ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଅମିତାଭ ବଚ୍ଚନ (ହିନ୍ଦୀ: अमिताभ बच्चन, ଉଚ୍ଚାରଣ [əmɪtaːbʱ bəttʃən]) ଜଣେ ଭାରତୀୟ ହିନ୍ଦୀ କଥାଚିତ୍ର ଅଭିନେତା ଓ ପ୍ରଯୋଜକ । ତାଙ୍କର ପୂରାନାମ ଅମିତାଭ ହରିବଂଶ ରାୟ ଶ୍ରୀବାସ୍ତବ ବଚ୍ଚନ । ସେ ୧୯୪୨ ମସିହା ଅକ୍ଟୋବର ମାସ ୧୧ ତାରିଖରେ ଭାରତର ଉତ୍ତର ପ୍ରଦେଶଠାରେ ଜନ୍ମଗ୍ରହଣ କରିଥିଲେ । ୧୯୬୯ ମସିହା ନଭେମ୍ବର ମାସ ୭ ତାରିଖରେ ମୁକ୍ତିଲାଭ କରିଥିବା ସାତ୍ ହିନ୍ଦୁସ୍ତାନୀ ହେଉଛି ତାଙ୍କ ଅଭିନୀତ ପ୍ରଥମ ଚଳଚ୍ଚିତ୍ର । ୧୯୭୦ ଦଶକର ପ୍ରଥମାର୍ଦ୍ଧରେ ଜଞ୍ଜିର୍ ଓ ଦିୱାର୍ ଭଳି ଚଳଚ୍ଚିତ୍ରରେ ତାଙ୍କର ଅଭିନୟ ତାଙ୍କୁ ଲୋକପ୍ରିୟ କରାଇଥିଲା । ବଲିଉଡ୍ରେ ସେ ଅଭିନୟ କରିଥିବା ଚରିତ୍ରଗୁଡ଼ିକ ପାଇଁ ତାଙ୍କୁ ଭାରତର ପ୍ରଥମ ୟାଙ୍ଗ୍ରି ୟଙ୍ଗ୍ ମ୍ୟାନ୍ ଆଖ୍ୟା ମଧ୍ୟ ଦିଆଯାଇଛି । ହିନ୍ଦୀ ସିନେ ଜଗତରେ ସେ ବଲିଉଡ୍ର ଶେହେନ୍ଶାହ, ସୁପର୍ଷ୍ଟାର୍ ଅଫ୍ ଦ ମିଲେନିୟମ୍ ଓ ବିଗ୍ ବି ନାମରେ ବେଶ୍ ଜଣାଶୁଣା । ସେ ୪ ଦଶନ୍ଧୀରୁ ଅଧିକ ସମୟ ଧରି ପ୍ରାୟ ୧୮୦ଟି ଭାରତୀୟ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିସାରିଛନ୍ତି । ସେ କଭି କଭି ମେରେ ଦିଲ୍ ମେ (ଚଳଚ୍ଚିତ୍ର : କଭି କଭି), ଏକ୍ଲା ଚଲୋ ରେ (ଚଳଚ୍ଚିତ୍ର : କାହାନୀ), ବାତେଁ ହୱା ହେ ସାରି (ଚଳଚ୍ଚିତ୍ର : ଚିନି କମ୍), ନୂର୍ (ଚଳଚ୍ଚିତ୍ର : ଦିଲ୍ଲୀ ୬), ଚଲି ଚଲି (ଚଳଚ୍ଚିତ୍ର : ବାଗ୍ବାନ୍) ଓ ହୋରି ଖେଲେ (ଚଳଚ୍ଚିତ୍ର : ବାଗ୍ବାନ୍) ଭଳି ଅନେକ ଗୀତରେ ସେ କଣ୍ଠଦାନ ମଧ୍ୟ କରିଛନ୍ତି । ଭାରତୀୟ ସିନେ ଇତିହାସରେ ବଚ୍ଚନଙ୍କୁ ଜଣେ ମହାନ ଓ ପ୍ରଭାବଶାଳୀ ଅଭିନେତା ଭାବେ ଜଣାଯାଏ । ୧୯୭୦-୮୦ ଦଶକରେ ତାଙ୍କର ପ୍ରଭାବଶାଳୀ ଅଭିନୟ ପାଇଁ ଫ୍ରେଞ୍ଚ୍ ନିର୍ଦ୍ଦେଶକ ଫ୍ରାନ୍କୋଇସ୍ ଟ୍ରୁଫାଉଟ୍ ତାଙ୍କୁ ୱାନ୍-ମ୍ୟାନ୍-ଇଣ୍ଡଷ୍ଟ୍ରି ଆଖ୍ୟା ଦେଇଥିଲେ । ୧୯୮୦ ମସିହାରେ ବଚ୍ଚନଙ୍କୁ ଲୋକ ସଭାର ଜଣେ ସଦସ୍ୟ ରୂପେ ମନୋନୀତ କରାଯାଇଥିଲା । ୧୯୯୦ ମସିହାରେ ସେ ତାଙ୍କର ନିଜର ଚଳଚ୍ଚିତ୍ର ପ୍ରଯୋଜନାକାରୀ କମ୍ପାନୀ ଆରମ୍ଭ କରିଥିଲେ । ୧୯୯୭ ମସିହାରେ ପୁନର୍ବାର ମୃତ୍ୟୁଦାତା ଚଳଚ୍ଚିତ୍ର ଜରିଆରେ ସେ ଅଭିନୟ ଦୁନିଆକୁ ଫେରିଥିଲେ । ୨୦୦୦ ମସିହାରେ ସେ Who Wants to Be a Millionaire?ର ଭାରତୀୟ ସଂସ୍କରଣ କୌନ୍ ବନେଗା କରୋଡ଼୍ପତି?ର ସଞ୍ଚାଳକ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ୨୦୧୩ ମସିହାରେ ଦ ଗ୍ରେଟ୍ ଗ୍ୟାଟ୍ସ୍ବାୟ୍ ଚଳଚ୍ଚିତ୍ରରେ ମେୟର୍ ୱଲ୍ଫ୍ଶିମ୍ ନାମକ ଏକ ଅଣଭାରତୀୟ ଚରିତ୍ରରେ ଅଭିନୟ କରି ସେ ପ୍ରଥମ ଥର ପାଇଁ ହଲିଉଡ୍ରେ ନିଜ ପାଦ ଥାପିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଟେସ୍ଟିକୁଲାର କର୍କଟ (ଇଂରାଜୀ ଭାଷାରେ Testicular cancer) ଏକ କର୍କଟ ରୋଗ ଯାହା ପୁରୁଷ ପ୍ରଜନନ ଶୃଙ୍ଖଳାର (male reproductive system) ଟେସ୍ଟିକ୍ଲରେ (testicles) ବିକଶିତ ହୁଏ । ଏହି ରୋଗରେ ଟେସ୍ଟିକ୍ଲରେ (testicle) ଗୋଟାଳି, ଅଣ୍ଡକୋଷ ଫୁଲା (scrotum) ଓ ଅଣ୍ଡକୋଷରେ ଯନ୍ତ୍ରଣା ଆଦି ଲକ୍ଷଣମାନ ଦେଖାଯାଆନ୍ତି । ଚିକିତ୍ସା କଲେ ବନ୍ଧ୍ୟାଦୋଷ (infertility) ପ୍ରାପ୍ତ ହୁଏ ।କ୍ରିପ୍ଟୋଅର୍କିଡିଜ୍ମ (Undescended testis), ପାରିବାରିକ ଇତିହାସ, ନିଜର ଏହି ରୋଗ ଇତିହାସ ଥିଲେ ଏହି ରୋଗ ସଙ୍କଟ ରହେ । ଜର୍ମ ସେଲ ଟ୍ୟୁମର (Germ cell tumors) ଏମାନଙ୍କ ମଧ୍ୟରେ ସର୍ବାଧିକ ସାଧାରଣ କର୍କଟ ସେମିନୋମା (seminomas ଓ ଅଣସେମିନୋମା (nonseminomas) ନାମରେ ଦୁଇ ଭାଗରେ ବିଭକ୍ତ କରାଯାଇଛି । ସେକ୍ସ-କର୍ଡ଼ ସ୍ଟ୍ରୋମାଲ ଟ୍ୟୁମର (sex-cord stromal tumors), ଲିମ୍ଫୋମା (lymphomas) ନାମରେ ଅନ୍ୟ ପ୍ରକାରର କର୍କଟ ମଧ୍ୟ ଦେଖାଯାଏ । ଶାରୀରିକ ପରୀକ୍ଷା (Physical exam), ଅଲଟ୍ରାସାଉଣ୍ଡ (ultrasound), ରକ୍ତ ପରୀକ୍ଷା (blood tests) ପରୀକ୍ଷାମାନ କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଅର୍କିଡେକ୍ଟୋମି (surgical removal of the testicle) ଅପରେଶନ କରିବା ପରେ ଅଣୁବୀକ୍ଷଣ ଯନ୍ତ୍ର (microscope) ସାହାଯ୍ୟରେ ଏହାର ପ୍ରକାର ନିର୍ଣ୍ଣୟ କରାଯାଏ ।ଟେସ୍ଟିକୁଲାର କର୍କଟ ଏକ ଚିକିତ୍ସାସାଧ୍ୟ ଓ ଆରୋଗ୍ୟସାଧ୍ୟ ରୋଗ । ଅପରେଶନ, ରାଡିଏସନ ଥେରାପି (radiation therapy), କେମୋଥେରାପି (chemotherapy), ସ୍ଟେମ ସେଲ ଟ୍ରାନ୍ସପ୍ଲାଣ୍ଟେସନ (stem cell transplantation) ଇତ୍ୟାଦି ସାହାଯ୍ୟରେ ଏହି ରୋଗର ଚିକିତ୍ସା କରାଯାଏ । ଏହି ରୋଗର ବ୍ୟାପିଥିଲେ ମଧ୍ୟ କେମୋଥେରାପି ସାହାଯ୍ୟରେ ୮୦% ଆରୋଗ୍ୟ ହାର ହେଉଛି ।ସନ ୨୦୧୫ରେ ୬୮୬,୦୦୦ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇଥିଲେ । ସନ ୧୯୯୦ରେ ୭,୦୦୦ ମୃତ୍ୟୁ ହୋଇଥିବା ବେଳେ ସନ ୨୦୧୫ରେ ମୃତ୍ୟୁ ସଂଖ୍ୟା ୯,୪୦୦ ହୋଇଥିଲା । ବିକଶିତ (developed world) ଦେଶ ଅପେକ୍ଷା ବିକାଶଶୀଳ (developing) ଦେଶରେ ରୋଗ ହାର କମ୍ ରହୁଛି । ଏହି ରୋଗ ସାଧାରଣତଃ ୨୦ରୁ ୩୪ ବର୍ଷ ବୟସର ଲୋକଙ୍କୁ ହୁଏ ଓ କ୍ୱଚିତ ୧୫ ବରଷ ବୟସ ତଳ ଲୋକଙ୍କୁ ହୁଏ । ଯୁକ୍ତରାଷ୍ଟ୍ର ଆମେରିକାରେ ୫ ବର୍ଷ ବଞ୍ଚିବା ହାର ପ୍ରାୟ ୯୫% । ରୋଗ ସ୍ଥାନୀୟ ରହିଥିଲେ ଫଳାଫଳ ଅଧିକ ଭଲା ରହେ ।
ଫୁଟବଲ ବିଶ୍ଵର ଅନ୍ୟ ଏକ ଲୋକପ୍ରିୟ ଖେଳ ।ଏହି ଖେଳରେ ଏକ ଗୋଲାକାର ବଲକୁ ପାଦରେ ଗୋଇଠା ମାରି ଖେଳଯାଏ ।ଏହି ଖେଳର ସମୟସୀମା ୯୦ ମିନିଟ ।ଏହା ଦୁଇ ଦଳ ମଧ୍ୟରେ ଖେଳଯାଏ । ପ୍ରତି ଦଳରେ ଖେଳାଳିଙ୍କ ସଂଖ୍ୟା ୧୧। ଏଠି ସହ ୩ଟି ବଦଳ ଖେଳାଳିଙ୍କୁ ମଧ୍ୟ ସୁଯୋଗ ଦିଆଯାଏ। ବଲ୍କୁ କେବଳ ଗୋଡରେ ମାରି ଖେଳିହେବ, ଗୋଲକିପର ଛଡା ଅନ୍ୟ କୌଣସି ଖେଳାଳି ହାତରେ ଛୁଇଣିଲେ ହାଣ୍ଡବଲ ଦୋଷ ହୁଏ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଅବସାଦ ହେଉଛି ମନର ଏକ ପ୍ରକାର ଭାବ ବା ଅବସ୍ଥା ଯେଉଁଥିରେ କିଛି କାମଦାମ କରିବାକୁ ଇଛା ହୁଏନାହିଁ , ମନ ଉଦାସ ରହେ ଇତ୍ୟାଦି ଯାହାକି ଜଣେ ମନୁଷ୍ୟର ଚିନ୍ତାଧାରା, ବ୍ୟବହାର, ପ୍ରବୃତ୍ତି, ଭାବନା ଏବଂ ଭଲ କଥା ଭାବିବା ଆଦିକୁ ପ୍ରଭାବିତ କରିପାରେ । ଗୋଟିଏ ଅବସାଦ ମନ ସାଧାରଣତଃ ନିଜ ଲୋକ କାହାକୁ ହରେଇବାର ଏକ କ୍ଷଣସ୍ଥାୟୀ ପ୍ରତିକ୍ରିୟା ହୋଇଥାଏ । ଆହୁରି କୌଣସି ଔଷଧର ପାର୍ଶ୍ୱ ପ୍ରତିକ୍ରିୟାରେ ବି ହୋଇପାରେ କିମ୍ବା କୌଣସି ଶାରୀରିକ ରୋଗ ଯୋଗୁଁ ମଧ୍ୟ ହୋଇପାରେ । ଗୋଟିଏ ଅବସାଦ ମନ ମଧ୍ୟ କିଛି ମନ ରୋଗ, ପ୍ରମୁଖ ଅବସାଦ ବେମାରୀର ଲକ୍ଷଣ ହୋଇଥାଏ ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ଵଇଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ଵାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ ।ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ଵାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୁପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି।କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ଵା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ଵଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ ଡେପୁଟି କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ(menarche), ଡେରିରେ ବା ଆଦୌ ଛୁଆ ନ ହେବା । ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ [[ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ । ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି, ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ । ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ । ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ, ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % । ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % । ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଏହା ଏକ କପୋତ ଶ୍ରେଣୀୟ ପକ୍ଷୀ । ଅପାଳିତ ଅବସ୍ଥାରେ ଏମାନେ ଘରର ଚାଳରେ ଦେଉଳର ଖୋଲରେ ଓ ପର୍ବତ ଖୋଲରେ ରହନ୍ତି । ଗୃହପାଳିତ ପାରାମାନେ ଧଳା, କଳା, ନାଲି ଆଦି ନାନା ରଙ୍ଗର ହୁଅନ୍ତି ଏମାନଙ୍କର ଶଦ୍ଦକୁ ଘୁମୁରିବା କହନ୍ତି ଏମାନଙ୍କର ଧ୍ୱନି 'ଚକ୍ ବକୂମ୍ କୀମ୍' । ଏମାନେ ଘମୁରିଲା ବେଳେ ବେକ ଫୁଲାନ୍ତି । ଏମାନେ ବହୁ ଉଚ୍ଚରେ ଉଡ଼ି ପାରନ୍ତି ଓ ଉଡ଼ିବା ସମୟରେ ଲୋଟଣି ପାରାମାନେ ବନ୍ଧ ଭାଙ୍ଗନ୍ତି । ଇଉରୋପ ଆଦି ଦେଶରେ ଏମାନଙ୍କ ଗୋଡ଼ରେ ଚିଠି ବାନ୍ଧି ଦେଇ ଉଡ଼ାଇ ଦେଲେ ଏମାନେ ଦୂର ଦେଶରେ ଅଭିପ୍ରେତ ସ୍ଥାନରେ ଯାଇ ପହଞ୍ଚିବାଦ୍ୱାରା ଦୂରବାସୀ ମାନେ ସମ୍ବାଦ ପାଆନ୍ତି । ପାରାମାନଙ୍କ ଉଡ଼ିବା ଦେଖିବା ପାଇଁ ଲୋକେ ସଉକିରେ ପାରା ପାଳନ୍ତି ଏମାନଙ୍କର ଦୃଷ୍ଟିଶକ୍ତି ଅତି ପ୍ରଖର ଏମାନେ ଉପରକୁ ୧/୨: ମାଇଲ ଉଚ୍ଚକୁ ଉଠି ମେଘରେ ଅଦୃଶ୍ୟ ହୋଇ ଯାଆନ୍ତି ଭୂଇଁରେ ସୋରିଷ ବୁଣି ଦେଲେ ଏମାନେ ବହୁ ଉଚ୍ଚରୁ ତାହା ଦେଖି ଖୁଣ୍ଟି ପାରନ୍ତି ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାଙ୍କ ନାମକରଣ
ବିଭିନ୍ନ ଝଡ ବା ବାତ୍ୟା ସତର୍କ କେନ୍ଦ୍ର ନିଜ ନିଜ ମଧ୍ୟରେ ଯୋଗାଯୋଗ ବେଳେ ଓ ସାଧାରଣ ଜନତାଙ୍କୁ ଆସନ୍ନ ବାତ୍ୟାର ସୂଚନା ଦେବାବେଳେ ସୁବିଧା ପାଇଁ, କ୍ରାନ୍ତୀୟ ଓ ଉପ-କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାମାନଙ୍କର ନାମକରଣ କରାଯାଇଥାଏ । ଏକ ଅଞ୍ଚଳରେ ବାରମ୍ଵାର ଘୁର୍ଣ୍ଣିବାତ୍ୟା ସୃଷ୍ଟି ହେଉଥିଲେ ଅଲଗା ଅଲଗା ନାମ ରଖିବାଦ୍ଵାରା ସେମାନଙ୍କ ସମ୍ପର୍କିତ ଭ୍ରାନ୍ତି ଦୂର ହୁଏ । ସାଧାରଣତଃ ବାତ୍ୟାରେ ପବନର ବେଗ ୩୩ ନଟ୍ସ୍ (୬୧ କି.ମି.
ସ୍ତନ ରୋଗ ଅନେକ ପ୍ରକାରର ହେଲେ ମଧ୍ୟ ସ୍ତନ ରୋଗକୁ ମୁଖ୍ୟତଃ ପ୍ରଜଜନ ପ୍ରଣାଳୀର ବିକାର କିମ୍ବା ମାନବ ଶରୀରସ୍ଥ କେତେକ ନିର୍ଦ୍ଦିଷ୍ଟ ଝିଲ୍ଲୀର ବିକାର ଭାବେ ବର୍ଗୀକୃତ କରାଯାଇପାରେ । ଅଧିକାଂଶ ପ୍ରକାରର ସ୍ତନ ରୋଗ କ୍ୟାନସର-ମୁକ୍ତ ହୋଇଥାଏ । ସାଧାରଣଭାବେ ଜୀବାଣୁ ସଂକ୍ରମଣ, ସିଷ୍ଟ ତଥା କର୍କଟ ସଂକ୍ରମଣ ଏହି ରୋଗର କାରଣ ହୋଇଥାଏ । ତେବେ ଏକଥା ଜଣାଯାଇଛି ଯେ ପୁରୁଷ ମଧ୍ୟ ସ୍ତନ ରୋଗ ଦ୍ୱାରା ପ୍ରଭାବିତ ହୋଇଥାଅନ୍ତି ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ଵତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ଗୀତା ଗୋପୀନାଥ (ଜନ୍ମ ୮ ଡିସେମ୍ବର ୧୯୭୧) ଜଣେ ଭାରତୀୟ-ଆମେରିକୀୟ ଅର୍ଥନୀତିଜ୍ଞା । ସେ ୨୦୧୮ ଅକ୍ଟୋବରରେ ଇଣ୍ଟରନ୍ୟାସନାଲ ମନିଟାରି ଫଣ୍ଡର ଚିଫ ଇକୋନୋମିଷ୍ଟ ଭାବେ ନିଯୁକ୍ତ ହୋଇଥିଲେ । ସେ ନ୍ୟାସନାଲ ବ୍ୟୁରୋ ଅଫ ଇକୋନୋମିକ ରିସର୍ଚରେ ଆନ୍ତର୍ଜାତୀୟ ବିତ୍ତ ଓ ମାକ୍ରୋଇକୋନୋମିକ୍ସ ପ୍ରୋଗ୍ରାମର ଉପନିର୍ଦ୍ଦେଶିକା । ତାଙ୍କର ଗବେଷଣା ଆନ୍ତର୍ଜାତୀୟ ବିତ୍ତ ଓ ମାକ୍ରୋଇକୋନୋମିକ୍ସ ଉପରେ ପର୍ଯ୍ୟବସିତ । ସେ କେରଳ ମୁଖ୍ୟମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଯୋନୀ କର୍କଟ ହେଉଛି ଏକ ପ୍ରକାର ଘାତକ ରୋଗ ଯେଉଁଥିରେ ମହିଳାମାନଙ୍କ ଯୋନୀ ମଧ୍ୟସ୍ଥ ଟିସ୍ୟୁରେ ଜୀବକୋଷ ସବୁ ଟ୍ୟୁମର ଆକାରରେ ଅସ୍ଵାଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ । ପ୍ରାଥମିକ ସ୍ତରର ଟ୍ୟୁମର ସବୁ ସ୍କୁଆମସ୍ ସେଲ୍ କାର୍ସିନୋମା (en:Squamous cell carcinoma) ନାମରେ ଜ୍ଞାତ ଯାହାକି ଦୁର୍ଲଭ ବା ସାଧାରଣତଃ ବହୁତ କମ୍ ଦେଖାଯାଏ । ତେବେ ଯୋନୀ କର୍କଟ ସାଧାରଣତଃ ମାଧ୍ୟମିକ ଟ୍ୟୁମର ରୂପରେ ଦେଖାଯାଇଥାଏ । ଏହି ରୋଗ ସାଧାରଣତଃ ୫୦ ବର୍ଷରୁ ଅଧିକ ବୟସର ମହିଳାମାନଙ୍କ ମଧ୍ୟରେ ଅଧିକ ଦେଖାଯାଇଥାଏ ଯଦ୍ୟପି ଏହି ରୋଗ ଯେ କୌଣସି ବୟସରେ ଏପରିକି ଶିଶୁ ବୟସରେ ମଧ୍ୟ ହେବାର ସମ୍ଭାବନାକୁ ଏଡାଇଦିଆଯାଇ ନ ପାରେ । ପ୍ରାରମ୍ଭିକ ଅବସ୍ଥାରେ ଏହାର ନିଦାନ କରାଯାଇ ସଠିକ ଚିକିତ୍ସା କଲେ ରୋଗ ଭଲ ହେବାର ଯଥେଷ୍ଠ ସମ୍ଭାବନା ରହିଛି । କେବଳ ସର୍ଜରୀ କିମ୍ବା ସର୍ଜରୀ ସହିତ ପେଲଭିକ୍ ବିକୀରଣ ଦ୍ୱାରା ଏହାର ଚିକିତ୍ସା କରାଯାଏ । ଶିଶୁମାନଙ୍କର ଏକ ଉନ୍ନତ ପ୍ରଣାଳୀରେ ଯୋନୀ କର୍କଟ ରୋଗର ନିଦାନ କରାଯାଇପାରୁଛି ଏବଂ ସର୍ଜରୀ, ବିକୀରଣ ଚିକିତ୍ସା ତଥା କେମୋ ଥେରାପି ଦ୍ୱାରା ଏହାର ସଠିକ ଚିକିତ୍ସା ମଧ୍ୟ କରାଯାଇପାରୁଛି । ତେବେ ମନେରଖିବା ଉଚିତ, ଶିଶୁ ମାନଙ୍କ ମଧ୍ୟରେ ଯୋନୀ କର୍କଟ ରୋଗର ପୁନରାବୃତ୍ତି ମଧ୍ୟ ହୋଇପାରେ । ତେବେ ଜୀନ ଥେରାପି ଦ୍ୱାରା ଯୋନୀ କର୍କଟ ରୋଗର ସଠିକ ଚିକିତ୍ସା ନେଇ ବୈଜ୍ଞାନିକ ପରୀକ୍ଷା ନିରୀକ୍ଷା ଚାଲୁ ରହିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଓଠକୋଣ ପ୍ରଦାହ (ଇଂରାଜୀ ଭାଷାରେ cheilitis ବା ଏସି), ଏକ ପ୍ରକାର ଓଠ ପ୍ରଦାହ ଯାହା ପାଟି ଓଠର ଗୋଟିଏ ବା ଉଭୟ କୋଣରେ ହୁଏ । ଓଠ କୋଣ ଲାଲ ଦେଖାଯାଏ ଚର୍ମ ଫାଟିଯାଏ ଓ ଆବରଣ ତିଆରି ହୁଏ । ସେହି ସ୍ଥାନ ଗଲୁ କରେ ଓ କଷ୍ଟଦାୟକ ହୁଏ । ଏହି ଅବସ୍ଥା କିଛି ଦିନ ବା ବର୍ଷ ବର୍ଷ ଧରି ରହିପାରେ । ଓଠକୋଣ ପ୍ରଦାହ ଏକ ପ୍ରକାର ଓଠ ପ୍ରଦାହକୁ (cheilitis) କୁହାଯାଏ । ଓଠକୋଣ ପ୍ରଦାହ ରୋଗର କାରଣ ସଂକ୍ରମଣ, ଆଲର୍ଜି ବା ଉତ୍ତେଜକ ହୋଇପାରେ । ସଂକ୍ରମଣର କାରଣ କବକ ଯେପରିକି କାଣ୍ଡିଡା ଆଲବିକାନ୍ସ, ଜୀବାଣୁ ଯେପରିକି ସ୍ଟାଫିଲୋକୋକସ୍ ଅରିଅସ୍ ହୋଇପାରେ । ଭଲରୂପେ ଫିଟ୍ ନ ହେଉଥିବା ନକଲି ଦାନ୍ତ, ଓଠକୁ ଚାଟିବା, ଲାଳ ବୋହିବା, ପାଟିବାଟେ ପ୍ରଶ୍ୱାସ ନେବା ଓ ଛାଡ଼ିବା ଯୋଗୁ ପାଟି ଶୁଖିଯିବା, ଖରାରେ ରହିବା, ଅତ୍ୟଧିକ ପାଟି ବନ୍ଦ ରଖିବା, ଧୂମ୍ରପାନ ଓ ସାମାନ୍ୟ ଆଘାତ ଆଦି ଉତ୍ତେଜକ କାରଣ ଯୋଗୁ ଏହି ରୋଗ ହୁଏ । ଟୁଥପେଷ୍ଟ, ଖାଦ୍ୟ ଓ ବେଶଭୁଷା ସାମଗ୍ରୀଦ୍ୱାରା ଆଲର୍ଜି ହୁଏ । ଅଧିକାଂଶ ସମୟରେ ଏକାଧିକ କାରକ କାମ କରନ୍ତି । ପୋଷକ ଅଭାବ ଓ ଇମ୍ମ୍ୟୁନିଟି ଅଭାବ ଯୋଗୁ ମଧ୍ୟ ଏହି ରୋଗ ହୋଇପାରେ । ସଂକ୍ରମଣର କାରଣ ପରୀକ୍ଷା କରି ଖୋଜିବାକୁ ହୁଏ ଓ ଆଲର୍ଜି ନିମନ୍ତେ ପ୍ୟାଚ୍ ପରୀକ୍ଷା (patch testing) କରାଯାଇ ରୋଗ ନିର୍ଣ୍ଣୟ ହୁଏ ।ଏହି ରୋଗର ଅନ୍ତର୍ନିହିତ କାରଣ ଖୋଜି ଚିକିତ୍ସା କରିବାକୁ ହୁଏ ଓ ଏକ ଅବରୋଧକାରୀ କ୍ରିମ୍ ଲଗାଯାଏ । କବକରୋଧୀ ଓ ଜୀବାଣୁରୋଧୀ ମଲମ ଲଗେଇ ଚେଷ୍ଟା କରାଯାଇପାରେ । ଏହି ରୋଗ ଏକ ଅତି ସାଧାରଣ ରୋଗ, ଜନ ସଂଖ୍ୟାର ୦.୭% ଲୋକଙ୍କୁ ଆକ୍ରମଣ କରେ । ଏ ରୋଗ ସାଧାରଣତଃ ୩୦ରୁ ୬୦ ବର୍ଷ ବୟସ ମଧ୍ୟରେ ହୁଏ, କିନ୍ତୁ ପିଲାମାନଙ୍କ ମଧ୍ୟରେ ମଧ୍ୟ ଏହା ଦେଖାଯାଏ । ବିକାଶଶୀଳ ଦେଶମାନଙ୍କରେ ଖାଦ୍ୟରେ ଲୌହ ଓ ଜୀବସାର ଅଭାବ ମଧ୍ୟ ଏହାର ଏକ ସାଧାରଣ କାରଣ ।
ହୁଡ଼ହୁଡ଼ (ହୁଦ୍ହୁଦ୍, ହୁଡ୍ହୁଡ୍ ବା ହୁଡୁହୁଡୁ ନାମରେ ମଧ୍ୟ ଜଣା) (ଇଂରାଜୀ: hudhud)୨୦୧୪ର ଏକ ସାମୁଦ୍ରିକ ବାତ୍ୟା । ୨୦୧୪ ମସିହା ଅକ୍ଟୋବର ମାସରେ ଥାଇଲାଣ୍ଡ ଉପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏକ ବଡ଼ ସାମୁଦ୍ରିକ ବାତ୍ୟାର ରୂପ ନେଇଛି । ପଶ୍ଚିମ କେନ୍ଦ୍ରୀୟ ଏବଂ ଏହା ପାଖରେ ଥିବା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ସାମୁଦ୍ରିକ ବାତ୍ୟା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଯାଇ ଅକ୍ଟୋବର ୧୦ ତାରିଖ ପୂର୍ବାହ୍ନରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିଲା । ବାତ୍ୟାରେ ଓଡ଼ିଶାର କୋରାପୁଟ ଓ ସବୁଠାରୁ ଅଧିକ କ୍ଷତିଗ୍ରସ୍ଥ ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବଂଶଧାରା, ଋଷିକୂଲ୍ୟା ଓ ନାଗାବଳୀ ନଦୀରେ ବନ୍ୟା ଆଶଙ୍କା ରହିଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଝଡ଼ ବାୟୁମଣ୍ଡଳର ଏକ ବିକ୍ଷୁବ୍ଧ ଅବସ୍ଥା ଯେଉଁଥିରେ ଏହାର ପୃଷ୍ଠତଳରେ ଆଲୋଡ଼ନ ହୁଏ । ଏଥିରେ ଜଳବାୟୁ ଅବସ୍ଥାର ପରିବର୍ତ୍ତନ ଘଟି ତୀବ୍ର ବେଗରେ ପବନ ସଞ୍ଚାଳନ ହୁଏ, ବର୍ଷା, କୁଆପଥର, ବିଜୁଳି, ତୋଫାନ, ତୁଷାରପାତ ଇତ୍ୟାଦି ହୋଇପାରେ । ଏହାକୁ ଆଟଲାଣ୍ଟିକ ଓ ନର୍ଥ-ଇଷ୍ଟ୍ ପାସିଫିକରେ ହରିକେନ୍ ନାମ, ନର୍ଥ- ୱେଷ୍ଟ ପାସିଫିକରେ ଟାଇଫୁନ୍ ନାମ, ସାଉଥ୍ ପାସିଫିକ୍ ଓ ଭାରତ ମହାସାଗରରେ ସାଇକ୍ଲୋନ ନାମରେ ଡକାଯାଏ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଏକାଠି କରି ଏକ ବଡ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଜୀବବୈଜ୍ଞାନିକ ଭିତ୍ତିକ ଶ୍ରେଣୀବିଭାଗ ହେଉଛି ଜୀବ ମାନଙ୍କର ବିଭକ୍ତି କାରଣର ଏକ ଉପାୟ । ଲକ୍ଷଣର ସ୍ତର ଓ ପରସ୍ପର ସମ୍ବନ୍ଧିତ ଲକ୍ଷଣ ଗୁଡ଼ିକୁ ବ୍ୟବହାର କରି ଜୀବମାନଙ୍କର ଶ୍ରେଣୀବିଭାଗ କରି ଯାଇଥାଏ । ଏଠାରେ କୋଷର ପ୍ରକୃତିଠାରୁ ଆରମ୍ଭ କରି ବିଭିନ୍ନ ଜୀବ ମଧ୍ୟରେ ଅନେକ ସାମଞ୍ଜସ୍ୟପୂର୍ଣ୍ଣ ଲକ୍ଷଣ ଥିଲେ ମଧ୍ୟ ଜୀବମାନଙ୍କ ଶ୍ରେଣୀ ବିଭାଗ ସମୟରେ କେତେକ ଆନ୍ତଃସମ୍ବନ୍ଧିତ (interrelated) ଲକ୍ଷଣଦ୍ଵାରା ହିଁ ଜୀବଗୋଷ୍ଠୀରେ ଶ୍ରେଣୀ ବିଭାଗ କରାଯାଇଥାଏ । ଉଦାହରଣ : ୧. ସୁନ୍ୟଷ୍ଟୀୟ କୋଷରେ କୋଷ ଅଙ୍ଗିକା (cell organelle) ଓ ନ୍ୟଷ୍ଟି (Nucleus) ଥାଏ । ଯାହାଦ୍ୱାରା ବହୁକୋଷୀ ଜୀବ ମାନଙ୍କର କୋଷୀୟ ପ୍ରକ୍ରିୟା ଅଲଗା ଅଲଗା ଭଲ ଭାବରେ କାର୍ଯ୍ୟ କରିପାରେ । ୨. ପ୍ରାକ୍ନ୍ୟଷ୍ଟୀୟ କୋଷରେ ଏକ ସଂଗଠିତ ନ୍ୟଷ୍ଟି ନଥାଏ ଏବଂ ସେହି କୋଷର ବିଭିନ୍ନ କ୍ରିୟାଗୁଡ଼ିକ ସୁନ୍ୟଷ୍ଟୀୟ କୋଷଗୁଡ଼ିକରେ ଅଲଗା ଭାବେ କାର୍ଯ୍ୟ କରିଥାଏ । ୩.
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.