ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଅମୀୟ ରଞ୍ଜନ ପଟ୍ଟନାୟକ (୧୯୫୫ - ୧୯ ଅକ୍ଟୋବର ୨୦୧୮) ଜଣେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ପ୍ରଯୋଜକ, ନିର୍ଦ୍ଦେଶକ ଓ ବ୍ୟବସାୟୀ ଥିଲେ । ପ୍ରଥମ କରି ୮୦ ଦଶକରେ ସେ ଚଳଚ୍ଚିତ୍ର ନିର୍ମାଣ ଆରମ୍ଭ କରିଥିଲେ । ତାଙ୍କ ନିର୍ମିତ ପ୍ରଥମ ଚଳଚ୍ଚିତ୍ର ୧୯୮୪ ମସିହାରେ ନିର୍ମିତ ହାକିମ ବାବୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲା । ପ୍ରଣବ ଦାସଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରକୁ ରାଜ୍ୟ ଏବଂ ଜାତୀୟ ପୁରସ୍କାର ମିଳିଥିଲା । ୧୯୮୫ରେ ସେ ଓଡ଼ିଆ ଚଳଚ୍ଚିତ୍ର ମମତା ମାଗେ ମୂଲରେ ପ୍ରଥମ କରି ନିର୍ଦ୍ଦେଶନା ଦେଇଥିଲେ । ତାଙ୍କ ନିର୍ମିତ ଆଉ କେତେକ ଜଣାଶୁଣା ଚଳଚ୍ଚିତ୍ର ହେଲା ପୁଅ ମୋର କଳା ଠାକୁର, ଚକା ଆଖି ସବୁ ଦେଖୁଛି, ଆସୁଛି ମୋ କାଳିଆ ସୁନା, ଚକାଡୋଳା କରୁଛି ଲୀଳା, ପରଦେଶୀ ବାବୁ, ରାଜାରାଣୀ ଏବଂ ତୁଳସୀ ଅପା ଆଦି । ୨୦୧୫ ମସିହାରେ ମୁକ୍ତିଲାଭ କରିଥିବା ତୁଳସୀ ଅପା ଥିଲା ତାଙ୍କର ଶେଷ ଚଳଚ୍ଚିତ୍ର ପଟ୍ଟନାୟକ ୩୦ ବର୍ଷ ଧରି ଚଳଚ୍ଚିତ୍ର ନିର୍ମାଣରେ ସକ୍ରିୟ ଥିଲେ । ସେ ପରୀ ମହଲ ଓ ପରଦେଶୀ ବାବୁ ଚଳଚ୍ଚିତ୍ରର କାହାଣୀ ମଧ୍ୟ ରଚନା କରିଥିଲେ । ସେ ଥିଲେ ନିରଞ୍ଜନ ପଟ୍ଟନାୟକ ଓ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଭାଇ । ତୁଳସୀ ଅପା ଚଳଚ୍ଚିତ୍ର ଲାଗି ସେ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ । ଗୋଟିଏ ମନର କୋଟିଏ ସ୍ୱପ୍ନ ନାମରେ ଏକ ଦୂରଦର୍ଶନ ଧାରାବାହିକ ନିର୍ମାଣ କରିଥିଲେ । ଜଣେ ମଞ୍ଚକାର ଭାବେ ସେ ରିଜିଓନାଲ ଇଞ୍ଜିନିୟରିଂ କଲେଜ, ରାଉରକେଲାରେ ଛାତ୍ରାବସ୍ଥାରେ "ଟେକନୋଆର୍ଟସ" ନାମକ ଏକ ମଞ୍ଚଦଳ ଗଠନ କରିଥିଲେ । ସେଠାରେ ସେ ପୃଥକ ପୃଥିବୀ, ବ୍ୟାଭିଚାର ଆଦି ନାଟକ ନିର୍ମାଣ କରିଥିଲେ । ବ୍ୟାଭିଚାର ନିମନ୍ତେ ତାଙ୍କୁ ଲୋକ କଳା ମହୋତ୍ସବରେ ଶ୍ରେଷ୍ଠ ନିର୍ଦ୍ଦେଶକ ପୁରସ୍କାର ମିଳିଥିଲା । ସେ ପ୍ରଥମ କରି ଓଡ଼ିଆ ମଞ୍ଚରେ ପ୍ରଥମ କରି ସ୍ଲୋ ମୋସନ ବୈଷୟିକ କଳା ଆରମ୍ଭ କରିଥିଲେ ।୧୯ ଅକ୍ଟୋବର ୨୦୧୮ରେ ଦିଲ୍ଲୀଠାରେ ଅଗ୍ନାଶୟ କର୍କଟ ରୋଗରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ଵର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ଵତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । , ଏବେ ଓଡ଼ିଶାରେ ୩୦ଟି ଜିଲ୍ଲା ରହିଛି ।
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ସଙ୍କ୍ରାନ୍ତୀୟ ବୈଷୟିକ ବିଜ୍ଞାନ
ବିଦ୍ୟୁତ୍ ଓ ଅଭିବିଦ୍ୟୁତ୍ ବୈଷୟିକ ବିଜ୍ଞାନ ବୈଷୟିକ ବିଜ୍ଞାନର ଏକ ଶାଖା ଯାହାକି ବିଦ୍ୟୁତ, ଅଭିବିଦ୍ୟୁତ ଓ ବିଦ୍ୟୁତ-ଚୁମ୍ବକୀୟତା ସମ୍ପର୍କିତ ଅଧ୍ୟୟନକୁ ବୁଝାଇଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସୁନାପିଲା- ଟିକେ ସ୍କୃ ଢିଲା, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥଚିତ୍ର । ଏହି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ବାବୁଶାନ୍ ମହାନ୍ତି । ବାବୁଶାନଙ୍କ ପ୍ରଯୋଜନାରେ ଏହା ଥିଲା ପ୍ରଥମ ଚଳଚ୍ଚିତ୍ର । ବାବୁଶାନ୍ଙ୍କ ପ୍ରଯୋଜନା ସଂସ୍ଥା ସହ ପ୍ରକାଶ ଧୀରଜ ଏଣ୍ଟରଟେନମେଣ୍ଟ ମଧ୍ୟ ଏହି ଚଳଚ୍ଚିତ୍ର ପ୍ରଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ ନିର୍ଦ୍ଦେଶକ ସୁଧାକର ବସନ୍ତ । ଚଳଚ୍ଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର ଏବଂ ଗୀତ ରଚନା କରିଥିଲେ ନିର୍ମଳ ନାୟକ ଓ ବାପୁ ଗୋସ୍ୱାମୀ । ଚଳଚ୍ଚିତ୍ରଗୁଡ଼ିକର ସଂଳାପ ଲେଖିଥିଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ସାରିକା । ସେ ଏହି ଚଳଚ୍ଚିତ୍ରରେ ପ୍ରଥମ କରି ସଂଳାପ ଲେଖିବା ଆରମ୍ଭ କରିଥିଲେ ।ବାବୁଶାନ୍ ନିଜେ ନାୟକ ଭୂମିକାରେ ଅଭିନୟ କରିଥିବା ବେଳେ ପପୁ ପମ ପମ, ପିଣ୍ଟୁ ନନ୍ଦ ଏବଂ ପ୍ରଜ୍ଞା ତାଙ୍କର ସାଙ୍ଗ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟି ଚାରି ବନ୍ଧୁଙ୍କ କାହାଣୀକୁ ନେଇ ନିର୍ମିତ ହୋଇଥିଲା । ଏହି ଚଳଚ୍ଚିତ୍ରରେ ନାୟକ ସବୁକିଛି ଭୁଲିଯାଇ କେବଳ ତା' ସାଙ୍ଗମାନଙ୍କ ସହ ସମୟ ବିତାଇବାକୁ ଭଲ ପାଉଥାଏ । ଶୀତଲ ପାତ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ମିହିର ଦାସ ପ୍ରମୁଖ ଏହି ଚଳଚ୍ଚିତ୍ରର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସ୍ତନ କର୍କଟ (ଇଂରାଜୀରେ Breast cancer) ରୋଗ ସ୍ତନ ତନ୍ତୁରୁ ବାହାରୁଥିବା ଏକ କର୍କଟ ରୋଗର ନାମ । ସ୍ତନ ଭିତରେ ଗୋଟାଳି ବାହାରିବା, ସ୍ତନ ଆକାରରେ ପରିବର୍ତ୍ତନ ଆସିବା ଓ କ୍ଷୁଦ୍ର ଗାତ ଦେଖାଯିବା। ସ୍ତନାଗ୍ରରୁ ତରଳ ପଦାର୍ଥ ବାହାରିବା ଓ ଚମରେ ଲାଲ କାତି ଚକଡ଼ା ଦେଖାଯିବା ଇତ୍ୟାଦି ଲକ୍ଷଣ ସମସ୍ତ ଏହି ରୋଗରେ ଦେଖାଯାଏ । ଦୂରବର୍ତ୍ତୀ ବ୍ୟାପନ ହେଲେ ହାଡ଼ ଯନ୍ତ୍ରଣା, ଲସିକା ଗ୍ରନ୍ଥି ଫୁଲା, ଛୋଟ ଶ୍ୱାସ କ୍ରିୟା କିମ୍ବା ହଳଦିଆ ଚମ ଲକ୍ଷଣମାନ ଦେଖାଯାଏ ।ସ୍ତନ କର୍କଟ ରୋଗର ସଙ୍କଟାବସ୍ଥାମାନଙ୍କ ନାମ: ସ୍ଥୌଲତା ବା ମୋଟାପଣ, ବ୍ୟାୟାମ ଅଭାବ, ମଦ୍ୟପାନ, ଋତୁବନ୍ଦ ସମୟରେ ହରମୋନ ପ୍ରତିସ୍ଥାପନ, ଆୟୋନାଇଜିଙ୍ଗ ରାଡିଏସନ, ଅଳ୍ପ ବୟସରେ ଋତୁଦର୍ଶନ(menarche), ଡେରିରେ ବା ଆଦୌ ଛୁଆ ନ ହେବା । ପ୍ରାୟ ୫ରୁ ୧୦ % ବଂଶାନୁକ୍ରମିକ ଭାବେ ପିତାମାତାଙ୍କ ଜିନରୁ (BRCA1 ଓ BRCA2) ଆସେ । କ୍ଷୀର ତିଆରି ହେଉଥିବା ଲୋବ୍ୟୁଲ ଓ କ୍ଷୀରବାହିନଳୀର ଜୀବକୋଷରୁ ଆରମ୍ଭ ହୁଏ । କ୍ଷୀରନଳୀରୁ ହେଉଥିବା କର୍କଟକୁ ଡକ୍ଟାଲ କର୍କଟ ଓ [[ଲୋବ୍ୟୁଲରୁ ହେଉଥିବା କର୍କଟକୁ ଲୋବ୍ୟୁଲାର କର୍କତ କୁହାଯାଏ । ଏହା ବ୍ୟତୀତ ୧୮ ପ୍ରକାର ଅନ୍ୟ ସ୍ତନ କର୍କଟ ହୁଏ । ସ୍ଥିତାବସ୍ଥା-ଡକ୍ଟାଲ କର୍କଟରୁ ମଧ୍ୟ କେତେକ କର୍କଟ ରୋଗ ହୁଏ । କର୍କଟ ଗୋଟାଳିରୁ ବାୟୋପ୍ସି ନେଇ ପରୀକ୍ଷା କରି ରୋଗ ନିଣ୍ଣୟ କରାଯାଏ । ଥରେ ରୋଗ ଜଣାପଡ଼ିଗଲେ ଏହାର ବ୍ୟାପିବା ଅବସ୍ଥା ନିମନ୍ତେ ଅଧିକ ପରୀକ୍ଷା କରାଯାଏ । ସ୍ତନ କର୍କଟ ରୋଗରେ ସ୍କ୍ରିନିଙ୍ଗର ଉପକାରିତା ଓ ଅପକାରିତାର ଚର୍ଚ୍ଚା ଦ୍ୱାନ୍ଦାତ୍ମକ ଅଟେ । ସନ ୨୦୧୩ର କକ୍ରେନ ସମୀକ୍ଷା ଅନୁସାରେ ଏହାର ସଠିକ ପ୍ରମାଣ ମିଳୁନାହିଁ । ସନ ୨୦୦୯ର ସମୀକ୍ଷା ଅନୁସାରେ ୟୁ ଏସ ସର୍ଭିସ ଟାସ୍କ ଫୋର୍ସ ସଂସ୍ଥା ୪୦ରୁ ୭୦ ବର୍ଷ ବୟସ୍କ ଲୋକ ଉପକାର ପାଆନ୍ତି, ତେଣୁ ଏହି ସଂସ୍ଥା ପ୍ରତି ଦୁଇ ବର୍ଷରେ ଥରେ ୫୦ରୁ ୭୪ ବର୍ଷ ବୟସ୍କ ଲୋକଙ୍କର ସ୍କ୍ରିନିଙ୍ଗ କରିବାକୁ ଉପଦେଶ ଦେଇଥିଲେ । ଅଧିକ ସଂକଟାପନ୍ନ ଲୋକଙ୍କୁ ଟାମୋକ୍ସିଫେନ କିମ୍ବ ରାଲୋକ୍ସିଫେନ ଔଷଧ ବ୍ୟବହାର କରି ଅଧିକ ସଙ୍କଟ ଥିବା ଲୋକଙ୍କର ସ୍ତନ କର୍କଟ ରୋଗକୁ ପ୍ରତିରୋଧ କରିବାକୁ ଚେଷ୍ଟା କରାଯାଏ । ଏହି ଲୋକମାନଙ୍କର ଉଭୟ ସ୍ତନ ଅପରେଶନଦ୍ୱାର ବାହାର କରିଦେଇ ରୋଗ ରୋକିବାକୁ ଉପଦେଶ ଦିଆଯାଏ । କର୍କଟ ରୋଗ ହୋଇସାରିଥିଲେ ଅପରେଶନ, ରାଡିଏସନ ଥେରାପି, କେମୋଥେରାପି କିମ୍ବା ଟାର୍ଗେଟେଡ ଥେରାପିଦ୍ୱାରା ଚିକିତ୍ସା କରାଯାଏ । ସ୍ତନ କର୍କଟର ପରିସ୍ଥିତି ନେଇ ଅପରେଶନ କରାଯାଏ; ସୁରକ୍ଷାତ୍ମକ ବା ସମ୍ପୁର୍ଣ୍ଣ ନିଷ୍କାସନ । ଅପରେଶନ ସମୟରେ ବା ପରେ ସ୍ତନର ପୁନନିର୍ମାଣ କରାଯାଇପାରେ । ପ୍ରାରମ୍ଭ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପିଥିଲେ କେବଳ ଆରାମ ଓ ପରିବର୍ତ୍ତିତ ଜୀବନ ନିମନ୍ତେ ଚେଷ୍ଟା କରାଯାଏ । ସ୍ତନ କର୍କଟର ପ୍ରକାର, ଅଗ୍ରସର ବା ରୋଗ ସ୍ଟେଜ ଓ ରୋଗୀର ବୟସ ଉପରେ ଫଳାଫଳ ନିର୍ଭର କରେ । ବିକଶିତ ଦେଶମାନଙ୍କରେ ବଞ୍ଚିବା ହାର ଅଧିକ, ଆମେରିକା ଓ ଇଂଲଣ୍ଡରେ ପାଞ୍ଚ ବର୍ଷ ଆୟୁଷ ହାର ୮୦ %ରୁ ୯୦ % । ବିକାଶଶୀଳ ଦେଶମାନଙ୍କରେଏହି ଆୟୁଷ ହାର ଅତି କମ । ପୃଥିବୀରେ ମହିଳାମାନଙ୍କଠାରେ ହେଉଥିବା ସମୁଦାୟ କର୍କଟ ମଧ୍ୟରେ ସ୍ତନ କର୍କଟ ହାର ସର୍ବାଧିକ, ପ୍ରାୟ ୨୫ % । ସନ ୨୦୧୨ର ହିସାବ ଅନୁସାରେ ୧.୬୮ ନିୟୁତ ସ୍ତନ କର୍କଟ ହୋଇଥିଲା ଓ ୫୨୨,୦୦୦ ମୃତ୍ୟୁ ହୋଇଥିଲା । ବିକଶିତ ଦେଶମାନଙ୍କରେ ଏହି ରୋଗ ଅଧିକ ଦେଖାଯାଏ ଓ ପୁରୁଷମାନଙ୍କ ରୋଗ ଅପେକ୍ଷା ଏହା ୧୦୦ ଗୁଣ ଅଧିକ ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଓଡ଼ିଶାର ସାମୁଦ୍ରିକ ବାଣିଜ୍ୟର ଇତିହାସ
ଓଡ଼ିଶା ପ୍ରଚୀନ ସମୟରେ କଳିଙ୍ଗ ନାମରେ ଜଣାଶୁଣା ଥିଲା । କଳିଙ୍ଗବାସୀଙ୍କର ସାମୁଦ୍ରିକ ବାଣିଜ୍ୟ ଖ୍ରୀଷ୍ଟପୂର୍ବ ୩୫୦ ପୂର୍ବରୁ ଆରମ୍ଭ ହୋଇସାରିଥିଲା ବୋଲି କେତେକ ପ୍ରାଚୀନ ସୂତ୍ରରୁ ଜଣାପଡେ । ଏହି ଅଞ୍ଚଳର ବ୍ୟବସାୟୀ/ସାଧବମାନେ ବଙ୍ଗୋପସାଗର ପାରକରି ଦକ୍ଷିଣ-ପୂର୍ବ ଏସିଆ ଓ ଚୀନ ସହିତ ବ୍ୟବସାୟିକ ସମ୍ବନ୍ଧ ସ୍ଥାପନ କରି ପାରିଥିଲେ । ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ କଳିଙ୍ଗର ସଂସ୍କୃତିର ଛାପ ଦେଖିବାକୁ ମିଳେ । ଖ୍ରୀଷ୍ଟାବ୍ଦ ଷଷ୍ଠ ଶତାବ୍ଦୀରେ ରଚିତ ମଞ୍ଜୁଶ୍ରୀମୂଳକଳ୍ପରେ ବଙ୍ଗୋପସାଗରକୁ “କଳିଙ୍ଗ ସାଗର” ବୋଲି କୁହାଯାଇଛି । ଏହା ସେହି ସମୟର ସାମୁଦ୍ରିକ ବାଣିଜ୍ୟରେ କଳିଙ୍ଗର ଏକଛତ୍ର ପ୍ରଭାବର ସୂଚନା ଦିଏ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ପାଳିତ ହେଉଥିବା ବାଲି ଯାତ୍ରା, ବୋଇତ ବନ୍ଦାଣ ଏହି ମହାନ ଇତିହାସର ଜୀବନ୍ତ ସାକ୍ଷୀ ।
ଝାନସୀର ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମର ଜଣେ ନାୟିକା । ସ୍ଵଦେଶ ଓ ସ୍ଵଜାତିକୁ ପରାଧୀନତାର ଶକ୍ତ ବନ୍ଧନରୁ ମୁକ୍ତ କରିବା ପାଇଁ ଯେଉଁ ନାରୀମାନେ ଆଗକୁ ମାଡି ଆସିଥିଲେ ସେମାନଙ୍କ ମଧ୍ୟରେ ଲକ୍ଷ୍ମୀବାଈ ଅଗ୍ରଗଣ୍ୟା। ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗ ଚାଳନା, ଅଶ୍ଵାରୋହଣ, ବିଭିନ୍ନ୍ ପ୍ରକାର ଶାରୀରିକ ବ୍ୟାୟମ,ଦୁର୍ଦ୍ଦାନ୍ତ ହସ୍ତୀ ମାନଙ୍କୁ ଆୟତ କରିବା ଆଦି ପୁରୁଷ ସୁଲଭ କଳାରେ ସେ ପାରଙ୍ଗମ ଥିଲେ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ବାଲୁଙ୍କେଶ୍ୱର ମନ୍ଦିର ଓଡ଼ିଶାର ଯାଜପୁର ଜିଲ୍ଲାର ଥିବା କଷବା-ଷାଠିବାଟିରେ ଅବସ୍ଥିତ ଏକ ପୁରାତନ ଶିବ ମନ୍ଦିର । ଏଠାରେ ବାଲୁଙ୍କେଶ୍ୱର ପୂଜା ପାଇଥାନ୍ତି । ଆଗରୁ କଷବା ଓ ଷାଠିବାଟିରେ ବହୁଥିବା ଜୁଣେଇ ନଦୀର ଶୁଖିଲା ଶଯ୍ୟାରେ ଏହି ମନ୍ଦିରଟି ସ୍ଥାପନ ହୋଇଥିଲା । ଏହା ଏକାଦଶ ଶତାବ୍ଦୀରେ ସ୍ଥାପିତ ହୋଇଥିଲା । ଯାଜପୁରର କଇଆଁଗୋଲା ରାସ୍ତାର ମଙ୍ଗଳପୁରଠାରୁ ବଡକୁଆଁଲ ରାସ୍ତାରେ ୧.୫ କି.ମି.ଗଲେ ଥାଲକୁଡ଼ି ପଞ୍ଚାୟତର କଷବା ଏବଂ ପାଲଟପୁର ପଞ୍ଚାୟତର ଷାଠିବାଟିରେ ବାଲୁଙ୍କେଶ୍ୱର ମନ୍ଦିର ରହିଛି ।
ମାନସିକ ଦୃଢ଼ତା (ଇଂରାଜୀ: Psychological resilience) କହିଲେ ଯଦି ଏକ ବ୍ୟକ୍ତି କୌଣସି ଏକ ସଙ୍କଟାପନ୍ନ ପରିସ୍ଥିତିରେ ଉଚିତ ପଦକ୍ଷେପ ନେଇ ପୁନର୍ବାର ପୂର୍ବ ସାମାନ୍ୟ ପରିସ୍ଥିତିକୁ ଫେରିପାରେ ତାହାକୁ ବୁଝାଇଥାଏ । ମାନସିକ ଦୃଢ଼ତା ସେହି ସମୟରେ ଆସିଥାଏ ଯେବେ ଜଣେ ନିଜର ମାନସିକ ପ୍ରକ୍ରିୟା ଓ ବ୍ୟବହାର ଉପଯୋଗ କରି ନିଜର ସମ୍ପତ୍ତିର ପ୍ରଚାର କରିବା ସହ ନିଜକୁ ନକାରାତ୍ମକ ଚାପଜନକ ପରିସ୍ଥିତିରୁ ବଞ୍ଚାଇଥାଏ । ସରଳ ଅର୍ଥରେ କହିବାକୁ ଗଲେ ମାନସିକ ଦୃଢ଼ତା ସେହି ବ୍ୟକ୍ତିବିଶେଷଙ୍କର ପାଖରେ ଥାଏ ଯେଉଁମାନେ ଏଭଳି ମାନସିକ ଦକ୍ଷତା ଅର୍ଜନ କରନ୍ତି, ଯାହାଦ୍ୱାରା ସଙ୍କଟାପନ୍ନ, ଗୋଳମାଳିଆ ପରିସ୍ଥିତିର ଚାପରେ ପଡି ସେମାନେ କିଛି ନକାରାତ୍ମକ ଅଘଟଣ ନଘଟାଇ ଶାନ୍ତ ରୁହନ୍ତି ଯାହା ଫଳରେ ସହଜରେ ସେହିଭଳି ଚାପଜନକ ପରିସ୍ଥିତିରୁ ବାହାରିପାରନ୍ତି ।
ପ୍ରସବ ପର ଅବସାଦ (ଇଂରାଜୀ ଭାଷାରେ Postpartum depression ବା PPD) ଅନ୍ୟ ନାମ ପୋଷ୍ଟନାଟାଲ ଡିପ୍ରେସନ (postnatal depression) ଏକ ପ୍ରକାର ମନୋଦଶା ବେମାରୀ (mood disorder) ଯାହା ପ୍ରସବ ପରେ ଦେଖାଯାଏ ଓ ଉଭୟ ପୁରୁଷ ଓ ମହିଳାମାନେ ଆକ୍ରାନ୍ତ ହୁଅନ୍ତି । ଅତ୍ୟନ୍ତ ବିଷାଦ, ଥକ୍କାଣ (low energy), ଉତ୍କଣ୍ଠା (anxiety), ଶୟନ ଓ ଖାଦ୍ୟ ଗ୍ରହଣର ପରିବର୍ତ୍ତନ, ସମୟ ସମୟରେ କ୍ରନ୍ଦନ, ଚିଡ଼ଚିଡ଼ା ସ୍ୱଭାବ ଆଦି ଲକ୍ଷଣମାନ ଦେଖାଯାଆନ୍ତି । ପ୍ରସବର ଏକ ସପ୍ତାହରୁ ଏକ ମାସ ମଧ୍ୟରେ ଏହି ସମସ୍ୟା ଦେଖାଯାଏ । ଏହି ରୋଗଦ୍ୱାରା ଏକ ବିଯୁକ୍ତାତ୍ମକ ପ୍ରଭାବ ଶିଶୁ ଉପରେ ପଡ଼େ । ପ୍ରସବ ପର ଅବସାଦ ରୋଗର ସଠିକ୍ କାରଣ ଅଜ୍ଞାତ ଅଛି । ଏହା ଶାରୀରିକ ଓ ମାନସିକ କାରକମାନଙ୍କଦ୍ୱାରା ହେଉଥିବା ସମ୍ଭାବନା ଅଛି । ହରମୋନ ପରିବର୍ତ୍ତନ ଓ ନିଦ୍ରା ଅଭାବ (sleep deprivation) ଯୋଗୁ ଏହା ହୋଇପାରେ । ପ୍ରସବ ପୂର୍ବବର୍ତ୍ତୀ ଅବସାଦ, ବାଇପୋଲାର ଡିଜଅଡର, ପାରିବାରିକ ପ୍ରମୁଖ ଅବସାଦ ବେମାରୀର ଇତିହାସ, ସାଇକୋଲୋଜିକାଲ ସ୍ଟ୍ରେସ (psychological stress), ପ୍ରସବ ଜନିତ ଜଟିଳତା (complications of childbirth), ଘରୋଇ ସାହାଯ୍ୟର ଅଭାବ, ଡ୍ରଗ ୟୁଜ ଡିଜଅର୍ଡ଼ର (drug use disorder) ଇତ୍ୟାଦି ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇପାରେ । ଲକ୍ଷଣ ଦେଖି ଏହି ରୋଗ ନିର୍ଣ୍ଣୟ କରାଯାଇପାରେ । ଅଧିକାଂଶ ମହିଳା ସାମୟିକ ଚିନ୍ତାଗ୍ରସ୍ତ ହୋଇପଡ଼ନ୍ତି, କିନ୍ତୁ ଏହି ଅବସ୍ଥା ଗୁରୁତର ହେଲେ ଓ ୨ ସପ୍ତାହରୁ ଅଧିକ ରହିଲେ ଏହି ରୋଗ ସନ୍ଦେହ ହୋଇଯାଏ ।ଏହି ରୋଗ ସଙ୍କଟ ଥିବା ମହିଳାଙ୍କର ପ୍ରତିଷେଧ ନିମନ୍ତେ ମନୋସାମାଜିକ ସାହାଯ୍ୟ ଆବଶ୍ୟକ । ରୋଗୀମାନଙ୍କୁ କାଉନସେଲିଙ୍ଗ (counseling) ବା ଔଷଧ ଦେଇ ଚିକିତ୍ସା କରାଯାଏ । ସାହାଯ୍ୟକାରୀ ହେଉଥିବା ୩ ପ୍ରକାର କାଉନସେଲିଙ୍ଗ ନାମ ଯଥାକ୍ରମେ ଇଣ୍ଟରପରସୋନାଲ ସାଇକୋଥେରାପି (interpersonal psychotherapy ବା IPT), କଗନିଟିଭ ବିହେଭିଅରାଲ ଥେରାପି (cognitive behavioral therapy ବା CBT) ଓ ସାଇକୋଡାଇନାମିକ ଥେରାପି (psychodynamic therapy) । ଟେଣ୍ଟାଟିଭ ସେରୋଟୋନିନ ରିଅପଟେକ ଇନହିବିଟର (selective serotonin reuptake inhibitors ବା SSRIs) ଔଷଧ ଦେଲେ କିଛି ସାହାଯ୍ୟ ହେଉଥିବା ପ୍ରମାଣ ମିଳୁଛି ।ପ୍ରାୟ ୧୫% ଗର୍ଭବତୀ ମହିଳା ପ୍ରସବ ପର ଅବସାଦ ରୋଗର ଶିକାର ହୁଅନ୍ତି । ଏହି ମନୋଦଶା ବେମାରୀ ୧ରୁ ୨୬% ନୂତନ ପିତାଙ୍କୁ ଆକ୍ରମଣ କରେ । ଏହାର ଏକ ସାଂଘାତିକ ଆକାର ରୋଗର ନାମ ପୋଷ୍ଟପାର୍ଟମ ସାଇକୋସିସ (Postpartum psychosis) ଯାହା ପ୍ରସବ ପରେ ୧୦୦୦ ମହିଳାଙ୍କ ମଧ୍ୟରୁ ୧ରୁ ୨ଜଣଙ୍କୁ ଆକ୍ରମଣ କରେ । ଯୁକ୍ତରାଷ୍ଟ୍ର ଆମେରିକାରେ ପୋଷ୍ଟପାର୍ଟମ ସାଇକୋସିସ ଯୋଗୁ ୧୦୦,୦୦୦ ଜନ୍ମରେ ୮ ଜଣ ଏକ ବର୍ଷ ବୟସରୁ କମ୍ ବୟସ୍କ ଶିଶୁଙ୍କୁ ହତ୍ୟା (murder of children less than one year of age) କରାଯାଏ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପଞ୍ଚଲିଙ୍ଗେଶ୍ଵର ଶିବ ମନ୍ଦିର ଓଡ଼ିଶାର ବାଲେଶ୍ଵର ଜିଲାର ନୀଳଗିରି ପାଖରେ ଥିବା ପଞ୍ଚଲିଙ୍ଗେଶ୍ଵରରେ ଅବସ୍ଥିତ । ଏହି ଲିଙ୍ଗଗୁଡ଼ିକର ଦର୍ଶନ କରିବା ପାଇଁ ଜଣକୁ ପାହାଡ଼଼ି ଚଟାଣ ଭିତରେ ବହିଯାଇଥିବା ଝରଣା ପାଣି ଦେଇ ହାତରେ ଛୁଇଁ ଜାଣିବାକୁ ପଡ଼ିବ । ଏଠାରେ ପାହାଡ଼଼ୀ ଝରଣା ଭିତରେ ପାଞ୍ଚୋଟି ଶିବଲିଙ୍ଗ ପୂଜାପାଉଛନ୍ତି ଯାହାଙ୍କ ନାମ ଅନୁସାରେ ଏହି ଜାଗାର ନାମ ପଞ୍ଚଲିଙ୍ଗେଶ୍ଵର ହୋଇଅଛି ।ବାଲେଶ୍ୱର ସମୁଦ୍ର ଉପକୂଳରେ ବଙ୍ଗୋପସାଗରର ବେଳାଭୂମିକୁ ସାମନ୍ତରାଳଭାବରେ କୁପାରୀ ଠାରୁ ନୀଳଗିରି ପର୍ଯ୍ୟନ୍ତ ପୂର୍ବଘାଟ ପର୍ବତମାଳା ଲମ୍ବିଆସିଛି । ୧୦୦୦ ଫୁଟ ଛୋଟ ଛୋଟ ପାହାଡ଼ "ଦେବଗିରି" ପର୍ବତମାଳାର ପଞ୍ଚେଲିଙ୍ଗେଶ୍ୱର ଏକ ଅଂଶ ବିଶେଷ । ଏହି ଶୈବପୀଠର ପାଦଦେଶରେ ଝରଣାଟିଏ ବହିଯାଇଛି । ଏହି ଜଳସ୍ରୋତ ମଧ୍ୟରେ ଅଦୃଶ୍ୟ ପାଞ୍ଚଗୋଟି ଲିଙ୍ଗ ହେଉଛନ୍ତି ପଞ୍ଚେଲିଙ୍ଗେଶ୍ୱର ପୀଠ । ଭକ୍ତମାନେ ଜଳସ୍ରୋତ ମଧ୍ୟରେ ପଞ୍ଚେଲିଙ୍ଗେଶ୍ୱରଙ୍କୁ ଦର୍ଶନ କରି ପୂଜାକରନ୍ତି । ପ୍ରସ୍ତର ଉପରେ ବସି ପୁଜକ ଶିବଲିଙ୍ଗ ପୂଜା କରିଥାନ୍ତି । ରାଜ୍ୟ ପର୍ଯ୍ୟଟନ ତରଫରୁ ଯାତ୍ରୀନିବାସର ଆନୁସାଙ୍ଗିକ ବ୍ୟବସ୍ଥା ମଧ୍ୟ ରହିଛି । ସରସ୍ୱତୀ ପୂଜା ସମୟରେ ପାଞ୍ଚ ଦିନ ବ୍ୟାପୀ ମେଳା ହୁଏ । ବହୁ ଲୋକ ଏଠାକୁ ଆସି ଦେବଦର୍ଶନ କରିଥାନ୍ତି ଓ ମନୋହାରୀ ଜିନିଷ କିଣିଥାନ୍ତି । ଦେବଗିରି ପର୍ବତର ଶିଖର ଦେଶରେ ମଣ୍ଡଳେଶ୍ୱରୀ ଦେବୀସ୍ଥାନ ରହିନ୍ତି । ଏହାଙ୍କୁ ବର୍ଷାଦେବୀ ମଧ୍ୟ କହାଯାଏ । ବର୍ଷା ନହେଲେ ଦେବୀଙ୍କୁ ପୂଜାକଲେ ବର୍ଷା ହୋଇଥାଏ ବୋଲି ଲୋକବିଶ୍ୱାସ ରହିଛି । ଦେବଗିରି ପର୍ବତମାଳା ପରିବେଷ୍ଟିତ ପର୍ବତର ଶୀର୍ଷଦେଶରୁ ମଙ୍ଗଳପୁର ପ୍ରାଚୀନ ପଥ ଓ ଦୁର୍ଗପର୍ଯ୍ୟନ୍ତ ଏକ ସୁଡ଼ଙ୍ଗ ରହିଛି । ଜନଶୃତି ଅଛି ଯେ ପଞ୍ଚଲିଙ୍ଗେଶ୍ୱର ପାହାଡ଼ର ପାଦଦେଶରୁ ଏହି ସୁଡଙ୍ଗ ରହିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।