ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମୌସୁମୀ ହମିଦ (ଜନ୍ମ: ୧୨ ଅକ୍ଟୋବର ୧୯୮୮) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ ଓ ମଡେଲ । ସେ ମୁଖ୍ୟତଃ ବଙ୍ଗଳାଦେଶର ଦୂରଦର୍ଶନ ଓ କଥାଚିତ୍ର ଜଗତରେ ଅଭିନୟ କରନ୍ତି । ୨୦୧୦ ମସିହାରେ ସେ ଲକ୍ସ ଚେନାଲ ଆଇ ସୁପରଷ୍ଟାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ଏବଂ ସେଠାରେ ସେ ରନର୍ଅପ୍ ହୋଇଥିଲେ ଓ ତା'ପରେ ବଙ୍ଗଳାଦେଶରେ ପ୍ରସିଦ୍ଧିଲାଭ କରିଥିଲେ । ଏହାପରେ ସେ ବିଭିନ୍ନ ଦୂରଦର୍ଶନ କର୍ଯ୍ୟକ୍ରମରେ କାମ କରିବା ଆରମ୍ଭ କରିଥିଲେ । ସେ ଲଭ୍ ରେକ୍ଟଙ୍ଗଲ୍ (ଭଲବାସର ଚତୁଶକୋନେ), ରେଡ଼ିଓ ଚକେଲେଟ ଭଳି ଦୂରଦର୍ଶନ କାର୍ଯ୍ୟକମରେ କାମ କରିଥିଲେ । ଦୂରଦର୍ଶନରେ ଅଭିନୟ ପରେ ସେ ୨୦୧୨ ମସିହାରେ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ଅଭିନୟ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ ବଙ୍ଗଳାଦେଶୀ କଥାଚିତ୍ର ଥିଲା ନା ମନୁଷ୍, ଯାହାକି ୨୦୧୩ ମସିହାରେ ମୁକ୍ତିଲାଭ କରିଥିଲା । ଏହାପରେ ୨୦୧୪ ମସିହାରେ ହୁଦ୍ସୋନେର ବନ୍ଧୁକ ଜରିଆରେ ସେ ଲୋକପ୍ରିୟତା ହାସଲ କରିଥିଲେ ଏବଂ ପରେ ଜଲାଲ୍ସ୍ ଷ୍ଟୋରୀ, ବ୍ଲାକ୍ମନି, ବ୍ଲାକ୍ମେଲ୍, ପୂର୍ଣ୍ଣ ଦିଗର ପ୍ରେମ କାହାଣୀ ୨, ମେଣ୍ଟାଲ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ।
କାର୍ତ୍ତିକ ପୂର୍ଣ୍ଣମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ଵକୁ ବାଦ ଦେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ ।
ତାରାନା ହାଲିମ (ଜନ୍ମ: ୧୬ ଅଗଷ୍ଟ ୧୯୬୬) ବଙ୍ଗଳାଦେଶୀ ରାଜନୈତିଜ୍ଞ, ପ୍ରାକ୍ତନ ଆଇନଜୀବି, ଦୂରଦର୍ଶନ ଏବଂ ଚଳଚ୍ଚିତ୍ର ଅଭିନେତ୍ରୀ ଓ ନାଟ୍ୟକାର । ସେ ପ୍ରଥମେ ଜଣେ ଦୂରଦର୍ଶନ ଅଭିନେତ୍ରୀ ଭାବରେ କାମ କରିବା ଆରମ୍ଭ କରିଥିଲେ ଏବଂ ପରେ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଜାନୁଆରୀ ୨୦୧୮ରେ ତାଙ୍କୁ ବଙ୍ଗଳାଦେଶର ଏକ ରାଜ୍ୟର ସୂଚନା ବିଭାଗ ମନ୍ତ୍ରୀ ଭାବରେ ନିଯୁକ୍ତି କରାଯାଇଥିଲା । ଏହାପୂର୍ବରୁ ସେ ଦୂରସଞ୍ଚାର ବିଭାଗର ମନ୍ତ୍ରୀ ଭାବରେ ଜୁଲାଇ ୨୦୧୪ରୁ ବଙ୍ଗଳାଦେଶ ସରକାର ପାଇଁ କାର୍ଯ୍ୟ କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କବିକଳହଂସ ଗୋପାଳକୃଷ୍ଣ ପଟ୍ଟନାୟକ (୧୭୮୪ - ୧୮୬୨) ଅଷ୍ଟାଦଶ ଶତାବ୍ଦୀର ଜଣେ ଓଡ଼ିଆ କବି ଥିଲେ । ସେ ରାଧା କୃଷ୍ଣଙ୍କ ପ୍ରେମଲୀଳା ଉପରେ ଆଧାରିତ ଶୃଙ୍ଗାରରସ ଭିତ୍ତିକ ଅନେକ କବିତା, କିଛି ଛାନ୍ଦ, ଚଉପଦୀ, ଭକ୍ତି ସଙ୍ଗୀତ, ଭଜନ ଓ ଜଣାଣ, କୋଇଲି, ଚଉତିଶା ଆଦି ସନ୍ଦେଶ ଗୀତିକା ସମେତ ବାତ୍ସଲ୍ୟ ରସ ମିଶ୍ରିତ କେତେକ କବିତା ରଚନା କରିଥିଲେ । 'ଉଠିଲୁ ଏଡ଼େ ବେଗି କାହିଁକି ରେ', 'ଅନୁସରିତ ପ୍ରଭୋ କାଳଯାକ ଗଲା ସରିତ', 'ଗଜରାଜ ଗମନୀ ଆଜ କି ରେ', 'ସଙ୍ଗିନୀରେ ରାସ ରଙ୍ଗିନୀରେ' ଇତ୍ୟାଦି ତାଙ୍କ ରଚିତ ଲୋକପ୍ରିୟ ରଚନା ମଧ୍ୟରୁ ଅନ୍ୟତମ । ତାଙ୍କ କବିତାଗୁଡ଼ିକ ସଂଗୃହିତ ହୋଇ ରଚନାବଳୀ ବା ଗ୍ରନ୍ଥାବଳୀ ଭାବେ ଅନେକବାର ପ୍ରକାଶିତ ହୋଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଏପିଡର୍ମୋଲାଇସିସ ବୁଲୋସା (ଇଂରାଜୀ ଭାଷାରେ Epidermolysis bullosa/ EB) ଏକ ଜେନେଟିକ ରୋଗ (genetic conditions) ଦଳ ଯେଉଁଥିରେ ମାନବ ଚର୍ମ (skin) ଓ ଶ୍ଳେଷ୍ମ ଝିଲ୍ଲିରେ (mucous membranes) ଫୋଟକା (blistering) ସୃଷ୍ଟିହୁଏ । ସାମାନ୍ୟ ଆଘାତ ବା ଘର୍ଷଣ ଯୋଗୁ ଫୋଟକା ହୋଇଯାଏ ଓ ଯନ୍ତ୍ରଣା ହୁଏ । ଏହି ରୋଗ ସାମାନ୍ୟରୁ ଘାତକ ହୋଇପାରେ । ରୋଗ ସାମାନ୍ୟ ହୋଇଥିଲେ ଶିଶୁ ଗୁରୁଣ୍ଡିବା ବା ଚାଲିବା ପୂର୍ବରୁ ଲକ୍ଷଣ ଦେଖାଯାଏନାହିଁ । ଗ୍ରାସନଳୀ ସ୍ଟ୍ରିକଚର (Esophageal narrowing), ସ୍କ୍ୱାମସ ସେଲ ଚର୍ମ କର୍କଟ ରୋଗ (squamous cell skin cancer) ଓ ଆବଶ୍ୟକ ସ୍ଥଳେ ଆମ୍ପୁଟେସନ (amputations) ।ଅଠରଟି ବିଭିନ୍ନ ଜିନର ମ୍ୟୁଟେସନ (mutation) ଯୋଗୁ ଏପିଡର୍ମୋଲାଇସିସ ବୁଲୋସା ରୋଗ ହୋଇପାରେ । ଏମାନଙ୍କ ମଧରୁ କେତେକ ଅଟୋସୋମାଲ ଡୋମିନାଣ୍ଟ (autosomal dominant) ହୋଇଥିବା ବେଳେ କେତେକ ଅଟୋସୋମାଲ ରିସିସିଭ (autosomal recessive) ହୋଇଥାଏ । ଚର୍ମର ସ୍ତରମାନଙ୍କ ପରଷ୍ପର ଓ ନିଜ ମଧ୍ୟରେ ସଂଯୋଗ ତୃଟି ପୂର୍ଣ୍ଣ ହେବାରୁ ଏହି ରୋଗ ହୁଏ । ଏହି ରୋଗ ଚାରି ପ୍ରକାର ହୋଇପାରେ ଯଥା:- ଏପିଡର୍ମୋଲାଇସିସ ବୁଲୋସା ସିମ୍ପ୍ଲେକ୍ସ (Epidermolysis bullosa simplex), ଡିସଟ୍ରୋଫିକ ଏପିଡର୍ମୋଲାଇସିସ ବୁଲୋସା (dystrophic epidermolysis bullosa), ଜଙ୍କସନାଲ ଏପିଡର୍ମୋଲାଇସିସ ବୁଲୋସା (junctional epidermolysis bullosa), କିଣ୍ଡଲର ସିଣ୍ଡ୍ରୋମ (Kindler syndrome) । ଲକ୍ଷଣ ଦେଖି ରୋଗ ସନ୍ଦେହ କଲାପରେ ଚର୍ମ ବାୟୋପ୍ସି (Skin biopsy), ଜେନେଟିକ ଟେଷ୍ଟିଙ୍ଗ (genetic testing) କରି ନିଶ୍ଚିତ କରାଯାଏ ।ଏହି ରୋଗ ଆରୋଗ୍ୟ ହୁଏନି । କ୍ଷତ ଯତ୍ନ (Wound care), ଯନ୍ତ୍ରଣା ନିୟନ୍ତ୍ରଣ, ସଂକ୍ରମଣ ଚିକିତ୍ସା (infections), ଉପଯୁକ୍ତ ପୋଷକ ଦେଇ ଏହାର ଚିକିତ୍ସା କରାଯାଏ ଓ ରୋଗ ଜଟିଳ ନହେବା ପାଇଁ ପ୍ରତିଷେଧ ଓ ରୋଗ ହେଲେ ଚିକିତ୍ସା କରିବା ଆବଶ୍ୟକ ହୁଏ । ସାରା ପୃଥିବୀରେ ପ୍ରାୟ ଅଧ ନିୟୁତ ଲୋକ ଏହି ରୋଗରେ ଆକ୍ରାନ୍ତ ହୁଅନ୍ତି । ପୁଅ ଓ ଝିଅଙ୍କ ମଧ୍ୟରେ ସମ ଭାବରେ ଏ ରୋଗ ହୁଏ । ରୋଗଗ୍ରସ୍ତ ପିଲାମାନେ ଅନ୍ୟ ପିଲାଙ୍କଦ୍ୱାରା ଗୁଣ୍ଡାମି (bullied) ଓ ଅଯଥା ଟିପ୍ପଣୀର ଶିକାର ହୁଅନ୍ତି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।
ଟୁଇଟର ( /ˈtwɪtər/) ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୁଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ଓକିଲ ଥିଲେ ଯିଏକି ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ସେ ଜଣେ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ "ର ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ପଟେଲଜିଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ଜୋଲପିଡେମ (ଇଂରାଜୀ ଭାଷାରେ Zolpidem, ଏକ ବ୍ୟବସାୟୀକ ନାମ ଆମ୍ବିଏନ/ Ambien) ଏକ ଔଷଧର ନାମ ଯାହା ଅନିଦ୍ରା (sleeping problems) ସମସ୍ୟାର ଉପଶମ ନିମନ୍ତେ ଦିଆଯାଏ । ମାର୍ଗଦର୍ଶକ ସୁପାରିସ ଅନୁସାରେ ପରାମର୍ଶ (counseling|) ଓ ବ୍ୟବହାରିକ ପରିବର୍ତ୍ତନ ସାହାଯ୍ୟ ନେବାପରେ ଫଳପ୍ରଦ ନହେଲେ ଏହି ଔଷଧ ଦିଆଯାଏ । ନିଦ୍ରା ଆରମ୍ଭ ହେବା ସମୟ (sleep onset) ଏହାଦ୍ୱାରା କମିଯାଏ ଓ ଅଧିକ ମାତ୍ରା ଦେଲେ ଅଧିକ ସମୟ ନିଦ ହୁଏ । ବଟିକା, ଜିଭତଳ ବଟିକା ଓ ସ୍ପ୍ରେ ଆକାରରେ ଏହା ପାଟିରେ ଦିଆଯାଏ (by mouth) । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଦିନରେ ନିଦଲାଗେ, ମୁଣ୍ଡ ବିନ୍ଧା, ଅଇ ଓ ତରଳ ଝାଡ଼ା ହୋଇପାରେ । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ ସ୍ମରଣ ଶକ୍ତିର ସମସ୍ୟା, ହାଲ୍ୟୁସିନେସନ (hallucinations) ଓ ମାଦକ ସମସ୍ୟା (abuse) ହୋଇପାରେ । ସନ ୨୦୧୩ରେ ଔଷଧ ଯୋଗୁ ପରବର୍ତ୍ତୀ ସକାଳ ଅସୁବିଧା ହେଉଥିବା ଲକ୍ଷ କରି ଏହାର ମାତ୍ରା କମ କରିଦିଆଯାଇଥିଲା । ମାତ୍ରାଧିକ ଔଷଧ ନେଉଥିଲେ ବା ଦୀର୍ଘକାଳୀନ ଔଷଧ ନେଉଥିଲେ ପରବର୍ତ୍ତୀ ସକାଳେ ଡ୍ରାଇଭ କରିବାକୁ ନିଷେଧ କରାଯାଏ । ଜୋଲପିଡେମ ପ୍ରତିକ୍ରିୟାକୁ ଫ୍ଲୁମାଜେନି (flumazenil) ଓଲଟେଇ ଦେଉଥିଲେ ମଧ୍ୟ ସାଧାରଣତଃ ସହାୟକ ଯତ୍ନରେ (supportive care) ଉପଶମ ହୋଇଯାଏ ।ଇମିଡାଜୋପାଇରିଡିନ (imidazopyridine) ଶ୍ରେଣୀର ଏହି ଜୋଲପିଡେମ ଓଷଧ ନନବେଞ୍ଜୋଡାଏଜେପିନ (nonbenzodiazepine) ଓ ହିପନୋଟିକ (hypnotic) ସମ୍ପର୍କୀୟ ଅଟେ । ଜୋଲପିଡେମ ଏକ ଟାଇପ ୧ ଗାବା ରିସେପ୍ଟର ଆଗୋନିସ୍ଟ (GABA receptor agonist) ଔଷଧ । ଏହା ଗାବା ରିସେପ୍ଟର (GABAA receptors) ସହିତ ଅନୁବନ୍ଧିତ ହୋଇ ଗାବା ପ୍ରଭାବକୁ ବୃଦ୍ଧି କରି କାର୍ଯ୍ୟକ୍ଷମ ହୁଏ । ଏହାର ହାଫ ଲାଇଫ (half-life) ୨-୩ ଘଣ୍ଟ । ଯକୃତ ସମସ୍ୟା (liver problems) ଥିଲେ ଏହି ପ୍ରଭାବ ଅଧିକ ହୁଏ ।ସନ୧୯୯୨ରେ ଜୋଲପିଡେମ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ସନ ୨୦୦୭ରୁ ଏହା ଏହା ଜେନେରିକ ଔଷଧ ନାମରେ (generic medication) ମିଳୁଛି । ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୨୦୧୭ରେ ଏହାର ମାସିକ ମୂଲ୍ୟ ପ୍ରାୟ ୮ ଆମେରିକୀୟ ଡଲାର ଓ ନିୟନ୍ତ୍ରିତ ନିର୍ଗମନ ଔଷଧର ମୂଲ୍ୟ ୬୬ ଆମେରିକୀୟ ଡଲାର । ଏହା କଣ୍ଟ୍ରୋଲଡ ସବସ୍ଟାନ୍ସ ଆକ୍ଟ ଅଫ ୧୯୭୦ର (Controlled Substances Act of 1970/ CSA) ସିଡ୍ୟୁଲ ୪ର (Schedule IV) ଅନ୍ତର୍ଭୁକ୍ତ ନିୟନ୍ତ୍ରିତ ପଦାର୍ଥ । ଯୁକ୍ତରାଷ୍ଟ୍ର ଆମେରିକାରେ ନିଦ୍ରା ସମସ୍ୟା ନିମନ୍ତେ ଏକ ସାଧାରଣ ପ୍ରେସକ୍ରିପସନ ଯାହା ବର୍ଷକୁ ୧୦ ନିୟୁତ ଦିଆଯାଏ ।
କଳିଙ୍ଗ ମଘା (ତାମିଲ: கலிங்க மாகன் / கலிங்க மாகோன் / காளிங்க மகன்) ଙ୍କୁ ମଧ୍ୟ ମଘା-ଆତତାୟୀ ଏବଂ କୁଳଙ୍କୟନ ସିଙ୍କାୟୀ ଅରିୟାନ ନାମରେ ମଧ୍ୟ ଜଣାଯାଏ । ସେ ମୁଖ୍ୟତଃ ଏକ ଦୁର୍ଦ୍ଧଷ ଆକ୍ରମଣକାରୀ ଭାବେ ଜଣାଶୁଣା । ସେ ଜାଫନା ରାଜ୍ୟର ପ୍ରତିଷ୍ଠାତା ଏବଂ ଆର୍ୟକାଭର୍ତ୍ତି ବଂଶର ପ୍ରଥମ ରାଜା ଥିଲେ । ସେଗରାଶସେକରା ହିସାବରେ ମାଲାଇ ଆର୍ୟକାଭର୍ତ୍ତି ବଂଶର ପ୍ରଥମ ରାଜା ଜାଫନା ଠାରୁ ଗଙ୍ଗବଂଶର କଳିଙ୍ଗ ପର୍ଯ୍ୟନ୍ତ ବ୍ୟାପ୍ତ ଥିଲା, ଯେଉଁମାନେକି ପଶ୍ଚିମ ଗଙ୍ଗ ବଂଶ ଏବଂ ଚୋଳ ବଂଶର ଉତ୍ତରାଧିକାରୀ ଥିଲେ । ମଘାଙ୍କର ପରିବାର ତାମିଲନାଡୁର ରାମନାଥପୁରମ ଶାସକମାନଙ୍କ ସହିତ ଜଡ଼ିତ ଥିଲେ, ଯେଉଁମାନେ ପରେ ପ୍ରସିଦ୍ଧ ଧାମ ରାମେଶ୍ୱରମ ମନ୍ଦିରର ରକ୍ଷଣା ବେକ୍ଷଣ ଏବଂ ବୁଝାସୁଝା କରୁଥିଲେ । ସେ ୧୨୧୫ ମସିହାରେ ପରାକ୍ରମ ପାଣ୍ଡିଆନ ଦ୍ଵିତୀୟଙ୍କୁ ଗାଦିଚ୍ୟୁତ କରିଥିଲେ । ତାଙ୍କର ଶାସନ କାଳରେ ତାଙ୍କର ଶକ୍ତିର ମୁକାବିଲା କରିନପାରି ସିଂହଳୀ ମାନେ ବର୍ତ୍ତମାନ ଶ୍ରୀଲଙ୍କାର ଦକ୍ଷିଣ ଏବଂ ପଶ୍ଚିମକୁ ପଳାୟନ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଣତିରିଶିଟି ରାଜ୍ୟ ଓ ସାତଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି ।.
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ବିଜ୍ଞାନର ଯେଉଁ ବିଭାଗରେ ଉଦ୍ଭିଦ ତଥା ସେମାନଙ୍କ ବିଶେଷତ୍ଵ ବିଷୟରେ ଅଧ୍ୟୟନ କରାଯାଏ ତାହାକୁ ଉଦ୍ଭିଦବିଜ୍ଞାନ କୁହାଯାଏ । ଏହି ବିଷୟକୁ ଅଧ୍ୟୟନ କରୁଥିବା ଲୋକଙ୍କୁ ଉଦ୍ଭିଦବି଼ଜ୍ଞାନୀ (Botanist) କୁହାଯାଏ । ଇଂରାଜୀରେ ଏହି ବିଷୟକୁ Botany (ଗ୍ରୀକ୍ ଶବ୍ଦ botanē ରୁ ଆନୀତ) କୁହାଯାଏ । ଉଦ୍ଭିଦବିଜ୍ଞାନୀ ମାନେ ସଧାରଣରେ ଦେଖାଯାଉଥିବା ଗଛ, ଲତାଙ୍କ ବ୍ୟତୀତ ଶୈବାଳ ଓ ଫିମ୍ପିଙ୍କୁ ମଧ୍ୟ ଅଧ୍ୟୟନ କରଯାଏ। ବର୍ତ୍ତମାନ ପର୍ଯ୍ୟନ୍ତ ୧,୦୬୪,୦୩୫ଟି ଉଦ୍ଭିଦ ପ୍ରଜାତି ଆବିଷ୍କାର କରାଯାଇଅଛି। ଏଥିମଧ୍ୟରୁ ୩୫୦,୬୯୯ଟି ପ୍ରଜାତିକୁ ଉଦ୍ଭିଦବିଜ୍ଞାନୀ ମାନେ ପ୍ରକୃତ ପ୍ରଜାତିର ମାନ୍ୟତା ଦେଇଛନ୍ତି।ଥିଓଫ୍ରାଷ୍ଟସ୍ (Theophrastus ) ଙ୍କୁ ଉଦ୍ଭିଦବିଜ୍ଞାନର ଜନକ ବୋଲି କୁହଯାଏ। କିନ୍ତୁ ଆଦିମ କାଳରୁ ଉଦ୍ଭିଦ ମାନଙ୍କୁ ଖାଦ୍ୟ, ଔଷଧ ଇତ୍ୟାଦିରେ ବ୍ୟବହାର କରାଯାଇ ଆସୁଥିଲା ଏବଂ ଅନେକ ପ୍ରାଚୀନ ସଭ୍ୟତାରେ ବିଭିନ୍ନ ଶ୍ରେଣୀ ଯଥା ଶସ୍ଯ, ଔଷଧ ଓ ବିଷାକ୍ତ - ଜାତିରେ ବିଭାକ୍ତ କରିଥିଲେ। ପ୍ରାଚୀନ ଇଉରୋପ ଉଦ୍ୟାନ ମାନଙ୍କରେ ଫୁଲଗଛ ମାନଙ୍କ ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣର ଆବଶ୍ୟକତା ପଡିଥିଲା। ବୈଜ୍ଞାନିକ ପଦ୍ଧତିରେ ଉଦ୍ଭିଦ ଶ୍ରେଣୀଭୁକ୍ତ କରିବା କାର୍ଯରୁ ଆଧୁନିକ ଉଦ୍ଭିଦବିଜ୍ଞାନର ଅୟମାରମ୍ଭ ହୋଇଥିଲା। କ୍ୟାରୋଲସ୍ ଲିନିୟସ୍ ଉଦ୍ଭିଦ ମାନଙ୍କା ବିଭ୍ଭିନାତା କୁ ଅଧ୍ୟୟନ କରି binomial nomenclature ପଦ୍ଧତି ସିଷ୍ଟେମାନଚୁରେ ନାମକ ପୁସ୍ତକରେ ବର୍ଣ୍ଣନା କରିଥିଲେ। ଏହା ଦ୍ୱାରା ଚିହ୍ନଟ, ବର୍ଗୀକରଣ ଏବଂ ନାମକରଣ ସହଜରେ କରାଯାଇପାରିଲା। ଚାର୍ଲସ୍ ଡାରୱିନ୍ ଉଦ୍ଭିଦ ବିବର୍ତ୍ତନ କୁ ଅଧ୍ୟୟନ କରିଥିଲେ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବାସ କରୁଥିବା ୬୨ ଶ୍ରେଣୀର ଆଦିବାସୀ ବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବାର ଲକ୍ଷ୍ୟ ନେଇ ପ୍ରତିବର୍ଷ ଭୁବନେଶ୍ଵରଠାରେ ଆଦିବାସୀ ମେଳା ଆୟୋଜନ କରାଯାଇଥାଏ । ଓଡ଼ିଶା ସରକାରଙ୍କ "ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ" ପୃଷ୍ଟପୋଷକତାରେ ଏହି ମେଳା ଭୁବନେଶ୍ଵରର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥାଏ । ଏହା ୨୬ ଜାନୁଆରୀ ସାଧାରଣତନ୍ତ୍ର ଦିବସରୁ ଆରମ୍ଭ ହୋଇ ୨ ସପ୍ତାହ ଧରି ଚାଲିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଚନ୍ଦ୍ରଗୁପ୍ତ ମୌର୍ଯ୍ୟ :(321 ଖ୍ରୀ: ପୂରୁ 298 ଖ୍ରୀ: ପୂ ); ଚନ୍ଦ୍ରଗୁପ୍ତ "ମୌର୍ଯ୍ୟ" ସାମ୍ରାଜ୍ୟର ପ୍ରତିଷ୍ଠାତା ଥିଲେ । ସେ ଏକ ସାଧାରଣ ପରିବାରରେ ଜନ୍ମଗଜନ୍ମଗ୍ରହଣ କରିଥିଲେ । ସେ କୌଟିଲ୍ୟ ଚାଣକ୍ୟଙ୍କର(ଅର୍ଥଶାସ୍ତ୍ରର ରଚୟୀତା) ଶିଷ୍ୟ ଥିଲେ ।ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ହିଁ ଦେଶର ପ୍ରଥମ ଶାସକ ଥିଲେ ଯିଏକି ସମ୍ପୂର୍ଣ ଭାରତକୁ ସର୍ବ ପ୍ରଥମେ ନିଜ ଅଧୀନକୁ ଆଣିଥିଲେ । ଐତିହାସିକ ମାନଙ୍କ ମତରେ ସେ ଜୈନଧର୍ମଲମ୍ବୀ ଥିଲେ । ସେ ତାଙ୍କର ଶାସନ ପଦ୍ଧତି ସବୁ ଶିଲଲେଖ ମାଧ୍ୟମରେ ଲେଖଉଥିଲେ , ଯାହାକି ଏଜି ମଧ୍ୟ ଦେଖିବାକୁ ମିଳେ ।ତାଙ୍କର ନାତି ଯିଏ କି ସମ୍ରାଟ ''ଅଶୋକ'' ନାମରେ ସାରା ବିଶ୍ଵରେ ପରିଚିତ ,ସେ ଏକ ଐତିହାସିକ ସ୍ତମ୍ବ ସ୍ଥାପନ କରିଥିଲେ ଏବଂ ସେ ଭାରତରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ଅନେକ ଉଲେଖନୀୟ କାର୍ଯ୍ୟ କରିଥିଲେ । ମହାନ ଗ୍ରୀକ ଦାର୍ଶନିକ ମେଘାସ୍ଥିନିସ ତାଙ୍କ ଦରବାରରେ ୪ ବର୍ଷ ଗ୍ରୀକ ପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ଗ୍ରୀକ ଓ ଲାଟିନରେ ଚନ୍ଦ୍ରଗୁପ୍ତ ''ସାନ୍ଦ୍ରୋକୋଟୋସ''ଏବଂ ''ଅଣ୍ଡ୍ରୋକୋଟୋସ'' ନାମରେ ମଧ୍ୟ ପରିଚିତ ।
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।