ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ଭଦ୍ରକ ଜିଲ୍ଲାରେ ଜନ୍ମ ନେଇଥିଲେ । ଓଡ଼ିଶାର ରାଜ୍ୟ ଗାନ ବନ୍ଦେ ଉତ୍କଳ ଜନନୀ ତାଙ୍କର ଏକ ବିରଳ କୃତି । ଓଡ଼ିଆ ସାହିତ୍ୟର ବିଭିନ୍ନ ବିଭାଗ ଯଥା କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗସାହିତ୍ୟ ଓ ଲାଳିକା ଆଦିରେ ସେ ଲେଖନୀ ଚାଳନା କରୁଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ ,ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ପିନାକୀ ମିଶ୍ର (ଜନ୍ମ: ୨୩ ଅକ୍ଟୋବର ୧୯୫୯) ଜଣେ ଭାରତୀୟ ରାଜନୈତିଜ୍ଞ । ସେ ଭାରତର ସଂସଦର ସଦସ୍ୟ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅଧୁନା ପୁରୀ ଲୋକସଭାରୁ ସଂସଦରେ ପ୍ରତିନିଧିତ୍ୱ କରୁଛନ୍ତି । ୧୯୯୬ ମସିହାରେ ସେ ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀରୁ କଂଗ୍ରେସ ଦଳରୁ ନିର୍ବାଚନ ଲଢ଼ିଥିଲେ ଏବଂ ବ୍ରଜ କିଶୋର ତ୍ରିପାଠୀଙ୍କୁ ହରାଇ ପୁରୀରୁ ସାଂସଦ ହୋଇଥିଲେ ଓ ପରେ ୟୁନିଅନ ମନ୍ତ୍ରୀ ମଧ୍ୟ ହୋଇଥିଲେ । ଏହାପରେ ସେ ୧୫ଶ ଓ ୧୬ଶ ଲୋକ ସଭାରେ ପୁରୀ ଲୋକସଭା ନିର୍ବାଚନ ମଣ୍ଡଳୀରୁ ଜିତିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଏହି ବିଜ୍ଞାନ ଯୁଗରେ ପରିସଂଖ୍ୟାନର ବ୍ୟବହାର ବହୁ କ୍ଷେତ୍ରରେ ଦେଖାଯାଏ । କୃଷି, ଶିଳ୍ପ, ସ୍ୱାସ୍ଥ୍ୟ, ଶିକ୍ଷା, ଶାସନ ଆଦି କ୍ଷେତ୍ରରେ ପରିସଂଖ୍ୟାନ ବିନା କୌଣସି ନିର୍ଦ୍ଧିଷ୍ଟ ସିଦ୍ଧାନ୍ତରେ ପହଞ୍ଚିବା ସମ୍ଭବ ନୁହେଁ । ପରିସଂଖ୍ୟାନର ଇଂରାଜୀ ପ୍ରତିଶବ୍ଦ ହେଉଛି Statistics ଏବଂ ଏହି ଶବ୍ଦ ଲାଟିନ୍ ଶବ୍ଦ Status ଅଥବା ଇଟାଲୀୟ ଶବ୍ଦ Statistaରୁ ଉଦ୍ଭବ ବୋଲି ମନେହୁଏ । ଏହି ଦୁଇ ଶବ୍ଦର ଅର୍ଥ ହେଉଛି 'ରାଜନୈତିକ ଅବସ୍ଥା' ।
ଏଲୋରା (ଈଂରାଜୀରେ Ellora, ମରାଠୀ ଭାଷାରେ वेरूळ, ମରାଠୀ ଉଚ୍ଚାରଣ - ୱେରୁଳ୍) ଗୁମ୍ଫା ସମୂହ ଭାରତର ମହାରାଷ୍ଟ୍ର ରାଜ୍ୟର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଗୋଟିଏ ବିଶାଳକାୟ ପଥରକୁ କାଟି ନିର୍ମିତ ଗୁମ୍ଫା-ମନ୍ଦିର ଭାବେ ଏହା ବିଶ୍ଵରେ ସର୍ବବିଦିତ । UNESCO ବିଶ୍ଵ ଐତିହ୍ୟ ସ୍ଥଳ ମାନ୍ୟତାପ୍ରାପ୍ତ ଏହି ଗୁମ୍ଫା ମନ୍ଦିରରେ ବୌଦ୍ଧ, ହିନ୍ଦୁ ଓ ଜୈନ ଧାର୍ମିକ ଭାବନା ପ୍ରତିଫଳିତ ହୋଇଛି । ଏହି ଗୁମ୍ଫାର ମୂର୍ତ୍ତି ଓ ଶିଳ୍ପକଳା ଖ୍ରୀ.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ଵର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ WIK-i-PEE-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଇଣ୍ଟର୍ନେଟ ସହାୟତାରେ ବିଶ୍ଵର ବିଭିନ୍ନ ସ୍ଥାନରୁ ସ୍ଵେଚ୍ଛାସେବକ ମାନଙ୍କ ଅବଦାନଦ୍ଵାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି | "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ ଅଟେ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ଵର ଅନ୍ୟ ଏନସାଇକ୍ଳୋପିଡ଼ିଆ ମାନଙ୍କ ଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ବରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ଵାରା ଗଢାସରିଲାଣି । ଏବେ ଏହା ଇଣ୍ଟର୍ନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ବାସନୀୟତା ପାଇଁ ଏହା ଲୋକପ୍ରିୟ ଅଟେ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଅଟେ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକ ମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ଵର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ଯୂବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ଦ ୱାସିଙ୍ଗଟନ ପୋଷ୍ଟ ଇଣ୍ଟର୍ନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଆକିଲେସ ଟେଣ୍ଡିନାଇଟିସ (ଇଂରାଜୀ ଭାଷାରେ Achilles tendinitis, ଅନ୍ୟ ନାମ ଆକିଲେସ ଟେଣ୍ଡିନୋପାଥି/ achilles tendinopathy) ଏକ ରୋଗ ଯେଉଁଥରେ ବଳାଗଣ୍ଠି (ankle) ପଛ ପାଖରେ ଥିବା ଆକିଲେସ ଟେଣ୍ଡନର (Achilles tendon) ପ୍ରଦାହକୁ ବୁଝାଏ । ଏହି ରୋଗର ଲକ୍ଷଣରେ ଟେଣ୍ଡନ ଚାରିପାଖ ଫୁଲିଯାଏ ଓ ଯନ୍ତ୍ରଣା ହୁଏ । ବ୍ୟାୟାମ ଆରମ୍ଭ କଲାବେଲଳେ ଯନ୍ତ୍ରଣା ଅଧିକ ଥାଏ ଓ ତା'ପରେ କମିଯାଏ । ବଳାଗଣ୍ଠି ଶକ୍ତ ବା ସ୍ଟିଫ ହୋଇଯାଇପାରେ । ଧୀରେ ଧୀରେ ଏ ରୋଗ ଆରମ୍ଭ ହୁଏ ।ଅତ୍ୟଧିକ ଦୌଡ଼ିଲେ (running) ଏହି ରୋଗ ହୁଏ । ଏହି ରୋଗ ସଙ୍କଟ ଆଣିବାରେ ଆଘାତ, ବ୍ୟାୟାମ ଅଭାବ, ହାଇହିଲ ଜୋତା (high-heel shoes), ରିଉମାଟଏଡ ଆର୍ଥ୍ରାଇଟିସ, ଫ୍ଲୋରୋକୁଇନୋଲିନ (fluoroquinolone)ଓ ସ୍ଟିରଏଡ (steroid) ଶ୍ରେଣୀର ଔଷଧ ଆଦି ସହାୟକ ହୁଅନ୍ତି । ଲକ୍ଷଣ ଓ ଶାରୀରିକ ପରୀକ୍ଷା (examination) କରି ରୋଗ ନିର୍ଣ୍ଣୟ ସମ୍ଭବ ହୁଏ ।ବ୍ୟାୟାମ ଓ ପେଶୀପ୍ରସାର କଲେ ଏହାର ପ୍ରତିଷେଧ ହେବା କଥା କୁହାଗଲେ ମଧ୍ୟ ପ୍ରକୃତରେ ସେମିତି କିଛି ପ୍ରମାଣ ମିଳୁନାହିଁ । ବିଶ୍ରାମ, ବରଫ ଓ ଏନଏସଏଆଇଡି (non-steroidal antiinflammatory agents), ଫିଜିକାଲ ଥେରାପି (physical therapy) ସାହାଯ୍ୟରେ ଏହାର ଚିକିତ୍ସା କରାଯାଏ । ହିଲ ଲିଫ୍ଟ (heel lift) ବା ଅର୍ଥୋଟିକ (en:orthotics) ବ୍ୟବହାର କଲେ ଉପକାର ମିଳେ । ଚିକିତ୍ସାରେ ୬ ମାସ ରହିବା ସତ୍ତ୍ୱେ ଉପଶମ ନହେଲେ ଅପରେଶନ କରାଯାଇପାରେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ଵର ଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ଅଟେ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ ଅଟେ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ଵାଧିନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ଵାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ.
ସମ୍ବଲପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
'ସମ୍ବଲପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ଅହିଂସା (IAST: ahiṃsā, ପାଲି: avihiṃsā) ଶବ୍ଦଟି ଦୁଇଟି ସଂସ୍କୃତ ଶବ୍ଦ 'ହିମ୍' ଏବଂ 'ହିଂସା'ରୁ ଉତ୍ପନ୍ନ ହୋଇଛି l 'ହିମ୍' ଶବ୍ଦର ଅର୍ଥ ପ୍ରହାର ଏବଂ 'ହିଂସା' ଶବ୍ଦଟିର ଅର୍ଥ କ୍ରୁରତା, ମାତ୍ର ନଞ୍ଜ ତତପୁରୁଷ ବ୍ୟବହାରରୁ ସୃଷ୍ଟ 'ଅହିଂସା ଶବ୍ଦର ଅର୍ଥ ଏଗୁଡିକ ଠାରୁ ସମ୍ପୂର୍ଣ୍ଣ ଭିନ୍ନ l ଅହିଂସାର ଅର୍ଥ ହେଉଛି ସମସ୍ତ ଜୀବନ୍ତ ପ୍ରାଣୀ, ଏପରିକି ପଶୁମାନଙ୍କ ପ୍ରତି ସହୁଦୟତା ଏବଂ କ୍ରୁର ବ୍ୟବହାରର ପରିତ୍ୟାଗ lଅହିଂସା ଆଦିସନାତନ ଧର୍ମ ସମେତ ଜୈନଧର୍ମ ଏବଂ ବୌଦ୍ଧଧର୍ମର ମୌଳିକ କଥାବସ୍ତୁ l ଅହିଂସା ଏକ ବହୁଆୟାମଭିତ୍ତିକ ସିଦ୍ଧାନ୍ତ ଯାହାର ମୂଳ ଆଧାରଟି ହେଉଛି ପ୍ରତ୍ୟେକ ଜୀବରେ ଦିବ୍ୟଶକ୍ତି ତଥା ଭଗବାନଙ୍କର ଖୁଦ୍ର କଣିକାସମ ଅଂଶ ରହିଅଛି; ଏଣୁ କୌଣସି ଜୀବ ପ୍ରତି ହିଂସା ସ୍ୱୟଂ ଭଗବାନଙ୍କର ଅପମାନ ସହିତ ସମାନ l ଏହାର ଅନ୍ୟ ଏକ ଦିଗ ହେଉଛି ଯେହେତୁ ପ୍ରତ୍ୟେକ କ୍ରିୟାର ପ୍ରତିକ୍ରିୟା ମିଳିବ ଅବଶମ୍ଭାବୀ, ହିଂସାରୂପକ କର୍ମର ପ୍ରତିକ୍ରିୟା ମଧ୍ୟ କର୍ମଚକ୍ର ଅନୁସାରେ ମିଳିଥାଏ l ଯଦିଓ ଅହିଂସା ନୀତି ହିନ୍ଦୁଧର୍ମଦ୍ୱାରା ପ୍ରବର୍ତ୍ତିତ ହୋଇଥିଲା, ଏହା ବର୍ତ୍ତମାନ ଜୈନଧର୍ମର ଅଭିନ୍ନ ଅଙ୍ଗରୂପେ ପରିଗଣିତ l ମହାତ୍ମାଗାନ୍ଧୀଙ୍କର ମଧ୍ୟ ଅହିଂସା ସିଦ୍ଧାନ୍ତରେ ବିଶ୍ୱାସ ଥିଲା lଏହି ନୀତିର 'ଅନ୍ୟର କ୍ଷତି ନ କରିବା' ଅନୁସାରେ ମଣିଷ କାୟମନୋବାକ୍ୟରେ ଅନ୍ୟର କ୍ଷତି କରିବା ଉଚିତ ନୁହେଁ l ଏତତବ୍ୟତୀତ ରାମାୟଣ ଏବଂ ମହାଭାରତ ଆଦି ମହାକାବ୍ୟରେ ଆତ୍ମ-ସୁରକ୍ଷା ଏବଂ ଏହାର ଆବଶ୍ୟକତା ଦିଗରେ ମଧ୍ୟ ଆଲୋକପାତ କରାଯାଇଛି l
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ସୁଅମେନଲିନ୍ନା ( ୧୯୧୮ ମସିହା ଯାଏଁ ଫିନ ଭାଷାରେ ଭିଆପୋରି ବା ସ୍ଵେଡିସ ଭାଷାରେ ଭିଆବର୍ଗ , ଯାହାକୁ ପ୍ରକୃତ ଅର୍ଥ ଭାବରେ ନିଆଗଲେ " ଫିନଲାଣ୍ଡର ଦୁର୍ଗ " ବୋଲି କୁହାଯାଇପାରିବ । ତାହା ପ୍ରକୃତରେ ଏକ ସାମୁଦ୍ରିକ ଦୁର୍ଗ , ଯାହା ଫିନଲାଣ୍ଡ ଦେଶର ରାଜଧାନୀ ହେଲସିଙ୍କି ସହରର ପୋତାଶ୍ରୟ ନିକଟରେ ଅବସ୍ଥିତ ଓ ୬ ଗୋଟି ଦ୍ଵିପ ଉପରେ ନିର୍ମିତ । ଏହା ବର୍ତମାନ ହେଲସିଙ୍କି ସହରର ଏକ ପର୍ଯ୍ୟଟକ ଆକର୍ଷଣ ତଥା ଯୁଦ୍ଧ ସ୍ମାରକୀ ଭାବରେ ରହିଛି । ଇଉନେସ୍କୋଦ୍ଵାରା ବିଶ୍ଵ ଐତିହ୍ୟ ସ୍ଥଳୀ ଭାବରେ ସ୍ଵୀକୃତ ହେଇଥିବା ଏହି ସ୍ଥାନ ଏକ ଅତ୍ୟନ୍ତ ସୁନ୍ଦର ବଣଭୋଜି ସ୍ଥଳହେବା ସହ ପର୍ଯ୍ୟଟକଙ୍କ ପାଇଁ ଏକ ଆକର୍ଷଣ । ପୂର୍ବରୁ ସ୍ଵିଡେନ ଅଧୀନରେ ଥିବା ଏହି ଦୁର୍ଗକୁ ଭିଆ ବର୍ଗ କୁହାଯାଉଥିଲା ବେଳେ ସ୍ଵାଧୀନ ଫିନଲାଣ୍ଡ ଅଧୀନକୁ ଆସିଲା ପରେ ଏହାକୁ "ସୁଅମେନଲିନ୍ନା କୁହାଗଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ନଅଦିନ ବ୍ୟାପି ହେଉଥିବା ଏହି ପୂଜାରେ ଶକ୍ତି ସ୍ୱରୂପିଣୀ ମା’ ଦୁର୍ଗାଙ୍କୁ ବିଭିନ୍ନ ରୂପରେ ପୂଜା କରାଯାଏ ଏହି ନବରାତ୍ରିର ପ୍ରଥମ ତିନିଦିନରେ ମା’ଙ୍କୁ ଦୁଷ୍ଟ ବିନାଶିନୀ ଦୁର୍ଗା ତଥା କାଳୀ ରୂପରେ ପୂଜା କରାଯାଏ । ମଝି ତିନିଦିନରେ ମା’ଙ୍କୁ ଧନଧାନ୍ୟ ତଥା ସମ୍ପଦର ଦେବୀ ଲକ୍ଷ୍ମୀଙ୍କ ରୂପରେ ପୂଜା କରାଯାଏ । ସେହିପରି ଶେଷ ତିନିଦିନରେ ମା’ ବିଦ୍ୟାଦାତ୍ରୀ ସରସ୍ୱତୀ ଭାବେ ପୂଜା ପାଇଥାନ୍ତି । ନବରାତ୍ରିର ଶେଷ ଦିନରେ ବିଜୟା ଦଶମୀ ପାଳିତ ହୋଇଥାଏ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କମ୍ପୁଟର ସଫ୍ଟୱେର କିମ୍ବା ସଫ୍ଟୱେର, କମ୍ପ୍ୟୁଟର ପ୍ରୋଗ୍ରାମ, ଲାଇବ୍ରେରି ଏବଂ ସେମାନଙ୍କ ସମ୍ବନ୍ଧିତ ନଥିକରଣକୁ ନେଇ ଗଠିତ । "ସଫ୍ଟୱେର" ଶବ୍ଦଟି କେବେ କେବେ ସଙ୍କୁଚିତ ଅର୍ଥରେ ଆପ୍ଲିକେସନ ସଫ୍ଟୱେରକୁ ମଧ୍ୟ ବୁଝାଇଥାଏ । ସଫ୍ଟୱେର କମ୍ପ୍ୟୁଟର ମେମୋରିରେ ସାଇତା ହୋଇ ରହିଥାଏ ଏବଂ ଏହାକୁ କେହି ଛୁଇଁପାରିବେ ନାହିଁ ।ନିମ୍ନତମ ସୋପାନରେ, ଏକ୍ସକ୍ୟୁଟ କରାହୋଇପାରିବା କୋଡ଼ସମୂହ ଏକ ନିର୍ଦ୍ଦିଷ୍ଟ ପ୍ରସେସର– ସାଧାରଣତଃ ଏକ ସେଣ୍ଟ୍ରାଲ ପ୍ରୋସେସିଙ୍ଗ ୟୁନିଟ (ସିପିୟୁ) ସହ ସମ୍ବନ୍ଧିତ ମେସିନ ଲାଙ୍ଗୁଏଜକୁ ନେଇ ଗଠିତ । ଏକ ମେସିନ ଲାଙ୍ଗୁଏଜ ପ୍ରୋସେସର ସୂଚନାକୁ ସୂଚାଉଥିବା ବାଇନାରି ମୂଲ୍ୟକୁ ନେଇ ଗଠିତ ଦଳମାନଙ୍କୁ ନେଇ ତିଆରି । ଏହି ମୂଲ୍ୟସବୁ କମ୍ପ୍ୟୁଟରର ପୂର୍ବ ଅବସ୍ଥାକୁ ବଦଳାଇଥାଏ ।
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି ଅଗ୍ନାଶୟରୁ (ଇଂରାଜୀରେ Pancreas) ଇନ୍ସୁଲିନ୍ କ୍ଷରଣ ନ ହେଲେ ବା ନିର୍ଗତ ଇନ୍ସୁଲିନ୍ ପ୍ରତି ଦେହର ଜୀବକୋଷ ପ୍ରତିକ୍ରିୟାହୀନ ହେଲେ ମଧୁମେହ ରୋଗ ହୁଏ । ମୂଖ୍ୟତଃ ତିନି ପ୍ରକାର ମଧୁମେହ ରୋଗ ଦେଖାଯାଏ ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ଵୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ଵର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ଵାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ଵର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ଵର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ଵର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ଵୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ଵର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ଵୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମା ଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ରକ୍ତ ପୂତିତା ବା ସେପ୍ସିସ, ଇଂରାଜୀରେ Sepsis ( /ˈsɛpsɪs/) ଏକ ସଂକ୍ରମଣ ଜନିତ ଶରୀରବ୍ୟାପୀ ପ୍ରଦାହ । ସାଧାରଣ ଚିହ୍ନ ଓ ଲକ୍ଷଣ ମଧ୍ୟରେ ଜ୍ୱର, ଦୃତ ହୃତ୍ସ୍ପନ୍ଦନ ହାର, ଦୃତ ଶ୍ୱାସକ୍ରିୟା ହାର ଓ ଦ୍ୱିଧାଗ୍ରସ୍ତ ଉଲ୍ଲେଖନୀୟ । ଏହା ସହିତ ନିର୍ଦ୍ଦିଷ୍ଟ ସଂକ୍ରମଣର ଲକ୍ଷଣ ଥାଏ ଯେପରିକି ନିମୋନିଆ ସହିତ କାଶ କିମ୍ବା ବୃକ୍କ ସଂକ୍ରମଣ ସହିତ କଷ୍ଟଦାୟକ ମୂତ୍ରତ୍ୟାଗ । ଅଳ୍ପ ବୟସର ଯୁବକ, ବୃଦ୍ଧ ଓ ଦୂର୍ବଳ ଇମ୍ମ୍ୟୁନିଟିଗ୍ରସ୍ତ ଲୋକଙ୍କର କୌଣସି ନିର୍ଦ୍ଦିଷ୍ଟ ସଂକ୍ରମଣ ଲକ୍ଷଣ ଦେଖାଯାଇ ନ ପାରେ ତଥା ଦେହ ଉତ୍ତାପ ବେଶୀ ବଦଳରେ କମ୍ ରହେ । ସାଂଘାତିକ ସେପ୍ସିସ କୁହାଯାଏ ଯେତେବେଳେ ତାହାଦ୍ୱାରା ଦୂର୍ବଳ ଅଙ୍ଗ କାର୍ଯ୍ୟକାରୀତା ଥାଏ ଓ ସ୍ୱଳ୍ପ ରକ୍ତ ପ୍ରବାହ ହୁଏ । ନିମ୍ନ ରକ୍ତଚାପ, ରକ୍ତ ଲାକ୍ଟେଟ୍ ଆଧିକ୍ୟ କିମ୍ବା ସ୍ୱଳ୍ପ ମୂତ୍ରତ୍ୟାଗ ଇତ୍ୟାଦି ଲକ୍ଷଣମାନ ସ୍ୱଳ୍ପ ରକ୍ତ ପ୍ରବାହର ପ୍ରମାଣ ଦିଏ । ଯୁକ୍ତିସମ୍ମତ ଶୀରାମାଧମ ତରଳ ପଦାର୍ଥ ଦେବା ପରେ କୌଣସି ଉନ୍ନତି ନ ହେଲେ ସେପ୍ଟିକ୍ ସକ୍ କୁହାଯାଏ ।ସଂକ୍ରମଣଦ୍ୱାରା ଇମ୍ମ୍ୟୁନ୍ ପ୍ରତିକ୍ରିୟା ପ୍ରଭାବିତ ହୋଇ ସେପ୍ସିସ କରାଏ । ଅଧିକାଂଶ ସମୟରେ ଜୀବାଣୁ ଏହାର କାରଣ ହେଲେ ମଧ୍ୟ କବକ ବା ଫିମ୍ପି, ଭୁତାଣୁ ଓ ପରଜୀବୀମାନେ ମଧ୍ୟ ଏହାର କାରଣ ହୋଇ ପାରନ୍ତି । ଫୁସ୍ଫୁସ୍, ମସ୍ତିଷ୍କ, ମୁତ୍ର ପ୍ରଣାଳୀ, ଚର୍ମ ଓ ଉଦର ଏହି ରୋଗର ପ୍ରାଥମିକ ସଂକ୍ରମଣ ସ୍ଥାନ । ଅଳ୍ପ ବୟସ ବା ବୃଦ୍ଧ, ମଧୁମେହ କିମ୍ବା କର୍କଟ ଯୋଗୁ ଦୂର୍ବଳ ଇମ୍ମ୍ୟୁନ ପ୍ରଣାଳୀ ହୋଇଥିଲେ ଓ ବଡ଼ ଆଘାତ କିମ୍ବା ଦଗ୍ଧ ଯୋଗୁ ଏହି ରୋଗ ସଙ୍କଟ ଅଧିକ ହୁଏ । ଶାରୀରିକ ପ୍ରଦାହ ପ୍ରତିକ୍ରିୟା ସିଣ୍ଡ୍ରୋମ୍(SIRS) କୃତ ମାନଦଣ୍ଡରୁ ଅତି କମ୍ରେ ଦୁଇଟି ହେଲେ ଏହି ରୋଗ ସଂକ୍ରମଣ ଜନିତ ବୋଲି ନିର୍ଣ୍ଣୟ କରାଯାଇପାରେ । ଆଣ୍ଟବାୟୋଟିକ ଦେବା ପୂର୍ବରୁ ରକ୍ତ କଲ୍ଚର୍ କରିବାକୁ ସୁପାରିସ୍ କରାଯାଏ; କିନ୍ତୁ ରୋଗ ନିର୍ଣ୍ଣୟ ପାଇଁ ରକ୍ତ ସଂକ୍ରମଣ ଅନାବଶ୍ୟକ । ସଂକ୍ରମଣ ଅବସ୍ଥାନ ଚିହ୍ନଟ ନିମନ୍ତେ ମେଡିକାଲ ଇମେଜିଙ୍ଗ କରିବା ଆବଶ୍ୟକ । ସଦୃଶ ଲକ୍ଷଣ ଓ ଚିହ୍ନ ଅନ୍ୟ ରୋଗ ଯଥା ଆନାଫାଇଲାକ୍ସିସ୍, ଆଡ୍ରେନାଲ ଅଭାବ, ସ୍ୱଳ୍ପ ରକ୍ତ ଭଲ୍ୟୁମ୍, ହୃଦ୍ପାତ, ପଲ୍ମୋନାରି ଏମ୍ବୋଲିଜ୍ମରେ ଦେଖାଯାଏ । ସେପ୍ସିସ୍ ରୋଗ ସାଧାରଣତଃ ଶୀରାମାଧ୍ୟମ ତରଳ ପଦାର୍ଥ ଓ ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରାଯାଏ । ଅନେକ ସମୟରେ ରୋଗୀଙ୍କୁ ଇଣ୍ଟେନ୍ସିଭ୍ କେୟାର ୟୁନିଟରେ ରଖାଯାଏ । ରକ୍ତଚାପ ଅନୁରକ୍ଷଣ କରିବା ପାଇଁ ତରଳ ପଦାର୍ଥ ପ୍ରତିସ୍ଥାପନ ଯଥେଷ୍ଟ ନ ହେଲେ ଚାପ ବୃଦ୍ଧିକାରୀ ଔଷଧ ଦିଆଯାଏ । ଫୁସ୍ଫୁସ୍ ଓ ବୃକ୍କ ଅଙ୍ଗମାନଙ୍କ କାର୍ଯ୍ୟକୁ ସାହାଯ୍ୟ କରିବା ନିମନ୍ତେ ଯଥାକ୍ରମେ ମେକାନିକାଲ ଭେଣ୍ଟିଲେସନ ଓ ଡାଏଲିସିସ ଆବଶ୍ୟକ ହୋଇପାରେ । ଚିକିତ୍ସା ଗାଇଡ଼ କରିବା ନିମନ୍ତେ କେନ୍ଦ୍ରୀୟ ଶୀରା କାଥେଟର (central venous catheter) ଓ ଧମନୀ କାଥେଟର (arterial catheter) ଦିଆଯାଇ ପାରେ । ଅନ୍ୟ ପରିମାପ ଯେପରିକି କାର୍ଡ଼ିଆକ୍ ଆଉଟ୍ପୁଟ୍ ଓ ସୁପିରିଅର ଭେନା କାଭା ଅମ୍ଳଜାନ ସାଚୁରେସନ୍ ବ୍ୟବହାର କରାଯାଇପାରେ । ସେପ୍ସିସ୍ ରୋଗୀ ଡିପ ଭେନ ଥ୍ରୋମ୍ବୋସିସ୍, ସ୍ଟ୍ରେସ୍ ଘାଆ, ଚାପ ଘାଆ ଭଳି ଅବସ୍ଥାମାନଙ୍କର ପ୍ରତିଷେଧକ ବ୍ୟବସ୍ଥା ଆବଶ୍ୟକ କରିପାରେ ଯଦି ଅନ୍ୟ କୌଣସି ଅବସ୍ଥା ତାହା ରୋକୁ ନ ଥାଏ । ଅନେକ ରୋଗୀ ପ୍ପଇନ୍ସୁଲିନ୍]] ନେଇ ରକ୍ତ ଶର୍କରା ନିୟନ୍ତ୍ରଣ କଲେ ଉପକୃତ ହୁଅନ୍ତି । କର୍ଟିକୋସ୍ଟିରଏଡ୍ ବ୍ୟବହାରରେ ମତୈକ ନାହିଁ । ସାଂଘାତିକ ସେପ୍ସିସ୍ ନିମନ୍ତେ ଦିଆଯାଉଥିବା ଆକ୍ଟିଭେଟେଡ୍ ଡ୍ରୋଟ୍ରେକୋଗିନ୍ (Activated drotrecogin alfa) କିଛି ଉପକାରୀ ନ ଥିବା ଜଣାଯାଏ ଓ ଏହା ୨୦୧୧ ମସିହାରୁ ବଜାରରୁ କାଢ଼ି ନିଆଯାଇଛି । ଆଂଶିକ ଭାବେ ରୋଗର ଗମ୍ଭୀରତା ଉପରେ ଫଳାଫଳ ମୃତ୍ୟୁହାର ୩୦ % ହୋଇପାରେ, ସାଙ୍ଘାତିକ ଥିଲେ ୫୦ % ଓ ସେପ୍ଟିକ୍ ସକ୍ ଥିଲେ ୮୦ % ହୁଏ । ବିକାଶଶୀଳ ଦେଶମାନଙ୍କରୁ ତଥ୍ୟ ହାସଲ ନ ହେବା କାରଣରୁ ପୃଥିବୀର ସମୁଦାୟ ରୋଗୀ ସଂଖ୍ୟା ଜଣାଯାଇପାରୁ ନାହିଁ । ହିସାବରୁ ଜଣାଯାଏ ନିୟୁତ ନିୟୁତ ଲୋକ ପ୍ରତିବର୍ଷ ଏହି ରୋଗ ଭୋଗନ୍ତି । ବିକାଶଶୀଳ ଦେଶମାନଙ୍କରେ ପ୍ରତି ବର୍ଷ ଏକ ହଜାରରେ ପ୍ରାୟ 0.୨ରୁ ୩ ଲୋକ ଏହି ରୋଗ ଭୋଗନ୍ତି ଓ ଆମେରିକାରେ ପ୍ରାୟ ଏକ ନିୟୁତ ଲୋକ ଭୋଗନ୍ତି । ଏହି ରୋଗାକ୍ରାନ୍ତ ଲୋକଙ୍କ ହାର ବଢ଼ୁଛି । ମହିଳାମାନଙ୍କ ଅପେକ୍ଷା ପୁରୁଷଙ୍କୁ ଅଧିକ ରୋଗ ହୁଏ । ସେପ୍ଟିସେମିଆ, ଅଣୁଜୀବଦ୍ୱାରା ରକ୍ତ ବିଷାକ୍ତ ହେବା ଇତ୍ୟାଦି ଧାରଣା ଆଉ ନାହିଁ ଓ ବଦଳି ଯାଇଛି । ଏହି ରୋଗର ବର୍ଣ୍ଣନା ହିପୋକ୍ରେଟଙ୍କ କାଳରୁ ଲେଖା ଅଛି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ଵିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ଵେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ଵାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ଵନ୍ଦର ସମାଧାନ କରିବା ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ବିଜୁ କୃଷକ କଲ୍ୟାଣ ଯୋଜନା, ବା BKKY ଭାରତୀୟ ରାଜ୍ୟ ଓଡ଼ିଶାର କୃଷକ ମାନଙ୍କ ଶ୍ଵାସ୍ୟ ବୀମା ଯୋଜନା , ଯାହା ଓଡ଼ିଶା ସରକାରଙ୍କଦ୍ଵାରା ରାଜ୍ୟର କୃଷକ ମାନଙ୍କ କଲ୍ୟାଣ ପାଇଁ ପ୍ରଣଯନ କରାଯାଇଛି । ଏହି ଯୋଜନା ଓଡ଼ିଶା ସରକାରଙ୍କ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକଙ୍କଦ୍ଵାରା ଅନୁଗୁଳଠାରେ କୃଷକ ମାନଙ୍କ ଶ୍ଵାସ୍ୟ ଓ ଦୁର୍ଘଟଣା ଜନିତ ବିପତ୍ତି ବେଳେ ସହାୟତା ଦେବା ପାଇଁ ପ୍ରଣୟନ କରାଯାଇଥିଲା ।ଏହି ଯୋଜନା ଅନ୍ତର୍ଗତ ବ୍ୟବସ୍ଥାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଅନେକ ହସ୍ପିଟାଲ , ଗୋଷ୍ଠୀ ଶ୍ଵାସ୍ୟ କେନ୍ଦ୍ରକୁ ସଂଯୋଗ କରାଯାଇ କୃଷକ ମନକୁ ସ୍ୱଳ୍ପ ଖରଚରେ ଶ୍ଵାସ୍ୟ ସେବା ପ୍ରଦାନ କରାଯାଉଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନ ଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ଵଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଅଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ଵିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ଵ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ଵାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଲିଓନାର୍ଡୋ ଦା ଭିନ୍ସି (Leonardo di ser Piero da Vinci: Italian pronunciation: [leoˈnardo da vˈvintʃi] pronunciation (help•info); 15 April 1452 – 2 May 1519, Old Style) ଜଣେ ଇତାଲିୟ ବ୍ୟକ୍ତି ଥିଲେ ଓ ଏକା ଧାରରେ ଜଣେ ଚିତ୍ରକର, ସ୍ଥପତି, ଆର୍କିଟେକ୍ଟ, ସଙ୍ଗୀତଜ୍ଞ, ଗଣିତଜ୍ଞ, ଯନ୍ତ୍ରୀ (ଇଞ୍ଜିନିଅର), ଉଦ୍ଭାବକ, ଶରୀର ଗଠନ ବିଶେଷଜ୍ଞ (ଆନାଟମିଷ୍ଟ), ଭୂତତ୍ତ୍ଵବିଦ (ଜେଓଲୋଜିଷ୍ଟ), କାର୍ଟୋଗ୍ରାଫର, ଉଭିଦବିଜ୍ଞାନୀ ଓ ଲେଖକ ଥିଲେ । ସେ ଅତ୍ୟଧିକ କୌତୁହଳି ଓ ଅନୁସନ୍ଧିତ୍ସୁ ଥିଲେ । ତାଙ୍କୁ ରେନାସାଁ ମଣିଷ ବା ଅତୃପ୍ତ କୌତୁହଳି ଓ ଅତ୍ୟଧିକ ଉଦ୍ଭାବନୀ ଚିନ୍ତାଧାରା ସମ୍ପର୍ଣ୍ଣ କୁହାଯାଉଥିଲା । ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଚିତ୍ରକର ଓ ବିବିଧ କଳାସମ୍ପର୍ଣ୍ଣ ମଣିଷ କୁହାଯାଏ । ଐତିହାସିକ ହେଲେନ ଗାର୍ଡନରଙ୍କ ମତରେ ତାଙ୍କ ଭଳି ଅନୁସନ୍ଧାନ ଆଗ୍ରହୀ ସଂସାରରେ ଅଦ୍ଵିତୀୟ ଓ ଅବିଦିତ । ତାଙ୍କର ମନ personality ସେ ଅତିମାନବୀୟ ଥିଲେ ତଥା ସେ ନିଜେ mysterious ଓ remote ଥିଲେ । ମାର୍କୋ ରୋଷୀ ମତରେ ଲିୟନାର୍ଡୋଙ୍କ ବିଷୟରେ ବହୁତ ଜିଜ୍ଞାସା ଥିଲେ ମଧ୍ୟ ସେ ତତ୍ତ୍ଵାନୁମୋଦିତ ଥିଲେ । ତାଙ୍କର ଦୃଷ୍ଟିରେ ସଂସାର ରହସ୍ୟମୟ ନ ହୋଇ ତାତ୍ଵିକ ଥିଲା । ତାଙ୍କର କର୍ମ ପଦ୍ଧତି ସେ ଯୁଗ ନିମନ୍ତେ ଅସାଧାରଣ ଥିଲା।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ଵାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ଵାରା ତାର ସାମର୍ଥ୍ୟ ପାଇଛି ।
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ଵତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ଵାରା କମ୍ପ୍ୟୁଟର ସହ ଜଡିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀ ମାନେ କମ୍ପ୍ୟୁଟର ସହିତ ଜଡିତ ଥିବା ତତ୍ଵ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।