ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜେନେଲିଆ ଡିସୋଜା (ଜନ୍ମ: ୫ ଅଗଷ୍ଟ ୧୯୮୭), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଏବଂ ମଡେଲ । ସେ ମୁଖ୍ୟତଃ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଏବଂ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ କରନ୍ତି । ୨୦୦୩ ମସିହାରେ ଜେନେଲିଆ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏହାପୂର୍ବରୁ ସେ ଜଣେ ମଡେଲ ଭାବରେ କିଛି ବିଜ୍ଞାନପନରେ କାର୍ଯ୍ୟ କରିଥିଲେ । ପାର୍କର ପେନ୍ର ଏକ ବିଜ୍ଞାପନରେ ସେ ଅଭିନେତା ଅମିତାଭ ବଚ୍ଚନଙ୍କ ସହ କାର୍ଯ୍ୟ କରିଥିଲେ । ଏହି ବିଜ୍ଞାପନ ପରେ ତାଙ୍କୁ ତାଙ୍କର ପ୍ରଥମ ଚଳଚ୍ଚିତ୍ର ମିଳିଥିଲା । ୨୦୦୩ରେ ମୁକ୍ତିଲାଭ କରିଥିବା ହିନ୍ଦୀ କଥାଚିତ୍ର ତୁଝେ ମେରି କସମ ଥିଲା ଜେନେଲିଆଙ୍କର ପ୍ରଥମ କଥାଚିତ୍ର । ଏହି କଥାଚିତ୍ରଟିର ବ୍ୟବସାୟିକ ସଫଳ ମଧ୍ୟ ହୋଇଥିଲା । ସେହିବର୍ଷର ଅନ୍ୟ ଏକ ହିନ୍ଦୀ କଥାଚିତ୍ର ବଏଜ୍ ଜେନାଲିଆଙ୍କୁ ଅଧିକ ଲୋକପ୍ରିୟତା ଦେଇଥିଲେ ଏବଂ ପରେ ସେ ତେଲୁଗୁ କଥାଚିତ୍ର ଜଗତରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ୨୦୦୩ରୁ ୨୦୧୨ ମଧ୍ୟରେ ସେ ଅନେକ ସଫଳ ତେଲୁଗୁ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଜେନେଲିଆ ୨୦୦୬ ମସିହାରେ ତାଙ୍କର ପ୍ରଥମ ଫିଲ୍ମଫେୟାର ପୁରସ୍କାର ପାଇଥିଲେ । ୨୦୦୬ର ତେଲୁଗୁ କଥାଚିତ୍ର ବୋମାରିଲୁ ପାଇଁ ତାଙ୍କୁ ମିଳିଥିଲା ତାଙ୍କର ପ୍ରଥମ ଏହି ପ୍ରଥମ ଫିଲ୍ମଫେୟାର ପୁରସ୍କାର । ଏହି ଚଳଚ୍ଚିତ୍ରରେ ଜେନେଲିଆଙ୍କ ସହିତ ସିଦ୍ଧାର୍ଥ ନାୟକ ଭାବରେ ଅଭିନୟ କରିଥିଲେ ଏବଂ ଚଳଚ୍ଚିତ୍ରଟିର ତାଙ୍କୁ ସମୀକ୍ଷକଙ୍କ ପ୍ରଶଂସା ମଧ୍ୟ ଆଣିଦେଇଥିଲା । ୨୦୦୮ରେ ବୋମାରିଲୁ ଚଳଚ୍ଚିତ୍ରଟି ପୁଣିଥରେ ତାମିଲରେ ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର ନାମ ରଖାଯାଇଥିଲା ସନ୍ତୋଷ ସୁଭ୍ରମଣିୟମ୍ ଏବଂ ଏଥିରେ ତାଙ୍କୁ ପୁଣିଥରେ ନାୟିକା ଭାବରେ ନିଆଯାଇଥିଲା । ଏହି ଚଳଚ୍ଚିତ୍ର ଏବଂ ସେହି ବର୍ଷ ମୁକ୍ତିଲାଭ କରିଥିବା ତାଙ୍କର ଏକ ହିନ୍ଦୀ ଚଳଚ୍ଚିତ୍ର ଜାନେ ତୁ... ୟା ଜାନେ ନା ପାଇଁ ତାଙ୍କୁ ସମୀକ୍ଷକମାନେ ପ୍ରଶଂସା କରିଥିଲେ । ଅନେକ ତେଲୁଗୁ ଓ ତାମିଲ ସଫଳ ଚଳଚ୍ଚିତ୍ରରେ ଅଭିନୟ କରି ଜେନେଲିଆ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତରେ ତାଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସ୍ଥାପନ କରିଥିଲେ । ଅଭିନୟ ବ୍ୟତୀତ ଜେନେଲିଆ ଏକ ଦୂରଦର୍ଶନ କାର୍ଯ୍ୟକ୍ରମରେ ଉପସ୍ଥାପିକା ଭାବରେ କାର୍ଯ୍ୟ କରିଥିଲେ । ବିନ୍ଦାସ ଚେନାଲରେ ପ୍ରସାରିତ ଏହି ଧାରାବାହିକ ବିଗ୍ ସୁଇଚ୍ ଛୋଟପିଲାମାନଙ୍କର ଅସୁବିଧା ଉପରେ ପର୍ଯ୍ୟବେଶିତ ଥିଲା । ଏହିସହିତ ସେ ଫାଣ୍ଟା, ଭିର୍ଜିନ୍ ମୋବାଇଲ୍ ଇଣ୍ଡିଆ, ଫାଷ୍ଟଟ୍ରାକ୍, ଏଲ୍.ଜି.
ଶ୍ରୀୟା ଶରଣ (pronounced [ʂrɪjaː sərən] (ଜନ୍ମନାମ: ଶ୍ରୀୟା ଶରଣ ଭଟନାଗର, ଜନ୍ମ: ୧୧ ସେପ୍ଟେମ୍ବର ୧୯୮୨), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ଦକ୍ଷିଣ ଭାରତୀୟ କଥାଚିତ୍ର ଜଗତରେ ଅଭିନୟ କରିନ୍ତୁ । ଏହିସହ ସେ ହିନ୍ଦୀ କଥାଚିତ୍ର ଜଗତ ଏବଂ ଆମେରିକାର ଚଳଚ୍ଚିତ୍ର ଜଗତରେ ମଧ୍ୟ ଅଭିନୟ କରିଛନ୍ତି । ଶ୍ରୀୟା ଉତ୍ତରାଖଣ୍ଡର ଡେରାଡୁନରେ ଜନ୍ମଗ୍ରହଣ କରିଥିଲେ ଏବଂ ତାଙ୍କର ଅଧିକାଂଶ ପିଲାଦିନ ହରିଦ୍ୱାରରେ କଟିଥିଲା । ୨୦୦୧ରେ ଶ୍ରୀୟାଙ୍କର ନୃତ୍ୟଗୁରୁ ତାଙ୍କୁ ଏକ ଆଲବମ ଗୀତରେ କାର୍ଯ୍ୟ କରିବାର ସୁଯୋଗ ଦେଇଥିଲେ । ତାଙ୍କର ଏହି ପ୍ରଥମ ଆଲବମ୍ ଥିଲା ଥିରକ୍ତି କ୍ୟୁଁ ହୁଆ ଯୋଗୁଁ ସେ ଅଧିକ ଦର୍ଶକଙ୍କ ପାଖରେ ପହଞ୍ଚିପାରିଥିଲେ ଏବଂ ଭାରତୀୟ ଚଳଚ୍ଚିତ୍ର ନିର୍ମାତାମାନଙ୍କର ଦୃଷ୍ଟି ଆକର୍ଷଣ କରିପାରିଥିଲେ । ଏହାପରେ ଶ୍ରୀୟାଙ୍କୁ ତାଙ୍କର ପ୍ରରଥମ ଚଳଚ୍ଚିତ୍ର ମିଳିଥିଲା ତେଲୁଗୁ କଥାଚିତ୍ର ଜଗତରୁ । ୨୦୦୧ରେ ସେ ଇଷ୍ଟମ କଥାଚିତ୍ର ଜରିଆରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ, ମାତ୍ର ୨୦୦୨ର ଚଳଚ୍ଚିତ୍ର ସନ୍ତୋଷମ ଥିଲା ଶ୍ରୀୟାଙ୍କର ପ୍ରଥମ ସଫଳ ଚଳଚ୍ଚିତ୍ର ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବିକ୍ରମ (ତାମିଲ କଥାଚିତ୍ର ଅଭିନେତା)
ବିକ୍ରମ (ଜନ୍ମ: ୧୭ ଅପ୍ରେଲ ୧୯୬୬, ଜନ୍ମନାମ: କେନେଡ଼ି ଜନ୍ ଭିକ୍ଟ୍, ଚୈତନ୍ୟ ବିକ୍ରମ ଭାବରେ ମଧ୍ୟ ପରିଚିତ), ଜଣେ ଭାରତୀୟ କଥାଚିତ୍ର ଅଭିନେତା ଏବଂ ଗାୟକ । ସେ ମୁଖ୍ୟତଃ ତାମିଲ କଥାଚିତ୍ର ଜଗତରେ ଅଭିନୟ କରନ୍ତି । ସେ ୭ଟି ଫିଲ୍ମଫେୟାର ପୁରସ୍କାର, ଗୋଟିଏ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ୨ଟି ତାମିଲନାଡ଼ୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି । ଏଥିସହ ମଇ ୨୦୧୧ରେ ମିଲନର ପିପୁଲସ ବିଶ୍ୱବିଦ୍ୟାଳୟ ତାଙ୍କୁ ଡକ୍ଟରେଟ ଉପାଧିରେ ଭୂଷିତ କରିଥିଲେ । ବିକ୍ରମ ୧୯୯୦ ମସିହାରେ ଏନ୍ କଧଲ କନମନି ଚଳଚ୍ଚିତ୍ର ଜରିଆରେ ଅଭିନୟ ଜଗତରେ ପ୍ରବେଶ କରିଥିଲେ । ଏହି କଥାଚିତ୍ରଟିର ପରବର୍ତ୍ତୀ ଭାଗ ସମୁଦାୟ ତାମିଲ, ମାଲାୟଲମ ଏବଂ ତେଲୁଗୁ ଭାଷାରେ ସ୍ୱଳ୍ପ ବ୍ୟୟରେ ନିର୍ମାଣ କରାଯାଇଥିଲା । ୧୯୯୦ର ବାହାରିଥିବା ଏହି ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରୁ ଅନେକ ବିଷୟରେ ଦର୍ଶକ ମଧ୍ୟ ଜାଣିପାରିନଥିଲେ । ପରବର୍ତ୍ତୀ ସମୟରେ ୧୯୯୯ ମସିହାରେ ବିକ୍ରମଙ୍କୁ ବଡ଼ ସଫଳତା ମିଳିଥିଲା । ୧୯୯୯ ମସିହାରେ ନିର୍ଦ୍ଦେଶକ ବାଲାଙ୍କର ଚଳଚ୍ଚିତ୍ର ସେତୁରେ ବିକ୍ରମଙ୍କୁ ମିଳିଥିଲା ତାଙ୍କର ଏହି ସଫଳତା, ଯେଉଁଥିରେ ସେ ଜଣେ ପ୍ରେମିକ ଭୂମିକାରେ ଅଭିନୟ କରିଥିଲେ । ଏହପରେ ବିକ୍ରମଙ୍କର ଅଭିନୟରେ ସଫଳତା ଆରମ୍ଭ ହୋଇଥିଲା । ୨୦୦୦ ମସିହାର ଆରମ୍ଭରେ ବିକ୍ରମ ଧିଲ୍, ଜେମିନି, ଧୂଲ୍ ଏବଂ ସାମୀ ଆଦି ମସଲା ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ ଏହି ଚଳଚ୍ଚିତ୍ରଗୁଡ଼ିକ ସଫଳ ହୋଇଥିଲା । ଏହି ଧାରାର ଚଳଚ୍ଚିତ୍ର ଚାଲିଥିବାବେଳେ ସେ ଖୁସି ଚଳଚ୍ଚିତ୍ରରେ ଜଣେ ଅନ୍ଧ ଗ୍ରାମବାସୀ ଭୂମିକାରେ ଅଭିନୟ କରିଥିଲେ, ଯାହାପାଇଁ ସମୀକ୍ଷକମାନେ ତାଙ୍କର ପ୍ରଶଂସା କରିଥିଲେ । ୨୦୦ରେ ନିର୍ଦ୍ଦେଶକ ବାଲାଙ୍କର ଚଳଚ୍ଚିତ୍ର ପିଠମାଗନ୍ରେ ବିକ୍ରମଙ୍କର ଅଭିନୟ ପାଇଁ ତାଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଥିଲା । ଏହି ଚଳଚ୍ଚିତ୍ର ପାଇଁ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ନାୟକ ପୁରସ୍କାର ପାଇଥିଲେ । ଏହି ଚଳଚ୍ଚିତ୍ରଟିରେ ବିକ୍ରମଙ୍କୁ ମାତ୍ର କେତୋଟି ଧାଡ଼ିର ସଂଳାପ ମିଳିଥିଲା ।୨୦୦୫ ମସିହାରେ ଏସ୍.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷ ଠାରୁ ତଥ୍ୟ (Data) ମାନଙ୍କୁ ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟ (Data)କୁ ବ୍ୟବହାର କରି ଉତ୍ତର ଦିଏ । କମ୍ପ୍ୟୁଟର ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ପିଲାଙ୍କ ଉଦ୍ଦେଶ୍ୟରେ ଲିଖିତ ସାହିତ୍ୟ ହେଉଛି ଶିଶୁ ସାହିତ୍ୟ । ଓଡ଼ିଶାରେ ଶିଶୁ ସାହିତ୍ୟର ଏକ ବିସ୍ତୃତ ଇତିହାସ ଅଛି । ଆଈର କାହାଣୀ ପେଡି ,ମାଆର ଜହ୍ନମାମୁ ଗୀତ, ସାଙ୍ଗ ସାଥୀଙ୍କ ସହ ଖେଳିବା ବେଳେ ଶିଶୁ ମୁହଁର ଗୀତ ସବୁ ପୁରାକାଳରେ ଶିଶୁର ବିନୋଦନ ଓ ମନୋରଞ୍ଜନ କ୍ଷେତ୍ରରେ ସହାୟକ ହେଉଥିଲା । ଏସବୁ ଶିଶୁ ସାହିତ୍ୟ ଆରମ୍ଭ ପର୍ଯ୍ୟାୟର କଥା । ପରବର୍ତ୍ତୀ ସମୟରେ ବିଭିନ୍ନ ପୁରାଣ କାହାଣୀ ,ରହସ୍ୟ କଥା ଓ କଉତୁକ ଗୀତସବୁ ଶିଶୁର କଅଁଳ ମନକୁ ବେଶ କିଛି ବର୍ଷ ଧରି ପ୍ରଭାବିତ କରି ରଖିଥିଲା । ଓଡ଼ିଆରେ ରଚିତ ଶିଶୁ ଉପଯୋଗୀ ଲେଖା (କବିତା, ଗପ, ଉପନ୍ୟାସ) ଓଡ଼ିଆ ଶିଶୁ ସାହିତ୍ୟର ମୁଖ୍ୟ ବିଭବ ।
ସୈଫ ଅଲ୍ଲୀ ଖାନ (ଜନ୍ମ: ୧୬ ଅଗଷ୍ଟ ୧୯୭୦), ଜଣେ ଭାରତୀୟ କଥାଚିତ୍ର ଅଭିନେତା । ସେ ହିନ୍ଦୀ କଥାଚିତ୍ର ଅଭିନେତ୍ରୀ ଶର୍ମିଳା ଟାଗୋର ଏବଂ ପୂର୍ବତନ କ୍ରିକେଟିୟର ମନସୁର ଅଲୀ ଖାନ ପଟୌଡ଼ି ଙ୍କର ପୁଅ । ସୈଫ ତାଙ୍କର ପ୍ରଥମ ହିନ୍ଦୀ କଥାଚିତ୍ର ପରମ୍ପରା(୧୯୯୩) ମାଧ୍ୟମରେ ଅଭିନୟ ଦୁନିଆଁରେ ପାଦ ଦେଇଥିଲେ । ତାଙ୍କର ଏହି ପ୍ରଥମ କଥାଚିତ୍ର ସଫଳ ନ ଥିଲେ ବି ୟେ ଦିଲ୍ ଲଗୀ ଏବଂ ମେଁ ଖିଲାଡି ତୁ ଅନାଡି (୧୯୯୪) ଚଳଚିତ୍ରରେ ଅଭିନେତା ଭାବେ ସଫଳତା ଲାଭ କରିଥିଲେ । ସେ ଅଭିନେତ୍ରୀ କରୀନା କପୁର ଙ୍କୁ ୨୦୧୨ ରେ ବିବାହ କରିଥିଲେ । ଉଭୟଙ୍କର ଗୋଟିଏ ପୁଅ ଅଛି ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଓଡ଼ିଶା ପର୍ବପର୍ବାଣୀର ରାଜ୍ୟ । ଏଠି ବାରମାସରେ ତେରପର୍ବ ପାଳନ କରାଯାଏ । ପ୍ରତ୍ୟେକ ପର୍ବପର୍ବାଣୀର ଏକ ନିଜସ୍ୱ ସ୍ୱତନ୍ତ୍ରତା ରହିଛି । ଉତ୍କଳୀୟ ପର୍ବପର୍ବାଣୀ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନର ଭିତ୍ତି ଉପରେ ପ୍ରତିଷ୍ଠିତ । ଓଡ଼ିଶା ମାଟିରେ ଅଗଣିତ ଦେବୀ ଦେବତାଙ୍କର ଉପାସନା ହୋଇଥାଏ । ପ୍ରତ୍ୟେକ ପଲ୍ଲୀଗ୍ରାମରେ ନିଜର ଗ୍ରାମଦେବତା ବା ଗ୍ରାମଦେବତୀ ରହିଥାନ୍ତି। ଆଉ ଏଇ ଗ୍ରାମଦେବତା ବା ଦେବତୀ ମାଟିର ମଣିଷ ପରି ସାଧାସିଧା, ସରଗର ପରୀ କି ଯକ୍ଷ କିନ୍ନରଙ୍କ ପରି ଅଦ୍ଭୁତ ଆକାର ବା ବେଶଭୂଷାଧାରୀ ହୋଇ ନ ଥାନ୍ତି । ଆଉ ସମସ୍ତଙ୍କର ଥାଏ ଏକ ନିଆରା କିମ୍ବଦନ୍ତୀ, ଏକ ଅଲଗା ଇତିହାସ, ଭିନ୍ନ ଏକ ପରମ୍ପରା, ଏକ ପରବ, ଏକ ମଉଛବ । ପର୍ବପର୍ବାଣୀ ଗୁଡ଼ିକରେ ଜନଜୀବନର ସଂସ୍କୃତି, ଜାତୀୟତା ବୋଧ ଓ ଧର୍ମଧାରଣା ଆଦି ସଂଶ୍ଳିଷ୍ଠ । ଉତ୍କଳୀୟ ପର୍ବପର୍ବାଣୀ ମହାଭାରତୀୟ ସ୍ରୋତରୁ ଭିନ୍ନ ନୁହେଁ ବିଶେଷତଃ ପର୍ବପର୍ବାଣୀ, ଓଷାବ୍ରତ ଓ ଯାନିଯାତ୍ରା ଗୁଡ଼ିକ ତିଥି, ବାର, ନକ୍ଷତ୍ର, କୃଷିକର୍ମ, ଦେବଦେବୀ, ଶାସ୍ତ୍ରୀୟ କାହାଣୀ, ଲୋକକଥା, ଆନନ୍ଦମହୋତ୍ସବ ପାଇଁ ପାଳିତ ହୋଇଥାଏ ଉତ୍କଳୀୟ ପର୍ବପର୍ବାଣୀ ଗୁଡ଼ିକୁ ଚାରୋଟି ମୁଖ୍ୟ ଭାଗରେ ବିଭକ୍ତ କରାଯାଇପରେ ଯଥା । ଶାସ୍ତ୍ରୀୟ, ଲୌକିକ, ଆଞ୍ଚଳିକ ଓ କୃଷି ଭିତ୍ତିକ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯-୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ। ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ। ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ। କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ।
ଲଭ୍ ପ୍ରମିଜ୍, ମୁକ୍ତିଲାଭ କରିବାକୁ ଥିବା ଓଡ଼ିଆ କଥାଚିତ୍ର । ଜୟା ବିଶ୍ୱାସ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ସନ୍ତୋଷ ବିଶ୍ୱାଳ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ଉଭୟ ଜୟା ଏବଂ ରାକେଶ ଏହି କଥାଚିତ୍ରଟିର ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାକେଶ ଦେଓ ଏବଂ ଜୟା ବିଶ୍ୱାସ । ଜୟା ଜଣେ ନୃତ୍ୟଗୁରୁ ଭାବରେ ପୂର୍ବରୁ କିଛି ଓଡ଼ିଆ ଚଳଚ୍ଚିତ୍ରରେ କାର୍ଯ୍ୟ କରିଥିଲେ ଏବଂ ଓଡ଼ିଆ କଥାଚିତ୍ର ଚୁପ୍ କିଏ ଆସୁଛିରେ ମଧ୍ୟ ଅଭିନୟ କରିଥିଲେ । ଏହିସହ ସେ ସାର୍ଥକ ଟିଭିରେ ପ୍ରସାରିତ ନୃତ୍ୟଭିତ୍ତିକ କାର୍ଯ୍ୟକ୍ରମ ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସରେ ମଧ୍ୟ ବିଚାରିକା ଭାବରେ ହରିହର ଦାସ ଏବଂ ଶାଶ୍ଵତ ଯୋଶୀଙ୍କ ସହ ପୂର୍ବରୁ କାର୍ଯ୍ୟ କରିଥିଲେ । ମନୋଜ ମିଶ୍ର, ଉଷସୀ ମିଶ୍ର, ଜ୍ୟୋତି, ବିଶ୍ୱ ଆଦି କଳାକାମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥଶାସ୍ତ୍ରୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥଶାସ୍ତ୍ରୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
କରୀନା କପୁର (ଜନ୍ମ: ୨୧ ସେପ୍ଟେମ୍ବର ୧୯୮୦), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଯିଏକି ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସେ ହିନ୍ଦୀ କଥାଚିତ୍ର ଅଭିନେତା ରଣଧୀର କପୁର ଏବଂ ବବିତା କପୁରଙ୍କର ଝିଅ । ତାଙ୍କର ବଡ଼ ଭଉଣୀ କରିସ୍ମା କପୁର ଜଣେ ହିନ୍ଦୀ କଥାଚିତ୍ର ଅଭିନେତ୍ରୀ । ସେ ୨୦୦୦ ମସିହାରେ ହିନ୍ଦୀ କଥାଚିତ୍ର ରିଫୁଜୀ ଜରିଆରେ ହିନ୍ଦୀ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ଅଶୋକା, କଭି ଖୁସି କଭି ଗମ୍, ଚାମେଲି ଆଦି ସଫଳ ଚଳଚ୍ଚିତ୍ରରେ ଅଭିନୟ କରିବାପରେ ସେ ନିଜକୁ ପ୍ରତିଷ୍ଠିତ କରାଇଥିଲେ । କରୀନା ୬ଟି ଫିଲ୍ମ ଫେୟାର ପୁରସ୍କାର ପାଇଛନ୍ତି । କରୀନା କପୁର ଅଭିନେତା ସୈଫ ଅଲ୍ଲୀ ଖାନ ଙ୍କୁ ୨୦୧୨ ରେ ବିବାହ କରିଥିଲେ । ଉଭୟଙ୍କର ଗୋଟିଏ ପୁଅ ଅଛି ।
ବବି ମିଶ୍ର ଜଣେ ଓଡ଼ିଆ କଥାଚିତ୍ର, ଦୂରଦର୍ଶନ ଏବଂ ଆଲବମ୍ ଗୀତ ଅଭିନେତା । ବବି ମିଶ୍ର ଓଡ଼ିଆ କଥାଚିତ୍ର ଜଗତରେ ହାସ୍ୟ ଅଭିନେତା, ସହ ଅଭିନେତା ଏବଂ ଖଳନାୟକ ଭାବରେ ଅଭିନୟ କରିଛନ୍ତି । ସେ ଓଡ଼ିଆ ଆଧୁନିକ ଆଲବମ୍ର ଅନେକ ଗୀତରେ ନୃତ୍ୟ କରିଥିଲେ । ୧୯୯୯ ମସିହାରେ ଜୟ ଶ୍ରୀରାମ ଚଳଚ୍ଚିତ୍ରରେ ସେ ପ୍ରଥମ କରି ଅଭିନୟ ଦୁନିଆରେ ପ୍ରବେଶ କରିଥିଲେ । ଏହାପରେ ସେ ଚଳଚ୍ଚିତ୍ର ସହ ଦୂରଦର୍ଶନର ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ ।
ରାମ ନାଥ କୋବିନ୍ଦ (ଜନ୍ମ ୧ ଅକ୍ଟୋବର ୧୯୪୫) ବର୍ତ୍ତମାନର ବିହାର ରାଜ୍ୟପାଳ ଅଟନ୍ତି ଏବଂ ଏନଡିଏ ତରଫରୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ମନୋନୀତ ହୋଇଛନ୍ତି । ସେ ଜଣେ ଦଳିତ ନେତା ଏବଂ ଭାରତୀୟ ଜନତା ପାର୍ଟିର ଜଣେ ରାଜନେତା ଅଟନ୍ତି । ଉତ୍ତରପ୍ରଦେଶରୁ ଦୁଇ ପାଳି ୧୯୯୪-୨୦୦୦ ଓ ୨୦୦୦-୨୦୦୬ ସମୟ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେ ଓକିଲାତି ବୃତ୍ତି ଆପଣାଇ ଦିଲ୍ଲୀରେ ଆଇନ ଅଭ୍ୟାସ କରୁଥିଲେ । ୨୦୧୭ ମସିହା ଜୁଲାଇ ୧୭ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଜୁନ ୧୯, ୨୦୧୭ରେ ବିଜେପି ଅଧ୍ୟକ୍ଷ ଅମିତ ଶାହ ତାଙ୍କୁ ଭାରତର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ । ପୂର୍ବରୁ (୧୯୯୮-୨୦୦୨) ସେ ବିଜେପି ଦଳିତ ମୋର୍ଚ୍ଚାର ଅଧ୍ୟକ୍ଷ, ଅଖିଳ ଭାରତୀୟ କୋଲି ସମାଜର ଅଧ୍ୟକ୍ଷ ରହିଥିଲେ । ସେ ମଧ୍ୟ ବିଜେପି ଦଳୀୟ ପ୍ରବକ୍ତା ଥିଲେ । ୮ ଅଗଷ୍ଟ ୨୦୧୫ରେ ରାଷ୍ଟ୍ରପତିଙ୍କଦ୍ଵାରା ବିହାରର ରାଜ୍ୟପାଳ ଭାବେ ଅବସ୍ଥାପିତ ହୋଇଥିଲେ । ହରିଦ୍ୱାର ଗଙ୍ଗା ତଟରେ କୁଷ୍ଠ ରୋଗୀଙ୍କ ସେବା ପାଇଁ ଉତ୍ସର୍ଗ ସଂସ୍ଥା ଦିବ୍ୟ ପ୍ରେମ ସେବା ମିଶନର ଆଜୀବନ ସଂରକ୍ଷକ ଅଟନ୍ତି ।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ଵୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ଵରୂପରାଣୀ ଥିଲା । ସେ ସ୍ଵାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଆକାଶବାଣୀ କଟକ କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ କଟକର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, ଓଡ଼ିଶା ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର ହରେକୃଷ୍ଣ ମହତାବ, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତି ମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
ନୃତତ୍ତ୍ୱ ବିଜ୍ଞାନ ଅତୀତ ଓ ବର୍ତ୍ତମାନର ମଣିଷମାନଙ୍କର ବୈଜ୍ଞାନିକ ଅଧ୍ୟୟନର ବିଦ୍ୟା ଅଟେ । ଏହି ଶାସ୍ତ୍ର ସମାଜଶାସ୍ତ୍ର, ମାନବିକୀ ଶାସ୍ତ୍ର, ତଥା ବିଜ୍ଞାନୱର ନାନା ବିଦ୍ୟାଲୋଚନାର ପରମ୍ପରାର ଭିତ୍ତିରେ ଜ୍ଞାନନିର୍ମାଣ କରେ । ଉନବିଂଶ ଶତାବ୍ଦୀର ଶେଷ ଓ ବିଂଶ ଶତାବ୍ଦୀର ଆରମ୍ଭରୁ, ଅର୍ଥାତ୍, ଫ୍ରାଞ୍ଜ୍ ବୋଆସ୍ ଓ ବ୍ରୋନିସ୍ଲ୍ ମାଲିନସ୍କି ଙ୍କର ସମୟରୁ ଯୁକ୍ତରାଜ୍ୟ ଆମେରିକାରେ ସାଂସ୍କୃତିକ ନୃତତ୍ତ୍ୱ ବିଜ୍ଞାନ ଓ ବିଲାତରେ ସାମାଜିକ ନୃତତ୍ତ୍ୱ ବିଜ୍ଞାନ ନିଜକୁ ଏଥ୍ନୋଲୋଜି ଓ ଅନ୍ୟ ସମାଜଶାସ୍ତ୍ରଠାରୁ ପଦ୍ଧତିରେ ଆନ୍ତର୍ସାଂସ୍କୃତିକ ତୁଳନା, ସନ୍ଦର୍ଭର ଦୀର୍ଘମିଆଦୀ ଓ ଗଭୀର ପରୀକ୍ଷା, ଓ ଗବେଷଣାର କ୍ଷେତ୍ରରେ ସହଭାଗୀ ନୀରିକ୍ଷଣର ବ୍ୟବହାର ଯୋଗୁ ଭିନ୍ନ ବୋଲି ପ୍ରତିପାଦିତ କରି ଆସିଛି ।
ପ୍ରଣବ ମୁଖାର୍ଜୀ (ଜନ୍ମ: ୧୧ ଡିସେମ୍ବର ୧୯୩୧) ଭାରତର ୧୩ଶ ରାଷ୍ଟ୍ରପତି ଭାବେ ଜୁଲାଇ ୨୦୧୨ରୁ ୨୦୧୭ ଯାଏଁ କାର୍ଯ୍ୟଭାରରେ ସମ୍ଭାଳିଥିଲେ। ୧୯୩୫ ମସିହା ଡିସେମ୍ବର ୧୧ ତାରିଖରେ ପଶ୍ଚିମବଙ୍ଗର ବୀରଭୁମି ଜିଲ୍ଲାର ଏକ ମଫସଲ ଗ୍ରାମ ମିରାଟିଠାରେ ଏକ ବ୍ରାହ୍ମଣ ପରିବାରରେ ଜନ୍ମ ।ତାଙ୍କ ବାପା ନାମ କଦମ କିଙ୍କର ମୁଖାର୍ଜୀ ଏବଂ ମାଆଙ୍କ ନାମ ରାଜଲକ୍ଷୀ । ପ୍ରଣବ କଲିକତା ବିଶ୍ବବିଦ୍ୟାଳୟରୁ ଇତିହାସ ଏବଂ ରାଜନୀତି ବିଜ୍ଞାନରେ ମାଷ୍ଟର ଡିଗ୍ରୀ ଏବଂ ଆଇନ ଡିଗ୍ରୀ ହାସଲ କରିଛନ୍ତି ।ତେବେ ସେ ପ୍ରଥମେ କଲିକତାର ଡେପୁଟି ଆକାଉଣ୍ଟାଣ୍ଟ ଜେନେରାଲରେ ଜଣେ କିରାଣି ଭାବେ କାମ କରୁଥିଲେ ।ପରେ ସେ କଲିକତା ସ୍ଥିତ ଇଣ୍ଡିଆନ୍ ଷ୍ଟାଟିଷ୍ଟିକାଲ୍ ଇନ୍ଷ୍ଟିଚ୍ୟୁଟର ଅଧକ୍ଷଭାବେ ନିଯୁକ୍ତି ପାଇଥିଲେ ।ଏହାପରେ ସେ ସାମ୍ବାଦିକତା ଏବଂ ଓକିଲାତିକୁ ନିଜର ପେଶାରୂପେ କିଛି ଦିନ ଆପଣେଇଥିଲେ ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଘରେ ଘରେ ପରିଚିତ ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ଵାରା ୧୮୯୫ ମସିହାରେ ଲେଖାଯାଇଥିଲା । ଏହା ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି ।ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
କଣ୍ଠଅଳତି ବା ଡାକ୍ତରୀ ଶାସ୍ତ୍ରରେ ଡିଫ୍ଥେରିଆ (from Greek: διφθέρα diphthera, meaning leather) ରୋଗର ନାମ ଗ୍ରୀକ ଭାଷାରୁ ନିଆଯାଇଛି ଯାହାର ଅର୍ଥ ଚମଡ଼ା ଓ କୋରାଇନୋବ୍ୟାକ୍ଟେରିମ ଡିଫଥେରି ନାମକ ଜୀବାଣୁଦ୍ୱାରା ଏହି ରୋଗ ହୁଏ । ସାମାନ୍ୟ ଓ ସାଙ୍ଘାତିକ ଧରଣର ଅବସ୍ଥା ଅନୁସାରେ ଏହାର ଲକ୍ଷଣ ବଦଳେ । ଏହାର ଜୀବାଣୁ ସଂସ୍ପର୍ଶରେ ଆସିବାର ୨ରୁ ୫ ଦିନ ପରେ ରୋଗ ଆରମ୍ଭ ହୁଏ । ଆରମ୍ଭରୁ ତଣ୍ଟ ଦରଜ ଓ ଜ୍ୱର ହୁଏ ଓ ଧୀରେ ଧୀରେ ବଢ଼େ । ସାଙ୍ଘାତିକ ରୋଗ ହେଲେ ପାଉଁଶିଆ ବା ଧଳା ଦାଗ ବା ପ୍ୟାଚ୍ (patch) ତଣ୍ଟିରେ ଦେଖାଯାଏ । ଏହି ପ୍ୟାଚ୍ ବୃଦ୍ଧି ପାଇ ଶ୍ୱାସ ପଥ ଅବରୋଧ କରିପାରେ ଓ ଏପରି ହେଲେ ଭୁକିବା କାଶ ହୁଏ । ଲସିକା ଗ୍ରନ୍ଥି ବଢ଼ିଯିବାଦ୍ୱାରା ତଣ୍ଟି ଫୁଲିଯାଏ । ଗୋଟିଏ ଅଲଗା ଧରଣର କଣ୍ଠଅଳତିରେ ଚର୍ମ, ଚକ୍ଷୁ,ଓ ଯୌନାଙ୍ଗ ସଂକ୍ରମିତ ହୁଏ । ରୋଗ ଜଟିଳ ହେଲେ ହୃତ୍ପିଣ୍ଡପେଶୀ ପ୍ରଦାହ (myocarditis), ସ୍ନାୟୁ ପ୍ରଦାହ, ବୃକ୍କ ଅସୁବିଧା ହୋଇ ପରିସ୍ରାରେ ପ୍ରୋଟିନ ପଡ଼େ ଓ ସ୍ୱଳ୍ପ ପ୍ଲାଟେଲାଟ ସଂଖ୍ୟା ଯୋଗୁ ରକ୍ତସ୍ରାବ ହୁଏ । ହୃତ୍ପିଣ୍ଡପେଶୀ ପ୍ରଦାହ ହେଲେ ଅନିୟମିତ ହୃଦ୍ଗତି ବା ନାଡ଼ି ହୁଏ, ସ୍ନାୟୁ ପ୍ରଦାହ ହେଲେ ପକ୍ଷାଘାତ ବା ପାରାଲିସିସ ହୁଏ ।କଣ୍ଠଅଳତି ରୋଗ ରୋଗୀ ସଂସ୍ପର୍ଶରେ ଆସିଲେ ବା ବାୟୁ ମାଧ୍ୟମରେ ଡିଏଁ । ପ୍ରଦୂଷିତ ପଦାର୍ଥଦ୍ୱାରା ମଧ୍ୟ ବ୍ୟାପେ । କେତେକ ଲୋକଙ୍କ ଦେହରେ ଜୀବାଣୁ ଥିଲେ ମଧ୍ୟ ଲକ୍ଷଣ ଦେଖାଯାଏ ନାହିଁ କିନ୍ତୁ ସଂକ୍ରମଣ କ୍ଷମତା ଥାଏ । ତଣ୍ଟିର ଆକୃତି ଦେଖି ରୋଗ ନିର୍ଣ୍ଣୟ କରାଯାଏ ଓ କଲ୍ଚର୍ କଲା ପରେ ନିଧାର୍ଯ୍ୟ ଭାବେ ଜଣାପଡ଼େ । ଆଗରୁ ରୋଗ ହୋଇଥିଲେ ମଧ୍ୟ ଆଉଥରେ ହୋଇପାରେ ।ଏହି ରୋଗର ପ୍ରତିଷେଧ ନିମନ୍ତେ ଫର୍ମୁଲାରେ ଟିକା ମିଳୁଛି । ପିଲାଦିନେ ଟିଟାନସ୍ ଟକ୍ସଏଡ (tetanus toxoid) ଓ ଲହର କାଶ ଟିକା (acellular pertussis vaccine) ସହ ଏହି ଟିକା ତିନି ବା ଚାରି ଡୋଜ୍ରେ ଦିଆଯାଏ । ତାପରେ ପ୍ରତି ଦଶ ବର୍ଷରେ ଥରେ ଦିଆଯାଏ । ରକ୍ତରେ ଆଣ୍ଟିଟକ୍ସିନ ମାତ୍ରା ପରୀକ୍ଷା କରି ପ୍ରତିଷେଧ କ୍ଷମତା ଆକଳନ କରାଯାଏ ।ଏରିଥ୍ରୋମାଇସିନ ଓ ପେନିସିଲିନ ଜି ଭଳି ଆଣ୍ଟିବାୟୋଟିକ ଦେଇ ଏହାର ଚିକିତ୍ସା କରାଯାଏ । ଡିଫ୍ଥେରିଆ ଆଣ୍ଟିଟକ୍ସିନ୍ ସଂସ୍ପର୍ଷରେ ଆସିଥିବା ଲୋକଙ୍କୁ ମଧ୍ୟ ଏହି ଆଣ୍ଟିବାୟୋଟିକ ଦିଆଯାଇପାରେ । ସାଙ୍ଘାତିକ ରୋଗ ହୋଇ ତଣ୍ଟି ବନ୍ଦ ହୋଇଆସୁଥିଲେ ଟ୍ରାକିଓସ୍ଟୋମି ଅପରେଶନ କରାଯାଏ ।୧୯୮୦ ମସିହାରେ ୧୦୦,୦୦୦ ରୋଗୀ ରପୋର୍ଟ ହୋଇଥିବା ବେଳେ ଅଫିସିଆଲି ୨୦୧୩ ମସିହାରେ କମିଯାଇ ୪,୭୦୦ ହୋଇଛି । ସେ ଯାହାହେଉ, ୧୯୮୦ ମସିହା ପୂର୍ବରୁ ନିୟୁତ ନିୟୁତ ଲୋକ ଏହି ରୋଗ ଭୋଗ କରୁଥିଲା । ଅଧୁନା ଏହି ରୋଗ ମୂଖ୍ୟତଃ ସବ୍ସାହାରା ଆଫ୍ରିକା, ଭାରତ ଓ ଇଣ୍ଡୋନେସିଆରେ ଦେଖାଯାଉଛି । ସନ ୨୦୧୩ରେ ଏହି ରୋଗ ଯୋଗୁ ମୃତ୍ୟୁ ସଂଖ୍ୟା ୩,୩୦୦ ହୋଇଛି ଯାହା ୧୯୯୦ ମସିହାରେ ୮,୦୦୦ ଥିଲା । ଗାଁଗଣ୍ଡାରେ ଆଜି ମଧ୍ୟ ପିଲାମାନେ ସଂକ୍ରମିତ ହେଉଛନ୍ତି । ବିକଶିତ ଦେଶମାନଙ୍କରେ ବହୁଳ ଟିକାଦାନ ଯୋଗୁ ଏହା କ୍ୱଚିତ୍ ଦେଖାଯାଉଛି । କେବଳ ଆମେରିକାରେ ୧୯୮୦ରୁ ୨୦୦୪ ମଧ୍ୟରେ ୫୭ଟି କେଶ୍ ରିପୋର୍ଟ ହୋଇଛି । ରୋଗୀମାନଙ୍କ ମଧ୍ୟରୁ ୫ %ରୁ ୧୦% ମୃତ୍ୟୁ ବରଣ କରନ୍ତି । ଖ୍ରୀ:ପୂ: ୫ମ ଶତାବ୍ଦୀରେ ଏହି ରୋଗ ବିଷୟରେ ପ୍ରଥମେ ହିପୋକ୍ରାଟିସ ଉଲ୍ଲେଖ କରିଥିଲେ । ଏହାର ଜୀବାଣୁକୁ କ୍ଲେବ୍ସ୍ (Klebs) ୧୮୮୨ ମସିହାରେ ଆବିଷ୍କାର କରିଥିଲେ ।