଯାତ୍ରୀବାହୀ ବୈଦ୍ୟୁତିକ ଯାନ ୟୁରୋପ୍ରେ ନାମାଙ୍କିତ ହୋଇଛି, ଯାହା ମଗ୍ର ଜଗତ ବିକ୍ରିର ୩୧.୪%.
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ରୁବେଲା, ବା ଜର୍ମାନ ମିଳିମିଳା ବା ତିନି ଦିନିଆ ମିଳିମିଳା, ରୋଗ ରୁବେଲା ଭୁତାଣୁର ଏକ ସଂକ୍ରମଣର ନାମ । ଏହି ରୋଗ ଅତି ସାମାନ୍ୟ ଧରଣର ହୁଏ ଓ ଅର୍ଦ୍ଧେକ ଲୋକ ନିଜେ ଅସୁସ୍ଥ ଥିବା ଅନୁଭବ କରିପାରନ୍ତି ନାହିଁ । ସଂସ୍ପର୍ଶରେ ଆସିବାର ଦୁଇ ସପ୍ତାହ ପରେ ରାସ ବାହାରେ ଓ ୩ ଦିନ ମାତ୍ର ରହେ । ମୁହଁରେ ଆରମ୍ଭ ହୋଇ ସାରା ଦେହକୁ ବ୍ୟାପିଯାଏ । ମିଳିମିଳା ରାସ ଭଳି ଏହାର ରାସ ଉଜ୍ଜ୍ୱଳ ନୁହେଁ ଓ ବେଳେ ବେଳେ ଗଲୁ ହୁଏ । ଲସିକା ଗ୍ରନ୍ଥି ସାଧାରଣତଃ ଫୁଲିଯାଏ ଓ କିଛି ସପ୍ତାହ ରହେ । ଜ୍ୱର, ତଣ୍ଟି ଘାଆ ଓ ଥକ୍କାଣ ମଧ୍ୟ ହୋଇପାରେ । ବୟଃପ୍ରାପ୍ତ ଲୋକଙ୍କର ଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ଲକ୍ଷଣ । ଜଟିଳତା ମଧ୍ୟରେ ମୁଷ୍କ ବା ଟେସ୍ଟିସ ଫୁଲା, ରକ୍ରସ୍ରାବ ଓ ସ୍ନାୟୁ ପ୍ରଦାହ ଦେଖାଯାଏ । ପ୍ରାକ ଗର୍ଭାବସ୍ଥାରେ ଏହି ରୋଗ ହେଲେ ଗର୍ଭପାତ ଓ ଶିଶୁ ବିକୃତି (ସି.ଆର.ଏସ.) ହୋଇପାରେ । ଏହି ସି.ଆର.ଏସ.ର ଲକ୍ଷଣ: କାଟାରାକ୍ଟ, ବଧୀର ଦୋଷ, ହୃତ୍ପିଣ୍ଡ ଓ ମସ୍ତିଷ୍କ ଦୋଷ ବାହାରିପାରେ । କୋଡ଼ିଏ ସପ୍ତାହ ଗର୍ଭ ପରେ କ୍ୱଚିତ ଅସୁବିଧା ହୁଏ । ସଂକ୍ରମିତ ଲୋକର କାଶରୁ ବାୟୁବାହିତ ହୋଇ ଏହି ରୋଗ ବ୍ୟାପେ । ରାସ ବାହାରିବାର ଏକ ସପ୍ତାହ ପୂର୍ବ ଓ ପର ପର୍ଯ୍ୟନ୍ତ ସଂକ୍ରମଣ କ୍ଷମତା ରହେ । ସି.ଆର.ଏସ. ଶିଶୁ ଏକ ବର୍ଷ ଧରି ଜୀବାଣୁ ବାଣ୍ଟିପାରେ । ଏହି ରୋଗ କେବଳ ମାନବଙ୍କୁ ହୁଏ । କୌଣସି କୀଟ ବା ପୋକଦ୍ୱାରା ଏହା ବ୍ୟାପେନାହିଁ । ଥରେ ରୋଗମୁକ୍ତ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ଇମ୍ମ୍ୟୁନିଟି ଉପସ୍ଥିତି ପରୀକ୍ଷା କରି ଜାଣିହୁଏ । ରକ୍ତ, ତଣ୍ଟି ଓ ପରିସ୍ରା ପରୀକ୍ଷା କରି ଭୁତାଣୁ ଦେଖିଲେ ରୋଗ ନିର୍ଣ୍ଣୟ ହୁଏ । ଆଣ୍ଟିବଡି ନିମନ୍ତେ ରକ୍ତ ପରୀକ୍ଷା ଉପଯୋଗୀ ହୁଏ । ଗୋଟିଏ ଡୋଜ ରୁବେଲା ଟିକା ୯୫ %ରୁ ଅଧିକ ଉପଯୋଗୀ ହୁଏ । ଅଧିକାଂଶ ସମୟରେ ଏହି ଟିକା ସହିତ ମିଳିମିଳା ଟିକା ଓ ଗାଲୁଆ ଟିକା ମିଶେଇ ଏମଏମଆର ଟିକା ନାମରେ ଦିଆଯାଏ । ଜନସଂଖ୍ୟାର ଟିକାକରଣ ୮୦ %ରୁ କମ ଥିଲେ ଗର୍ଭଧାରଣ ବୟସ ପର୍ଯ୍ୟନ୍ତି ଇମ୍ମ୍ୟୁନିଟି ନ ଥାଇ ମଧ୍ୟ ଅସୁବିଧା ହୁଏ ନାହିଁ । ଥରେ ସଂକ୍ରମିତ ହେଲେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ପୃଥିବୀର ଅନେକ ସ୍ଥାନରେ ରୁବେଲା ସଂକ୍ରମଣ ଦେଖାଯାଏ । ବାର୍ଷିକ ପ୍ରାୟ ଏକ ଲକ୍ଷ ସି.ଆର.ଏସ.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଇଣ୍ଟରନ୍ୟାସନାଲ ଫୋନେଟିକ ଲାଙ୍ଗୁଏଜ
ଇଣ୍ଟରନ୍ୟାସନାଲ ଫୋନେଟିକ ଲାଙ୍ଗୁଏଜ (ଇଂରାଜୀ: International Phonetic Alphabet, IPA, ବା ଆଇପିଏ) ଉଚ୍ଚାରଣ ଚିହ୍ନ ଆଧାରିତ ଓ ଲାଟିନ ଲିପିରେ ଲିଖିତ ଏକ ଲିଖନ ବିଧି । ଏହା କଥିତ ଭାଷାମାନଙ୍କର ଲିଖନ ନିମନ୍ତେ ଆନ୍ତର୍ଜାତୀୟ ଫୋନେଟିକ ଆସୋସିଏସନ ଦ୍ୱାରା ଏକ ମାନକ ରୂପେ ତିଆରି କରାଯାଇଥିଲା । ଆଇପିଏ ଅଭିଧାନ ସଂକଳକ, ବିଦେଶୀ ଭାଷାଭାଷୀ ଛାତ୍ର ଓ ଶିକ୍ଷକ, ଭାଷାବିଦ, ଧ୍ୱନି-ଭାଷା ରୋଗବିଦ୍ୱାବିଦ, ଗାୟକ-ଗାୟିକା, ଅଭିନେତା, ନିର୍ମିତ ଭାଷାକାର, ଓ ଅନୁବବାଦକମାନଙ୍କ ଦେଇ ବ୍ୟବହୃତ ହୋଇଥାଏ ।
ମଧ୍ୟ ଏସିଆ ଏସିଆ ମହାଦ୍ବୀପର ମଧ୍ୟ ଭାଗ ଅଟେ । ଏହାର ପୂର୍ବରେ "ଚୀନ"ରୁ ପଶ୍ଚିମରେ "କୌସ୍ପିୟନ ସାଗର" ପର୍ଯ୍ୟନ୍ତ, ଏବଂ ଉତ୍ତରରେ "ୠସ"ରୁ ଦକ୍ଷିଣରେ "ଆଫଗାନିସ୍ତାନ" ପର୍ଯ୍ୟନ୍ତ ବିସ୍ତୃତ ଅଟେ । ଭୂବୈଜ୍ଞାନିକ ମାନଙ୍କଦ୍ୱାରା ମଧ୍ୟ ଏସିଆର ସମସ୍ତ ପରିଭାଷାରେ ଭୂତପୂର୍ବ ସୋବିୟତ ସଂଘର ପାଞ୍ଚଟି ଦେଶ ସର୍ବଦା ଗଣା ଯାଏ :- କାଜାଖସ୍ତାନ , କିରଗୀଜସ୍ତାନ , ତାଜିକିସ୍ତାନ , ତୁର୍କମେନିସ୍ତାନ , ଉଜବେକୀସ୍ତାନ । ଏହା ଛଡ଼ା ମଙ୍ଗୋଲିୟା , ଆଫଗାନିସ୍ତାନ , ଉତ୍ତର ପାକିସ୍ତାନ , ଭାରତର ଲଦାଖ ପ୍ରଦେଶ , ଚୀନର ଶିନଜିୟଙ୍ଗ , ତିବ୍ବତ କ୍ଷେତ୍ର ଏବଂ ୠସର ସାଇବେରିୟ କ୍ଷେତ୍ରର ଦକ୍ଷିଣ ଭାଗକୁ ମଧ୍ୟ ପ୍ରାୟତଃ ମଧ୍ୟ ଏସିଆର ଅଂଶ ବୋଲି ବୁଝାଯାଏ ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ଵାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ଵାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ଵାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ଵାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । . ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ବେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଦୀପ୍ ଗ୍ରେସ୍ ଏକ୍କା (ଜନ୍ମ ଜୁନ୍ ୩, ୧୯୯୪) ଜଣେ ଭାରତୀୟ ମହିଳା ଫିଲ୍ଡ ହକି ଖେଳାଳୀ । ସେ ଓଡ଼ିଶାର ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କର ବ୍ଲକ୍ର ଲୁଲକିଡିହି ଗ୍ରାମର । ତାଙ୍କ ବାପାଙ୍କ ନାମ ଚାର୍ଲ୍ସ ଏକ୍କା ଓ ମା'ଙ୍କ ନାମ ଜୟମଣି ଏକ୍କା । ସେ ପ୍ରଥମେ ତେଜ୍ କୁମାର ଜେସ୍ (୨୦୦୫-୦୬)ଙ୍କ ଠାରୁ ପ୍ରଶିକ୍ଷଣ ନେଉଥଲେ, କିନ୍ତୁ ପରେ ୨୦୦୭ରେ ସେ ସାଇ-ସାଗ୍ରେ ଯୋଗ ଦେଇଥିଲେ ଓ ଲୁସେଲା ଏକ୍କା ଓ ସରୋଜ ମହାନ୍ତି ।ଙ୍କ ଠାରୁ ପ୍ରଶିକ୍ଷଣ ନେଉଥିଲେ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ମିଳିମିଳା ଟିକା ଏକ ଟିକା ଯାହା ମିଳିମିଳା ରୋଗର ପ୍ରତିଷେଧ ଭାବରେ ଅତି ଉପାଦେୟ ଅଟେ । ନଅ ମାସ ବୟସ ବେଳେ ଗୋଟିଏ ଡୋଜ ଦେଲେ ୮୫ % ପିଲା ଇମ୍ମ୍ୟୁନ ହୋଇଯାଆନ୍ତି ଓ ୧୨ ମାସ ବୟସ ବେଳେ ଆଉ ଏକ ଡୋଜ ଦେବା ପରେ ୯୫% ପିଲା ଇମ୍ମ୍ୟୁନ ହୋଇଯାଆନ୍ତି । ଗୋଟିଏ ଡୋଜ ଟିକା ଦେବାପରେ ଇମ୍ମ୍ୟୁନିଟି ନ ହେବା ପିଲା ଦ୍ୱିତୀୟ ଡୋଜ ପରେ ଇମ୍ମ୍ୟୁନିଟି ପାଇଯାଆନ୍ତି । ଦେଖାଯାଇଛି, ଜନସଂଖ୍ୟାର ୯୩ %ରୁ ଅଧିକ ଲୋକ ଟିକା ନେଲେ ମିଳିମିଳା ଆଉ ହୁଏ ନାହିଁ, କିନ୍ତୁ ଟିକା ଦେବା କମିଗଲେ ଆଉ ଥରେ ସେଠାରେ ରୋଗ ହୁଏ । ଏହି ଟିକାର ପ୍ରଭାବ ବହୁତ ବର୍ଷ ପର୍ଯ୍ୟନ୍ତ ରହେ । ସମୟକ୍ରମେ ଟିକାର ପ୍ରଭାବ କମିଯିବା ନିଶ୍ଚିତ ନୁହେଁ । ମିଳିମିଳା ରୋଗୀ ସଂସ୍ପର୍ଷରେ ଆସିବାର ଦୁଇ ଦିନ ମଧ୍ୟରେ ଟିକା ଦେଲେ ମଧ୍ୟ କାର୍ଯ୍ୟକାରୀ ହୁଏ । ଏହି ଟିକା ବିପଦଶୂନ୍ୟ ଅଟେ ଏପରିକି ଏଚ.ଆଇ.ଭି. ସଂକ୍ରମଣ ଥିଲେ ମଧ୍ୟ । ପାର୍ଶ୍ୱପ୍ରତିକ୍ରିୟା ଅତି ସାଧାରଣ ଓ ସାମାନ୍ୟ । ଟିକା ନେବା ପରେ ସାମାନ୍ୟ ଜ୍ୱର ଓ ଇଞ୍ଜେକ୍ସନ ନେଇଥିବା ସ୍ଥାନରେ କଷ୍ଟ ହୁଏ । ଏକ ଲକ୍ଷ ଲୋକରେ ଜଣକୁ ଆନାଫାଇଲାକ୍ସିସ ହୁଏ । ଗୁଲେନ-ବାରି ସିଣ୍ଡ୍ରୋମ, ଅଟିଜ୍ମ ଓ ପ୍ରଦାହିତ ଖାଦ୍ୟନଳୀ ରୋଗ(inflammatory bowel disease) ବଢ଼ିଯାଏ ନାହିଁ । ଏହି ଟିକା ଏକକ ଭାବରେ ନିଜ ନାମରେ ମିଳେ ତଥା ଅନ୍ୟାନ୍ୟ ଟିକା ସହିତ ମିଶି ମଧ୍ୟ ମିଳେ ଯେପରିକି ଏମ୍.ଏମ୍.ଆର. ଟିକା ଯେଉଁଁଥିରେ ମିଳିମିଳା ଟିକା, ମମ୍ପ୍ସ ଟିକା ଓ ରୁବେଲା ଟିକା ଥାଏ ଓ ଏମ.ଏମ.ଆର.ଭି.
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
କଳ୍ପନା ଚାୱଲା (ମାର୍ଚ୍ଚ ୧୭, ୧୯୬୨ – ଫେବୃଆରୀ ୧, ୨୦୦୩) ହେଉଛନ୍ତି ଭାରତରେ ଜନ୍ମିତ ପ୍ରଥମ ମହିଳା ମହାକାଶଚାରୀ । ସେ ୧୯୯୭ ମସିହାରେ ପ୍ରଥମ ଥର ପାଇଁ କଲମ୍ବିଆ ମହାକାଶଯାନରେ ମହାକାଶକୁ ଯାତ୍ରା କରିଥିଲେ। ଏହି ମହାକାଶ ଯାନରେ ସେ mission specialist ଏବଂ primary robotic arm operator ଭାବେ ଯାଇଥିଲେ। ୨୦୦୩ ମସିହାରେ କଲମ୍ବିଆ ମହାକାଶଯାନ ଦୁର୍ଘଟଣା (Space Shuttle Columbia disaster)ରେ ପ୍ରାଣ ହରାଇ ଥିବା ସାତ ଜଣ ମହାକାଶଚାରୀଙ୍କ ମଧ୍ୟରେ କଳ୍ପନା ଅନ୍ୟତମ। ସେ ପଞ୍ଜାବ ଇଞ୍ଜିନିୟରିଂ କଲେଜ୍ରୁ ଏରୋନଟିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଏବଂ ଆମେରିକାର ଟେକ୍ସାଜ୍ ୟୁନିଭର୍ସିଟିରୁ ଏରୋସ୍ପେଶ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୮ରେ ସେ ଆମେରିକାର କଲରାଡୋ ୟୁନିଭର୍ସିଟିରୁ ପି.ଏଚ୍.ଡି.
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଋକବେଦରେ ବର୍ଣ୍ଣିତ ନଦୀମାନଙ୍କ ମଧ୍ୟରୁ ସରସ୍ଵତୀ ନଦୀ ଅନ୍ୟତମ । ହିନ୍ଦୁଧର୍ମର ଅନେକ ଶାସ୍ତ୍ରରେ ଏହି ନଦୀର ଉଲ୍ଲେଖ ରହିଛି । ଋକବେଦର ରଚନା ବୈଦିକ ସଂସ୍କୃତ ଭାଷାରେ କରାଯାଇଛି ଏବଂ ଖ୍ରୀଷ୍ଟପୂର୍ବ ଦ୍ଵିତୀୟ ସହସ୍ରାବ୍ଦ ସମୟରେ ସରସ୍ଵତୀ ନଦୀତଟରେ ବସବାସ କରୁଥିବା ଲୋକେ ଋକବେଦର କିଛି ଅଂଶର ରଚନା କରିଛନ୍ତି ବୋଲି ବିଶ୍ଵାସ କରାଯାଏ । ହିନ୍ଦୁ ଧର୍ମରେ ବିଦ୍ୟା, ଜ୍ଞାନ ଓ ବାକ୍ର ଦେବୀ ସରସ୍ଵତୀ, ପ୍ରଥମେ ଏହି ନଦୀରୂପକ ଦେବୀଭାବେ ଉଭା ହୋଇଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ସେ ବିଦ୍ୟା ଓ ଭାଷାର ଦେବୀ ଭାବେ ପରିଚିତା ହେଲେ ।
ଗୁରୁ ନାନକ ଲାହୋର ନିକଟବର୍ତ୍ତୀ ଏକ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଅଲ୍ପ ବୟସରେ ସଂସାର ତ୍ୟାଗ କରି ଧର୍ମଜ୍ଞାନ ଲାଭ ନିମିତ୍ତ ଭାରତର ନାନା ସ୍ଥାନ ପରିଦର୍ଶନ କରିଥିଲେ । କଥିତ ଅଛି, ସେ ଇସଲାସ ଧର୍ମର ମୂଳତତ୍ତ୍ଵ ଅବଗତ ହେବା ନିମିତ୍ତ ସୁଦୂର ମକ୍କା ଓ ବାଗଦାଦକୁ ଯାତ୍ରା କରିଥିଲେ । ଶେଷ ଜୀବନରେ ସେ ପଞ୍ଜାବର କର୍ତ୍ତତପୁର ନାମକ ସ୍ଥାନରେ ଅବସ୍ଥାନ କରି ସ୍ଵ ଧର୍ମମତ ପ୍ରଚାର କରିଥିଲେ । ୧୫୩୮ ଖ୍ରୀଷ୍ଟାବ୍ଦରେ ଦେହ ତ୍ୟାଗ କରିଥିଲେ ।
କୁନା ତ୍ରିପାଠୀ, ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ଅଭିନୟ ବ୍ୟତୀତ ନିର୍ବାଚନ ବେଳେ ପ୍ରଚାର ଏବଂ ଦୂରଦର୍ଶନରେ ଉପସ୍ଥାପକ ଭାବରେ କାର୍ଯ୍ୟ କରୁଛନ୍ତି । ଏତଦ ବ୍ୟତୀତ ସେ ହାସ୍ୟାତ୍ମକ କବିତା, ଓଡ଼ିଆ ସାହିତ୍ୟ କବିତା, ଗପ ଆଦି ରଚନା ମଧ୍ୟ କରନ୍ତି । ମାଆ ଗୋଜବାୟାଣୀ ଚଳଚ୍ଚିତ୍ରରୁ ଅଭିନୟ ଆରମ୍ଭ କରିଥିବା କୁନା ଖଳନାୟକ, ସହକାରୀ ଅଭିନେତା, ହାସ୍ୟ ଅଭିନେତା ଭଳି ଭୂମିକାରେ ଅଭିନୟ କରିଛନ୍ତି । କୁନା ତ୍ରିପାଠୀ ଓ ଟିଭିରେ ପ୍ରସାରିତ କାର୍ଯ୍ୟକ୍ରମ ନ୍ୟୁଜ୍ ଫ୍ୟୁଜ୍ରେ ଉପସ୍ଥାପକ ଭାବରେ ୨୦୦୭ରୁ କାର୍ଯ୍ୟ କରିଆସୁଛନ୍ତି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିୟାଇଛନ୍ତି । ତାହାଙ୍କ ରଚିତ ଓଡ଼ିଆ ରାମାୟଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ l
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।