ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Application କୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere" ର ଅର୍ଥ, compile ହୋଇଥିବା ଜାଭା code କୁ ଅନ୍ୟ ଯେ କୌଣସି platform ରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Application ଗୁଡିକ compile ହେଲାପରେ ଏହା bytecode କୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପୁଟର OS ର JVM(Java Virtual Machine) ରେ run ହୋଇପାରିବ। ୯୦ ଲକ୍ଷ developer ଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystems ରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntax ଗୁଡିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଚନ୍ଦ୍ରଶେଖର ରଥ (ଜନ୍ମ ୧୭ ଅକ୍ଟୋବର ୧୯୨୯) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି। ଚନ୍ଦ୍ରଶେଖର ରଥ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ।
ଶ୍ରୀନିବାସ ରାମାନୁଜନ FRS ( pronunciation ) (୨୨ ଡିସେମ୍ବର ୧୯୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ ’ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ଵବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ଵବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଅଷ୍ଟ୍ରାଲୋଡକସ୍ (ଯାହାର ଅର୍ଥ ଦକ୍ଷିଣୀ ବିମ୍, ଲାଟିନ୍ ଶବ୍ଦ ଅଷ୍ଟାଲିସ୍ ଏବଂ ଗ୍ରୀକ୍ ଶବ୍ଦ ଡୋକସ୍ରୁ ଏହି ଶବ୍ଦର ସୃଷ୍ଟି ।) ଏକ ପ୍ରକାରର ଡାଇନୋସର । ଏହି ପ୍ରକାରର ଡାଇନୋସର ୧୫କୋଟି ବର୍ଷ ପୂର୍ବରୁ ଜୁରାସିକ ଯୁଗରେ ବାସ କରୁଥିଲେ । ଏହି ଅଞ୍ଚଳ ସେବେକାର ଜର୍ମାନ ଏବଂ ଏବେକାର ପୂର୍ବ ଆଫ୍ରିକାର ତାଞ୍ଜାନିଆ ଭାବରେ ଜଣା । ଏହାର ବୈଜ୍ଞାନିକ ନାମ ଫାଇନଲକୋସର ଦକ୍ଷିଣୀ (ଗୋଣ୍ଡବାନ) ଶ୍ରେଣୀ ଅନୁସାରେ ନାମିତ କରାଯାଇଛି । ଏହି ପ୍ରାଜାତିର ନାମ ତାଞ୍ଜାନିଆର ଏକ ପ୍ରସିଦ୍ଧ ଦଳ ବୋହେତି ବିନ୍ ଅମରାନି ଅନୁସାରେ ହୋଇଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କ ଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଇନ୍ଦ୍ରାଣୀ ପଟ୍ଟନାୟକ ଓଡ଼ିଶାର ଜଣେ ସଫଳ ବ୍ୟବସାୟୀ । ସେ ଖଣି କାରବାର ସହ ଜଡ଼ିତ । ଆୟକର ବିଭାଗ ଅନୁସାରେ ସେ ୨୦୧୩-୧୪ରେ ବ୍ୟକ୍ତିଗତ ଭାବେ ଓଡ଼ିଶାର ସର୍ବାଧିକ ଟିକସଦାତା ଦେଇଥିଲେ ଯାହା ୧୬୫ କୋଟି ଟଙ୍କା ଥିଲା । ୨୦୧୨-୨୩ ରେ ମଧ୍ଧ୍ୟ ସେ ୧୮୫ କୋଟି ଦେଇ ପ୍ରଥମ ସ୍ଥାନରେ ଥିଲେ । ୨୦୧୧ ମସିହାରେ ଖଣି ଦୁର୍ନୀତି ମାମଲାରେ ପୂର୍ବନ ନ୍ୟାୟପାଳ ଏମ୍ବି ଶାହଙ୍କ ନେତୃତ୍ୱରେ ଶାହ କମିଶନ କେନ୍ଦୁଝରର ଯୋଡା ଖଣି ଅଞ୍ଚଳରେ ଥିବା ତାଙ୍କର ଚାରୋଟି ଲୁହା ଓ ମାଙ୍ଗାନିଜ୍ ଖଣି ପରିଦର୍ଶନ କରି ଅନିୟମିତତା ହୋଇଥିବା ଦର୍ଶାଇଥିଲେ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ । ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । କେତେକ ଏହାକୁ କୋଶଳ ଅଞ୍ଚଳ ବୋଲି କହି ଥାଆନ୍ତି । ୨ ଫେବୃଆରୀକୁ ପଶ୍ଚିମ ଓଡ଼ିଶା ଦିବସ ହିସାବରେ ପାଳନ କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ଵରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ଵରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗର୍ଭାବସ୍ଥା, (ଇଂରାଜୀରେ ପ୍ରେଗନାନ୍ସି, ଗ୍ରାଭିଡିଟି ବା ଜେସ୍ଟାସନ ଯଥାକ୍ରମେ Pregnancy, also known as gravidity or gestation), ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଶିଶୁ ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଅଜନସିଙ୍ଗେନିଆ (ଇଂରାଜୀ: Ajancingenia) ଡାଇନୋସର ବଂଶର ଜୀବ ଅଟେ । ଏହି ଜୀବଟି ବର୍ତ୍ତମାନ ବିଲୁପ୍ତ । ଏହାର ଜୀବାଶ୍ମ ଓ ଅବଶେଷ ଏସିଆରୁ ମିଳିଥିଲା । ବହୁ ସ୍ୱର୍ଗୀୟ କ୍ରେଟାସିୟସ - ଜୀବାଷ୍ମ ଭୂବୈଜ୍ଞାନିକ ଗଠନ, ୭୦ ଲକ୍ଷ ବର୍ଷ ପୂର୍ବେ ମଙ୍ଗୋଲୀୟର ଜୀବାଷ୍ମ ମିଳିଛି । ଅଜନସିଙ୍ଗେନିଆ ବିବିଧ ନମୁନାରୁ ଜଣାଯାଇଥାଏ, ଯେଉଁଥିରେ ଅସ୍ତ୍ରଶସ୍ତ୍ର, ଗୋଡ, ଶ୍ରେଣୀ, କାନ୍ଧ କମର ବନ୍ଧ, ଆଶିଂକ ଖପୁରି ଓ କିଛି ମେରୁହାଡ ଅନ୍ତର୍ଭୁକ୍ତ ରହିଛି । କିଛି ସାମଗ୍ରୀକୁ "ଅଜନନେସିୟା" ଋପେ ସନ୍ଦର୍ଭିତ କରାଯାଇଥାଏ ଯାହା ଛୋଟ ସରଞ୍ଚନାରୁ ଆସିଥାଏ, କିନ୍ତୁ ଏଥିରୁ କିଛି ନମୁନା ଗୁଡିକୁ ପ୍ରଶ୍ନବାଚକ ଋପେ ମାନିନିଆ ଯାଇଛି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୨୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଜୟ ଜବାନ ଜୟ କିଶାନ ଲାଲବାହାଦୁର ଶାସ୍ତ୍ରୀଙ୍କଦ୍ୱାରା ଦିଆଯାଇଥିବା ଏକ ସ୍ଲୋଗାନ ଅଟେ | ୧୯୬୫ ମସିହାରେ ଭାରତର ରାଜଧାନୀ ଦିଲ୍ଲୀର ରାମ୍ଲୀଲା ମୈଦାନ୍ଠାରେ ଏକ ଜନ ସମାବେଶରେ ଲାଲବାହାଦୁର ଶାସ୍ତ୍ରୀ ପ୍ରଥମ ଥର ପାଇଁ ଏହି ସ୍ଲୋଗାନ ଦେଇଥିଲେ । ଜବାହରଲାଲ ନେହେରୁଙ୍କ ପରେ ଲାଲବାହାଦୁର ଶାସ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ପଦ ଅଳଙ୍କୃତ କରିଥିଲେ । ତେବେ ଏହି ସମୟରେ ପାକିସ୍ତାନ ଭାରତ ଉପରେ ଆକ୍ରମଣ କରିଥିଲା । ଏହି ସମୟରେ ଦେଶରେ ଖାଦ୍ୟ ଶସ୍ୟର ଘୋର ଅଭାବ ଦେଖାଦେଇଥିଲା । ତେଣୁ ଭାରତକୁ ଖାଦ୍ୟ ଶସ୍ୟ ଆମଦାନୀ କରିବା ପାଇଁ ଅନ୍ୟ ରାଷ୍ଟ୍ର ଉପରେ ନିର୍ଭରଶୀଳ ହେବାକୁ ପଡ଼ିଲା । ଏଭଳି ପରିସ୍ଥିତିରେ ଲାଲବାହାଦୁର ଶାସ୍ତ୍ରୀ ଜୟ ଜବାନ ଜୟ କିଶାନ ସ୍ଲୋଗାନଦ୍ୱାରା ଦେଶକୁ ରକ୍ଷା କରିବା ପାଇଁ ସୈନିକମାନଙ୍କୁ ଆହ୍ୱାନ ଦେବା ସହ ଭାରତର ଖାଦ୍ୟ ଶସ୍ୟ ଆମଦାନୀର ମାତ୍ରାକୁ କମ୍ କରିବା ନିମନ୍ତେ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବା ପାଇଁ କୃଷକମାନଙ୍କୁ ଉତ୍ସାହିତ କରିବାକୁ ପ୍ରୟାସ କରିଥିଲେ । ସେ ସମୟରେ ଏହା ଏକ ଖୁବ୍ ଲୋକପ୍ରିୟ ସ୍ଲୋଗାନରେ ପରିଣତ ହୋଇଥିଲା ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ କୋଷମାନଙ୍କର ଅସ୍ଵଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ଵବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ ସୃଷ୍ଟି (ଇଂରାଜୀରେ: Tumor) କରିଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ଗୋପାଳ ମହାପାତ୍ର ଏବେ ସମାଜର ସମ୍ପାଦକ ଏବଂ କିଶୋର ଚନ୍ଦ୍ର ତ୍ରିପାଠୀ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପାଇରିମେଥାମିନ (ଇଂରାଜୀରେ Pyrimethamine), ଏକ ବିକ୍ରୟ ନାମ ଡାରାପ୍ରିମ (Daraprim), ଏକ ଔଷଧ ଯାହା ଟକ୍ସୋପ୍ଲାଜମୋସିସ (toxoplasmosis) ଓ ସିସ୍ଟୋଆଇସୋସ୍ପୋରିଆସିସ (cystoisosporiasis) ରୋଗମାନଙ୍କରେ ଲିଉକୋଭୋରିନ (leucovorin) ସହ ଦିଆଯାଏ । ଦ୍ୱତୀୟ ଧାଡ଼ିର ପ୍ରତିଷେଧ ରୂପେ ନିମୋସିସ୍ଟାଇଟିସ ଜିରୋଭେସି ନିମୋନିଆ (Pneumocystis jiroveci pneumonia ବା PCP) ରୋଗ ଭୋଗୁଥିବା ଏଚଆଇଭି/ଏଡସ ରୋଗଗ୍ରସ୍ତ ଲୋକଙ୍କୁ ଡାପସୋନ (dapsone) ଔଷଧ ସହିତ ଏହା ଦିଆଯାଏ । ଅତୀତରେ ଏହା ମ୍ୟାଲେରିଆ ରୋଗୀଙ୍କୁ ଦିଆଯାଉଥିଲା, କିନ୍ତୁ ଏହାର ପ୍ରତିରୋଧ ଯୋଗୁ ଅଧୁନା ଏହା ଦିଆଯାଉନାହିଁ । ପାଇରିମେଥାମିନ ପାଟିରେ ଦିଆଯାଏ ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ସାହିତ୍ୟ ଭାରତୀ କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକା ଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ ।
କାଛୁ ବା ସାତ ବର୍ଷିଆ ଗଲୁ ଏକ ଚର୍ମ ସଂକ୍ରମଣ ଯାହା ସାର୍କୋପ୍ଟେସ ସ୍କାବି ନାମକ ଉକୁଣି ଜାତୀୟ ଜୀବର ସଂକ୍ରମଣ ଯୋଗୁ ହୁଏ । ଏହାର ସାଧାରଣ ଲକ୍ଷଣ: ଗଲୁ ଓ ଏକ ବ୍ରଣ ଭଳି ରାସ । ବେଳେ ବେଳେ ଚର୍ମରେ କ୍ଷୁଦ୍ର କଣା ଦେଖାଯାଏ । ପ୍ରଥମ ସଂକ୍ରମଣର ୨ରୁ ୬ ସପ୍ତାହ ପରେ ଲକ୍ଷଣ ଆରମ୍ଭ ହୁଏ । ଦ୍ୱିତୀୟ ଥର ସଂକ୍ରମଣ ହେଲେ ଗୋଟିଏ ଦିନରେ ଲକ୍ଷଣ ଆରମ୍ଭ ହୁଏ । ଏହି ଲକ୍ଷଣ ସମୂହ ସାରା ଦେହରେ ଦେଖାଯାଇପାରେ କିନ୍ତୁ କଚଟି, ଆଙ୍ଗୁଳି ସନ୍ଧି ଓ ଅଣ୍ଟାଗାରରେ ହୁଏ । ମୁଣ୍ଡରେ ସାଧାରଣତଃ ଅଳ୍ପ ବୟସ ପିଲାଙ୍କର ହୁଏ, ବଡ଼ ପିଲା ଓ ବୟସ୍କ ଲୋକଙ୍କର ହୁଏ ନାହିଁ । ଅଧିକାଂଶ ସମୟରେ ରାତିରେ ଗଲୁ ହେ । କୁଣ୍ଡେଇବାଦ୍ୱାରା ଚର୍ମରେ କ୍ଷତ ସୃଷ୍ଟି ହୋଇ ସଂକ୍ରମଣ ହୁଏ । କାଛୁ ରୋଗ ଏକ ପ୍ରକାର ଉକୁଣିଜାତୀୟ ପ୍ରାଣୀ (ଇଂରାଜୀ ଭାଷାରେ ମାଇଟ/ Mite) ସାର୍କୋପ୍ଟେସ ସ୍କାବିଦ୍ଵାରା ସଂକ୍ରମିତ ହୁଏ । ସାର୍କୋପ୍ଟେସ ମଣିଷ ଚର୍ମରେ କଣା କରି ରହେ ଓ ଅଣ୍ଡା ଦିଏ । ଏହି ସଂକ୍ରମଣରେ ମାଇଟ ପ୍ରତି ଦେହରେ ଆଲର୍ଜି ସୃଷ୍ଟି ହୁଏ । ଅଧିକାଂଶ ସମୟରେ କେବଳ 10ରୁ 15ଟି ମାଇଟ ସଙ୍କ୍ରମଣରେ ରହନ୍ତି । ଅଧିକାଂଶ ସମୟରେ ଦୀର୍ଘ ସମୟ ଧରି ସଂସ୍ପର୍ଶରେ (ଯେପରି ଯୌନ ସମ୍ପର୍କ) ରହିଲେ ରୋଗୀ ଚର୍ମରୁ ସିଧା ସଳଖ ସୁସ୍ଥ ଲୋକକୁ ବ୍ୟପିବା ଦେଖାଯାଏ । ଲକ୍ଷଣ ବାହାରିବା ପୂର୍ବରୁ ମଧ୍ୟ ଜଣକର ଦେହରୁ ସଂକ୍ରମଣ ହୋଇପାରିବ । ଅଳ୍ପ ସ୍ଥାନରେ ଅଧିକ ଲୋକ ଏକତ୍ରିତ ରହୁଥିଲେ (ଯେପରିକି ଜେଲଖାନା, ପିଲାମାନେ ରହୁଥିବା ଅସ୍ଵାସ୍ଥ୍ୟକର ଛାତ୍ରାବାସ) ରୋଗ ବ୍ୟାପିବା ସମ୍ଭାବନା ଅଧିକ ରହେ । ଜନବସତି ସ୍ଥାନରେ ଜଳାଭାବ ମଧ୍ୟ ଏହାର ଏକ କାରଣ ରୂପେ ଜଣାଶୁଣା । ବକଳ କାଛୁ ଏହାର ଏକ ଗମ୍ଭୀର ସମସ୍ୟାଯୁକ୍ତ ଅବସ୍ଥା । ଇମ୍ମ୍ୟୁନିଟି ଅଭାବ ଥିବା ଲୋକର ଏହି ରୋଗ ହୁଏ ଓ ନିଯୁତାଧିକ ମାଇଟ ଦେହରେ ଥିବାରୁ ଅଧିକ ସଂକ୍ରମଣ ଆଶଙ୍କା ହୁଏ । ଏହି ଧରଣର ଲୋକଙ୍କର ସାମାନ୍ୟ ସ୍ପର୍ଶରେ ବା ଜିନିଷ ସଂସ୍ପର୍ଶରେ ଆସିଲେ ଏହି ରୋଗ ଡିଏ । ଖାଲି ଆଖିକୁ ମାଇଟ ଦେଖାଯାନ୍ତି ନାହିଁ ଚିହ୍ନ ଓ ଲକ୍ଷଣ ଦେଖି ସହଜରେ ରୋଗ ନିର୍ଣ୍ଣୟ କରିହୁଏ । କାଛ ରୋଗ ଚିକିତ୍ସା ନିମନ୍ତେ ପରମେଥ୍ରୀନ, କ୍ରୋଟାମିଟ୍ରୋନ ଓ ଲିଣ୍ଡେନ ମଲମ ଓ ଲିଭରମେକ୍ଟିନ ବଟିକା ମିଳୁଛି । ଗୋଟିଏ ଘରେ ଏକ ମାସ ମଧ୍ୟରେ ଯୌନ ସମ୍ପର୍କ ରଖିଥିବା ସମସ୍ତଙ୍କୁ ଏକକାଳୀନ ଚିକିତ୍ସା କରିବା ଉଚିତ । ଗତ ୩ ଦିନରେ ବ୍ୟବହାର କରିଥିବା ଲୁଗାପଟା ଗରମ ପାଣିରେ ଧୋଇ ଖରାରେ ବା ଡ୍ରାୟର ଯନ୍ତରେ ଶୁଖେଇବା ଆବଶ୍ୟକ । ମଣିଷ ଚମ ବାହାରେ ମାଇଟ ୩ ଦିନରୁ ଅଧିକ ବଞ୍ଚି ପାରୁ ନ ଥିବାରୁ ଅଧିକ ଧୋଇବା ଅନାବଶ୍ୟକ । ଚିକିତ୍ସା ପରେ୨ରୁ ୪ ସପ୍ତାହ ପର୍ଯ୍ୟନ୍ତ ଲକ୍ଷଣ ଲାଗିରହି ପାରେ । ଏହା ପରେ ଲକ୍ଷଣ ଲାଗି ରହିଲେ ଆଉଠାରେ ଚିକିତ୍ସା କରିବା ଆବଶ୍ୟକ ହୁଏ । ପିଲାଙ୍କୁ ହେଉଥିବା ଅତି ସାଧାରଣ ଚର୍ମ ରୋଗ ମଧ୍ୟରୁ କାଛୁ ଗୋଟିଏ, ଅନ୍ୟ ଦୁଇଟିର ନାମ ଯାଦୁ ଓ ଜୀବାଣୁ ଜନିତ ସଂକ୍ରମଣ.
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ଵର ବିଶ୍ଵାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକ ଗୁଡିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ବୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ବ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ବସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ବାନ ଦେଇଥାନ୍ତି । ଲୋକ ନାଟକର ସୃଷ୍ଟି ଉତ୍ସ ସମ୍ପର୍କରେ କେତେଗୁଡିଏ ତଥ୍ୟ ହେଲା । ସେଗୁଡିକ ହେଲା :୧-ପ୍ରକୃତି ପ୍ରଭାବ,୨-ଧର୍ମ ଟିନ୍ତନ,୩-କୃଷି ସଭ୍ୟତା,୪-ସାମରିକ ପରମ୍ପରା,୫- କାରୁକଳା,୬-ଆଦିବାସୀ ଓ ଓଡଶୀ ନୃତ୍ୟ ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋଟିଏ ସ୍ଵାଧୀନ ରାଷ୍ଟ୍ରର ଶାସନ ପରିଚାଳନା ନିମନ୍ତେ ଅନୁସୃତ ନିୟମାବଳୀର ସମଷ୍ଟିକୁ ସମ୍ବିଧାନ କୁହାଯାଏ । ୧୯୪୭ ଅଗଷ୍ଟ ୧୫ ତାରିଖରେ ବ୍ରିଟିଶ ଶାସନ କବଳରୁ ଭାରତ ରାଜନୈତିକ ସ୍ଵାଧୀନତା ହାସଲ କଲାବେଳେ ଦେଶରେ ଏକ ସ୍ଥାୟୀ ସମ୍ବିଧାନ ନଥିଲା। ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏକ ସାର୍ବଭୌମ ରାଷ୍ଟ୍ରର ମୂଳଦୁଆ ହେଉଛି ନିଜସ୍ଵ ସମ୍ବିଧାନ । ବ୍ରିଟିଶ ସରକାର ୧୯୩୫ ମସିହାରେ ଭାରତ ପାଇଁ ଏକ ସାମ୍ବିଧାନିକ ଢାଞ୍ଚା ‘ଗଭର୍ଣ୍ଣମେଣ୍ଟ ଅଫ ଇଣ୍ଡିଆ ଆକ୍ଟ-୧୯୩୫’ ପ୍ରସ୍ତୁତ କରିଥିଲେ। ୧୯୪୬ ଡିସେମ୍ବର ୯ ତାରିଖରେ ପ୍ରଥମଥର ପାଇଁ ଭାରତର ସମ୍ବିଧାନ ପ୍ରଣୟନ ସଭା (କନଷ୍ଟିଚୁଏଣ୍ଟ ଆସେମ୍ବ୍ଲି ଅଫ ଇଣ୍ଡିଆ) ଗଠିତ ହୋଇଥିଲା । ଏହି ସଭାରେ ଜବାହରଲାଲ ନେହେରୁ, ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ, ଡ. ରାଜେନ୍ଦ୍ର ପ୍ରସାଦ ମୂଖାର୍ଜୀ , ବଳବନ୍ତ ରାଏ ମେହେଟା , କେ. ଏମ.
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ଵାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।