ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ହାଇପରକ୍ୟାଲସେମିଆ (ଇଂରାଜୀ ଭାଷାରେ Hypercalcaemia ବା hypercalcemia) ନାମ ଦିଆଯାଏ ଯେତେବେଳେ ରକ୍ତରେ (blood serum) କ୍ୟାଲସିଅମ (calcium) (Ca2+) ମାତ୍ରା ସାଧାରଣ ସ୍ତର ଅପେକ୍ଷା ଅଧିକ ହୋଇଯାଏ । କ୍ୟାଲସିଅମର ସାଧାରଣ ସ୍ତର ରକ୍ତରେ ୨.୧ରୁ ୨.୬ ମିମୋ/ଲି ବା ୮.୮ରୁ ୧୦.୭ ମିଗ୍ରା/ଡେଲି ଥାଏ, ଏହି ସ୍ତର ୪.୩ରୁ ୫.୨ ମିଇକ୍ୟୁ/ଲିରୁ ଅଧିକ ହେଲେ ହାଇପରକ୍ୟାଲସେମିଆ ନାମ ଦିଆଯାଏ । ଏହି ମାତ୍ରା ସାମାନ୍ୟ ଅଧିକ ହୋଇଥିଲେ ଓ ଧୀରେ ଧୀରେ ଅଧିକ ହେଉଥିଲେ ସାଧାରଣତଃ କୌଣସି ଲକ୍ଷଣ ଦେଖାଯାଏ ନାହିଁ । ଶୀଘ୍ର କ୍ୟାଲସିଅମ ସ୍ତର ବଢ଼ୁଥିଲେ ବା ଅଧିକ ଥିଲେ ଉଦର ଯନ୍ତ୍ରଣା (abdominal pain), ଅସ୍ଥି ଯନ୍ତ୍ରଣା, ଦ୍ୱନ୍ଦ (confusion), ଅବସାଦ (depression), ଦୁର୍ବଳତା, ବୃକ୍କ ପଥର ରୋଗ ବା ହୃଦ୍ରୋଧ ଭଳି ଅନିୟମିତ ହୃତ୍ ସ୍ପନ୍ଦନ ଇତ୍ୟାଦି ବେମାରୀ ହୋଇପାରେ । ପ୍ରାଥମିକ ହାଇପରପାରାଥାଇରଏଡିଜ୍ମ ବା କର୍କଟ ରୋଗ ଯୋଗୁ ଅଧିକାଂଶ ହାଇପରକ୍ୟାଲସେମିଆ ହୁଏ । ଅନ୍ୟାନ୍ୟ କାରଣମାନଙ୍କ ମଧ୍ୟରେ ସାର୍କଏଡୋସିସ (sarcoidosis), ଯକ୍ଷ୍ମା। ପ୍ୟାଜେଟସ ଡିଜିଜ (Paget disease), ଜୀବସାର ଘ ବିଷାକ୍ତତା (vitamin D toxicity), ଫ୍ୟାମିଲିଆଲ ହାଇପୋକ୍ୟାଲସିୟୁରିକ ହାଇପରକ୍ୟାଲସେମିଆ (familial hypocalciuric hypercalcaemia) ଓ ଲିଥିଅମ (lithium) ତଥା ହାଇଡ୍ରୋକ୍ଲୋରୋଥିଆଜାଇଡ ଭଳି କେତେକ ଔଷଧ ଯୋଗୁ ଏହି ଅବସ୍ଥା ଜାତ ହୁଏ । ଗୋଟିଏ ସପ୍ତାହର ଚିକିତ୍ସା ପରେ କ୍ୟାଲସିଅମ ସ୍ତର ସଠିକ (corrected calcium) ହେଲେ ବ ଆୟୋନାଇଜଡ କ୍ୟାଲସିଅମ (ionized calcium) ସ୍ତର ଦେଖି ରୋଗ ନିର୍ଣ୍ଣୟ କରାଯାଏ । ଇସିଜିରେ (electrocardiogram) ନିର୍ଦ୍ଦିଷ୍ଟ ପରିବର୍ତ୍ତନ ଦେଖାଯାଏ । ଅନ୍ତର୍ନିହିତ କାରଣର ଚିକିତ୍ସା ସହିତ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids), ଫୁରୋସେମାଇଡ, କ୍ୟାଲସିଟୋନିନ (calcitonin) ବା ପାମିଡ୍ରୋନେଟ (pamidronate) ଇତ୍ୟାଦି ଦିଆଯାଏ । ଫୁରୋସେମାଇଡର ଉପକାରୀତାର ବିଶେଷ ପ୍ରମାଣ ମିଳୁନାହିଁ । କ୍ୟାଲସିଅମ ସ୍ତର ଅତ୍ୟଧିକ ହୋଇଥିଲେ ଡାକ୍ତରଖାନାରେ ଆଡମିଶନ ଆବଶ୍ୟକ ହୁଏ । ଏହି ଚିକିତ୍ସା ଯୋଗୁ ଉପକାର ନ ମିଳିଲେ ହେମୋଡାଏଲିସିସ (Hemodialysis) କରାଯାଇପାରେ । ଜୀବସାର ଘ ଯୋଗୁ ହୋଇଥିଲେ ସ୍ଟିରଏଡ ଆବଶ୍ୟକ ହୁଏ । ହାଇପରକ୍ୟାଲସେମିଆ ସାଧାରଣ ଭାବରେ ଦେଖାଯାଏ । ପ୍ରାଥମିକ ହାଇପରପାରାଥାଇରଏଡିଜ୍ମ ରୋଗ ପ୍ରତି ଏକ ହଜାର ଲୋକରେ ୧ରୁ୭ ଜଣକୁ ହୁଏ ଓ କର୍କଟ ରୋଗୀଙ୍କ ମଧ୍ୟରୁ ୨.୭% ଜଣକୁ ହାଇପରକ୍ୟାଲସେମିଆ ହୁଏ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । କେତେକ ଏହାକୁ କୋଶଳ ଅଞ୍ଚଳ ବୋଲି କହି ଥାଆନ୍ତି । ପଞ୍ଚମ ଶତାବ୍ଦୀ ପୂର୍ବରୁ ଏହି ଅଞ୍ଚଳ ଦକ୍ଷିଣ କୋଶଳ ନାମରେ ପରିଚିତ ଥିଲା ଏବଂ ଏହା ଏକ ବିଶାଳ ଭୌଗୋଳିକ ଅଞ୍ଚଳ ଥିଲା । ଏହା କୃଷିପ୍ରଧାନ ଅଞ୍ଚଳ ଭାବରେ ଏକ ସାଂସ୍କୃତିକ ସମନ୍ନ୍ୟୟ ପୂର୍ଣ ଅଞ୍ଚଳ ଥିଲା । ଏବେ କଳାହାଣ୍ଡି , କୋରାପୁଟ ଓ ବଲାଙ୍ଗିର ମରୁଡ଼ି ପ୍ରବଣ ଜିଲ୍ଲା ଭାବେ KBK ନାମରେ ଚିହ୍ନିତ ହେଇ ଅନେକ ବର୍ଷ ହେଲା କେନ୍ଦ୍ର ତଥା ରାଜ୍ୟ ସରକାରଙ୍କଦ୍ଵାରା ସ୍ଵତନ୍ତ୍ର ସାହାଯ୍ୟ ପ୍ରାପ୍ତ ହେଇଥିଲେ ମଧ୍ୟ ଖୁବ ଦରିଦ୍ର ଓ ଅନା ଟନ ଭିତରେ ଏହାର ଅଧିକାଂଶ ଅଧିବାସୀ ରହିଛନ୍ତି । ପୁଣି ପୁରା ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାର ସ୍ଵତନ୍ତ୍ର 'ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ' ( WODC ) ଗଠନ କରିଛନ୍ତି ।
ସ୍ଵାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ଵ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ଵଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ଵଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ଵନାଥ ଦତ୍ତ ଓ ଭୁବନେଶ୍ଵରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ଵାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ଗେରୁଆ ପୋଷାକ ଧାରଣ କରିଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ଵରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କଥା ରହିଗଲା କାଳ କାଳକୁ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅସୀତ ପତି ଓ ଅଞ୍ଜନା ପତି । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅସୀତ ପତି । ପ୍ରମୋଦ ତ୍ରିପାଠୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । କୁମାର ଆନନ୍ଦ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଓ ନିର୍ଦ୍ଦେଶନା ଦେଇଥିଲେ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଲଲିତଗିରି (ନଳିତଗିରି ନାମରେ ମଧ୍ୟ ଜଣା) ଓଡ଼ିଶାର କେତେକ ମୁଖ୍ୟ ଓ ପୁରାତନ ବୌଦ୍ଧ ସ୍ତୂପ ଓ ବିହାରର ସମାହାର । ଏହା ଓଡ଼ିଶାର ରତ୍ନଗିରି ଭଳି ଏକ ପୁରାତନ କୀର୍ତ୍ତିରାଜି । ଲଳିତଗିରି, ଉଦୟଗିରି ଓ ରତ୍ନଗିରି ପୁରାତନ ପୁଷ୍ପଗିରି ବିଶ୍ଵବିଦ୍ୟାଳୟର ଏକ ଅଂଶ । ପୁରାତନ ଅନୁଶାସନ ଅନୁସାରେ ଏହାର ଐତିହାସିକ ନାମ ମାଧବପୁର ମହାବିହାର ଥିଲା । ଗୌତମ ବୁଦ୍ଧଙ୍କ ଅସ୍ଥି-ସମ୍ବଳିତ ଏକ ପୁରାତନ ଆଧାର ରଖାଯାଇ ଏକ ସଂଗ୍ରହାଳୟ ଏଠାରେ ନିର୍ମାଣ କରାଯାଇଅଛି । ତାହା ସହ ବାକି ଅନେକ ପ୍ରତ୍ନତତ୍ତ୍ଵିକ ବସ୍ତୁ ମଧ୍ୟ ଏଠାରେ ଜନସାଧାରଣଙ୍କ ଦର୍ଶନ ନିମନ୍ତେ ରଖାଯାଇଅଛି । ୧୯୮୫-୯୨ ଭିତରେ ଏହା ଏ.ଏସ.ଆଇ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୁଦ୍ଧ ଓ ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପଦ୍ମ ବେଶ ଏକ ଭାବମୂଳକ ବେଶ ଅଟେ । ମାଘ ଅମାବାସ୍ୟା ପରେ ବସନ୍ତ ପଞ୍ଚମୀ ପୂର୍ବରୁ ପଡୁଥିବା ବୁଧବାର ବା ଶନିବାର ଦିନ ଏହି ବେଶ କରାଯାଇଥାଏ । ବର୍ଷକରେ କେବଳ ଏହି ଗୋଟିଏ ଦିନ ମହାପ୍ରଭୁ ପଦ୍ମବେଶରେ ହିଁ ପହୁଡ଼ ଯାଆନ୍ତି । ବଡ଼ସିଂହାର ବେଶ ହୁଅନ୍ତି ନାହିଁ । କେତେକ ଗବେଷକଙ୍କ ମତରେ ଏହି ବେଶର ପ୍ରବର୍ତକ ହେଉଛନ୍ତି ବଡ଼ଛତା ମଠର ସନ୍ଥ ରଘୁବର ଦାସ (ଶପ୍ତଦଶ ଶତାବ୍ଦୀ) ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ନିଷ୍କ୍ରିୟ ଗ୍ୟାସ ଗୁଡ଼ିକ (ଇଂରାଜୀ: Noble gas; ନୋବେଲ ଗ୍ୟାସ) ମୌଳିକ ମାନଙ୍କର ପର୍ଯ୍ୟାୟ ସାରଣୀରେ ଏକ ଶ୍ରେଣୀ ଅଟେ । ଏହି ଶ୍ରେଣୀରେ ଥିବା ମୌଳିକ ମାନଙ୍କର ରାସାୟନିକ ପ୍ରତିକ୍ରିୟା କରିବାର କ୍ଷମତା ବହୁତ କମ ଥାଏ । ପ୍ରକୃତିକ ଭାବେ ମିଳୁଥିବା ଛଅଟି ନିଷ୍କ୍ରିୟ ଗ୍ୟାସ ଗୁଡ଼ିକ ହେଲେ: ହିଲିଅମ୍ (He), ନିଅନ୍ (Ne), ଆର୍ଗନ୍ (Ar), କ୍ରିପ୍ଟନ୍ (Kr), ଜେନନ୍ (Xe), ଓ ର୍ୟାଡ଼ନ୍ (Rn) ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (୧୬୭୦ - ୧୭୪୦) ଷୋଡ଼ଶ ଶତାବ୍ଦୀରେ ପୁରାତନ ରାଜଶାସିତ ଘୁମୁସୁରର କୁଲାଡ଼ଠାରେ ଜନ୍ମିତ ରୀତିଯୁଗର ଜଣେ ଓଡ଼ିଆ କବି । ତାଙ୍କର ପାଣ୍ଡିତ୍ୟପୂର୍ଣ୍ଣ ସାହିତ୍ୟ କୃତି ପାଇଁ ତାଙ୍କୁ କବି ସମ୍ରାଟ ଉପାଧିରେ ଭୂଷିତ କରାଯାଇଅଛି । ଓଡ଼ିଆ ସାହିତ୍ୟରେ ଥିବା ଅସଂଖ୍ୟ କବିଙ୍କ ମଧ୍ୟରେ ସେ ଅସାଧାରଣ ପ୍ରସିଦ୍ଧି ଲାଭ କରିଅଛନ୍ତି । ଏକ ରାଜ ପରିବାରରେ ଜନ୍ମିତ ଉପେନ୍ଦ୍ର ଭଞ୍ଜ ରାଜପଦଠାରୁ ଦୂରରେ ରହି ଓଡ଼ିଆ ସାହିତ୍ୟରେ ମନୋନିବେଶ କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ । ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି । ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଅଗ୍ନାଶୟ ପ୍ରଦାହ (ଇଂରାଜୀରେ Pancreatitis) ରୋଗ ଦେହରେ ଥିବା ଅଗ୍ନାଶୟର ପ୍ରଦାହକୁ ବୁଝାଏ । ପାକସ୍ଥଳୀର ପଛପଟେ ଅଗ୍ନାଶୟ ନାମକ ଏକ ବଡ଼ ଗ୍ରନ୍ଥି ବା ଗ୍ଲାଣ୍ଡ ଥାଏ ଯେଉଁଥିରୁ ପାଚକ ଏଞ୍ଜାଇମ ନିର୍ଗତ ହୁଏ । ଏହାର ଦୁଇ ପ୍ରକାର ପ୍ରଦାହ ହୋଇପାଏ ଯଥା ଆକ୍ୟୁଟ ଅଗ୍ନାଶୟ ପ୍ରଦାହ ଓ କ୍ରନିକ ଅଗ୍ନାଶୟ ପ୍ରଦାହ । ଏହି ରୋଗର ଲକ୍ଷଣ ହେଲା ଉପର ପେଟର ମଧ୍ୟଭାଗରେ ବା ଏପିଗ୍ୟାସ୍ଟ୍ରିଅମରେ ଯନ୍ତ୍ରଣା, ଓକାଳ ଓ ବାନ୍ତି । ଅଧିକାଂଶ ସମୟରେ ଏହି ଯନ୍ତ୍ରଣା ପିଠିରେ ହୁଏ ଓ ଅତି ତୀବ୍ର ହୁଏ । ଆକ୍ୟୁଟ ଅଗ୍ନାଶୟ ପ୍ରଦାହରେ ଜ୍ୱର ହୋଇପାରେ ଯାହା କିଛିଦିନ ପରେ ଉପଶମ ହୋଇଯାଏ । କ୍ରନିକ ଅଗ୍ନାଶୟ ପ୍ରଦାହ ରୋଗରେ ଓଜନ ହ୍ରାସ, ଚର୍ବିଳ ମଳ ଓ ତରଳ ଝାଡ଼ା ହୁଏ । ଏହି ରୋଗ ଜଟୀଳ ହେଲେ ସଂକ୍ରମଣ, ରକ୍ତସ୍ରାବ, ଡାଏବେଟିସ ମେଲିଟସ କିମ୍ବା ଏହା ସହିତ ଅନ୍ୟ ଅଙ୍ଗମାନଙ୍କର ଅସୁବିଧା ହୁଏ । ଅତ୍ୟଧିକ ମଦ୍ୟପାନ ଓ ଅଗ୍ନାଶୟରେ ପିତ୍ତାସ୍ମରୀ ବା ପିତ୍ତକୋଷ ପଥର ଏହି ଅଗ୍ନାଶୟରେ ରହିଲେ ସାଧାରଣତଃ ଅଗ୍ନାଶୟ ପ୍ରଦାହ ହୁଏ । ଅନ୍ୟାନ୍ୟ କାରଣ ମଧ୍ୟରେ ଏହି ଅଙ୍ଗରେ ସିଧା ଆଘାତ, କେତେକ ଔଷଧ, ମମ୍ପରୋଗ ସଂକ୍ରମଣ ଭଳି ସଂକ୍ରମଣ ଓ ଅର୍ବୁଦ ଇତ୍ୟାଦି । ଅତ୍ୟଧିକ ମଦ୍ୟପାନ ଅନେକ ବର୍ଷ ଧରି ସେବନ କଲେ ସାଧାରଣତଃ ଏହି ରୋଗ ହୁଏ । ଅନ୍ୟ କାରଣ ମଧ୍ୟରେ ରକ୍ତରେ ଚର୍ବି ଅଂଶର ଆଧିକ୍ୟ, ରକ୍ତରେ ଅଧିକ ପରିମାଣର କ୍ୟାଲସିୟମ, କେତେକ ଔଷଧ ସେବନ, ଜେନେଟିକ ଅସୁବିଧା ଯେପରିକି ସିସ୍ଟିକ ଫାଇବ୍ରୋସିସ ରୋଗ ପ୍ରମୂଖ ଅଟନ୍ତି । ଧୁମ୍ରପାନ ଯୋଗୁ ଆକ୍ୟୁଟ ଅଗ୍ନାଶୟ ଓ କ୍ରନିକ ଅଗ୍ନାଶୟ ପ୍ରଦାହ ରୋଗ ସଙ୍କଟ ସୃଷ୍ଟି ହୁଏ । ରକ୍ତରେ ଆମିଲେଜ (amylase) କିମ୍ବା ଲାଇପେଜ (lipase) ପରିମାଣ ତିନିଗୁଣ ଅଧିକ ଥିଲେ ଆକ୍ୟୁଟ ଅଗ୍ନାଶୟ ପ୍ରଦାହ ରୋଗ ନିର୍ଣ୍ଣୟ କରାଯାଏ । କ୍ରନିକ ଅଗ୍ନାଶୟ ପ୍ରଦାହ ଥିଲେ ଏହି ପରୀକ୍ଷାରେ ସେଭଳି କିଛି ମିଳେନାହିଁ । ରୋଗ ନିର୍ଣ୍ଣୟରେ ମେଡିକାଲ ଇମେଜିଙ୍ଗ ଯେପରିକି ଅଲଟ୍ରାସାଉଣ୍ଡ ଓ ସିଟି ସ୍କାନ ସାହାଯ୍ୟ କରିପାରେ । ଆକ୍ୟୁଟ ଅଗ୍ନାଶୟ ପ୍ରଦାହ ରୋଗ ହେଲେ ଶୀରାମାଧ୍ୟମ ତରଳ ପଦାର୍ଥ, ଯନ୍ତ୍ରଣା ଔଷଧ ଓ ବେଳେ ଆଣ୍ଟିବାୟୋଟିକ ଦିଆଯାଏ । ପାଟିରେ କୌଣସି ଖାଦ୍ୟ ଦିଆଯାଏ ନାହିଁ ଓ ନାସାପାକସ୍ଥଳୀ ନଳୀ ମାଧ୍ୟମରେ ଦିଆଯାଏ । ଅଗ୍ନାଶୟ ନଳିକା ବାଟ ବନ୍ଦ ଥିଲେ ଗୋଟିଏ ପ୍ରଥା ଅବଲମ୍ବନ କରାଯାଏ ଯାହାର ନାମ ଏଣ୍ଡୋସ୍କୋପିକ ରେଟ୍ରୋଗ୍ରେଡକୋଲାଞ୍ଜିଓପାଙ୍କ୍ରିଆଟୋଗ୍ରାଫି (ERCP) । ପିତ୍ତକୋଷରେ ପିତ୍ତପଥର ଥିଲେ ଅପରେଶନ କରି ପିତ୍ତକୋଷ ବାହାର କରିଦିଆଯାଏ । କ୍ରନିକ ଅଗ୍ନାଶୟ ପ୍ରଦାହ ହୋଇଥିଲେ ଉପରଲିଖିତ ଉପଚାର ସହିତ ସାମୟିକ ନାସାପାକସ୍ଥଳୀ ନଳୀ ମାଧ୍ୟମରେ ଯଥେଷ୍ଟ ପୋଷକ ଖାଦ୍ୟ ଦିଆଯାଏ । ଦୀର୍ଘସ୍ଥାୟୀ ଖାଦ୍ୟ ପରିବର୍ତ୍ତନ ଓ ଅଗ୍ନାଶୟ ଏଞ୍ଜାଇମ ପୁନଃସ୍ଥାପନ କରାଯାଏ । ବେଳେ ବେଳେ ଅପରେଶନ କରି ଅଗ୍ନାଶୟର କିଛି ଅଂଶ ବାହାର କରାଯାଏ । ବାର୍ଷିକ ପ୍ରତି ଏକ ଲକ୍ଷ ଜନସଂଖ୍ୟାରେ ୩୦ ଜଣକୁ ଆକ୍ୟୁଟ ଅଗ୍ନାଶୟ ପ୍ରଦାହ ରୋଗ ହୁଏ । ପ୍ରତି ଏକ ଲକ୍ଷ ଲୋକରେ ନୂଆ କ୍ରନିକ ଅଗ୍ନାଶୟ ପ୍ରଦାହ ୮ ଜଣକୁ ହୁଏ ଓ ଆମେରିକାରେ ଅଧୁନା ଏକ ଲକ୍ଷ ଲୋକରେ ୫୦ ଜଣ ଏହି ରୋଗରେ ପିଡ଼ିତ ଅଛନ୍ତି । ସନ ୧୯୯୦ରେ ପୃଥିବୀରେ ଅଗ୍ନାଶୟ ପ୍ରଦାହ ରୋଗରେ ୮୩,୦୦୦ ମୃତ୍ୟୁ ହୋଇଥିବା ବେଳେ ସନ ୨୦୧୩ରେ ଏହି ସଂଖ୍ୟା ବଢ଼ିଯାଏ ୧୨୩,୦୦୦ ହୋଇଥିଲା । ମହିଳାଙ୍କ ଅପେକ୍ଷା ପୁରୁଷମାନଙ୍କଠରେ ଏହି ରୋଗ ଅଧିକ ହୁଏ । ଅଧିକାଂଶ ସମୟରେ କ୍ରନିକ ଅଗ୍ନାଶୟ ପ୍ରଦାହ ରୋଗ ୩୦ରୁ ୪୦ ବର୍ଷ ବୟସରେ ଆରମ୍ଭ ହୁଏ ଓ ପିଲାଙ୍କର କ୍ୱଚିତ ଏହି ରୋଗ ହୁଏ । ଶବ ବ୍ୟବଚ୍ଛେଦ କରି ୧୮୮୨ ମସିହାରେ ପ୍ରଥମେ ଆକ୍ୟୁଟ ଅଗ୍ନାଶୟ ପ୍ରଦାହ ରୋଗ ଓ ୧୯୪୬ ମସିହାରେ ପ୍ରଥମେ କ୍ରନିକ ଅଗ୍ନାଶୟ ପ୍ରଦାହ ରୋଗର ବର୍ଣ୍ଣନା କରାଯାଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଅପରେଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ଵାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେ ତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେ ରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ା ହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ପ୍ରାକୃତିକ ଭାବେ ମିଳୁଥିବା ଅଧିକାଂଶ ସମସ୍ଥାନିକ ଗୁଡ଼ିକ ସ୍ଥାୟୀ ଅଟନ୍ତି । ଓଜନିଆ ମୌଳିକ ଯଥା ଥାଲିଅମ୍ (Z=୮୧), ସୀସା (Z=୮୨) ଓ ବିସ୍ମଥ୍ (Z=୮୩) ଗୁଡ଼ିକର 'କିଛି' ସମସ୍ଥାନିକ ଏବଂ ପୋଲୋନିଅମ୍ (Z=୮୪) ଠାରୁ ଆରମ୍ଭ କରି ତା' ଠାରୁ ଆହୁରି ଅଧିକ ଓଜନିଆ ମୌଳିକ ଗୁଡ଼ିକର 'ସମସ୍ତ' ସମସ୍ଥାନିକ ସ୍ଥାୟୀ ନୁହନ୍ତି (ନିଉକ୍ଲିଅନ୍ ପିଛା ବନ୍ଧନ ଶକ୍ତି ବହୁତ ଦୁର୍ବଳ) ଓ ଏକ ସ୍ଥାୟୀ ନାଭିରେ ପରିଣତ ହେବା ପର୍ଯ୍ୟନ୍ତ ବିକିରଣ କରିଚାଲନ୍ତି । ଏହି ସ୍ଵତଃସ୍ଫୁର୍ତ ବିକିରଣ (Spontaneous disintegration) ପ୍ରକ୍ରିୟାକୁ ତେଜସ୍କ୍ରିୟ କ୍ଷୟ (ଇଂରାଜୀ: Radioactive decay) କୁହାଯାଏ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ଵାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ହ୍ଵାଟ୍ସଆପ କୁଶଳୀ ଦୂରଭାଷ ଯନ୍ତ୍ରରେ ଚାଲୁଥିବା ଏକ ପ୍ରସିଦ୍ଧ ତତ୍-କ୍ଷଣିକ ବାର୍ତ୍ତା ପ୍ରେରଣକାରୀ ସେବା । ଏହା ସାହାଯ୍ୟରେ ଇଣ୍ଟରନେଟ୍ ମାଧ୍ୟମରେ ଗୋଟିଏ ହ୍ଵାଟ୍ସଆପ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀଙ୍କ କୁଶଳୀ ଦୂରଭାଷ ଯନ୍ତ୍ରକୁ ଲେଖାଯାଇଥିବା ବାର୍ତ୍ତା ପଠାଇପାରନ୍ତି । ଏହା ସହିତ ଅଭିଲିଖିତ ବାର୍ତ୍ତା, ଛବି, ଭିଡିଓ ତଥା ନିଜର ଅବସ୍ଥିତି ମଧ୍ୟ ପଠାଇହୁଏ ।
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ ତାଲିକା
ଓଡ଼ିଶାର ୧୪୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀ ଓ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ସଭ୍ୟମାନଙ୍କ ତାଲିକା ।ସୂଚନା:
ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଜଣେ ଖ୍ୟାତନାମା ଓଡ଼ିଆ ଭାଷାବିଦ, ଲେଖକ ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ଏକ ସମ୍ଭ୍ରାନ୍ତ ଜମିଦାର ବ୍ରାହ୍ମଣ ପରିବାରରେ ହୋଇଥିଲା । ପେଷାରେ ଜଣେ ଓକିଲ ହୋଇଥିଲେ ମଧ୍ୟ ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଦୁର୍ଗା ପୂଜା ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ଵାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ଵିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r