ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ସାଇକୋସିସ (ଇଂରାଜୀ ଭାଷାରେ Psychosis) ଏକ ମାନସିକ ରୋଗ ଯେଉଁଥିରେ ମନ (mind) ବାସ୍ତବିକତାକୁ ଜାଣିପାରେନି । ଏହି ରୋଗରେ ମିଥ୍ୟା ବିଶ୍ୱାସ (False beliefs), ଅନ୍ୟମାନେ ନ ଦେଖିବା ବା ନ ଶୁଣିବା କଥା ରୋଗୀ ଦେଖିବା ବା ଶୁଣିବା (seeing or hearing things that others do not see or hear) ଇତ୍ୟାଦି ଲକ୍ଷଣ ଦେଖାଯାଏ । ଅସଙ୍ଗତ ବାର୍ତ୍ତାଳାପ incoherent speech ଓ ବ୍ୟବହାର ଦେଖାଯାଏ । ଏହା ସହିତ ନିଦ୍ରା ଅଭାବ (sleep deprivation), ସାମାଜିକ ଦୂରତା ରଖିବା, social withdrawal, ପ୍ରେରଣା ଅଭାବ ଓ ଦୈନନ୍ଦିନ କାର୍ଯ୍ୟ କରିବା ଅକ୍ଷମତା ଦେଖାଯାଇପାରେ ।ସାଇକୋସିସ ରୋଗର ଅନେକ କାରଣ ଥାଇପାରେ । ଏହି କାରଣ ଗୁଡ଼ିକ ମାନସିକ ବେମାରୀ (Mental illness), (ସିଜୋଫ୍ରେନିଆ, ବାଇପୋଲାର ଡିଜଅଡର), ନିଦ୍ରା ଅଭାବ (sleep deprivation), କେତେକ ବେମାରୀ, କେତେକ ଔଷଧ (medications, ନିଶାଦ୍ରବ୍ୟ (alcohol ଓ cannabis) ଇତ୍ୟାଦି ହୋଇପାରେ । ପ୍ରସବ ପରେ ଏକ ପ୍ରକାର ପୋଷ୍ଟପାର୍ଟମ ସାଇକୋସିସ (postpartum psychosis) ମଧ୍ୟ ହୋଇପାରେ । ନିଉରୋଟ୍ରାନ୍ସମିଟର (neurotransmitter) ଡୋପାମିନର dopamine ଭୂମିକା ମଧ୍ୟ ଥାଇପାରେ । ଆକ୍ୟୁଟ ସାଇକୋସିସ ରୋଗ ମାନସିକ ରୋଗ ପରେ ହେଲେ ତାହାକୁ ପ୍ରାଇମେରୀ ଓ ଶାରୀରିକ ରୋଗ ପରେ ହେଲେ ସେକେଣ୍ଡାରୀ କୁହାଯାଏ । ଅନ୍ୟାନ୍ୟ ସମ୍ଭାବ୍ୟ ରୋଗର ଉପସ୍ଥିତି ଦୂର କରିବା ପରେ ଏହି ରୋଗ ନିର୍ଣ୍ଣୟ କରାଯାଏ । କେନ୍ଦ୍ରୀୟ ସ୍ନାୟୁ ମଣ୍ଡଳ (central nervous system ରୋଗ, ବିଭିନ୍ନ ଟକ୍ସିନ (ଉଦ୍ଭିଦ ବା ପ୍ରାଣୀଜ ବିଷ) ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସମସ୍ୟା ନିମନ୍ତେ ପରୀକ୍ଷା କରିବା ଆବଶ୍ୟକ ହୁଏ ।ଚିକିତ୍ସା ନିମନ୍ତେ ଆଣ୍ଟିସାଇକୋଟିକ (Antipsychotics), କାଉନସେଲିଙ୍ଗ (counselling), ସାମାଜିକ ସୁରକ୍ଷା (social support) ଆବଶ୍ୟକ ହୋଇପାରେ । ଆରମ୍ଭରୁ ଚିକିତ୍ସା କଲେ ଫଳାଫଲ ଉନ୍ନତ ହୁଏ । ଔଷଧ ଯୋଗୁ ମଧ୍ୟମ ଧରଣର ପ୍ରଭାବ ପଡ଼େ । Outcomes depend on the underlying cause.
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ତମାଳିକା କର୍ମାକର (ଜନ୍ମ: ୨ ଜୁଲାଇ ୧୯୭୦) ଜଣେ ବଙ୍ଗଳାଦେଶୀ ଅଭିନେତ୍ରୀ ଏବଂ ମଡେଲ, ଯିଏକି ମୁଖ୍ୟତଃ ବଙ୍ଗଳାଦେଶୀ କଥାଚିତ୍ର ଜଗତରେ ସକ୍ରିୟ ଭାବରେ ଅଭିନୟ କରନ୍ତି । ସେ ୧୯୯୨ ମସିହାରେ ବଙ୍ଗଳାଦେଶରେ ଅଭିନୟ କରିବା ଆରମ୍ଭ କରିଥିଲେ । ପ୍ରଥମେ ସେ ଜଣେ ମଞ୍ଚ ଅଭିନେତ୍ରୀ ଭାବରେ କାମ କରିବା ଆରମ୍ଭ କରିଥିଲେ ଏବଂ ପରେ ଦୂରଦର୍ଶନ ଓ କଥାଚିତ୍ର ଜଗତରେ ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ୧୯୯୬ ମସିହାର ଏଇ ଘର ଏଇ ସଂସାର, ୨୦୦୦ ମସିହାର କିଟ୍ଟୋଙ୍ଖୋଲା ଏବଂ ୨୦୧୨ ମସିହାର ଘେଟୁପୁତ୍ର ଭଳି କିଛି ପ୍ରସିଦ୍ଧ ବଙ୍ଗଳାଦେଶୀ ଚଳଚ୍ଚିତ୍ରରେ ସେ ଅଭିନୟ କରିଥିଲେ । ୨୦୦୦ ମସିହାରେ ତାଙ୍କ ଅଭିନୀତ କଥାଚିତ୍ର କିଟ୍ଟୋଙ୍ଖୋଲା ପାଇଁ ତାଙ୍କୁ ବଙ୍ଗଳାଦେଶର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ଜୁଲାଇ ୨୦୧୭ରେ ତମାଳିକା ରାରଙ୍ଗ ଥିଏଟର ଦଳର ୧୮୦ତମ ନାଟକରେ ଅଭିନେତା ଆରଣ୍ୟକ ନାଟ୍ଟଦୟାଲଙ୍କ ସହ ଅଭିନୟ କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ବୀରେନ ମିତ୍ର (୨୬ ନଭେମ୍ବର ୧୯୧୭–୨୫ ମଇ ୧୯୭୮), ଜଣେ ଓଡ଼ିଆ ରାଜନୈତିକ ନେତା ଓ ସମାଜ ସଂସ୍କାରକ ଥିଲେ । ସେ ୨ ଅକ୍ଟୋବର୧୯୬୩ ଠାରୁ ୨୧ ଫେବୃଆରୀ୧୯୬୫ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ସେ ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶା ବିଧାନ ସଭାକୁ କଟକ ସଦରରୁ କଂଗ୍ରେସ ପ୍ରାଥୀ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୩ ମସିହାରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଓ ୧୯୬୫ ମସିହାରେ ଇସ୍ତଫା ଦେଇଥିଲେ । ବୀରେନ, ୧୯୧୭ ମସିହାରେ କଟକର କାଠଗଡା ସାହିରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା "ବିପିନ ବିହାରୀ ମିତ୍ର" । ସେ କଟକର ପ୍ୟାରୀମୋହନ ଏକାଡେମୀ ଓ ରେଭେନ୍ସା ମହାବିଦ୍ୟାଳୟରୁ ଶିକ୍ଷାଗ୍ରହଣ କରିଥିଲେ । ସେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ "ଅଗଷ୍ଟ ବିପ୍ଳବ"ରେ ଅଂଶଗ୍ରହଣ କରିଥିଲେ । ହରେକୃଷ୍ଣ ମହତାବ ଥିଲେ ବୀରେନଙ୍କ ରାଜନୈତିକ ଗୁରୁ ଓ ସହକର୍ମୀ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଆଣ୍ଠୁ ସ୍ଥାନଚ୍ୟୁତି (ଇଂରାଜୀ ଭାଷାରେ knee dislocation) ଏକ ପ୍ରକାର ଗଣ୍ଠି ଆଘାତ (knee injury) ଯେଉଁଥିରେ ଟିବିଆ (tibia) ଓ ଫିମର (femur) ମଧ୍ୟରେ ଥିବା ଗଣ୍ଠି (joint) ସ୍ଥାନଚ୍ୟୁତ ହୋଇଥାଏ । ଏହି ଆଘାତ ହେଲେ ଆଣ୍ଠୁ ଯନ୍ତ୍ରଣା (Knee pain), ଆଣ୍ଠୁ ବିକଳାଙ୍ଗ ଆଦି ଲକ୍ଷଣ ଦେଖାଯାଏ ଓ ଆଣ୍ଠୁ ଅସନ୍ତୁଳିତ ଥାଏ । ଅଧିକ ଶକ୍ତ ଆଘାତ ହୋଇଥିଲେ ପପ୍ଲିଟିଆଲ ଧମନୀ ଆଘାତ (artery behind the knee), କମ୍ପାର୍ଟମେଣ୍ଟ ସିଣ୍ଡ୍ରୋମ ହୋଇପାରେ । ପ୍ରାୟ ଅଧା ସଂଖ୍ୟକ ଲୋକ ପ୍ରମୁଖ (major trauma) ଓ ବାକି ଅଧା ଲୋକ ସାମାନ୍ୟ କାରଣରୁ ଏହି ଆଣ୍ଠୁ ସ୍ଥାନଚ୍ୟୁତି ଭୋଗ କରନ୍ତି । ପ୍ରାୟ ଅଧା ସଂଖ୍ୟକ କେଶ୍ରେ ଡାକ୍ତରଖାନାକୁ ଯିବା ପୂର୍ବରୁ ଆପେ ଆପେ ପୁନଃସ୍ଥାପନ ହୋଇଯାଏ । ଏଥିରେ ଆଣ୍ଟିରିଅର କ୍ରୁସିଏଟ ଲିଗାମେଣ୍ଟ (anterior cruciate ligament), ପୋଷ୍ଟିରିଅର କ୍ରୁସିଏଟ ଲିଗାମେଣ୍ଟ (posterior cruciate ligament), ମିଡିଆଲ (medial collateral ligament) ବା ଲାଟରାଲ କୋଲାଟରାଲ ଲିଗାମେଣ୍ଟ (lateral collateral ligament) ଛିଣ୍ଡିଯାଇଥାଏ । ଆଙ୍କଲ-ବ୍ରାକିଆଲ ପ୍ରେସର ଇଣ୍ଡେକ୍ସ (ankle-brachial pressure index) ୦.୯ରୁ କମ୍ ଥାଏ ତେବେ ରକ୍ତନଳୀ ଆଘାତ ଚିହ୍ନଟ କରିବା ନିମନ୍ତେ ସିଟି ଆଞ୍ଜିଓଗ୍ରାଫି (CT angiography) କରିବାକୁ ସୁପାରିସ କରାଯାଏ । ଅନ୍ୟଥା ବାରମ୍ବାର ଶାରୀରିକ ପରୀକ୍ଷା କଲେ (physical exams) ଯଥେଷ୍ଟ ହୋଇପାରେ । ସ୍ଥାନଚ୍ୟୁତ ଗଣ୍ଠି ଥିଲେ ପୁନଃସ୍ଥାପନ (Reduction) କରି ସ୍ପିଣ୍ଟ (splinting) ଦିଆଯାଏ; ଓ ଏହା ସିଡେସନ (procedural sedation) ଦେଇ କରାଯାଏ । ଧମନୀ କ୍ଷତିଗ୍ରସ୍ତ ହୋଇଥିଲେ ସଙ୍ଗେ ସଙ୍ଗେ ଅପରେଶନ କରାଯାଏ । ଏକାଧିକ ଅପରେଶନ ଆବଶ୍ୟକ ହୋଇପାରେ । ପ୍ରାୟ ୧୦% କେଶ୍ରେ ବିଚ୍ଛେଦନ ବା ଆମ୍ପୁଟେସନ (amputation) ଆବଶ୍ୟକ ହୁଏ ।ବର୍ଷକୁ ଏକ ଲକ୍ଷ ଲୋକରେ ଜଣକର ଆଣ୍ଠୁ ସ୍ଥାନଚ୍ୟୁତି ହୁଏ । ମହିଳାଙ୍କ ଅପେକ୍ଷା ପୁରୁଷମାନଙ୍କର ଅଧିକ ହୁଏ । ଅଳ୍ପ ବୟସ୍କ ଯୁବକମାନେ ଅଧିକ ଆକ୍ରାନ୍ତ ହୁଅନ୍ତି । ଖ୍ରୀ:ପୂ: ୨୦ରେ ମେଗେସ ଅଫ ସିଡନ (Meges of Sidon) ଏହାର ବର୍ଣ୍ଣନା କରିଥିଲେ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ଵୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ଵର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ଵାଦଶ ଦିନରେ ସରି ମୁଖ୍ୟ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ପ୍ରକୃତରେ ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ଵର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ଵର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ଵର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ଵର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭାରତର ସ୍ଵାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି ।
ବିଜୟ ରାଜବଂଶକୁ ମଧ୍ୟ ମହା-ବଂଶ ଭବରେ ଜଣାଯାଇଥାଏ । ଗଛିତ ତଥ୍ୟାନୁସାରେ ଏହି ବଂଶ ହେଉଛି ପ୍ରଥମ ସିଂହଳୀ ରାଜକୀୟ ପରିବାର ଯାହାକି ସେଲିୟନ ବା ବର୍ତ୍ତମାନର ଶ୍ରୀଲଙ୍କା ଦ୍ୱୀପରେ ଶାସନ କରିଥିଲେ । ସିଂହଳୀ କିମ୍ବଦନ୍ତୀ ଅନୁଯାଇ ଯୁବରାଜ ବିଜୟ ହେଉଛନ୍ତି ଶ୍ରୀଲଙ୍କାର ପ୍ରଥମ ରାଜା । ସେ ତମ୍ବାପାନ୍ନି ରାଜ୍ୟର ପ୍ରତିଷ୍ଠାତା ଥିଲେ । ପରେ ସେ ଉପତିସ୍ସା ନୁବାରା ରାଜ୍ୟ ଏବଂ ଅନୁରାଧାପୁର ରାଜ୍ୟ ମଧ୍ୟ ପ୍ରତିଷ୍ଠା କରିଥିଲେ ।ବିଜୟଙ୍କର ବଂଶର ୩୭ ଜଣ ରାଜା ଦୀର୍ଘ ୬୦୯ ବର୍ଷ କାଳ ଦ୍ୱୀପଟିରେ ଶାସନ କରିଥିଲେ । ଏହି ଶାସନ ଧାରା ଲମ୍ବକନ୍ନ ବଂଶର ବାସଭ ରାଜାଙ୍କର ଖ୍ରୀଷ୍ଟାବ୍ଦ ୬୬ ମସିହାରେ କ୍ଷମତା ଅକ୍ତିଆର ଯୋଗୁଁ ସମାପ୍ତ ହୋଇଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅନ୍ନପୂର୍ଣ୍ଣା ମହାରଣା (୧୯୧୭-୨୦୧୨) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ ଥିଲେ । ସେ ୧୯୧୭ ମସିହା ନଭେମ୍ବର ୩ ତାରିଖରେ କଟକର ବାଖରାବାଦଠାରେ ଜନ୍ମଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ବାପା ଗୋପବନ୍ଧୁ ଚୌଧୁରୀ ଓ ମା' ରମାଦେବୀ ଚୌଧୁରୀଙ୍କ ସଂଗ୍ରାମମୟ ଜୀବନର ଛିଟାପଡିଥିଲା ତାଙ୍କ ଉପରେ । ତାଙ୍କର ଶ୍ରଦ୍ଧାନାମ ଥିଲା "ଚୁନୁ" । ତେଣୁ ପରବର୍ତ୍ତୀ ସମୟରେ ସେ "ଚୁନୁଅପା" ନାମରେ ବେଶୀ ପରିଚିତ ହେଲେ । ଗୋପବନ୍ଧୁଙ୍କ ସପରିବାର ଗାନ୍ଧୀ-ନୀତି ଗ୍ରହଣ କରିଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଉପରେ ପିଲାଦିନରୁ ଏହାର ପ୍ରଭାବ ପଡ଼ିଥିଲା ଓ ଏହି ଆଦର୍ଶରେ ସେ ଆଜୀବନ ବଞ୍ଚିଥିଲେ । ଗୋପବନ୍ଧୁ ନିଜର ସନ୍ତାନଙ୍କୁ ସରକାରୀ ସ୍କୁଲରେ ପଢାଇବାକୁ ଇଚ୍ଛୁକ ନଥିବାରୁ, ଅନ୍ନପୂର୍ଣ୍ଣାଙ୍କ ଶିକ୍ଷା ଘର ମଧ୍ୟରେ ହୋଇଥିଲା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲି କୁକୁର, ଭାରତୀୟ ଜଙ୍ଗଲି କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସୁନ୍ଦରଗଡ଼ର ସଲମାନ୍ ଖାନ୍, ୨୦୧୮ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ରଜ ସମୟରେ ମୁକ୍ତିଲାଭ କରିଥିଲା । ତରଙ୍ଗ ସିନେ ପ୍ରଡକ୍ସନ ନିର୍ମାଣ କରିଥିଲା ଏହି କଥାଚିତ୍ରଟି । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଏବଂ ନବାଗତା ଅଭିନେତ୍ରୀ ଦିବ୍ୟା ମହାନ୍ତି । ଅଭିନେତ୍ରୀ ଦିବ୍ୟା ପୂର୍ବରୁ ତରଙ୍ଗ ଟିଭିରେ ଜୟ ମା ଲକ୍ଷ୍ମୀ ଧାରାବାହିକରେ ମାଆ ଲକ୍ଷ୍ମୀଙ୍କ ଭୂମିରେ ଅଭିନୟ କରିଥିଲେ ଏବଂ ପରେ ଦକ୍ଷିଣ ଭାରତୀୟ କଥାଚିତ୍ର ଓ ଧାରାବାହିକରେ ଅଭିନୟ କରିଥିଲେ । ବବି ମିଶ୍ର, ପପୁ ପମ ପମ, ମିହିର ଦାସ, ଉଷସୀ ମିଶ୍ର ସାତ୍ୱକୀ ମିଶ୍ର, ପୁଷ୍ପା ପଣ୍ଡା, କାଳିଆ, ତ୍ରିଭୁବନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିକୁ ସେନ୍ସର୍ ବୋର୍ଡ଼ ତରଫରୁ 'ୟୁ' ମାନ୍ୟତା ପ୍ରଦାନ କରାଯାଇଥିଲା ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ପଦ୍ମପୁରାଣର ପ୍ରାଚୀ ମାହାତ୍ମ୍ୟରେ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରାଯାଇଛି I ସେହି ଅର୍କ ତୀର୍ଥ ପରବର୍ତ୍ତୀ କାଳରେ ‘ ଚନ୍ଦ୍ରଭାଗା ତୀର୍ଥ ’ ନାମରେ ପ୍ରସିଦ୍ଧ ହୋଇଛି I ସ୍ୱର୍ଗର ପୁଣ୍ୟତୋୟା ସରସ୍ୱତୀ ମର୍ତ୍ତ୍ୟଲୋକରେ ପ୍ରାଚୀ ନାମରେ ପ୍ରବାହିତ ହୋଇଥିଲେ I ତା’ପରେ ଏହା ଚିତ୍ରୋତ୍ପଳା, କାଦୁଆ ଓ ଶେଷରେ ଚନ୍ଦ୍ରଭାଗା ନାମରେ କୋଣାର୍କ ନିକଟରେ ସମୁଦ୍ରରେ ପଡ଼ିଥିଲା I ଶାମ୍ବ ଏହି ଚନ୍ଦ୍ରଭାଗା ନଦୀକୂଳରେ ସୂର୍ଯ୍ୟ ଉପାସନା କରି କୁଷ୍ଠରୋଗରୁ ମୁକ୍ତିଲାଭ କରିଥିଲେ I ଏହି ଚନ୍ଦ୍ରଭାଗା ନଦୀରେ ସ୍ନାନ କରୁଥିବା ସମୟରେ ଶାମ୍ବ ସୂର୍ଯ୍ୟଙ୍କର ମଣିବିଗ୍ରହ ପାଇଥିଲେ ଏବଂ ସ୍ୱୟଂ ସୂର୍ଯ୍ୟଦେବ ତାଙ୍କର ସେହି ମୂର୍ତ୍ତିକୁ ଚନ୍ଦ୍ରଭାଗା ନଦୀ ତୀରରେ ମନ୍ଦିର ନିର୍ମାଣ ପାଇଁ ଶାମ୍ବଙ୍କୁ ନିର୍ଦ୍ଦେଶ ଦେଇଥିଲେ I ତେଣୁ ପ୍ରାଚୀନ କାଳରୁ ଚନ୍ଦ୍ରଭାଗା ଏକ ପୂଣ୍ୟତୀର୍ଥ ରୂପେ ଖ୍ୟାତି ଅର୍ଜନ କରିଆସିଛି I ସାରଳା ଦାସଙ୍କ ମହାଭାରତର ବନ ପର୍ବରେ ଅର୍କକ୍ଷେତ୍ର ବିଷୟରେ ଉଲ୍ଲେଖ ଅଛି ଯେ ମକର ମାସ ଅର୍ଥାତ ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ‘ ଅର୍କ ’ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହିତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୁଏ I ତେଣୁ ‘ କୋଣାର୍କ ’ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛନ୍ତି I ତେଣୁ ଏହିଦିନରେ ସୂର୍ଯ୍ୟପୂଜା କରାଯାଏ I ପଦ୍ମ ପୁରାଣରେ ପ୍ରାଚୀ ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି ଯେ ସୂର୍ଯ୍ୟଦେବ ନିଜର ପାପ ମୋଚନ ନିମନ୍ତେ ଅର୍କତୀର୍ଥରେ ତପସ୍ୟା କରି ମୁକ୍ତିଲାଭ କରିଥିଲେ I ମହାଦେବ ମଧ୍ୟ ଏଠାରେ ତପସ୍ୟା କରି ବ୍ରହ୍ମାଶିର ଛେଦନ ଜନିତ ପାପରୁ ମୁକ୍ତି ପାଇଥିଲେ I ସୂର୍ଯ୍ୟଦେବ ଶିବଙ୍କୁ ଅର୍କ ତୀର୍ଥର ମାହାତ୍ମ୍ୟ ବର୍ଣ୍ଣନା କରି କହିଛନ୍ତି -
ଭାରତ, ଜମ୍ବୁଦ୍ଵୀପର ଦକ୍ଷିଣ ଭାଗର ଭୌଗଳିକ ନାମ, ଯାହା ହିମାଳୟ ପର୍ବତମାଳାର ଦକ୍ଷିଣରୁ ସାଗର ପର୍ଯ୍ୟନ୍ତ ବିସ୍ତୃତ। ବର୍ତ୍ତମାନ ଭାରତରେ ଛଅଟି ରାଜନୈତିକ କ୍ଷେତ୍ର ବା ରାଜ୍ୟ ଅଛନ୍ତି, ଯଥା- ଭାରତୀୟ ଗଣରାଜ୍ୟ, ସମର୍ପଣବାଦୀ ଉପଗଣସ୍ଥାନୀ ଗଣରାଜ୍ୟ, ସମର୍ପଣବାଦୀ ପାକିସ୍ଥାନୀ ଗଣରାଜ୍ୟ, ଲୋକତାନ୍ତ୍ରୀକ ବଙ୍ଗଳାଦେଶୀ ଗଣରାଜ୍ୟ, ପ୍ରଜାତାନ୍ତ୍ରୀକ ନେପାଳୀ ସଂଘୀୟ ଗଣରାଜ୍ୟ, ଭୂଟାନୀ ସାମ୍ରାଜ୍ୟ। ଭାରତ ଦକ୍ଷିଣରେ ରତ୍ନାକର ସାଗର, ସିଂହଳ ଦ୍ଵୀପ ରାଷ୍ଟ୍ର ଓ ମାଳଦ୍ୱୀପ ଦ୍ୱୀପରାଷ୍ଟ୍ର, ପୂର୍ବରେ ମହୋଦଧି ଓ ବ୍ରହ୍ମଦେଶ, ଉତ୍ତର ଓ ଅଗ୍ନି କୋଣରେ ଚୀନ ଓ ହିମାଳୟ ପର୍ବତମାଳା, ପଶ୍ଚିମ ଓ ବାୟୁ କୋଣରେ ହୁଣ-କୁଶାଣ ଭୂମି ଓ ପାରସ୍ୟ ଏବଂ ସିନ୍ଧୁ ସାଗର ଦ୍ୱାରା ଆବଦ୍ଧ।
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପରଜା ଭାରତୀୟ ଉପନ୍ୟାସ ସାହିତ୍ୟରେ ଏକ ଅଭିଜାତ ଅଭିବ୍ୟକ୍ତି । ଏହା ବିଭିନ୍ନ ଭାରତୀୟ ଭାଷାରେ ତଥା ଇଂରାଜୀରେ ମଧ୍ୟ ଅନୁବାଦିତ ହୋଇସରିଛି । ଇଂରାଜୀରେ ଏହାର ଅନୁବାଦ କରିଥିଲେ ପ୍ରଫେସର ବିକ୍ରମ ଦାସ । ନିରୁତା ଓଡ଼ିଆ ଭାଷାରେ ଲେଖାଯାଇଥିବାରୁ ଅନୁବାଦକମାନଙ୍କୁ ଏଥିପାଇଁ ବହୁ ଶ୍ରମ ସ୍ଵୀକାର କରିବାକୁ ପଡ଼ିଥିଲା । ଏହାର ପ୍ରଥମ ପ୍ରକାଶ ସମୟରେ ଲେଖକ ଗୋପୀନାଥ ମହାନ୍ତି ଯୁବକ ଥିଲେ । ବହିଟିର ପ୍ରକାଶକ ଲେଖିଥିଲେ "ଉପନ୍ୟାସ ଭିତରକୁ ଭେଦିଗଲେ ଲାଗେ ସତେଯେପରି ତରୁଣ କବି ଗୋପୀନାଥଙ୍କ ଆଗ୍ନେୟ ଅନୁଭବର ଅନୁପମ ଆଲେଖ୍ୟ ।"ପରଜାର ମୁଖ୍ୟ ବିଭାବ ହେଲା ବାସ୍ତବବାଦୀ ଉପନ୍ୟାସ । ବିଂଶ ଶତାବ୍ଦୀର ମଧ୍ୟଭାଗରେ ଏହିପରି ଉପନ୍ୟାସର ଚାହିଦା ଫ୍ରାନସ ତଥା ୟୁରୋପର ଅନ୍ୟାନ୍ୟ ପ୍ରାନ୍ତରେ ବହୁତ ପରିଲକ୍ଷିତ ହେଉଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ବାସ ଥାଏ ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ଵର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ବନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ଵର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତା ଠାରୁ ରହିଛି ଅନେକ ଆଗରେ । ବିଶ୍ଵର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ଵର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।
ତିବ୍ବତୀ ବୌଦ୍ଧ ଧର୍ମ ବୌଦ୍ଧ ଧର୍ମୀର ମହାଜ୍ଞାନ ଶାଖାର ଏକ ଉପଶାଖା ଅଟେ ଯାହା ତିବ୍ବତ, ମଙ୍ଗୋଲିୟ, ଭୁଟାନ, ଉତ୍ତର ନେପାଳର ଲଦାଖ, ଅରୁଣାଚଳ ପ୍ରଦେଶ ଏବଂ ସିକିମ କ୍ଷେତ୍ର, ଋଷର କାଲାମିକିୟା, ତୁବା ଏବଂ ପୂର୍ବତରୀ ଚୀନରେ ପ୍ରଚଳିତ ଅଟେ । ତିବ୍ବତୀ ଭାଷା ଏହି ସମ୍ପ୍ରଦାୟର ଧାର୍ମିକ ଭାଷା ଅଟେ ଏବଂ ଏହାର ଅଧିକତର ଧର୍ମଗ୍ରନ୍ଥ ତିବ୍ବତୀ ଓ ସଂସ୍କୃତରେ ହିଁ ଲେଖା ହୋଇଛି । ବର୍ତ୍ତମାନ କାଳରେ ୧୪ବିଂ "ଦଳାଇ ଲାମା" ଏହାର ସବୁଠାରୁ ବଡ ଧାର୍ମିକ ନେତା ଅଟନ୍ତି ।
କାଶ: ( ଉଚ୍ଚାରଣ ଲାଟିନ ଭାଷାରେ ଟସିସ୍: tussis) ଏହା ଏକ ପୁନଃ ପୁନଃ ହେଉଥିବା ରିଫ୍ଲେକ୍ସ (Reflex) ଯାହା ଶ୍ଵାସ ନଳୀରେ ଥିବା ସ୍ରାବ, ବହିସ୍ଥ କଣିକା, ଉତ୍ତେଜକ ପଦାର୍ଥ ଓ [[]]ଜୀବାଣୁ ଇତ୍ୟାଦିଙ୍କୁ ବାହାର କରିବାରେ ସହାଯ୍ୟ କରେ । ଏହା ଏକ ତିନି ଥାକିଆ ପ୍ରଣାଳୀ: ପ୍ରଥମେ ପ୍ରଶ୍ଵାସ ନିଆଯାଏ (Inhalation), ତା ପରେ ଗ୍ଲଟିସ (Glottis) ବନ୍ଦଥାଇ ଚାପଯୁକ୍ତ ନିଶ୍ଵାସ ଛଡ଼ାଯାଏ ଓ ଗ୍ଲଟିସ ଖୋଲିବା ସହ ପ୍ରବଳ ବେଗରେ ସ୍ଵତନ୍ତ୍ର ଶବ୍ଦ ସହ ବାୟୁ ନିର୍ଗତ କରାଯାଏ । କାଶ ଇଚ୍ଛାକୃତ ବା ଅନିଚ୍ଛାକୃତ ହୋଇପାରେ । ବାରମ୍ଵାର କାଶିବାକୁ ଏକ ରୋଗର ଲକ୍ଷଣ ରୁପେ ବିବେଚନା କରାଯାଏ । ଅନେକ ଜୀବାଣୁ ଓ ଭୁତାଣୁ କାଶଦ୍ଵାରା ରୋଗ ବ୍ୟାପିବାରେ ସାହାଯ୍ୟ କରନ୍ତି ଓ ଅନ୍ୟ ସୁସ୍ଥ ଲୋକ ସଂକ୍ରମିତ ହୁଅନ୍ତି । ଅଧିକାଂଶ ସମୟରେ ଶ୍ଵାସନଳୀ ସଂକ୍ରମଣଦ୍ଵାରା କାଶ ହୁଏ କିନ୍ତୁ ଧୁଆଁ, ବାୟୁ ଅପମିଶ୍ରଣ, ଆଜ୍ମା, କ୍ରନିକ ବ୍ରୋଙ୍କାଇଟିସ୍, ଫୁସ୍ଫୁସ୍ ଅର୍ବୁଦ (Tumour), ହୃଦ୍ଘାତ, ଗ୍ୟାସ୍ଟ୍ରୋଏସୋଫେଜିଆଲ୍ ରିଫ୍ଲକ୍ସ ରୋଗ ( gastroesophageal reflux disease) ଓ ଏ.ସି.ଇ.
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.