ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବିଶ୍ଵ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ମାୟାଧର ମାନସିଂହ (୧୯୦୫-୧୯୭୩) ପୁରୀ ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ପୁରୁଷ ହକି ବିଶ୍ୱକପର ୧୪ତମ ସଂସ୍କରଣ ଭୁବନେଶ୍ୱରରେ ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଟିତ ହେଉଛି । ଏହି ପ୍ରତିଯୋଗିତା ୨୮ ନଭେମ୍ବରରୁ ୧୬ ଡିସେମ୍ବର ୨୦୧୮ ପର୍ଯ୍ୟନ୍ତ ଚାଲିବ । ଏହାର ଉଦଘାଟନ ଉତ୍ସବ ୨୭ ନଭେମ୍ବରରେ ଜାକ ଯମକର ସହ ସମାପ୍ତ ହୋଇଛି । ଉଦଘାଟନୀ ଉତ୍ସବରେ ଶାହରୁଖ ଖାନ, ମାଧୁରୀ ଦୀକ୍ଷିତ ଏବଂ ଏ.ଆର ରହମାନ ଯୋଗ ଦେଇଥିଲେ । ଏଥି ସହ ଭାରତର ସବୁଠାରୁ ବଡ଼ ଡ୍ରୋଣ ଉଡାଣ ପ୍ରଦର୍ଶିତ ହୋଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଅଖିଳ ମୋହନ ପଟ୍ଟନାୟକ ଜଣେ ଜଣାଶୁଣା ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ କୁହାଯାଏ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ଵରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ଵର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ୍ ପ୍ରଥମ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଲକ୍ଷ୍ମଣ ନାୟକ (୨୨ ନଭେମ୍ବର ୧୮୯୯ - ୨୯ ମାର୍ଚ୍ଚ ୧୯୪୩) ଓଡ଼ିଶାର ଜଣେ ଅଗ୍ରଣି ସ୍ଵାଧୀନତା ସଂଗ୍ରାମୀ । ଆଦିବାସୀ ପାଇଁ ସେ ମାଲକାନାଗିରିର ଗାନ୍ଧି ଭାବେ ପ୍ରସିଦ୍ଧ ଥିଲେ । ଲକ୍ଷ୍ମଣ ନାୟକ ୧୮୯୯ ମସିହା ନଭେମ୍ବର ୨୨ ତାରିଖରେ କୋରାପୁଟ ଜିଲ୍ଲା (ବର୍ତ୍ତମାନର ମାଲକାନଗିରି ଜିଲ୍ଲା)ର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଲକ୍ଷ୍ମଣ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ଓ ସାନଭାଇ ଧନ ଭୁମିୟା । ତାଙ୍କ ପିତା ପଦଲମ ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ଜୀବିକା । ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦ ) ମୁସ୍ତାଦାର ବା ନାୟକ ପଦର ନିୟୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା,ବେଜୁଣୀଗୁଡା,ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବିହତ ସହସ୍ରର୍ଦ୍ଧୀ ଧରି ଭାରତୀୟ ମହିଳା ମାନଙ୍କ ସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତନ ଘଟିଛି । ସେମାନଙ୍କ ଜୀବନ ଧାରଣ ଶୈଳୀ , ସ୍ଵାଧୀନତା , ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପାଟଣା ଘଟିଛି । . ଅତି ପ୍ରାଚୀନ କାଳରୁ ମାଧ୍ୟମ କାଳ ମଧ୍ୟରେ ତାଙ୍କର ସ୍ଥିତି ଦ୍ରୁତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାର , ଯାହା ପୁରୁଷ ମାନେ ପାଉଥିଲେ , ସେଥିରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂଶର ବଶତା ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ମାଧ୍ୟମ କାଳରେ ( ବ୍ରିଟିଶ ଶାସନ ସମୟରୁ ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁ-ସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳା ମାନେ ରାଷ୍ଟ୍ରପତି , ପ୍ରଧାନ ମନ୍ତ୍ରୀ , ଲୋକ ସଭାର ବାଚସ୍ପତି , କେନ୍ଦ୍ର ମନ୍ତ୍ରୀ , ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ , ରାଜ୍ୟପାଳ , ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର , ଯଥା କ୍ରିଡା , ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ଵାଧୀନ ଭରତର ସମ୍ବିଧାନରେ ମହିଳା ମାନଙ୍କ ଅଧିକାରକୁ ପୁରୁଷ ମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି ।ମହିଳା ମାନଙ୍କ ପୂର୍ଣା ସ୍ଵାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ଵାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦ୍ରୁଷ୍ଟି ଦିଆ ଯାଇଛି । .ଏପରି ଏକ ସମୟ ଥିଲା ଯେ 2011 ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି ( ଶ୍ରୀମତୀ ପ୍ରତିଭା ପାଟିଲ ) , ଲୋକ ସଭାର ବାଚସ୍ପତି ( ମୀରା କୁମାର ) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳା ମାନେ ରହିଥିଲେ । ଏହା ସତ୍ବେ ଭାରତରେ ମହିଳା ମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳତ୍କାର , ଏସିଡ ଫିଙ୍ଗା , ଯୌତୁକ ଜନିତ ହତ୍ୟା , ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି ।. ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶ ଠାରୁ ଭରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା ।.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ୱାରଫାରିନ (ଇଂରାଜୀ ଭାଷାରେ Warfarin, ବିକ୍ରୟ ନାମ କୁମାଡିନ) ଏକ ଔଷଧ ଯାହା ଏକ ରକ୍ତ ଜମାଟ ବିରୋଧୀ (anticoagulant ବା blood thinner) । ରକ୍ତ ଜମାଟ (blood clots) ବାନ୍ଧୁଥିବା ରୋଗମାନଙ୍କରେ ଏହା ବ୍ୟବହାର କରାଯାଏ ଯେପରିକି ଡିପ ଭେନ ଥ୍ରୋମ୍ବୋସିସ (deep vein thrombosis), ପଲମୋନାରି ଏମ୍ବୋଲିଜ୍ମ (pulmonary embolism) ଓ ଆଟ୍ରିଆଲ ଫିବ୍ରିଲେସନ (atrial fibrillation), ଭାଲଭୁଲାର ହାର୍ଟ ଡିଜିଜ (valvular heart disease) ବା ଆର୍ଟିଫିସିଆଲ ହାର୍ଟ ଭଲ୍ଭ (artificial heart valves) ରୋଗମାନଙ୍କରେ ସମ୍ଭାବିତ ସ୍ଟ୍ରୋକ୍ର (stroke) ପ୍ରତିଷେଧ ନିମନ୍ତେ ଦିଆଯାଏ । ଅସାଧାରଣ ଭାବରେ ଏସଟି-ସେଗମେଣ୍ଟ ଏଲିଭେସନ ମାୟୋକାର୍ଡ଼ିଆଲ ଇନଫାରକ୍ସନ (ST-segment elevation myocardial infarction ବା STEMI) ଓ ଅର୍ଥୋପେଡିକ ଅପରେଶନରେ (orthopedic surgery) ବ୍ୟବହାର କରାଯାଏ । ଏହି ଔଷଧ ପାଟିରେ ଦେଲେ ମଧ୍ୟ ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein|) ଆକାରରେ ଦିଆଯାଇପାରେ ।ଏଥିରେ ସାଧାରଣତଃ ରକ୍ତସ୍ରାବ bleeding ହୁଏ । କେତେକ କ୍ଷେତ୍ରରେ ତନ୍ତୁ କ୍ଷୟ (tissue damage) ଓ ପର୍ପ୍ଲ ଟୋଜ ସିଣ୍ଡ୍ରୋମ (purple toes syndrome) ହୋଇପାରେ । ଗର୍ଭାବସ୍ଥାରେ ଏହା ଦିଆଯାଏନାହିଁ । ୱାରଫାରିନ ପାଉଥିବା ରୋଗୀର ପ୍ରୋଥ୍ରୋମ୍ବିନ ଟାଇମ (prothrombin time ବା INR) ପ୍ରତ୍ୟେକ ୧ରୁ ୪ ସପ୍ତାହରେ ପରୀକ୍ଷା କରିବା ଆବଶ୍ୟକ । ୱାରଫାରିନ ସହିତ କେତେକ ଖାଦ୍ୟ (dietary factors) ଓ ଔଷଧ ପ୍ରତିକ୍ରିୟା କରି ତାହାର ପ୍ରଭାବକୁ କମ୍ ବା ବେଶି କରନ୍ତି । ଫାଇଟୋନାଡିଅନ (phytonadione ବା vitamin K1), ଫ୍ରେସ ଫ୍ରୋଜନ ପ୍ଲାଜ୍ମା (fresh frozen plasma) ବା ପ୍ରୋଥ୍ରୋମ୍ବିନ କମ୍ପ୍ଲେକ୍ସ କନସେଣ୍ଟ୍ରେଟ ଆଦି ଔଷଧମାନଙ୍କଦ୍ୱାରା ଏହାର ପ୍ରଭାବକୁ ବିପରୀତମୁଖି କରିହୁଏ ।ରକ୍ତ ଜମାଟ କରିବା କାର୍ଯ୍ୟବିଧିକୁ ୱାରଫାରିନ କମେଇଦିଏ ଓ ଏହା ଏକ ଏଞ୍ଜାଇମ (enzyme) ଭିଟାମିନ କେ ଇପୋକ୍ସାଇଡ ରିଡକ୍ଟେଜକୁ (vitamin K epoxide reductase) ଅବରୋଧ କରିବାଦ୍ୱାରା ରକ୍ତ ଜମାଟ (blood clotting) କମେଇଦିଏ କାରଣ ଏହା ଭିଟାମିନ କେ୧କୁ ରିଆକ୍ଟିଭେଟ କରେ । ଭିଟାମିନ କେ୧ ବିନା ଅନ୍ୟାନ୍ୟ ଫ୍ୟାକ୍ଟର ଯେପରିକି ୨, ୭, ୯ ଓ ୧୦ ଫ୍ୟାକ୍ଟରମାନଙ୍କର ଯଥେଷ୍ଟ ଜମାଟ କରିବା ଶକ୍ତି ନଥାଏ । ଆଣ୍ଟିକ୍ଲଟିଙ୍ଗ ପ୍ରୋଟିନ ସି (protein C) ଓ ପ୍ରୋଟିନ ଏସ (protein S) ମଧ୍ୟ ଅଳ୍ପ ମାତ୍ରାରେ ଅବରୋଧ ହୋଇଯାଏ । ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ ହେବାକୁ କିଛି ଦିନ ଲାଗିପାରେ ଓ ୫ ଦିନ ପର୍ଯ୍ୟନ୍ତ ଏହାର ପ୍ରଭାବ ରହେ । ସନ ୧୯୪୮ରେ ୱାରଫାରିନ ପ୍ରଥମେ ବ୍ୟବସାୟୀକ ଭିତ୍ତିରେ ମୂଷାମାରୀ (rat poison) ଭାବରେ ବ୍ୟବହାର କରାଗଲା । ସନ ୧୯୫୪ରେ ଚିକିତ୍ସା କ୍ଷେତ୍ରରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ବ୍ୟବହାର କରାଗଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ମାସର ଚିକିତ୍ସା ଖର୍ଚ୍ଚ ୧.୧୨ରୁ ୭.୨୦ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଔଷଧର ଏକ ମାସ ଡୋଜର କ୍ରୟ ମୂଲ୍ୟ ୨୫ ଡଲାରରୁ କମ୍ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଚାନ୍ସ ଫ୍ରାକଚର ଏକ ପ୍ରକାର ମେରୁଦଣ୍ଡ (spine) ଅସ୍ଥିଭଗ୍ନକୁ ବୁଝାଏ ଯାହା ଅତ୍ୟଧିକ ଫ୍ଲେକ୍ସନ (ସାମନା ଦିଗକୁ ବାଙ୍କିବା) (flexion) ଯୋଗୁ ହୋଇଥାଏ । ଲକ୍ଷଣ ମଧ୍ୟରେ ଉଦର ଚର୍ମରେ ବ୍ରୁଇସିଙ୍ଗ ହୁଏ ଯାହାକୁ ସିଟ ବେଲ୍ଟ ସାଇନ (seat belt sign) କୁହାଯାଏ ବା ପକ୍ଷାଘାତ (paralysis of the legs) ହୋଇପାରେ । ଏହା ସହିତ ଅନେକ ଲୋକଙ୍କର ପ୍ଲୀହା ଫାଟିଯାଏ (Splenic rupture), ଅଗ୍ନାଶୟ (pancreatic) ବା କ୍ଷୁଦ୍ରାନ୍ତ୍ରରେ (small bowel) ଆଘାତ ହୁଏ ବା ମେସେଣ୍ଟେରି (mesenteric) ଛିଣ୍ଡିଯାଏ । ଖାଦ୍ୟନଳୀ ଆଘାତ ପ୍ରଥମ ଦିନ ଜଣାଯାଇନପାରେ ।ସାଧାରଣତଃ ସାମନା ସାମନି ଗାଡ଼ି ଧକ୍କା (motor vehicle collision) ହେଲେ ଗୋଟିଏ ଲ୍ୟାପ ବେଲ୍ଟ (lap belt) ପିନ୍ଧିଥିବା ଲୋକ ଏହି ଆଘାତ ପାଇବା ଦେଖାଯାଏ । ଉଦରରେ ମାଡ଼ ହେଲେ ମଧ୍ୟ ଏହି ଆଘାତ ହୁଏ ଯେପରିକି ଗଛ ପଡ଼ିଲେ ବା ଉପରୁ ଖସିପଡ଼ିଲେ ଏହି ଆଘାତ ହୁଏ । ମେରୁଦଣ୍ଡର ତିନି ଶ୍ରେଣୀ ଭାଙ୍ଗିଯାଏ (ଆଣ୍ଟିରିଅର, ପୋଷ୍ଟିରିଅର ଓ ମଧ୍ୟ ଭାଗ) । ଥୋରାସିକ ଭର୍ଟିବ୍ରାର (thoracic) ତଳ ଭାଗ ଓ ଲମ୍ବର ଭର୍ଟିବ୍ରାର (lumbar spine) ଉପର ଭାଗ ବେଶି ଆଘାତପ୍ରାପ୍ତ ହୁଏ । ଉଦର ଆଘତ ଜାଣିବା ନିମନ୍ତେ ସିଟି ସ୍କାନ (CT scan) କରାଯାଏ । ଏହି ଭଙ୍ଗା ଅଧିକ ଅନସ୍ଟେବଲ (unstable) ରହେ (ଦୃଢ଼ ରହେନି) ।ବ୍ରେସ (brace) ସାହାଯ୍ୟରେ ଏହାର କଞ୍ଜରଭେଟିଭ ଚିକିତ୍ସା (conservative) କରାଯାଏ ଓ ଆବଶ୍ୟକ ସ୍ଥଳେ ଅପରେଶନ କରାଯାଏ । ଆଜିକାଲି ଏହି ଧରଣର ଭଙ୍ଗା କ୍ୱଚିତ ଦେଖିବାକୁ ମିଳୁଛି । ସନ ୧୯୪୮ରେ ଜି.କ୍ୟୁ.ଚାନ୍ସ ନାମକ ମାଞ୍ଚେଷ୍ଟରର, ଇଂଲଣ୍ଡର (Manchester) ଜଣେ ରେଡିଓଲୋଗି ବିଶେଷଜ୍ଞ ଏହି ବିଷୟ ପ୍ରଥମେ ବର୍ଣ୍ଣନା କରିଥିଲେ । ୧୯୫୦ ଓ ୧୯୬୦ ଦଶକରେ ଏହି ଭଙ୍ଗା ଅଧିକ ଦେଖାଯାଉଥିଲା ଯେତେବେଳେ ସିଟବେଲ୍ଟ (shoulder harnesses) ବ୍ୟବସ୍ଥା ଗାଡ଼ିରେ ନଥିଲା ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ଵାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭୁବନେଶ୍ଵର ଭୁବନେଶ୍ଵର ଓଡ଼ିଶାର ରାଜଧାନୀ ଅଟେ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ଵର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ଵର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ଵାରା ବିଶେଷ ଆଦୃତ ହୋଇଅଛି ।ଭୁବନେଶ୍ବର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ବର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ଵାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଚିଲିକା ଓଡ଼ିଶାର ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ବ୍ୟାପିଥିବା ଏକ ଲବଣାକ୍ତ ହ୍ରଦ । ଏହା ଓଡ଼ିଶାର ସବୁଠୁ ବଡ଼ ହ୍ରଦ । ଅଂଶୁପା ଓ ସର ମଧୁରଜଳ ହ୍ରଦ ହୋଇଥିବା ବେଳେ ଚିଲିକା ହେଉଛି ଲବଣାକ୍ତ ଜଳ ( Brackish Water) ହ୍ରଦ। ଏଠାରେ ଥିବା ନଳବଣ ବିଦେଶୀ ପକ୍ଷୀମାନଙ୍କ ଶୀତକାଳୀନ ବାସସ୍ଥାନ । ଚିଲିକାରେ ଶୀତଦିନ ବିତାଇବା ପାଇଁ ଏମାନେ ହଜାର ହଜାର ମାଇଲ ଉଡ଼ି ସୁଦୂର ଉତ୍ତର ଗୋଲାର୍ଦ୍ଧ ଓ ସାଇବେରିଆ ଅଞ୍ଚଳରୁ ଆସନ୍ତି । ଏଠାରେ ଥିବା ପରିକୁଦ ଓ ମାଲୁଦ ଦ୍ଵୀପରେ ଥିବା ମନ୍ଦିର ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷଣ । ପ୍ରକୃତିର ବିବିଧତା ଏଠାରେ ଫୁଟିକରି ଦେଖାଯାଏ । ବିଭିନ୍ନ ପ୍ରକାରର ପକ୍ଷୀ, ସାମୁଦ୍ରିକ ପ୍ରାଣୀ, ଉଦ୍ଭିଦମାନଙ୍କର ଏହା ଗନ୍ତାଘର ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ବଳିଆ କୁକୁର (ଭାରତରେ “ଢୋଲ୍” ଭାବେ ପରିଚିତ, ଜୀବ ବିଜ୍ଞାନ ନାମ Cuon Alpinus, ସମ୍ଵଲପୁରୀ ଭାଷାରେ କୋକବଲିଆ) ମଧ୍ୟ ଏସିଆ, ଦକ୍ଷିଣ ଏସିଆ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଏକ ଶ୍ଵାନ ଜାତୀୟ ପ୍ରାଣୀ । ବଳିଆ କୁକୁରକୁ ଭାରତର ଅନ୍ୟ ସ୍ଥାନ ମାନଙ୍କରେ ଲୋକେ ଢୋଲ୍, ଏସୀୟ ଜଙ୍ଗଲୀ କୁକୁର, ଭାରତୀୟ ଜଙ୍ଗଲୀ କୁକୁର, ହ୍ଵିସିଲ୍ ଶବ୍ଦକାରୀ କୁକୁର, ଲାଲ୍ କୁକୁର ଓ ପର୍ବତୀୟ ଗଧିଆ ମଧ୍ୟ କୁହନ୍ତି । ଜିନ୍ ଦୃଷ୍ଟିରୁ ଏହା ଶ୍ଵାନ ପ୍ରଜାତୀୟ ପ୍ରାଣୀଙ୍କ ନିକଟତମ, କିନ୍ତୁ ଏହାର ଖପୁରି ସମଜାତୀୟ ପ୍ରାଣୀଙ୍କ ଭଳି ଅବତଳ ନହୋଇ ସାମାନ୍ୟ ଉତ୍ତଳ ହୋଇଥାଏ । ଏହି ଦୁଇ ପ୍ରଜାତିଙ୍କ ଥୋଡ଼ି ବା ମୁହଁର ଗଠନରେ ମଧ୍ୟ ତଫାତ ଥାଏ । ପ୍ଲାଇଷ୍ଟୋସିନ୍ ସମୟରେ ବଳିଆ କୁକୁର ଏସିଆ, ଇଉରୋପ ଏବଂ ଉତ୍ତର ଆମେରିକାରେ ବହୁ ପରିମାଣରେ ଚଳପ୍ରଚଳ କରୁଥିଲେ କିନ୍ତୁ ପ୍ରାୟ ୧୨,୦୦୦ରୁ ୧୮,୦୦୦ ବର୍ଷ ପୂର୍ବେ ସେମାନଙ୍କ ଭୌଗୋଳିକ ଅବସ୍ଥିତି କ୍ରମେ ସୀମିତ ହେବାକୁ ଲାଗିଲା ।
ପାରାଦୀପ , ଜଗତସିଂହପୁର ଜିଲ୍ଲାର ଏକ ପ୍ରମୂଖ ସହର ଓ ବାଣିଜ୍ୟ କେନ୍ଦ୍ର । ଏଠାରେ ଭାରତର ଏକ ପ୍ରଧାନ ବନ୍ଦର ରହିଛି । ପାରାଦୀପ ପୂର୍ବ ଭାରତରେ ସାମୁଦ୍ରିକ ବାଣିଜ୍ୟର ଏକ ପ୍ରମୁଖ ସ୍ଥାନ । ଏଠାରେ ବନ୍ଦର ବ୍ୟତୀତ ଅନେକ ଛୋଟ ବଡ଼ କଳ କାରଖାନା ଗଢ଼ି ଉଠିଛି । କଞ୍ଚାମାଲ ଆମଦାନୀର ସୁବିଧା ହେତୁ ସାର କାରଖାନା, ତୈଳ ବିଶୋଧନାଗାର ଆଦି ଶିଳ୍ପ ସ୍ଥାପିତ ହୋଇଛି ।କ୍ରମବର୍ଦ୍ଧିଷ୍ଣୁ ଶିଳ୍ପ ଓ ଜନସଂଖ୍ୟା ଯୋଗୁ ଏହି ସହର ଧୀରେ ଧୀରେ ପ୍ରସାରିତ ହେଉଛି । ଏହି ସହର ଓଡ଼ିଶାର ଏକ ପ୍ରମୁଖ ଜାତୀୟ ଓ ଅନ୍ତର୍ଜାତୀୟ ବାଣିଜ୍ୟ ସ୍ଥାନ ରୂପେ ଓଡ଼ିଶା ଅର୍ଥନୀତିକୁ ବିପୁଳ ଭାବେ ପ୍ରଭାବିତ କରିଛି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ଭୂମିକମ୍ପ ଏକ ପ୍ରକୃତିକ ଦୁର୍ବିପାକ ଅଟେ । ଇଂରାଜୀରେ ଏହାକୁ earthquake, quake, tremor ବା temblor କୁହାଯାଏ । ପୃଥିବୀ ପୃଷ୍ଠରୁ ହଠାତ ବହୁତ ପରିମାଣରେ ଶକ୍ତି ନିର୍ଗତ ହେବା ଯୋଗୁଁ ଭୂକମ୍ପୀୟ ତରଙ୍ଗ (seismic wave) ସୃଷ୍ଟି କରେ । ଭୂଗର୍ଭସ୍ଥ ଶିଳାସ୍ତରରେ ଥିବା ତୃଟି ସ୍ଥଳ ଭାଙ୍ଗିଯିବା ଯୋଗୁ ସାଧାରଣତଃ ଭୂମିକମ୍ପ ହୁଏ । ସେଠାରେ ଥିବା ଦୁଇଟି ଶିଳା ବା ପ୍ଲେଟ ପରଷ୍ପର ସହ ଘସି ହୋଇ ସାମାନ୍ୟ ଲାଖିଯାଆନ୍ତି । ସେଗୁଡ଼ିକ ପରଷ୍ପରକୁ ଠେଲୁଥାଆନ୍ତି । ବେଳେ ବେଳେ ଚାପ ଅତ୍ୟାଧିକ ହେଲେ ସେଗୁଡ଼ିକ ଭାଙ୍ଗିଯାଏ ଓ ଭୂମିକମ୍ପ ହୁଏ । ଏହି ସମୟରେ ମଧ୍ୟ ଶିଳା ସ୍ତର ଘୁଞ୍ଚୁଥାଏ । ଆଉଥରେ ଯେତେବେଳେ ଦୁଇ ସ୍ତର ଲାଖିଯାଆନ୍ତି ସେତେବେଳେ ଏହା ବନ୍ଦ ହୁଏ । ଏହି ଚାପଗ୍ରସ୍ତ ସ୍ଥାନର ଠିକ୍ ଉପରକୁ ଥିବା ଭୂପୃଷ୍ଠକୁ ଏପିସେଣ୍ଟର କୁହାଯାଏ । ଭୂମିକମ୍ପର ଆବୃତ୍ତି, ଆକାର ଓ ଟାଇପକୁ ସିସ୍ମିସିଟି, ସିସ୍ମିଜିମ୍ କିମ୍ବା ସିସ୍ମିକ କ୍ରିୟା କୁହାଯାଏ ।
ଗୌରୀଶଙ୍କର ରାୟ ଜଣେ ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ । ସେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ପୁରୋଧା । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ହୋଇ ଓଡ଼ିଆ ଭାଷା ଆନ୍ଦୋଳନରେ ଭାଗ ନେଇଥିଲେ । ତାଙ୍କର ସମ୍ପାଦନାରେ ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ପ୍ରକାଶିତ ହୋଇ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦାବି ଉପସ୍ଥାପିତ କରିବାର ଭୂମିକା ଗ୍ରହଣ କରିଥିଲା । ସେ କଟକ ଟାଉନ ହଲର ପ୍ରତିଷ୍ଠାତା ଥିଲେ ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଟିପଚିହ୍ନ ସାଧାରଣ ଭାବରେ ମଣିଷ ଆଙ୍ଗୁଠିର ଗାରଦ୍ୱାରା ଚିହ୍ନିତ ଦାଗକୁ ବୁଝାଏ । ଅପରାଧ ସ୍ଥଳରୁ ମିଳିଥିବା ଟିପଚିହ୍ନ ନାୟିକ ବିଜ୍ଞାନରେ (en:Frensic science) ଅତି ମହତ୍ୱପୂର୍ଣ୍ଣ । ଉପଯୁକ୍ତ ସ୍ଥଳରେ (ଧାତୁ, ଗ୍ଲାସ୍ ବା ଚିକ୍କଣ ପଥର) ଆଙ୍ଗୁଠି ଗାରର ଏକ୍ରିନ ଗ୍ରନ୍ଥିରୁ (en:eccrine gland) ବାହାରୁଥିବା ପ୍ରାକୃତିକ କ୍ଷରଣ ବା ଝାଳର ଦାଗ ସହଜରେ ରହିଯାଏ । ଏହାକୁ ଇଂରାଜୀ ଭାଷାରେ ଚାନ୍ସଡ୍ ଇମ୍ପ୍ରେସନ/ "Chanced Impressions" କୁହାଯାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।