ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବଂଶୀଧର ପଣ୍ଡା, (୨୬ ନଭେମ୍ବର ୧୯୩୨- ୨୨ ମଇ ୨୦୧୮) ଇମ୍ଫାର ପ୍ରତିଷ୍ଠାତା ଅଧ୍ୟକ୍ଷ ଥିଲେ । ଓଡ଼ିଶାର ଶିଳ୍ପବିକାଶ କ୍ଷେତ୍ରରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ବିଜୁ ପଟ୍ଟନାୟକଙ୍କ ସହିତ ତାଙ୍କର ଘନିଷ୍ଟ ବନ୍ଧୁତା ରହିଥିଲା । ବିଜୁ ବାବୁ ୧୯୬୧ ମସିହାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ବଂଶୀଧର ବାବୁଙ୍କୁ ନିମନ୍ତ୍ରଣ କରିଥିଲେ । ସେତେବେଳେ, ବଂଶୀଧର ଯୁକ୍ତରାଷ୍ଟ୍ର ଆମେରିକାର ନାସାରେ ଜଣେ ବୈଜ୍ଞାନିକ ଭାବରେ କାର୍ଯ୍ୟରତ ଥିଲେ । ଶିଳ୍ପସମୃଦ୍ଧ ଓଡ଼ିଶାର ସ୍ଵପ୍ନ ଦେଖିଥିବା ବଂଶୀଧର, ବିଜୁ ବାବୁଙ୍କ ନିମନ୍ତ୍ରଣ ରକ୍ଷାକରି, ନିଜ ଚାକିରୀ ଛାଡି ଓଡ଼ିଶା ଫେରିଆସିଥିଲେ ଓ ୧୯୬୧ ମସିହାରେ ଅବିଭକ୍ତ କୋରାପୁଟ ଜିଲ୍ଲାର(ବର୍ତ୍ତମାନ ରାୟଗଡ଼ା ଜିଲ୍ଲା) ଥେରୁବାଲିଠାରେ ଇମ୍ଫା ପ୍ରତିଷ୍ଠା କରିଥିଲେ । ବିଜୁ ବାବୁଙ୍କ କଳିଙ୍ଗ ଟ୍ୟୁବ୍ସ ପରେ, ଇମ୍ଫା ଓଡ଼ିଶାର ନିଜସ୍ଵ ପ୍ରଯୁକ୍ତିରେ ନିର୍ମିତ ଦ୍ଵିତୀୟ ବୃହତ ଶିଳ୍ପର ମାନ୍ୟତା ପାଇଥିଲା । ଇମ୍ଫା ବହୁ ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବା ସହିତ, ପାରିପାର୍ଶ୍ଵର ବହୁ ଲୋକଙ୍କ ଜୀବନମାନରେ ଉନ୍ନତି ଆଣିବାରେ ସକ୍ଷମ ହୋଇପାରିଥିଲା । ବଂଶୀଧର "ଉତ୍କଳ ଚାମ୍ବର ଅଫ କମର୍ସ", "ଏନ ଆଇ ଟି ରାଉରକେଲା ପରିଚାଳନା ସମିତି", "ଆଇ ଆଇ ଟି ଖଡ଼ଗପୁର ପରିଚାଳନା ସମିତି"ର ଅଧ୍ୟକ୍ଷ ଏବଂ "ଆଇ ଆଇ ଏମ କଲିକତା ପରିଚାଳନା ସମିତି"ର ସଦସ୍ୟ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।ବଂଶୀଧର ବାବୁ କେବଳ ଜଣେ ଶିଳ୍ପପତି ନହୋଇ, ସମାଜର ଅନଗ୍ରସର ବର୍ଗର କଲ୍ୟାଣ ନିମନ୍ତେ ଚେଷ୍ଟିତ ଥିଲେ । ୨୦୧୧ରେ 'ବଂଶୀଧର ଇଲା ପଣ୍ଡା ଫାଉଣ୍ଡେସନ' ପ୍ରତିଷ୍ଠାକରି ସେ ଏ ଦିଗରେ କାର୍ଯ୍ୟକରୁଥିଲେ । ତାଙ୍କ ପୃଷ୍ଟପୋଷକତାରେ ପ୍ରତିବର୍ଷ ଶାରଳା ପୁରସ୍କାର, ଏକଲବ୍ୟ ପୁରସ୍କାର ଆଦି ମଧ୍ୟ ପ୍ରଦାନ କରାଯାଇଥାଏ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ଵାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।
ଭୌଗଳିକ ଦିଗବାରେଣି ଏକ ଦିଗବାରିବା ପ୍ରଣାଳୀ ଯାହା ପୃଥିବୀର ଯେକୌଣସି ସ୍ଥାନର ଅବସ୍ଥାନକୁ କେତୋଟି ସଂଖ୍ୟା ଯୋଡ଼ାଦ୍ଵାରା ସ୍ଥିର କରିଥାଏ । ଦିଗବାରେଣିକୁ ଏମିତି ବଛାଯାଇଥାଏ ଯେ ତାହାର ଗୋଟିଏ ସଂଖ୍ୟା ସିଧା ଅବସ୍ଥା (ଅକ୍ଷାଂଶ) ଓ ଦୁଇଟି ବା ତିନୋଟି ସଂଖ୍ୟା ଭୂସାମାନ୍ତରାଳ(ଦ୍ରାଘିମା) ସୂଚାଇଥାଏ । ସାଧାରଣତଃ ଅକ୍ଷାଂଶ, ଦ୍ରାଘିମା ଓ ସମୁଦ୍ର ପତ୍ତନରୁ ଉଚ୍ଚତାକୁ ନେଇ ଏହାକୁ ଦେଖାଯାଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକିର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମ ବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ର ପ୍ରଦେଶ ଅବସ୍ଥିତ । ଏହା ଆୟତନ ହିସାବରେ ନବମ ଓ ଜନସଂଖ୍ୟା ହିସାବରେ ଏଗାରତମ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ଵତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ ଅଟେ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୮ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ଆୟତନରେ ସମଗ୍ର ଭାରତରେ ଏହା ନବମ ଏବଂ ଜନସଂଖ୍ୟାରେ ୧୧ଶ ସ୍ଥାନରେ ଅଛି। ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ଵପ୍ରସିଦ୍ଧ | ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଏବଂ କଟକର ବାରବାଟି ଦୁର୍ଗ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ଵରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ଵାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ଵରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା । ଓଡ଼ିଆ ପ୍ରଥମ ଇଣ୍ଡୋ-ଆର୍ଯ୍ୟ ଭାଷା ଭାବରେ ଓ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇନଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ ଅଟେ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ଵର ସପ୍ତମ, ଜନସଂଖ୍ୟା ଅନୁସାରେ ବିଶ୍ଵର ଦ୍ଵିତୀୟ ବୃହତ୍ତମ ଦେଶ ଅଟେ । ଏହା ବିଶ୍ଵର ବୃହତ୍ତମ ଲୋକତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ ୨୯ ଗୋଟି ରାଜ୍ୟ ଓ ୭ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ବର୍ମା, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ହୀରାକୁଦ ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ଵପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ ବା ବଡମନ୍ଦିର ଓ ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଅଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏଠାରେ ମହୋଦଧିର ନିକଟରେ ଅବସ୍ଥିତ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ନିର୍ଗତ ହୋଇଥାଏ ।[ଆଧାର ଲୋଡ଼ା] ୧୯୭୫ ମସିହାରେ ଶ୍ରୀମନ୍ଦିରକୁ ଜାତୀୟ କୀର୍ତ୍ତି ରୂପେ ଘୋଷଣା କରାଯାଇଛି ।
ଜଗନ୍ନାଥ ଦାସ (୧୪୯୦-୧୫୫୦) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ: "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ଵର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ଵର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ଵାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ଵତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ଉଇକିପିଡ଼ିଆ (i /ˌwɪkɪˈpiːdi.ə/ କିମ୍ବା i /ˌwɪkiˈpiːdi.ə/ wik-i-pee-dee-ə କିମ୍ବା i /uikipiɽiaː/) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର କର୍ମୀମାନଙ୍କ ଦେଇ ଲେଖାଯାଇଛି । ପ୍ରାୟ ସବୁଯାକ ଲେଖା ସଭିଙ୍କଦ୍ଵାରା ବଦଳାଯାଇ ପାରିବ । ଉଇକିପିଡ଼ିଆ ୨୦୦୧ରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦ୍ଵାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r ଏହା କିଛି ଲୋକଙ୍କ ମିଳିତ ସହଯୋଗଦ୍ଵାରା ପ୍ରଚଳିତ ହେଉଛି |
ଆପେଣ୍ଡିସାଇଟିସ ରୋଗଟି ଅନ୍ତନଳୀର ଏକ ଅଂଶ ଆପେଣ୍ଡିକ୍ସର ପ୍ରଦାହକୁ ବୁଝାଏ । ଏହି ରୋଗକୁ ଏପିଟାଇଫ୍ଲାଇଟିସ (epityphlitis) ମଧ୍ୟ କୁହାଯାଏ । ଏହି ରୋଗ ହେଲେ ଉଦରର ବାମ ପାର୍ଶର ତଳ ଭାଗରେ ଯନ୍ତ୍ରଣା (abdominal pain), ଅଇ (nausea), ବାନ୍ତି (vomiting) ଓ ଅରୁଚି (decreased appetite) ଭଳି ଲକ୍ଷଣ ଦେଖାଯାଏ । ସୁଖର କଥା ପ୍ରାୟ ୪୦% ରୋଗୀଙ୍କର ଏହି ଭଳି ଲକ୍ଷଣ ଦେଖାଯାଏ ନାହିଁ । ଏହି ରୋଗ ଏକ ଜରୁରୀକାଳୀନ ବା ଆପାତସ୍ଥିତି ରୋଗ । ଏହି ରୋଗ ହେଲେ ଆପେଣ୍ଡିକ୍ସ ଫାଟି ଯାଇ ପେଟ ଭିତରେ ଯନ୍ତ୍ରଣାଦାୟକ ପେରିଟୋନାଇଟିସ (inflammation of the inner lining of the abdominal wall) ଓ ସେପ୍ସିସ ବା ପଚନ ହେବା ସମ୍ଭାବନା ଥାଏ । ଏହା ଯୋଗୁ ରୋଗୀ ମୃତ୍ୟୁ ମୁଖରେ ପଡ଼ନ୍ତି । ଏହି ରୋଗ ବିଷୟ ରେଜିନାଲ୍ଡ ଫିଜଙ୍କଦ୍ଵାରା ସର୍ବପ୍ରଥମେ ୧୮୮୬ ମସିହାରେ ଲେଖା ଯାଇଥିଲା । ଯେତେ ଶୀଘ୍ର ସମ୍ଭବ ଆପେଣ୍ଡିକ୍ସକୁ ଅପରେସନ ବା ଲାପରୋସ୍କୋପିଦ୍ଵାରା କାଟି ବାହାର କରି ଦିଆଯାଏ । ମନୁଷ୍ୟ ଶରୀରରେ ଏହି ଅଙ୍ଗଟି ଏକ ଅନାବଶ୍ୟକ ଅଙ୍ଗ, ଅନୁବଂଶିକ ଭାବେ ଶରୀରରେ ଥାଏ । ଏଣୁ ଏହାକୁ କାଟି ଦେଲେ କିଛି ଅସୁବିଧା ହୁଏ ନାହିଁ । ଅଧୁନା ସାରା ପୃଥିବୀରେ ତୀବ୍ର ପେଟ ବେଦନାର (Acute abdomen) ଅତି ସାଧାରଣ କାରଣମାନଙ୍କ ମଧ୍ୟରେ ଏହି ରୋଗକୁ ଅଗ୍ରାଧିକାର ଦିଆଯାଉଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ଵାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜର୍ମାନୀ (ଆଧିକାରିକ ରୂପେ ସଂଘୀୟ ଜର୍ମାନୀ ଗଣରାଜ୍ୟ) ପଶ୍ଚିମ-ମଧ୍ୟ ଇଉରୋପରେ ଅବସ୍ଥିତ ଏକ ସଂଘୀୟ ସଂସଦୀୟ ଗଣତାନ୍ତ୍ରିକ ରାଷ୍ଟ୍ର । ୧୬ ଗୋଟି ରାଜ୍ୟକୁ ନେଇ ଗଠିତ ଜର୍ମାନୀର ରାଜଧାନୀ ଓ ସର୍ବବୃହତ୍ ସହର ହେଉଛି ବର୍ଲିନ । ଜର୍ମାନୀର କ୍ଷେତ୍ରଫଳ ୩୫୭,୦୨୧ କର୍ଗ କି.ମି ଓ ଜଳବାୟୁ ସମଶୀତୋଷ୍ଣ । ୮ କୋଟି ଜନସଂଖ୍ୟା ସହ ଜର୍ମାନୀ ଇଉରୋପୀୟ ସଂଘର ସବୁଠୁ ଜନବହୁଳ ରାଷ୍ଟ୍ର । ଏହା ଇଉରୋପର ଅନ୍ୟତମ ପ୍ରମୁଖ ଅର୍ଥନୈତିକ ଓ ରାଜନୈତିକ ଶକ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଯିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଜଣାଶୁଣା ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ସେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ଅନର୍ସ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ଵଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ଵର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଗୌରହରି ଦାସ (୯ ଅକ୍ଟୋବର୍, ୧୯୬୦ ମସିହା) ଓଡ଼ିଆ ଭାଷାରେ ଗଳ୍ପ, ଉପନ୍ୟାସ, ନାଟକ ଓ ସ୍ତମ୍ଭ ଲେଖୁଥିବା ଲେଖକ। ୧୯୬୦ ମସିହାରେ ଅବିଭକ୍ତ ବାଲେଶ୍ୱର ଓ ବର୍ତ୍ତମାନର ଭଦ୍ରକ ଜିଲ୍ଲା ଅଧୀନ ଷଣ୍ଢଗଡ଼ାରେ ତାଙ୍କର ଜନ୍ମ। ହାଇସ୍କୁଲ୍ରେ ପଢ଼ିଲା ବେଳେ ତାଙ୍କର ପ୍ରଥମ ଗଳ୍ପ "କ୍ଷୀଣାଲୋକ" ପ୍ରକାଶ ପାଇଥିଲା। ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି। ସଂପ୍ରତି ସେ ଓଡ଼ିଆ ଖବରକାଗଜ "ସମ୍ବାଦ"ର ସାହିତ୍ୟ ସମ୍ପାଦକ ଏବଂ "କଥା" ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରିବା ସହ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଅା ଅାଣ୍ଡ୍ କଲ୍ଚର ଅଧ୍ୟକ୍ଷ ଦାୟିତ୍ୱରେ ଅଛନ୍ତି। ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଅାବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଅଛନ୍ତି।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ଵଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଅଗ୍ନିପଥ (୧୯୯୦ର ହିନ୍ଦୀ କଥାଚିତ୍ର)
ଅଗ୍ନିପଥ ହେଉଛି ୧୯୯୦ ମସିହାରେ ମୁକ୍ତିଲାଭ କରିଥିବା ଏକ ହିନ୍ଦୀ ଚଳଚ୍ଚିତ୍ର । ଚଳଚିତ୍ରର ମୁଖ୍ୟ ଭୁମିକାରେ ଅଭିନୟ କରିଛନ୍ତି ଅମିତାଭ ବଚ୍ଚନ, ମିଥୁନ ଚକ୍ରବର୍ତ୍ତୀ, ମାଧବୀ, ନୀଲମ କୋଠାରୀ, ଆଲୋକ ନାଥ ଇତ୍ୟାଦି । ଚଳଚ୍ଚିତ୍ରର ଚିତ୍ରନାଟ୍ୟ ନିର୍ଦ୍ଦେଶକ ହେଉଛନ୍ତି ମୁକୁଳ ଆନନ୍ଦ ଏବଂ ପ୍ରଯୋଜକ ହେଉଛନ୍ତି ୟଶ ଜୋହର । ଚଳଚିତ୍ରର ନାମ ସେହି ନାମରେ ହରିବଂଶ ରାୟ ବଚ୍ଚନ ଙ୍କ ଦ୍ଵାରା ଲିଖିତ ଏକ କବିତାରୁ ଆନୀତ । ଚଳଚିତ୍ର ପ୍ରାରମ୍ଭରେ କବିତାଟିର ପ୍ରଚ୍ଛଦପଟରେ ଗାନ ଦର୍ଶକଙ୍କୁ ବିଷୟବସ୍ତୁ ସହ ବାନ୍ଧି ରଖିବାରେ ସକ୍ଷମ ହୋଇଛି ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ଵାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ଵାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ । ତଥ୍ୟ ପୃଷ୍ଠାରେ ଯୋଡାଯାଇଥିବା ହାଇପରଲିଙ୍କ ଗୁଡିକ ବ୍ୟବହାରକାରୀକୁ ସହଜରେ ଅନ୍ୟ ଏକ ଇଣ୍ଟର୍ନେଟ ପୃଷ୍ଠାକୁ ଯିବାରେ ସାହାଯ୍ୟ କରିଥାଏ । ବର୍ତ୍ତମାନ ବିଶ୍ଵରେ କେତେକ ଲୋକପ୍ରିୟ ବ୍ରାଉଜର ହେଉଛନ୍ତି ଫାୟାର ଫକ୍ସ , ଗୁଗୁଲ , ଅପେରା , ସଫାରି ଇତ୍ୟାଦି ।
ଧର୍ମର ବେଶ ବିବିଧ । ଏହା ବିଭିନ୍ନ ରାଷ୍ଟ୍ରରେ , ବିଭିନ୍ନ କାଳରେ ସ୍ଥାପିତ ହେଇଛି । ଏହା ମାନବ ଜାତିକୁ ଅନେକ ସଂପ୍ରଦାୟରେ ବିଭାଜିତ କରିଦେଇ ମାନବ ସମାଜର ଏକତ୍ଵରେ ଉଭା ହୋଇଛି ଏକ ପ୍ରବଳ ପ୍ରତିରୋଧକ ରୂପେ । ବ୍ୟାବହାରିକ ଦୃଷ୍ଟିକୋଣରୁ ବିଚାରକଲେ ପ୍ରତ୍ୟେକ ଧର୍ମ ଅନ୍ଯ ଧର୍ମର ବିରୋଧୀ ; ବରଂ ବିଭିନ୍ନ ଧର୍ମାବଲମ୍ବୀମାନେ ପରସ୍ପରକୁ ବିରୋଧ ନକରିବା ଦୃଷ୍ଟାନ୍ତ ବିରଳ । ଏହା ହେଉଛି ଏକ ପ୍ରକାର ଅନ୍ଧ ବିଶ୍ଵାସ ସହ ଅନ୍ଯ ଏକ ପ୍ରକାର ଅନ୍ଧବିଶ୍ଵାସ ମଧ୍ଯରେ ସଂଘର୍ଷ । ତଥାପି ଏହି ରକ୍ଷଣଶୀଳ ଧର୍ମଗୁଡିକ ମଧ୍ଯରେ ବି ରହିଛି ଆଧାରମୂଳକ ସାମଞ୍ଜସ୍ଯ । ପ୍ରତ୍ୟେକ ଧର୍ମର ଦୃଢ଼ ଆଧାର ହେଉଛନ୍ତି ଈଶ୍ଵର । ପ୍ରତ୍ଯେକ ଧର୍ମ ଈଶ୍ଵରଙ୍କ ସ୍ଥିତିକୁ ସ୍ଵୀକାର କରିଥାଏ । ପୁଣି ପ୍ରାୟ ପ୍ରତ୍ଯେକ ଧର୍ମ ପୌରାଣିକ କାହାଣୀ ଏବଂ ଅଲୌକିକ ଚମତ୍କାରିତାରେ ମଧ୍ଯ ଭରପୁର । ପୌରାଣିକ କାହାଣୀ କୈଣସି ଫଟୋକୁ କାଳ୍ପନିକ ରୂପ ଦିଏ ଏବଂ ଅଲୌକିକ ଚମତ୍କାରିତା ପ୍ରକୃତିର ନିୟମକୁ ଉପେକ୍ଷା କରି ପରିବେଷଣ କରିଥାଏ ନକଲି ଫଟୋ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ତିଆରି କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ଵର ପରିଡ଼ା", ପରେ ସେ ସାରଳାଙ୍କଠାରୁ ବର ପାଇ ସେ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ଵାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା । ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା । ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ଵାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଉଇକିପିଡ଼ିଆ' (i /ˌwɪkɪˈpiːdi.ə/ or i /ˌwɪkiˈpiːdi.ə/ wik-i-pee-dee-ə) ଏକ ଖୋଲା ୱେବକୁ ନେଇ ତିଆରି ମିଳିତ ବହୁଭାଷୀ ଜ୍ଞାନକୋଷ । ଏହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ପରିଚାଳିତ । ଏଥିରେ ୧୮ ମିଲିଅନ ଲେଖା (ଯେଉଁଥିରୁ କେବଳ ୩.୬ ମିଲିଅନ ଇଂରାଜୀ ଉଇକିପିଡ଼ିଆ ଅଛି) ମିଳିତ ଭାବରେ ବିଶ୍ଵର ଉଇକିଆଳିଙ୍କଦ୍ୱାରା ସମ୍ପାଦିତ । ପ୍ରାୟ ସବୁଯାକ ଲେଖା ସଭିଙ୍କ ଦେଇ ବଦଳାଯାଇପାରିବ । ଉଇକିପିଡ଼ିଆ ୨୦୦୧ ମସିହାରେ ଜିମି ଉଏଲ୍ସ ଓ ଲାରି ସାଙ୍ଗରଙ୍କ ଦେଇ ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ । ଆଲେକ୍ସା କ୍ରମ ଅନୁସାରେ ଏହା ବିଶ୍ଵର ୭ମ ସ୍ଥାନରେ ଅଛି ଓ ପାଖାପାଖି ୩୬୫ ମିଲିଅନ ପାଠକ ଏହାକୁ ନିୟମିତ ପଢିଥାନ୍ତି ।r
ଲାଟିନ ଭାଷା ( /ˈlætɪn/; Latin: lingua latīna; IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
ମାୟାଧର ମାନସିଂହ (୧୯୦୫-୧୯୭୩) ଖୋର୍ଦ୍ଧା ଜିଲ୍ଲାର ନନ୍ଦଳାରେ ଜନ୍ମିତ ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ରେଭେନ୍ସା ମହାବିଦ୍ୟାଳୟ ସ୍ନାତକ ପାଠ୍ୟକ୍ରମ ସାରିବାପରେ, ପାଟଣା ବିଶ୍ଵବିଦ୍ୟାଳୟରୁ ସ୍ନାତକୋତ୍ତର (ଏମ.ଏ.) ପାସ କରିଥିଲେ । ସେ ବିଲାତର ଡ଼ରହାମ ବିଶ୍ଵବିଦ୍ୟାଳୟରେ 'ସେକ୍ସପିୟର ଓ କାଳିଦାସ'ଙ୍କ ସାହିତ୍ୟରେ ତୁଳନାତ୍ମକ ପ୍ରବନ୍ଧ ପ୍ରସ୍ତୁତ କରି ସେ ପି.ଏଚ.ଡି.
ଓଡ଼ିଆ ବାହାଘର ବଂଶ ରକ୍ଷା ଓ ସମାଜ ରକ୍ଷା ସକାଶେ ପୁରୁଷ ଓ ସ୍ତ୍ରୀର ମିଳନ ବା ପରିଣୟ ବିବାହ ଭାବେ ପରିଚିତ । ଏହା ପରସ୍ପର ସହ ଉପଯୁକ୍ତ ମେଳ ଖାଉଥିବା ଦୁଇଟି ଭିନ୍ନ ବ୍ୟକ୍ତିବିଶେଷଙ୍କୁ ନେଇ ସମ୍ପନ୍ନ ହୋଇଥାଏ । ଓଡ଼ିଆ ବାହାଘର ମୂଖ୍ୟତଃ ଓଡ଼ିଆ ହିନ୍ଦୁମାନଙ୍କ ମଧ୍ୟରେ ଘଟିଥାଏ । ଓଡ଼ିଆ ବାହାଘରର ବହୁତ ରୀତି ଓ ପରମ୍ପରା ଅଛି। ପାରମ୍ପରିକ ଦୃଷ୍ଟିରୁ ଏହା ସଂସ୍କୃତ ଏବଂ ଓଡ଼ିଆ ଭାଷାରେ ବୋଲା ଯାଉଥିବା ମନ୍ତ୍ରକୁ ନେଇ ପରିଚାଳିତ ହେଇଥାଏ । ଏହାର ପ୍ରସ୍ତୁତି କେବଳ ବାହାଘର ଦିନ ନୁହେଁ, ବରଂ ବହୁଦିନ ପୂର୍ବରୁ ଚାଲିଥାଏ।
ବଳଦେବ ରଥ (୧୭୮୯ - ୧୮୪୫) ଗଞ୍ଜାମ ଜିଲ୍ଲାର ଜଣେ ଓଡ଼ିଆ ରୀତି ଯୁଗର କବି । ସେ କବିସୂର୍ଯ୍ୟ ଭାବେ ପରିଚିତ । ଏକାଧାରରେ ଜଣେ କବି ଓ ସଙ୍ଗୀତକାର ଭାବରେ କବିତା, ଚମ୍ପୂ ଆଦିର ରଚନା କରି ସ୍ଵରସଂଯୋଜନା କରିଥିଲେ । ଗଞ୍ଜାମ ଜିଲ୍ଲାର ଢୁମ୍ପା ସଙ୍ଗୀତକୁ କବିସୂର୍ଯ୍ୟ ଆରମ୍ଭ କରିଥିଲେ ଓ ଗୀତ ରଚନା କରିଥିଲେ । ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ଵ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ଵଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨)ରେ ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭–ଜଣାନାହିଁ), ଭାରତର ଜଣେ ଅଗ୍ରଣୀ ସ୍ଵାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ରାୟବାହାଦୁର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ଵର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ଵର ନେତାଜୀ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ୧୬ଶ ଖ୍ରୀ.ର ପ୍ରାରମ୍ଭ ବେଳକୁ ଓଡ଼ିଶାରେ ଜନ୍ମ ଗ୍ରହଣ କରିଥିବା ଜଣେ ଯୋଗକଳ୍ପା ଓ ତ୍ରିକାଳଦର୍ଶୀ ବୈଷ୍ଣବ କବି । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ, ଜଣାଣ ଏହିପରି ପାଖାପାଖି ୧୬୦୦୦୦ ପଦ୍ୟପଦ୍ୟାବଳି ସେ ରଚନା କରିଯାଇଛନ୍ତି ।। ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଅୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ସେ ମହାପୁରୁଷ ନାମରେ ପରିଚିତ ।
କେନ୍ଦ୍ରୀୟ ଭାରତୀୟ ଭାଷା ପ୍ରତିଷ୍ଠାନ
କେନ୍ଦ୍ରୀୟ ଭାରତୀୟ ଭାଷା ସଂସ୍ଥାନ(Central Institute of Indian languages) ୧୯୬୯ ମସିହା ଜୁଲାଇ ୧୭ ତାରିଖରେ କର୍ଣାଟକର ମହିଶୁରଠାରେ ପ୍ରତିଷ୍ଠା କରାଯାଇଥିଲା । ଏହାର ପ୍ରାଣପ୍ରତିଷ୍ଠାତା ହେଉଛନ୍ତି ଡ. ଦେବୀ ପ୍ରସନ୍ନ ପଟ୍ଟନାୟକ । ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ମାନବ ସମ୍ବଳ ମନ୍ତ୍ରାଳୟ ଅଧିନସ୍ଥ ଏହି ଅନୁଷ୍ଠାନ, ପ୍ରାଥମିକ ଅବସ୍ଥାରେ ଭାରତୀୟ ଭାଷାଗୁଡ଼ିକ ମଧ୍ୟରେ ସମନ୍ୱୟ ସ୍ଥାପନା ଉଦ୍ଦେଶ୍ୟରେ ଗଠିତ ହୋଇଥିଲା । ଫଳସ୍ୱରୂପ ଭାରତର ସଂବିଧାନ ସ୍ୱୀକୃତ କେତୋଟି ଭାଷାକୁ ହାଇସ୍କୁଲ ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ଦିଆଯାଉଥିଲା । ପ୍ରଥମ କରି ୨୦୦୭-୨୦୦୮ ବର୍ଷରେ ଭାଷା, ସାହିତ୍ୟ ଓ ସଂସ୍କୃତି ଆଦି ଗବେଷକମାନଙ୍କ ପାଇଁ ପ୍ରଶିକ୍ଷଣ ନେବାର ସୁଯୋଗ ସୃଷ୍ଟି କରାଯାଇଥିଲା;କିନ୍ତୁ ଦୁଇ ବର୍ଷ ହେବ ଗବେଷକମାନଙ୍କ ପାଇଁ ଭାଷାଶିକ୍ଷାର ସୁଯୋଗ ଆଉ ନାହିଁ । ଭାଷା ପ୍ରଶିକ୍ଷଣ ଦେବା ପାଇଁ ଏହି ଅନୁଷ୍ଠାନର ସାରା ଭାରତରେ ସାତଟି ଆଞ୍ଚଳିକ କେନ୍ଦ୍ର ରହିଛି। । ଭୁବନେଶ୍ୱରର ଲକ୍ଷ୍ମୀସାଗରରେ ଏକ ଆଞ୍ଚଳିକ କେନ୍ଦ୍ର ରହିଛି; ଯେଉଁଠି ଓଡ଼ିଆ ଭାଷା ସମେତ ବାଂଲା,ସାଂତାଳୀ ଓ ମୈଥିଳୀ ଭାଷା ପ୍ରଶିକ୍ଷଣ ନେବାର ସୁବିଧା ରହିଛି । ଏହି ଅନୁଷ୍ଠାନର ମୁଖ୍ୟକାର୍ଯାଳୟ ମହିଶୁରରେ ଭାଷା ପ୍ରଶିକ୍ଷଣ ସହିତ ବିଭିନ୍ନ ଭାଷାମୂଳକ ଗବେଷଣାମାନ ଚାଲୁଛି । କଂପ୍ୟୁଟର ଉପଯୋଗୀ ଭାଷା ଗବେଷଣାପାଇଁ ଏଲ୍.ଡି.ସି.-ଆଇ.ଏଲ୍ (LDC-IL)ବିଭାଗ ଓ ଅନୁବାଦ ବିଷୟକ କାମ ବା ଗବେଷଣା ପାଇଁ ରାଷ୍ଟ୍ରୀୟ ଅନୁବାଦ ମିଶନ୍ କାର୍ଯ୍ୟ କରୁଛି । ଏହି ଦୁଇଟି ବିଭାଗରେ କେତେଜଣ ଓଡ଼ିଆ କାର୍ଯ୍ୟ କରୁଛନ୍ତି । ଏହା ବ୍ୟତୀତ ଏନ୍.ଟି.ଏସ୍ ଓ ଏସ୍.ପି.ପି. ଏଲ୍.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ସେ ଜଗତସିଂହପୁର ଜିଲ୍ଲାର ବାଲିକୁଦାଠାରେ ୨୧ ଜାନୁଆରୀ ୧୯୪୩ ମସିହାରେ ଜନ୍ମ ଗ୍ରହଣ କରିଥିଲେ । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଦେଶର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ଵୀକୃତି ଲାଭ କରିଥିଲା । ଶ୍ରୀମତୀ ରାୟ ତାଙ୍କର ଯାଜ୍ଞସେନୀ (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ । ପରବର୍ତ୍ତୀ ସମୟରେ ଏହା ସାତଟି ଭାଷାରେ ଅନୁବାଦିତ ହୋଇଥିଲା ।
୧୯୪୫ ନଭେମ୍ବର ୧୬ରେ ଜାତିସଂଘ ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ ସଙ୍ଗଠନ ୟୁନେସ୍କୋ ପ୍ରତିଷ୍ଠା କରାଯାଇଥିଲା । ଶିକ୍ଷା, ବିଜ୍ଞାନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ଵରେ ଶାନ୍ତି ଓ ନିରାପତ୍ତା ବଜାୟ ରଖିବା ଏବଂ ବିଭିନ୍ନ ଦେଶ ସହ ସୁସମ୍ପର୍କ ପ୍ରତିଷ୍ଠା କରିବା ଥିଲା ଏହି ସଙ୍ଗଠନର ମୂଖ୍ୟ ଉଦ୍ଦେଶ୍ୟ । ତା'ଛଡା ସାମାଜିକ ନ୍ୟାୟ, ମାନବିକ ଅଧିକାର, ସୁରକ୍ଷା ଓ ମୌଳିକ ଅଧିକାର ପାଇଁ ମଧ୍ୟ ସଙ୍ଗଠନ କାର୍ଯ୍ୟ କରୁଛି । ବର୍ତ୍ତମାନ ଏହାର ସଦସ୍ୟ ସଂଖ୍ୟ ହେଉଛି ୧୯୫ । ପ୍ରତ୍ୟେକ ଦେଶରେ ଏହାର ଜାତୀୟ ଓ ଆଞ୍ଚଳିକ କାର୍ଯ୍ୟାଳୟ ମଧ୍ୟ ପ୍ରତିଷ୍ଠା କରାଯାଇଛି । ତା'ଛଡା ସାକ୍ଷାରତା ପ୍ରଯୁକ୍ତିବିଦ୍ୟା,ଶିକ୍ଷକ ତାଲିମ କାର୍ଯ୍ୟକ୍ରମ, ଆନ୍ତର୍ଜାତୀୟ ବିଜ୍ଞାନ କାର୍ଯ୍ୟକ୍ରମ ,ଗଣମାଧ୍ୟମର ସ୍ଵାଧୀନତା ଓ ସାଂସ୍କୃତିକ ବିବିଧତାର ବିକାଶ , ସାହିତ୍ୟ କୃତିର ଅନୁବାଦ ଏବଂ ବିଶ୍ଵ ଓ ସାଂସ୍କୃତିକ କେନ୍ଦ୍ର ତଥା ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ଏହା କାର୍ଯ୍ୟ କରି ଆସୁଛି ।