ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଆବୁଲ କଲାମ ଆଜାଦ (୧୧ ନଭେମ୍ବର ୧୮୮୮- ୨୨ ଫେବୃଆରୀ ୧୯୫୮)ବା ମୌଲାନା ସୟୀଦ ଅବୁଲ କାଲାମ ଗୁଲାମ ମୁହିୟୁଦ୍ଦିନ ଅଦମଦ ବିନ ଖୈରୁଦ୍ଦିନ ଅଲ୍-ଦୁସୈନି ଆଜାଦ (ପୁରା ନାମ) ଥିଲେ ଜଣେ ଭାରତୀୟ ବୁଦ୍ଧିଜୀବି ତଥା ଭାରତୀୟ ସ୍ୱାଧୀନତା ସଂଗ୍ରାମ ସମୟରେ ଜାତୀୟ କଂଗ୍ରେସର ବରିଷ୍ଠ ମୁସଲିମ ନେତା । ମୌଲାନ ଆଜାଦ ନାମରେ ପ୍ରସିଦ୍ଧ ଏହି ନେତା ଥିଲେ ସ୍ୱାଧୀନତା ପରବର୍ତ୍ତୀ ଭାରତରେ ସେ ପ୍ରଥମ ଶିକ୍ଷାମନ୍ତ୍ରୀ । ମୌଲାନା ହେଉଛି ତାଙ୍କୁ ପ୍ରଦତ୍ତ ଏକ ସମ୍ମାନାସ୍ପଦ ଉପାଧୀ ଏବଂ ସେ ତାଙ୍କ ନାମରେ ଆଜାଦ (ଅର୍ଥାତ- ମୁକ୍ତ) ଯୋଡିଦେଇଥିଲେ । ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଏକ ନୂତନ ରୂପରେଖ ଦେବାରେ ତାଙ୍କର ଅବଦାନକୁ ଚିର ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ତାଙ୍କ ଜନ୍ମ ଦିନକୁ ଭାରତରେ ଜାତୀୟ ଶିକ୍ଷା ଦିବସ ରୂପେ ପାଳନ କରାଯାଉଛି ।ଯୁବକ ସମୟରୁ ଆଜାଦ କବିତା ରଚନା କରିବା ତଥା ଧର୍ମ ଏବଂ ଦର୍ଶନ ସମ୍ବନ୍ଧୀୟ ଗ୍ରନ୍ଥ ରଚନା କରିବାରେ ସିଦ୍ଧହସ୍ତ ଥିଲେ । ଜଣେ ସାମ୍ବାଦିକ ଭାବେ ବ୍ରିଟିଶ ରାଜ ସମୟର ମହତ୍ତ୍ୱପୂର୍ଣ୍ଣ ଘଟଣା ସବୁର ସମୀକ୍ଷା କରିବା ସହ ଭାରତୀୟଙ୍କ ମନରେ ଜାତୀୟତା ଭାବ ଉଦ୍ରେକ କରିବାରେ ତାଙ୍କର ଅନେକ ଲେଖା ତତକାଳୀନ ସମୟରେ ବହୁ ବିଜ୍ଞ ବ୍ୟକ୍ତିଙ୍କଦ୍ୱାରା ଆଦୃତ ହେବା ସହ ତାଙ୍କର ପ୍ରଚଣ୍ଡ ବୁଦ୍ଧିମତ୍ତାର ପରିଚୟ ପ୍ରଦାନ କରିଥିଲା । ଖିଲାଫତ ଆନ୍ଦୋଳନର ନେତୃତ୍ୱ ନେବାବେଳେ ସେ ମହତ୍ମା ଗାନ୍ଧୀଙ୍କ ନିକଟ ସଂସ୍ପର୍ଶରେ ଆସିଥିଲେ । ଏହାପରେ ସେ ଗାନ୍ଧୀଙ୍କ ଅହିଂସା ତତ୍ତ୍ୱର ଏକ ଉତ୍ସାହୀ ସମର୍ଥକ ପାଲଟିଯାଇଥିଲେ ଏବଂ ସ୍ୱଦେଶୀ ଏବଂ ସ୍ୱରାଜ ସମ୍ବନ୍ଧରେ ଗାନ୍ଧୀଙ୍କ ବିଚାରଧାରା ପ୍ରଚାର କରିବାରେ ନିଜର ପ୍ରତିବଦ୍ଧତା ପରିପ୍ରକାଶ କରିଥିଲେ । ୧୯୨୩ ମସିହାରେ ମାତ୍ର ୩୫ ବର୍ଷ ବୟସରେ ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ପଦ ଅଳଂକୃତ କରି ନିଜର ଦକ୍ଷତା ପ୍ରତିପାଦନ କରିପାରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସାରଦା ଦେବୀ (୨୨ଡିସେମ୍ବର,୧୮୫୩ – ୨୦ ଜୁଲାଇ,୧୯୨୦) ବିଶିଷ୍ଟ ହିନ୍ଦୁ ଧର୍ମଗୁରୁ ରାମକୃଷ୍ଣ ପରମହଂସଙ୍କ ଧର୍ମପତ୍ନୀ ଓ ସାଧନ ସଙ୍ଗିନୀ ଥିଲେ ଏବଂ ରାମକୃଷ୍ଣ ମଠ ଓ ରାମକୃଷ୍ଣ ମିଶନର ସଙ୍ଘଜନନୀ ରୂପେ ପରିଚିତ । ଭକ୍ତଗଣ ତାଙ୍କୁ ଦିବ୍ୟ ଜନନୀ ଓ ଶ୍ରୀଶ୍ରୀ ମା ନାମରେ ଅଭିହିତ କରିଥିଲେ । ରାମକୃଷ୍ଣ ଆନ୍ଦୋଳନର ବିକାଶ ଓ ପ୍ରସାରରେ ତାଙ୍କ ଭୂମିକା ଗୁରୁତ୍ତପୂର୍ଣ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଅନିକା କବୀର ଶକ, (ଜନ୍ମ:ଅକ୍ଟୋବର ୨୫, ୧୯୯୩(1993-10-25); ଜନ୍ମସ୍ଥାନ: ମୁନସୀଗଞ୍ଜ, ବଙ୍ଗଳାଦେଶ) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ, ନର୍ତ୍ତକୀ ଏବଂ ମଡେଲ । ସେ ମୁଖ୍ୟତଃ ବଙ୍ଗଳାଦେଶୀ କଥାଚିତ୍ର ଜଗତ ଏବଂ ଦୂରଦର୍ଶନରେ ଅଭିନୟ କରନ୍ତି । ଅନିକା ୨୦୦୨ ମସିହାରେ ମଡେଲିଂରେ ତାଙ୍କର ପେଶେ ଶକ୍କର ଜରିଆରେ ଆରମ୍ଭ କରିଥିଲେ । ୨୦୦୮ ମସିହାରେ ଅନିକା ଦୂରଦର୍ଶନରେ ଅଭିନୟ କରିବା ଆରମ୍ଭ କରିଥିଲେ । ସେ ରେଡୋୟାନ ରୋନୀଙ୍କ ଦୂରଦର୍ଶନ ଦାହାରାବାହିକ ଏଫ୍ଏନ୍ଏଫ୍: ଫ୍ରେଣ୍ଡ୍ସ ଆଣ୍ଡ ଫେମିଲି ଜରିଆରେ ଦୂରଦର୍ଶନରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ୨୦୧୦ ମସିହାରେ ସେ ବଙ୍ଗଳାଦେଶର କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ଅନିକାଙ୍କର ପ୍ରଥମ କଥାଚିତ୍ର ଥିଲା ବୋଲୋ ନା ତୁମି ଆମାର୍ । ଏମ୍.ବି.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଭାରତରତ୍ନ - ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ । ୧୯୫୪ରେ ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମ ବିଭୂଷଣ ଉପାଧି ସହ ଏହି ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ ଆରମ୍ଭ ହୋଇଥିଲା । ଯେକୌଣସି ଜାତି, ବୃତ୍ତି (ଜୀବନ ସହ ଜଡ଼ିତ ସବୁ କ୍ଷେତ୍ରରେ ମହାନ ଅବଦାନ), ପାହ୍ୟା କିମ୍ବା ଲିଙ୍ଗର ବ୍ୟକ୍ତି ଏହି ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥାଆନ୍ତି । ଭାରତରତ୍ନ ନିମନ୍ତେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରପତିଙ୍କ ନିକଟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ସୁପାରିଶ କରିଥାନ୍ତି । ପ୍ରତିବର୍ଷ ଅତିବେଶିରେ ୩ଜଣଙ୍କୁ ଭାରତରତ୍ନ ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି । ସମ୍ମାନ ସ୍ଵରୂପ ଏକ ପ୍ରଶଂସାପତ୍ର ଏବଂ ପଦକ ପ୍ରଦାନ କରାଯାଏ । ରାଷ୍ଟ୍ରପତି ନିଜେ ଏହି ସମ୍ମାନ ପ୍ରଦାନ କରନ୍ତି । ଅଦ୍ୟାବଧି ୪୧ଜଣ ପ୍ରମୁଖ ବ୍ୟକ୍ତିଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇସାରିଛି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବାମିୟାନ୍ର ବୁଦ୍ଧ ପ୍ରତିମୂର୍ତ୍ତି (ଇଂରାଜୀରେ The Buddhas of Bamiyan, ପାରସୀ ଭାଷାରେ بتهای باميان – ବୋଟ୍-ହାୟେ ବାମିୟାନ୍) ହେଉଛି ୬ଷ୍ଠ ଶତାବ୍ଦୀରେ କେନ୍ଦ୍ରୀୟ ଆଫଗାନିସ୍ତାନର ବାମିୟାନ୍ ପ୍ରଗଣାର ହଜାରାଜାତ୍ ଉପତ୍ୟକାର ଏକ ପାହାଡ଼ କାନ୍ଥରେ ଖୋଦିତ ବିଶାଳକାୟ ବୁଦ୍ଧ ପ୍ରତିମୂର୍ତ୍ତି । ଉକ୍ତ କଳାକୃତି ରାଜଧାନୀ କାବୁଲ୍ର ଉତ୍ତର-ପୂର୍ବକୁ ପ୍ରାୟ ୨୩୦ କିଲୋମିଟର୍ ଦୂରରେ ଅବସ୍ଥିତ ଓ ସମୁଦ୍ର ପତନରୁ ଏହାର ଉଚ୍ଚତା ପ୍ରାୟ ୨୫୦୦ ମିଟର୍ । ଖ୍ରୀ. ୫୦୭ (ଛୋଟ ପ୍ରତିମୂର୍ତ୍ତି) ଓ ଖ୍ରୀ.
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପ୍ରିକର୍ଡ଼ିଆଲ କ୍ୟାଚ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ Precordial catch syndrome ବା PCS) ଏକ ଅଣସାଂଘାତିକ ରୋଗ ଯେଉଁଥିରେ ଛୁରୀ ମାରିଲା ଭଳି ତୀକ୍ଷ୍ନ ଛାତି ଯନ୍ତ୍ରଣା (pains in the chest) ଅନୁଭବ ହୁଏ । ସ୍ୱାଭାବିକ ଭାବରେ ଏହା ପ୍ରଶ୍ୱାସରେ ଅଧିକ ହୁଏ ଓ ଛୋଟ ଜାଗାରେ ହୁଏ । ଏହା ମାତ୍ର ୩ ମିନିଟ ନିମନ୍ତେ ରହେ । ବିଶ୍ରାମ ସମୟରେ ଆରମ୍ଭ ହୁଏ ଓ ଅନ୍ୟ କୌଣସି ଲକ୍ଷଣ ନଥାଏ । ଯନ୍ତ୍ରଣା ଯୋଗୁ କେବଳ ଉତ୍କଣ୍ଠା anxiety ହୁଏ ।ଏହାର ଅନ୍ତର୍ନିହିତ କାରଣ ଅଦ୍ୟାବଧି ଅସ୍ପଷ୍ଟ ଅଛି । କେତେକଙ୍କ ମତରେ ଏହା ଛାତି କାନ୍ଥରେ ହୁଏ ବା ଇଣ୍ଟରକୋଷ୍ଟାଲ ସ୍ନାୟୁର (intercostal nerve) ଉତ୍ତେଜନା ଯୋଗୁ ହୁଏ । ମାନସିକ ଚାପ (psychological stress) ଏହି ରୋଗ ସଙ୍କଟ ସୃଷ୍ଟି କରେ । ହୃତ୍ପିଣ୍ଡରୁ ଏହା ସୃଷ୍ଟି ହୁଏନାହିଁ । ଲକ୍ଷଣ ଦେଖି ରୋଗ ନିର୍ଣ୍ଣୟ କରାଯାଇପାରେ । ଆଞ୍ଜାଇନା (Angina), ପେରିକାର୍ଡ଼ାଇଟିସ, ପ୍ଲୁରିସି, ଛାତି ଆଘାତ ଯୋଗୁ ମଧ୍ୟ ଏହିଭଳି ଯନ୍ତ୍ରଣା ହୋଇପାରେ ।ବିନା ଔଷଧରେ ରୋଗୀଙ୍କୁ ଆଶ୍ୱାସନା ଦେଇ ଉପଶମ ହେବା ନିମନ୍ତେ ଅପେକ୍ଷା କରାଯାଏ । Outcomes are good. ସାଧାରଣତଃ ୬-୧୨ ବୟସର ପିଲାଙ୍କୁ ଏହି ପ୍ରିକର୍ଡ଼ିଆଲ କ୍ୟାଚ ସିଣ୍ଡ୍ରୋମ ରୋଗ ହୁଏ । ଉଭୟ ପୁଅ ଓ ଝିଅଙ୍କୁ ସମ ଭାବରେ ରୋଗ ହୁଏ । ଅନ୍ୟ ବୟସରେ ଏହ ଖୁବ୍ କମ୍ ଦେଖାଯାଏ । The condition was first described in 1955.
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମାଦଳା ପାଞ୍ଜି ଓଡ଼ିଶାରେ ରାଜତ୍ଵ କରୁଥିବା ବିଭିନ୍ନ ରାଜବଂଶର ଏକ ଇତିହାସ ପୋଥି ତଥା ପୁରୀ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ପାଖରେ ପୂଜିତ । ଖ୍ରୀଷ୍ଟୀୟ ଦ୍ଵାଦଶ ଶତାବ୍ଦୀଠାରୁ ଉନବିଂଶ ଶତାବ୍ଦୀର ମଧ୍ୟଭାଗ ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଇତିବୃତ୍ତ ଏଥିରୁ ମିଳିଥାଏ । ରାଜା ଓ ମନ୍ଦିରର ଇତିହାସ ଲେଖିବାପାଇଁ ସଙ୍କଳ୍ପ କରିଥିବା ଲିଖନକାରମାନେ ମଝିରେ ମଝିରେ ବିଭିନ୍ନ କିମ୍ବଦନ୍ତୀ ପ୍ରୟୋଗ କରିବାରେ ଗ୍ରନ୍ଥଟି ସାହିତ୍ୟିକ ମର୍ଯ୍ୟାଦା ଲାଭ କରିପାରିଛି । ଓଡ଼ିଆ ଗଦ୍ୟ ସାହିତ୍ୟର ବିକାଶରେ ଉଭୟ ଭାଷା ଓ ଶୈଳୀ ଦୃଷ୍ଟିରୁ ମାଦଳାପାଞ୍ଜିର ସ୍ଥାନ ସ୍ଵତନ୍ତ୍ର ।
ଦୀପାବଳିର ଶେଷ ଦିବସ କାର୍ତ୍ତିକ ଶୁକ୍ଳ ଦ୍ଵିତୀୟାକୁ ଯମଦ୍ଵିତୀୟା ବା ଭାଇଦୂଜ ବୋଲି କୁହାଯାଏ । ଶାସ୍ତ୍ରାନୁସାରେ ଯମଦେବତା ନିଜ ଭଉଣୀ ଯମୁନାକୁ ଭେଟିବା ପାଇଁ ମର୍ତ୍ତ୍ୟଲୋକକୁ ଆସନ୍ତି । ଏଣୁ ଭାଇମାନଙ୍କ ସହ ଭଉଣୀମାନେ ମିଳିତ ଭାବେ ଯମୁନା ସ୍ନାନ କରନ୍ତି । ଭଉଣୀମାନେ ବ୍ରତ ସଂକଳ୍ପ ପୂର୍ବକ ଭାଇମାନଙ୍କର ଦୀର୍ଘଜୀବନ, ଐଶ୍ଵର୍ଯ୍ୟ ତଥା ସର୍ବମଙ୍ଗଳ କାମନା କରି ମୃତ୍ୟୁ ଦେବତା ଯମରାଜାଙ୍କ ଉଦ୍ଦେଶ୍ୟରେ ପୂଜାର୍ଚ୍ଚନା କରିଥାନ୍ତି । ଦୂରରେ ରହୁଥିବା ଭଉଣୀମାନେ ଏହିଦିନ ସକାଳୁ ସ୍ନାନାଦି କର୍ମ ସମାପନ କରି ଗଣେଶଙ୍କୁ ସ୍ଥାପନ କରି ଯମ, ଯମୁନା, ଚିତ୍ରଗୁପ୍ତ ଏବଂ ଯମଦୂତଙ୍କ ବିଧିବିଧାନର ସହିତ ପୂଜା ଶେଷରେ ଯମରାଜାଙ୍କୁ ଯମରାଜାଙ୍କୁ ପୂଜା କରିଥାନ୍ତି । ଯମଦ୍ଵିତୀୟା ବା ଭୟାଦୂଜ ପୂଜା ପରେ ଭାଇମାନଙ୍କ ମୁଣ୍ଡରେ ତିଳକ ଲଗାଇ ଭଉଣୀମାନେ ସେମାନଙ୍କୁ ସୁଆଦିଆ ଖାଦ୍ୟ ଓ ମିଷ୍ଟାନ୍ନ ଆଦି ଖୁଆଇ ଦୀର୍ଘ ନିରାମୟ ଜୀବନ କାମନା କରିଥାନ୍ତି ।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ସିଗିରିଆ, ସିଗିରିୟା ବା ପ୍ରାଚୀନ ସିଂହଗିରି (ଈଂରାଜୀରେ Sigiriya, ସିଂହଳୀ ଭାଷାରେ සීගිරිය, ତାମିଲ୍ ଭାଷାରେ சிகிரியா) ଶ୍ରୀଲଙ୍କାର ମାତାଲେ ଜିଲ୍ଲାର ଉତ୍ତରାଞ୍ଚଳରେ ଅବସ୍ଥିତ । ଏକ ଲଣ୍ଡା ପାହାଡ଼ ବା ବିରାଟକାୟ ପଥର ଉପରେ ନିର୍ମିତ ଏହି ପ୍ରାଚୀନ ସହରରେ ଏକ ଦୁର୍ଗର ଅବଶେଷ ରହିଛି । କେନ୍ଦ୍ରୀୟ ଶ୍ରୀଲଙ୍କାର ଡାମ୍ଵୁଲା ସହରରୁ ଅଳ୍ପ ଦୂରରେ ସିଗିରିଆ ଅବସ୍ଥିତ । ପ୍ରାୟ ୨୦୦ ମିଟର୍ ଉଚ୍ଚ ଏକ ଲଣ୍ଡା ପାହାଡ଼ ବା ବିରାଟ ପଥର ଉପରେ ରହିଥିବା ସିଗିରିଆ ଐତିହାସିକ ଓ ପ୍ରତ୍ନତାତ୍ତ୍ଵିକ ଦୃଷ୍ଟିକୋଣରୁ ଏକ ମହତ୍ତ୍ଵପୂର୍ଣ୍ଣ ସ୍ଥାନ । କୁଳବଂଶ ନାମକ ଏକ ପ୍ରାଚୀନ ସିଂହଳୀ ଲେଖା ଅନୁଯାୟୀ ଅନୁରାଧାପୁରର ରାଜା ପ୍ରଥମ କଶ୍ୟପ (୪୭୭ – ୪୯୫ ଖ୍ରୀ.) ସିଗିରିଆଠାରେ ନିଜର ନୂତନ ରାଜଧାନୀ ସ୍ଥାପନ କରିବା ପାଇଁ ସ୍ଥିର କରିଥିଲେ । ଲଣ୍ଡା ପାହାଡ଼ ଉପରେ ନିଜର ରାଜମହଲ ନିର୍ମାଣ କରାଇ ସେ ପଥରର ସମସ୍ତ ପାର୍ଶ୍ଵରେ ରଙ୍ଗବିରଙ୍ଗ ଭତ୍ତି ଚିତ୍ର ଅଙ୍କିତ କରାଇଥିଲେ । ପାହାଡ଼ ପାର୍ଶ୍ଵର ମଝାମଝି ସେ ସିଂହ ଆକୃତିର ଏକ ବିରାଟ ପ୍ରବେଶ ତୋରଣ ମଧ୍ୟ ନିର୍ମାଣ କରାଇଥିଲେ । ତେଣୁ ଏହି ସ୍ଥାନର ନାମ ସିଂହଗିରି ରଖାଯାଇଥିଲା । ରାଜାଙ୍କ ମୃତ୍ୟୁ ପରେ ଲୋକେ ରାଜମହଲ ଓ ଏହି ରାଜଧାନୀକୁ ପରିତ୍ୟାଗ କରି ଅନ୍ୟତ୍ର ଚାଲିଯାଇଥିଲେ । ଚତୁର୍ଦ୍ଦଶ ଶତାବ୍ଦୀ ପର୍ଯ୍ୟନ୍ତ ଏହା ଏକ ବୌଦ୍ଧ ବିହାର ଭାବେ ବ୍ୟବହୃତ ହୋଇଆସୁଥିଲା ।ବର୍ତ୍ତମାନ ସମୟରେ ସିଗିରିୟା UNESCO ଦ୍ଵାରା ମାନ୍ୟତାପ୍ରାପ୍ତଏକ ବିଶ୍ଵ ଐତିହ୍ୟ ସ୍ଥଳ । ବିଭିନ୍ନ ସଂରକ୍ଷିତ ପ୍ରାଚୀନ ନଗର ଶୈଳୀ ଓ ଯୋଜନା ମଧ୍ୟରେ ଏହାର ସଂରକ୍ଷଣ ଶ୍ରେଷ୍ଠ ରୂପେ କରାଯାଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଇଲିଆନା ସିତାରିଷ୍ଟ ଇଟାଲୀରେ ଜନ୍ମିତ ଓ ଭୁବନେଶ୍ୱରରେ ରହୁଥିବା ଜଣେ ଓଡ଼ିଶୀ ଏବଂ ଛଉ ନାଚ ନୃତ୍ୟଶିଳ୍ପୀ । ୧୯୯୫ ମସିହାରେ ମୃଣାଳ ସେନଙ୍କ ନିର୍ମିତ "ଯୁଗାନ୍ତ" ଚଳଚ୍ଚିତ୍ରରେ ତାଙ୍କୁ ଶ୍ରେଷ୍ଠ ନୃତ୍ୟ ନିର୍ଦ୍ଦେଶନା ପାଇଁ ୪୩ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ଏହା ବ୍ୟତୀତ ୨୦୦୬ରେ ଓଡ଼ିଶୀ ନୃତ୍ୟକୁ ବିଶେଷ ଅବଦାନ ପାଇଁ ସେ ପଦ୍ମଶ୍ରୀ ଉପାଧୀରେ ସମ୍ମାନିତ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ମହାମାୟୀ ଦୁର୍ଗା ସମଗ୍ର ଦେବକୁଳର ସର୍ବୋତ୍ତମ ଅସ୍ତ୍ରଗୁଡିକର ଅଧିକାଅରିଣୀ । ସେ ମଧ୍ୟ ସେସବୁ ଅସ୍ତ୍ରର ପ୍ରୟୋଗକାରିଣୀ । ପଶୁରାଜ ସିଂହ ଦୁର୍ଗାଙ୍କ ବାହାନ । ତାଙ୍କ ଅଙ୍ଗଭୂଷଣ ତଥା ଅଙ୍ଗରକ୍ଷୀ ଭାବେ କାର୍ଯ୍ୟ କରୁଛନ୍ତି ବିଷଧର ନାଗକୁଳ । ମାର୍କଣ୍ଡେୟ ପୁରାଣ ଅନ୍ତର୍ଗତ ‘ଚଣ୍ଡୀ’ରେ କୁହାଯାଇଛି ଭଗବତୀ ଚଣ୍ଡିକା ମହାମାୟା ଏବଂ ସନାତନୀ ଦେବୀ ହେଇଥିଲେ ହେଁ ବିଶ୍ଵର କଲ୍ୟାଣ ପାଇଁ ସେ ବାରମ୍ବାର ଆବିର୍ଭୂତା ହୋଇଥାନ୍ତି । ପ୍ରତ୍ୟେକ ମନୁଷ୍ୟର ଶରୀରରେ ଆଦ୍ୟାଶକ୍ତି କୁଳକୁଣ୍ଡଳିନୀ ରୂପେ ବିରାଜିତା । ସୃଷ୍ଟିର ପ୍ରଥମ ଉଚ୍ଚାରଣ ମା’ । ସେ ଗର୍ଭଧାରିଣୀ ଲାଳନପାଳନ କର୍ତ୍ତ୍ରୀ ତଥା ତ୍ୟାଗ,ଦୟା,ଦୟା, କ୍ଷମା ଓ ମମତାର ପ୍ରତୀକାତ୍ମକ ରୂପ । ମା’ଙ୍କର ଉପାସନା ଇତିହାସର ବର୍ଗବନ୍ଧନୀଠାରୁ ମଧ୍ୟ ବହୁ ପୁରାତନ । ଆଦ୍ୟାଶକ୍ତି ଭାବେ ସେ ସର୍ବଶକ୍ତିମୟୀ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ଵ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ଵରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ଏହା ଫିରିଙ୍ଗି ଶାସନ କାଳରେ ଏକ ରାଜ ଶାସନାଧୀନ ରାଜ୍ୟ ଥିଲା ଓ କଳାହାଣ୍ଡି ଜିଲା "କଳାହାଣ୍ଡି" ଓ ନୂଆପଡ଼ାକୁ ନେଇ ତିଆରି ହୋଇଥିଲା । ୧୯୬୭ରେ, ଶାସନର ସୁବିଧା ନିମନ୍ତେ କଳାହାଣ୍ଡିର କାଶୀପୁର ବ୍ଲକ ରାୟଗଡ଼ା ଜିଲ୍ଲାକୁ ସ୍ଥାନାନ୍ତର କରାଗଲା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା । ୧୯୯୩ରେ, ନୂଆପଡ଼ା ସଦର ମହକୁମା ଏକ ଅଲଗା ଜିଲ୍ଲା ଭାବରେ ଗଢ଼ାଗଲା, କିନ୍ତୁ କଳାହାଣ୍ଡି ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଏବେ ଯାଏଁ ବି କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଅଛି।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ଵାରା ଲିନକ୍ସର ଇତିହାସକୁ ସାରା ବିଶ୍ଵର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ବିଷ୍ଣୁ ଦକ୍ଷିଣ ହସ୍ତରେ ଧାରଣ କରୁଥିବା ଗୋଟିଏ ଅସ୍ତ୍ରର ନାମ ସୁଦର୍ଶନ । ହିନ୍ଦୁ ଧର୍ମବିଶ୍ଵାସ ଅନୁସାରେ, ମହାଦେବଙ୍କ ଆଦେଶ ଅନୁସାରେ ବିଶ୍ୱକର୍ମା ସବୁ ଦେବତାଙ୍କ ତେଜରୁ ସାର ଗ୍ରହଣ ପୂର୍ବକ ଏ ଚକ୍ର ତିଆରି କରି ମହାଦେବଙ୍କୁ ଦେଇଥିଲେ । ଦୈତ୍ୟମାନଙ୍କ ବିନାଶାର୍ଥ ମହାଦେବ ବିଷ୍ଣୁଙ୍କୁ ଏହି ଚକ୍ର ଅର୍ପଣ କରିଥିଲେ । ଏହାର ଅରର ସଂଖ୍ୟା ବାର । ଏହା ଷଟ୍କୋଣ ଓ ବଳୟତ୍ରୟ ସଂଯୋଜିତ । ବିଷ୍ଣୁ ମନ୍ଦିରର ଚୂଡ଼ାରେ ଏହି ଚକ୍ରର ଧାତୁମୟ ପ୍ରତିକୃତି ରଖାଯାଏ । ପୁରୀର ବଡ଼ଦେଉଳରେ ଚତୁର୍ଦ୍ଧାମୂର୍ତ୍ତୀ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନ ଚକ୍ର ବିରାଜିତ ଅଛନ୍ତି । ଚତୁର୍ଭୁଜ ବିଷ୍ଣୁ ଗୋଟିଏ ହାତରେ ସର୍ବଦା ଏହି ଚକ୍ରକୁ ଧାରଣ କରନ୍ତି ଏବଂ ଏହାଦ୍ଵାରା ଦୁଷ୍ଟ ଦଳନ ଓ ଶିଷ୍ଟ ପାଳନ କରନ୍ତି ।