ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ବର୍ଫି, ୨୦୧୨ରେ ମୁକ୍ତିଲାଭ କରିଥିବା ହିନ୍ଦୀ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସିଦ୍ଧାର୍ଥ ରାୟ କପୁର ଏବଂ ରୁନୀ ସ୍କୃବାଲା । ତାନି ବସୁ ଓ ଅନୁରାଗ ବସୁ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଅନୁରାଗ ବସୁ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ପ୍ରିତମ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ରବି ବର୍ମଣ ଏହି କଥାଚିତ୍ରଟିର ଚିତ୍ରଗ୍ରହଣ କରିଥିଲେ ଏବଂ ଅକିବ ଅଲ୍ଲୀ ଏହି କଥାଚିତ୍ରଟିର ସମ୍ପାଦନା କରିଥିଲେ । ୟୁଟିଭି ମୋସନ ପିକ୍ଚରସ୍ ଏହି କଥାଚିତ୍ରଟିର ବିତରଣ କରିଥିଲେ । ୪୦ କୋଟି ବ୍ୟୟରେ ନିର୍ମିତ ଏହି କଥାଚିତ୍ରଟିର ପାଖାପାଖି ୩୧୦ କୋଟି ଆୟ କରିଥିଲା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
କାର୍ତ୍ତିକ ଶିବକୁମାର (ଜନ୍ମ: ୨୫ ମଇ ୧୯୭୭), ଜଣେ ଭାରତୀୟ କଥାଚିତ୍ର ଅଭିନେତା, ସେ ମୁଖ୍ୟତଃ ତାମିଲ କଥାଚିତ୍ର ଜଗତରେ ଅଭିନୟ କରନ୍ତି । କାର୍ତ୍ତିକ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତରେ ସଭିଏଁ କାର୍ତ୍ତି ବା କାର୍ଥି ଭାବରେ ପରିଚିତ । ତାମିଲ କଥାଚିତ୍ର ଜଗତର ଜଣାଶୁଣା କଳାକାର ସୂର୍ଯ୍ୟ ଶିବକୁମାରଙ୍କର ଭାଇ ହେଉଛନ୍ତି କାର୍ତ୍ତିକ । ସେ ଯୁକ୍ତରାଷ୍ଟ୍ର ଆମେରିକାରେ ଯାନ୍ତ୍ରିକ ବିଭାଗରେ ସ୍ନାତକ କରିଛନ୍ତି । ମାତ୍ର ଅଭିନେତା ହେବାର ଇଚ୍ଛା ତାଙ୍କୁ ଚଳଚ୍ଚିତ୍ରରେ କାର୍ଯ୍ୟ କରିବାର ପ୍ରେରଣା ଦେଇଥିଲା ଏବଂ ସେ ଭାରତ ଆସି ମଣି ରତନମ୍ଙ୍କ ସହ ଜଣେ ସହାୟକ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିବା ଆରମ୍ଭ କରିଥିଲେ । ୨୦୦୭ ମସିହାରେ କାର୍ତ୍ତିକଙ୍କୁ ତାଙ୍କର ପ୍ରଥମ ଚଳଚ୍ଚିତ୍ର ମିଳିଥିଲା । ପରୁଥିବୀରନ୍ ଚଳଚ୍ଚିତ୍ର ଜରିଆରେ ସେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ରଟିର ଶୀର୍ଷକ ଚରିତ୍ରରେ ଅଭିନୟ କରିଥିଲା କର୍ତ୍ତିକ, ଯେଉଁଥିରେ ସେ ଜଣେ ବଦମାସ ଗାଁବାଲା ଭୂମିକାରେ ଅଭିନୟ କରିଥିଲେ । ଏହି ଭୂମିକାଟି ପାଇଁ ତାଙ୍କୁ ସମୀକ୍ଷକମାନେ ପ୍ରସଂଶା କରିଥିଲେ ଏବଂ ସେ ଫିଲ୍ମଫେୟାର ପୁରସ୍କାର ଓ ତାମିଲନାଡ଼ୁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ନାୟକ ପୁରସ୍କାର ପାଇଥିଲେ । ଏହାପରେ ୨୦୧୦ ମସିହାରେ କାର୍ତ୍ତିକଙ୍କର ୨ୟ ଚଳଚ୍ଚିତ୍ର ଆୟିରଥିଲ୍ ଓରୁବନ୍ ମୁକ୍ତିଲାଭ କରିଥିଲା । ଏହି ଚଳଚ୍ଚିତ୍ରରେ ସେ ଜଣେ କୁଲି ଭାବରେ ଅଭିନୟ କରିଥିଲେ । ବିଭିନ୍ନ ପ୍ରକାର କାଳ୍ପନିକ କଥାବସ୍ତୁ ଉପରେ ଆଧାରିତ ଏହି ଚଳଚ୍ଚିତ୍ରଟି ମଧ୍ୟ ଭଲ ବ୍ୟବସାୟ କରିଥିଲା । ସେହିବର୍ଷ କାର୍ତ୍ତିକଙ୍କର ଆଉ ଦୁଇଟି ଚଳଚ୍ଚିତ୍ର ପଇୟା ଓ ନାନ୍ ମହାନ୍ ଆଲ୍ଲା ମୁକ୍ତିଲାଭ କରିଥିଲା । ଏହି ଦୁଇଟି ଚଳଚ୍ଚିତ୍ର ମଧ୍ୟ ଭଲ ବ୍ୟବସାୟିକ ସଫଳତା ପାଇଥିଲା । ଏହାପରେ ୨୦୧୧ର ଚଳଚ୍ଚିତ୍ର ସିରୁତାଇ ମଧ୍ୟ ସଫଳ ହୋଇଥିଲା । ଏହାପରେ କିଛି ଚଳଚ୍ଚିତ୍ରରେ କାର୍ତ୍ତିକଙ୍କୁ ସଫଳତା ମିଳିନଥିଲା ଏବଂ ଲଗାତାର ଭାବରେ ବ୍ୟବସାୟିକ ବିଫଳତା ଭୋଗିବାକୁ ପଡ଼ିଥିଲା । ୨୦୧୩ ମସିହାରେ ପୁଣି କାର୍ତ୍ତିକଙ୍କୁ ମିଳିଥିଲା ସଫଳତା । ୨୦୧୦୩ର କଥାଚିତ୍ର ବିରିୟାନି, ୨୦୧୪ର ମାଡ୍ରାସ, ୨୦୧୬ର ଓପିରି ଏବଂ ୨୦୧୭ର କାଟ୍ରୁ ଭେଲିୟିଦାଇ ଓ ଥିରାନ୍ ଅଧିଗାରମ୍ ଓନ୍ଦୁରୁ ଆଦି ଚଳଚ୍ଚିତ୍ର ବହୁତ ଭଲ ବ୍ୟବସାୟ କରିଥିଲା । ଏହି ଚଳଚ୍ଚିତ୍ରଗୁଡ଼ିକର ସଫଳତା କାର୍ତ୍ତିକଙ୍କୁ ତାମିଲ କଥାଚିତ୍ର ଜଗତରେ ଜଣେ ପ୍ରତିଷ୍ଠିତ କଳାକାର ଭାବରେ ସ୍ଥାନିତ କରିଛି ।
ରିୟା ସେନ (ଜନ୍ମ: ରିୟା ଦେବ ବର୍ମା; ୨୪ ଜାନୁଆରୀ ୧୯୮୦) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ମଡେଲ । ରିୟାଙ୍କର ପରିବାର ଚଳଚ୍ଚିତ୍ର ଦୁନିଆ ସହ ଜଡ଼ିତ । ତାଙ୍କର ଆଇ ସୁଚିତ୍ରା ସେନ, ମାଆ ମୁନ୍ମୁନ୍ ସେନ ଓ ଭଉଣୀ ରାଇମା ସେନ ସମସ୍ତେ ଅଭିନେତ୍ରୀ । ରିୟା ୧୯୯୧ ମସିହାରେ ଜଣେ ଶିଶୁ କଳାକାର ଭାବରେ ତାଙ୍କର ଅଭିନୟ ଜୀବନ ଆରମ୍ଭ କରିଥିଲେ । ହିନ୍ଦୀ କଥାଚିତ୍ର ବିଷକନ୍ୟା ଜରିଆରେ ସେ ତାଙ୍କର ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ରିୟା ନାୟିକା ଭାବରେ ତାମିଲ କଥାଚିତ୍ର ଜଗତରୁ ଆମ୍ଭର କରିଥିଲେ । ୧୯୯୯ ମସିହାରେ ସେ ତାମିଲ କଥାଚିତ୍ର ତାଜ ମହଲରେ ପ୍ରଥମଥର ପାଇଁ ନାୟିକା ଭୂମିକାରେ ଅଭିନୟ କରିଥିଲେ । ୨୦୦୧ ମସିହାରେ ରିୟାଙ୍କୁ ହିନ୍ଦୀ କଥାଚିତ୍ର ଷ୍ଟାଇଲରେ ନାୟିକା ଭୂମିକାରେ କାମ ମିଳିଥିଲା । ସ୍ୱଳ୍ପ ବ୍ୟୟରେ ନିର୍ମିତ ଏହି ଚଳଚ୍ଚିତ୍ରଟି ସଫଳ ହୋଇଥିଲା । ଏହାପରେ ରିୟାଙ୍କୁ କିଛି ସଫଳ ଚଳଚ୍ଚିତ୍ର ଝଙ୍କାର ବିଟ୍ସ୍, ହିଙ୍ଗ୍ଲିସ୍, ସାଦି ନଂ ୱାନ୍ ଓ ଭୂତ କାହାଣୀ ଉପରେ ଆଧାରିତ ମାଲାୟଲମ ଚଳଚ୍ଚିତ୍ର ଅନନ୍ତଭଦ୍ରମ୍ ଆଦିରେ କାମ ମିଳିଥିଲା ।
ମେରି କମ (୨୦୧୪ର ହିନ୍ଦୀ କଥାଚିତ୍ର)
ମେରି କମ ହେଉଛି ୨୦୧୪ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର । କଥାଚିତ୍ରଟି ମେରି କମ ନାମ୍ନୀ କୁସ୍ତି-ଖେଳାଳୀଙ୍କ ଜୀବନୀ ଉପରେ ଆଧାରିତ । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ଓମୁଙ୍ଗ କୁମାର ଏବଂ ପ୍ରଯୋଜକ ହେଉଛନ୍ତି ସଞ୍ଜୟ ଲୀଲା ଭଂସାଲୀ ଓ ଅଜିତ ଅନ୍ଧାରେ । ଚଳଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ପ୍ରିୟଙ୍କା ଚୋପ୍ରା । ଅନ୍ୟାନ୍ୟ ସହ କଳାକାରମାନେ ହେଲେ ଦର୍ଶନ କୁମାର, ସୁନୀଲ ଥାପା, ଇତ୍ୟାଦି । କଥାଚିତ୍ରରେ ପ୍ରିୟଙ୍କା ପ୍ରଥମ ଥର ପାଇଁ ଏକ ଗୀତରେ ନିଜର କଣ୍ଠ ଦାନ କରିଛନ୍ତି । ପ୍ରିୟଙ୍କା ଏଥିପାଇଁ ପ୍ରାୟ ତିନିମାସ ଶାରୀରିକ ବ୍ୟାୟାମ ଏବଂ ତାଲିମ ହାସଲ ପୂର୍ବକ ମେରି କମଙ୍କ କୁସ୍ତି କୌଶଳ ବିଷୟରେ ଆବଶ୍ୟକ ଜ୍ଞାନ ହାସଲ କରିଥିଲେ ।
ବେଗୁନିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବେଗୁନିଆ (କ୍ରମାଙ୍କ.: ୧୧୬) ଓଡ଼ିଶା ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
କୁନ୍ତଳା କୁମାରୀ ସାବତ (୧୯୦୧-୧୯୩୮) ଜଣେ ଓଡ଼ିଆ କବି ଥିଲେ । ଓଡ଼ିଶାରେ ସ୍ଵାଧୀନତା କାଳରେ ଯେଉଁ କେତେଜଣ ନାରୀ କବି ଓ ଲେଖିକାଙ୍କର ଆବିର୍ଭାବ ହୋଇଥିଲା ସେମାନଙ୍କ ଭିତରୁ କୁନ୍ତଳା କୁମାରୀ ଅନ୍ୟତମ । ଏକାଧାରରେ ସେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ଓଡ଼ିଶାର ସେ ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋଦାବରୀଶ ମହାପାତ୍ର (୧୦ ଜାନୁଆରୀ ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ଵାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ବିଭୂତି ଭୂଷଣ ପ୍ରଧାନ (୩ ଅପ୍ରେଲ ୧୯୫୭ - ୨୪ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ୧୯୫୭ ଅପ୍ରେଲ ୩ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାର ବଳରାମପୁରଠାରେ ଜନ୍ମଗ୍ରହଣ କରିଥିଲେ । ବୃତ୍ତିରେ ଥିଲେ ସେ ଜଣେ ଶିକ୍ଷକ । ଛତିଶଗଡ଼ର 'କୋର୍ବା'ଠାରେ ନବୋଦୟ ବିଦ୍ୟାଳୟର ଶିକ୍ଷକ ଭାବରେ କାର୍ଯ୍ୟ କରୁଥିଲେ ।୨୦୧୬ ଅଗଷ୍ଟ ୨୪ତାରିଖରେ ହୃଦ୍ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶିବ ବା ମହାଦେବ ହିନ୍ଦୁମାନଙ୍କ ଶ୍ରେଷ୍ଠ ଦେବତାତ୍ରୟଙ୍କ ମଧ୍ୟରୁ ଅନ୍ୟତମ ଓ ପରମେଶ୍ୱରଙ୍କ ସଂହାରଶକ୍ତି । ମହାଦେବଙ୍କୁ ଶକ୍ତିନିହିତ ଲିଙ୍ଗମୂର୍ତ୍ତିରେ ପୂଜା କରାଯାଏ । ତିନି ଗୋଟି ଆଖି, ପାଞ୍ଚ ଗୋଟି ମୁଖ, ବୃଷଭ ଏହାଙ୍କର ବାହାନ। ଅତ୍ରିମୁନି ଏହାଙ୍କର ଗୁରୁ । ସବୁପ୍ରକାର ଅସ୍ତ୍ରଶସ୍ତ୍ର ଚାଳନାରେ ଏ ଦକ୍ଷ । ତ୍ରିଶୁଳ ଏହାଙ୍କର ପ୍ରଧାନ ଆୟୁଧ। ଏହାଙ୍କ ଧନୁର ନାମ ପିନାକ । ଡମରୁ ଏହାଙ୍କ ବାଦ୍ୟ ।ଏହାଙ୍କର ତାଣ୍ଡବ ନୃତ୍ୟ ଅତି ଭୟଙ୍କର । ଏହାଙ୍କ ବାସ କୈଳାଶଶିଖର । ଏହାଙ୍କ ପରିଧାନ ବ୍ୟାଘ୍ରଚର୍ମ।ସର୍ପ ଏହାଙ୍କର କଟିବନ୍ଧ ଓ ଉତ୍ତରୀୟ । ଦେହ ଭସ୍ମ ବୋଳା, ମୁଣ୍ଡରେ ଜଟା ଓ ଜଟାରେ ଗଙ୍ଗା ପ୍ରବହମାନା । ନନ୍ଦୀ ଏହାଙ୍କ ପ୍ରଧାନ ପାର୍ଶ୍ୱଚର । ପ୍ରମଥଗଣ ବା ଭୁତପ୍ରେତ ଏହାଙ୍କର ସହଚର ।ପାର୍ବତୀ ହେଉଛନ୍ତି ଶିବଙ୍କ ଶକ୍ତି଼।ଶିବ ପରାଶକ୍ତିଦ୍ଵାରା ପ୍ରକାଶିତ ହୁଅନ୍ତି । ଅର୍ଥାତ ଶିବଙ୍କ ଜ୍ୟୋତି ହେଉଛି ପରାଶକ୍ତି
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୁଗଲ /ɡuːɡ(ə)l/ ହେଉଛି ଇଣ୍ଟରନେଟରେ ସର୍ବବୃହତ ଖୋଜାଯନ୍ତ୍ର । ଏହା ଖୋଜାଯନ୍ତ୍ର ଛଡ଼ା ଅନ୍ୟ କାମ ମଧ୍ୟ କରେ । ଏଓଏଲ୍ ପରି ଖୋଜାଯନ୍ତ୍ର ଏହାର ସଫ୍ଟୱେର୍ ଓ ତଥ୍ୟାଧାର ବ୍ୟବହାର କରନ୍ତି । ତେଣୁ ଏହା ୱେବ୍ର ସର୍ବାଧିକ ବ୍ୟବହୃତ ଖୋଜାଯନ୍ତ୍ର । ପ୍ରତିଦିନ ପ୍ରାୟ ୨୨ କୋଟି ଲୋକ ଏହାକୁ ବ୍ୟବହାର କରନ୍ତି । ଆମେରିକାର କାଲିଫର୍ନିଆ ରାଜ୍ୟରେ ଗୁଗଲର ମୁଖ୍ୟ ଦପ୍ତର ଅଛି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହାରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହେଇଛି l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ଵବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ଵବିଦ୍ୟାଳୟରୁ ଏଲ.ଏଲ.ଏମ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ଵରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମନୋଜ ଦାସ (ଜନ୍ମ: ୨୭ ଫେବୃଆରୀ ୧୯୩୪) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ । ସେ ପାଞ୍ଚଟି ବିଶ୍ଵବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡ଼େମୀର ସର୍ବୋଚ୍ଚ ଅତିବଡୀ ଜଗନ୍ନାଥ ଦାସ ସମ୍ମାନ , ପଦ୍ମଶ୍ରୀ, ସରସ୍ଵତୀ ସମ୍ମାନ ଓ ଭାରତ ସରକାରଙ୍କ ଠାରୁ ସର୍ବୋଚ୍ଚ ସମ୍ମାନ ସାହିତ୍ୟ ଏକାଡେମୀ ଫେଲୋସିପ ଗ୍ରହଣ କରିଛନ୍ତି । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଜଣାଶୁଣା ଖବରକାଗଜରେ ଲେଖାମାନ ଲେଖିଛନ୍ତି ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ଵ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ଵାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ଵାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ଵର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ଵାରା ପରିଚାଳିତ ହେଉଛି । ବାମାପଦ ତ୍ରିପାଠୀ ଏବେ ସମାଜର ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।